ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଯିଶାଇୟ

ଯିଶାଇୟ ଅଧ୍ୟାୟ 47

1 ଆଗୋ ବାବିଲର ଅନୂଢ଼ା କନ୍ୟେ, ତୁମ୍ଭେ ଓହ୍ଲାଇ ଧୂଳିରେ ବସ; ଆଗୋ କଲ୍ଦୀୟର କନ୍ୟେ, ସିଂହାସନ ବିନା, ଭୂମିରେ ବସ; କାରଣ ତୁମ୍ଭେ ଆଉ କୋମଳା ଓ ସୁକୁମାରୀ ବୋଲି ଖ୍ୟାତା ନୋହିବ । 2 ଚକି ନେଇ ଶସ୍ୟ ପେଷ, ତୁମ୍ଭର ଓଢ଼ଣି କାଢ଼, ଜାମା କାଢ଼ି ପକାଅ, ପାଦ ଅନାବୃତ କର, ନଦନଦୀରେ ଚାଲି କରି ଯାଅ । 3 ତୁମ୍ଭର ଉଲଙ୍ଗତା ପ୍ରକାଶିତ ହେବ, ହଁ, ତୁମ୍ଭର ଲଜ୍ଜାର ବିଷୟ ଦୃଶ୍ୟ ହେବନ୍ତ ଆମ୍ଭେ ପରିଶୋଧ ନେବା, ପୁଣି କାହାରି ଅନୁରୋଧ ମାନିବା ନାହିଁ । 4 ଆମ୍ଭମାନଙ୍କର ମୁକ୍ତିଦାତା ଇସ୍ରାଏଲର ଧର୍ମସ୍ଵରୂପ, ସୈନ୍ୟାଧିପତି ସଦାପ୍ରଭୁ, ତାହାଙ୍କର ନାମ । 5 ଆଗୋ କଲ୍ଦୀୟମାନଙ୍କର କନ୍ୟେ, ତୁମ୍ଭେ ଅନ୍ଧାରକୁ ଯାଇ ତୁନି ହୋଇ ବସ; କାରଣ ରାଜ୍ୟ-ସମୂହର କର୍ତ୍ତୃତ୍ଵକାରିଣୀ ବୋଲି ତୁମ୍ଭେ ଆଉ ଖ୍ୟାତା ନୋହିବ । 6 ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ଆପଣା ଅଧିକାର ଅପବିତ୍ର କଲୁ ଓ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ; ତୁମ୍ଭେ ସେମାନଙ୍କ ପ୍ରତି କିଛି ଦୟା ପ୍ରକାଶ କଲ ନାହିଁ; ତୁମ୍ଭେ ବୃଦ୍ଧ ଲୋକ ଉପରେ ତୁମ୍ଭର ଯୁଆଳି ବଡ଼ ଭାରୀ କରି ଥୋଇଲ ⇧। 7 ପୁଣି, ତୁମ୍ଭେ କହିଲ, ଆମ୍ଭେ ସଦାକାଳ କର୍ତ୍ତୃତ୍ଵକାରିଣୀ ହୋଇ ରହିବା; ଏହେତୁ ତୁମ୍ଭେ ଏସବୁ ବିଷୟରେ ମନୋଯୋଗ କଲ ନାହିଁ, କିଅବା ତହିଁର ଶେଷ ଫଳ ସ୍ମରଣ କଲ ନାହିଁ । 8 ଏହେତୁ ଗୋ ସୁଖଭୋଗିନୀ, ଏବେ ଏହା ଶୁଣ, ତୁମ୍ଭେ ନିର୍ଭୟରେ ବାସ କରି ମନେ ମନେ କହୁଅଛ, ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ; ଆମ୍ଭେ ବିଧବା ପରି ବସିବା ନାହିଁ, କିଅବା ସନ୍ତାନ-ବିରହ ଜାଣିବା ନାହିଁ; 9 ମାତ୍ର ସନ୍ତାନ-ବିରହ ଓ ବୈଧବ୍ୟ ଏ ଦୁଇ ଏକ ମୁହୂର୍ତ୍ତରେ, ଏକ ଦିନରେ ତୁମ୍ଭ ପ୍ରତି ଘଟିବ; ତୁମ୍ଭର ଅପାର ଗଣକତା ଓ ଅତି ପ୍ରଚୁର ମାୟାବୀତ୍ଵ ଥିଲେ ହେଁ, ସେ ଦୁଇ ସମ୍ପୂର୍ଣ୍ଣ ପରିମାଣରେ ତୁମ୍ଭ ପ୍ରତି ଘଟିବ । 10 କାରଣ ତୁମ୍ଭେ ଆପଣା ଦୁଷ୍ଟତାରେ ନିର୍ଭର ରଖିଅଛ; ତୁମ୍ଭେ କହିଅଛ, କେହି ଆମ୍ଭକୁ ଦେଖୁ ନାହିଁ, ତୁମ୍ଭର ଜ୍ଞାନ ଓ ବିଦ୍ୟା ତୁମ୍ଭକୁ ବିପଥଗାମୀ କରିଅଛି; ପୁଣି ତୁମ୍ଭେ ଆପଣା ମନେ ମନେ କହିଅଛ, ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ; 11 ଏହେତୁ ତୁମ୍ଭ ପ୍ରତି ଦୁର୍ଦ୍ଦଶା ଘଟିବ, ତୁମ୍ଭେ ତହିଁର ଉଦୟ ଜାଣିବ ନାହିଁ; ପୁଣି, ତୁମ୍ଭ ଉପରେ ବିପଦ ପଡ଼ିବ, ତୁମ୍ଭେ ତାହା ଦୂର କରିପାରିବ ନାହିଁ; ଆଉ, ଯାହା ତୁମ୍ଭେ ଜାଣୁ ନାହଁ, ଏପରି ବିନାଶ ହଠାତ୍ ତୁମ୍ଭ ଉପରେ ଘଟିବ । 12 ତୁମ୍ଭେ ବାଲ୍ୟରୁ ଆପଣାର ଯେଉଁ ମାୟାବୀତ୍ଵ ଓ ଅପାର ଗଣକତାରେ ପରିଶ୍ରମ କରି ଆସିଅଛ, ଏବେ ତାହା ଅବଲମ୍ଵନ କର । କେଜାଣି ଅବା ତୁମ୍ଭେ ଉପକାର ପାଇ ପାରିବ, କେଜାଣି ଅବା ତୁମ୍ଭେ ଜୟଯୁକ୍ତ ହୋଇ ପାରିବ । 13 ତୁମ୍ଭେ ଆପଣାର ଅପାର ମନ୍ତ୍ରଣାରେ କ୍ଳା; ହୋଇଅଛ; ଏବେ ଜ୍ୟୋତିଷମାନେ, ନକ୍ଷତ୍ର-ଦର୍ଶୀମାନେ, ମାସିକ ଶୁଭାଶୁଭବାଦୀମାନେ ଛିଡ଼ା ହେଉନ୍ତୁ ଓ ତୁମ୍ଭ ପ୍ରତି ଯାହା ଯାହା ଘଟିବ, ତହିଁରୁ ତୁମ୍ଭକୁ ରକ୍ଷା କରନ୍ତୁ । 14 ଦେଖ, ସେମାନେ କୁଟା ପରି ହେବେ; ଅଗ୍ନି ସେମାନଙ୍କୁ ଦଗ୍ଧ କରିବ; ସେମାନେ ଅଗ୍ନିଶିଖାର ବଳରୁ ଆପଣାମାନଙ୍କୁ ଉଦ୍ଧାର କରି ପାରିବେ ନାହିଁ । ତାହା ଉଷ୍ଣ ହେବା ନିମନ୍ତେ ଜ୍ଵଳ; ଅଙ୍ଗାର ଅବା ତହିଁ ସମ୍ମୁଖରେ ବସିବା ନିମନ୍ତେ ଅଗ୍ନି ସ୍ଵରୂପ ନୋହିବ । 15 ଯେଉଁ ଯେଉଁ ବିଷୟରେ ତୁମ୍ଭେ ପରିଶ୍ରମ କରିଅଛ, ସେସବୁ ତୁମ୍ଭ ପ୍ରତି ଏରୂପ ହେବ; ତୁମ୍ଭର ଯୌବନରୁ ଯେଉଁମାନେ ତୁମ୍ଭ ସହିତ ବାଣିଜ୍ୟ କରିଅଛନ୍ତି, ସେମାନଙ୍କର ପ୍ରତ୍ୟେକେ ଏଣେତେଣେ ଭ୍ରମଣ କରି ଆପଣା ଆପଣା ସ୍ଥାନକୁ ଯିବେ, ତୁମ୍ଭକୁ ରକ୍ଷା କରିବାକୁ କେହି ରହିବେ ନାହିଁ ।
1. ଆଗୋ ବାବିଲର ଅନୂଢ଼ା କନ୍ୟେ, ତୁମ୍ଭେ ଓହ୍ଲାଇ ଧୂଳିରେ ବସ; ଆଗୋ କଲ୍ଦୀୟର କନ୍ୟେ, ସିଂହାସନ ବିନା, ଭୂମିରେ ବସ; କାରଣ ତୁମ୍ଭେ ଆଉ କୋମଳା ଓ ସୁକୁମାରୀ ବୋଲି ଖ୍ୟାତା ନୋହିବ । 2. ଚକି ନେଇ ଶସ୍ୟ ପେଷ, ତୁମ୍ଭର ଓଢ଼ଣି କାଢ଼, ଜାମା କାଢ଼ି ପକାଅ, ପାଦ ଅନାବୃତ କର, ନଦନଦୀରେ ଚାଲି କରି ଯାଅ । 3. ତୁମ୍ଭର ଉଲଙ୍ଗତା ପ୍ରକାଶିତ ହେବ, ହଁ, ତୁମ୍ଭର ଲଜ୍ଜାର ବିଷୟ ଦୃଶ୍ୟ ହେବନ୍ତ ଆମ୍ଭେ ପରିଶୋଧ ନେବା, ପୁଣି କାହାରି ଅନୁରୋଧ ମାନିବା ନାହିଁ । 4. ଆମ୍ଭମାନଙ୍କର ମୁକ୍ତିଦାତା ଇସ୍ରାଏଲର ଧର୍ମସ୍ଵରୂପ, ସୈନ୍ୟାଧିପତି ସଦାପ୍ରଭୁ, ତାହାଙ୍କର ନାମ । 5. ଆଗୋ କଲ୍ଦୀୟମାନଙ୍କର କନ୍ୟେ, ତୁମ୍ଭେ ଅନ୍ଧାରକୁ ଯାଇ ତୁନି ହୋଇ ବସ; କାରଣ ରାଜ୍ୟ-ସମୂହର କର୍ତ୍ତୃତ୍ଵକାରିଣୀ ବୋଲି ତୁମ୍ଭେ ଆଉ ଖ୍ୟାତା ନୋହିବ । 6. ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ଆପଣା ଅଧିକାର ଅପବିତ୍ର କଲୁ ଓ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ; ତୁମ୍ଭେ ସେମାନଙ୍କ ପ୍ରତି କିଛି ଦୟା ପ୍ରକାଶ କଲ ନାହିଁ; ତୁମ୍ଭେ ବୃଦ୍ଧ ଲୋକ ଉପରେ ତୁମ୍ଭର ଯୁଆଳି ବଡ଼ ଭାରୀ କରି ଥୋଇଲ ⇧। 7. ପୁଣି, ତୁମ୍ଭେ କହିଲ, ଆମ୍ଭେ ସଦାକାଳ କର୍ତ୍ତୃତ୍ଵକାରିଣୀ ହୋଇ ରହିବା; ଏହେତୁ ତୁମ୍ଭେ ଏସବୁ ବିଷୟରେ ମନୋଯୋଗ କଲ ନାହିଁ, କିଅବା ତହିଁର ଶେଷ ଫଳ ସ୍ମରଣ କଲ ନାହିଁ । 8. ଏହେତୁ ଗୋ ସୁଖଭୋଗିନୀ, ଏବେ ଏହା ଶୁଣ, ତୁମ୍ଭେ ନିର୍ଭୟରେ ବାସ କରି ମନେ ମନେ କହୁଅଛ, ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ; ଆମ୍ଭେ ବିଧବା ପରି ବସିବା ନାହିଁ, କିଅବା ସନ୍ତାନ-ବିରହ ଜାଣିବା ନାହିଁ; 9. ମାତ୍ର ସନ୍ତାନ-ବିରହ ଓ ବୈଧବ୍ୟ ଏ ଦୁଇ ଏକ ମୁହୂର୍ତ୍ତରେ, ଏକ ଦିନରେ ତୁମ୍ଭ ପ୍ରତି ଘଟିବ; ତୁମ୍ଭର ଅପାର ଗଣକତା ଓ ଅତି ପ୍ରଚୁର ମାୟାବୀତ୍ଵ ଥିଲେ ହେଁ, ସେ ଦୁଇ ସମ୍ପୂର୍ଣ୍ଣ ପରିମାଣରେ ତୁମ୍ଭ ପ୍ରତି ଘଟିବ । 10. କାରଣ ତୁମ୍ଭେ ଆପଣା ଦୁଷ୍ଟତାରେ ନିର୍ଭର ରଖିଅଛ; ତୁମ୍ଭେ କହିଅଛ, କେହି ଆମ୍ଭକୁ ଦେଖୁ ନାହିଁ, ତୁମ୍ଭର ଜ୍ଞାନ ଓ ବିଦ୍ୟା ତୁମ୍ଭକୁ ବିପଥଗାମୀ କରିଅଛି; ପୁଣି ତୁମ୍ଭେ ଆପଣା ମନେ ମନେ କହିଅଛ, ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ; 11. ଏହେତୁ ତୁମ୍ଭ ପ୍ରତି ଦୁର୍ଦ୍ଦଶା ଘଟିବ, ତୁମ୍ଭେ ତହିଁର ଉଦୟ ଜାଣିବ ନାହିଁ; ପୁଣି, ତୁମ୍ଭ ଉପରେ ବିପଦ ପଡ଼ିବ, ତୁମ୍ଭେ ତାହା ଦୂର କରିପାରିବ ନାହିଁ; ଆଉ, ଯାହା ତୁମ୍ଭେ ଜାଣୁ ନାହଁ, ଏପରି ବିନାଶ ହଠାତ୍ ତୁମ୍ଭ ଉପରେ ଘଟିବ । 12. ତୁମ୍ଭେ ବାଲ୍ୟରୁ ଆପଣାର ଯେଉଁ ମାୟାବୀତ୍ଵ ଓ ଅପାର ଗଣକତାରେ ପରିଶ୍ରମ କରି ଆସିଅଛ, ଏବେ ତାହା ଅବଲମ୍ଵନ କର । କେଜାଣି ଅବା ତୁମ୍ଭେ ଉପକାର ପାଇ ପାରିବ, କେଜାଣି ଅବା ତୁମ୍ଭେ ଜୟଯୁକ୍ତ ହୋଇ ପାରିବ । 13. ତୁମ୍ଭେ ଆପଣାର ଅପାର ମନ୍ତ୍ରଣାରେ କ୍ଳା; ହୋଇଅଛ; ଏବେ ଜ୍ୟୋତିଷମାନେ, ନକ୍ଷତ୍ର-ଦର୍ଶୀମାନେ, ମାସିକ ଶୁଭାଶୁଭବାଦୀମାନେ ଛିଡ଼ା ହେଉନ୍ତୁ ଓ ତୁମ୍ଭ ପ୍ରତି ଯାହା ଯାହା ଘଟିବ, ତହିଁରୁ ତୁମ୍ଭକୁ ରକ୍ଷା କରନ୍ତୁ । 14. ଦେଖ, ସେମାନେ କୁଟା ପରି ହେବେ; ଅଗ୍ନି ସେମାନଙ୍କୁ ଦଗ୍ଧ କରିବ; ସେମାନେ ଅଗ୍ନିଶିଖାର ବଳରୁ ଆପଣାମାନଙ୍କୁ ଉଦ୍ଧାର କରି ପାରିବେ ନାହିଁ । ତାହା ଉଷ୍ଣ ହେବା ନିମନ୍ତେ ଜ୍ଵଳ; ଅଙ୍ଗାର ଅବା ତହିଁ ସମ୍ମୁଖରେ ବସିବା ନିମନ୍ତେ ଅଗ୍ନି ସ୍ଵରୂପ ନୋହିବ । 15. ଯେଉଁ ଯେଉଁ ବିଷୟରେ ତୁମ୍ଭେ ପରିଶ୍ରମ କରିଅଛ, ସେସବୁ ତୁମ୍ଭ ପ୍ରତି ଏରୂପ ହେବ; ତୁମ୍ଭର ଯୌବନରୁ ଯେଉଁମାନେ ତୁମ୍ଭ ସହିତ ବାଣିଜ୍ୟ କରିଅଛନ୍ତି, ସେମାନଙ୍କର ପ୍ରତ୍ୟେକେ ଏଣେତେଣେ ଭ୍ରମଣ କରି ଆପଣା ଆପଣା ସ୍ଥାନକୁ ଯିବେ, ତୁମ୍ଭକୁ ରକ୍ଷା କରିବାକୁ କେହି ରହିବେ ନାହିଁ ।
  • ଯିଶାଇୟ ଅଧ୍ୟାୟ 1  
  • ଯିଶାଇୟ ଅଧ୍ୟାୟ 2  
  • ଯିଶାଇୟ ଅଧ୍ୟାୟ 3  
  • ଯିଶାଇୟ ଅଧ୍ୟାୟ 4  
  • ଯିଶାଇୟ ଅଧ୍ୟାୟ 5  
  • ଯିଶାଇୟ ଅଧ୍ୟାୟ 6  
  • ଯିଶାଇୟ ଅଧ୍ୟାୟ 7  
  • ଯିଶାଇୟ ଅଧ୍ୟାୟ 8  
  • ଯିଶାଇୟ ଅଧ୍ୟାୟ 9  
  • ଯିଶାଇୟ ଅଧ୍ୟାୟ 10  
  • ଯିଶାଇୟ ଅଧ୍ୟାୟ 11  
  • ଯିଶାଇୟ ଅଧ୍ୟାୟ 12  
  • ଯିଶାଇୟ ଅଧ୍ୟାୟ 13  
  • ଯିଶାଇୟ ଅଧ୍ୟାୟ 14  
  • ଯିଶାଇୟ ଅଧ୍ୟାୟ 15  
  • ଯିଶାଇୟ ଅଧ୍ୟାୟ 16  
  • ଯିଶାଇୟ ଅଧ୍ୟାୟ 17  
  • ଯିଶାଇୟ ଅଧ୍ୟାୟ 18  
  • ଯିଶାଇୟ ଅଧ୍ୟାୟ 19  
  • ଯିଶାଇୟ ଅଧ୍ୟାୟ 20  
  • ଯିଶାଇୟ ଅଧ୍ୟାୟ 21  
  • ଯିଶାଇୟ ଅଧ୍ୟାୟ 22  
  • ଯିଶାଇୟ ଅଧ୍ୟାୟ 23  
  • ଯିଶାଇୟ ଅଧ୍ୟାୟ 24  
  • ଯିଶାଇୟ ଅଧ୍ୟାୟ 25  
  • ଯିଶାଇୟ ଅଧ୍ୟାୟ 26  
  • ଯିଶାଇୟ ଅଧ୍ୟାୟ 27  
  • ଯିଶାଇୟ ଅଧ୍ୟାୟ 28  
  • ଯିଶାଇୟ ଅଧ୍ୟାୟ 29  
  • ଯିଶାଇୟ ଅଧ୍ୟାୟ 30  
  • ଯିଶାଇୟ ଅଧ୍ୟାୟ 31  
  • ଯିଶାଇୟ ଅଧ୍ୟାୟ 32  
  • ଯିଶାଇୟ ଅଧ୍ୟାୟ 33  
  • ଯିଶାଇୟ ଅଧ୍ୟାୟ 34  
  • ଯିଶାଇୟ ଅଧ୍ୟାୟ 35  
  • ଯିଶାଇୟ ଅଧ୍ୟାୟ 36  
  • ଯିଶାଇୟ ଅଧ୍ୟାୟ 37  
  • ଯିଶାଇୟ ଅଧ୍ୟାୟ 38  
  • ଯିଶାଇୟ ଅଧ୍ୟାୟ 39  
  • ଯିଶାଇୟ ଅଧ୍ୟାୟ 40  
  • ଯିଶାଇୟ ଅଧ୍ୟାୟ 41  
  • ଯିଶାଇୟ ଅଧ୍ୟାୟ 42  
  • ଯିଶାଇୟ ଅଧ୍ୟାୟ 43  
  • ଯିଶାଇୟ ଅଧ୍ୟାୟ 44  
  • ଯିଶାଇୟ ଅଧ୍ୟାୟ 45  
  • ଯିଶାଇୟ ଅଧ୍ୟାୟ 46  
  • ଯିଶାଇୟ ଅଧ୍ୟାୟ 47  
  • ଯିଶାଇୟ ଅଧ୍ୟାୟ 48  
  • ଯିଶାଇୟ ଅଧ୍ୟାୟ 49  
  • ଯିଶାଇୟ ଅଧ୍ୟାୟ 50  
  • ଯିଶାଇୟ ଅଧ୍ୟାୟ 51  
  • ଯିଶାଇୟ ଅଧ୍ୟାୟ 52  
  • ଯିଶାଇୟ ଅଧ୍ୟାୟ 53  
  • ଯିଶାଇୟ ଅଧ୍ୟାୟ 54  
  • ଯିଶାଇୟ ଅଧ୍ୟାୟ 55  
  • ଯିଶାଇୟ ଅଧ୍ୟାୟ 56  
  • ଯିଶାଇୟ ଅଧ୍ୟାୟ 57  
  • ଯିଶାଇୟ ଅଧ୍ୟାୟ 58  
  • ଯିଶାଇୟ ଅଧ୍ୟାୟ 59  
  • ଯିଶାଇୟ ଅଧ୍ୟାୟ 60  
  • ଯିଶାଇୟ ଅଧ୍ୟାୟ 61  
  • ଯିଶାଇୟ ଅଧ୍ୟାୟ 62  
  • ଯିଶାଇୟ ଅଧ୍ୟାୟ 63  
  • ଯିଶାଇୟ ଅଧ୍ୟାୟ 64  
  • ଯିଶାଇୟ ଅଧ୍ୟାୟ 65  
  • ଯିଶାଇୟ ଅଧ୍ୟାୟ 66  
×

Alert

×

Oriya Letters Keypad References