ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆଦି ପୁସ୍ତକ

ଆଦି ପୁସ୍ତକ ଅଧ୍ୟାୟ 16

1 ଅବ୍ରାମଙ୍କର ଭାର୍ଯ୍ୟା ସାରୀ ନିଃସନ୍ତାନା ଥିଲେ, ପୁଣି ହାଗାର ନାମ୍ନୀ ତାଙ୍କର ଏକ ମିସରୀୟା ଦାସୀ ଥିଲା । 2 ତହିଁରେ ସାରୀ ଅବ୍ରାମଙ୍କୁ କହିଲେ, ଦେଖ, ସଦାପ୍ରଭୁ ମୋତେ ବନ୍ଧ୍ୟା କରିଅଛନ୍ତି; ଏଣୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଏହି ଦାସୀର ସହବାସ କର; କେଜାଣି ମୁଁ ଏହା ଯୋଗୁଁ ପୁତ୍ର ପାଇ ପାରିବି । ତେବେ ଅବ୍ରାମ ସାରୀଙ୍କର ବାକ୍ୟରେ ସମ୍ମତ ହେଲେ । 3 ଅବ୍ରାମ କିଣାନ ଦେଶରେ ଦଶ ବର୍ଷ ବାସ କଲା ଉତ୍ତାରେ ତାଙ୍କର ଭାର୍ଯ୍ୟା ସାରୀ ଆପଣା ମିସରୀୟା ଦାସୀ ହାଗାରକୁ ନେଇ ଆପଣା ସ୍ଵାମୀ ଅବ୍ରାମ ସହିତ ବିବାହ ଦେଲେ । 4 ଅନନ୍ତର ଅବ୍ରାମ ହାଗାରର ସହବାସ କରନ୍ତେ, ସେ ଗର୍ଭବତୀ ହେଲା; ପୁଣି ଆପଣାର ଗର୍ଭ ହୋଇଅଛି, ଏହା ଜାଣି ସେ ନିଜ ସାଆନ୍ତାଣୀଙ୍କୁ ତୁଚ୍ଛ ଜ୍ଞାନ କରିବାକୁ ଲାଗିଲା । 5 ତହିଁରେ ସାରୀ ଅବ୍ରାମଙ୍କୁ କହିଲେ, ମୋʼ ପ୍ରତି ଏହି ଅନ୍ୟାୟର ଫଳ ତୁମ୍ଭର ହେଉ; ମୁଁ ଆପଣାର ଯେଉଁ ଦାସୀକି ତୁମ୍ଭ କ୍ରୋଡ଼ରେ ଦେଇଅଛି, ସେ ଏବେ ଆପଣାର ଗର୍ଭ ଜାଣି ମୋତେ ତୁଚ୍ଛ ଜ୍ଞାନ କରୁଅଛି; ସଦାପ୍ରଭୁ ତୁମ୍ଭର ଓ ମୋହର ବିଚାର କରନ୍ତୁ । 6 ତହିଁରେ ଅବ୍ରାମ ସାରୀଙ୍କୁ କହିଲେ, ଦେଖ, ତୁମ୍ଭର ଦାସୀ ତୁମ୍ଭ ହାତରେ ଅଛି; ତୁମ୍ଭକୁ ଯାହା ଭଲ ଦିଶେ, ତାହା ତାʼ ପ୍ରତି କର । ତହିଁରେ ସାରୀ ହାଗାର ପ୍ରତି କଠିନ ବ୍ୟବହାର କରନ୍ତେ, ସେ ତାଙ୍କ ପାଖରୁ ପଳାଇଗଲା । 7 ଅନନ୍ତର ସଦାପ୍ରଭୁଙ୍କ ଦୂତ ପ୍ରାନ୍ତର ମଧ୍ୟରେ ଗୋଟିଏ ନିର୍ଝର ନିକଟରେ, ଅର୍ଥାତ୍, ଶୂରର ପଥରେ ଯେଉଁ ନିର୍ଝର ଅଛି, ତହିଁ ନିକଟରେ ତାହାକୁ ଦେଖି କହିଲେ, 8 ଆଗୋ ସାରୀର ଦାସୀ ହାଗାର, ତୁମ୍ଭେ କେଉଁଠାରୁ ଆସିଲ? ପୁଣି କେଉଁଠାକୁ ଯିବ? ତହିଁରେ ସେ କହିଲା, ମୁଁ ଆପଣା ସାଆନ୍ତାଣୀ ସାରୀ ନିକଟରୁ ପଳାଉଅଛି । 9 ସେତେବେଳେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, ତୁମ୍ଭେ ଆପଣା ସାଆନ୍ତାଣୀ ନିକଟକୁ ଫେରି ଯାଇ ନମ୍ର ଭାବରେ ତାଙ୍କର ହସ୍ତର ବଶୀଭୂତା ହୁଅ । 10 ସଦାପ୍ରଭୁଙ୍କ ଦୂତ ଆହୁରି କହିଲେ, ଆମ୍ଭେ ତୁମ୍ଭ ବଂଶ ଏପରି ବୃଦ୍ଧି କରିବା, ଯେ ବାହୁଲ୍ୟ ହେତୁରୁ ତାହା ଅଗଣ୍ୟ ହେବ । 11 ସଦାପ୍ରଭୁଙ୍କ ଦୂତ ଆହୁରି କହିଲେ, ଦେଖ, ତୁମ୍ଭର ଗର୍ଭ ହୋଇଅଛି, ତୁମ୍ଭେ ପୁତ୍ର ପ୍ରସବ କରିବ, ତାହାର ନାମ ଇଶ୍ମାଏଲ (ଅର୍ଥାତ୍, ପରମେଶ୍ଵର ଶୁଣନ୍ତି) ଦେବ, ଯେହେତୁ ସଦାପ୍ରଭୁ ତୁମ୍ଭ ଦୁଃଖ ଶୁଣିଲେ । 12 ପୁଣି ସେ ମନୁଷ୍ୟମାନଙ୍କ ମଧ୍ୟରେ ବନ ଗର୍ଦ୍ଦଭ ସ୍ଵରୂପ ହେବ, ତାହାର ହସ୍ତ ସମସ୍ତଙ୍କ ବିରୁଦ୍ଧରେ ଓ ସମସ୍ତଙ୍କ ହସ୍ତ ତାହାର ବିରୁଦ୍ଧରେ ଥିବ, ପୁଣି ସେ ଆପଣା ଭାଇମାନଙ୍କ ସମ୍ମୁଖରେ ବାସ କରିବ । 13 ଆଉ ହାଗାର ଆପଣା ସହିତ କଥାବାର୍ତ୍ତାକାରୀ ସଦାପ୍ରଭୁଙ୍କର ଏହି ନାମ ରଖିଲା, ଯଥା, ମଦ୍ଦର୍ଶକ ପରମେଶ୍ଵର, (ହେ ପରମେଶ୍ଵର, ତୁମ୍ଭେ ମୋତେ ଦେଖୁଅଛ); ଯେହେତୁ ସେ କହିଲା, ଯେ ମୋତେ ଦେଖନ୍ତି, ତାଙ୍କ ଦର୍ଶନ ଉତ୍ତାରେ ମୁଁ କି ଏଠାରେ ଆହୁରି ବଞ୍ଚିଛି! 14 ଏଣୁ ସେହି କୂପର ନାମ ବେର-ଲହୟ-ରୋୟୀ (ଅର୍ଥାତ୍, ଦର୍ଶନାନ୍ତେ ଜୀବନକୂପ) ରଖାଗଲା । ସେହି କୂପ କାଦେଶ ଓ ବେରଦ ମଧ୍ୟରେ ଅଛି । 15 ଅନନ୍ତର ହାଗାର ଅବ୍ରାମଙ୍କ ନିମନ୍ତେ ପୁତ୍ର ପ୍ରସବ କରନ୍ତେ, ଅବ୍ରାମ ହାଗାରଠାରୁ ଜାତ ଆପଣାର ସେହି ପୁତ୍ରର ନାମ ଇଶ୍ମାଏଲ ଦେଲେ । 16 ଅବ୍ରାମଙ୍କର ଛୟାଅଶୀ ବର୍ଷ ବୟସରେ ହାଗାର ଅବ୍ରାମଙ୍କ ନିମନ୍ତେ ଇଶ୍ମାଏଲକୁ ପ୍ରସବ କଲା ।
1 ଅବ୍ରାମଙ୍କର ଭାର୍ଯ୍ୟା ସାରୀ ନିଃସନ୍ତାନା ଥିଲେ, ପୁଣି ହାଗାର ନାମ୍ନୀ ତାଙ୍କର ଏକ ମିସରୀୟା ଦାସୀ ଥିଲା । .::. 2 ତହିଁରେ ସାରୀ ଅବ୍ରାମଙ୍କୁ କହିଲେ, ଦେଖ, ସଦାପ୍ରଭୁ ମୋତେ ବନ୍ଧ୍ୟା କରିଅଛନ୍ତି; ଏଣୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଏହି ଦାସୀର ସହବାସ କର; କେଜାଣି ମୁଁ ଏହା ଯୋଗୁଁ ପୁତ୍ର ପାଇ ପାରିବି । ତେବେ ଅବ୍ରାମ ସାରୀଙ୍କର ବାକ୍ୟରେ ସମ୍ମତ ହେଲେ । .::. 3 ଅବ୍ରାମ କିଣାନ ଦେଶରେ ଦଶ ବର୍ଷ ବାସ କଲା ଉତ୍ତାରେ ତାଙ୍କର ଭାର୍ଯ୍ୟା ସାରୀ ଆପଣା ମିସରୀୟା ଦାସୀ ହାଗାରକୁ ନେଇ ଆପଣା ସ୍ଵାମୀ ଅବ୍ରାମ ସହିତ ବିବାହ ଦେଲେ । .::. 4 ଅନନ୍ତର ଅବ୍ରାମ ହାଗାରର ସହବାସ କରନ୍ତେ, ସେ ଗର୍ଭବତୀ ହେଲା; ପୁଣି ଆପଣାର ଗର୍ଭ ହୋଇଅଛି, ଏହା ଜାଣି ସେ ନିଜ ସାଆନ୍ତାଣୀଙ୍କୁ ତୁଚ୍ଛ ଜ୍ଞାନ କରିବାକୁ ଲାଗିଲା । .::. 5 ତହିଁରେ ସାରୀ ଅବ୍ରାମଙ୍କୁ କହିଲେ, ମୋʼ ପ୍ରତି ଏହି ଅନ୍ୟାୟର ଫଳ ତୁମ୍ଭର ହେଉ; ମୁଁ ଆପଣାର ଯେଉଁ ଦାସୀକି ତୁମ୍ଭ କ୍ରୋଡ଼ରେ ଦେଇଅଛି, ସେ ଏବେ ଆପଣାର ଗର୍ଭ ଜାଣି ମୋତେ ତୁଚ୍ଛ ଜ୍ଞାନ କରୁଅଛି; ସଦାପ୍ରଭୁ ତୁମ୍ଭର ଓ ମୋହର ବିଚାର କରନ୍ତୁ । .::. 6 ତହିଁରେ ଅବ୍ରାମ ସାରୀଙ୍କୁ କହିଲେ, ଦେଖ, ତୁମ୍ଭର ଦାସୀ ତୁମ୍ଭ ହାତରେ ଅଛି; ତୁମ୍ଭକୁ ଯାହା ଭଲ ଦିଶେ, ତାହା ତାʼ ପ୍ରତି କର । ତହିଁରେ ସାରୀ ହାଗାର ପ୍ରତି କଠିନ ବ୍ୟବହାର କରନ୍ତେ, ସେ ତାଙ୍କ ପାଖରୁ ପଳାଇଗଲା । .::. 7 ଅନନ୍ତର ସଦାପ୍ରଭୁଙ୍କ ଦୂତ ପ୍ରାନ୍ତର ମଧ୍ୟରେ ଗୋଟିଏ ନିର୍ଝର ନିକଟରେ, ଅର୍ଥାତ୍, ଶୂରର ପଥରେ ଯେଉଁ ନିର୍ଝର ଅଛି, ତହିଁ ନିକଟରେ ତାହାକୁ ଦେଖି କହିଲେ, .::. 8 ଆଗୋ ସାରୀର ଦାସୀ ହାଗାର, ତୁମ୍ଭେ କେଉଁଠାରୁ ଆସିଲ? ପୁଣି କେଉଁଠାକୁ ଯିବ? ତହିଁରେ ସେ କହିଲା, ମୁଁ ଆପଣା ସାଆନ୍ତାଣୀ ସାରୀ ନିକଟରୁ ପଳାଉଅଛି । .::. 9 ସେତେବେଳେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, ତୁମ୍ଭେ ଆପଣା ସାଆନ୍ତାଣୀ ନିକଟକୁ ଫେରି ଯାଇ ନମ୍ର ଭାବରେ ତାଙ୍କର ହସ୍ତର ବଶୀଭୂତା ହୁଅ । .::. 10 ସଦାପ୍ରଭୁଙ୍କ ଦୂତ ଆହୁରି କହିଲେ, ଆମ୍ଭେ ତୁମ୍ଭ ବଂଶ ଏପରି ବୃଦ୍ଧି କରିବା, ଯେ ବାହୁଲ୍ୟ ହେତୁରୁ ତାହା ଅଗଣ୍ୟ ହେବ । .::. 11 ସଦାପ୍ରଭୁଙ୍କ ଦୂତ ଆହୁରି କହିଲେ, ଦେଖ, ତୁମ୍ଭର ଗର୍ଭ ହୋଇଅଛି, ତୁମ୍ଭେ ପୁତ୍ର ପ୍ରସବ କରିବ, ତାହାର ନାମ ଇଶ୍ମାଏଲ (ଅର୍ଥାତ୍, ପରମେଶ୍ଵର ଶୁଣନ୍ତି) ଦେବ, ଯେହେତୁ ସଦାପ୍ରଭୁ ତୁମ୍ଭ ଦୁଃଖ ଶୁଣିଲେ । .::. 12 ପୁଣି ସେ ମନୁଷ୍ୟମାନଙ୍କ ମଧ୍ୟରେ ବନ ଗର୍ଦ୍ଦଭ ସ୍ଵରୂପ ହେବ, ତାହାର ହସ୍ତ ସମସ୍ତଙ୍କ ବିରୁଦ୍ଧରେ ଓ ସମସ୍ତଙ୍କ ହସ୍ତ ତାହାର ବିରୁଦ୍ଧରେ ଥିବ, ପୁଣି ସେ ଆପଣା ଭାଇମାନଙ୍କ ସମ୍ମୁଖରେ ବାସ କରିବ । .::. 13 ଆଉ ହାଗାର ଆପଣା ସହିତ କଥାବାର୍ତ୍ତାକାରୀ ସଦାପ୍ରଭୁଙ୍କର ଏହି ନାମ ରଖିଲା, ଯଥା, ମଦ୍ଦର୍ଶକ ପରମେଶ୍ଵର, (ହେ ପରମେଶ୍ଵର, ତୁମ୍ଭେ ମୋତେ ଦେଖୁଅଛ); ଯେହେତୁ ସେ କହିଲା, ଯେ ମୋତେ ଦେଖନ୍ତି, ତାଙ୍କ ଦର୍ଶନ ଉତ୍ତାରେ ମୁଁ କି ଏଠାରେ ଆହୁରି ବଞ୍ଚିଛି! .::. 14 ଏଣୁ ସେହି କୂପର ନାମ ବେର-ଲହୟ-ରୋୟୀ (ଅର୍ଥାତ୍, ଦର୍ଶନାନ୍ତେ ଜୀବନକୂପ) ରଖାଗଲା । ସେହି କୂପ କାଦେଶ ଓ ବେରଦ ମଧ୍ୟରେ ଅଛି । .::. 15 ଅନନ୍ତର ହାଗାର ଅବ୍ରାମଙ୍କ ନିମନ୍ତେ ପୁତ୍ର ପ୍ରସବ କରନ୍ତେ, ଅବ୍ରାମ ହାଗାରଠାରୁ ଜାତ ଆପଣାର ସେହି ପୁତ୍ରର ନାମ ଇଶ୍ମାଏଲ ଦେଲେ । .::. 16 ଅବ୍ରାମଙ୍କର ଛୟାଅଶୀ ବର୍ଷ ବୟସରେ ହାଗାର ଅବ୍ରାମଙ୍କ ନିମନ୍ତେ ଇଶ୍ମାଏଲକୁ ପ୍ରସବ କଲା । .::.
  • ଆଦି ପୁସ୍ତକ ଅଧ୍ୟାୟ 1  
  • ଆଦି ପୁସ୍ତକ ଅଧ୍ୟାୟ 2  
  • ଆଦି ପୁସ୍ତକ ଅଧ୍ୟାୟ 3  
  • ଆଦି ପୁସ୍ତକ ଅଧ୍ୟାୟ 4  
  • ଆଦି ପୁସ୍ତକ ଅଧ୍ୟାୟ 5  
  • ଆଦି ପୁସ୍ତକ ଅଧ୍ୟାୟ 6  
  • ଆଦି ପୁସ୍ତକ ଅଧ୍ୟାୟ 7  
  • ଆଦି ପୁସ୍ତକ ଅଧ୍ୟାୟ 8  
  • ଆଦି ପୁସ୍ତକ ଅଧ୍ୟାୟ 9  
  • ଆଦି ପୁସ୍ତକ ଅଧ୍ୟାୟ 10  
  • ଆଦି ପୁସ୍ତକ ଅଧ୍ୟାୟ 11  
  • ଆଦି ପୁସ୍ତକ ଅଧ୍ୟାୟ 12  
  • ଆଦି ପୁସ୍ତକ ଅଧ୍ୟାୟ 13  
  • ଆଦି ପୁସ୍ତକ ଅଧ୍ୟାୟ 14  
  • ଆଦି ପୁସ୍ତକ ଅଧ୍ୟାୟ 15  
  • ଆଦି ପୁସ୍ତକ ଅଧ୍ୟାୟ 16  
  • ଆଦି ପୁସ୍ତକ ଅଧ୍ୟାୟ 17  
  • ଆଦି ପୁସ୍ତକ ଅଧ୍ୟାୟ 18  
  • ଆଦି ପୁସ୍ତକ ଅଧ୍ୟାୟ 19  
  • ଆଦି ପୁସ୍ତକ ଅଧ୍ୟାୟ 20  
  • ଆଦି ପୁସ୍ତକ ଅଧ୍ୟାୟ 21  
  • ଆଦି ପୁସ୍ତକ ଅଧ୍ୟାୟ 22  
  • ଆଦି ପୁସ୍ତକ ଅଧ୍ୟାୟ 23  
  • ଆଦି ପୁସ୍ତକ ଅଧ୍ୟାୟ 24  
  • ଆଦି ପୁସ୍ତକ ଅଧ୍ୟାୟ 25  
  • ଆଦି ପୁସ୍ତକ ଅଧ୍ୟାୟ 26  
  • ଆଦି ପୁସ୍ତକ ଅଧ୍ୟାୟ 27  
  • ଆଦି ପୁସ୍ତକ ଅଧ୍ୟାୟ 28  
  • ଆଦି ପୁସ୍ତକ ଅଧ୍ୟାୟ 29  
  • ଆଦି ପୁସ୍ତକ ଅଧ୍ୟାୟ 30  
  • ଆଦି ପୁସ୍ତକ ଅଧ୍ୟାୟ 31  
  • ଆଦି ପୁସ୍ତକ ଅଧ୍ୟାୟ 32  
  • ଆଦି ପୁସ୍ତକ ଅଧ୍ୟାୟ 33  
  • ଆଦି ପୁସ୍ତକ ଅଧ୍ୟାୟ 34  
  • ଆଦି ପୁସ୍ତକ ଅଧ୍ୟାୟ 35  
  • ଆଦି ପୁସ୍ତକ ଅଧ୍ୟାୟ 36  
  • ଆଦି ପୁସ୍ତକ ଅଧ୍ୟାୟ 37  
  • ଆଦି ପୁସ୍ତକ ଅଧ୍ୟାୟ 38  
  • ଆଦି ପୁସ୍ତକ ଅଧ୍ୟାୟ 39  
  • ଆଦି ପୁସ୍ତକ ଅଧ୍ୟାୟ 40  
  • ଆଦି ପୁସ୍ତକ ଅଧ୍ୟାୟ 41  
  • ଆଦି ପୁସ୍ତକ ଅଧ୍ୟାୟ 42  
  • ଆଦି ପୁସ୍ତକ ଅଧ୍ୟାୟ 43  
  • ଆଦି ପୁସ୍ତକ ଅଧ୍ୟାୟ 44  
  • ଆଦି ପୁସ୍ତକ ଅଧ୍ୟାୟ 45  
  • ଆଦି ପୁସ୍ତକ ଅଧ୍ୟାୟ 46  
  • ଆଦି ପୁସ୍ତକ ଅଧ୍ୟାୟ 47  
  • ଆଦି ପୁସ୍ତକ ଅଧ୍ୟାୟ 48  
  • ଆଦି ପୁସ୍ତକ ଅଧ୍ୟାୟ 49  
  • ଆଦି ପୁସ୍ତକ ଅଧ୍ୟାୟ 50  
×

Alert

×

Oriya Letters Keypad References