ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯାତ୍ରା ପୁସ୍ତକ

ଯାତ୍ରା ପୁସ୍ତକ ଅଧ୍ୟାୟ 23

1 ତୁମ୍ଭେ ମିଥ୍ୟାପବାଦ ଉତ୍ଥାପନ କରିବ ନାହିଁ; ଅନ୍ୟାୟ ସାକ୍ଷୀ ହୋଇ ଦୁଷ୍ଟର ସାହାଯ୍ୟ କରିବ ନାହିଁ । 2 ତୁମ୍ଭେ ଦୁଷ୍କର୍ମ କରିବାକୁ ବହୁ ଲୋକର ପଶ୍ଚାଦ୍ବର୍ତ୍ତୀ ହେବ ନାହିଁ, ପୁଣି ନ୍ୟାୟ ବିଚାର ଅନ୍ୟଥା କରିବା ପାଇଁ ବହୁ ଲୋକର ପକ୍ଷ ହୋଇ ପ୍ରତିବାଦ କରିବ ନାହିଁ; 3 କିଅବା ବିଚାରରେ ଦରିଦ୍ରର ପକ୍ଷପାତ କରିବ ନାହିଁଣ । 4 ତୁମ୍ଭେ ଆପଣା ଶତ୍ରୁର ଗୋରୁ କି ଗଧକୁ ପଥ ହୁଡ଼ି ଯିବାର ଦେଖିଲେ, ଅବଶ୍ୟ ତାହା ନିକଟକୁ ତାକୁ ଘେନିଯିବ। 5 ତୁମ୍ଭେ ଆପଣା ବୈରୀର ଗର୍ଦ୍ଦଭକୁ ଭାର ତଳେ ପଡ଼ିଥିବାର ଦେଖିଲେ, ତାକୁ ଛାଡ଼ି ଯିବାରୁ ନିବୃତ୍ତ ହୁଅ, ତୁମ୍ଭେ ଅବଶ୍ୟ ତାହା ସଙ୍ଗରେ ତାକୁ ମୁକ୍ତ କରିବ। 6 ଦରିଦ୍ରର ବିଚାରରେ ତୁମ୍ଭେ ତାହା ପ୍ରତି ଅନ୍ୟାୟ କରିବ ନାହିଁ। 7 ମିଥ୍ୟା ବିଷୟରୁ ଆପଣାକୁ ଦୂରରେ ରଖ; ପୁଣି ନିର୍ଦ୍ଦୋଷକୁ ଓ ଧାର୍ମିକକୁ ନଷ୍ଟ କର ନାହିଁ; ଯେହେତୁ ଆମ୍ଭେ ଦୁଷ୍ଟକୁ ନିର୍ଦ୍ଦୋଷ କରିବା ନାହିଁ। 8 ତୁମ୍ଭେ ଲାଞ୍ଚ ନେବ ନାହିଁ, କାରଣ ଲାଞ୍ଚ ଦୃଷ୍ଟି ଥିବା ଲୋକମାନଙ୍କୁ ଅନ୍ଧ କରିଦିଏ ଓ ଧାର୍ମିକମାନଙ୍କର ବାକ୍ୟ ଅନ୍ୟଥା କରେ । 9 ତୁମ୍ଭେ ବିଦେଶୀ ପ୍ରତି ଉପଦ୍ରବ କରିବ ନାହିଁ, କାରଣ ତୁମ୍ଭେ ବିଦେଶୀର ମନ ଜାଣୁଅଛ, ଯେହେତୁ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ । 10 ଆଉ ତୁମ୍ଭେ ଆପଣା ଭୂମିରେ ଛଅ ବର୍ଷ ପର୍ଯ୍ୟନ୍ତ ବୀଜ ବପନ କରିବ ଓ ତହିଁରୁ ଉତ୍ପନ୍ନ ଶସ୍ୟାଦି ସଂଗ୍ରହ କରିବ। 11 ମାତ୍ର ସପ୍ତମ ବର୍ଷରେ ତାକୁ ବିଶ୍ରାମ ଦେବ ଓ ପଡ଼ିଆ ରଖିବ; ତହିଁରେ ତୁମ୍ଭର ଦରିଦ୍ରମାନେ ଖାଇବାକୁ ପାଇବେ; ସେମାନେ ଯାହା ଅବଶିଷ୍ଟ ରଖିବେ, ତାହା ବନପଶୁମାନେ ଖାଇବେ । ପୁଣି ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଓ ଜୀତ ବୃକ୍ଷ ପ୍ରତି ମଧ୍ୟ ସେହିରୂପ କରିବ । 12 ତୁମ୍ଭେ ଛଅ ଦିନ ଆପଣା କର୍ମ କରି ସପ୍ତମ ଦିନରେ ବିଶ୍ରାମ କରିବ, ତହିଁରେ ତୁମ୍ଭର ଗୋରୁ ଓ ଗର୍ଦ୍ଦଭ ବିଶ୍ରାମ ପାଇବେ, ପୁଣି ତୁମ୍ଭ ଦାସୀପୁତ୍ର ଓ ବିଦେଶୀ ଲୋକ ଆଶ୍ଵାସ ପାଇବେ। 13 ଆମ୍ଭେ ତୁମ୍ଭମାନଙ୍କୁ ଯାହା ଯାହା କହିଅଛୁ, ସେସମସ୍ତ ବିଷୟରେ ସାବଧାନ ହୁଅ; ଅନ୍ୟ ଦେବଗଣର ନାମ ସ୍ମରଣ କରାଅ ନାହିଁ, କିଅବା ତୁମ୍ଭମାନଙ୍କ ମୁଖରୁ ତାହା ଶୁଣା ନ ଯାଉ । 14 ତୁମ୍ଭେ ବର୍ଷ ମଧ୍ୟରେ ତିନି ଥର ଆମ୍ଭ ଉଦ୍ଦେଶ୍ୟରେ ଉତ୍ସବ କରିବ। 15 ତାଡ଼ିଶୂନ୍ୟ ରୋଟୀର ଉତ୍ସବ ପାଳନ କରିବ; ଆମ୍ଭ ଆଜ୍ଞାନୁସାରେ ଆବୀବ୍ ମାସର ନିରୂପିତ ସମୟରେ ସାତ ଦିନ ତାଡ଼ିଶୂନ୍ୟ ରୋଟୀ ଭୋଜନ କରିବ, ଯେହେତୁ ତୁମ୍ଭେ ସେହି ସମୟରେ ମିସର ଦେଶରୁ ମୁକ୍ତି ପାଇଅଛ; ପୁଣି କେହି ରିକ୍ତ ହସ୍ତରେ ଆମ୍ଭ ନିକଟରେ ଉପସ୍ଥିତ ହେବ ନାହିଁ 16 ଆଉ, ତୁମ୍ଭେ ଶସ୍ୟଚ୍ଛେଦନ ଉତ୍ସବ, ଅର୍ଥାତ୍, କ୍ଷେତ୍ରରେ ଯାହା ବୁଣ, ତହିଁର ପ୍ରଥମ ସଂଗୃହୀତ ଫଳର ଉତ୍ସବ ପାଳନ କର; ପୁଣି ବର୍ଷ ଶେଷରେ କ୍ଷେତ୍ରରୁ ଫଳ ସଂଗ୍ରହ କରିବା ସମୟରେ ଫଳ ସଞ୍ଚୟର ଉତ୍ସବ ପାଳନ କର । 17 ବର୍ଷ ମଧ୍ୟରେ ତିନି ଥର ତୁମ୍ଭର ସମସ୍ତ ପୁଂଜାତି, ପ୍ରଭୁ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହେବେ । 18 ତୁମ୍ଭେ ତାଡ଼ିଯୁକ୍ତ ଦ୍ରବ୍ୟ ସହିତ ଆମ୍ଭ ବଳିର ରକ୍ତ ଉତ୍ସର୍ଗ କରିବ ନାହିଁ; ପୁଣି ଆମ୍ଭ ଉତ୍ସବ-ସମ୍ପର୍କୀୟ ମେଦ ରାତ୍ରିଯାକ ପ୍ରଭାତ ପର୍ଯ୍ୟନ୍ତ ରଖିବ ନାହିଁ । 19 ତୁମ୍ଭ ଭୂମିର ପ୍ରଥମଜାତ ଫଳ ତୁମ୍ଭ ସଦାପ୍ରଭୁ ପରମେଶ୍ଵରଙ୍କ ଗୃହକୁ ଆଣିବ। ତୁମ୍ଭେ ଛାଗ ବତ୍ସକୁ ତାହାର ମାତୃ ଦୁଗ୍ଧରେ ପାକ କରିବ ନାହିଁ । 20 ଦେଖ, ଆମ୍ଭେ ତୁମ୍ଭକୁ ପଥରେ ରକ୍ଷା କରିବା ପାଇଁ ଓ ତୁମ୍ଭକୁ ଆମ୍ଭର ପ୍ରସ୍ତୁତ ସ୍ଥାନକୁ ଆଣିବା ପାଇଁ ତୁମ୍ଭ ଆଗେ ଆଗେ ଏକ ଦୂତ ପ୍ରେରଣ କରୁଅଛୁ। 21 ତାହାଙ୍କ ବିଷୟରେ ସାବଧାନ ହୁଅ ଓ ତାହାଙ୍କ ରବରେ ଅବଧାନ କର; ତାହାଙ୍କର ଅସନ୍ତୋଷ ଜନ୍ମାଅ ନାହିଁ; କାରଣ ସେ ତୁମ୍ଭମାନଙ୍କ ଅଧର୍ମ କ୍ଷମା କରିବେ ନାହିଁ; ଯେହେତୁ ତାହାଙ୍କଠାରେ ଆମ୍ଭର ନାମ ଅଛି । 22 ମାତ୍ର ତୁମ୍ଭେ ଯେବେ ନିତା; ତାହାଙ୍କ ରବରେ ଅବଧାନ କରିବ, ପୁଣି ଆମ୍ଭେ ଯାହା ସବୁ କହୁ, ତାହା କରିବ; ତେବେ ଆମ୍ଭେ ତୁମ୍ଭ ଶତ୍ରୁମାନଙ୍କର ଶତ୍ରୁ ଓ ତୁମ୍ଭ ବୈରୀମାନଙ୍କର ବୈରୀ ହେବା। 23 କାରଣ ଆମ୍ଭର ଦୂତ ତୁମ୍ଭ ଆଗେ ଆଗେ ଯାଇ ତୁମ୍ଭକୁ ଇମୋରୀୟ ଓ ହିତ୍ତୀୟ ଓ ପିରିଷୀୟ ଓ କିଣାନୀୟ ଓ ହିବ୍ବୀୟ ଓ ଯିବୂଷୀୟମାନଙ୍କ ଦେଶକୁ ଆଣିବେ, ପୁଣି ଆମ୍ଭେ ସେମାନଙ୍କୁ ଉଚ୍ଛିନ୍ନ କରିବା । 24 ତୁମ୍ଭେ ସେମାନଙ୍କ ଦେବଗଣକୁ ପ୍ରଣାମ କରିବ ନାହିଁ ଓ ସେମାନଙ୍କର ସେବା କରିବ ନାହିଁ, ପୁଣି ସେମାନଙ୍କ କ୍ରିୟାନୁସାରେ କ୍ରିୟା କରିବ ନାହିଁ; ମାତ୍ର ସେମାନଙ୍କୁ ସମୂଳେ ଉତ୍ପାଟନ କରିବ ଓ ସେମାନଙ୍କ ସ୍ତମ୍ଭସବୁ ଭାଙ୍ଗି ପକାଇବ । 25 ତୁମ୍ଭେମାନେ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ଵରଙ୍କର ସେବା କରିବ; ତହିଁରେ ସେ ତୁମ୍ଭମାନଙ୍କ ଅନ୍ନଜଳରେ ଆଶୀର୍ବାଦ କରିବେ, ପୁଣି ଆମ୍ଭେ ତୁମ୍ଭ ମଧ୍ୟରୁ ରୋଗ ଦୂର କରିବା, । 26 ତୁମ୍ଭ ଦେଶରେ କାହାରି ଗର୍ଭପାତ ହେବ ନାହିଁ, ପୁଣି କେହି ବନ୍ଧ୍ୟା ହେବ ନାହିଁ; ଆମ୍ଭେ ତୁମ୍ଭ ଆୟୁର ପରିମାଣ ପୂର୍ଣ୍ଣ କରିବା । 27 ଆମ୍ଭେ ତୁମ୍ଭ ଆଗେ ଆଗେ ଆମ୍ଭ ବିଷୟକ ଭୟ ପ୍ରେରଣ କରିବା; ପୁଣି ତୁମ୍ଭେ ଯେଉଁସବୁ ଲୋକଙ୍କ ନିକଟରେ ଉପସ୍ଥିତ ହେବ, ସେମାନଙ୍କୁ ବ୍ୟାକୁଳ କରିବା ଓ ଆମ୍ଭେ ତୁମ୍ଭର ଶତ୍ରୁଗଣକୁ ବିମୁଖ କରିବା । 28 ଆମ୍ଭେ ତୁମ୍ଭ ଆଗେ ଆଗେ ବିରୁଡ଼ିମାନଙ୍କୁ ପଠାଇବା; ସେମାନେ ହିବ୍ବୀୟ ଓ କିଣାନୀୟ ଓ ହିତ୍ତୀୟମାନଙ୍କୁ ତୁମ୍ଭ ସମ୍ମୁଖରୁ ଘଉଡ଼ାଇ ଦେବେ । 29 ମାତ୍ର ଏକ ବର୍ଷରେ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବା ନାହିଁ, ତାହାହେଲେ ଦେଶ ଶୂନ୍ୟ ହୋଇଯିବ ଓ ତୁମ୍ଭ ପ୍ରତିକୂଳରେ ବନ୍ୟପଶୁମାନଙ୍କ ସଂଖ୍ୟା ବୃଦ୍ଧି ପାଇବ। 30 ତୁମ୍ଭେ ଯେପର୍ଯ୍ୟନ୍ତ ବର୍ଦ୍ଧିତ ହୋଇନାହଁ ଓ ଦେଶ ଅଧିକାର କରିନାହଁ, ସେପର୍ଯ୍ୟନ୍ତ ଆମ୍ଭେ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ କ୍ରମେ କ୍ରମେ ଘଉଡ଼ାଇ ଦେବା । 31 ପୁଣି ଆମ୍ଭେ ସୂଫ ସାଗରଠାରୁ ପଲେଷ୍ଟୀୟମାନଙ୍କର ସମୁଦ୍ର ପର୍ଯ୍ୟନ୍ତ ଓ ପ୍ରାନ୍ତରଠାରୁ ଫରାତ୍ ନଦୀ ପର୍ଯ୍ୟନ୍ତ ତୁମ୍ଭର ସୀମା ନିରୂପଣ କରିବା; କାରଣ ଆମ୍ଭେ ସେହି ଦେଶ ନିବାସୀମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା; ତହିଁରେ ତୁମ୍ଭେ ଆପଣା ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବ । 32 ତୁମ୍ଭେ ସେମାନଙ୍କ ସହିତ କିମ୍ଵା ସେମାନଙ୍କ ଦେବଗଣ ସହିତ କୌଣସି ନିୟମ ସ୍ଥିର କରିବ ନାହିଁ । 33 ସେମାନେ ତୁମ୍ଭ ଦେଶରେ ବାସ କରିବେ ନାହିଁ, କଲେ ସେମାନେ ଆମ୍ଭ ବିରୁଦ୍ଧରେ ତୁମ୍ଭକୁ ପାପ କରାଇବେ; ଯେହେତୁ ତୁମ୍ଭେ ଯେବେ ସେମାନଙ୍କ ଦେବଗଣର ସେବା କର, ତେବେ ତାହା ଅବଶ୍ୟ ତୁମ୍ଭର ଫାନ୍ଦ ସ୍ଵରୂପ ହେବ।
1 ତୁମ୍ଭେ ମିଥ୍ୟାପବାଦ ଉତ୍ଥାପନ କରିବ ନାହିଁ; ଅନ୍ୟାୟ ସାକ୍ଷୀ ହୋଇ ଦୁଷ୍ଟର ସାହାଯ୍ୟ କରିବ ନାହିଁ । .::. 2 ତୁମ୍ଭେ ଦୁଷ୍କର୍ମ କରିବାକୁ ବହୁ ଲୋକର ପଶ୍ଚାଦ୍ବର୍ତ୍ତୀ ହେବ ନାହିଁ, ପୁଣି ନ୍ୟାୟ ବିଚାର ଅନ୍ୟଥା କରିବା ପାଇଁ ବହୁ ଲୋକର ପକ୍ଷ ହୋଇ ପ୍ରତିବାଦ କରିବ ନାହିଁ; .::. 3 କିଅବା ବିଚାରରେ ଦରିଦ୍ରର ପକ୍ଷପାତ କରିବ ନାହିଁଣ । .::. 4 ତୁମ୍ଭେ ଆପଣା ଶତ୍ରୁର ଗୋରୁ କି ଗଧକୁ ପଥ ହୁଡ଼ି ଯିବାର ଦେଖିଲେ, ଅବଶ୍ୟ ତାହା ନିକଟକୁ ତାକୁ ଘେନିଯିବ। .::. 5 ତୁମ୍ଭେ ଆପଣା ବୈରୀର ଗର୍ଦ୍ଦଭକୁ ଭାର ତଳେ ପଡ଼ିଥିବାର ଦେଖିଲେ, ତାକୁ ଛାଡ଼ି ଯିବାରୁ ନିବୃତ୍ତ ହୁଅ, ତୁମ୍ଭେ ଅବଶ୍ୟ ତାହା ସଙ୍ଗରେ ତାକୁ ମୁକ୍ତ କରିବ। .::. 6 ଦରିଦ୍ରର ବିଚାରରେ ତୁମ୍ଭେ ତାହା ପ୍ରତି ଅନ୍ୟାୟ କରିବ ନାହିଁ। .::. 7 ମିଥ୍ୟା ବିଷୟରୁ ଆପଣାକୁ ଦୂରରେ ରଖ; ପୁଣି ନିର୍ଦ୍ଦୋଷକୁ ଓ ଧାର୍ମିକକୁ ନଷ୍ଟ କର ନାହିଁ; ଯେହେତୁ ଆମ୍ଭେ ଦୁଷ୍ଟକୁ ନିର୍ଦ୍ଦୋଷ କରିବା ନାହିଁ। .::. 8 ତୁମ୍ଭେ ଲାଞ୍ଚ ନେବ ନାହିଁ, କାରଣ ଲାଞ୍ଚ ଦୃଷ୍ଟି ଥିବା ଲୋକମାନଙ୍କୁ ଅନ୍ଧ କରିଦିଏ ଓ ଧାର୍ମିକମାନଙ୍କର ବାକ୍ୟ ଅନ୍ୟଥା କରେ । .::. 9 ତୁମ୍ଭେ ବିଦେଶୀ ପ୍ରତି ଉପଦ୍ରବ କରିବ ନାହିଁ, କାରଣ ତୁମ୍ଭେ ବିଦେଶୀର ମନ ଜାଣୁଅଛ, ଯେହେତୁ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ । .::. 10 ଆଉ ତୁମ୍ଭେ ଆପଣା ଭୂମିରେ ଛଅ ବର୍ଷ ପର୍ଯ୍ୟନ୍ତ ବୀଜ ବପନ କରିବ ଓ ତହିଁରୁ ଉତ୍ପନ୍ନ ଶସ୍ୟାଦି ସଂଗ୍ରହ କରିବ। .::. 11 ମାତ୍ର ସପ୍ତମ ବର୍ଷରେ ତାକୁ ବିଶ୍ରାମ ଦେବ ଓ ପଡ଼ିଆ ରଖିବ; ତହିଁରେ ତୁମ୍ଭର ଦରିଦ୍ରମାନେ ଖାଇବାକୁ ପାଇବେ; ସେମାନେ ଯାହା ଅବଶିଷ୍ଟ ରଖିବେ, ତାହା ବନପଶୁମାନେ ଖାଇବେ । ପୁଣି ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଓ ଜୀତ ବୃକ୍ଷ ପ୍ରତି ମଧ୍ୟ ସେହିରୂପ କରିବ । .::. 12 ତୁମ୍ଭେ ଛଅ ଦିନ ଆପଣା କର୍ମ କରି ସପ୍ତମ ଦିନରେ ବିଶ୍ରାମ କରିବ, ତହିଁରେ ତୁମ୍ଭର ଗୋରୁ ଓ ଗର୍ଦ୍ଦଭ ବିଶ୍ରାମ ପାଇବେ, ପୁଣି ତୁମ୍ଭ ଦାସୀପୁତ୍ର ଓ ବିଦେଶୀ ଲୋକ ଆଶ୍ଵାସ ପାଇବେ। .::. 13 ଆମ୍ଭେ ତୁମ୍ଭମାନଙ୍କୁ ଯାହା ଯାହା କହିଅଛୁ, ସେସମସ୍ତ ବିଷୟରେ ସାବଧାନ ହୁଅ; ଅନ୍ୟ ଦେବଗଣର ନାମ ସ୍ମରଣ କରାଅ ନାହିଁ, କିଅବା ତୁମ୍ଭମାନଙ୍କ ମୁଖରୁ ତାହା ଶୁଣା ନ ଯାଉ । .::. 14 ତୁମ୍ଭେ ବର୍ଷ ମଧ୍ୟରେ ତିନି ଥର ଆମ୍ଭ ଉଦ୍ଦେଶ୍ୟରେ ଉତ୍ସବ କରିବ। .::. 15 ତାଡ଼ିଶୂନ୍ୟ ରୋଟୀର ଉତ୍ସବ ପାଳନ କରିବ; ଆମ୍ଭ ଆଜ୍ଞାନୁସାରେ ଆବୀବ୍ ମାସର ନିରୂପିତ ସମୟରେ ସାତ ଦିନ ତାଡ଼ିଶୂନ୍ୟ ରୋଟୀ ଭୋଜନ କରିବ, ଯେହେତୁ ତୁମ୍ଭେ ସେହି ସମୟରେ ମିସର ଦେଶରୁ ମୁକ୍ତି ପାଇଅଛ; ପୁଣି କେହି ରିକ୍ତ ହସ୍ତରେ ଆମ୍ଭ ନିକଟରେ ଉପସ୍ଥିତ ହେବ ନାହିଁ .::. 16 ଆଉ, ତୁମ୍ଭେ ଶସ୍ୟଚ୍ଛେଦନ ଉତ୍ସବ, ଅର୍ଥାତ୍, କ୍ଷେତ୍ରରେ ଯାହା ବୁଣ, ତହିଁର ପ୍ରଥମ ସଂଗୃହୀତ ଫଳର ଉତ୍ସବ ପାଳନ କର; ପୁଣି ବର୍ଷ ଶେଷରେ କ୍ଷେତ୍ରରୁ ଫଳ ସଂଗ୍ରହ କରିବା ସମୟରେ ଫଳ ସଞ୍ଚୟର ଉତ୍ସବ ପାଳନ କର । .::. 17 ବର୍ଷ ମଧ୍ୟରେ ତିନି ଥର ତୁମ୍ଭର ସମସ୍ତ ପୁଂଜାତି, ପ୍ରଭୁ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହେବେ । .::. 18 ତୁମ୍ଭେ ତାଡ଼ିଯୁକ୍ତ ଦ୍ରବ୍ୟ ସହିତ ଆମ୍ଭ ବଳିର ରକ୍ତ ଉତ୍ସର୍ଗ କରିବ ନାହିଁ; ପୁଣି ଆମ୍ଭ ଉତ୍ସବ-ସମ୍ପର୍କୀୟ ମେଦ ରାତ୍ରିଯାକ ପ୍ରଭାତ ପର୍ଯ୍ୟନ୍ତ ରଖିବ ନାହିଁ । .::. 19 ତୁମ୍ଭ ଭୂମିର ପ୍ରଥମଜାତ ଫଳ ତୁମ୍ଭ ସଦାପ୍ରଭୁ ପରମେଶ୍ଵରଙ୍କ ଗୃହକୁ ଆଣିବ। ତୁମ୍ଭେ ଛାଗ ବତ୍ସକୁ ତାହାର ମାତୃ ଦୁଗ୍ଧରେ ପାକ କରିବ ନାହିଁ । .::. 20 ଦେଖ, ଆମ୍ଭେ ତୁମ୍ଭକୁ ପଥରେ ରକ୍ଷା କରିବା ପାଇଁ ଓ ତୁମ୍ଭକୁ ଆମ୍ଭର ପ୍ରସ୍ତୁତ ସ୍ଥାନକୁ ଆଣିବା ପାଇଁ ତୁମ୍ଭ ଆଗେ ଆଗେ ଏକ ଦୂତ ପ୍ରେରଣ କରୁଅଛୁ। .::. 21 ତାହାଙ୍କ ବିଷୟରେ ସାବଧାନ ହୁଅ ଓ ତାହାଙ୍କ ରବରେ ଅବଧାନ କର; ତାହାଙ୍କର ଅସନ୍ତୋଷ ଜନ୍ମାଅ ନାହିଁ; କାରଣ ସେ ତୁମ୍ଭମାନଙ୍କ ଅଧର୍ମ କ୍ଷମା କରିବେ ନାହିଁ; ଯେହେତୁ ତାହାଙ୍କଠାରେ ଆମ୍ଭର ନାମ ଅଛି । .::. 22 ମାତ୍ର ତୁମ୍ଭେ ଯେବେ ନିତା; ତାହାଙ୍କ ରବରେ ଅବଧାନ କରିବ, ପୁଣି ଆମ୍ଭେ ଯାହା ସବୁ କହୁ, ତାହା କରିବ; ତେବେ ଆମ୍ଭେ ତୁମ୍ଭ ଶତ୍ରୁମାନଙ୍କର ଶତ୍ରୁ ଓ ତୁମ୍ଭ ବୈରୀମାନଙ୍କର ବୈରୀ ହେବା। .::. 23 କାରଣ ଆମ୍ଭର ଦୂତ ତୁମ୍ଭ ଆଗେ ଆଗେ ଯାଇ ତୁମ୍ଭକୁ ଇମୋରୀୟ ଓ ହିତ୍ତୀୟ ଓ ପିରିଷୀୟ ଓ କିଣାନୀୟ ଓ ହିବ୍ବୀୟ ଓ ଯିବୂଷୀୟମାନଙ୍କ ଦେଶକୁ ଆଣିବେ, ପୁଣି ଆମ୍ଭେ ସେମାନଙ୍କୁ ଉଚ୍ଛିନ୍ନ କରିବା । .::. 24 ତୁମ୍ଭେ ସେମାନଙ୍କ ଦେବଗଣକୁ ପ୍ରଣାମ କରିବ ନାହିଁ ଓ ସେମାନଙ୍କର ସେବା କରିବ ନାହିଁ, ପୁଣି ସେମାନଙ୍କ କ୍ରିୟାନୁସାରେ କ୍ରିୟା କରିବ ନାହିଁ; ମାତ୍ର ସେମାନଙ୍କୁ ସମୂଳେ ଉତ୍ପାଟନ କରିବ ଓ ସେମାନଙ୍କ ସ୍ତମ୍ଭସବୁ ଭାଙ୍ଗି ପକାଇବ । .::. 25 ତୁମ୍ଭେମାନେ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ଵରଙ୍କର ସେବା କରିବ; ତହିଁରେ ସେ ତୁମ୍ଭମାନଙ୍କ ଅନ୍ନଜଳରେ ଆଶୀର୍ବାଦ କରିବେ, ପୁଣି ଆମ୍ଭେ ତୁମ୍ଭ ମଧ୍ୟରୁ ରୋଗ ଦୂର କରିବା, । .::. 26 ତୁମ୍ଭ ଦେଶରେ କାହାରି ଗର୍ଭପାତ ହେବ ନାହିଁ, ପୁଣି କେହି ବନ୍ଧ୍ୟା ହେବ ନାହିଁ; ଆମ୍ଭେ ତୁମ୍ଭ ଆୟୁର ପରିମାଣ ପୂର୍ଣ୍ଣ କରିବା । .::. 27 ଆମ୍ଭେ ତୁମ୍ଭ ଆଗେ ଆଗେ ଆମ୍ଭ ବିଷୟକ ଭୟ ପ୍ରେରଣ କରିବା; ପୁଣି ତୁମ୍ଭେ ଯେଉଁସବୁ ଲୋକଙ୍କ ନିକଟରେ ଉପସ୍ଥିତ ହେବ, ସେମାନଙ୍କୁ ବ୍ୟାକୁଳ କରିବା ଓ ଆମ୍ଭେ ତୁମ୍ଭର ଶତ୍ରୁଗଣକୁ ବିମୁଖ କରିବା । .::. 28 ଆମ୍ଭେ ତୁମ୍ଭ ଆଗେ ଆଗେ ବିରୁଡ଼ିମାନଙ୍କୁ ପଠାଇବା; ସେମାନେ ହିବ୍ବୀୟ ଓ କିଣାନୀୟ ଓ ହିତ୍ତୀୟମାନଙ୍କୁ ତୁମ୍ଭ ସମ୍ମୁଖରୁ ଘଉଡ଼ାଇ ଦେବେ । .::. 29 ମାତ୍ର ଏକ ବର୍ଷରେ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବା ନାହିଁ, ତାହାହେଲେ ଦେଶ ଶୂନ୍ୟ ହୋଇଯିବ ଓ ତୁମ୍ଭ ପ୍ରତିକୂଳରେ ବନ୍ୟପଶୁମାନଙ୍କ ସଂଖ୍ୟା ବୃଦ୍ଧି ପାଇବ। .::. 30 ତୁମ୍ଭେ ଯେପର୍ଯ୍ୟନ୍ତ ବର୍ଦ୍ଧିତ ହୋଇନାହଁ ଓ ଦେଶ ଅଧିକାର କରିନାହଁ, ସେପର୍ଯ୍ୟନ୍ତ ଆମ୍ଭେ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ କ୍ରମେ କ୍ରମେ ଘଉଡ଼ାଇ ଦେବା । .::. 31 ପୁଣି ଆମ୍ଭେ ସୂଫ ସାଗରଠାରୁ ପଲେଷ୍ଟୀୟମାନଙ୍କର ସମୁଦ୍ର ପର୍ଯ୍ୟନ୍ତ ଓ ପ୍ରାନ୍ତରଠାରୁ ଫରାତ୍ ନଦୀ ପର୍ଯ୍ୟନ୍ତ ତୁମ୍ଭର ସୀମା ନିରୂପଣ କରିବା; କାରଣ ଆମ୍ଭେ ସେହି ଦେଶ ନିବାସୀମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା; ତହିଁରେ ତୁମ୍ଭେ ଆପଣା ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବ । .::. 32 ତୁମ୍ଭେ ସେମାନଙ୍କ ସହିତ କିମ୍ଵା ସେମାନଙ୍କ ଦେବଗଣ ସହିତ କୌଣସି ନିୟମ ସ୍ଥିର କରିବ ନାହିଁ । .::. 33 ସେମାନେ ତୁମ୍ଭ ଦେଶରେ ବାସ କରିବେ ନାହିଁ, କଲେ ସେମାନେ ଆମ୍ଭ ବିରୁଦ୍ଧରେ ତୁମ୍ଭକୁ ପାପ କରାଇବେ; ଯେହେତୁ ତୁମ୍ଭେ ଯେବେ ସେମାନଙ୍କ ଦେବଗଣର ସେବା କର, ତେବେ ତାହା ଅବଶ୍ୟ ତୁମ୍ଭର ଫାନ୍ଦ ସ୍ଵରୂପ ହେବ। .::.
  • ଯାତ୍ରା ପୁସ୍ତକ ଅଧ୍ୟାୟ 1  
  • ଯାତ୍ରା ପୁସ୍ତକ ଅଧ୍ୟାୟ 2  
  • ଯାତ୍ରା ପୁସ୍ତକ ଅଧ୍ୟାୟ 3  
  • ଯାତ୍ରା ପୁସ୍ତକ ଅଧ୍ୟାୟ 4  
  • ଯାତ୍ରା ପୁସ୍ତକ ଅଧ୍ୟାୟ 5  
  • ଯାତ୍ରା ପୁସ୍ତକ ଅଧ୍ୟାୟ 6  
  • ଯାତ୍ରା ପୁସ୍ତକ ଅଧ୍ୟାୟ 7  
  • ଯାତ୍ରା ପୁସ୍ତକ ଅଧ୍ୟାୟ 8  
  • ଯାତ୍ରା ପୁସ୍ତକ ଅଧ୍ୟାୟ 9  
  • ଯାତ୍ରା ପୁସ୍ତକ ଅଧ୍ୟାୟ 10  
  • ଯାତ୍ରା ପୁସ୍ତକ ଅଧ୍ୟାୟ 11  
  • ଯାତ୍ରା ପୁସ୍ତକ ଅଧ୍ୟାୟ 12  
  • ଯାତ୍ରା ପୁସ୍ତକ ଅଧ୍ୟାୟ 13  
  • ଯାତ୍ରା ପୁସ୍ତକ ଅଧ୍ୟାୟ 14  
  • ଯାତ୍ରା ପୁସ୍ତକ ଅଧ୍ୟାୟ 15  
  • ଯାତ୍ରା ପୁସ୍ତକ ଅଧ୍ୟାୟ 16  
  • ଯାତ୍ରା ପୁସ୍ତକ ଅଧ୍ୟାୟ 17  
  • ଯାତ୍ରା ପୁସ୍ତକ ଅଧ୍ୟାୟ 18  
  • ଯାତ୍ରା ପୁସ୍ତକ ଅଧ୍ୟାୟ 19  
  • ଯାତ୍ରା ପୁସ୍ତକ ଅଧ୍ୟାୟ 20  
  • ଯାତ୍ରା ପୁସ୍ତକ ଅଧ୍ୟାୟ 21  
  • ଯାତ୍ରା ପୁସ୍ତକ ଅଧ୍ୟାୟ 22  
  • ଯାତ୍ରା ପୁସ୍ତକ ଅଧ୍ୟାୟ 23  
  • ଯାତ୍ରା ପୁସ୍ତକ ଅଧ୍ୟାୟ 24  
  • ଯାତ୍ରା ପୁସ୍ତକ ଅଧ୍ୟାୟ 25  
  • ଯାତ୍ରା ପୁସ୍ତକ ଅଧ୍ୟାୟ 26  
  • ଯାତ୍ରା ପୁସ୍ତକ ଅଧ୍ୟାୟ 27  
  • ଯାତ୍ରା ପୁସ୍ତକ ଅଧ୍ୟାୟ 28  
  • ଯାତ୍ରା ପୁସ୍ତକ ଅଧ୍ୟାୟ 29  
  • ଯାତ୍ରା ପୁସ୍ତକ ଅଧ୍ୟାୟ 30  
  • ଯାତ୍ରା ପୁସ୍ତକ ଅଧ୍ୟାୟ 31  
  • ଯାତ୍ରା ପୁସ୍ତକ ଅଧ୍ୟାୟ 32  
  • ଯାତ୍ରା ପୁସ୍ତକ ଅଧ୍ୟାୟ 33  
  • ଯାତ୍ରା ପୁସ୍ତକ ଅଧ୍ୟାୟ 34  
  • ଯାତ୍ରା ପୁସ୍ତକ ଅଧ୍ୟାୟ 35  
  • ଯାତ୍ରା ପୁସ୍ତକ ଅଧ୍ୟାୟ 36  
  • ଯାତ୍ରା ପୁସ୍ତକ ଅଧ୍ୟାୟ 37  
  • ଯାତ୍ରା ପୁସ୍ତକ ଅଧ୍ୟାୟ 38  
  • ଯାତ୍ରା ପୁସ୍ତକ ଅଧ୍ୟାୟ 39  
  • ଯାତ୍ରା ପୁସ୍ତକ ଅଧ୍ୟାୟ 40  
×

Alert

×

Oriya Letters Keypad References