ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗଣନା ପୁସ୍ତକ

ଗଣନା ପୁସ୍ତକ ଅଧ୍ୟାୟ 4

1 ଅନନ୍ତର ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, 2 ତୁମ୍ଭେମାନେ ଲେବୀର ସନ୍ତାନଗଣ ମଧ୍ୟରୁ କହାତ- ସନ୍ତାନଗଣମାନଙ୍କର ବଂଶ ଓ ପିତୃଗୃହ ଅନୁସାରେ 3 ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ଵୁରେ କାର୍ଯ୍ୟ କରିବାକୁ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କର । 4 ସମାଗମ-ତମ୍ଵୁରେ ମହାପବିତ୍ର ଦ୍ରବ୍ୟାଦିର (ରକ୍ଷା) କହାତ-ସନ୍ତାନଗଣର ସେବା ଅଟେ । 5 ଛାଉଣି ଅଗ୍ରସର ହେବା ବେଳେ ହାରୋଣ ଓ ତାହାର ପୁତ୍ରଗଣ ଭିତରେ ଯାଇ ଆଚ୍ଛାଦନର ବିଚ୍ଛେଦବସ୍ତ୍ର ନେଇ ସାକ୍ଷ୍ୟ-ସିନ୍ଦୁକ ଢାଙ୍କିବେ 6 ଓ ତହିଁ ଉପରେ ଶିଶୁକଚର୍ମର ଆଚ୍ଛାଦନ ଦେବେ ଓ ତହିଁ ଉପରେ ସମ୍ପୂର୍ଣ୍ଣ ନୀଳବର୍ଣ୍ ଏକ ବସ୍ତ୍ର ଦେବେ, ତହିଁ ଉତ୍ତାରେ ତହିଁର ସାଙ୍ଗୀ ଲଗାଇବେ । 7 ଅନନ୍ତର ସେମାନେ ଦର୍ଶନୀୟ ରୋଟୀର ମେଜ ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇବେ ଓ ତହିଁ ଉପରେ ଥାଳୀ ଓ ଚମସ ଓ ଗଡ଼ୁ ଓ ଢାଳିବା ପାତ୍ରସକଳ ରଖିବେ ଓ ତହିଁ ଉପରେ ନିତ୍ୟ ରୋଟୀ ରହିବ । 8 ସେହି ସମସ୍ତର ଉପରେ ସେମାନେ ଏକ ସିନ୍ଦୂରବର୍ଣ୍ଣ ବସ୍ତ୍ର ବିଛାଇବେ ଓ ଶିଶୁକଚର୍ମର ଆଚ୍ଛାଦନ ଦେଇ ତାହା ଢାଙ୍କିବେ, ତହୁଁ ତହିଁର ସାଙ୍ଗୀ ଲଗାଇବେ । 9 ଏଉତ୍ତାରେ ସେମାନେ ଏକ ନୀଳବର୍ଣ୍ଣ ବସ୍ତ୍ର ନେଇ ଆଲୁଅର ଦୀପବୃକ୍ଷ ଓ ତହିଁର ପ୍ରଦୀପ ଓ ଚିମୁଟା ଓ ଅଙ୍ଗାରଧାନୀ ଓ ତହିଁର ସେବାର୍ଥକ ସମସ୍ତ ତୈଳପାତ୍ର ଆଚ୍ଛାଦନ କରିବେ । 10 ପୁଣି ସେମାନେ ତାହା ଓ ତହିଁର ସମସ୍ତ ପାତ୍ର ଶିଶୁକଚର୍ମର ଏକ ଆଚ୍ଛାଦନରେ ରଖି ଦୋଳା ଉପରେ ଥୋଇବେ । 11 ପୁଣି ସେମାନେ ସ୍ଵର୍ଣ୍ଣମୟ ବେଦି ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇ ତାହା ଶିଶୁକଚର୍ମରେ ଢ଼ାଙ୍କିବେ ଓ ତହିଁରେ ସାଙ୍ଗୀ ଲଗାଇବେ । 12 ଆଉ ସେମାନେ ପବିତ୍ର ସ୍ଥାନର ସେବାର୍ଥକ ସମସ୍ତ ପାତ୍ର ନେଇ ନୀଳବର୍ଣ୍ଣ ବସ୍ତ୍ର ମଧ୍ୟରେ ରଖିବେ ଓ ଶିଶୁକଚର୍ମର ଏକ ଆଚ୍ଛାଦନରେ ତାହା ଢାଙ୍କି ଦୋଳା ଉପରେ ରଖିବେ । 13 ପୁଣି ସେମାନେ ବେଦିରୁ ଭସ୍ମ କାଢ଼ି ନେଇ ତହିଁ ଉପରେ ବାଇଗଣିଆ ବର୍ଣ୍ଣ ବସ୍ତ୍ର ବିଛାଇବେ । 14 ଆଉ ତହିଁ ଉପରେ ସେମାନେ ଅଙ୍ଗାରଧାନୀ, ତ୍ରିଶୂଳ ଓ କରଚୁଲି ଓ କୁଣ୍ତ ପ୍ରଭୃତି ବେଦିର ସେବାର୍ଥକ ସମସ୍ତ ପାତ୍ର ରଖିବେ; ତହୁଁ ସେମାନେ ତହିଁ ଉପରେ ଶିଶୁକଚର୍ମର ଆଚ୍ଛାଦନ ଦେଇ ସାଙ୍ଗୀ ଲଗାଇବେ । 15 ଏହିରୂପେ ଛାଉଣି ଅଗ୍ରସର ହେବା ବେଳେ ହାରୋଣ ଓ ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସ୍ଥାନର ସମସ୍ତ ଦ୍ରବ୍ୟ ଢାଙ୍କିବାର ଶେଷ କଲା ଉତ୍ତାରେ କହାତ୍-ସନ୍ତାନଗଣ ତାହା ବହିବା ପାଇଁ ଆସିବେ; ମାତ୍ର ସେମାନଙ୍କର ମୃତ୍ୟୁ ଯେପରି ନ ହୁଏ, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ସ୍ପର୍ଶ କରିବେ ନାହିଁ । ଏହା ହିଁ ସମାଗମ-ତମ୍ଵୁରେ କହାତ୍-ସନ୍ତାନଗଣର ଭାର ହେବ । 16 ଆଉ ସମସ୍ତ ଆବାସର ଓ ତନ୍ମଧ୍ୟସ୍ଥିତ ସମସ୍ତ ଦ୍ରବ୍ୟର ଓ ପବିତ୍ର ସ୍ଥାନର ଓ ତହିଁରେ ସ୍ଥିତ ସମସ୍ତ ଦ୍ରବ୍ୟର ତତ୍ତ୍ଵାବଧାନ, ଅର୍ଥାତ୍, ଦୀପାର୍ଥକ ତୈଳ ଓ ଧୂପାର୍ଥକ ସୁଗନ୍ଧି ଦ୍ରବ୍ୟ ଓ ନିତ୍ୟ ଭକ୍ଷ୍ୟ-ନୈବେଦ୍ୟ ଓ ଅଭିଷେକାର୍ଥକ ତୈଳ, ଏହି ସବୁର ତତ୍ତ୍ଵାବଧାନ କାର୍ଯ୍ୟ ହାରୋଣଙ୍କ ପୁତ୍ର ଇଲୀୟାସର ଯାଜକର ହେବ । 17 ଅନନ୍ତର ସଦାପ୍ରଭୁ ମୋଶା ହାରୋଣଙ୍କୁ କହିଲେ, 18 ତୁମ୍ଭେମାନେ ଲେବୀୟମାନଙ୍କ ମଧ୍ୟରୁ କହାତ୍ ବଂଶୀୟ ଗୋଷ୍ଠୀକି ଉଚ୍ଛିନ୍ନ କର ନାହିଁ! 19 ମାତ୍ର ସେମାନେ ମହାପବିତ୍ର ସ୍ଥାନର ନିକଟବର୍ତ୍ତୀ ହେଲା ବେଳେ ଯେପରି ନ ମରି ବଞ୍ଚନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କ ପ୍ରତି ଏରୂପ କରିବ; ହାରୋଣ ଓ ତାହାର ପୁତ୍ରଗଣ ଭିତରେ ଯାଇ ସେମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା ସେବାରେ ଓ ଭାରବହନରେ ନିଯୁକ୍ତ କରିବେ । 20 ମାତ୍ର ସେମାନେ ଯେପରି ନ ମରନ୍ତି, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ଦେଖିବା ନିମନ୍ତେ ଏକ ନିମିଷ ପର୍ଯ୍ୟନ୍ତ ଭିତରକୁ ଯିବେ ନାହିଁ । 21 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, 22 ତୁମ୍ଭେ ଗେର୍ଶୋନ-ସନ୍ତାନଗଣର ପିତୃଗୃହ ଓ ବଂଶାନୁସାରେ ସେମାନଙ୍କର ସଂଖ୍ୟା ନିଅ; 23 ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ଵୁରେ କାର୍ଯ୍ୟ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କର । 24 ସେବା କରିବା ଓ ଭାର ବହିବା କାର୍ଯ୍ୟ ମଧ୍ୟରେ ଗେର୍ଶୋନୀୟ ବଂଶର ସେବା ଏହି; 25 ସେମାନେ ଆବାସର ଯବନିକା ସକଳ ଓ ସମାଗମ-ତମ୍ଵୁ, ତହିଁର ଆଚ୍ଛାଦନ ଓ ତହିଁର ଉପରିସ୍ଥିତ ଶିଶୁକଚର୍ମର ଛାତ ଓ ସମାଗମ-ତମ୍ଵୁ ଦ୍ଵାରର ଆଚ୍ଛାଦନବସ୍ତ୍ର । 26 ଆଉ ପ୍ରାଙ୍ଗଣର ପରଦାସକଳ ଓ ଆବାସର ଓ ବେଦିର ଚତୁର୍ଦ୍ଦିଗସ୍ଥିତ ପ୍ରାଙ୍ଗଣ ଦ୍ଵାରର ଆଚ୍ଛାଦନବସ୍ତ୍ର ଓ ତହିଁର ରଜ୍ଜୁ ଓ ତହିଁର ସେବାର୍ଥକ ସମସ୍ତ ଦ୍ରବ୍ୟ ବହିବେ ଓ ସେହି ସବୁରେ ଯେ ଯେ କାର୍ଯ୍ୟ କରିବାକୁ ହୁଏ, ତାହାସବୁ କରିବେ । 27 ହାରୋଣ ଓ ତାଙ୍କର ପୁତ୍ରଗଣର ଆଜ୍ଞାନୁସାରେ ଗେର୍ଶୋନର ସନ୍ତାନଗଣ ଆପଣା ଆପଣା ଭାର ଓ ସେବା ସମ୍ଵନ୍ଧୀୟ ସମସ୍ତ କର୍ମ କରିବେ; ଆଉ ତୁମ୍ଭେମାନେ ରକ୍ଷଣୀୟ ବୋଲି ସେମାନଙ୍କ ସମସ୍ତ ଭାରରେ ସେମାନଙ୍କୁ ନିଯୁକ୍ତ କରିବ । 28 ସମାଗମ-ତମ୍ଵୁରେ ଗେର୍ଶୋନୀୟ ସନ୍ତାନମାନଙ୍କ ବଂଶର ଏହି ସେବା; ପୁଣି ସେମାନଙ୍କ ରକ୍ଷଣୀୟ ହାରୋଣ ଯାଜକର ପୁତ୍ର ଈଥାମରର ହସ୍ତଗତ ହେବ । 29 ଏଉତ୍ତାରେ ତୁମ୍ଭେ ମରାରି-ସନ୍ତାନଗଣର ବଂଶ ଓ ପିତୃଗୃହ ଅନୁସାରେ ସେମାନଙ୍କୁ ଗଣନା କରିବ । 30 ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ଵୁରେ କାର୍ଯ୍ୟ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କରିବ । 31 ପୁଣି ସମାଗମ-ତମ୍ଵୁରେ ସେମାନଙ୍କର ସମସ୍ତ ସେବାକର୍ମ ସମ୍ଵନ୍ଧୀୟ ଏହି ଏହି ଭାର ସେମାନଙ୍କର ରକ୍ଷଣୀୟ ହେବ; ଆବାସର ପଟା ଓ ତହିଁର ଅର୍ଗଳ ଓ ସ୍ତମ୍ଭ ଓ ଚୁଙ୍ଗୀସକଳ, 32 ଓ ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥ ସ୍ତମ୍ଭ ଓ ତହିଁର ଚୁଙ୍ଗୀ ଓ ମେଖ ଓ ରଜ୍ଜୁ ଓ ତହିଁ ସମ୍ଵନ୍ଧୀୟ ସମସ୍ତ ଦ୍ରବ୍ୟ ଓ କାର୍ଯ୍ୟ; ତୁମ୍ଭେମାନେ ସେମାନଙ୍କ ରକ୍ଷଣୀୟ-ଭାର⇧ ଦ୍ରବ୍ୟାଦି ନାମ ଦ୍ଵାରା ନିରୂପଣ କରିବ । 33 ସମାଗମ-ତମ୍ଵୁରେ ମରାରି-ସନ୍ତାନମାନଙ୍କ ବଂଶର ସମସ୍ତ ସେବା ସମ୍ଵନ୍ଧୀୟ ଏହି କାର୍ଯ୍ୟ; ଏହା ହାରୋଣ ଯାଜକର ପୁତ୍ର ଈଥାମରର ହସ୍ତଗତ ହେବ । 34 ଅନନ୍ତର ମୋଶା ଓ ହାରୋଣ ଓ ମଣ୍ତଳୀର ଅଧିପତିଗଣ କହାତୀୟ ସନ୍ତାନମାନଙ୍କର ବଂଶ ଓ ପିତୃଗୃହ ଅନୁସାରେ ସେମାନଙ୍କ ମଧ୍ୟରୁ 35 ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ଵୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ, ସେମାନଙ୍କୁ ଗଣନା କଲେ । 36 ତହିଁରେ ସେମାନଙ୍କ ବଂଶାନୁସାରେ ଗଣିତ ଲୋକ ଦୁଇ ହଜାର ସାତ ଶହ ପଚାଶ ଜଣ ହେଲେ; 37 ଏମାନେ କହାତୀୟ ବଂଶର ଗଣିତ ଓ ସମାଗମ-ତମ୍ଵୁର ସେବାକର୍ମରେ ନିଯୁକ୍ତ ଲୋକ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଓ ହାରୋଣ ଏମାନଙ୍କୁ ଗଣନା କଲେ । 38 ପୁଣି ଗେର୍ଶୋନର ସନ୍ତାନଗଣ ମଧ୍ୟରେ ଯେଉଁମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଗଲେ, 39 ଅର୍ଥାତ୍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ଵୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ, 40 ସେମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଯାʼନ୍ତେ, ଦୁଇ ହଜାର ଛଅ ଶହ ତିରିଶ ଜଣ ହେଲେ । 41 ଏମାନେ ଗେର୍ଶୋନ-ସନ୍ତାନଗଣର ବଂଶରେ ଗଣିତ ଓ ସମାଗମ-ତମ୍ଵୁର ସେବାକର୍ମରେ ନିଯୁକ୍ତ ଲୋକ; ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏମାନଙ୍କୁ ଗଣନା କଲେ । 42 ଆଉ ମରାରି-ସନ୍ତାନଗଣର ବଂଶ ମଧ୍ୟରେ ଯେଉଁମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଗଲେ, 43 ଅର୍ଥାତ୍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ଵୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ, 44 ସେମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଯାʼନ୍ତେ, ତିନି ହଜାର ଦୁଇ ଶହ ଜଣ ହେଲେ । 45 ଏମାନେ ମରାରି ସନ୍ତାନଗଣ ବଂଶର ଗଣିତ ଲୋକ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଓ ହାରୋଣ ଏମାନଙ୍କୁ ଗଣନା କଲେ । 46 ଏହିରୂପେ ମୋଶା, ହାରୋଣ ଓ ଇସ୍ରାଏଲର ଅଧିପତିଗଣ ଦ୍ଵାରା ଯେଉଁ ଲେବୀୟ ଲୋକମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣିତ ହେଲେ, 47 ଅର୍ଥାତ୍ ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ଵୁରେ ସେବାକର୍ମରେ ଓ ଭାର ବହିବା କର୍ମରେ ନିଯୁକ୍ତ ହେଲେ, 48 ସେମାନେ ଗଣାଯାʼନ୍ତେ, ଆଠ ହଜାର ପାଞ୍ଚ ଶହ ଅଶୀ ଜଣ ହେଲେ । 49 ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ପ୍ରତ୍ୟେକେ ମୋଶାଙ୍କର ହସ୍ତ ଦ୍ଵାରା ଆପଣା ଆପଣା ସେବା ଓ ଭାର ବହିବା କର୍ମ ଅନୁସାରେ ଗଣିତ ହେଲେ; ଏହିରୂପେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତାଙ୍କ ଦ୍ଵାରା ସେମାନେ ଗଣିତ ହେଲେ ।
1 ଅନନ୍ତର ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, .::. 2 ତୁମ୍ଭେମାନେ ଲେବୀର ସନ୍ତାନଗଣ ମଧ୍ୟରୁ କହାତ- ସନ୍ତାନଗଣମାନଙ୍କର ବଂଶ ଓ ପିତୃଗୃହ ଅନୁସାରେ .::. 3 ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ଵୁରେ କାର୍ଯ୍ୟ କରିବାକୁ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କର । .::. 4 ସମାଗମ-ତମ୍ଵୁରେ ମହାପବିତ୍ର ଦ୍ରବ୍ୟାଦିର (ରକ୍ଷା) କହାତ-ସନ୍ତାନଗଣର ସେବା ଅଟେ । .::. 5 ଛାଉଣି ଅଗ୍ରସର ହେବା ବେଳେ ହାରୋଣ ଓ ତାହାର ପୁତ୍ରଗଣ ଭିତରେ ଯାଇ ଆଚ୍ଛାଦନର ବିଚ୍ଛେଦବସ୍ତ୍ର ନେଇ ସାକ୍ଷ୍ୟ-ସିନ୍ଦୁକ ଢାଙ୍କିବେ .::. 6 ଓ ତହିଁ ଉପରେ ଶିଶୁକଚର୍ମର ଆଚ୍ଛାଦନ ଦେବେ ଓ ତହିଁ ଉପରେ ସମ୍ପୂର୍ଣ୍ଣ ନୀଳବର୍ଣ୍ ଏକ ବସ୍ତ୍ର ଦେବେ, ତହିଁ ଉତ୍ତାରେ ତହିଁର ସାଙ୍ଗୀ ଲଗାଇବେ । .::. 7 ଅନନ୍ତର ସେମାନେ ଦର୍ଶନୀୟ ରୋଟୀର ମେଜ ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇବେ ଓ ତହିଁ ଉପରେ ଥାଳୀ ଓ ଚମସ ଓ ଗଡ଼ୁ ଓ ଢାଳିବା ପାତ୍ରସକଳ ରଖିବେ ଓ ତହିଁ ଉପରେ ନିତ୍ୟ ରୋଟୀ ରହିବ । .::. 8 ସେହି ସମସ୍ତର ଉପରେ ସେମାନେ ଏକ ସିନ୍ଦୂରବର୍ଣ୍ଣ ବସ୍ତ୍ର ବିଛାଇବେ ଓ ଶିଶୁକଚର୍ମର ଆଚ୍ଛାଦନ ଦେଇ ତାହା ଢାଙ୍କିବେ, ତହୁଁ ତହିଁର ସାଙ୍ଗୀ ଲଗାଇବେ । .::. 9 ଏଉତ୍ତାରେ ସେମାନେ ଏକ ନୀଳବର୍ଣ୍ଣ ବସ୍ତ୍ର ନେଇ ଆଲୁଅର ଦୀପବୃକ୍ଷ ଓ ତହିଁର ପ୍ରଦୀପ ଓ ଚିମୁଟା ଓ ଅଙ୍ଗାରଧାନୀ ଓ ତହିଁର ସେବାର୍ଥକ ସମସ୍ତ ତୈଳପାତ୍ର ଆଚ୍ଛାଦନ କରିବେ । .::. 10 ପୁଣି ସେମାନେ ତାହା ଓ ତହିଁର ସମସ୍ତ ପାତ୍ର ଶିଶୁକଚର୍ମର ଏକ ଆଚ୍ଛାଦନରେ ରଖି ଦୋଳା ଉପରେ ଥୋଇବେ । .::. 11 ପୁଣି ସେମାନେ ସ୍ଵର୍ଣ୍ଣମୟ ବେଦି ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇ ତାହା ଶିଶୁକଚର୍ମରେ ଢ଼ାଙ୍କିବେ ଓ ତହିଁରେ ସାଙ୍ଗୀ ଲଗାଇବେ । .::. 12 ଆଉ ସେମାନେ ପବିତ୍ର ସ୍ଥାନର ସେବାର୍ଥକ ସମସ୍ତ ପାତ୍ର ନେଇ ନୀଳବର୍ଣ୍ଣ ବସ୍ତ୍ର ମଧ୍ୟରେ ରଖିବେ ଓ ଶିଶୁକଚର୍ମର ଏକ ଆଚ୍ଛାଦନରେ ତାହା ଢାଙ୍କି ଦୋଳା ଉପରେ ରଖିବେ । .::. 13 ପୁଣି ସେମାନେ ବେଦିରୁ ଭସ୍ମ କାଢ଼ି ନେଇ ତହିଁ ଉପରେ ବାଇଗଣିଆ ବର୍ଣ୍ଣ ବସ୍ତ୍ର ବିଛାଇବେ । .::. 14 ଆଉ ତହିଁ ଉପରେ ସେମାନେ ଅଙ୍ଗାରଧାନୀ, ତ୍ରିଶୂଳ ଓ କରଚୁଲି ଓ କୁଣ୍ତ ପ୍ରଭୃତି ବେଦିର ସେବାର୍ଥକ ସମସ୍ତ ପାତ୍ର ରଖିବେ; ତହୁଁ ସେମାନେ ତହିଁ ଉପରେ ଶିଶୁକଚର୍ମର ଆଚ୍ଛାଦନ ଦେଇ ସାଙ୍ଗୀ ଲଗାଇବେ । .::. 15 ଏହିରୂପେ ଛାଉଣି ଅଗ୍ରସର ହେବା ବେଳେ ହାରୋଣ ଓ ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସ୍ଥାନର ସମସ୍ତ ଦ୍ରବ୍ୟ ଢାଙ୍କିବାର ଶେଷ କଲା ଉତ୍ତାରେ କହାତ୍-ସନ୍ତାନଗଣ ତାହା ବହିବା ପାଇଁ ଆସିବେ; ମାତ୍ର ସେମାନଙ୍କର ମୃତ୍ୟୁ ଯେପରି ନ ହୁଏ, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ସ୍ପର୍ଶ କରିବେ ନାହିଁ । ଏହା ହିଁ ସମାଗମ-ତମ୍ଵୁରେ କହାତ୍-ସନ୍ତାନଗଣର ଭାର ହେବ । .::. 16 ଆଉ ସମସ୍ତ ଆବାସର ଓ ତନ୍ମଧ୍ୟସ୍ଥିତ ସମସ୍ତ ଦ୍ରବ୍ୟର ଓ ପବିତ୍ର ସ୍ଥାନର ଓ ତହିଁରେ ସ୍ଥିତ ସମସ୍ତ ଦ୍ରବ୍ୟର ତତ୍ତ୍ଵାବଧାନ, ଅର୍ଥାତ୍, ଦୀପାର୍ଥକ ତୈଳ ଓ ଧୂପାର୍ଥକ ସୁଗନ୍ଧି ଦ୍ରବ୍ୟ ଓ ନିତ୍ୟ ଭକ୍ଷ୍ୟ-ନୈବେଦ୍ୟ ଓ ଅଭିଷେକାର୍ଥକ ତୈଳ, ଏହି ସବୁର ତତ୍ତ୍ଵାବଧାନ କାର୍ଯ୍ୟ ହାରୋଣଙ୍କ ପୁତ୍ର ଇଲୀୟାସର ଯାଜକର ହେବ । .::. 17 ଅନନ୍ତର ସଦାପ୍ରଭୁ ମୋଶା ହାରୋଣଙ୍କୁ କହିଲେ, .::. 18 ତୁମ୍ଭେମାନେ ଲେବୀୟମାନଙ୍କ ମଧ୍ୟରୁ କହାତ୍ ବଂଶୀୟ ଗୋଷ୍ଠୀକି ଉଚ୍ଛିନ୍ନ କର ନାହିଁ! .::. 19 ମାତ୍ର ସେମାନେ ମହାପବିତ୍ର ସ୍ଥାନର ନିକଟବର୍ତ୍ତୀ ହେଲା ବେଳେ ଯେପରି ନ ମରି ବଞ୍ଚନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କ ପ୍ରତି ଏରୂପ କରିବ; ହାରୋଣ ଓ ତାହାର ପୁତ୍ରଗଣ ଭିତରେ ଯାଇ ସେମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା ସେବାରେ ଓ ଭାରବହନରେ ନିଯୁକ୍ତ କରିବେ । .::. 20 ମାତ୍ର ସେମାନେ ଯେପରି ନ ମରନ୍ତି, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ଦେଖିବା ନିମନ୍ତେ ଏକ ନିମିଷ ପର୍ଯ୍ୟନ୍ତ ଭିତରକୁ ଯିବେ ନାହିଁ । .::. 21 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, .::. 22 ତୁମ୍ଭେ ଗେର୍ଶୋନ-ସନ୍ତାନଗଣର ପିତୃଗୃହ ଓ ବଂଶାନୁସାରେ ସେମାନଙ୍କର ସଂଖ୍ୟା ନିଅ; .::. 23 ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ଵୁରେ କାର୍ଯ୍ୟ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କର । .::. 24 ସେବା କରିବା ଓ ଭାର ବହିବା କାର୍ଯ୍ୟ ମଧ୍ୟରେ ଗେର୍ଶୋନୀୟ ବଂଶର ସେବା ଏହି; .::. 25 ସେମାନେ ଆବାସର ଯବନିକା ସକଳ ଓ ସମାଗମ-ତମ୍ଵୁ, ତହିଁର ଆଚ୍ଛାଦନ ଓ ତହିଁର ଉପରିସ୍ଥିତ ଶିଶୁକଚର୍ମର ଛାତ ଓ ସମାଗମ-ତମ୍ଵୁ ଦ୍ଵାରର ଆଚ୍ଛାଦନବସ୍ତ୍ର । .::. 26 ଆଉ ପ୍ରାଙ୍ଗଣର ପରଦାସକଳ ଓ ଆବାସର ଓ ବେଦିର ଚତୁର୍ଦ୍ଦିଗସ୍ଥିତ ପ୍ରାଙ୍ଗଣ ଦ୍ଵାରର ଆଚ୍ଛାଦନବସ୍ତ୍ର ଓ ତହିଁର ରଜ୍ଜୁ ଓ ତହିଁର ସେବାର୍ଥକ ସମସ୍ତ ଦ୍ରବ୍ୟ ବହିବେ ଓ ସେହି ସବୁରେ ଯେ ଯେ କାର୍ଯ୍ୟ କରିବାକୁ ହୁଏ, ତାହାସବୁ କରିବେ । .::. 27 ହାରୋଣ ଓ ତାଙ୍କର ପୁତ୍ରଗଣର ଆଜ୍ଞାନୁସାରେ ଗେର୍ଶୋନର ସନ୍ତାନଗଣ ଆପଣା ଆପଣା ଭାର ଓ ସେବା ସମ୍ଵନ୍ଧୀୟ ସମସ୍ତ କର୍ମ କରିବେ; ଆଉ ତୁମ୍ଭେମାନେ ରକ୍ଷଣୀୟ ବୋଲି ସେମାନଙ୍କ ସମସ୍ତ ଭାରରେ ସେମାନଙ୍କୁ ନିଯୁକ୍ତ କରିବ । .::. 28 ସମାଗମ-ତମ୍ଵୁରେ ଗେର୍ଶୋନୀୟ ସନ୍ତାନମାନଙ୍କ ବଂଶର ଏହି ସେବା; ପୁଣି ସେମାନଙ୍କ ରକ୍ଷଣୀୟ ହାରୋଣ ଯାଜକର ପୁତ୍ର ଈଥାମରର ହସ୍ତଗତ ହେବ । .::. 29 ଏଉତ୍ତାରେ ତୁମ୍ଭେ ମରାରି-ସନ୍ତାନଗଣର ବଂଶ ଓ ପିତୃଗୃହ ଅନୁସାରେ ସେମାନଙ୍କୁ ଗଣନା କରିବ । .::. 30 ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ଵୁରେ କାର୍ଯ୍ୟ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କରିବ । .::. 31 ପୁଣି ସମାଗମ-ତମ୍ଵୁରେ ସେମାନଙ୍କର ସମସ୍ତ ସେବାକର୍ମ ସମ୍ଵନ୍ଧୀୟ ଏହି ଏହି ଭାର ସେମାନଙ୍କର ରକ୍ଷଣୀୟ ହେବ; ଆବାସର ପଟା ଓ ତହିଁର ଅର୍ଗଳ ଓ ସ୍ତମ୍ଭ ଓ ଚୁଙ୍ଗୀସକଳ, .::. 32 ଓ ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥ ସ୍ତମ୍ଭ ଓ ତହିଁର ଚୁଙ୍ଗୀ ଓ ମେଖ ଓ ରଜ୍ଜୁ ଓ ତହିଁ ସମ୍ଵନ୍ଧୀୟ ସମସ୍ତ ଦ୍ରବ୍ୟ ଓ କାର୍ଯ୍ୟ; ତୁମ୍ଭେମାନେ ସେମାନଙ୍କ ରକ୍ଷଣୀୟ-ଭାର⇧ ଦ୍ରବ୍ୟାଦି ନାମ ଦ୍ଵାରା ନିରୂପଣ କରିବ । .::. 33 ସମାଗମ-ତମ୍ଵୁରେ ମରାରି-ସନ୍ତାନମାନଙ୍କ ବଂଶର ସମସ୍ତ ସେବା ସମ୍ଵନ୍ଧୀୟ ଏହି କାର୍ଯ୍ୟ; ଏହା ହାରୋଣ ଯାଜକର ପୁତ୍ର ଈଥାମରର ହସ୍ତଗତ ହେବ । .::. 34 ଅନନ୍ତର ମୋଶା ଓ ହାରୋଣ ଓ ମଣ୍ତଳୀର ଅଧିପତିଗଣ କହାତୀୟ ସନ୍ତାନମାନଙ୍କର ବଂଶ ଓ ପିତୃଗୃହ ଅନୁସାରେ ସେମାନଙ୍କ ମଧ୍ୟରୁ .::. 35 ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ଵୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ, ସେମାନଙ୍କୁ ଗଣନା କଲେ । .::. 36 ତହିଁରେ ସେମାନଙ୍କ ବଂଶାନୁସାରେ ଗଣିତ ଲୋକ ଦୁଇ ହଜାର ସାତ ଶହ ପଚାଶ ଜଣ ହେଲେ; .::. 37 ଏମାନେ କହାତୀୟ ବଂଶର ଗଣିତ ଓ ସମାଗମ-ତମ୍ଵୁର ସେବାକର୍ମରେ ନିଯୁକ୍ତ ଲୋକ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଓ ହାରୋଣ ଏମାନଙ୍କୁ ଗଣନା କଲେ । .::. 38 ପୁଣି ଗେର୍ଶୋନର ସନ୍ତାନଗଣ ମଧ୍ୟରେ ଯେଉଁମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଗଲେ, .::. 39 ଅର୍ଥାତ୍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ଵୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ, .::. 40 ସେମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଯାʼନ୍ତେ, ଦୁଇ ହଜାର ଛଅ ଶହ ତିରିଶ ଜଣ ହେଲେ । .::. 41 ଏମାନେ ଗେର୍ଶୋନ-ସନ୍ତାନଗଣର ବଂଶରେ ଗଣିତ ଓ ସମାଗମ-ତମ୍ଵୁର ସେବାକର୍ମରେ ନିଯୁକ୍ତ ଲୋକ; ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏମାନଙ୍କୁ ଗଣନା କଲେ । .::. 42 ଆଉ ମରାରି-ସନ୍ତାନଗଣର ବଂଶ ମଧ୍ୟରେ ଯେଉଁମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଗଲେ, .::. 43 ଅର୍ଥାତ୍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ଵୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ, .::. 44 ସେମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଯାʼନ୍ତେ, ତିନି ହଜାର ଦୁଇ ଶହ ଜଣ ହେଲେ । .::. 45 ଏମାନେ ମରାରି ସନ୍ତାନଗଣ ବଂଶର ଗଣିତ ଲୋକ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଓ ହାରୋଣ ଏମାନଙ୍କୁ ଗଣନା କଲେ । .::. 46 ଏହିରୂପେ ମୋଶା, ହାରୋଣ ଓ ଇସ୍ରାଏଲର ଅଧିପତିଗଣ ଦ୍ଵାରା ଯେଉଁ ଲେବୀୟ ଲୋକମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣିତ ହେଲେ, .::. 47 ଅର୍ଥାତ୍ ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ଵୁରେ ସେବାକର୍ମରେ ଓ ଭାର ବହିବା କର୍ମରେ ନିଯୁକ୍ତ ହେଲେ, .::. 48 ସେମାନେ ଗଣାଯାʼନ୍ତେ, ଆଠ ହଜାର ପାଞ୍ଚ ଶହ ଅଶୀ ଜଣ ହେଲେ । .::. 49 ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ପ୍ରତ୍ୟେକେ ମୋଶାଙ୍କର ହସ୍ତ ଦ୍ଵାରା ଆପଣା ଆପଣା ସେବା ଓ ଭାର ବହିବା କର୍ମ ଅନୁସାରେ ଗଣିତ ହେଲେ; ଏହିରୂପେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତାଙ୍କ ଦ୍ଵାରା ସେମାନେ ଗଣିତ ହେଲେ । .::.
  • ଗଣନା ପୁସ୍ତକ ଅଧ୍ୟାୟ 1  
  • ଗଣନା ପୁସ୍ତକ ଅଧ୍ୟାୟ 2  
  • ଗଣନା ପୁସ୍ତକ ଅଧ୍ୟାୟ 3  
  • ଗଣନା ପୁସ୍ତକ ଅଧ୍ୟାୟ 4  
  • ଗଣନା ପୁସ୍ତକ ଅଧ୍ୟାୟ 5  
  • ଗଣନା ପୁସ୍ତକ ଅଧ୍ୟାୟ 6  
  • ଗଣନା ପୁସ୍ତକ ଅଧ୍ୟାୟ 7  
  • ଗଣନା ପୁସ୍ତକ ଅଧ୍ୟାୟ 8  
  • ଗଣନା ପୁସ୍ତକ ଅଧ୍ୟାୟ 9  
  • ଗଣନା ପୁସ୍ତକ ଅଧ୍ୟାୟ 10  
  • ଗଣନା ପୁସ୍ତକ ଅଧ୍ୟାୟ 11  
  • ଗଣନା ପୁସ୍ତକ ଅଧ୍ୟାୟ 12  
  • ଗଣନା ପୁସ୍ତକ ଅଧ୍ୟାୟ 13  
  • ଗଣନା ପୁସ୍ତକ ଅଧ୍ୟାୟ 14  
  • ଗଣନା ପୁସ୍ତକ ଅଧ୍ୟାୟ 15  
  • ଗଣନା ପୁସ୍ତକ ଅଧ୍ୟାୟ 16  
  • ଗଣନା ପୁସ୍ତକ ଅଧ୍ୟାୟ 17  
  • ଗଣନା ପୁସ୍ତକ ଅଧ୍ୟାୟ 18  
  • ଗଣନା ପୁସ୍ତକ ଅଧ୍ୟାୟ 19  
  • ଗଣନା ପୁସ୍ତକ ଅଧ୍ୟାୟ 20  
  • ଗଣନା ପୁସ୍ତକ ଅଧ୍ୟାୟ 21  
  • ଗଣନା ପୁସ୍ତକ ଅଧ୍ୟାୟ 22  
  • ଗଣନା ପୁସ୍ତକ ଅଧ୍ୟାୟ 23  
  • ଗଣନା ପୁସ୍ତକ ଅଧ୍ୟାୟ 24  
  • ଗଣନା ପୁସ୍ତକ ଅଧ୍ୟାୟ 25  
  • ଗଣନା ପୁସ୍ତକ ଅଧ୍ୟାୟ 26  
  • ଗଣନା ପୁସ୍ତକ ଅଧ୍ୟାୟ 27  
  • ଗଣନା ପୁସ୍ତକ ଅଧ୍ୟାୟ 28  
  • ଗଣନା ପୁସ୍ତକ ଅଧ୍ୟାୟ 29  
  • ଗଣନା ପୁସ୍ତକ ଅଧ୍ୟାୟ 30  
  • ଗଣନା ପୁସ୍ତକ ଅଧ୍ୟାୟ 31  
  • ଗଣନା ପୁସ୍ତକ ଅଧ୍ୟାୟ 32  
  • ଗଣନା ପୁସ୍ତକ ଅଧ୍ୟାୟ 33  
  • ଗଣନା ପୁସ୍ତକ ଅଧ୍ୟାୟ 34  
  • ଗଣନା ପୁସ୍ତକ ଅଧ୍ୟାୟ 35  
  • ଗଣନା ପୁସ୍ତକ ଅଧ୍ୟାୟ 36  
×

Alert

×

Oriya Letters Keypad References