ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିହୋଶୂୟ

ଯିହୋଶୂୟ ଅଧ୍ୟାୟ 17

1 ମନଃଶି ବଂଶର ଏହି ବାଣ୍ଟ; ଯେହେତୁ ସେ ଯୋଷେଫର ଜ୍ୟେଷ୍ଠ ପୁତ୍ର ଥିଲା । ଗିଲୀୟଦର ପିତା, ମନଃଶିର ଜ୍ୟେଷ୍ଠ ପୁତ୍ର ମାଖୀର, ଯୋଦ୍ଧା ହେବା ହେତୁରୁ ଗିଲୀୟଦ ଓ ବାଶନ ପାଇଥିଲା । 2 ମନଃଶିର ଅବଶିଷ୍ଟ ସନ୍ତାନମାନଙ୍କର ଆପଣା ଆପଣା ବଂଶାନୁସାରେ ବାଣ୍ଟ ହେଲା; ଯଥା, ଅବୀୟେଷର-ସନ୍ତାନଗଣ ଓ ହେଲକ-ସନ୍ତାନଗଣ ଓ ଅସ୍ରାୟେଲ-ସନ୍ତାନଗଣ ଓ ଶେଖମ-ସନ୍ତାନଗଣ ଓ ହେଫର-ସନ୍ତାନଗଣ ଓ ଶମୀଦା-ସନ୍ତାନଗଣ ନିମନ୍ତେ ବାଣ୍ଟ ହେଲା; ଏମାନେ ଆପଣା ଆପଣା ବଂଶାନୁସାରେ ଯୋଷେଫର ପୁତ୍ର ମନଃଶିର ପୁତ୍ରସନ୍ତାନ ଥିଲେ । 3 ମାତ୍ର ମନଃଶିର ବୃଦ୍ଧ ପ୍ରପୌତ୍ର, ମାଖୀରର ପ୍ରପୌତ୍ର, ଗିଲୀୟଦର ପୌତ୍ର, ହେଫରର ପୁତ୍ର ସଲଫାଦର ପୁତ୍ରସନ୍ତାନ ନ ଥିଲେ, କେବଳ କେତେକ କନ୍ୟା ଥିଲେ; ତାହାର କନ୍ୟାମାନଙ୍କ ନାମ ମହଲା ଓ ନୋୟା ଓ ହଗ୍ଲା ଓ ମିଲ୍‍କା ଓ ତିର୍ସା । 4 ଏମାନେ ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଅଧ୍ୟକ୍ଷମାନଙ୍କ ନିକଟକୁ ଆସି କହିଲେ, ଆମ୍ଭମାନଙ୍କ ଭ୍ରାତୃଗଣ ମଧ୍ୟରେ ଆମ୍ଭମାନଙ୍କୁ ଏକ ଅଧିକାର ଦେବାକୁ ସଦାପ୍ରଭୁ ମୋଶାଙ୍କୁ ଆଜ୍ଞା ଦେଇଥିଲେ; ଏହେତୁ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସେମାନଙ୍କ ପିତାର ଭ୍ରାତୃଗଣ ମଧ୍ୟରେ ସେମାନଙ୍କୁ ଏକ ଅଧିକାର ଦେଲେ । 5 ଏଣୁ ଯର୍ଦ୍ଦନର ସେପାରିସ୍ଥ ଗିଲୀୟଦ ଓ ବାଶନ ଛଡ଼ା ମନଃଶିର ବାଣ୍ଟରେ ଦଶ ଅଂଶ ପଡ଼ିଲା । 6 କାରଣ ମନଃଶିର କନ୍ୟାମାନେ ତାହାର ପୁତ୍ରମାନଙ୍କ ମଧ୍ୟରେ ଅଧିକାର ପାଇଲେ; ପୁଣି ଗିଲୀୟଦ ଦେଶ ମନଃଶିର ଅବଶିଷ୍ଟ ପୁତ୍ରମାନଙ୍କର ହେଲା । 7 ମନଃଶିର ସୀମା ଆଶେର୍ଠାରୁ ଶିଖିମ ସମ୍ମୁଖସ୍ଥିତ ମିକ୍ମଥତ୍ ପର୍ଯ୍ୟନ୍ତ ଥିଲା; ତହୁଁ ସେ ସୀମା ଦକ୍ଷିଣ ଦିଗ ହୋଇ ଐନ୍-ତପୂହ ନିବାସୀମାନଙ୍କ ନିକଟ ପର୍ଯ୍ୟନ୍ତ ଗଲା । 8 ତପୂହ ଦେଶ ମନଃଶିର ହେଲା; ମାତ୍ର ମନଃଶିର ସୀମାନ୍ତର୍ଗତ ତପୂହ ନଗର ଇଫ୍ରୟିମ-ସନ୍ତାନଗଣର ହେଲା । 9 ପୁଣି ସେହି ସୀମା କାନ୍ନା ନଦୀ ଆଡ଼କୁ ଗଡ଼ି ସେହି ନଦୀର ଦକ୍ଷିଣକୁ ଗଲା; ମନଃଶିର ସକଳ ନଗର ମଧ୍ୟରେ ଏହିସବୁ ନଗର ଇଫ୍ରୟିମର ଥିଲା, ମନଃଶିର ସୀମା ନଦୀର ଉତ୍ତର ଦିଗରେ ଥିଲା ଓ ତହିଁର ଅନ୍ତଭାଗ ସମୁଦ୍ରରେ ଥିଲା । 10 ଦକ୍ଷିଣ ଦିଗ ଇଫ୍ରୟିମର ଓ ଉତ୍ତର ଦିଗ ମନଃଶିର ଥିଲା ଓ ସମୁଦ୍ର ତାହାର ସୀମା ଥିଲା; ପୁଣି ତାହା ଉତ୍ତର ଦିଗରେ ଆଶେର୍ ପର୍ଯ୍ୟନ୍ତ ଓ ପୂର୍ବ ଦିଗରେ ଇଷାଖର ପର୍ଯ୍ୟନ୍ତ ଗଲା । 11 ପୁଣି ଇଷାଖର ଓ ଆଶେର୍ ମଧ୍ୟରେ ବୈଥ୍ଶାନ ଓ ତହିଁର ଉପନଗର, ଯିବ୍ଲୀୟମ୍ ଓ ତହିଁର ଉପନଗର, ଦୋର ଓ ତହିଁର ଉପନଗର ନିବାସୀଗଣ, ଐନ୍-ଦୋର ଓ ତହିଁର ଉପନଗର ନିବାସୀଗଣ, ତାନକ୍ ଓ ତହିଁର ଉପନଗର ନିବାସୀଗଣ, ମିଗିଦ୍ଦୋ ଓ ତହିଁର ଉପନଗର ନିବାସୀଗଣ, ଏହି ତିନି ଉପପର୍ବତ ମନଃଶି ପାଇଲା । 12 ତଥାପି ମନଃଶିର ସନ୍ତାନଗଣ ସେହିସବୁ ନଗରବାସୀମାନଙ୍କୁ ତଡ଼ିଦେଇ ପାରିଲେ ନାହିଁ; ତେଣୁ କିଣାନୀୟ ଲୋକମାନେ ସେହି ଦେଶରେ ବାସ କରିବାକୁ ମନସ୍ଥ କଲେ । 13 ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ପରାକ୍ରା; ହୁଅନ୍ତେ, କିଣାନୀୟମାନଙ୍କୁ ବେଠି କର୍ମରେ ରଖିଲେ, ମାତ୍ର ନିଃଶେଷ ରୂପେ ସେମାନଙ୍କୁ ତଡ଼ିଦେଲେ ନାହିଁ । 14 ଏଉତ୍ତାରେ ଯୋଷେଫ-ସନ୍ତାନଗଣ ଯିହୋଶୂୟଙ୍କ ନିକଟକୁ ଆସି କହିଲେ, ତୁମ୍ଭେ ଅଧିକାରାର୍ଥେ ଆମ୍ଭକୁ କେବଳ ଏକ ବାଣ୍ଟ ଓ ଏକ ଅଂଶ କାହିଁକି ଦେଲ? ଆଜି ପର୍ଯ୍ୟନ୍ତ ସଦାପ୍ରଭୁ ଆଶୀର୍ବାଦ କରିବାରୁ ଆମ୍ଭେ ତ ବହୁପ୍ରଜ ହୋଇଅଛୁ । 15 ତହିଁରେ ଯିହୋଶୂୟ ସେମାନଙ୍କୁ କହିଲେ, ତୁମ୍ଭେ ଯେବେ ବହୁପ୍ରଜ ହୋଇଅଛ ଓ ତହିଁ ସକାଶୁ ଯେବେ ଇଫ୍ରୟିମର ପର୍ବତମୟ ଦେଶ ତୁମ୍ଭ ପାଇଁ ସଙ୍କୀର୍ଣ୍ଣ ହେଉଅଛି, ତେବେ ସେହି ବନକୁ ଉଠିଯାଅ; ଆଉ ସେଠାରେ ପିରିଷୀୟ ଓ ରଫାୟୀୟମାନଙ୍କ ଦେଶରେ ଆପଣା ପାଇଁ ବନ କାଟ । 16 ତହିଁରେ ଯୋଷେଫର ସନ୍ତାନଗଣ କହିଲେ, ଏହି ପର୍ବତମୟ ଦେଶ ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ନୁହେଁ, ପୁଣି ତଳଭୂମିରେ ବିଶେଷତଃ ବୈଥ୍ଶାନରେ ଓ ତହିଁର ଉପନଗରମାନରେ ଓ ଯିଷ୍ରିୟେଲର ତଳ-ଭୂମିରେ ଯେସବୁ କିଣାନୀୟ ଲୋକ ବାସ କରନ୍ତି, ସେମାନଙ୍କର ଲୌହ-ରଥ ଅଛି । 17 ତହିଁରେ ଯିହୋଶୂୟ ଯୋଷେଫଙ୍କର ବଂଶ ଇଫ୍ରୟିମ ଓ ମନଃଶିକି କହିଲେ, ତୁମ୍ଭେ ବହୁପ୍ରଜ ଓ ତୁମ୍ଭର ମହାପରାକ୍ରମ ଅଛି; ତୁମ୍ଭେ କେବଳ ଏକ ବାଣ୍ଟ ପାଇବ ନାହିଁ । 18 ମାତ୍ର ପର୍ବତମୟ ଦେଶ ତୁମ୍ଭର ହେବ; ପୁଣି ତାହା ବନ ହେଲେ ହେଁ; ତୁମ୍ଭେ ତାହା କାଟି ପକାଇବ ଓ ତହିଁର ସୀମା ତୁମ୍ଭର ହେବ; କାରଣ କିଣାନୀୟମାନଙ୍କ ଲୌହରଥ ଥିଲେ ହେଁ ଓ ସେମାନେ ପରାକ୍ରା; ହେଲେ ହେଁ ତୁମ୍ଭେ ସେମାନଙ୍କୁ ତଡ଼ିଦେବ ।
1 ମନଃଶି ବଂଶର ଏହି ବାଣ୍ଟ; ଯେହେତୁ ସେ ଯୋଷେଫର ଜ୍ୟେଷ୍ଠ ପୁତ୍ର ଥିଲା । ଗିଲୀୟଦର ପିତା, ମନଃଶିର ଜ୍ୟେଷ୍ଠ ପୁତ୍ର ମାଖୀର, ଯୋଦ୍ଧା ହେବା ହେତୁରୁ ଗିଲୀୟଦ ଓ ବାଶନ ପାଇଥିଲା । .::. 2 ମନଃଶିର ଅବଶିଷ୍ଟ ସନ୍ତାନମାନଙ୍କର ଆପଣା ଆପଣା ବଂଶାନୁସାରେ ବାଣ୍ଟ ହେଲା; ଯଥା, ଅବୀୟେଷର-ସନ୍ତାନଗଣ ଓ ହେଲକ-ସନ୍ତାନଗଣ ଓ ଅସ୍ରାୟେଲ-ସନ୍ତାନଗଣ ଓ ଶେଖମ-ସନ୍ତାନଗଣ ଓ ହେଫର-ସନ୍ତାନଗଣ ଓ ଶମୀଦା-ସନ୍ତାନଗଣ ନିମନ୍ତେ ବାଣ୍ଟ ହେଲା; ଏମାନେ ଆପଣା ଆପଣା ବଂଶାନୁସାରେ ଯୋଷେଫର ପୁତ୍ର ମନଃଶିର ପୁତ୍ରସନ୍ତାନ ଥିଲେ । .::. 3 ମାତ୍ର ମନଃଶିର ବୃଦ୍ଧ ପ୍ରପୌତ୍ର, ମାଖୀରର ପ୍ରପୌତ୍ର, ଗିଲୀୟଦର ପୌତ୍ର, ହେଫରର ପୁତ୍ର ସଲଫାଦର ପୁତ୍ରସନ୍ତାନ ନ ଥିଲେ, କେବଳ କେତେକ କନ୍ୟା ଥିଲେ; ତାହାର କନ୍ୟାମାନଙ୍କ ନାମ ମହଲା ଓ ନୋୟା ଓ ହଗ୍ଲା ଓ ମିଲ୍‍କା ଓ ତିର୍ସା । .::. 4 ଏମାନେ ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଅଧ୍ୟକ୍ଷମାନଙ୍କ ନିକଟକୁ ଆସି କହିଲେ, ଆମ୍ଭମାନଙ୍କ ଭ୍ରାତୃଗଣ ମଧ୍ୟରେ ଆମ୍ଭମାନଙ୍କୁ ଏକ ଅଧିକାର ଦେବାକୁ ସଦାପ୍ରଭୁ ମୋଶାଙ୍କୁ ଆଜ୍ଞା ଦେଇଥିଲେ; ଏହେତୁ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସେମାନଙ୍କ ପିତାର ଭ୍ରାତୃଗଣ ମଧ୍ୟରେ ସେମାନଙ୍କୁ ଏକ ଅଧିକାର ଦେଲେ । .::. 5 ଏଣୁ ଯର୍ଦ୍ଦନର ସେପାରିସ୍ଥ ଗିଲୀୟଦ ଓ ବାଶନ ଛଡ଼ା ମନଃଶିର ବାଣ୍ଟରେ ଦଶ ଅଂଶ ପଡ଼ିଲା । .::. 6 କାରଣ ମନଃଶିର କନ୍ୟାମାନେ ତାହାର ପୁତ୍ରମାନଙ୍କ ମଧ୍ୟରେ ଅଧିକାର ପାଇଲେ; ପୁଣି ଗିଲୀୟଦ ଦେଶ ମନଃଶିର ଅବଶିଷ୍ଟ ପୁତ୍ରମାନଙ୍କର ହେଲା । .::. 7 ମନଃଶିର ସୀମା ଆଶେର୍ଠାରୁ ଶିଖିମ ସମ୍ମୁଖସ୍ଥିତ ମିକ୍ମଥତ୍ ପର୍ଯ୍ୟନ୍ତ ଥିଲା; ତହୁଁ ସେ ସୀମା ଦକ୍ଷିଣ ଦିଗ ହୋଇ ଐନ୍-ତପୂହ ନିବାସୀମାନଙ୍କ ନିକଟ ପର୍ଯ୍ୟନ୍ତ ଗଲା । .::. 8 ତପୂହ ଦେଶ ମନଃଶିର ହେଲା; ମାତ୍ର ମନଃଶିର ସୀମାନ୍ତର୍ଗତ ତପୂହ ନଗର ଇଫ୍ରୟିମ-ସନ୍ତାନଗଣର ହେଲା । .::. 9 ପୁଣି ସେହି ସୀମା କାନ୍ନା ନଦୀ ଆଡ଼କୁ ଗଡ଼ି ସେହି ନଦୀର ଦକ୍ଷିଣକୁ ଗଲା; ମନଃଶିର ସକଳ ନଗର ମଧ୍ୟରେ ଏହିସବୁ ନଗର ଇଫ୍ରୟିମର ଥିଲା, ମନଃଶିର ସୀମା ନଦୀର ଉତ୍ତର ଦିଗରେ ଥିଲା ଓ ତହିଁର ଅନ୍ତଭାଗ ସମୁଦ୍ରରେ ଥିଲା । .::. 10 ଦକ୍ଷିଣ ଦିଗ ଇଫ୍ରୟିମର ଓ ଉତ୍ତର ଦିଗ ମନଃଶିର ଥିଲା ଓ ସମୁଦ୍ର ତାହାର ସୀମା ଥିଲା; ପୁଣି ତାହା ଉତ୍ତର ଦିଗରେ ଆଶେର୍ ପର୍ଯ୍ୟନ୍ତ ଓ ପୂର୍ବ ଦିଗରେ ଇଷାଖର ପର୍ଯ୍ୟନ୍ତ ଗଲା । .::. 11 ପୁଣି ଇଷାଖର ଓ ଆଶେର୍ ମଧ୍ୟରେ ବୈଥ୍ଶାନ ଓ ତହିଁର ଉପନଗର, ଯିବ୍ଲୀୟମ୍ ଓ ତହିଁର ଉପନଗର, ଦୋର ଓ ତହିଁର ଉପନଗର ନିବାସୀଗଣ, ଐନ୍-ଦୋର ଓ ତହିଁର ଉପନଗର ନିବାସୀଗଣ, ତାନକ୍ ଓ ତହିଁର ଉପନଗର ନିବାସୀଗଣ, ମିଗିଦ୍ଦୋ ଓ ତହିଁର ଉପନଗର ନିବାସୀଗଣ, ଏହି ତିନି ଉପପର୍ବତ ମନଃଶି ପାଇଲା । .::. 12 ତଥାପି ମନଃଶିର ସନ୍ତାନଗଣ ସେହିସବୁ ନଗରବାସୀମାନଙ୍କୁ ତଡ଼ିଦେଇ ପାରିଲେ ନାହିଁ; ତେଣୁ କିଣାନୀୟ ଲୋକମାନେ ସେହି ଦେଶରେ ବାସ କରିବାକୁ ମନସ୍ଥ କଲେ । .::. 13 ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ପରାକ୍ରା; ହୁଅନ୍ତେ, କିଣାନୀୟମାନଙ୍କୁ ବେଠି କର୍ମରେ ରଖିଲେ, ମାତ୍ର ନିଃଶେଷ ରୂପେ ସେମାନଙ୍କୁ ତଡ଼ିଦେଲେ ନାହିଁ । .::. 14 ଏଉତ୍ତାରେ ଯୋଷେଫ-ସନ୍ତାନଗଣ ଯିହୋଶୂୟଙ୍କ ନିକଟକୁ ଆସି କହିଲେ, ତୁମ୍ଭେ ଅଧିକାରାର୍ଥେ ଆମ୍ଭକୁ କେବଳ ଏକ ବାଣ୍ଟ ଓ ଏକ ଅଂଶ କାହିଁକି ଦେଲ? ଆଜି ପର୍ଯ୍ୟନ୍ତ ସଦାପ୍ରଭୁ ଆଶୀର୍ବାଦ କରିବାରୁ ଆମ୍ଭେ ତ ବହୁପ୍ରଜ ହୋଇଅଛୁ । .::. 15 ତହିଁରେ ଯିହୋଶୂୟ ସେମାନଙ୍କୁ କହିଲେ, ତୁମ୍ଭେ ଯେବେ ବହୁପ୍ରଜ ହୋଇଅଛ ଓ ତହିଁ ସକାଶୁ ଯେବେ ଇଫ୍ରୟିମର ପର୍ବତମୟ ଦେଶ ତୁମ୍ଭ ପାଇଁ ସଙ୍କୀର୍ଣ୍ଣ ହେଉଅଛି, ତେବେ ସେହି ବନକୁ ଉଠିଯାଅ; ଆଉ ସେଠାରେ ପିରିଷୀୟ ଓ ରଫାୟୀୟମାନଙ୍କ ଦେଶରେ ଆପଣା ପାଇଁ ବନ କାଟ । .::. 16 ତହିଁରେ ଯୋଷେଫର ସନ୍ତାନଗଣ କହିଲେ, ଏହି ପର୍ବତମୟ ଦେଶ ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ନୁହେଁ, ପୁଣି ତଳଭୂମିରେ ବିଶେଷତଃ ବୈଥ୍ଶାନରେ ଓ ତହିଁର ଉପନଗରମାନରେ ଓ ଯିଷ୍ରିୟେଲର ତଳ-ଭୂମିରେ ଯେସବୁ କିଣାନୀୟ ଲୋକ ବାସ କରନ୍ତି, ସେମାନଙ୍କର ଲୌହ-ରଥ ଅଛି । .::. 17 ତହିଁରେ ଯିହୋଶୂୟ ଯୋଷେଫଙ୍କର ବଂଶ ଇଫ୍ରୟିମ ଓ ମନଃଶିକି କହିଲେ, ତୁମ୍ଭେ ବହୁପ୍ରଜ ଓ ତୁମ୍ଭର ମହାପରାକ୍ରମ ଅଛି; ତୁମ୍ଭେ କେବଳ ଏକ ବାଣ୍ଟ ପାଇବ ନାହିଁ । .::. 18 ମାତ୍ର ପର୍ବତମୟ ଦେଶ ତୁମ୍ଭର ହେବ; ପୁଣି ତାହା ବନ ହେଲେ ହେଁ; ତୁମ୍ଭେ ତାହା କାଟି ପକାଇବ ଓ ତହିଁର ସୀମା ତୁମ୍ଭର ହେବ; କାରଣ କିଣାନୀୟମାନଙ୍କ ଲୌହରଥ ଥିଲେ ହେଁ ଓ ସେମାନେ ପରାକ୍ରା; ହେଲେ ହେଁ ତୁମ୍ଭେ ସେମାନଙ୍କୁ ତଡ଼ିଦେବ । .::.
  • ଯିହୋଶୂୟ ଅଧ୍ୟାୟ 1  
  • ଯିହୋଶୂୟ ଅଧ୍ୟାୟ 2  
  • ଯିହୋଶୂୟ ଅଧ୍ୟାୟ 3  
  • ଯିହୋଶୂୟ ଅଧ୍ୟାୟ 4  
  • ଯିହୋଶୂୟ ଅଧ୍ୟାୟ 5  
  • ଯିହୋଶୂୟ ଅଧ୍ୟାୟ 6  
  • ଯିହୋଶୂୟ ଅଧ୍ୟାୟ 7  
  • ଯିହୋଶୂୟ ଅଧ୍ୟାୟ 8  
  • ଯିହୋଶୂୟ ଅଧ୍ୟାୟ 9  
  • ଯିହୋଶୂୟ ଅଧ୍ୟାୟ 10  
  • ଯିହୋଶୂୟ ଅଧ୍ୟାୟ 11  
  • ଯିହୋଶୂୟ ଅଧ୍ୟାୟ 12  
  • ଯିହୋଶୂୟ ଅଧ୍ୟାୟ 13  
  • ଯିହୋଶୂୟ ଅଧ୍ୟାୟ 14  
  • ଯିହୋଶୂୟ ଅଧ୍ୟାୟ 15  
  • ଯିହୋଶୂୟ ଅଧ୍ୟାୟ 16  
  • ଯିହୋଶୂୟ ଅଧ୍ୟାୟ 17  
  • ଯିହୋଶୂୟ ଅଧ୍ୟାୟ 18  
  • ଯିହୋଶୂୟ ଅଧ୍ୟାୟ 19  
  • ଯିହୋଶୂୟ ଅଧ୍ୟାୟ 20  
  • ଯିହୋଶୂୟ ଅଧ୍ୟାୟ 21  
  • ଯିହୋଶୂୟ ଅଧ୍ୟାୟ 22  
  • ଯିହୋଶୂୟ ଅଧ୍ୟାୟ 23  
  • ଯିହୋଶୂୟ ଅଧ୍ୟାୟ 24  
×

Alert

×

Oriya Letters Keypad References