ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

ଗୀତସଂହିତା ଅଧ୍ୟାୟ 74

1 ଆସଫର ମସ୍କୀଲ୍ । ହେ ପରମେଶ୍ଵର, ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ସଦାକାଳ ପରିତ୍ୟାଗ କରିଅଛ? ତୁମ୍ଭ ଚରାସ୍ଥାନର ମେଷଗଣ ବିରୁଦ୍ଧରେ କାହିଁକି ତୁମ୍ଭ କ୍ରୋଧାନଳର ଧୂମ ଉଠୁଅଛି? 2 ପୂର୍ବକାଳରେ ଯାହାକୁ ତୁମ୍ଭେ କିଣିଅଛ, ତୁମ୍ଭେ ଯାହାକୁ ଆପଣା ଅଧିକାରର ବଂଶ ହେବା ପାଇଁ ମୁକ୍ତ କରିଅଛ, ତୁମ୍ଭର ସେହି ମଣ୍ତଳୀକି ଓ ତୁମ୍ଭର ବାସସ୍ଥାନ ସିୟୋନ ପର୍ବତକୁ ସ୍ମରଣ କର । 3 ଏହି ଚିରକାଳୀନ କାନ୍ଥଡ଼ା ଆଡ଼େ ଆପଣା ଚରଣ ପକାଅ, ଶତ୍ରୁ ଧର୍ମଧାମରେ ସବୁ ନାଶ କରିଅଛି । 4 ତୁମ୍ଭର ବିପକ୍ଷଗଣ ତୁମ୍ଭ ସମାଗମ-ସ୍ଥାନ ମଧ୍ୟରେ ଗର୍ଜ୍ଜନ କରିଅଛନ୍ତି; ସେମାନେ ଚିହ୍ନ ନିମନ୍ତେ ଆପଣାମାନଙ୍କ ଧ୍ଵଜା ସ୍ଥାପନ କରିଅଛନ୍ତି । 5 ନିବିଡ଼ ଅରଣ୍ୟରେ କୁହ୍ରାଡ଼ି ଉଠାଇବା ଲୋକମାନଙ୍କ ପରି ସେମାନେ ଦେଖା ଗଲେ । 6 ପୁଣି, ଏବେ ସେମାନେ ଟାଙ୍ଗିଆ ଓ ହାତୁଡ଼ି ଦ୍ଵାରା ଏକାବେଳେ ତହିଁର ଖୋଦିତ କର୍ମସବୁ ଭାଙ୍ଗି ପକାନ୍ତି । 7 ସେମାନେ ତୁମ୍ଭ ଧର୍ମଧାମରେ ଅଗ୍ନି ଲଗାଇ ଅଛନ୍ତି; ସେମାନେ ତୁମ୍ଭ ନାମର ବାସସ୍ଥାନକୁ ଅଶୁଚି କରି ଭୂମିସାତ୍ କରିଅଛନ୍ତି । 8 ସେମାନେ ମନେ ମନେ କହିଲେ, ଆମ୍ଭେମାନେ ଏକାବେଳେ ସେମାନଙ୍କୁ ଉଚ୍ଛିନ୍ନ କରୁ; ସେମାନେ ଦେଶ ମଧ୍ୟରେ ପରମେଶ୍ଵରଙ୍କର ସକଳ ସମାଗମ-ସ୍ଥାନ ଦଗ୍ଧ କରିଅଛନ୍ତି । 9 ଆମ୍ଭେମାନେ ନିଜ ଚିହ୍ନସବୁ ଦେଖୁ ନାହୁଁ; କୌଣସି ଭବିଷ୍ୟଦ୍ବକ୍ତା ଆଉ ନାହିଁ; କିଅବା ଏପରି କେତେ କାଳ ହେବ, ଏହା ଜାଣିବା ଲୋକ ଆମ୍ଭମାନଙ୍କ ମଧ୍ୟରେ କେହି ନାହିଁ । 10 ହେ ପରମେଶ୍ଵର, ବିପକ୍ଷ କେତେ କାଳ ନିନ୍ଦା କରିବ? ଶତ୍ରୁ କି ସଦାକାଳ ତୁମ୍ଭ ନାମ ନିନ୍ଦା କରିବ? 11 ତୁମ୍ଭେ ଆପଣା ହସ୍ତ, ଆପଣା ଦକ୍ଷିଣ ହସ୍ତ କାହିଁକି ସଂକୋଚି ରଖୁଅଛ? ଆପଣା ବକ୍ଷଃସ୍ଥଳରୁ ତାହା ବାହାର କରି ସେମାନଙ୍କୁ ସଂହାର କର । 12 ତଥାପି ପୃଥିବୀ ମଧ୍ୟରେ ପରିତ୍ରାଣ ସାଧନକାରୀ ପରମେଶ୍ଵର ପୂର୍ବରୁ ଆମ୍ଭର ରାଜା ଅଟନ୍ତି । 13 ତୁମ୍ଭେ ଆପଣା ପରାକ୍ରମରେ ସମୁଦ୍ରକୁ ଦୁଇ ଭାଗ କଲ; ତୁମ୍ଭେ ଜଳରେ ନାଗଗଣର ମସ୍ତକ ଭାଙ୍ଗି ପକାଇଲ; 14 ତୁମ୍ଭେ ଲିବିୟାଥନର ମସ୍ତକ ଖଣ୍ତ ଖଣ୍ତ କରି ଭାଙ୍ଗି ପକାଇଲ, ତୁମ୍ଭେ ମରୁଭୂମିନିବାସୀମାନଙ୍କ ଖାଦ୍ୟ ନିମନ୍ତେ ତାହାକୁ ଦେଲ । 15 ତୁମ୍ଭେ ନିର୍ଝର ଓ ପ୍ଲାବନକୁ ବିଭକ୍ତ କଲ; ତୁମ୍ଭେ ମହାନଦୀସବୁ ଶୁଷ୍କ କଲ । 16 ଦିବସ ତୁମ୍ଭର, ରାତ୍ରି ହିଁ ତୁମ୍ଭର; ତୁମ୍ଭେ ଦୀପ୍ତି ଓ ସୂର୍ଯ୍ୟ ପ୍ରସ୍ତୁତ କରିଅଛ । 17 ତୁମ୍ଭେ ପୃଥିବୀର ସମସ୍ତ ସୀମା ସ୍ଥାପନ କରିଅଛ; ତୁମ୍ଭେ ଗ୍ରୀଷ୍ମକାଳ ଓ ଶୀତକାଳ ସୃଷ୍ଟି କରିଅଛ । 18 ହେ ସଦାପ୍ରଭୋ, ଶତ୍ରୁ ଧିକ୍କାର କରିଅଛି ଓ ମୂଢ଼ ଗୋଷ୍ଠୀୟମାନେ ତୁମ୍ଭ ନାମର ନିନ୍ଦା କରିଅଛନ୍ତି, ଏହା ସ୍ମରଣ କର । 19 ତୁମ୍ଭ ଘୁଘୁର ପ୍ରାଣ ବନ୍ୟ ପଶୁକୁ ସମର୍ପଣ କର ନାହିଁ, ଆପଣା ଦୁଃଖୀ ଲୋକର ପ୍ରାଣ ଚିରକାଳ ବିସ୍ମୃତ ହୁଅ ନାହିଁ । 20 ନିୟମ ପ୍ରତି ଦୃଷ୍ଟି ରଖ; କାରଣ ପୃଥିବୀର ଅନ୍ଧକାର ସ୍ଥାନସବୁ ଦୌରାତ୍ମ୍ୟର ବସତିରେ ପରିପୂର୍ଣ୍ଣ । 21 ଉପଦ୍ରବଗ୍ରସ୍ତ ଲୋକ ଲଜ୍ଜିତ ହୋଇ ଫେରି ନ ଯାଉଣ! ଦରିଦ୍ର ଓ ଦୀନହୀନ ତୁମ୍ଭ ନାମର ପ୍ରଶଂସା କରନ୍ତୁ । 22 ହେ ପରମେଶ୍ଵର, ଉଠ, ଆପଣାର ବିବାଦ ନିଷ୍ପନ୍ନ କର; ମୂଢ଼ ଲୋକ କିପରି ଦିନଯାକ ତୁମ୍ଭଙ୍କୁ ଧିକ୍କାର କରୁଅଛି, ସ୍ମରଣ କର । 23 ତୁମ୍ଭ ବିପକ୍ଷଗଣର ରବ ବିସ୍ମୃତ ହୁଅ ନାହିଁ; ତୁମ୍ଭ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କର କଳହ ନିରନ୍ତର ଉଠୁଅଛି ।
1 ଆସଫର ମସ୍କୀଲ୍ । ହେ ପରମେଶ୍ଵର, ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ସଦାକାଳ ପରିତ୍ୟାଗ କରିଅଛ? ତୁମ୍ଭ ଚରାସ୍ଥାନର ମେଷଗଣ ବିରୁଦ୍ଧରେ କାହିଁକି ତୁମ୍ଭ କ୍ରୋଧାନଳର ଧୂମ ଉଠୁଅଛି? .::. 2 ପୂର୍ବକାଳରେ ଯାହାକୁ ତୁମ୍ଭେ କିଣିଅଛ, ତୁମ୍ଭେ ଯାହାକୁ ଆପଣା ଅଧିକାରର ବଂଶ ହେବା ପାଇଁ ମୁକ୍ତ କରିଅଛ, ତୁମ୍ଭର ସେହି ମଣ୍ତଳୀକି ଓ ତୁମ୍ଭର ବାସସ୍ଥାନ ସିୟୋନ ପର୍ବତକୁ ସ୍ମରଣ କର । .::. 3 ଏହି ଚିରକାଳୀନ କାନ୍ଥଡ଼ା ଆଡ଼େ ଆପଣା ଚରଣ ପକାଅ, ଶତ୍ରୁ ଧର୍ମଧାମରେ ସବୁ ନାଶ କରିଅଛି । .::. 4 ତୁମ୍ଭର ବିପକ୍ଷଗଣ ତୁମ୍ଭ ସମାଗମ-ସ୍ଥାନ ମଧ୍ୟରେ ଗର୍ଜ୍ଜନ କରିଅଛନ୍ତି; ସେମାନେ ଚିହ୍ନ ନିମନ୍ତେ ଆପଣାମାନଙ୍କ ଧ୍ଵଜା ସ୍ଥାପନ କରିଅଛନ୍ତି । .::. 5 ନିବିଡ଼ ଅରଣ୍ୟରେ କୁହ୍ରାଡ଼ି ଉଠାଇବା ଲୋକମାନଙ୍କ ପରି ସେମାନେ ଦେଖା ଗଲେ । .::. 6 ପୁଣି, ଏବେ ସେମାନେ ଟାଙ୍ଗିଆ ଓ ହାତୁଡ଼ି ଦ୍ଵାରା ଏକାବେଳେ ତହିଁର ଖୋଦିତ କର୍ମସବୁ ଭାଙ୍ଗି ପକାନ୍ତି । .::. 7 ସେମାନେ ତୁମ୍ଭ ଧର୍ମଧାମରେ ଅଗ୍ନି ଲଗାଇ ଅଛନ୍ତି; ସେମାନେ ତୁମ୍ଭ ନାମର ବାସସ୍ଥାନକୁ ଅଶୁଚି କରି ଭୂମିସାତ୍ କରିଅଛନ୍ତି । .::. 8 ସେମାନେ ମନେ ମନେ କହିଲେ, ଆମ୍ଭେମାନେ ଏକାବେଳେ ସେମାନଙ୍କୁ ଉଚ୍ଛିନ୍ନ କରୁ; ସେମାନେ ଦେଶ ମଧ୍ୟରେ ପରମେଶ୍ଵରଙ୍କର ସକଳ ସମାଗମ-ସ୍ଥାନ ଦଗ୍ଧ କରିଅଛନ୍ତି । .::. 9 ଆମ୍ଭେମାନେ ନିଜ ଚିହ୍ନସବୁ ଦେଖୁ ନାହୁଁ; କୌଣସି ଭବିଷ୍ୟଦ୍ବକ୍ତା ଆଉ ନାହିଁ; କିଅବା ଏପରି କେତେ କାଳ ହେବ, ଏହା ଜାଣିବା ଲୋକ ଆମ୍ଭମାନଙ୍କ ମଧ୍ୟରେ କେହି ନାହିଁ । .::. 10 ହେ ପରମେଶ୍ଵର, ବିପକ୍ଷ କେତେ କାଳ ନିନ୍ଦା କରିବ? ଶତ୍ରୁ କି ସଦାକାଳ ତୁମ୍ଭ ନାମ ନିନ୍ଦା କରିବ? .::. 11 ତୁମ୍ଭେ ଆପଣା ହସ୍ତ, ଆପଣା ଦକ୍ଷିଣ ହସ୍ତ କାହିଁକି ସଂକୋଚି ରଖୁଅଛ? ଆପଣା ବକ୍ଷଃସ୍ଥଳରୁ ତାହା ବାହାର କରି ସେମାନଙ୍କୁ ସଂହାର କର । .::. 12 ତଥାପି ପୃଥିବୀ ମଧ୍ୟରେ ପରିତ୍ରାଣ ସାଧନକାରୀ ପରମେଶ୍ଵର ପୂର୍ବରୁ ଆମ୍ଭର ରାଜା ଅଟନ୍ତି । .::. 13 ତୁମ୍ଭେ ଆପଣା ପରାକ୍ରମରେ ସମୁଦ୍ରକୁ ଦୁଇ ଭାଗ କଲ; ତୁମ୍ଭେ ଜଳରେ ନାଗଗଣର ମସ୍ତକ ଭାଙ୍ଗି ପକାଇଲ; .::. 14 ତୁମ୍ଭେ ଲିବିୟାଥନର ମସ୍ତକ ଖଣ୍ତ ଖଣ୍ତ କରି ଭାଙ୍ଗି ପକାଇଲ, ତୁମ୍ଭେ ମରୁଭୂମିନିବାସୀମାନଙ୍କ ଖାଦ୍ୟ ନିମନ୍ତେ ତାହାକୁ ଦେଲ । .::. 15 ତୁମ୍ଭେ ନିର୍ଝର ଓ ପ୍ଲାବନକୁ ବିଭକ୍ତ କଲ; ତୁମ୍ଭେ ମହାନଦୀସବୁ ଶୁଷ୍କ କଲ । .::. 16 ଦିବସ ତୁମ୍ଭର, ରାତ୍ରି ହିଁ ତୁମ୍ଭର; ତୁମ୍ଭେ ଦୀପ୍ତି ଓ ସୂର୍ଯ୍ୟ ପ୍ରସ୍ତୁତ କରିଅଛ । .::. 17 ତୁମ୍ଭେ ପୃଥିବୀର ସମସ୍ତ ସୀମା ସ୍ଥାପନ କରିଅଛ; ତୁମ୍ଭେ ଗ୍ରୀଷ୍ମକାଳ ଓ ଶୀତକାଳ ସୃଷ୍ଟି କରିଅଛ । .::. 18 ହେ ସଦାପ୍ରଭୋ, ଶତ୍ରୁ ଧିକ୍କାର କରିଅଛି ଓ ମୂଢ଼ ଗୋଷ୍ଠୀୟମାନେ ତୁମ୍ଭ ନାମର ନିନ୍ଦା କରିଅଛନ୍ତି, ଏହା ସ୍ମରଣ କର । .::. 19 ତୁମ୍ଭ ଘୁଘୁର ପ୍ରାଣ ବନ୍ୟ ପଶୁକୁ ସମର୍ପଣ କର ନାହିଁ, ଆପଣା ଦୁଃଖୀ ଲୋକର ପ୍ରାଣ ଚିରକାଳ ବିସ୍ମୃତ ହୁଅ ନାହିଁ । .::. 20 ନିୟମ ପ୍ରତି ଦୃଷ୍ଟି ରଖ; କାରଣ ପୃଥିବୀର ଅନ୍ଧକାର ସ୍ଥାନସବୁ ଦୌରାତ୍ମ୍ୟର ବସତିରେ ପରିପୂର୍ଣ୍ଣ । .::. 21 ଉପଦ୍ରବଗ୍ରସ୍ତ ଲୋକ ଲଜ୍ଜିତ ହୋଇ ଫେରି ନ ଯାଉଣ! ଦରିଦ୍ର ଓ ଦୀନହୀନ ତୁମ୍ଭ ନାମର ପ୍ରଶଂସା କରନ୍ତୁ । .::. 22 ହେ ପରମେଶ୍ଵର, ଉଠ, ଆପଣାର ବିବାଦ ନିଷ୍ପନ୍ନ କର; ମୂଢ଼ ଲୋକ କିପରି ଦିନଯାକ ତୁମ୍ଭଙ୍କୁ ଧିକ୍କାର କରୁଅଛି, ସ୍ମରଣ କର । .::. 23 ତୁମ୍ଭ ବିପକ୍ଷଗଣର ରବ ବିସ୍ମୃତ ହୁଅ ନାହିଁ; ତୁମ୍ଭ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କର କଳହ ନିରନ୍ତର ଉଠୁଅଛି । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References