ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଦିତୀୟ ଶାମୁୟେଲ

ଦିତୀୟ ଶାମୁୟେଲ ଅଧ୍ୟାୟ 15

1 ଏଥିଉତ୍ତାରେ ଅବଶାଲୋମ ଆପଣା ନିମନ୍ତେ ଏକ ରଥ ଓ ଅଶ୍ଵମାନ ଓ ଆପଣା ଆଗେ ଆଗେ ଦୌଡ଼ିବା ନିମନ୍ତେ ପଚାଶ ଜଣ ରଖିଲା । 2 ପୁଣି ଅବଶାଲୋମ ପ୍ରଭାତରେ ଉଠି ରାଜଦ୍ଵାରର ପଥ ପାର୍ଶ୍ଵରେ ଠିଆ ହୁଏ; ଆଉ ଏପରି କରେ ଯେ, କାହାରି ବିଚାରାର୍ଥେ ରାଜାଙ୍କ ନିକଟକୁ ଆସିବାଯୋଗ୍ୟ କୌଣସି ବିବାଦ ଥିଲେ, ଅବଶାଲୋମ ତାହାକୁ ଡାକି କହେ, ତୁମ୍ଭେ କେଉଁ ନଗରର ଲୋକ? ତହିଁରେ ଆପଣଙ୍କ ଦାସ ଆମ୍ଭେ ଇସ୍ରାଏଲର ଗୋଟିଏ ବଂଶର ଲୋକ ବୋଲି କହିଲେ, 3 ଅବଶାଲୋମ ତାହାକୁ କହେ, ଦେଖ, ତୁମ୍ଭ କଥା ଉତ୍ତମ ଓ ଯଥାର୍ଥ; ମାତ୍ର ତୁମ୍ଭ କଥା ଶୁଣିବାକୁ ରାଜାଙ୍କର କୌଣସି ଲୋକ ନିଯୁକ୍ତ ନାହିଁ । 4 ଅବଶାଲୋମ ଆହୁରି କହେ, ଆଃ, ମୁଁ ଯେବେ ଦେଶର ବିଚାରକର୍ତ୍ତା ହୁଅନ୍ତି ଓ କାହାରି କୌଣସି ବିବାଦ ବା କୌଣସି କଥା ଥିଲେ ଯେବେ ସେ ମୋʼ ନିକଟକୁ ଆସନ୍ତା, ତେବେ ମୁଁ ତାହାର ଯଥାର୍ଥ ବିଚାର କରନ୍ତି । 5 ଆହୁରି କେହି ପ୍ରଣାମ କରିବା ପାଇଁ ତାହା ନିକଟକୁ ଆସିଲେ, ସେ ଆପଣା ହାତ ବଢ଼ାଇ ତାହାକୁ ଧରି ଚୁମ୍ଵନ କରେ । 6 ଇସ୍ରାଏଲର ଯେତେ ଲୋକ ବିଚାରାର୍ଥେ ରାଜାଙ୍କ ନିକଟକୁ ଆସନ୍ତି, ଅବଶାଲୋମ ସେସମସ୍ତଙ୍କ ପ୍ରତି ଏହିପରି କରେ; ଏହି ପ୍ରକାରେ ଅବଶାଲୋମ ଇସ୍ରାଏଲ ଲୋକମାନଙ୍କ ମନ ହରଣ କଲା । 7 ଅନନ୍ତର ଚାଳିଶ ବର୍ଷ ଶେଷରେ ଅବଶାଲୋମ ରାଜାଙ୍କୁ କହିଲା, ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ ମନାସି ଅଛି, ତାହା ପୂର୍ଣ୍ଣ କରିବା ପାଇଁ ମୋତେ ହିବ୍ରୋଣକୁ ଯିବାକୁ ଦେଉନ୍ତୁ । 8 କାରଣ ଆପଣଙ୍କ ଦାସ ଅରାମ ଦେଶସ୍ଥ ଗଶୂରରେ ଥିବା ବେଳେ ମାନତ ମନାସି କହିଅଛି, ଯେବେ ସଦାପ୍ରଭୁ ନିଶ୍ଚୟ ମୋତେ ପୁନର୍ବାର ଯିରୂଶାଲମକୁ ଆଣିବେ, ତେବେ ମୁଁ ସଦାପ୍ରଭୁଙ୍କର ସେବା କରିବି । 9 ତହିଁରେ ରାଜା ତାହାକୁ କହିଲେ, କୁଶଳରେ ଯାଅ । ତହୁଁ ସେ ଉଠି ହିବ୍ରୋଣକୁ ଗଲା । 10 ମାତ୍ର ଅବଶାଲୋମ ସମୁଦାୟ ଇସ୍ରାଏଲ ବଂଶ ନିକଟକୁ ଚର ପଠାଇ କହିଥିଲା, ତୁମ୍ଭେମାନେ ତୂରୀଧ୍ଵନି ଶୁଣିବା କ୍ଷଣେ ଅବଶାଲୋମ ହିବ୍ରୋଣରେ ରାଜା ହେଲେ ବୋଲି କହିବ । 11 ଆଉ ଅବଶାଲୋମ ସଙ୍ଗେ ଯିରୂଶାଲମରୁ ଦୁଇ ଶହ ଲୋକ ଗଲେ; ସେମାନେ ନିମନ୍ତ୍ରିତ ହୋଇ ସରଳ ମନରେ ଗଲେ; ସେମାନେ କୌଣସି କଥା ଜାଣି ନ ଥିଲେ । 12 ପୁଣି ଅବଶାଲୋମ ବଳିଦାନ କରିବା ସମୟରେ ଲୋକ ପଠାଇ ଦାଉଦଙ୍କର ମନ୍ତ୍ରୀ ଗୀଲୋନୀୟ ଅହୀଥୋଫଲକୁ ତାହାର ନଗର ଗୀଲୋରୁ ଡକାଇଲା । ତହିଁରେ ଚକ୍ରା; ଦୃଢ଼ ହେଲା; କାରଣ ଅବଶାଲୋମର ପକ୍ଷୀୟ ଲୋକ ଆହୁରି ଅନେକ ବୃଦ୍ଧି ପାଇଲେ⇧ । 13 ଅନନ୍ତର ଜଣେ ଦୂତ ଦାଉଦଙ୍କ ନିକଟକୁ ଆସି କହିଲା, ଇସ୍ରାଏଲ ଲୋକମାନଙ୍କର ମନ ଅବଶାଲୋମ ଆଡ଼େ ଅଛି । 14 ତହିଁରେ ଦାଉଦ ଆପଣା ସଙ୍ଗେ ଯିରୂଶାଲମରେ ଥିବା ସମସ୍ତ ଦାସଙ୍କୁ କହିଲେ, ଉଠ, ଆମ୍ଭେମାନେ ପଳାଉ; ନୋହିଲେ ଆମ୍ଭେମାନେ କେହି ଅବଶାଲୋମଠାରୁ ରକ୍ଷା ପାଇବୁ ନାହିଁ; ଏଣୁ ଚଞ୍ଚଳ ଚାଲ, କେଜାଣି ସେ ଶୀଘ୍ର ଆମ୍ଭମାନଙ୍କୁ ଧରି ଆମ୍ଭମାନଙ୍କୁ ବିପଦଗ୍ରସ୍ତ କରିବ ଓ ଖଡ଼୍‍ଗଧାରରେ ନଗର ଆଘାତ କରିବ । 15 ତହୁଁ ରାଜାଙ୍କ ଦାସମାନେ ରାଜାଙ୍କୁ କହିଲେ, ଦେଖନ୍ତୁ, ଆମ୍ଭମାନଙ୍କ ପ୍ରଭୁ ମହାରାଜ ଯାହା ପସନ୍ଦ କରନ୍ତି, ତାହା କରିବାକୁ ଆପଣଙ୍କ ଦାସମାନେ ପ୍ରସ୍ତୁତ ଅଛନ୍ତି । 16 ତହୁଁ ରାଜା ଓ ତାଙ୍କ ପଛେ ପଛେ ତାଙ୍କର ସମସ୍ତ ପରିବାର ପ୍ରସ୍ଥାନ କଲେ । ପୁଣି ରାଜା ଗୃହ ଜଗିବା ନିମନ୍ତେ ଦଶ ଜଣ ଉପପନିୀ ଛାଡ଼ିଗଲେ । 17 ଏରୂପେ ରାଜା ଓ ତାଙ୍କ ପଛେ ତାଙ୍କର ସମସ୍ତ ଲୋକ ପ୍ରସ୍ଥାନ କରି ବୈଥ୍-ହମ୍ମିର୍ହକରେ ରହିଲେ । 18 ପୁଣି ତାଙ୍କର ସମସ୍ତ ଦାସ ଅଗ୍ରସର ହେଲେ ଓ ଗାଥ୍ ନଗରରୁ ତାଙ୍କ ପଛେ ଯେଉଁ ଛଅ ଶହ ଲୋକ ଆସିଥିଲେ, ସେହି କରେଥୀୟ ଓ ପଲେଥୀୟ ଓ ଗାଥୀୟ ଲୋକ ସମସ୍ତେ ରାଜାଙ୍କ ସମ୍ମୁଖରେ ପାର ହୋଇଗଲେ । 19 ସେତେବେଳେ ରାଜା ଗାଥୀୟ ଇତ୍ତୟକୁ କହିଲେ, ତୁମ୍ଭେ କାହିଁକି ଆମ୍ଭମାନଙ୍କ ସଙ୍ଗେ ଯାଉଛ? ଫେରି ଯାଅ, ରାଜାଙ୍କ ସଙ୍ଗେ ରୁହ; କାରଣ ତୁମ୍ଭେ ତ ଜଣେ ବିଦେଶୀ, ମଧ୍ୟ ନିର୍ବାସିତ ଲୋକ; ତୁମ୍ଭେ ନିଜ ସ୍ଥାନକୁ ଫେରିଯାଅ । 20 ଆମ୍ଭେ ଯେଉଁଆଡ଼େ ପାରିବୁ, ସେହିଆଡ଼େ ଯିବୁ, ତୁମ୍ଭେ ତ କେବଳ କାଲି ଆସିଲ, ଆଜି ଆମ୍ଭେ କି ତୁମ୍ଭକୁ ଆମ୍ଭମାନଙ୍କ ସଙ୍ଗେ ନେଇ ଏଣେତେଣେ ବୁଲାଇବା? ତୁମ୍ଭେ ଫେରିଯାଅ, ତୁମ୍ଭ ଭାଇମାନଙ୍କୁ ଫେରାଇ ନିଅ; ଦୟା ଓ ସତ୍ୟତା ତୁମ୍ଭ ସହବର୍ତ୍ତୀ ହେଉ । 21 ଏଥିରେ ଇତ୍ତୟ ରାଜାଙ୍କୁ ଉତ୍ତର କରି କହିଲା, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ମୋର ପ୍ରଭୁ ମହାରାଜ ଜୀବିତ ଥିବା ପ୍ରମାଣେ, ଜୀବନ ପାଇଁ ହେଉ ବା ମରଣ ପାଇଁ ହେଉ, ଅବଶ୍ୟ ମୋହର ପ୍ରଭୁ ମହାରାଜ ଯେଉଁଠାରେ ରହିବେ, ସେଠାରେ ମଧ୍ୟ ଆପଣଙ୍କ ଦାସ ରହିବ । 22 ତହୁଁ ଦାଉଦ ଇତ୍ତୟକୁ କହିଲେ, ତେବେ ଯାଅ, ଅଗ୍ରସର ହୁଅ । ତହିଁରେ ଗାଥୀୟ ଇତ୍ତୟ ଓ ତାହାର ସମସ୍ତ ଲୋକ ଓ ତାହା ସହିତ ଥିବା ସମସ୍ତ ବାଳକ ଅଗ୍ରସର ହୋଇଗଲେ । 23 ତେଣୁ ଦେଶଯାକ ଉଚ୍ଚୈଃସ୍ଵର କରି ରୋଦନ କଲେ ଓ ସମସ୍ତ ଲୋକ ଅଗ୍ରସର ହେଲେ; ରାଜା ମଧ୍ୟ ଆପେ କିଦ୍ରୋଣ ନଦୀ ପାର ହୋଇ ଗଲେ ଓ ସମସ୍ତ ଲୋକ ପାର ହୋଇ ପ୍ରାନ୍ତରପଥ ଆଡ଼େ ଗଲେ । 24 ଆଉ ଦେଖ, ସାଦୋକ ମଧ୍ୟ ଓ ତାହା ସଙ୍ଗେ ସମସ୍ତ ଲେବୀୟ ଲୋକ ପରମେଶ୍ଵରଙ୍କ ନିୟମ-ସିନ୍ଦୁକ ବହି ଆସିଲେ, ପୁଣି ନଗରରୁ ସମସ୍ତ ଲୋକ ବାହାର ହୋଇ ଯିବା ପର୍ଯ୍ୟନ୍ତ ସେମାନେ ପରମେଶ୍ଵରଙ୍କ ସିନ୍ଦୁକ ଓହ୍ଲାଇ ରଖିଲେ ଓ ଅବୀୟାଥର⇧ ଉପରକୁ ଗଲା । 25 ତହୁଁ ରାଜା ସାଦୋକକୁ କହିଲେ, ପରମେଶ୍ଵରଙ୍କ ସିନ୍ଦୁକ ନଗରକୁ ଫେରାଇ ନିଅ; ଯେବେ ମୁଁ ସଦାପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଏ, ତେବେ ସେ ମୋତେ ପୁନର୍ବାର ଆଣିବେ, ପୁଣି ଏହା ଓ ଆପଣା ନିବାସସ୍ଥାନ ମୋତେ ଦେଖାଇବେ । 26 ମାତ୍ର ତୁମ୍ଭଠାରେ ଆମ୍ଭର ସନ୍ତୋଷ ନାହିଁ, ଯେବେ ସେ ଏପରି କହିବେ, ତେବେ ଦେଖ, ମୁଁ ଉପସ୍ଥିତ ଅଛି, ଯାହା ତାହାଙ୍କୁ ଭଲ ଦିଶେ, ତାହା ସେ ମୋʼ ପ୍ରତି କରନ୍ତୁ । 27 ରାଜା ସାଦୋକ ଯାଜକକୁ ଆହୁରି କହିଲେ, ତୁମ୍ଭେ କି ଦର୍ଶକ ନୁହଁ? ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ର ଅହୀମାସ୍ ଓ ଅବୀୟାଥରର ପୁତ୍ର ଯୋନାଥନ, ତୁମ୍ଭମାନଙ୍କର ଏହି ଦୁଇ ପୁତ୍ର କୁଶଳରେ ନଗରକୁ ଫେରିଯାଅ । 28 ଦେଖ, ତୁମ୍ଭମାନଙ୍କଠାରୁ ମୋʼଠାକୁ ତଥ୍ୟ-ବାର୍ତ୍ତା ଆସିବା ପର୍ଯ୍ୟନ୍ତ ମୁଁ ପ୍ରାନ୍ତରସ୍ଥ ଘାଟୀ ପାଖରେ ବିଳମ୍ଵ କରିବି । 29 ଏଣୁ ସାଦୋକ ଓ ଅବୀୟାଥର ପୁନର୍ବାର ଯିରୂଶାଲମକୁ ପରମେଶ୍ଵରଙ୍କ ସିନ୍ଦୁକ ନେଇ ଗଲେ ଓ ସେମାନେ ସେଠାରେ ରହିଲେ । 30 ଅନନ୍ତର ଦାଉଦ ଜୈତୁନ ପର୍ବତର ଉଠାଣି ଦେଇ ଗଲେ ଓ ଉପରକୁ ଯିବା ବେଳେ ରୋଦନ କରି କରି ଉପରକୁ ଗଲେ; ସେସମୟରେ ତାଙ୍କର ମସ୍ତକ ଆଚ୍ଛାଦିତ ଥିଲା ଓ ସେ ଖାଲି ପାଦରେ ଚାଲୁଥିଲେ; ପୁଣି ତାଙ୍କର ସଙ୍ଗୀ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ମସ୍ତକ ଆଚ୍ଛାଦନ କରିଥିଲେ ଓ ସେମାନେ ଉପରକୁ ଯିବା ବେଳେ ରୋଦନ କରୁ କରୁ⇧ ଉପରକୁ ଗଲେ । 31 ଏଥି ମଧ୍ୟରେ ଜଣେ ଦାଉଦଙ୍କୁ କହିଲା, ଅବଶାଲୋମ ସଙ୍ଗେ ଚକ୍ରାନ୍ତକାରୀମାନଙ୍କ ମଧ୍ୟରେ ଅହୀଥୋଫଲ ଅଛି । ତହିଁରେ ଦାଉଦ କହିଲେ, ହେ ସଦାପ୍ରଭୋ, ବିନୟ କରୁଅଛି, ଅହୀଥୋଫଲର ମନ୍ତ୍ରଣାକୁ ମୂର୍ଖତା କର । 32 ଏଉତ୍ତାରେ ଲୋକେ ଯେଉଁଠାରେ ପରମେଶ୍ଵରଙ୍କର ଆରାଧନା କରନ୍ତି, ଉଠାଣିର ସେହି ଶୃଙ୍ଗ ନିକଟରେ ଦାଉଦ ଉପସ୍ଥିତ ହୁଅନ୍ତେ, ଦେଖ, ଅର୍କୀୟ ହୁଶୟ ଆପଣା ଚିରା ଜାମା ପିନ୍ଧି ଓ ମସ୍ତକରେ ମୃତ୍ତିକା ଦେଇ ତାଙ୍କୁ ଭେଟିବା ପାଇଁ ଉପସ୍ଥିତ ହେଲା । 33 ତହିଁରେ ଦାଉଦ ତାହାକୁ କହିଲେ, ଯେବେ ତୁମ୍ଭେ ମୋʼ ସଙ୍ଗେ ଅଗ୍ରସର ହୁଅ, ତେବେ ତୁମ୍ଭେ ମୋʼ ପ୍ରତି ଭାର ସ୍ଵରୂପ ହେବ । 34 ମାତ୍ର ଯେବେ ତୁମ୍ଭେ ନଗରକୁ ଫେରି ଯାଇ ଅବଶାଲୋମକୁ କହିବ, ହେ ମହାରାଜ, ମୁଁ ଆପଣଙ୍କର ଦାସ ହେବି; ମୁଁ ପୂର୍ବରେ ଯେପରି ଆପଣଙ୍କ ପିତାଙ୍କର ଦାସ ଥିଲି, ସେପରି ଏବେ ମୁଁ ଆପଣଙ୍କର ଦାସ ହେବି; ତେବେ ତୁମ୍ଭେ ଆମ୍ଭ ପକ୍ଷରେ ଅହୀଥୋଫଲର ମନ୍ତ୍ରଣା ବ୍ୟର୍ଥ କରି ପାରିବ । 35 ସେଠାରେ ତୁମ୍ଭ ସଙ୍ଗେ କି ସାଦୋକ ଓ ଅବୀୟାଥର ଯାଜକମାନେ ନ ଥିବେ? ଏଣୁ ତୁମ୍ଭେ ରାଜଗୃହରୁ ଯାହା କିଛି ଶୁଣିବ, ତାହା ସାଦୋକ ଓ ଅବୀୟାଥର ଯାଜକମାନଙ୍କୁ ଜଣାଇବ । 36 ଦେଖ, ସେସ୍ଥାନରେ ସେମାନଙ୍କ ସଙ୍ଗେ ସେମାନଙ୍କର ଦୁଇ ପୁତ୍ର, ଅର୍ଥାତ୍, ସାଦୋକର ପୁତ୍ର ଅହୀମାସ୍ ଓ ଅବୀୟାଥରର ପୁତ୍ର ଯୋନାଥନ ଅଛନ୍ତି, ତୁମ୍ଭେମାନେ ଯାହା ଯାହା ଶୁଣିବ, ସେସବୁ କଥା ସେମାନଙ୍କ ହାତରେ ମୋʼ କତିକି କହି ପଠାଇବ । 37 ତହୁଁ ଦାଉଦଙ୍କର ମିତ୍ର ହୂଶୟ ନଗରକୁ ଆସିଲା; ପୁଣି ଅବଶାଲୋମ ଯିରୂଶାଲମକୁ ଆସିଲା ।
1 ଏଥିଉତ୍ତାରେ ଅବଶାଲୋମ ଆପଣା ନିମନ୍ତେ ଏକ ରଥ ଓ ଅଶ୍ଵମାନ ଓ ଆପଣା ଆଗେ ଆଗେ ଦୌଡ଼ିବା ନିମନ୍ତେ ପଚାଶ ଜଣ ରଖିଲା । .::. 2 ପୁଣି ଅବଶାଲୋମ ପ୍ରଭାତରେ ଉଠି ରାଜଦ୍ଵାରର ପଥ ପାର୍ଶ୍ଵରେ ଠିଆ ହୁଏ; ଆଉ ଏପରି କରେ ଯେ, କାହାରି ବିଚାରାର୍ଥେ ରାଜାଙ୍କ ନିକଟକୁ ଆସିବାଯୋଗ୍ୟ କୌଣସି ବିବାଦ ଥିଲେ, ଅବଶାଲୋମ ତାହାକୁ ଡାକି କହେ, ତୁମ୍ଭେ କେଉଁ ନଗରର ଲୋକ? ତହିଁରେ ଆପଣଙ୍କ ଦାସ ଆମ୍ଭେ ଇସ୍ରାଏଲର ଗୋଟିଏ ବଂଶର ଲୋକ ବୋଲି କହିଲେ, .::. 3 ଅବଶାଲୋମ ତାହାକୁ କହେ, ଦେଖ, ତୁମ୍ଭ କଥା ଉତ୍ତମ ଓ ଯଥାର୍ଥ; ମାତ୍ର ତୁମ୍ଭ କଥା ଶୁଣିବାକୁ ରାଜାଙ୍କର କୌଣସି ଲୋକ ନିଯୁକ୍ତ ନାହିଁ । .::. 4 ଅବଶାଲୋମ ଆହୁରି କହେ, ଆଃ, ମୁଁ ଯେବେ ଦେଶର ବିଚାରକର୍ତ୍ତା ହୁଅନ୍ତି ଓ କାହାରି କୌଣସି ବିବାଦ ବା କୌଣସି କଥା ଥିଲେ ଯେବେ ସେ ମୋʼ ନିକଟକୁ ଆସନ୍ତା, ତେବେ ମୁଁ ତାହାର ଯଥାର୍ଥ ବିଚାର କରନ୍ତି । .::. 5 ଆହୁରି କେହି ପ୍ରଣାମ କରିବା ପାଇଁ ତାହା ନିକଟକୁ ଆସିଲେ, ସେ ଆପଣା ହାତ ବଢ଼ାଇ ତାହାକୁ ଧରି ଚୁମ୍ଵନ କରେ । .::. 6 ଇସ୍ରାଏଲର ଯେତେ ଲୋକ ବିଚାରାର୍ଥେ ରାଜାଙ୍କ ନିକଟକୁ ଆସନ୍ତି, ଅବଶାଲୋମ ସେସମସ୍ତଙ୍କ ପ୍ରତି ଏହିପରି କରେ; ଏହି ପ୍ରକାରେ ଅବଶାଲୋମ ଇସ୍ରାଏଲ ଲୋକମାନଙ୍କ ମନ ହରଣ କଲା । .::. 7 ଅନନ୍ତର ଚାଳିଶ ବର୍ଷ ଶେଷରେ ଅବଶାଲୋମ ରାଜାଙ୍କୁ କହିଲା, ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ ମନାସି ଅଛି, ତାହା ପୂର୍ଣ୍ଣ କରିବା ପାଇଁ ମୋତେ ହିବ୍ରୋଣକୁ ଯିବାକୁ ଦେଉନ୍ତୁ । .::. 8 କାରଣ ଆପଣଙ୍କ ଦାସ ଅରାମ ଦେଶସ୍ଥ ଗଶୂରରେ ଥିବା ବେଳେ ମାନତ ମନାସି କହିଅଛି, ଯେବେ ସଦାପ୍ରଭୁ ନିଶ୍ଚୟ ମୋତେ ପୁନର୍ବାର ଯିରୂଶାଲମକୁ ଆଣିବେ, ତେବେ ମୁଁ ସଦାପ୍ରଭୁଙ୍କର ସେବା କରିବି । .::. 9 ତହିଁରେ ରାଜା ତାହାକୁ କହିଲେ, କୁଶଳରେ ଯାଅ । ତହୁଁ ସେ ଉଠି ହିବ୍ରୋଣକୁ ଗଲା । .::. 10 ମାତ୍ର ଅବଶାଲୋମ ସମୁଦାୟ ଇସ୍ରାଏଲ ବଂଶ ନିକଟକୁ ଚର ପଠାଇ କହିଥିଲା, ତୁମ୍ଭେମାନେ ତୂରୀଧ୍ଵନି ଶୁଣିବା କ୍ଷଣେ ଅବଶାଲୋମ ହିବ୍ରୋଣରେ ରାଜା ହେଲେ ବୋଲି କହିବ । .::. 11 ଆଉ ଅବଶାଲୋମ ସଙ୍ଗେ ଯିରୂଶାଲମରୁ ଦୁଇ ଶହ ଲୋକ ଗଲେ; ସେମାନେ ନିମନ୍ତ୍ରିତ ହୋଇ ସରଳ ମନରେ ଗଲେ; ସେମାନେ କୌଣସି କଥା ଜାଣି ନ ଥିଲେ । .::. 12 ପୁଣି ଅବଶାଲୋମ ବଳିଦାନ କରିବା ସମୟରେ ଲୋକ ପଠାଇ ଦାଉଦଙ୍କର ମନ୍ତ୍ରୀ ଗୀଲୋନୀୟ ଅହୀଥୋଫଲକୁ ତାହାର ନଗର ଗୀଲୋରୁ ଡକାଇଲା । ତହିଁରେ ଚକ୍ରା; ଦୃଢ଼ ହେଲା; କାରଣ ଅବଶାଲୋମର ପକ୍ଷୀୟ ଲୋକ ଆହୁରି ଅନେକ ବୃଦ୍ଧି ପାଇଲେ⇧ । .::. 13 ଅନନ୍ତର ଜଣେ ଦୂତ ଦାଉଦଙ୍କ ନିକଟକୁ ଆସି କହିଲା, ଇସ୍ରାଏଲ ଲୋକମାନଙ୍କର ମନ ଅବଶାଲୋମ ଆଡ଼େ ଅଛି । .::. 14 ତହିଁରେ ଦାଉଦ ଆପଣା ସଙ୍ଗେ ଯିରୂଶାଲମରେ ଥିବା ସମସ୍ତ ଦାସଙ୍କୁ କହିଲେ, ଉଠ, ଆମ୍ଭେମାନେ ପଳାଉ; ନୋହିଲେ ଆମ୍ଭେମାନେ କେହି ଅବଶାଲୋମଠାରୁ ରକ୍ଷା ପାଇବୁ ନାହିଁ; ଏଣୁ ଚଞ୍ଚଳ ଚାଲ, କେଜାଣି ସେ ଶୀଘ୍ର ଆମ୍ଭମାନଙ୍କୁ ଧରି ଆମ୍ଭମାନଙ୍କୁ ବିପଦଗ୍ରସ୍ତ କରିବ ଓ ଖଡ଼୍‍ଗଧାରରେ ନଗର ଆଘାତ କରିବ । .::. 15 ତହୁଁ ରାଜାଙ୍କ ଦାସମାନେ ରାଜାଙ୍କୁ କହିଲେ, ଦେଖନ୍ତୁ, ଆମ୍ଭମାନଙ୍କ ପ୍ରଭୁ ମହାରାଜ ଯାହା ପସନ୍ଦ କରନ୍ତି, ତାହା କରିବାକୁ ଆପଣଙ୍କ ଦାସମାନେ ପ୍ରସ୍ତୁତ ଅଛନ୍ତି । .::. 16 ତହୁଁ ରାଜା ଓ ତାଙ୍କ ପଛେ ପଛେ ତାଙ୍କର ସମସ୍ତ ପରିବାର ପ୍ରସ୍ଥାନ କଲେ । ପୁଣି ରାଜା ଗୃହ ଜଗିବା ନିମନ୍ତେ ଦଶ ଜଣ ଉପପନିୀ ଛାଡ଼ିଗଲେ । .::. 17 ଏରୂପେ ରାଜା ଓ ତାଙ୍କ ପଛେ ତାଙ୍କର ସମସ୍ତ ଲୋକ ପ୍ରସ୍ଥାନ କରି ବୈଥ୍-ହମ୍ମିର୍ହକରେ ରହିଲେ । .::. 18 ପୁଣି ତାଙ୍କର ସମସ୍ତ ଦାସ ଅଗ୍ରସର ହେଲେ ଓ ଗାଥ୍ ନଗରରୁ ତାଙ୍କ ପଛେ ଯେଉଁ ଛଅ ଶହ ଲୋକ ଆସିଥିଲେ, ସେହି କରେଥୀୟ ଓ ପଲେଥୀୟ ଓ ଗାଥୀୟ ଲୋକ ସମସ୍ତେ ରାଜାଙ୍କ ସମ୍ମୁଖରେ ପାର ହୋଇଗଲେ । .::. 19 ସେତେବେଳେ ରାଜା ଗାଥୀୟ ଇତ୍ତୟକୁ କହିଲେ, ତୁମ୍ଭେ କାହିଁକି ଆମ୍ଭମାନଙ୍କ ସଙ୍ଗେ ଯାଉଛ? ଫେରି ଯାଅ, ରାଜାଙ୍କ ସଙ୍ଗେ ରୁହ; କାରଣ ତୁମ୍ଭେ ତ ଜଣେ ବିଦେଶୀ, ମଧ୍ୟ ନିର୍ବାସିତ ଲୋକ; ତୁମ୍ଭେ ନିଜ ସ୍ଥାନକୁ ଫେରିଯାଅ । .::. 20 ଆମ୍ଭେ ଯେଉଁଆଡ଼େ ପାରିବୁ, ସେହିଆଡ଼େ ଯିବୁ, ତୁମ୍ଭେ ତ କେବଳ କାଲି ଆସିଲ, ଆଜି ଆମ୍ଭେ କି ତୁମ୍ଭକୁ ଆମ୍ଭମାନଙ୍କ ସଙ୍ଗେ ନେଇ ଏଣେତେଣେ ବୁଲାଇବା? ତୁମ୍ଭେ ଫେରିଯାଅ, ତୁମ୍ଭ ଭାଇମାନଙ୍କୁ ଫେରାଇ ନିଅ; ଦୟା ଓ ସତ୍ୟତା ତୁମ୍ଭ ସହବର୍ତ୍ତୀ ହେଉ । .::. 21 ଏଥିରେ ଇତ୍ତୟ ରାଜାଙ୍କୁ ଉତ୍ତର କରି କହିଲା, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ମୋର ପ୍ରଭୁ ମହାରାଜ ଜୀବିତ ଥିବା ପ୍ରମାଣେ, ଜୀବନ ପାଇଁ ହେଉ ବା ମରଣ ପାଇଁ ହେଉ, ଅବଶ୍ୟ ମୋହର ପ୍ରଭୁ ମହାରାଜ ଯେଉଁଠାରେ ରହିବେ, ସେଠାରେ ମଧ୍ୟ ଆପଣଙ୍କ ଦାସ ରହିବ । .::. 22 ତହୁଁ ଦାଉଦ ଇତ୍ତୟକୁ କହିଲେ, ତେବେ ଯାଅ, ଅଗ୍ରସର ହୁଅ । ତହିଁରେ ଗାଥୀୟ ଇତ୍ତୟ ଓ ତାହାର ସମସ୍ତ ଲୋକ ଓ ତାହା ସହିତ ଥିବା ସମସ୍ତ ବାଳକ ଅଗ୍ରସର ହୋଇଗଲେ । .::. 23 ତେଣୁ ଦେଶଯାକ ଉଚ୍ଚୈଃସ୍ଵର କରି ରୋଦନ କଲେ ଓ ସମସ୍ତ ଲୋକ ଅଗ୍ରସର ହେଲେ; ରାଜା ମଧ୍ୟ ଆପେ କିଦ୍ରୋଣ ନଦୀ ପାର ହୋଇ ଗଲେ ଓ ସମସ୍ତ ଲୋକ ପାର ହୋଇ ପ୍ରାନ୍ତରପଥ ଆଡ଼େ ଗଲେ । .::. 24 ଆଉ ଦେଖ, ସାଦୋକ ମଧ୍ୟ ଓ ତାହା ସଙ୍ଗେ ସମସ୍ତ ଲେବୀୟ ଲୋକ ପରମେଶ୍ଵରଙ୍କ ନିୟମ-ସିନ୍ଦୁକ ବହି ଆସିଲେ, ପୁଣି ନଗରରୁ ସମସ୍ତ ଲୋକ ବାହାର ହୋଇ ଯିବା ପର୍ଯ୍ୟନ୍ତ ସେମାନେ ପରମେଶ୍ଵରଙ୍କ ସିନ୍ଦୁକ ଓହ୍ଲାଇ ରଖିଲେ ଓ ଅବୀୟାଥର⇧ ଉପରକୁ ଗଲା । .::. 25 ତହୁଁ ରାଜା ସାଦୋକକୁ କହିଲେ, ପରମେଶ୍ଵରଙ୍କ ସିନ୍ଦୁକ ନଗରକୁ ଫେରାଇ ନିଅ; ଯେବେ ମୁଁ ସଦାପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଏ, ତେବେ ସେ ମୋତେ ପୁନର୍ବାର ଆଣିବେ, ପୁଣି ଏହା ଓ ଆପଣା ନିବାସସ୍ଥାନ ମୋତେ ଦେଖାଇବେ । .::. 26 ମାତ୍ର ତୁମ୍ଭଠାରେ ଆମ୍ଭର ସନ୍ତୋଷ ନାହିଁ, ଯେବେ ସେ ଏପରି କହିବେ, ତେବେ ଦେଖ, ମୁଁ ଉପସ୍ଥିତ ଅଛି, ଯାହା ତାହାଙ୍କୁ ଭଲ ଦିଶେ, ତାହା ସେ ମୋʼ ପ୍ରତି କରନ୍ତୁ । .::. 27 ରାଜା ସାଦୋକ ଯାଜକକୁ ଆହୁରି କହିଲେ, ତୁମ୍ଭେ କି ଦର୍ଶକ ନୁହଁ? ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ର ଅହୀମାସ୍ ଓ ଅବୀୟାଥରର ପୁତ୍ର ଯୋନାଥନ, ତୁମ୍ଭମାନଙ୍କର ଏହି ଦୁଇ ପୁତ୍ର କୁଶଳରେ ନଗରକୁ ଫେରିଯାଅ । .::. 28 ଦେଖ, ତୁମ୍ଭମାନଙ୍କଠାରୁ ମୋʼଠାକୁ ତଥ୍ୟ-ବାର୍ତ୍ତା ଆସିବା ପର୍ଯ୍ୟନ୍ତ ମୁଁ ପ୍ରାନ୍ତରସ୍ଥ ଘାଟୀ ପାଖରେ ବିଳମ୍ଵ କରିବି । .::. 29 ଏଣୁ ସାଦୋକ ଓ ଅବୀୟାଥର ପୁନର୍ବାର ଯିରୂଶାଲମକୁ ପରମେଶ୍ଵରଙ୍କ ସିନ୍ଦୁକ ନେଇ ଗଲେ ଓ ସେମାନେ ସେଠାରେ ରହିଲେ । .::. 30 ଅନନ୍ତର ଦାଉଦ ଜୈତୁନ ପର୍ବତର ଉଠାଣି ଦେଇ ଗଲେ ଓ ଉପରକୁ ଯିବା ବେଳେ ରୋଦନ କରି କରି ଉପରକୁ ଗଲେ; ସେସମୟରେ ତାଙ୍କର ମସ୍ତକ ଆଚ୍ଛାଦିତ ଥିଲା ଓ ସେ ଖାଲି ପାଦରେ ଚାଲୁଥିଲେ; ପୁଣି ତାଙ୍କର ସଙ୍ଗୀ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ମସ୍ତକ ଆଚ୍ଛାଦନ କରିଥିଲେ ଓ ସେମାନେ ଉପରକୁ ଯିବା ବେଳେ ରୋଦନ କରୁ କରୁ⇧ ଉପରକୁ ଗଲେ । .::. 31 ଏଥି ମଧ୍ୟରେ ଜଣେ ଦାଉଦଙ୍କୁ କହିଲା, ଅବଶାଲୋମ ସଙ୍ଗେ ଚକ୍ରାନ୍ତକାରୀମାନଙ୍କ ମଧ୍ୟରେ ଅହୀଥୋଫଲ ଅଛି । ତହିଁରେ ଦାଉଦ କହିଲେ, ହେ ସଦାପ୍ରଭୋ, ବିନୟ କରୁଅଛି, ଅହୀଥୋଫଲର ମନ୍ତ୍ରଣାକୁ ମୂର୍ଖତା କର । .::. 32 ଏଉତ୍ତାରେ ଲୋକେ ଯେଉଁଠାରେ ପରମେଶ୍ଵରଙ୍କର ଆରାଧନା କରନ୍ତି, ଉଠାଣିର ସେହି ଶୃଙ୍ଗ ନିକଟରେ ଦାଉଦ ଉପସ୍ଥିତ ହୁଅନ୍ତେ, ଦେଖ, ଅର୍କୀୟ ହୁଶୟ ଆପଣା ଚିରା ଜାମା ପିନ୍ଧି ଓ ମସ୍ତକରେ ମୃତ୍ତିକା ଦେଇ ତାଙ୍କୁ ଭେଟିବା ପାଇଁ ଉପସ୍ଥିତ ହେଲା । .::. 33 ତହିଁରେ ଦାଉଦ ତାହାକୁ କହିଲେ, ଯେବେ ତୁମ୍ଭେ ମୋʼ ସଙ୍ଗେ ଅଗ୍ରସର ହୁଅ, ତେବେ ତୁମ୍ଭେ ମୋʼ ପ୍ରତି ଭାର ସ୍ଵରୂପ ହେବ । .::. 34 ମାତ୍ର ଯେବେ ତୁମ୍ଭେ ନଗରକୁ ଫେରି ଯାଇ ଅବଶାଲୋମକୁ କହିବ, ହେ ମହାରାଜ, ମୁଁ ଆପଣଙ୍କର ଦାସ ହେବି; ମୁଁ ପୂର୍ବରେ ଯେପରି ଆପଣଙ୍କ ପିତାଙ୍କର ଦାସ ଥିଲି, ସେପରି ଏବେ ମୁଁ ଆପଣଙ୍କର ଦାସ ହେବି; ତେବେ ତୁମ୍ଭେ ଆମ୍ଭ ପକ୍ଷରେ ଅହୀଥୋଫଲର ମନ୍ତ୍ରଣା ବ୍ୟର୍ଥ କରି ପାରିବ । .::. 35 ସେଠାରେ ତୁମ୍ଭ ସଙ୍ଗେ କି ସାଦୋକ ଓ ଅବୀୟାଥର ଯାଜକମାନେ ନ ଥିବେ? ଏଣୁ ତୁମ୍ଭେ ରାଜଗୃହରୁ ଯାହା କିଛି ଶୁଣିବ, ତାହା ସାଦୋକ ଓ ଅବୀୟାଥର ଯାଜକମାନଙ୍କୁ ଜଣାଇବ । .::. 36 ଦେଖ, ସେସ୍ଥାନରେ ସେମାନଙ୍କ ସଙ୍ଗେ ସେମାନଙ୍କର ଦୁଇ ପୁତ୍ର, ଅର୍ଥାତ୍, ସାଦୋକର ପୁତ୍ର ଅହୀମାସ୍ ଓ ଅବୀୟାଥରର ପୁତ୍ର ଯୋନାଥନ ଅଛନ୍ତି, ତୁମ୍ଭେମାନେ ଯାହା ଯାହା ଶୁଣିବ, ସେସବୁ କଥା ସେମାନଙ୍କ ହାତରେ ମୋʼ କତିକି କହି ପଠାଇବ । .::. 37 ତହୁଁ ଦାଉଦଙ୍କର ମିତ୍ର ହୂଶୟ ନଗରକୁ ଆସିଲା; ପୁଣି ଅବଶାଲୋମ ଯିରୂଶାଲମକୁ ଆସିଲା । .::.
  • ଦିତୀୟ ଶାମୁୟେଲ ଅଧ୍ୟାୟ 1  
  • ଦିତୀୟ ଶାମୁୟେଲ ଅଧ୍ୟାୟ 2  
  • ଦିତୀୟ ଶାମୁୟେଲ ଅଧ୍ୟାୟ 3  
  • ଦିତୀୟ ଶାମୁୟେଲ ଅଧ୍ୟାୟ 4  
  • ଦିତୀୟ ଶାମୁୟେଲ ଅଧ୍ୟାୟ 5  
  • ଦିତୀୟ ଶାମୁୟେଲ ଅଧ୍ୟାୟ 6  
  • ଦିତୀୟ ଶାମୁୟେଲ ଅଧ୍ୟାୟ 7  
  • ଦିତୀୟ ଶାମୁୟେଲ ଅଧ୍ୟାୟ 8  
  • ଦିତୀୟ ଶାମୁୟେଲ ଅଧ୍ୟାୟ 9  
  • ଦିତୀୟ ଶାମୁୟେଲ ଅଧ୍ୟାୟ 10  
  • ଦିତୀୟ ଶାମୁୟେଲ ଅଧ୍ୟାୟ 11  
  • ଦିତୀୟ ଶାମୁୟେଲ ଅଧ୍ୟାୟ 12  
  • ଦିତୀୟ ଶାମୁୟେଲ ଅଧ୍ୟାୟ 13  
  • ଦିତୀୟ ଶାମୁୟେଲ ଅଧ୍ୟାୟ 14  
  • ଦିତୀୟ ଶାମୁୟେଲ ଅଧ୍ୟାୟ 15  
  • ଦିତୀୟ ଶାମୁୟେଲ ଅଧ୍ୟାୟ 16  
  • ଦିତୀୟ ଶାମୁୟେଲ ଅଧ୍ୟାୟ 17  
  • ଦିତୀୟ ଶାମୁୟେଲ ଅଧ୍ୟାୟ 18  
  • ଦିତୀୟ ଶାମୁୟେଲ ଅଧ୍ୟାୟ 19  
  • ଦିତୀୟ ଶାମୁୟେଲ ଅଧ୍ୟାୟ 20  
  • ଦିତୀୟ ଶାମୁୟେଲ ଅଧ୍ୟାୟ 21  
  • ଦିତୀୟ ଶାମୁୟେଲ ଅଧ୍ୟାୟ 22  
  • ଦିତୀୟ ଶାମୁୟେଲ ଅଧ୍ୟାୟ 23  
  • ଦିତୀୟ ଶାମୁୟେଲ ଅଧ୍ୟାୟ 24  
×

Alert

×

Oriya Letters Keypad References