ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଦିତୀୟ ବଂଶାବଳୀ

ଦିତୀୟ ବଂଶାବଳୀ ଅଧ୍ୟାୟ 2

1 ଅନନ୍ତର ଶଲୋମନ ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଏକ ଗୃହ ଓ ଆପଣା ରାଜ୍ୟ ପାଇଁ ଏକ ଗୃହ ନିର୍ମାଣ କରିବାକୁ ମନସ୍ଥ କଲେ । 2 ପୁଣି ଶଲୋମନ ଭାରବହନାର୍ଥେ ସତୁରି ହଜାର ଲୋକ ଓ ପର୍ବତରେ ଅଶୀ ହଜାର କଟାଳି ଲୋକ ଓ ସେମାନଙ୍କ କାର୍ଯ୍ୟର ତତ୍ତ୍ଵାବଧାରଣ ନିମନ୍ତେ ତିନି ହଜାର ଛଅ ଶହ ଲୋକ ନିଯୁକ୍ତ କଲେ । 3 ଆଉ ଶଲୋମନ ସୋରର ରାଜ ହୂରମ୍ ନିକଟକୁ ଲୋକ ପଠାଇ କହିଲେ, ଆପଣ ମୋʼ ପିତା ଦାଉଦଙ୍କ ପ୍ରତି ଯେପରି ବ୍ୟବହାର କରିଥିଲେ ଓ ତାଙ୍କ ବସତି-ଗୃହର ନିର୍ମାଣ ନିମନ୍ତେ ଏରସକାଷ୍ଠ ପଠାଇଥିଲେ, ସେହିପରି ମୋʼ ପ୍ରତି ବ୍ୟବହାର କରନ୍ତୁ । 4 ଦେଖନ୍ତୁ, ମୁଁ ସଦାପ୍ରଭୁ ମୋʼ ପରମେଶ୍ଵରଙ୍କ ନାମ ନିମନ୍ତେ ଗୋଟିଏ ଗୃହ ନିର୍ମାଣ କରିବାକୁ ଉଦ୍ୟତ ଅଛି, ତାହାଙ୍କ ସମ୍ମୁଖରେ ସୁଗନ୍ଧି ଧୂପ ଜ୍ଵଳାଇବା ପାଇଁ ଓ ନିତ୍ୟ ଦର୍ଶନୀୟ ରୋଟୀ ପାଇଁ, ପ୍ରତି ପ୍ରଭାତରେ ଓ ସନ୍ଧ୍ୟାରେ, ବିଶ୍ରାମବାରରେ ଓ ଅମାବାସ୍ୟାରେ ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନିରୂପିତ ପର୍ବସବୁରେ ହୋମବଳି ନିମନ୍ତେ ତାହା ମୁଁ ପ୍ରତିଷ୍ଠା କରିବି । ଏହା ଇସ୍ରାଏଲ ପ୍ରତି ନିତ୍ୟ ଏକ ବିଧି ଅଟେ । 5 ଆଉ ମୁଁ ଯେଉଁ ଗୃହ ନିର୍ମାଣ କରିବି, ତାହା ବୃହତ ହେବ; କାରଣ ସମସ୍ତ ଦେବତାଠାରୁ ଆମ୍ଭମାନଙ୍କ ପରମେଶ୍ଵର ମହାନ ଅଟନ୍ତି । 6 ମାତ୍ର ତାହାଙ୍କ ନିମନ୍ତେ ଗୃହ ନିର୍ମାଣ କରିବାକୁ କିଏ ସମର୍ଥ? ଯେହେତୁ ସ୍ଵର୍ଗ ଓ ସ୍ଵର୍ଗର ସ୍ଵର୍ଗ ହିଁ ତାହାଙ୍କୁ ଧାରଣ କରି ନ ପାରେ; ତେବେ ମୁଁ କିଏ ଯେ, ତାହାଙ୍କ ପାଇଁ ଗୃହ ନିର୍ମାଣ କରିବି? କେବଳ ତାହାଙ୍କ ସମ୍ମୁଖରେ ଧୂପ ଜ୍ଵଳାଇବା ପାଇଁ ତାହା କରିବି । 7 ଏହେତୁ ମୋʼ ପିତା ଦାଉଦଙ୍କ ଦ୍ଵାରା ନିଯୁକ୍ତ ଯେଉଁ ନିପୁଣ ଲୋକମାନେ ଯିହୁଦାରେ ଓ ଯିରୂଶାଲମରେ ମୋʼ ନିକଟରେ ଅଛନ୍ତି, ସେମାନଙ୍କ ସଙ୍ଗେ ସୁନା ଓ ରୂପା ଓ ପିତ୍ତଳ ଓ ଲୁହା ଓ ଧୂମ୍ର ଓ ସିନ୍ଦୂର ଓ ନୀଳସୂତ୍ରର କର୍ମରେ ଓ ସର୍ବପ୍ରକାର ଖୋଦନ-କର୍ମରେ ନିପୁଣ ଏକ ଲୋକକୁ ମୋʼ କତିକି ପଠାଉନ୍ତୁ । 8 ଆହୁରି ଲିବାନୋନ୍ରୁ ଏରସ କାଷ୍ଠ ଓ ଦେବଦାରୁ କାଷ୍ଠ ଓ ଚନ୍ଦନ କାଷ୍ଠ ମୋʼ କତିକି ପଠାଉନ୍ତୁ; କାରଣ ମୁଁ ଜାଣେ, ଆପଣଙ୍କ ଦାସମାନେ ଲିବାନୋନ୍ରେ କାଷ୍ଠ କାଟିବାରେ ନିପୁଣ; 9 ଆଉ ଦେଖନ୍ତୁ, ମୋʼ ଦାସମାନେ ମଧ୍ୟ ପ୍ରଚୁର କାଷ୍ଠ ପ୍ରସ୍ତୁତ କରିବା ପାଇଁ ଆପଣଙ୍କ ଦାସମାନଙ୍କ ସଙ୍ଗେ ରହିବେ; ଯେହେତୁ ମୁଁ ଯେଉଁ ଗୃହ ନିର୍ମାଣ କରିବାକୁ ଉଦ୍ୟତ ଅଛି, ତାହା ଆଶ୍ଚର୍ଯ୍ୟ ଓ ବୃହତ ହେବ । 10 ଆଉ ଦେଖନ୍ତୁ, ମୁଁ ଆପଣଙ୍କ ଦାସ କାଠକଟାଳି-ମାନଙ୍କୁ କୋଡ଼ିଏ ହଜାର ମହଣ ମଳା ଗହମ ଓ କୋଡ଼ିଏ ହଜାର ମହଣ ଯବ ଓ କୋଡ଼ିଏ ହଜାର ମହଣ ଦ୍ରାକ୍ଷାରସ ଓ କୋଡ଼ିଏ ହଜାର ମହଣ ତୈଳ ଦେବି । 11 ତହିଁରେ ସୋରର ରାଜା ହୂରମ୍ ଶଲୋମନଙ୍କ ନିକଟକୁ ଏହି ଉତ୍ତର ଲେଖି ପଠାଇଲା, ସଦାପ୍ରଭୁ ଆପଣା ଲୋକମାନଙ୍କୁ ପ୍ରେମ କରନ୍ତି, ଏହେତୁ ସେମାନଙ୍କ ଉପରେ ସେ ତୁମ୍ଭକୁ ରାଜା କରିଅଛନ୍ତି । 12 ହୂରମ୍ ଆହୁରି କହିଲା, ସ୍ଵର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଧନ୍ୟ ହେଉନ୍ତୁ, ସେ ସଦାପ୍ରଭୁଙ୍କ ନିମନ୍ତେ ଏକ ଗୃହ ଓ ଆପଣା ରାଜ୍ୟ ନିମନ୍ତେ ଏକ ଗୃହ ନିର୍ମାଣ କରିବା ପାଇଁ ଦାଉଦ ରାଜାଙ୍କୁ ବୁଦ୍ଧି ଓ ବିବେଚନାବିଶିଷ୍ଟ ଏକ ଜ୍ଞାନବାନ ପୁତ୍ର ଦେଇଅଛନ୍ତି । 13 ଏବେ ମୁଁ ମୋʼ ପିତା ହୂରମ୍ଙ୍କର ଏକ ଜଣ ନିପୁଣ ବୁଦ୍ଧିମାନ ଲୋକ ପଠାଇଲି, 14 ସେ ଦାନ୍ବଂଶୀୟା ଏକ ସ୍ତ୍ରୀର ପୁତ୍ର, ତାହାର ପିତା ସୋରୀୟ ଲୋକ ଥିଲା, ସେ ସୁନା, ରୂପା, ପିତ୍ତଳ, ଲୁହା, ପ୍ରସ୍ତର, କାଷ୍ଠ ଓ ଧୂମ, ନୀଳ, କ୍ଷୌମ ଓ ସିନ୍ଦୂରବର୍ଣ୍ଣ ସୂତ୍ରର କାର୍ଯ୍ୟରେ, ମଧ୍ୟ ସର୍ବପ୍ରକାର ଖୋଦନ କାର୍ଯ୍ୟ ଓ ସର୍ବପ୍ରକାର କଳ୍ପନାର କାର୍ଯ୍ୟ କରିବାକୁ ନିପୁଣ; ତାହାକୁ ଆପଣଙ୍କ ନିପୁଣ ଲୋକମାନଙ୍କ ମଧ୍ୟରେ ଓ ଆପଣଙ୍କ ପିତା ମୋʼ ପ୍ରଭୁ ଦାଉଦଙ୍କ ନିପୁଣ ଲୋକମାନଙ୍କ ମଧ୍ୟରେ ସ୍ଥାନ ଦିଆଯାଉ । 15 ଏହେତୁ ମୋʼ ପ୍ରଭୁ ଯେଉଁ ଗହମ ଓ ଯବ, ତୈଳ ଓ ଦ୍ରାକ୍ଷାରସ ବିଷୟ କହିଅଛନ୍ତି, ତାହା ସେ ଆପଣା ଦାସମାନଙ୍କ ନିକଟକୁ ପଠାଇ ଦେଉନ୍ତୁ; 16 ତହିଁରେ ଆପଣଙ୍କ ଯେତେ କାଷ୍ଠ ପ୍ରୟୋଜନ ହେବ, ତାହା ଆମ୍ଭେମାନେ ଲିବାନୋନ୍ରୁ କାଟିବୁ; ଆଉ ଆମ୍ଭେମାନେ ଭେଳା ବାନ୍ଧି ସମୁଦ୍ରପଥରେ ଯାଫୋରେ ଆପଣଙ୍କ ନିକଟରେ ପହୁଞ୍ଚାଇ ଦେବୁ; ତହୁଁ ଆପଣ ତାହା ଯିରୂଶାଲମକୁ ନେଇ ଯିବେ । 17 ଅନନ୍ତର ଶଲୋମନ ଆପଣା ପିତା ଦାଉଦଙ୍କର କୃତ ଗଣନା ଉତ୍ତାରେ ଇସ୍ରାଏଲ ଦେଶରେ ପ୍ରବାସକାରୀ ବିଦେଶୀ ସମସ୍ତଙ୍କୁ ଗଣନା କଲେ; ତହିଁରେ ଏକ ଲକ୍ଷ ତେପନ ହଜାର ଛଅ ଶହ ଲୋକ ମିଳିଲେ । 18 ତହୁଁ ସେ ସେମାନଙ୍କ ମଧ୍ୟରୁ ଭାର ବହିବା ପାଇଁ ସତୁରି ହଜାର ଲୋକ ଓ ପର୍ବତରେ ଅଶୀ ହଜାର କଟାଳି ଲୋକ ଓ ଲୋକମାନଙ୍କୁ କାର୍ଯ୍ୟ କରାଇବା ପାଇଁ ତିନି ହଜାର ଛଅ ଶହ କାର୍ଯ୍ୟଶାସକ ନିଯୁକ୍ତ କଲେ ।
1. ଅନନ୍ତର ଶଲୋମନ ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଏକ ଗୃହ ଓ ଆପଣା ରାଜ୍ୟ ପାଇଁ ଏକ ଗୃହ ନିର୍ମାଣ କରିବାକୁ ମନସ୍ଥ କଲେ । 2. ପୁଣି ଶଲୋମନ ଭାରବହନାର୍ଥେ ସତୁରି ହଜାର ଲୋକ ଓ ପର୍ବତରେ ଅଶୀ ହଜାର କଟାଳି ଲୋକ ଓ ସେମାନଙ୍କ କାର୍ଯ୍ୟର ତତ୍ତ୍ଵାବଧାରଣ ନିମନ୍ତେ ତିନି ହଜାର ଛଅ ଶହ ଲୋକ ନିଯୁକ୍ତ କଲେ । 3. ଆଉ ଶଲୋମନ ସୋରର ରାଜ ହୂରମ୍ ନିକଟକୁ ଲୋକ ପଠାଇ କହିଲେ, ଆପଣ ମୋʼ ପିତା ଦାଉଦଙ୍କ ପ୍ରତି ଯେପରି ବ୍ୟବହାର କରିଥିଲେ ଓ ତାଙ୍କ ବସତି-ଗୃହର ନିର୍ମାଣ ନିମନ୍ତେ ଏରସକାଷ୍ଠ ପଠାଇଥିଲେ, ସେହିପରି ମୋʼ ପ୍ରତି ବ୍ୟବହାର କରନ୍ତୁ । 4. ଦେଖନ୍ତୁ, ମୁଁ ସଦାପ୍ରଭୁ ମୋʼ ପରମେଶ୍ଵରଙ୍କ ନାମ ନିମନ୍ତେ ଗୋଟିଏ ଗୃହ ନିର୍ମାଣ କରିବାକୁ ଉଦ୍ୟତ ଅଛି, ତାହାଙ୍କ ସମ୍ମୁଖରେ ସୁଗନ୍ଧି ଧୂପ ଜ୍ଵଳାଇବା ପାଇଁ ଓ ନିତ୍ୟ ଦର୍ଶନୀୟ ରୋଟୀ ପାଇଁ, ପ୍ରତି ପ୍ରଭାତରେ ଓ ସନ୍ଧ୍ୟାରେ, ବିଶ୍ରାମବାରରେ ଓ ଅମାବାସ୍ୟାରେ ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନିରୂପିତ ପର୍ବସବୁରେ ହୋମବଳି ନିମନ୍ତେ ତାହା ମୁଁ ପ୍ରତିଷ୍ଠା କରିବି । ଏହା ଇସ୍ରାଏଲ ପ୍ରତି ନିତ୍ୟ ଏକ ବିଧି ଅଟେ । 5. ଆଉ ମୁଁ ଯେଉଁ ଗୃହ ନିର୍ମାଣ କରିବି, ତାହା ବୃହତ ହେବ; କାରଣ ସମସ୍ତ ଦେବତାଠାରୁ ଆମ୍ଭମାନଙ୍କ ପରମେଶ୍ଵର ମହାନ ଅଟନ୍ତି । 6. ମାତ୍ର ତାହାଙ୍କ ନିମନ୍ତେ ଗୃହ ନିର୍ମାଣ କରିବାକୁ କିଏ ସମର୍ଥ? ଯେହେତୁ ସ୍ଵର୍ଗ ଓ ସ୍ଵର୍ଗର ସ୍ଵର୍ଗ ହିଁ ତାହାଙ୍କୁ ଧାରଣ କରି ନ ପାରେ; ତେବେ ମୁଁ କିଏ ଯେ, ତାହାଙ୍କ ପାଇଁ ଗୃହ ନିର୍ମାଣ କରିବି? କେବଳ ତାହାଙ୍କ ସମ୍ମୁଖରେ ଧୂପ ଜ୍ଵଳାଇବା ପାଇଁ ତାହା କରିବି । 7. ଏହେତୁ ମୋʼ ପିତା ଦାଉଦଙ୍କ ଦ୍ଵାରା ନିଯୁକ୍ତ ଯେଉଁ ନିପୁଣ ଲୋକମାନେ ଯିହୁଦାରେ ଓ ଯିରୂଶାଲମରେ ମୋʼ ନିକଟରେ ଅଛନ୍ତି, ସେମାନଙ୍କ ସଙ୍ଗେ ସୁନା ଓ ରୂପା ଓ ପିତ୍ତଳ ଓ ଲୁହା ଓ ଧୂମ୍ର ଓ ସିନ୍ଦୂର ଓ ନୀଳସୂତ୍ରର କର୍ମରେ ଓ ସର୍ବପ୍ରକାର ଖୋଦନ-କର୍ମରେ ନିପୁଣ ଏକ ଲୋକକୁ ମୋʼ କତିକି ପଠାଉନ୍ତୁ । 8. ଆହୁରି ଲିବାନୋନ୍ରୁ ଏରସ କାଷ୍ଠ ଓ ଦେବଦାରୁ କାଷ୍ଠ ଓ ଚନ୍ଦନ କାଷ୍ଠ ମୋʼ କତିକି ପଠାଉନ୍ତୁ; କାରଣ ମୁଁ ଜାଣେ, ଆପଣଙ୍କ ଦାସମାନେ ଲିବାନୋନ୍ରେ କାଷ୍ଠ କାଟିବାରେ ନିପୁଣ; 9. ଆଉ ଦେଖନ୍ତୁ, ମୋʼ ଦାସମାନେ ମଧ୍ୟ ପ୍ରଚୁର କାଷ୍ଠ ପ୍ରସ୍ତୁତ କରିବା ପାଇଁ ଆପଣଙ୍କ ଦାସମାନଙ୍କ ସଙ୍ଗେ ରହିବେ; ଯେହେତୁ ମୁଁ ଯେଉଁ ଗୃହ ନିର୍ମାଣ କରିବାକୁ ଉଦ୍ୟତ ଅଛି, ତାହା ଆଶ୍ଚର୍ଯ୍ୟ ଓ ବୃହତ ହେବ । 10. ଆଉ ଦେଖନ୍ତୁ, ମୁଁ ଆପଣଙ୍କ ଦାସ କାଠକଟାଳି-ମାନଙ୍କୁ କୋଡ଼ିଏ ହଜାର ମହଣ ମଳା ଗହମ ଓ କୋଡ଼ିଏ ହଜାର ମହଣ ଯବ ଓ କୋଡ଼ିଏ ହଜାର ମହଣ ଦ୍ରାକ୍ଷାରସ ଓ କୋଡ଼ିଏ ହଜାର ମହଣ ତୈଳ ଦେବି । 11. ତହିଁରେ ସୋରର ରାଜା ହୂରମ୍ ଶଲୋମନଙ୍କ ନିକଟକୁ ଏହି ଉତ୍ତର ଲେଖି ପଠାଇଲା, ସଦାପ୍ରଭୁ ଆପଣା ଲୋକମାନଙ୍କୁ ପ୍ରେମ କରନ୍ତି, ଏହେତୁ ସେମାନଙ୍କ ଉପରେ ସେ ତୁମ୍ଭକୁ ରାଜା କରିଅଛନ୍ତି । 12. ହୂରମ୍ ଆହୁରି କହିଲା, ସ୍ଵର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଧନ୍ୟ ହେଉନ୍ତୁ, ସେ ସଦାପ୍ରଭୁଙ୍କ ନିମନ୍ତେ ଏକ ଗୃହ ଓ ଆପଣା ରାଜ୍ୟ ନିମନ୍ତେ ଏକ ଗୃହ ନିର୍ମାଣ କରିବା ପାଇଁ ଦାଉଦ ରାଜାଙ୍କୁ ବୁଦ୍ଧି ଓ ବିବେଚନାବିଶିଷ୍ଟ ଏକ ଜ୍ଞାନବାନ ପୁତ୍ର ଦେଇଅଛନ୍ତି । 13. ଏବେ ମୁଁ ମୋʼ ପିତା ହୂରମ୍ଙ୍କର ଏକ ଜଣ ନିପୁଣ ବୁଦ୍ଧିମାନ ଲୋକ ପଠାଇଲି, 14. ସେ ଦାନ୍ବଂଶୀୟା ଏକ ସ୍ତ୍ରୀର ପୁତ୍ର, ତାହାର ପିତା ସୋରୀୟ ଲୋକ ଥିଲା, ସେ ସୁନା, ରୂପା, ପିତ୍ତଳ, ଲୁହା, ପ୍ରସ୍ତର, କାଷ୍ଠ ଓ ଧୂମ, ନୀଳ, କ୍ଷୌମ ଓ ସିନ୍ଦୂରବର୍ଣ୍ଣ ସୂତ୍ରର କାର୍ଯ୍ୟରେ, ମଧ୍ୟ ସର୍ବପ୍ରକାର ଖୋଦନ କାର୍ଯ୍ୟ ଓ ସର୍ବପ୍ରକାର କଳ୍ପନାର କାର୍ଯ୍ୟ କରିବାକୁ ନିପୁଣ; ତାହାକୁ ଆପଣଙ୍କ ନିପୁଣ ଲୋକମାନଙ୍କ ମଧ୍ୟରେ ଓ ଆପଣଙ୍କ ପିତା ମୋʼ ପ୍ରଭୁ ଦାଉଦଙ୍କ ନିପୁଣ ଲୋକମାନଙ୍କ ମଧ୍ୟରେ ସ୍ଥାନ ଦିଆଯାଉ । 15. ଏହେତୁ ମୋʼ ପ୍ରଭୁ ଯେଉଁ ଗହମ ଓ ଯବ, ତୈଳ ଓ ଦ୍ରାକ୍ଷାରସ ବିଷୟ କହିଅଛନ୍ତି, ତାହା ସେ ଆପଣା ଦାସମାନଙ୍କ ନିକଟକୁ ପଠାଇ ଦେଉନ୍ତୁ; 16. ତହିଁରେ ଆପଣଙ୍କ ଯେତେ କାଷ୍ଠ ପ୍ରୟୋଜନ ହେବ, ତାହା ଆମ୍ଭେମାନେ ଲିବାନୋନ୍ରୁ କାଟିବୁ; ଆଉ ଆମ୍ଭେମାନେ ଭେଳା ବାନ୍ଧି ସମୁଦ୍ରପଥରେ ଯାଫୋରେ ଆପଣଙ୍କ ନିକଟରେ ପହୁଞ୍ଚାଇ ଦେବୁ; ତହୁଁ ଆପଣ ତାହା ଯିରୂଶାଲମକୁ ନେଇ ଯିବେ । 17. ଅନନ୍ତର ଶଲୋମନ ଆପଣା ପିତା ଦାଉଦଙ୍କର କୃତ ଗଣନା ଉତ୍ତାରେ ଇସ୍ରାଏଲ ଦେଶରେ ପ୍ରବାସକାରୀ ବିଦେଶୀ ସମସ୍ତଙ୍କୁ ଗଣନା କଲେ; ତହିଁରେ ଏକ ଲକ୍ଷ ତେପନ ହଜାର ଛଅ ଶହ ଲୋକ ମିଳିଲେ । 18. ତହୁଁ ସେ ସେମାନଙ୍କ ମଧ୍ୟରୁ ଭାର ବହିବା ପାଇଁ ସତୁରି ହଜାର ଲୋକ ଓ ପର୍ବତରେ ଅଶୀ ହଜାର କଟାଳି ଲୋକ ଓ ଲୋକମାନଙ୍କୁ କାର୍ଯ୍ୟ କରାଇବା ପାଇଁ ତିନି ହଜାର ଛଅ ଶହ କାର୍ଯ୍ୟଶାସକ ନିଯୁକ୍ତ କଲେ ।
  • ଦିତୀୟ ବଂଶାବଳୀ ଅଧ୍ୟାୟ 1  
  • ଦିତୀୟ ବଂଶାବଳୀ ଅଧ୍ୟାୟ 2  
  • ଦିତୀୟ ବଂଶାବଳୀ ଅଧ୍ୟାୟ 3  
  • ଦିତୀୟ ବଂଶାବଳୀ ଅଧ୍ୟାୟ 4  
  • ଦିତୀୟ ବଂଶାବଳୀ ଅଧ୍ୟାୟ 5  
  • ଦିତୀୟ ବଂଶାବଳୀ ଅଧ୍ୟାୟ 6  
  • ଦିତୀୟ ବଂଶାବଳୀ ଅଧ୍ୟାୟ 7  
  • ଦିତୀୟ ବଂଶାବଳୀ ଅଧ୍ୟାୟ 8  
  • ଦିତୀୟ ବଂଶାବଳୀ ଅଧ୍ୟାୟ 9  
  • ଦିତୀୟ ବଂଶାବଳୀ ଅଧ୍ୟାୟ 10  
  • ଦିତୀୟ ବଂଶାବଳୀ ଅଧ୍ୟାୟ 11  
  • ଦିତୀୟ ବଂଶାବଳୀ ଅଧ୍ୟାୟ 12  
  • ଦିତୀୟ ବଂଶାବଳୀ ଅଧ୍ୟାୟ 13  
  • ଦିତୀୟ ବଂଶାବଳୀ ଅଧ୍ୟାୟ 14  
  • ଦିତୀୟ ବଂଶାବଳୀ ଅଧ୍ୟାୟ 15  
  • ଦିତୀୟ ବଂଶାବଳୀ ଅଧ୍ୟାୟ 16  
  • ଦିତୀୟ ବଂଶାବଳୀ ଅଧ୍ୟାୟ 17  
  • ଦିତୀୟ ବଂଶାବଳୀ ଅଧ୍ୟାୟ 18  
  • ଦିତୀୟ ବଂଶାବଳୀ ଅଧ୍ୟାୟ 19  
  • ଦିତୀୟ ବଂଶାବଳୀ ଅଧ୍ୟାୟ 20  
  • ଦିତୀୟ ବଂଶାବଳୀ ଅଧ୍ୟାୟ 21  
  • ଦିତୀୟ ବଂଶାବଳୀ ଅଧ୍ୟାୟ 22  
  • ଦିତୀୟ ବଂଶାବଳୀ ଅଧ୍ୟାୟ 23  
  • ଦିତୀୟ ବଂଶାବଳୀ ଅଧ୍ୟାୟ 24  
  • ଦିତୀୟ ବଂଶାବଳୀ ଅଧ୍ୟାୟ 25  
  • ଦିତୀୟ ବଂଶାବଳୀ ଅଧ୍ୟାୟ 26  
  • ଦିତୀୟ ବଂଶାବଳୀ ଅଧ୍ୟାୟ 27  
  • ଦିତୀୟ ବଂଶାବଳୀ ଅଧ୍ୟାୟ 28  
  • ଦିତୀୟ ବଂଶାବଳୀ ଅଧ୍ୟାୟ 29  
  • ଦିତୀୟ ବଂଶାବଳୀ ଅଧ୍ୟାୟ 30  
  • ଦିତୀୟ ବଂଶାବଳୀ ଅଧ୍ୟାୟ 31  
  • ଦିତୀୟ ବଂଶାବଳୀ ଅଧ୍ୟାୟ 32  
  • ଦିତୀୟ ବଂଶାବଳୀ ଅଧ୍ୟାୟ 33  
  • ଦିତୀୟ ବଂଶାବଳୀ ଅଧ୍ୟାୟ 34  
  • ଦିତୀୟ ବଂଶାବଳୀ ଅଧ୍ୟାୟ 35  
  • ଦିତୀୟ ବଂଶାବଳୀ ଅଧ୍ୟାୟ 36  
×

Alert

×

Oriya Letters Keypad References