ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆଦି ପୁସ୍ତକ

ଆଦି ପୁସ୍ତକ ଅଧ୍ୟାୟ 26

1 ପୂର୍ବେ ଅବ୍ରହାମଙ୍କର, ବର୍ତ୍ତମାନ ସମୟରେ ଯେରୂପ ଦୁର୍ଭିକ୍ଷ ହୋଇଥିଲା, ସେହି ଦେଶରେ ଆଉ ଥରେ ସେରୂପ ଦୁର୍ଭିକ୍ଷ ଉପସ୍ଥିତ ହୁଅନ୍ତେ, ଇସ୍‍ହାକ ଗରାରରେ ପଲେଷ୍ଟୀୟମାନଙ୍କ ରାଜା ଅବିମେଲକ ନିକଟକୁଗଲେ । 2 ସେତେବେଳେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, ତୁମ୍ଭେ ମିସର ଦେଶକୁ ଯାଅ ନାହିଁ; ଆମ୍ଭେ ତୁମ୍ଭକୁ ଯେଉଁ ଦେଶ କହିବା, ସେଠାରେ ବାସ କର । 3 ତୁମ୍ଭେ ଏହି ଦେଶରେ ପ୍ରବାସ କର, ତହିଁରେ ଆମ୍ଭେ ତୁମ୍ଭର ସହାୟ ହୋଇ ତୁମ୍ଭକୁ ଆଶୀର୍ବାଦ କରିବା, ପୁଣି ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଦେଶ ଦେବା ଓ ତୁମ୍ଭ ପିତା ଅବ୍ରହାମ ନିକଟରେ ଆପଣା କୃତ ଶପଥର ନିୟମ ସଫଳ କରିବା । 4 ଆମ୍ଭେ ଆକାଶର ତାରାଗଣ ପରି ତୁମ୍ଭର ବଂଶ ବୃଦ୍ଧି କରି ସେମାନଙ୍କୁ ଏହି ସବୁ ଦେଶ ଦେବା ଓ ତୁମ୍ଭର ବଂଶ ଦ୍ଵାରା ପୃଥିବୀସ୍ଥ ଯାବତୀୟ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ । 5 ଯେହେତୁ ଅବ୍ରହାମ ଆମ୍ଭର ବାକ୍ୟ ମାନି ଆମ୍ଭର ରକ୍ଷଣୀୟ ବିଷୟ ଆମ୍ଭର ଆଜ୍ଞା ଓ ବିଧି ଓ ବ୍ୟବସ୍ଥା ପାଳନ କରିଅଛି । 6 ତହିଁରେ ଇସ୍‍ହାକ ଗରାରଠାରେ ବାସ କଲେ । 7 ତହିଁରେ ସେହି ସ୍ଥାନର ଲୋକମାନେ ତାଙ୍କର ଭାର୍ଯ୍ୟା ବିଷୟରେ ପଚାରନ୍ତେ, ସେ କହିଲେ, ସେ ମୋହର ଭଗିନୀ; ଯେହେତୁ ସେହି ସ୍ଥାନର ଲୋକମାନେ ରିବିକା ଲାଗି ମୋତେ ଅବା ବଧ କରିବେ, ଏହା ଭାବି ସେ ତାହାକୁ ଆପଣାର ଭାର୍ଯ୍ୟା ବୋଲି କହିବାକୁ ଭୟ କଲେ; ଯେହେତୁ ସେ ପରମସୁନ୍ଦରୀ ଥିଲା । 8 ପୁଣି ସେହି ସ୍ଥାନରେ ବହୁ କାଳ ବାସ କଲା ଉତ୍ତାରେ ଏକ ସମୟରେ ପଲେଷ୍ଟୀୟ ରାଜା ଅବିମେଲକ ଝରକା ବାଟେ ନିରୀକ୍ଷଣ କରି ଇସ୍‍ହାକଙ୍କୁ ଆପଣା ଭାର୍ଯ୍ୟା ରିବିକା ସହିତ କୌତୁକ କରୁଥିବାର ଦେଖିଲେ । 9 ତେଣୁ ଅବିମେଲକ ଇସ୍‍ହାକଙ୍କୁ ଡକାଇ କହିଲେ, ସେ ସ୍ତ୍ରୀ ଅବଶ୍ୟ ତୁମ୍ଭର ଭାର୍ଯ୍ୟା; ତେବେ ତୁମ୍ଭେ ତାହାକୁ ଆପଣା ଭଗିନୀ ବୋଲି କିପରି କହିଲ? ସେତେବେଳେ ଇସ୍‍ହାକ ଉତ୍ତର କଲେ, ମୁଁ ଭାବିଲି, କେଜାଣି ତାହା ଲାଗି ମୋହର ମୃତ୍ୟୁ ହେବ । 10 ତହିଁରେ ଅବିମେଲକ କହିଲେ, ତୁମ୍ଭେ ଆମ୍ଭମାନଙ୍କ ସହିତ ଏ କି ବ୍ୟବହାର କଲ? କୌଣସି ଲୋକ ତୁମ୍ଭ ଭାର୍ଯ୍ୟା ସଙ୍ଗେ ଅନାୟାସରେ ଶୟନ କରି ପାରନ୍ତା, ତାହାହେଲେ ତୁମ୍ଭେ ଆମ୍ଭମାନଙ୍କୁ ଦୋଷଗ୍ରସ୍ତ କରନ୍ତ । 11 ଅନନ୍ତର ଅବିମେଲକ ସବୁ ଲୋକଙ୍କୁ ଏହି ଆଜ୍ଞା ଦେଲେ, ଯେ କେହି ସେହି ମନୁଷ୍ୟକୁ କିଅବା ତାହାରଭାର୍ଯ୍ୟାକୁ ସ୍ପର୍ଶ କରିବ, ତାହାର ପ୍ରାଣଦଣ୍ତ ଅବଶ୍ୟ ହେବ । 12 ଅନନ୍ତର ଇସ୍‍ହାକ ସେହି ଦେଶରେ କୃଷିକର୍ମ କରି ସେହି ବର୍ଷ ଶହେ ଗୁଣ ଲାଭ କଲେ; ପୁଣି ସଦାପ୍ରଭୁ ତାଙ୍କୁ ଆଶୀର୍ବାଦ କଲେ । 13 ଏନିମନ୍ତେ ସେ ବର୍ଦ୍ଧିଷ୍ଣୁ ହେଲେ, ପୁଣି ସେ ଆହୁରି ଆହୁରି ବୃଦ୍ଧି ପାଇ ଅତି ମହାନ୍ ହେଲେ 14 ଏବଂ ତାଙ୍କର ମେଷଧନ ଓ ଗୋଧନ, ପୁଣି ଅନେକ ଦାସଦାସୀ ହେଲେ; ତେଣୁ ପଲେଷ୍ଟୀୟ ଲୋକମାନେ ତାଙ୍କ ପ୍ରତି ଈର୍ଷା କରିବାକୁ ଲାଗିଲେ । 15 ଏଣୁ ତାଙ୍କର ପିତା ଅବ୍ରହାମଙ୍କ ସମୟରେ ତାଙ୍କ ପିତାଙ୍କ ଦାସମାନେ ଯେଉଁ ଯେଉଁ କୂପ ଖୋଳିଥିଲେ, ପଲେଷ୍ଟୀୟ ଲୋକମାନେ ମୃତ୍ତିକା ଦ୍ଵାରା ସେ ସବୁ ପୋତି ପକାଇଲେ । 16 ଅନନ୍ତର ଅବିମେଲକ ଇସ୍‍ହାକଙ୍କୁ କହିଲେ, ତୁମ୍ଭେ ଆମ୍ଭମାନଙ୍କ ନିକଟରୁ ପ୍ରସ୍ଥାନ କର, ଯେହେତୁ ତୁମ୍ଭେ ଆମ୍ଭମାନଙ୍କଠାରୁ ଅଧିକ ବଳବାନ ହୋଇଅଛ । 17 ତହିଁରେ ଇସ୍‍ହାକ ସେହି ସ୍ଥାନରୁ ଯାତ୍ରା କରି ଗରାର ଉପତ୍ୟକାରେ ତମ୍ଵୁ ସ୍ଥାପନ କରି ସେହିଠାରେ ବାସ କଲେ । 18 ପୁଣି ଆପଣା ପିତା ଅବ୍ରହାମଙ୍କର ବର୍ତ୍ତମାନ ସମୟରେ ଖୋଦିତ ଯେଉଁ ଯେଉଁ ସଜଳ କୂପ ଅବ୍ରହାମଙ୍କ ମୃତ୍ୟୁ ଉତ୍ତାରେ ପଲେଷ୍ଟୀୟମାନେ ପୋତି ପକାଇଥିଲେ, ସେ ସମସ୍ତ ଇସ୍‍ହାକ ପୁନର୍ବାର ଖୋଳି ଆପଣା ପିତୃଦତ୍ତ ନାମ ପୁନରପି ରଖିଲେ । 19 ଆଉ ଇସ୍‍ହାକଙ୍କର ଦାସମାନେ ସେହି ଉପତ୍ୟକା ଖୋଳି ସ୍ରୋତବାହୀ କୂପ ପ୍ରାପ୍ତ ହେଲେ । 20 ତହିଁରେ ଗରାରଦେଶୀୟ ପଶୁପାଳକମାନେ ଇସ୍‍ହାକଙ୍କର ପଶୁପାଳକମାନଙ୍କ ସହିତ ବିବାଦ କରି କହିଲେ, ଏହି ଜଳ ଆମ୍ଭମାନଙ୍କର; ଏଣୁ ସେ ସେହି କୂପର ନାମ ଏଷକ (ବିବାଦ) ରଖିଲେ, ଯେହେତୁ ସେମାନେ ତାଙ୍କ ସହିତ ବିବାଦ କଲେ । 21 ଅନନ୍ତର ତାଙ୍କର ଦାସମାନେ ଆଉ ଏକ କୂପ ଖୋଳନ୍ତେ, ସେମାନେ ତହିଁ ପାଇଁ ମଧ୍ୟ ବିବାଦ କଲେ; ତହୁଁ ଇସ୍‍ହାକ ତହିଁର ନାମ ସିଟ୍ନା (ଶତ୍ରୁତା) ରଖିଲେ । 22 ପୁଣି, ସେ ସେଠାରୁ ପ୍ରସ୍ଥାନ କରି ଅନ୍ୟ ଏକ କୂପ ଖୋଳିଲେ । ତହିଁ ନିମିତ୍ତ ସେମାନେ ବିବାଦ ନ କରିବାରୁ ତହିଁର ନାମ ରହୋବୋତ୍ (ପ୍ରଶସ୍ତ ସ୍ଥାନ) ରଖିଲେ; କାରଣ ସେ କହିଲେ, ଏବେ ସଦାପ୍ରଭୁ ଆମ୍ଭମାନଙ୍କୁ ସ୍ଥାନ ଦେଲେ, ଆମ୍ଭେମାନେ ଦେଶରେ ବର୍ଦ୍ଧିଷ୍ଣୁ ହେବା । 23 ଅନନ୍ତର ସେ ସେହି ସ୍ଥାନରୁ ବେରଶେବାକୁ ଗଲେ । 24 ସେହି ରାତ୍ରରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, ଆମ୍ଭେ ତୁମ୍ଭ ପିତା ଅବ୍ରହାମର ପରମେଶ୍ଵର ଅଟୁ; ଭୟ କର ନାହିଁ, କାରଣ ଆମ୍ଭେ ଆପଣା ଦାସ ଅବ୍ରହାମ ଲାଗି ତୁମ୍ଭର ସହାୟ ଅଟୁ ଓ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ବଂଶ ବୃଦ୍ଧି କରିବା । 25 ଅନନ୍ତର ଇସ୍‍ହାକ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ । ଅନନ୍ତର ସେ ସେହି ସ୍ଥାନରେ ତମ୍ଵୁ ସ୍ଥାପନ କରନ୍ତେ, ତାଙ୍କର ଦାସମାନେ ଗୋଟାଏ କୂପ ଖୋଳିଲେ । 26 ଏଥିଉତ୍ତାରେ ଅବିମେଲକ ଅହୁଷତ୍ ନାମକ ଆପଣା ମିତ୍ରକୁ ଓ ଫୀଖୋଲ ନାମକ ସେନାପତିକି ସଙ୍ଗରେ ଘେନି ଗରାରଠାରୁ ଇସ୍‍ହାକଙ୍କ ନିକଟକୁ ଗଲେଣ । 27 ତହିଁରେ ଇସ୍‍ହାକ ସେମାନଙ୍କୁ କହିଲେ, ତୁମ୍ଭେମାନେ ତ ମୋତେ ଘୃଣା କରୁଅଛ, ପୁଣି ଆପଣାମାନଙ୍କ ମଧ୍ୟରୁ ମୋତେ ଦୂର କରି ଦେଇଥିଲ, ଏବେ ମୋʼ ନିକଟକୁ କି ନିମନ୍ତେ ଆସିଲ? 28 ତହିଁରେ ସେମାନେ ଉତ୍ତର କଲେ, ସଦାପ୍ରଭୁ ତୁମ୍ଭର ସହାୟ ଅଟନ୍ତି, ଏହା ଆମ୍ଭେମାନେ ସ୍ପଷ୍ଟ ଦେଖିଲୁ; ଏହେତୁ କହିଲୁ, ଆମ୍ଭମାନଙ୍କ ମଧ୍ୟରେ ଗୋଟିଏ ରାଣ ଥାଉ ଓ ଆମ୍ଭମାନଙ୍କ ସହିତ ତୁମ୍ଭର ଏହି ଏକ ନିୟମ ହେଉ; 29 ଆମ୍ଭେମାନେ ଯେପରି ତୁମ୍ଭକୁ ସ୍ପର୍ଶ କରିନାହୁଁ ଓ ତୁମ୍ଭର ମଙ୍ଗଳ ବିନୁ ଆଉ କିଛି କରିନାହୁଁ, ବରଞ୍ଚ ତୁମ୍ଭକୁ ଶାନ୍ତିରେ ବିଦାୟ କରିଅଛୁ, ସେପରି ତୁମ୍ଭେ ଆମ୍ଭମାନଙ୍କୁ ହିଂସା କରିବ ନାହିଁ; ତୁମ୍ଭେ ତ ସଦାପ୍ରଭୁଙ୍କର ଆଶୀର୍ବାଦପାତ୍ର । 30 ସେତେବେଳେ ଇସ୍‍ହାକ ସେମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କରନ୍ତେ, ସେମାନେ ଭୋଜନପାନ କଲେ । 31 ଅନନ୍ତର ସେମାନେ ଶୀଘ୍ର ପ୍ରଭାତରେ ଉଠି ପରସ୍ପର ଶପଥ କଲେ । ପୁଣି ଇସ୍‍ହାକ ସେମାନଙ୍କୁ ବିଦାୟ କରନ୍ତେ, ସେମାନେ କୁଶଳରେ ତାଙ୍କ ନିକଟରୁ ପ୍ରସ୍ଥାନ କଲେ । 32 ସେହି ଦିନ ଇସ୍‍ହାକଙ୍କର ଦାସମାନେ ଆସି ଆପଣାମାନଙ୍କ ଖୋଦିତ କୂପ ବିଷୟରେ ସମ୍ଵାଦ ଦେଇ ତାଙ୍କୁ କହିଲେ, ଜଳ ପାଇଲୁ । 33 ଏହେତୁ ସେ ସେହି କୂପର ନାମ ଶେବା ରଖିଲେ, ପୁଣି ଆଜିଯାଏ ସେହି ସ୍ଥାନର ନଗର ବେରଶେବା ନାମରେ ଖ୍ୟାତ ଅଟେ । 34 ଅନନ୍ତର ଏଷୌ ଚାଳିଶ ବର୍ଷ ବୟସରେ ହିତ୍ତୀୟ ବେରିର ଯିହୁଦୀତ୍ ନାମ୍ନୀ କନ୍ୟାକୁ ଓ ହିତ୍ତୀୟ ଏଲୋନର ବାସମତ୍ ନାମ୍ନୀ କନ୍ୟାକୁ ବିବାହ କଲେ । 35 ମାତ୍ର ସେମାନେ ଇସ୍‍ହାକ ଓ ରିବିକାଙ୍କ ମନର ଦୁଃଖଦାୟିନୀ ହେଲେ ।
1 ପୂର୍ବେ ଅବ୍ରହାମଙ୍କର, ବର୍ତ୍ତମାନ ସମୟରେ ଯେରୂପ ଦୁର୍ଭିକ୍ଷ ହୋଇଥିଲା, ସେହି ଦେଶରେ ଆଉ ଥରେ ସେରୂପ ଦୁର୍ଭିକ୍ଷ ଉପସ୍ଥିତ ହୁଅନ୍ତେ, ଇସ୍‍ହାକ ଗରାରରେ ପଲେଷ୍ଟୀୟମାନଙ୍କ ରାଜା ଅବିମେଲକ ନିକଟକୁଗଲେ । .::. 2 ସେତେବେଳେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, ତୁମ୍ଭେ ମିସର ଦେଶକୁ ଯାଅ ନାହିଁ; ଆମ୍ଭେ ତୁମ୍ଭକୁ ଯେଉଁ ଦେଶ କହିବା, ସେଠାରେ ବାସ କର । .::. 3 ତୁମ୍ଭେ ଏହି ଦେଶରେ ପ୍ରବାସ କର, ତହିଁରେ ଆମ୍ଭେ ତୁମ୍ଭର ସହାୟ ହୋଇ ତୁମ୍ଭକୁ ଆଶୀର୍ବାଦ କରିବା, ପୁଣି ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଦେଶ ଦେବା ଓ ତୁମ୍ଭ ପିତା ଅବ୍ରହାମ ନିକଟରେ ଆପଣା କୃତ ଶପଥର ନିୟମ ସଫଳ କରିବା । .::. 4 ଆମ୍ଭେ ଆକାଶର ତାରାଗଣ ପରି ତୁମ୍ଭର ବଂଶ ବୃଦ୍ଧି କରି ସେମାନଙ୍କୁ ଏହି ସବୁ ଦେଶ ଦେବା ଓ ତୁମ୍ଭର ବଂଶ ଦ୍ଵାରା ପୃଥିବୀସ୍ଥ ଯାବତୀୟ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ । .::. 5 ଯେହେତୁ ଅବ୍ରହାମ ଆମ୍ଭର ବାକ୍ୟ ମାନି ଆମ୍ଭର ରକ୍ଷଣୀୟ ବିଷୟ ଆମ୍ଭର ଆଜ୍ଞା ଓ ବିଧି ଓ ବ୍ୟବସ୍ଥା ପାଳନ କରିଅଛି । .::. 6 ତହିଁରେ ଇସ୍‍ହାକ ଗରାରଠାରେ ବାସ କଲେ । .::. 7 ତହିଁରେ ସେହି ସ୍ଥାନର ଲୋକମାନେ ତାଙ୍କର ଭାର୍ଯ୍ୟା ବିଷୟରେ ପଚାରନ୍ତେ, ସେ କହିଲେ, ସେ ମୋହର ଭଗିନୀ; ଯେହେତୁ ସେହି ସ୍ଥାନର ଲୋକମାନେ ରିବିକା ଲାଗି ମୋତେ ଅବା ବଧ କରିବେ, ଏହା ଭାବି ସେ ତାହାକୁ ଆପଣାର ଭାର୍ଯ୍ୟା ବୋଲି କହିବାକୁ ଭୟ କଲେ; ଯେହେତୁ ସେ ପରମସୁନ୍ଦରୀ ଥିଲା । .::. 8 ପୁଣି ସେହି ସ୍ଥାନରେ ବହୁ କାଳ ବାସ କଲା ଉତ୍ତାରେ ଏକ ସମୟରେ ପଲେଷ୍ଟୀୟ ରାଜା ଅବିମେଲକ ଝରକା ବାଟେ ନିରୀକ୍ଷଣ କରି ଇସ୍‍ହାକଙ୍କୁ ଆପଣା ଭାର୍ଯ୍ୟା ରିବିକା ସହିତ କୌତୁକ କରୁଥିବାର ଦେଖିଲେ । .::. 9 ତେଣୁ ଅବିମେଲକ ଇସ୍‍ହାକଙ୍କୁ ଡକାଇ କହିଲେ, ସେ ସ୍ତ୍ରୀ ଅବଶ୍ୟ ତୁମ୍ଭର ଭାର୍ଯ୍ୟା; ତେବେ ତୁମ୍ଭେ ତାହାକୁ ଆପଣା ଭଗିନୀ ବୋଲି କିପରି କହିଲ? ସେତେବେଳେ ଇସ୍‍ହାକ ଉତ୍ତର କଲେ, ମୁଁ ଭାବିଲି, କେଜାଣି ତାହା ଲାଗି ମୋହର ମୃତ୍ୟୁ ହେବ । .::. 10 ତହିଁରେ ଅବିମେଲକ କହିଲେ, ତୁମ୍ଭେ ଆମ୍ଭମାନଙ୍କ ସହିତ ଏ କି ବ୍ୟବହାର କଲ? କୌଣସି ଲୋକ ତୁମ୍ଭ ଭାର୍ଯ୍ୟା ସଙ୍ଗେ ଅନାୟାସରେ ଶୟନ କରି ପାରନ୍ତା, ତାହାହେଲେ ତୁମ୍ଭେ ଆମ୍ଭମାନଙ୍କୁ ଦୋଷଗ୍ରସ୍ତ କରନ୍ତ । .::. 11 ଅନନ୍ତର ଅବିମେଲକ ସବୁ ଲୋକଙ୍କୁ ଏହି ଆଜ୍ଞା ଦେଲେ, ଯେ କେହି ସେହି ମନୁଷ୍ୟକୁ କିଅବା ତାହାରଭାର୍ଯ୍ୟାକୁ ସ୍ପର୍ଶ କରିବ, ତାହାର ପ୍ରାଣଦଣ୍ତ ଅବଶ୍ୟ ହେବ । .::. 12 ଅନନ୍ତର ଇସ୍‍ହାକ ସେହି ଦେଶରେ କୃଷିକର୍ମ କରି ସେହି ବର୍ଷ ଶହେ ଗୁଣ ଲାଭ କଲେ; ପୁଣି ସଦାପ୍ରଭୁ ତାଙ୍କୁ ଆଶୀର୍ବାଦ କଲେ । .::. 13 ଏନିମନ୍ତେ ସେ ବର୍ଦ୍ଧିଷ୍ଣୁ ହେଲେ, ପୁଣି ସେ ଆହୁରି ଆହୁରି ବୃଦ୍ଧି ପାଇ ଅତି ମହାନ୍ ହେଲେ .::. 14 ଏବଂ ତାଙ୍କର ମେଷଧନ ଓ ଗୋଧନ, ପୁଣି ଅନେକ ଦାସଦାସୀ ହେଲେ; ତେଣୁ ପଲେଷ୍ଟୀୟ ଲୋକମାନେ ତାଙ୍କ ପ୍ରତି ଈର୍ଷା କରିବାକୁ ଲାଗିଲେ । .::. 15 ଏଣୁ ତାଙ୍କର ପିତା ଅବ୍ରହାମଙ୍କ ସମୟରେ ତାଙ୍କ ପିତାଙ୍କ ଦାସମାନେ ଯେଉଁ ଯେଉଁ କୂପ ଖୋଳିଥିଲେ, ପଲେଷ୍ଟୀୟ ଲୋକମାନେ ମୃତ୍ତିକା ଦ୍ଵାରା ସେ ସବୁ ପୋତି ପକାଇଲେ । .::. 16 ଅନନ୍ତର ଅବିମେଲକ ଇସ୍‍ହାକଙ୍କୁ କହିଲେ, ତୁମ୍ଭେ ଆମ୍ଭମାନଙ୍କ ନିକଟରୁ ପ୍ରସ୍ଥାନ କର, ଯେହେତୁ ତୁମ୍ଭେ ଆମ୍ଭମାନଙ୍କଠାରୁ ଅଧିକ ବଳବାନ ହୋଇଅଛ । .::. 17 ତହିଁରେ ଇସ୍‍ହାକ ସେହି ସ୍ଥାନରୁ ଯାତ୍ରା କରି ଗରାର ଉପତ୍ୟକାରେ ତମ୍ଵୁ ସ୍ଥାପନ କରି ସେହିଠାରେ ବାସ କଲେ । .::. 18 ପୁଣି ଆପଣା ପିତା ଅବ୍ରହାମଙ୍କର ବର୍ତ୍ତମାନ ସମୟରେ ଖୋଦିତ ଯେଉଁ ଯେଉଁ ସଜଳ କୂପ ଅବ୍ରହାମଙ୍କ ମୃତ୍ୟୁ ଉତ୍ତାରେ ପଲେଷ୍ଟୀୟମାନେ ପୋତି ପକାଇଥିଲେ, ସେ ସମସ୍ତ ଇସ୍‍ହାକ ପୁନର୍ବାର ଖୋଳି ଆପଣା ପିତୃଦତ୍ତ ନାମ ପୁନରପି ରଖିଲେ । .::. 19 ଆଉ ଇସ୍‍ହାକଙ୍କର ଦାସମାନେ ସେହି ଉପତ୍ୟକା ଖୋଳି ସ୍ରୋତବାହୀ କୂପ ପ୍ରାପ୍ତ ହେଲେ । .::. 20 ତହିଁରେ ଗରାରଦେଶୀୟ ପଶୁପାଳକମାନେ ଇସ୍‍ହାକଙ୍କର ପଶୁପାଳକମାନଙ୍କ ସହିତ ବିବାଦ କରି କହିଲେ, ଏହି ଜଳ ଆମ୍ଭମାନଙ୍କର; ଏଣୁ ସେ ସେହି କୂପର ନାମ ଏଷକ (ବିବାଦ) ରଖିଲେ, ଯେହେତୁ ସେମାନେ ତାଙ୍କ ସହିତ ବିବାଦ କଲେ । .::. 21 ଅନନ୍ତର ତାଙ୍କର ଦାସମାନେ ଆଉ ଏକ କୂପ ଖୋଳନ୍ତେ, ସେମାନେ ତହିଁ ପାଇଁ ମଧ୍ୟ ବିବାଦ କଲେ; ତହୁଁ ଇସ୍‍ହାକ ତହିଁର ନାମ ସିଟ୍ନା (ଶତ୍ରୁତା) ରଖିଲେ । .::. 22 ପୁଣି, ସେ ସେଠାରୁ ପ୍ରସ୍ଥାନ କରି ଅନ୍ୟ ଏକ କୂପ ଖୋଳିଲେ । ତହିଁ ନିମିତ୍ତ ସେମାନେ ବିବାଦ ନ କରିବାରୁ ତହିଁର ନାମ ରହୋବୋତ୍ (ପ୍ରଶସ୍ତ ସ୍ଥାନ) ରଖିଲେ; କାରଣ ସେ କହିଲେ, ଏବେ ସଦାପ୍ରଭୁ ଆମ୍ଭମାନଙ୍କୁ ସ୍ଥାନ ଦେଲେ, ଆମ୍ଭେମାନେ ଦେଶରେ ବର୍ଦ୍ଧିଷ୍ଣୁ ହେବା । .::. 23 ଅନନ୍ତର ସେ ସେହି ସ୍ଥାନରୁ ବେରଶେବାକୁ ଗଲେ । .::. 24 ସେହି ରାତ୍ରରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, ଆମ୍ଭେ ତୁମ୍ଭ ପିତା ଅବ୍ରହାମର ପରମେଶ୍ଵର ଅଟୁ; ଭୟ କର ନାହିଁ, କାରଣ ଆମ୍ଭେ ଆପଣା ଦାସ ଅବ୍ରହାମ ଲାଗି ତୁମ୍ଭର ସହାୟ ଅଟୁ ଓ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ବଂଶ ବୃଦ୍ଧି କରିବା । .::. 25 ଅନନ୍ତର ଇସ୍‍ହାକ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ । ଅନନ୍ତର ସେ ସେହି ସ୍ଥାନରେ ତମ୍ଵୁ ସ୍ଥାପନ କରନ୍ତେ, ତାଙ୍କର ଦାସମାନେ ଗୋଟାଏ କୂପ ଖୋଳିଲେ । .::. 26 ଏଥିଉତ୍ତାରେ ଅବିମେଲକ ଅହୁଷତ୍ ନାମକ ଆପଣା ମିତ୍ରକୁ ଓ ଫୀଖୋଲ ନାମକ ସେନାପତିକି ସଙ୍ଗରେ ଘେନି ଗରାରଠାରୁ ଇସ୍‍ହାକଙ୍କ ନିକଟକୁ ଗଲେଣ । .::. 27 ତହିଁରେ ଇସ୍‍ହାକ ସେମାନଙ୍କୁ କହିଲେ, ତୁମ୍ଭେମାନେ ତ ମୋତେ ଘୃଣା କରୁଅଛ, ପୁଣି ଆପଣାମାନଙ୍କ ମଧ୍ୟରୁ ମୋତେ ଦୂର କରି ଦେଇଥିଲ, ଏବେ ମୋʼ ନିକଟକୁ କି ନିମନ୍ତେ ଆସିଲ? .::. 28 ତହିଁରେ ସେମାନେ ଉତ୍ତର କଲେ, ସଦାପ୍ରଭୁ ତୁମ୍ଭର ସହାୟ ଅଟନ୍ତି, ଏହା ଆମ୍ଭେମାନେ ସ୍ପଷ୍ଟ ଦେଖିଲୁ; ଏହେତୁ କହିଲୁ, ଆମ୍ଭମାନଙ୍କ ମଧ୍ୟରେ ଗୋଟିଏ ରାଣ ଥାଉ ଓ ଆମ୍ଭମାନଙ୍କ ସହିତ ତୁମ୍ଭର ଏହି ଏକ ନିୟମ ହେଉ; .::. 29 ଆମ୍ଭେମାନେ ଯେପରି ତୁମ୍ଭକୁ ସ୍ପର୍ଶ କରିନାହୁଁ ଓ ତୁମ୍ଭର ମଙ୍ଗଳ ବିନୁ ଆଉ କିଛି କରିନାହୁଁ, ବରଞ୍ଚ ତୁମ୍ଭକୁ ଶାନ୍ତିରେ ବିଦାୟ କରିଅଛୁ, ସେପରି ତୁମ୍ଭେ ଆମ୍ଭମାନଙ୍କୁ ହିଂସା କରିବ ନାହିଁ; ତୁମ୍ଭେ ତ ସଦାପ୍ରଭୁଙ୍କର ଆଶୀର୍ବାଦପାତ୍ର । .::. 30 ସେତେବେଳେ ଇସ୍‍ହାକ ସେମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କରନ୍ତେ, ସେମାନେ ଭୋଜନପାନ କଲେ । .::. 31 ଅନନ୍ତର ସେମାନେ ଶୀଘ୍ର ପ୍ରଭାତରେ ଉଠି ପରସ୍ପର ଶପଥ କଲେ । ପୁଣି ଇସ୍‍ହାକ ସେମାନଙ୍କୁ ବିଦାୟ କରନ୍ତେ, ସେମାନେ କୁଶଳରେ ତାଙ୍କ ନିକଟରୁ ପ୍ରସ୍ଥାନ କଲେ । .::. 32 ସେହି ଦିନ ଇସ୍‍ହାକଙ୍କର ଦାସମାନେ ଆସି ଆପଣାମାନଙ୍କ ଖୋଦିତ କୂପ ବିଷୟରେ ସମ୍ଵାଦ ଦେଇ ତାଙ୍କୁ କହିଲେ, ଜଳ ପାଇଲୁ । .::. 33 ଏହେତୁ ସେ ସେହି କୂପର ନାମ ଶେବା ରଖିଲେ, ପୁଣି ଆଜିଯାଏ ସେହି ସ୍ଥାନର ନଗର ବେରଶେବା ନାମରେ ଖ୍ୟାତ ଅଟେ । .::. 34 ଅନନ୍ତର ଏଷୌ ଚାଳିଶ ବର୍ଷ ବୟସରେ ହିତ୍ତୀୟ ବେରିର ଯିହୁଦୀତ୍ ନାମ୍ନୀ କନ୍ୟାକୁ ଓ ହିତ୍ତୀୟ ଏଲୋନର ବାସମତ୍ ନାମ୍ନୀ କନ୍ୟାକୁ ବିବାହ କଲେ । .::. 35 ମାତ୍ର ସେମାନେ ଇସ୍‍ହାକ ଓ ରିବିକାଙ୍କ ମନର ଦୁଃଖଦାୟିନୀ ହେଲେ । .::.
  • ଆଦି ପୁସ୍ତକ ଅଧ୍ୟାୟ 1  
  • ଆଦି ପୁସ୍ତକ ଅଧ୍ୟାୟ 2  
  • ଆଦି ପୁସ୍ତକ ଅଧ୍ୟାୟ 3  
  • ଆଦି ପୁସ୍ତକ ଅଧ୍ୟାୟ 4  
  • ଆଦି ପୁସ୍ତକ ଅଧ୍ୟାୟ 5  
  • ଆଦି ପୁସ୍ତକ ଅଧ୍ୟାୟ 6  
  • ଆଦି ପୁସ୍ତକ ଅଧ୍ୟାୟ 7  
  • ଆଦି ପୁସ୍ତକ ଅଧ୍ୟାୟ 8  
  • ଆଦି ପୁସ୍ତକ ଅଧ୍ୟାୟ 9  
  • ଆଦି ପୁସ୍ତକ ଅଧ୍ୟାୟ 10  
  • ଆଦି ପୁସ୍ତକ ଅଧ୍ୟାୟ 11  
  • ଆଦି ପୁସ୍ତକ ଅଧ୍ୟାୟ 12  
  • ଆଦି ପୁସ୍ତକ ଅଧ୍ୟାୟ 13  
  • ଆଦି ପୁସ୍ତକ ଅଧ୍ୟାୟ 14  
  • ଆଦି ପୁସ୍ତକ ଅଧ୍ୟାୟ 15  
  • ଆଦି ପୁସ୍ତକ ଅଧ୍ୟାୟ 16  
  • ଆଦି ପୁସ୍ତକ ଅଧ୍ୟାୟ 17  
  • ଆଦି ପୁସ୍ତକ ଅଧ୍ୟାୟ 18  
  • ଆଦି ପୁସ୍ତକ ଅଧ୍ୟାୟ 19  
  • ଆଦି ପୁସ୍ତକ ଅଧ୍ୟାୟ 20  
  • ଆଦି ପୁସ୍ତକ ଅଧ୍ୟାୟ 21  
  • ଆଦି ପୁସ୍ତକ ଅଧ୍ୟାୟ 22  
  • ଆଦି ପୁସ୍ତକ ଅଧ୍ୟାୟ 23  
  • ଆଦି ପୁସ୍ତକ ଅଧ୍ୟାୟ 24  
  • ଆଦି ପୁସ୍ତକ ଅଧ୍ୟାୟ 25  
  • ଆଦି ପୁସ୍ତକ ଅଧ୍ୟାୟ 26  
  • ଆଦି ପୁସ୍ତକ ଅଧ୍ୟାୟ 27  
  • ଆଦି ପୁସ୍ତକ ଅଧ୍ୟାୟ 28  
  • ଆଦି ପୁସ୍ତକ ଅଧ୍ୟାୟ 29  
  • ଆଦି ପୁସ୍ତକ ଅଧ୍ୟାୟ 30  
  • ଆଦି ପୁସ୍ତକ ଅଧ୍ୟାୟ 31  
  • ଆଦି ପୁସ୍ତକ ଅଧ୍ୟାୟ 32  
  • ଆଦି ପୁସ୍ତକ ଅଧ୍ୟାୟ 33  
  • ଆଦି ପୁସ୍ତକ ଅଧ୍ୟାୟ 34  
  • ଆଦି ପୁସ୍ତକ ଅଧ୍ୟାୟ 35  
  • ଆଦି ପୁସ୍ତକ ଅଧ୍ୟାୟ 36  
  • ଆଦି ପୁସ୍ତକ ଅଧ୍ୟାୟ 37  
  • ଆଦି ପୁସ୍ତକ ଅଧ୍ୟାୟ 38  
  • ଆଦି ପୁସ୍ତକ ଅଧ୍ୟାୟ 39  
  • ଆଦି ପୁସ୍ତକ ଅଧ୍ୟାୟ 40  
  • ଆଦି ପୁସ୍ତକ ଅଧ୍ୟାୟ 41  
  • ଆଦି ପୁସ୍ତକ ଅଧ୍ୟାୟ 42  
  • ଆଦି ପୁସ୍ତକ ଅଧ୍ୟାୟ 43  
  • ଆଦି ପୁସ୍ତକ ଅଧ୍ୟାୟ 44  
  • ଆଦି ପୁସ୍ତକ ଅଧ୍ୟାୟ 45  
  • ଆଦି ପୁସ୍ତକ ଅଧ୍ୟାୟ 46  
  • ଆଦି ପୁସ୍ତକ ଅଧ୍ୟାୟ 47  
  • ଆଦି ପୁସ୍ତକ ଅଧ୍ୟାୟ 48  
  • ଆଦି ପୁସ୍ତକ ଅଧ୍ୟାୟ 49  
  • ଆଦି ପୁସ୍ତକ ଅଧ୍ୟାୟ 50  
×

Alert

×

Oriya Letters Keypad References