ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଆମୋଷ

ରେକର୍ଡଗୁଡିକ

ଆମୋଷ ଅଧ୍ୟାୟ 3

1 ହେ ଇସ୍ରାଏଲର ସନ୍ତାନଗଣ, ତୁମ୍ଭେମାନେ ଏହି ବାକ୍ୟ ଶୁଣ, ଏହା ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ, ଅର୍ଥାତ୍, ଯେଉଁ ସମୁଦାୟ ଗୋଷ୍ଠୀକି ଆମ୍ଭେ ମିସର ଦେଶରୁ ବାହାର କରି ଆଣିଲୁ, ସେମାନଙ୍କ ବିରୁଦ୍ଧରେ କହିଅଛନ୍ତି, 2 ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ କେବଳ ତୁମ୍ଭମାନଙ୍କର ପରିଚୟ ଆମ୍ଭେ ନେଇଅଛୁ; ଏଥିପାଇଁ ତୁମ୍ଭମାନଙ୍କର ସକଳ ଅଧର୍ମର ପ୍ରତିଫଳ ଆମ୍ଭେ ତୁମ୍ଭମାନଙ୍କୁ ଦେବା। 3 ଏକପରାମର୍ଶ ନୋହିଲେ କି ଦୁଇ ଜଣ ଏକତ୍ର ଗମନ କରିବେ? 4 ଶିକାର ନ ପାଇଲେ କି ସିଂହ ବନ ମଧ୍ୟରେ ଗର୍ଜ୍ଜନ କରିବ? କୌଣସି ପଶୁ ନ ଧରିଲେ କି ଯୁବାସିଂହ ଆପଣା ଗର୍ତ୍ତରେ ହୁଙ୍କାର କରିବ? 5 ଫାନ୍ଦ ପତା ନ ଗଲେ ପକ୍ଷୀ କି ଜାଲରେ ଧରାଯାଇ ଭୂମିରେ ପଡ଼ିବ? କିଛି ନ ଧରିଲେ ଜାଲ କି ଭୂମିରୁ ଛିଟିକି ଉଠିବ? 6 ନଗର ମଧ୍ୟରେ ତୂରୀ ବଜାଗଲେ ଲୋକମାନେ କି ଭୀତ ନୋହିବେ? ସଦାପ୍ରଭୁ ନ ଘଟାଇଲେ ନଗର ମଧ୍ୟରେ କି ଅମଙ୍ଗଳ ଘଟିବ? 7 ନିଶ୍ଚୟ ପ୍ରଭୁ ସଦାପ୍ରଭୁ ନିଜ ଗୁପ୍ତ ବିଷୟ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣ ପ୍ରତି ପ୍ରକାଶ ନ କଲେ କିଛି କରିବେ ନାହିଁ । 8 ସିଂହ ଗର୍ଜ୍ଜନ କରିଅଛି, କିଏ ଭୟ ନ କରିବ? ପ୍ରଭୁ ସଦାପ୍ରଭୁ କଥା କହିଅଛନ୍ତି, କିଏ ଭବିଷ୍ୟଦ୍ବାକ୍ୟ ପ୍ରଚାର ନ କରିବ? 9 ତୁମ୍ଭେମାନେ ଅସ୍ଦୋଦସ୍ଥ ସକଳ ଅଟ୍ଟାଳିକାରେ ଓ ମିସର ଦେଶସ୍ଥ ସକଳ ଅଟ୍ଟାଳିକାରେ ଘୋଷଣା କରି କୁହ, ତୁମ୍ଭେମାନେ ଶମରୀୟାର ପର୍ବତଗଣ ଉପରେ ଏକତ୍ର ହୁଅ, ଆଉ ତହିଁ ମଧ୍ୟରେ କି ମହା କୋଳାହଳ ଓ କି ଉପଦ୍ରବମାନ ହେଉଅଛି, ଏହା ଦେଖ । 10 କାରଣ ସଦାପ୍ରଭୁ କହନ୍ତି, ଯେଉଁମାନେ ଆପଣା ଆପଣା ଅଟ୍ଟାଳିକାରେ ଦୌରାତ୍ମ୍ୟ ଓ ଲୁଟିତ ଦ୍ରବ୍ୟ ସଞ୍ଚୟ କରନ୍ତି, ସେମାନେ ନ୍ୟାୟ କରିବାକୁ ଜାଣନ୍ତି ନାହିଁ । 11 ଏନିମନ୍ତେ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଏକ ଜଣ ବିପକ୍ଷ ଦେଶର ଚତୁର୍ଦ୍ଦିଗରେ (ଉଠିବ); ଆଉ, ସେ ତୁମ୍ଭଠାରୁ ତୁମ୍ଭର ବଳ ନତ କରିବ ଓ ତୁମ୍ଭର ଅଟ୍ଟାଳିକାସବୁ ଲୁଟିତ ହେବ । 12 ସଦାପ୍ରଭୁ ଏହି କଥା କହନ୍ତି; ମେଷପାଳକ ଯେପରି ସିଂହ ମୁଖରୁ ଦିଓଟି ଗୋଡ଼ ଅବା କାନରୁ ଖଣ୍ତେ ରକ୍ଷା କରେ, ସେପରି ଇସ୍ରାଏଲର ଯେଉଁ ସନ୍ତାନଗଣ ଶମରୀୟାରେ ଖଟର କୋଣରେ ଓ ଶଯ୍ୟାର ପାଟଗଦି ଉପରେ ବସନ୍ତି, ସେମାନେ ରକ୍ଷା କରାଯିବେ । 13 ତୁମ୍ଭେମାନେ ଏହା ଶୁଣ ଓ ଯାକୁବ ବଂଶ ବିରୁଦ୍ଧରେ ସାକ୍ଷ୍ୟ ଦିଅ, ଏହା ପ୍ରଭୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ଵର କହନ୍ତି । 14 କାରଣ ଆମ୍ଭେ ଯେଉଁ ଦିନ ଇସ୍ରାଏଲକୁ ତାହାର ସମସ୍ତ ଅପରାଧର ପ୍ରତିଫଳ ଦେବା, ସେହି ଦିନ ଆମ୍ଭେ ବୈଥେଲସ୍ଥ ଯଜ୍ଞବେଦିସକଳକୁ ହିଁ ପ୍ରତିଫଳ ଦେବା, ତହିଁରେ ଯଜ୍ଞବେଦିର ଚୂଡ଼ାସକଳ କଟାଯାଇ ଭୂମିରେ ପଡ଼ିବ । 15 ପୁଣି, ଆମ୍ଭେ ଶୀତକାଳର ଗୃହକୁ ଓ ଗ୍ରୀଷ୍ମକାଳର ଗୃହକୁ ଆଘାତ କରିବା; ଆଉ, ହସ୍ତୀଦନ୍ତର ଗୃହସକଳ ନଷ୍ଟ ହେବ ଓ ବଡ଼ ବଡ଼ ଗୃହ ଲୁପ୍ତ ହେବ, ଏହା ସଦାପ୍ରଭୁ କହନ୍ତି ।
1 ହେ ଇସ୍ରାଏଲର ସନ୍ତାନଗଣ, ତୁମ୍ଭେମାନେ ଏହି ବାକ୍ୟ ଶୁଣ, ଏହା ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ, ଅର୍ଥାତ୍, ଯେଉଁ ସମୁଦାୟ ଗୋଷ୍ଠୀକି ଆମ୍ଭେ ମିସର ଦେଶରୁ ବାହାର କରି ଆଣିଲୁ, ସେମାନଙ୍କ ବିରୁଦ୍ଧରେ କହିଅଛନ୍ତି, .::. 2 ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ କେବଳ ତୁମ୍ଭମାନଙ୍କର ପରିଚୟ ଆମ୍ଭେ ନେଇଅଛୁ; ଏଥିପାଇଁ ତୁମ୍ଭମାନଙ୍କର ସକଳ ଅଧର୍ମର ପ୍ରତିଫଳ ଆମ୍ଭେ ତୁମ୍ଭମାନଙ୍କୁ ଦେବା। .::. 3 ଏକପରାମର୍ଶ ନୋହିଲେ କି ଦୁଇ ଜଣ ଏକତ୍ର ଗମନ କରିବେ? .::. 4 ଶିକାର ନ ପାଇଲେ କି ସିଂହ ବନ ମଧ୍ୟରେ ଗର୍ଜ୍ଜନ କରିବ? କୌଣସି ପଶୁ ନ ଧରିଲେ କି ଯୁବାସିଂହ ଆପଣା ଗର୍ତ୍ତରେ ହୁଙ୍କାର କରିବ? .::. 5 ଫାନ୍ଦ ପତା ନ ଗଲେ ପକ୍ଷୀ କି ଜାଲରେ ଧରାଯାଇ ଭୂମିରେ ପଡ଼ିବ? କିଛି ନ ଧରିଲେ ଜାଲ କି ଭୂମିରୁ ଛିଟିକି ଉଠିବ? .::. 6 ନଗର ମଧ୍ୟରେ ତୂରୀ ବଜାଗଲେ ଲୋକମାନେ କି ଭୀତ ନୋହିବେ? ସଦାପ୍ରଭୁ ନ ଘଟାଇଲେ ନଗର ମଧ୍ୟରେ କି ଅମଙ୍ଗଳ ଘଟିବ? .::. 7 ନିଶ୍ଚୟ ପ୍ରଭୁ ସଦାପ୍ରଭୁ ନିଜ ଗୁପ୍ତ ବିଷୟ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣ ପ୍ରତି ପ୍ରକାଶ ନ କଲେ କିଛି କରିବେ ନାହିଁ । .::. 8 ସିଂହ ଗର୍ଜ୍ଜନ କରିଅଛି, କିଏ ଭୟ ନ କରିବ? ପ୍ରଭୁ ସଦାପ୍ରଭୁ କଥା କହିଅଛନ୍ତି, କିଏ ଭବିଷ୍ୟଦ୍ବାକ୍ୟ ପ୍ରଚାର ନ କରିବ? .::. 9 ତୁମ୍ଭେମାନେ ଅସ୍ଦୋଦସ୍ଥ ସକଳ ଅଟ୍ଟାଳିକାରେ ଓ ମିସର ଦେଶସ୍ଥ ସକଳ ଅଟ୍ଟାଳିକାରେ ଘୋଷଣା କରି କୁହ, ତୁମ୍ଭେମାନେ ଶମରୀୟାର ପର୍ବତଗଣ ଉପରେ ଏକତ୍ର ହୁଅ, ଆଉ ତହିଁ ମଧ୍ୟରେ କି ମହା କୋଳାହଳ ଓ କି ଉପଦ୍ରବମାନ ହେଉଅଛି, ଏହା ଦେଖ । .::. 10 କାରଣ ସଦାପ୍ରଭୁ କହନ୍ତି, ଯେଉଁମାନେ ଆପଣା ଆପଣା ଅଟ୍ଟାଳିକାରେ ଦୌରାତ୍ମ୍ୟ ଓ ଲୁଟିତ ଦ୍ରବ୍ୟ ସଞ୍ଚୟ କରନ୍ତି, ସେମାନେ ନ୍ୟାୟ କରିବାକୁ ଜାଣନ୍ତି ନାହିଁ । .::. 11 ଏନିମନ୍ତେ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଏକ ଜଣ ବିପକ୍ଷ ଦେଶର ଚତୁର୍ଦ୍ଦିଗରେ (ଉଠିବ); ଆଉ, ସେ ତୁମ୍ଭଠାରୁ ତୁମ୍ଭର ବଳ ନତ କରିବ ଓ ତୁମ୍ଭର ଅଟ୍ଟାଳିକାସବୁ ଲୁଟିତ ହେବ । .::. 12 ସଦାପ୍ରଭୁ ଏହି କଥା କହନ୍ତି; ମେଷପାଳକ ଯେପରି ସିଂହ ମୁଖରୁ ଦିଓଟି ଗୋଡ଼ ଅବା କାନରୁ ଖଣ୍ତେ ରକ୍ଷା କରେ, ସେପରି ଇସ୍ରାଏଲର ଯେଉଁ ସନ୍ତାନଗଣ ଶମରୀୟାରେ ଖଟର କୋଣରେ ଓ ଶଯ୍ୟାର ପାଟଗଦି ଉପରେ ବସନ୍ତି, ସେମାନେ ରକ୍ଷା କରାଯିବେ । .::. 13 ତୁମ୍ଭେମାନେ ଏହା ଶୁଣ ଓ ଯାକୁବ ବଂଶ ବିରୁଦ୍ଧରେ ସାକ୍ଷ୍ୟ ଦିଅ, ଏହା ପ୍ରଭୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ଵର କହନ୍ତି । .::. 14 କାରଣ ଆମ୍ଭେ ଯେଉଁ ଦିନ ଇସ୍ରାଏଲକୁ ତାହାର ସମସ୍ତ ଅପରାଧର ପ୍ରତିଫଳ ଦେବା, ସେହି ଦିନ ଆମ୍ଭେ ବୈଥେଲସ୍ଥ ଯଜ୍ଞବେଦିସକଳକୁ ହିଁ ପ୍ରତିଫଳ ଦେବା, ତହିଁରେ ଯଜ୍ଞବେଦିର ଚୂଡ଼ାସକଳ କଟାଯାଇ ଭୂମିରେ ପଡ଼ିବ । .::. 15 ପୁଣି, ଆମ୍ଭେ ଶୀତକାଳର ଗୃହକୁ ଓ ଗ୍ରୀଷ୍ମକାଳର ଗୃହକୁ ଆଘାତ କରିବା; ଆଉ, ହସ୍ତୀଦନ୍ତର ଗୃହସକଳ ନଷ୍ଟ ହେବ ଓ ବଡ଼ ବଡ଼ ଗୃହ ଲୁପ୍ତ ହେବ, ଏହା ସଦାପ୍ରଭୁ କହନ୍ତି । .::.
  • ଆମୋଷ ଅଧ୍ୟାୟ 1  
  • ଆମୋଷ ଅଧ୍ୟାୟ 2  
  • ଆମୋଷ ଅଧ୍ୟାୟ 3  
  • ଆମୋଷ ଅଧ୍ୟାୟ 4  
  • ଆମୋଷ ଅଧ୍ୟାୟ 5  
  • ଆମୋଷ ଅଧ୍ୟାୟ 6  
  • ଆମୋଷ ଅଧ୍ୟାୟ 7  
  • ଆମୋଷ ଅଧ୍ୟାୟ 8  
  • ଆମୋଷ ଅଧ୍ୟାୟ 9  
×

Alert

×

Oriya Letters Keypad References