ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ହଗୟ

ହଗୟ ଅଧ୍ୟାୟ 1

1 ଦାରୀୟାବସ୍ ରାଜାର ଅଧିକାରର ଦ୍ଵିତୀୟ ବର୍ଷର ଷଷ୍ଠ ମାସରେ, ମାସର ପ୍ରଥମ ଦିନରେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ଵାରା ସଦାପ୍ରଭୁଙ୍କର ଏହି ବାକ୍ୟ ଶଲ୍ଟୀୟର ପୁତ୍ର ଯିରୁବ୍ବାବିଲ ନାମକ ଯିହୁଦୀୟ ଦେଶାଧ୍ୟକ୍ଷର ନିକଟରେ ଓ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକର ନିକଟରେ ଉପସ୍ଥିତ ହେଲା, 2 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଏହି ଲୋକମାନେ କହୁଅଛନ୍ତି, ଆମ୍ଭମାନଙ୍କର ଆସିବାର ସମୟ, ସଦାପ୍ରଭୁଙ୍କ ଗୃହ ନିର୍ମିତ ହେବାର ସମୟ ଉପସ୍ଥିତ ହୋଇ ନାହିଁ । 3 ସେତେବେଳେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ଵାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, 4 ଏହି ଗୃହ ଉତ୍ସନ୍ନ ଅବସ୍ଥାରେ ଥାଉ ଥାଉ ତୁମ୍ଭମାନଙ୍କର ନିଜର ଫଳକମଣ୍ତିତ ଗୃହରେ ବାସ କରିବାର କି ସମୟ ଏହି? 5 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ପଥ ବିବେଚନା କର । 6 ତୁମ୍ଭେମାନେ ବହୁତ ବୁଣିଅଛ, ମାତ୍ର ଅଳ୍ପ ସଞ୍ଚୟ କରୁଅଛ; ତୁମ୍ଭେମାନେ ଭୋଜନ କରୁଅଛ, ମାତ୍ର ସନ୍ତୁଷ୍ଟ ହେଉ ନାହଁ; ତୁମ୍ଭେମାନେ ପାନ କରୁଅଛ, ମାତ୍ର ତହିଁରେ ତୃପ୍ତ ହେଉ ନାହଁ; ତୁମ୍ଭେମାନେ ବସ୍ତ୍ର ପିନ୍ଧୁଅଛ, ମାତ୍ର କେହି ଉଷ୍ମ ହେଉ ନାହଁ; ପୁଣି, ଯେ ବେତନ ଅର୍ଜନ କରେ, ସେ କଣା ଥଳୀରେ ତାହା ରଖିବା ପାଇଁ ଅର୍ଜନ କରେ । 7 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ପଥ ବିବେଚନା କର । 8 ତୁମ୍ଭେମାନେ ପର୍ବତକୁ ଯାଇ କାଷ୍ଠ ଆଣ ଓ ଏହି ଗୃହ ନିର୍ମାଣ କର; ତହିଁରେ ଆମ୍ଭେ ତହିଁ ପ୍ରତି ପ୍ରସନ୍ନ ହେବା ଓ ଆମ୍ଭେ ଗୌରବାନ୍ଵିତ ହେବା, ଏହା ସଦାପ୍ରଭୁ କହନ୍ତି । 9 ତୁମ୍ଭେମାନେ ବହୁତ ନିମନ୍ତେ ଅପେକ୍ଷା କଲ, ଆଉ ଦେଖ, ତାହା ଅଳ୍ପ ହେଲା; ପୁଣି, ତାହା ଗୃହକୁ ଆଣିଲା ବେଳେ ଆମ୍ଭେ ତହିଁ ଉପରେ ଫୁଙ୍କି ଉଡ଼ାଇ ଦେଲୁ । ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଏହାର କାରଣ କଅଣ? କାରଣ ଏହି, ଆମ୍ଭର ଗୃହ ଉତ୍ସନ୍ନ ହୋଇ ପଡ଼ିଅଛି, ମାତ୍ର ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଗୃହ ବିଷୟରେ ଦୌଡ଼ୁଅଛ । 10 ଏଥିପାଇଁ ତୁମ୍ଭମାନଙ୍କ ସକାଶୁ ଆକାଶ ଶିଶିରରହିତ ହୋଇଅଛି ଓ ପୃଥିବୀ ଆପଣା ଫଳରହିତ ହୋଇଅଛି । 11 ପୁଣି, ଆମ୍ଭେ ଦେଶର ଓ ପର୍ବତଗଣର ଉପରେ, ଆଉ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଉପରେ, ଆଉ ଭୂମିର ଉତ୍ପନ୍ନ ବସ୍ତୁ ଉପରେ ମନୁଷ୍ୟ ଓ ପଶୁର ଉପରେ, ପୁଣି ହସ୍ତକୃତ ସମସ୍ତ କାର୍ଯ୍ୟ ଉପରେ ଅନାବୃଷ୍ଟିକି ଆହ୍ଵାନ କଲୁ । 12 ସେତେବେଳେ ଶଲ୍ଟୀୟେଲଙ୍କ ପୁତ୍ର ଯିରୁବ୍ବାବିଲ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକ ଓ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତେ ସଦାପ୍ରଭୁ ସେମାନଙ୍କ ପରମେଶ୍ଵରଙ୍କ ରବରେ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ଵର ହାଗୟ ଭବିଷ୍ୟଦ୍ବକ୍ତାଙ୍କ ନିକଟକୁ ଯେଉଁସବୁ ବାକ୍ୟ ପ୍ରେରଣ କରିଥିଲେ, ସେସବୁରେ ମନୋଯୋଗ କଲେ; ଆଉ, ଲୋକ-ମାନେ ସଦାପ୍ରଭୁଙ୍କ ଛାମୁରେ ଭୀତ ହେଲେ । 13 ତହିଁରେ ସଦାପ୍ରଭୁଙ୍କର ଦୂତ ହାଗୟ ଲୋକମାନଙ୍କୁ ସଦାପ୍ରଭୁଙ୍କର ସମ୍ଵାଦ ଜଣାଇ କହିଲେ, ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କର ସଙ୍ଗେ ସଙ୍ଗେ ଅଛୁ । 14 ପୁଣି, ସଦାପ୍ରଭୁ ଶଲ୍ଟୀୟେଲଙ୍କ ପୁତ୍ର ଯିହୁଦୀୟ ଦେଶାଧ୍ୟକ୍ଷ ଯିରୁବ୍ବାବିଲଙ୍କ ଆତ୍ମାକୁ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କ ଆତ୍ମାକୁ, ଆଉ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତଙ୍କର ଆତ୍ମାକୁ ଉତ୍ତେଜିତ କଲେ; ତହିଁରେ ସେମାନେ ଦାରୀୟାବସ୍ ରାଜାର ଅଧିକାରର ଦ୍ଵିତୀୟ ବର୍ଷର ଷଷ୍ଠ ମାସର ଚତୁର୍ବିଂଶ ଦିନରେ ଆସି, 15 ସୈନ୍ୟାଧିପତି ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ଗୃହରେ କାର୍ଯ୍ୟ କଲେ ।
1 ଦାରୀୟାବସ୍ ରାଜାର ଅଧିକାରର ଦ୍ଵିତୀୟ ବର୍ଷର ଷଷ୍ଠ ମାସରେ, ମାସର ପ୍ରଥମ ଦିନରେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ଵାରା ସଦାପ୍ରଭୁଙ୍କର ଏହି ବାକ୍ୟ ଶଲ୍ଟୀୟର ପୁତ୍ର ଯିରୁବ୍ବାବିଲ ନାମକ ଯିହୁଦୀୟ ଦେଶାଧ୍ୟକ୍ଷର ନିକଟରେ ଓ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକର ନିକଟରେ ଉପସ୍ଥିତ ହେଲା, .::. 2 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଏହି ଲୋକମାନେ କହୁଅଛନ୍ତି, ଆମ୍ଭମାନଙ୍କର ଆସିବାର ସମୟ, ସଦାପ୍ରଭୁଙ୍କ ଗୃହ ନିର୍ମିତ ହେବାର ସମୟ ଉପସ୍ଥିତ ହୋଇ ନାହିଁ । .::. 3 ସେତେବେଳେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ଵାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, .::. 4 ଏହି ଗୃହ ଉତ୍ସନ୍ନ ଅବସ୍ଥାରେ ଥାଉ ଥାଉ ତୁମ୍ଭମାନଙ୍କର ନିଜର ଫଳକମଣ୍ତିତ ଗୃହରେ ବାସ କରିବାର କି ସମୟ ଏହି? .::. 5 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ପଥ ବିବେଚନା କର । .::. 6 ତୁମ୍ଭେମାନେ ବହୁତ ବୁଣିଅଛ, ମାତ୍ର ଅଳ୍ପ ସଞ୍ଚୟ କରୁଅଛ; ତୁମ୍ଭେମାନେ ଭୋଜନ କରୁଅଛ, ମାତ୍ର ସନ୍ତୁଷ୍ଟ ହେଉ ନାହଁ; ତୁମ୍ଭେମାନେ ପାନ କରୁଅଛ, ମାତ୍ର ତହିଁରେ ତୃପ୍ତ ହେଉ ନାହଁ; ତୁମ୍ଭେମାନେ ବସ୍ତ୍ର ପିନ୍ଧୁଅଛ, ମାତ୍ର କେହି ଉଷ୍ମ ହେଉ ନାହଁ; ପୁଣି, ଯେ ବେତନ ଅର୍ଜନ କରେ, ସେ କଣା ଥଳୀରେ ତାହା ରଖିବା ପାଇଁ ଅର୍ଜନ କରେ । .::. 7 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ପଥ ବିବେଚନା କର । .::. 8 ତୁମ୍ଭେମାନେ ପର୍ବତକୁ ଯାଇ କାଷ୍ଠ ଆଣ ଓ ଏହି ଗୃହ ନିର୍ମାଣ କର; ତହିଁରେ ଆମ୍ଭେ ତହିଁ ପ୍ରତି ପ୍ରସନ୍ନ ହେବା ଓ ଆମ୍ଭେ ଗୌରବାନ୍ଵିତ ହେବା, ଏହା ସଦାପ୍ରଭୁ କହନ୍ତି । .::. 9 ତୁମ୍ଭେମାନେ ବହୁତ ନିମନ୍ତେ ଅପେକ୍ଷା କଲ, ଆଉ ଦେଖ, ତାହା ଅଳ୍ପ ହେଲା; ପୁଣି, ତାହା ଗୃହକୁ ଆଣିଲା ବେଳେ ଆମ୍ଭେ ତହିଁ ଉପରେ ଫୁଙ୍କି ଉଡ଼ାଇ ଦେଲୁ । ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଏହାର କାରଣ କଅଣ? କାରଣ ଏହି, ଆମ୍ଭର ଗୃହ ଉତ୍ସନ୍ନ ହୋଇ ପଡ଼ିଅଛି, ମାତ୍ର ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଗୃହ ବିଷୟରେ ଦୌଡ଼ୁଅଛ । .::. 10 ଏଥିପାଇଁ ତୁମ୍ଭମାନଙ୍କ ସକାଶୁ ଆକାଶ ଶିଶିରରହିତ ହୋଇଅଛି ଓ ପୃଥିବୀ ଆପଣା ଫଳରହିତ ହୋଇଅଛି । .::. 11 ପୁଣି, ଆମ୍ଭେ ଦେଶର ଓ ପର୍ବତଗଣର ଉପରେ, ଆଉ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଉପରେ, ଆଉ ଭୂମିର ଉତ୍ପନ୍ନ ବସ୍ତୁ ଉପରେ ମନୁଷ୍ୟ ଓ ପଶୁର ଉପରେ, ପୁଣି ହସ୍ତକୃତ ସମସ୍ତ କାର୍ଯ୍ୟ ଉପରେ ଅନାବୃଷ୍ଟିକି ଆହ୍ଵାନ କଲୁ । .::. 12 ସେତେବେଳେ ଶଲ୍ଟୀୟେଲଙ୍କ ପୁତ୍ର ଯିରୁବ୍ବାବିଲ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକ ଓ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତେ ସଦାପ୍ରଭୁ ସେମାନଙ୍କ ପରମେଶ୍ଵରଙ୍କ ରବରେ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ଵର ହାଗୟ ଭବିଷ୍ୟଦ୍ବକ୍ତାଙ୍କ ନିକଟକୁ ଯେଉଁସବୁ ବାକ୍ୟ ପ୍ରେରଣ କରିଥିଲେ, ସେସବୁରେ ମନୋଯୋଗ କଲେ; ଆଉ, ଲୋକ-ମାନେ ସଦାପ୍ରଭୁଙ୍କ ଛାମୁରେ ଭୀତ ହେଲେ । .::. 13 ତହିଁରେ ସଦାପ୍ରଭୁଙ୍କର ଦୂତ ହାଗୟ ଲୋକମାନଙ୍କୁ ସଦାପ୍ରଭୁଙ୍କର ସମ୍ଵାଦ ଜଣାଇ କହିଲେ, ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କର ସଙ୍ଗେ ସଙ୍ଗେ ଅଛୁ । .::. 14 ପୁଣି, ସଦାପ୍ରଭୁ ଶଲ୍ଟୀୟେଲଙ୍କ ପୁତ୍ର ଯିହୁଦୀୟ ଦେଶାଧ୍ୟକ୍ଷ ଯିରୁବ୍ବାବିଲଙ୍କ ଆତ୍ମାକୁ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କ ଆତ୍ମାକୁ, ଆଉ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତଙ୍କର ଆତ୍ମାକୁ ଉତ୍ତେଜିତ କଲେ; ତହିଁରେ ସେମାନେ ଦାରୀୟାବସ୍ ରାଜାର ଅଧିକାରର ଦ୍ଵିତୀୟ ବର୍ଷର ଷଷ୍ଠ ମାସର ଚତୁର୍ବିଂଶ ଦିନରେ ଆସି, .::. 15 ସୈନ୍ୟାଧିପତି ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ଗୃହରେ କାର୍ଯ୍ୟ କଲେ । .::.
  • ହଗୟ ଅଧ୍ୟାୟ 1  
  • ହଗୟ ଅଧ୍ୟାୟ 2  
×

Alert

×

Oriya Letters Keypad References