ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଯିରିମିୟ

ରେକର୍ଡଗୁଡିକ

ଯିରିମିୟ ଅଧ୍ୟାୟ 3

1 ଲୋକେ କହନ୍ତି, କେହି ଆପଣା ଭାର୍ଯ୍ୟାକୁ ତ୍ୟାଗ କଲେ, ସେ ସ୍ତ୍ରୀ ତାହା ନିକଟରୁ ଯାଇ ଯେବେ ଅନ୍ୟ ପୁରୁଷର ହୁଏ, ତେବେ ତାହାର ସ୍ଵାମୀ କି ପୁନର୍ବାର ତାହା ନିକଟକୁ ଯିବ? ଗଲେ, ସେହି ଦେଶ କି ଅତ୍ୟ; ଅଶୁଚି ନୋହିବ? ମାତ୍ର ତୁମ୍ଭେ ଅନେକ ଉପପତିର ସଙ୍ଗେ ବ୍ୟଭିଚାର କରିଅଛ⇧? ତଥାପି ସଦାପ୍ରଭୁ କହନ୍ତି, ତୁମ୍ଭେ ପୁନର୍ବାର ଆମ୍ଭ ନିକଟକୁ ଫେରି ଆସୁଅଛ! 2 ଚକ୍ଷୁ ଟେକି ବୃକ୍ଷଶୂନ୍ୟ ଟିକର ସ୍ଥାନସବୁ ଦେଖ; ତୁମ୍ଭେ କେଉଁଠାରେ ବ୍ୟଭିଚାର କରି ନାହଁ? ଯେପରି ଆରବୀୟ ଲୋକ ପ୍ରାନ୍ତରରେ ବସେ, ସେପରି ତୁମ୍ଭେ ସେମାନଙ୍କ ନିମନ୍ତେ ରାଜପଥରେ ବସିଅଛ; ଆଉ, ତୁମ୍ଭେ ଆପଣା ବ୍ୟଭିଚାର ଓ ଦୁଷ୍ଟକ୍ରିୟା ଦ୍ଵାରା ଦେଶ ଅଶୁଚି କରିଅଛ⇧ । 3 ଏହେତୁ ବୃଷ୍ଟି ନିବାରିତ ହୋଇଅଛି ଓ ଶେଷ-ବର୍ଷା ହୋଇ ନାହିଁ; ତଥାପି ତୁମ୍ଭେ ବେଶ୍ୟାର କପାଳ ଧାରଣ କରିଅଛ, ତୁମ୍ଭେ ଲଜ୍ଜିତା ହେବାକୁ ଅସମ୍ମତା ହୋଇଅଛ । 4 ତୁମ୍ଭେ କି ଏହି ସମୟଠାରୁ ଆମ୍ଭ ନିକଟରେ ପ୍ରାର୍ଥନା କରି ନ କହିବ, ହେ ମୋର ପିତଃ, ତୁମ୍ଭେ ମୋର ବାଲ୍ୟକାଳର ପଥପ୍ରଦର୍ଶକ? 5 ସେ କି ସଦା କାଳ କ୍ରୁଦ୍ଧ ହୋଇଥିବେ? ସେ କି ଶେଷ ପର୍ଯ୍ୟନ୍ତ ତାହା ରଖିବେ? ଦେଖ, ତୁମ୍ଭେ କଥା କହିଅଛ, ପୁଣି ଦୁଷ୍କ୍ରିୟା କରିଅଛ ଓ ନିଜ ପଥରେ ଚାଲିଅଛ । 6 ଆହୁରି, ଯୋଶୀୟ ରାଜାର ସମୟରେ ସଦାପ୍ରଭୁ ମୋତେ କହିଲେ, ବିପଥଗାମିନୀ ଇସ୍ରାଏଲ ଯାହା କରିଅଛି, ତାହା କି ତୁମ୍ଭେ ଦେଖିଅଛ? ସେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ତଳେ ଯାଇ ସେଠାରେ ବ୍ୟଭିଚାର କରିଅଛ । 7 ପୁଣି, ସେ ଏସବୁ କାର୍ଯ୍ୟ କଲା ଉତ୍ତାରେ ଆମ୍ଭେ କହିଲୁ, ସେ ଆମ୍ଭ ନିକଟକୁ ଫେରି ଆସିବ; ମାତ୍ର ସେ ଫେରି ଆସିଲା ନାହିଁ; ଆଉ, ତାହାର ବିଶ୍ଵାସଘାତିନୀ ଭଗିନୀ ଯିହୁଦା ଏହା ଦେଖିଲା । 8 ଆଉ, ଆମ୍ଭେ ଦେଖିଲୁ, ବିପଥଗାମିନୀ ଇସ୍ରାଏଲ ବ୍ୟଭିଚାର କରିବା ସକାଶୁ ଆମ୍ଭେ ତାହାକୁ ତ୍ୟାଗ କରି ଛାଡ଼ପତ୍ର ଦେଲେ ହେଁ, ତାହାର ବିଶ୍ଵାସଘାତିନୀ ଭଗିନୀ ଯିହୁଦା ଭୟ କଲା ନାହିଁ; ମାତ୍ର ସେ ମଧ୍ୟ ଯାଇ ବ୍ୟଭିଚାର କଲା⇧ । 9 ତାହାର ବ୍ୟଭିଚାରର ଅଖ୍ୟାତିରେ ଦେଶ ଅଶୁଚି ହେଲା ଓ ସେ ପଥର ଓ କାଠ ସଙ୍ଗରେ ବ୍ୟଭିଚାର କଲା । 10 ପୁଣି, ଏସବୁ ହେଲେ ହେଁ ତାହାର ବିଶ୍ଵାସଘାତିନୀ ଭଗିନୀ ଯିହୁଦା ଆପଣା ସର୍ବାନ୍ତଃକରଣ ସହିତ ନୁହେଁ, ମାତ୍ର କପଟ ଭାବରେ ଆମ୍ଭ ପ୍ରତି ଫେରିଅଛି, ଏହା ସଦାପ୍ରଭୁ କହନ୍ତି । 11 ଆଉ, ସଦାପ୍ରଭୁ ମୋତେ କହିଲେ, ବିପଥ-ଗାମିନୀ ଇସ୍ରାଏଲ ବିଶ୍ଵାସଘାତିନୀ ଯିହୁଦା ଅପେକ୍ଷା ଆପଣାକୁ ଧାର୍ମିକା ଦେଖାଇଅଛି । 12 ତୁମ୍ଭେ ଯାଇ ଉତ୍ତର ଦିଗ ଆଡ଼େ ଏହି କଥା ପ୍ରଚାର କରି କୁହ, ହେ ବିପଥଗାମିନୀ ଇସ୍ରାଏଲ, ସଦାପ୍ରଭୁ କହନ୍ତି, ତୁମ୍ଭେ ଫେର; ଆମ୍ଭେ ତୁମ୍ଭ ପ୍ରତି କ୍ରୋଧ ଦୃଷ୍ଟି କରିବା ନାହିଁ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଦୟାବାନ, ଆମ୍ଭେ ସର୍ବଦା କ୍ରୋଧ ରଖିବା ନାହିଁ । 13 ସଦାପ୍ରଭୁ କହନ୍ତି, ତୁମ୍ଭେ ଯେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ବିରୁଦ୍ଧରେ ଅପରାଧ କରିଅଛ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ତଳେ ବିଦେଶୀୟମାନଙ୍କ ନିକଟକୁ ଯାଇ ଭ୍ରମଣ କରିଅଛ ଓ ଆମ୍ଭ ରବରେ ମନୋଯୋଗ କରି ନାହଁ, ଆପଣାର ଏହି ଅଧର୍ମାଚରଣ କେବଳ ସ୍ଵୀକାର କର⇧ । 14 ସଦାପ୍ରଭୁ କହନ୍ତି, ହେ ବିପଥଗାମୀ ସନ୍ତାନଗଣ, ଫେର; କାରଣ ଆମ୍ଭେ ତୁମ୍ଭମାନଙ୍କର ସ୍ଵାମୀ; ଆମ୍ଭେ ନଗରରୁ ଏକ ଜଣ ଓ ଗୋଷ୍ଠୀ ମଧ୍ୟରୁ ଦୁଇ ଜଣ କରି ତୁମ୍ଭମାନଙ୍କୁ ସିୟୋନକୁ ଆଣିବା; 15 ଆଉ, ଆମ୍ଭେ ଆପଣା ମନ ଅନୁଯାୟୀ ପାଳକଗଣ ତୁମ୍ଭମାନଙ୍କୁ ଦେବା, ସେମାନେ ଜ୍ଞାନ ଓ ବୁଦ୍ଧିରେ ତୁମ୍ଭମାନଙ୍କୁ ଚରାଇବେ । 16 ସଦାପ୍ରଭୁ କହନ୍ତି, ସେହି ସମୟରେ, ଯେତେବେଳେ ତୁମ୍ଭେମାନେ ଦେଶରେ ବର୍ଦ୍ଧିଷ୍ଣୁ ଓ ବହୁବଂଶ ହେବ, ସେତେବେଳେ ଲୋକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବୋଲି ଆଉ କହିବେ ନାହିଁ; କିଅବା ତାହା ମନରେ ପଡ଼ିବ ନାହିଁ; ଅଥବା ସେମାନେ ତାହା ସ୍ମରଣ କରିବେ ନାହିଁ, କିଅବା ତାହା ନିକଟକୁ ଯିବେ ନାହିଁ; ଅଥବା ଆଉ ତାହା ନିର୍ମିତ ହେବ ନାହିଁ । 17 ସେସମୟରେ ଲୋକମାନେ ଯିରୂଶାଲମକୁ ସଦାପ୍ରଭୁଙ୍କର ସିଂହାସନ ବୋଲି କହିବେ; ଆଉ, ସବୁ ଦେଶୀୟ ଲୋକମାନେ ତହିଁ ନିକଟରେ, ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଯିରୂଶାଲମରେ ସଂଗୃହୀତ ହେବେ; ପୁଣି, ସେମାନେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତା ଅନୁସାରେ ଆଉ ଗମନ କରିବେ ନାହିଁ । 18 ସେସମୟରେ ଯିହୁଦା-ବଂଶ ଇସ୍ରାଏଲ-ବଂଶ ସଙ୍ଗେ ଗମନ କରିବେ ଓ ସେମାନେ ଉତ୍ତର ଦେଶରୁ ଏକତ୍ର ବାହାରି ତୁମ୍ଭମାନଙ୍କର ପୂର୍ବପୁରୁଷଗଣକୁ ଅଧିକାର ନିମନ୍ତେ ଆମ୍ଭର ଦତ୍ତ ଦେଶକୁ⇧ ଆସିବେ । 19 ମାତ୍ର ଆମ୍ଭେ କହିଲୁ, ଆମ୍ଭ ସନ୍ତାନଗଣ ମଧ୍ୟରେ କିପରି ତୁମ୍ଭକୁ ସ୍ଥାନ ଦେବା ଓ ମନୋରମ ଏକ ଦେଶ, ନାନା ଦେଶୀୟମାନଙ୍କର ପରମ ରନି ସ୍ଵରୂପ ଏକ ଅଧିକାର ତୁମ୍ଭକୁ ଦାନ କରିବା? ପୁଣି, ଆମ୍ଭେ କହିଲୁ, ତୁମ୍ଭେମାନେ ଆମ୍ଭକୁ ହେ ମୋର ପିତଃ ବୋଲି ଡାକିବ ଓ ଆମ୍ଭ ପଶ୍ଚାଦ୍ଗମନରୁ ବିମୁଖ ନୋହିବ । 20 ସଦାପ୍ରଭୁ କହନ୍ତି, ଯେପରି କୌଣସି ଭାର୍ଯ୍ୟା ବିଶ୍ଵାସଘାତକତାପୂର୍ବକ ଆପଣା ସ୍ଵାମୀକି ଛାଡ଼ିଯାଏ, ସେପରି ହେ ଇସ୍ରାଏଲ, ତୁମ୍ଭେ ନିଶ୍ଚୟ ଆମ୍ଭ ପ୍ରତି ସେହି ପ୍ରକାର ବିଶ୍ଵାସଘାତକତା କରିଅଛ । 21 ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀମାନରେ ଏକ ସ୍ଵର, ଇସ୍ରାଏଲ ସନ୍ତାନଗଣର ରୋଦନ ଓ କାକୁକ୍ତି ଶୁଣାଯାଏ; କାରଣ ସେମାନେ କୁଟିଳ ପଥଗାମୀ ଓ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ ପାସୋରି ପକାଇ ଅଛନ୍ତି । 22 ହେ ବିପଥଗାମୀ ସନ୍ତାନଗଣ ଫେର, ଆମ୍ଭେ ତୁମ୍ଭମାନଙ୍କର ବିପଥଗମନରୂପ ରୋଗ ସୁସ୍ଥ କରିବା। ଦେଖ, ଆମ୍ଭେମାନେ ତୁମ୍ଭ ନିକଟକୁ ଆସିଅଛୁ; କାରଣ ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ଵର ଅଟ । 23 ଉପପର୍ବତସମୂହରୁ, ପର୍ବତମାନର ଉପରିସ୍ଥ କୋଳାହଳରୁ ଅପେକ୍ଷିତ ଉପକାର ନିତା; ବ୍ୟର୍ଥନ୍ତ ନିତା; ଆମ୍ଭମାନଙ୍କର ପରମେଶ୍ଵର ସଦାପ୍ରଭୁଙ୍କଠାରେ ଇସ୍ରାଏଲର ପରିତ୍ରାଣ ଅଛି । 24 ମାତ୍ର ଲଜ୍ଜାସ୍ପଦ ବସ୍ତୁ ଆମ୍ଭମାନଙ୍କର ବାଲ୍ୟରୁ ଆମ୍ଭମାନଙ୍କ ପିତୃପୁରୁଷଗଣର ଶ୍ରମ-ଫଳ, ସେମାନଙ୍କ ଗୋମେଷାଦି ପଲ ସେମାନଙ୍କର ପୁତ୍ର ଓ କନ୍ୟାଗଣକୁ ଗ୍ରାସ କରିଅଛି । 25 ଆମ୍ଭେମାନେ ନିଜ ଲଜ୍ଜାରେ ଶୟନ କରୁ ଓ ଆମ୍ଭମାନଙ୍କର ଅପମାନ ଆମ୍ଭମାନଙ୍କୁ ଆଚ୍ଛାଦନ କରୁ; କାରଣ ଆମ୍ଭେମାନେ ଓ ଆମ୍ଭମାନଙ୍କ ପିତୃପୁରୁଷମାନେ ବାଲ୍ୟରୁ ଆଜି ପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ବିରୁଦ୍ଧରେ ପାପ କରିଅଛୁ ଓ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ରବରେ ଅବଧାନ କରି ନାହୁଁ ।
1. ଲୋକେ କହନ୍ତି, କେହି ଆପଣା ଭାର୍ଯ୍ୟାକୁ ତ୍ୟାଗ କଲେ, ସେ ସ୍ତ୍ରୀ ତାହା ନିକଟରୁ ଯାଇ ଯେବେ ଅନ୍ୟ ପୁରୁଷର ହୁଏ, ତେବେ ତାହାର ସ୍ଵାମୀ କି ପୁନର୍ବାର ତାହା ନିକଟକୁ ଯିବ? ଗଲେ, ସେହି ଦେଶ କି ଅତ୍ୟ; ଅଶୁଚି ନୋହିବ? ମାତ୍ର ତୁମ୍ଭେ ଅନେକ ଉପପତିର ସଙ୍ଗେ ବ୍ୟଭିଚାର କରିଅଛ⇧? ତଥାପି ସଦାପ୍ରଭୁ କହନ୍ତି, ତୁମ୍ଭେ ପୁନର୍ବାର ଆମ୍ଭ ନିକଟକୁ ଫେରି ଆସୁଅଛ! 2. ଚକ୍ଷୁ ଟେକି ବୃକ୍ଷଶୂନ୍ୟ ଟିକର ସ୍ଥାନସବୁ ଦେଖ; ତୁମ୍ଭେ କେଉଁଠାରେ ବ୍ୟଭିଚାର କରି ନାହଁ? ଯେପରି ଆରବୀୟ ଲୋକ ପ୍ରାନ୍ତରରେ ବସେ, ସେପରି ତୁମ୍ଭେ ସେମାନଙ୍କ ନିମନ୍ତେ ରାଜପଥରେ ବସିଅଛ; ଆଉ, ତୁମ୍ଭେ ଆପଣା ବ୍ୟଭିଚାର ଓ ଦୁଷ୍ଟକ୍ରିୟା ଦ୍ଵାରା ଦେଶ ଅଶୁଚି କରିଅଛ⇧ । 3. ଏହେତୁ ବୃଷ୍ଟି ନିବାରିତ ହୋଇଅଛି ଓ ଶେଷ-ବର୍ଷା ହୋଇ ନାହିଁ; ତଥାପି ତୁମ୍ଭେ ବେଶ୍ୟାର କପାଳ ଧାରଣ କରିଅଛ, ତୁମ୍ଭେ ଲଜ୍ଜିତା ହେବାକୁ ଅସମ୍ମତା ହୋଇଅଛ । 4. ତୁମ୍ଭେ କି ଏହି ସମୟଠାରୁ ଆମ୍ଭ ନିକଟରେ ପ୍ରାର୍ଥନା କରି ନ କହିବ, ହେ ମୋର ପିତଃ, ତୁମ୍ଭେ ମୋର ବାଲ୍ୟକାଳର ପଥପ୍ରଦର୍ଶକ? 5. ସେ କି ସଦା କାଳ କ୍ରୁଦ୍ଧ ହୋଇଥିବେ? ସେ କି ଶେଷ ପର୍ଯ୍ୟନ୍ତ ତାହା ରଖିବେ? ଦେଖ, ତୁମ୍ଭେ କଥା କହିଅଛ, ପୁଣି ଦୁଷ୍କ୍ରିୟା କରିଅଛ ଓ ନିଜ ପଥରେ ଚାଲିଅଛ । 6. ଆହୁରି, ଯୋଶୀୟ ରାଜାର ସମୟରେ ସଦାପ୍ରଭୁ ମୋତେ କହିଲେ, ବିପଥଗାମିନୀ ଇସ୍ରାଏଲ ଯାହା କରିଅଛି, ତାହା କି ତୁମ୍ଭେ ଦେଖିଅଛ? ସେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ତଳେ ଯାଇ ସେଠାରେ ବ୍ୟଭିଚାର କରିଅଛ । 7. ପୁଣି, ସେ ଏସବୁ କାର୍ଯ୍ୟ କଲା ଉତ୍ତାରେ ଆମ୍ଭେ କହିଲୁ, ସେ ଆମ୍ଭ ନିକଟକୁ ଫେରି ଆସିବ; ମାତ୍ର ସେ ଫେରି ଆସିଲା ନାହିଁ; ଆଉ, ତାହାର ବିଶ୍ଵାସଘାତିନୀ ଭଗିନୀ ଯିହୁଦା ଏହା ଦେଖିଲା । 8. ଆଉ, ଆମ୍ଭେ ଦେଖିଲୁ, ବିପଥଗାମିନୀ ଇସ୍ରାଏଲ ବ୍ୟଭିଚାର କରିବା ସକାଶୁ ଆମ୍ଭେ ତାହାକୁ ତ୍ୟାଗ କରି ଛାଡ଼ପତ୍ର ଦେଲେ ହେଁ, ତାହାର ବିଶ୍ଵାସଘାତିନୀ ଭଗିନୀ ଯିହୁଦା ଭୟ କଲା ନାହିଁ; ମାତ୍ର ସେ ମଧ୍ୟ ଯାଇ ବ୍ୟଭିଚାର କଲା⇧ । 9. ତାହାର ବ୍ୟଭିଚାରର ଅଖ୍ୟାତିରେ ଦେଶ ଅଶୁଚି ହେଲା ଓ ସେ ପଥର ଓ କାଠ ସଙ୍ଗରେ ବ୍ୟଭିଚାର କଲା । 10. ପୁଣି, ଏସବୁ ହେଲେ ହେଁ ତାହାର ବିଶ୍ଵାସଘାତିନୀ ଭଗିନୀ ଯିହୁଦା ଆପଣା ସର୍ବାନ୍ତଃକରଣ ସହିତ ନୁହେଁ, ମାତ୍ର କପଟ ଭାବରେ ଆମ୍ଭ ପ୍ରତି ଫେରିଅଛି, ଏହା ସଦାପ୍ରଭୁ କହନ୍ତି । 11. ଆଉ, ସଦାପ୍ରଭୁ ମୋତେ କହିଲେ, ବିପଥ-ଗାମିନୀ ଇସ୍ରାଏଲ ବିଶ୍ଵାସଘାତିନୀ ଯିହୁଦା ଅପେକ୍ଷା ଆପଣାକୁ ଧାର୍ମିକା ଦେଖାଇଅଛି । 12. ତୁମ୍ଭେ ଯାଇ ଉତ୍ତର ଦିଗ ଆଡ଼େ ଏହି କଥା ପ୍ରଚାର କରି କୁହ, ହେ ବିପଥଗାମିନୀ ଇସ୍ରାଏଲ, ସଦାପ୍ରଭୁ କହନ୍ତି, ତୁମ୍ଭେ ଫେର; ଆମ୍ଭେ ତୁମ୍ଭ ପ୍ରତି କ୍ରୋଧ ଦୃଷ୍ଟି କରିବା ନାହିଁ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଦୟାବାନ, ଆମ୍ଭେ ସର୍ବଦା କ୍ରୋଧ ରଖିବା ନାହିଁ । 13. ସଦାପ୍ରଭୁ କହନ୍ତି, ତୁମ୍ଭେ ଯେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ବିରୁଦ୍ଧରେ ଅପରାଧ କରିଅଛ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ତଳେ ବିଦେଶୀୟମାନଙ୍କ ନିକଟକୁ ଯାଇ ଭ୍ରମଣ କରିଅଛ ଓ ଆମ୍ଭ ରବରେ ମନୋଯୋଗ କରି ନାହଁ, ଆପଣାର ଏହି ଅଧର୍ମାଚରଣ କେବଳ ସ୍ଵୀକାର କର⇧ । 14. ସଦାପ୍ରଭୁ କହନ୍ତି, ହେ ବିପଥଗାମୀ ସନ୍ତାନଗଣ, ଫେର; କାରଣ ଆମ୍ଭେ ତୁମ୍ଭମାନଙ୍କର ସ୍ଵାମୀ; ଆମ୍ଭେ ନଗରରୁ ଏକ ଜଣ ଓ ଗୋଷ୍ଠୀ ମଧ୍ୟରୁ ଦୁଇ ଜଣ କରି ତୁମ୍ଭମାନଙ୍କୁ ସିୟୋନକୁ ଆଣିବା; 15. ଆଉ, ଆମ୍ଭେ ଆପଣା ମନ ଅନୁଯାୟୀ ପାଳକଗଣ ତୁମ୍ଭମାନଙ୍କୁ ଦେବା, ସେମାନେ ଜ୍ଞାନ ଓ ବୁଦ୍ଧିରେ ତୁମ୍ଭମାନଙ୍କୁ ଚରାଇବେ । 16. ସଦାପ୍ରଭୁ କହନ୍ତି, ସେହି ସମୟରେ, ଯେତେବେଳେ ତୁମ୍ଭେମାନେ ଦେଶରେ ବର୍ଦ୍ଧିଷ୍ଣୁ ଓ ବହୁବଂଶ ହେବ, ସେତେବେଳେ ଲୋକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବୋଲି ଆଉ କହିବେ ନାହିଁ; କିଅବା ତାହା ମନରେ ପଡ଼ିବ ନାହିଁ; ଅଥବା ସେମାନେ ତାହା ସ୍ମରଣ କରିବେ ନାହିଁ, କିଅବା ତାହା ନିକଟକୁ ଯିବେ ନାହିଁ; ଅଥବା ଆଉ ତାହା ନିର୍ମିତ ହେବ ନାହିଁ । 17. ସେସମୟରେ ଲୋକମାନେ ଯିରୂଶାଲମକୁ ସଦାପ୍ରଭୁଙ୍କର ସିଂହାସନ ବୋଲି କହିବେ; ଆଉ, ସବୁ ଦେଶୀୟ ଲୋକମାନେ ତହିଁ ନିକଟରେ, ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଯିରୂଶାଲମରେ ସଂଗୃହୀତ ହେବେ; ପୁଣି, ସେମାନେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତା ଅନୁସାରେ ଆଉ ଗମନ କରିବେ ନାହିଁ । 18. ସେସମୟରେ ଯିହୁଦା-ବଂଶ ଇସ୍ରାଏଲ-ବଂଶ ସଙ୍ଗେ ଗମନ କରିବେ ଓ ସେମାନେ ଉତ୍ତର ଦେଶରୁ ଏକତ୍ର ବାହାରି ତୁମ୍ଭମାନଙ୍କର ପୂର୍ବପୁରୁଷଗଣକୁ ଅଧିକାର ନିମନ୍ତେ ଆମ୍ଭର ଦତ୍ତ ଦେଶକୁ⇧ ଆସିବେ । 19. ମାତ୍ର ଆମ୍ଭେ କହିଲୁ, ଆମ୍ଭ ସନ୍ତାନଗଣ ମଧ୍ୟରେ କିପରି ତୁମ୍ଭକୁ ସ୍ଥାନ ଦେବା ଓ ମନୋରମ ଏକ ଦେଶ, ନାନା ଦେଶୀୟମାନଙ୍କର ପରମ ରନି ସ୍ଵରୂପ ଏକ ଅଧିକାର ତୁମ୍ଭକୁ ଦାନ କରିବା? ପୁଣି, ଆମ୍ଭେ କହିଲୁ, ତୁମ୍ଭେମାନେ ଆମ୍ଭକୁ ହେ ମୋର ପିତଃ ବୋଲି ଡାକିବ ଓ ଆମ୍ଭ ପଶ୍ଚାଦ୍ଗମନରୁ ବିମୁଖ ନୋହିବ । 20. ସଦାପ୍ରଭୁ କହନ୍ତି, ଯେପରି କୌଣସି ଭାର୍ଯ୍ୟା ବିଶ୍ଵାସଘାତକତାପୂର୍ବକ ଆପଣା ସ୍ଵାମୀକି ଛାଡ଼ିଯାଏ, ସେପରି ହେ ଇସ୍ରାଏଲ, ତୁମ୍ଭେ ନିଶ୍ଚୟ ଆମ୍ଭ ପ୍ରତି ସେହି ପ୍ରକାର ବିଶ୍ଵାସଘାତକତା କରିଅଛ । 21. ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀମାନରେ ଏକ ସ୍ଵର, ଇସ୍ରାଏଲ ସନ୍ତାନଗଣର ରୋଦନ ଓ କାକୁକ୍ତି ଶୁଣାଯାଏ; କାରଣ ସେମାନେ କୁଟିଳ ପଥଗାମୀ ଓ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ ପାସୋରି ପକାଇ ଅଛନ୍ତି । 22. ହେ ବିପଥଗାମୀ ସନ୍ତାନଗଣ ଫେର, ଆମ୍ଭେ ତୁମ୍ଭମାନଙ୍କର ବିପଥଗମନରୂପ ରୋଗ ସୁସ୍ଥ କରିବା। ଦେଖ, ଆମ୍ଭେମାନେ ତୁମ୍ଭ ନିକଟକୁ ଆସିଅଛୁ; କାରଣ ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ଵର ଅଟ । 23. ଉପପର୍ବତସମୂହରୁ, ପର୍ବତମାନର ଉପରିସ୍ଥ କୋଳାହଳରୁ ଅପେକ୍ଷିତ ଉପକାର ନିତା; ବ୍ୟର୍ଥନ୍ତ ନିତା; ଆମ୍ଭମାନଙ୍କର ପରମେଶ୍ଵର ସଦାପ୍ରଭୁଙ୍କଠାରେ ଇସ୍ରାଏଲର ପରିତ୍ରାଣ ଅଛି । 24. ମାତ୍ର ଲଜ୍ଜାସ୍ପଦ ବସ୍ତୁ ଆମ୍ଭମାନଙ୍କର ବାଲ୍ୟରୁ ଆମ୍ଭମାନଙ୍କ ପିତୃପୁରୁଷଗଣର ଶ୍ରମ-ଫଳ, ସେମାନଙ୍କ ଗୋମେଷାଦି ପଲ ସେମାନଙ୍କର ପୁତ୍ର ଓ କନ୍ୟାଗଣକୁ ଗ୍ରାସ କରିଅଛି । 25. ଆମ୍ଭେମାନେ ନିଜ ଲଜ୍ଜାରେ ଶୟନ କରୁ ଓ ଆମ୍ଭମାନଙ୍କର ଅପମାନ ଆମ୍ଭମାନଙ୍କୁ ଆଚ୍ଛାଦନ କରୁ; କାରଣ ଆମ୍ଭେମାନେ ଓ ଆମ୍ଭମାନଙ୍କ ପିତୃପୁରୁଷମାନେ ବାଲ୍ୟରୁ ଆଜି ପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ବିରୁଦ୍ଧରେ ପାପ କରିଅଛୁ ଓ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ରବରେ ଅବଧାନ କରି ନାହୁଁ ।
  • ଯିରିମିୟ ଅଧ୍ୟାୟ 1  
  • ଯିରିମିୟ ଅଧ୍ୟାୟ 2  
  • ଯିରିମିୟ ଅଧ୍ୟାୟ 3  
  • ଯିରିମିୟ ଅଧ୍ୟାୟ 4  
  • ଯିରିମିୟ ଅଧ୍ୟାୟ 5  
  • ଯିରିମିୟ ଅଧ୍ୟାୟ 6  
  • ଯିରିମିୟ ଅଧ୍ୟାୟ 7  
  • ଯିରିମିୟ ଅଧ୍ୟାୟ 8  
  • ଯିରିମିୟ ଅଧ୍ୟାୟ 9  
  • ଯିରିମିୟ ଅଧ୍ୟାୟ 10  
  • ଯିରିମିୟ ଅଧ୍ୟାୟ 11  
  • ଯିରିମିୟ ଅଧ୍ୟାୟ 12  
  • ଯିରିମିୟ ଅଧ୍ୟାୟ 13  
  • ଯିରିମିୟ ଅଧ୍ୟାୟ 14  
  • ଯିରିମିୟ ଅଧ୍ୟାୟ 15  
  • ଯିରିମିୟ ଅଧ୍ୟାୟ 16  
  • ଯିରିମିୟ ଅଧ୍ୟାୟ 17  
  • ଯିରିମିୟ ଅଧ୍ୟାୟ 18  
  • ଯିରିମିୟ ଅଧ୍ୟାୟ 19  
  • ଯିରିମିୟ ଅଧ୍ୟାୟ 20  
  • ଯିରିମିୟ ଅଧ୍ୟାୟ 21  
  • ଯିରିମିୟ ଅଧ୍ୟାୟ 22  
  • ଯିରିମିୟ ଅଧ୍ୟାୟ 23  
  • ଯିରିମିୟ ଅଧ୍ୟାୟ 24  
  • ଯିରିମିୟ ଅଧ୍ୟାୟ 25  
  • ଯିରିମିୟ ଅଧ୍ୟାୟ 26  
  • ଯିରିମିୟ ଅଧ୍ୟାୟ 27  
  • ଯିରିମିୟ ଅଧ୍ୟାୟ 28  
  • ଯିରିମିୟ ଅଧ୍ୟାୟ 29  
  • ଯିରିମିୟ ଅଧ୍ୟାୟ 30  
  • ଯିରିମିୟ ଅଧ୍ୟାୟ 31  
  • ଯିରିମିୟ ଅଧ୍ୟାୟ 32  
  • ଯିରିମିୟ ଅଧ୍ୟାୟ 33  
  • ଯିରିମିୟ ଅଧ୍ୟାୟ 34  
  • ଯିରିମିୟ ଅଧ୍ୟାୟ 35  
  • ଯିରିମିୟ ଅଧ୍ୟାୟ 36  
  • ଯିରିମିୟ ଅଧ୍ୟାୟ 37  
  • ଯିରିମିୟ ଅଧ୍ୟାୟ 38  
  • ଯିରିମିୟ ଅଧ୍ୟାୟ 39  
  • ଯିରିମିୟ ଅଧ୍ୟାୟ 40  
  • ଯିରିମିୟ ଅଧ୍ୟାୟ 41  
  • ଯିରିମିୟ ଅଧ୍ୟାୟ 42  
  • ଯିରିମିୟ ଅଧ୍ୟାୟ 43  
  • ଯିରିମିୟ ଅଧ୍ୟାୟ 44  
  • ଯିରିମିୟ ଅଧ୍ୟାୟ 45  
  • ଯିରିମିୟ ଅଧ୍ୟାୟ 46  
  • ଯିରିମିୟ ଅଧ୍ୟାୟ 47  
  • ଯିରିମିୟ ଅଧ୍ୟାୟ 48  
  • ଯିରିମିୟ ଅଧ୍ୟାୟ 49  
  • ଯିରିମିୟ ଅଧ୍ୟାୟ 50  
  • ଯିରିମିୟ ଅଧ୍ୟାୟ 51  
  • ଯିରିମିୟ ଅଧ୍ୟାୟ 52  
×

Alert

×

Oriya Letters Keypad References