ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ମାର୍କଲିଖିତ ସୁସମାଚାର

ମାର୍କଲିଖିତ ସୁସମାଚାର ଅଧ୍ୟାୟ 16

1 ବିଶ୍ରାମବାର ଗତ ହେଲା ଉତ୍ତାରେ ମଗ୍ଦଲୀନୀ ମରୀୟମ, ଯାକୁବଙ୍କ ମାତା ମରୀୟମ ଓ ଶଲୋମୀ ସୁଗନ୍ଧି ଦ୍ରବ୍ୟ କିଣିଲେ, ଯେପରି ସେମାନେ ଯାଇ ତାହାଙ୍କୁ ମଖାଇଦେଇ ପାରନ୍ତି । 2 ପୁଣି, ସପ୍ତାହର ପ୍ରଥମ ଦିବସର ଅତି ପ୍ରତ୍ୟୁଷରେ ସେମାନେ ସମାଧି ନିକଟକୁ ଗଲେ, ସେତେବେଳେ ସୂର୍ଯ୍ୟ ଉଠିଥିଲା । 3 ସେମାନେ ପରସ୍ପର କୁହାକୋହି ହେଉଥିଲେ, କିଏ ଆମ୍ଭମାନଙ୍କ ପାଇଁ ସମାଧି ଦ୍ଵାରରୁ ପଥରଟା ଗଡ଼ାଇଦେବ? କାରଣ ତାହା ଅତି ବୃହତ ଥିଲା । 4 ଏପରି ସମୟରେ ସେମାନେ ଚାହିଁ ଦେଖିଲେ ଯେ, ପଥର ଗଡ଼ାଇ ଦିଆଯାଇଅଛି । 5 ସେମାନେ ସମାଧି ମଧ୍ୟରେ ପ୍ରବେଶ କରି ଶୁକ୍ଳବସ୍ତ୍ର ପରିହିତ ଜଣେ ଯୁବାଙ୍କୁ ଦକ୍ଷିଣ ପାର୍ଶ୍ଵରେ ବସିଥିବା ଦେଖି ଅତିଶୟ ବିସ୍ମୟାନ୍ଵିତ ହେଲେ । 6 ସେଥିରେ ସେ ସେମାନଙ୍କୁ କହିଲେ, ବିସ୍ମୟାନ୍ଵିତ ହୁଅ ନାହିଁ; ତୁମ୍ଭେମାନେ କ୍ରୁଶରେ ହତ ନାଜରିତୀୟ ଯୀଶୁଙ୍କର ଅନ୍ଵେଷଣ କରୁଅଛ; ସେ ଉଠିଅଛନ୍ତି, ସେ ଏଠାରେ ନାହାନ୍ତି; ଦେଖ, ଏହି ସ୍ଥାନରେ ସେମାନେ ତାହାଙ୍କୁ ରଖିଥିଲେ । 7 କିନ୍ତୁ ତୁମ୍ଭେମାନେ ଯାଇ ତାହାଙ୍କ ଶିଷ୍ୟମାନଙ୍କୁ ଓ ପିତରଙ୍କୁ କୁହ, ସେ ତୁମ୍ଭମାନଙ୍କ ଆଗେ ଗାଲିଲୀକୁ ଯାଉଅଛନ୍ତି; ସେ ତୁମ୍ଭମାନଙ୍କୁ ଯେପରି କହିଥିଲେ, ସେପରି ତୁମ୍ଭେମାନେ ତାହାଙ୍କୁ ସେଠାରେ ଦେଖିବ । 8 ସେଥିରେ ସେମାନେ ବାହାରି ସମାଧି ନିକଟରୁ ପଳାଇଗଲେ, କାରଣ ସେମାନେ ଭୟରେ କମ୍ପୁଥିଲେ ଓ ବିସ୍ମୟରେ ଅଭିଭୂତ ହୋଇଥିଲେ, ପୁଣି କାହାକୁ କିଛି କହିଲେ ନାହିଁ, ଯେଣୁ ସେମାନେ ଭୀତ ହୋଇଥିଲେ । 9 *ସପ୍ତାହର ପ୍ରଥମ ଦିବସ ପ୍ରତ୍ୟୁଷରେ ସେ ପୁନରୁତ୍ଥାନ କରି, ଯାହାଙ୍କଠାରୁ ସାତ ଭୂତ ଛଡ଼ାଇଥିଲେ, ସେହି ମଗ୍ଦଲୀନୀ ମରୀୟମଙ୍କୁ ପ୍ରଥମରେ ଦର୍ଶନ ଦେଲେ 10 ସେ ଯାଇ, ଯେଉଁମାନେ ତାହାଙ୍କ ସଙ୍ଗୀ ହୋଇଥିଲେ, ସେମାନଙ୍କୁ ସମ୍ଵାଦ ଦେଲେ; ସେମାନେ ଶୋକ ଓ ରୋଦନ କରୁଥିଲେ । 11 ସେ ଯେ ଜୀବିତ ଅଟନ୍ତି ଓ ତାଙ୍କୁ ଦର୍ଶନ ଦେଇଅଛନ୍ତି, ଏହା ଶୁଣି ସେମାନେ ବିଶ୍ଵାସ କଲେ ନାହିଁ । 12 ଏହି ସମସ୍ତ ଘଟଣା ଉତ୍ତାରେ ସେମାନଙ୍କ ମଧ୍ୟରୁ ଦୁଇଜଣ ଗୋଟିଏ ପଲ୍ଲୀଗ୍ରାମକୁ ଯାଉଥିବା ସମୟରେ ସେ ଅନ୍ୟ ରୂପରେ ସେମାନଙ୍କୁ ଦର୍ଶନ ଦେଲେ, 13 ପୁଣି ସେମାନେ ଯାଇ ଅନ୍ୟମାନଙ୍କୁ ସମ୍ଵାଦ ଦେଲେ; କିନ୍ତୁ ସେମାନଙ୍କ କଥା ସୁଦ୍ଧା ସେମାନେ ବିଶ୍ଵାସ କଲେ ନାହିଁ । 14 ଏଥିଉତ୍ତାରେ ଏକାଦଶ ଶିଷ୍ୟ ଭୋଜନରେ ବସିଥିବା ସମୟରେ ସେ ସେମାନଙ୍କୁ ଦର୍ଶନ ଦେଲେ ଏବଂ ସେମାନଙ୍କର ଅବିଶ୍ଵାସ ଓ ହୃଦୟର କଠିନତା ହେତୁ ସେମାନଙ୍କୁ ଅନୁଯୋଗ କଲେ, କାରଣ ଯେଉଁମାନେ ତାହାଙ୍କୁ ପୁନରୁତ୍ଥିତ ଦେଖିଥିଲେ, ସେମାନଙ୍କ କଥା ସେମାନେ ବିଶ୍ଵାସ କରି ନ ଥିଲେ । 15 ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ସମୁଦାୟ ଜଗତକୁ ଯାଇ ସମସ୍ତ ମାନବଜାତି ନିକଟରେ ସୁସମାଚାର ଘୋଷଣା କର । 16 ଯେ ବିଶ୍ଵାସ କରି ବାପ୍ତିଜିତ ହୁଏ, ସେ ପରିତ୍ରାଣ ପାଇବ; କିନ୍ତୁ ଯେ ଅବିଶ୍ଵାସ କରେ, ସେ ଦଣ୍ତାଜ୍ଞା ପାଇବ । 17 ଆଉ, ବିଶ୍ଵାସୀମାନଙ୍କର ଏହିସବୁ ଚିହ୍ନ ଅନୁବର୍ତ୍ତୀ ହେବ, ସେମାନେ ମୋʼ ନାମରେ ଭୂତ ଛଡ଼ାଇବେ, ନୂତନ ନୂତନ ଭାଷାରେ କଥା କହିବେ, 18 ହସ୍ତରେ ସର୍ପ ଧରିବେ, ପୁଣି ପ୍ରାଣନାଶକ କୌଣସି ପଦାର୍ଥ ପାନ କଲେ ସେମାନଙ୍କର କିଛି କ୍ଷତି ହେବ ନାହିଁ; ସେମାନେ ପୀଡ଼ିତମାନଙ୍କ ଉପରେ ହସ୍ତ ଥୋଇଲେ ସେମାନେ ସୁସ୍ଥ ହେବେ । 19 ଏହିରୂପେ ପ୍ରଭୁ ଯୀଶୁ ସେମାନଙ୍କୁ କଥା କହିବା ପରେ ସ୍ଵର୍ଗରେ ଗୃହୀତ ହୋଇ ଈଶ୍ଵରଙ୍କ ଦକ୍ଷିଣ ପାର୍ଶ୍ଵରେ ବସିଲେ । 20 କିନ୍ତୁ ସେମାନେ ପ୍ରସ୍ଥାନ କରି ସର୍ବତ୍ର ପ୍ରଚାର କଲେ, ଆଉ ପ୍ରଭୁ ସେମାନଙ୍କର ସହକର୍ମୀ ହୋଇ ଅନୁବର୍ତ୍ତୀ ଚିହ୍ନଗୁଡ଼ିକ ଦ୍ଵାରା ସେହି ବାକ୍ୟ ପ୍ରମାଣସିଦ୍ଧ କଲେ ।
1 ବିଶ୍ରାମବାର ଗତ ହେଲା ଉତ୍ତାରେ ମଗ୍ଦଲୀନୀ ମରୀୟମ, ଯାକୁବଙ୍କ ମାତା ମରୀୟମ ଓ ଶଲୋମୀ ସୁଗନ୍ଧି ଦ୍ରବ୍ୟ କିଣିଲେ, ଯେପରି ସେମାନେ ଯାଇ ତାହାଙ୍କୁ ମଖାଇଦେଇ ପାରନ୍ତି । .::. 2 ପୁଣି, ସପ୍ତାହର ପ୍ରଥମ ଦିବସର ଅତି ପ୍ରତ୍ୟୁଷରେ ସେମାନେ ସମାଧି ନିକଟକୁ ଗଲେ, ସେତେବେଳେ ସୂର୍ଯ୍ୟ ଉଠିଥିଲା । .::. 3 ସେମାନେ ପରସ୍ପର କୁହାକୋହି ହେଉଥିଲେ, କିଏ ଆମ୍ଭମାନଙ୍କ ପାଇଁ ସମାଧି ଦ୍ଵାରରୁ ପଥରଟା ଗଡ଼ାଇଦେବ? କାରଣ ତାହା ଅତି ବୃହତ ଥିଲା । .::. 4 ଏପରି ସମୟରେ ସେମାନେ ଚାହିଁ ଦେଖିଲେ ଯେ, ପଥର ଗଡ଼ାଇ ଦିଆଯାଇଅଛି । .::. 5 ସେମାନେ ସମାଧି ମଧ୍ୟରେ ପ୍ରବେଶ କରି ଶୁକ୍ଳବସ୍ତ୍ର ପରିହିତ ଜଣେ ଯୁବାଙ୍କୁ ଦକ୍ଷିଣ ପାର୍ଶ୍ଵରେ ବସିଥିବା ଦେଖି ଅତିଶୟ ବିସ୍ମୟାନ୍ଵିତ ହେଲେ । .::. 6 ସେଥିରେ ସେ ସେମାନଙ୍କୁ କହିଲେ, ବିସ୍ମୟାନ୍ଵିତ ହୁଅ ନାହିଁ; ତୁମ୍ଭେମାନେ କ୍ରୁଶରେ ହତ ନାଜରିତୀୟ ଯୀଶୁଙ୍କର ଅନ୍ଵେଷଣ କରୁଅଛ; ସେ ଉଠିଅଛନ୍ତି, ସେ ଏଠାରେ ନାହାନ୍ତି; ଦେଖ, ଏହି ସ୍ଥାନରେ ସେମାନେ ତାହାଙ୍କୁ ରଖିଥିଲେ । .::. 7 କିନ୍ତୁ ତୁମ୍ଭେମାନେ ଯାଇ ତାହାଙ୍କ ଶିଷ୍ୟମାନଙ୍କୁ ଓ ପିତରଙ୍କୁ କୁହ, ସେ ତୁମ୍ଭମାନଙ୍କ ଆଗେ ଗାଲିଲୀକୁ ଯାଉଅଛନ୍ତି; ସେ ତୁମ୍ଭମାନଙ୍କୁ ଯେପରି କହିଥିଲେ, ସେପରି ତୁମ୍ଭେମାନେ ତାହାଙ୍କୁ ସେଠାରେ ଦେଖିବ । .::. 8 ସେଥିରେ ସେମାନେ ବାହାରି ସମାଧି ନିକଟରୁ ପଳାଇଗଲେ, କାରଣ ସେମାନେ ଭୟରେ କମ୍ପୁଥିଲେ ଓ ବିସ୍ମୟରେ ଅଭିଭୂତ ହୋଇଥିଲେ, ପୁଣି କାହାକୁ କିଛି କହିଲେ ନାହିଁ, ଯେଣୁ ସେମାନେ ଭୀତ ହୋଇଥିଲେ । .::. 9 *ସପ୍ତାହର ପ୍ରଥମ ଦିବସ ପ୍ରତ୍ୟୁଷରେ ସେ ପୁନରୁତ୍ଥାନ କରି, ଯାହାଙ୍କଠାରୁ ସାତ ଭୂତ ଛଡ଼ାଇଥିଲେ, ସେହି ମଗ୍ଦଲୀନୀ ମରୀୟମଙ୍କୁ ପ୍ରଥମରେ ଦର୍ଶନ ଦେଲେ .::. 10 ସେ ଯାଇ, ଯେଉଁମାନେ ତାହାଙ୍କ ସଙ୍ଗୀ ହୋଇଥିଲେ, ସେମାନଙ୍କୁ ସମ୍ଵାଦ ଦେଲେ; ସେମାନେ ଶୋକ ଓ ରୋଦନ କରୁଥିଲେ । .::. 11 ସେ ଯେ ଜୀବିତ ଅଟନ୍ତି ଓ ତାଙ୍କୁ ଦର୍ଶନ ଦେଇଅଛନ୍ତି, ଏହା ଶୁଣି ସେମାନେ ବିଶ୍ଵାସ କଲେ ନାହିଁ । .::. 12 ଏହି ସମସ୍ତ ଘଟଣା ଉତ୍ତାରେ ସେମାନଙ୍କ ମଧ୍ୟରୁ ଦୁଇଜଣ ଗୋଟିଏ ପଲ୍ଲୀଗ୍ରାମକୁ ଯାଉଥିବା ସମୟରେ ସେ ଅନ୍ୟ ରୂପରେ ସେମାନଙ୍କୁ ଦର୍ଶନ ଦେଲେ, .::. 13 ପୁଣି ସେମାନେ ଯାଇ ଅନ୍ୟମାନଙ୍କୁ ସମ୍ଵାଦ ଦେଲେ; କିନ୍ତୁ ସେମାନଙ୍କ କଥା ସୁଦ୍ଧା ସେମାନେ ବିଶ୍ଵାସ କଲେ ନାହିଁ । .::. 14 ଏଥିଉତ୍ତାରେ ଏକାଦଶ ଶିଷ୍ୟ ଭୋଜନରେ ବସିଥିବା ସମୟରେ ସେ ସେମାନଙ୍କୁ ଦର୍ଶନ ଦେଲେ ଏବଂ ସେମାନଙ୍କର ଅବିଶ୍ଵାସ ଓ ହୃଦୟର କଠିନତା ହେତୁ ସେମାନଙ୍କୁ ଅନୁଯୋଗ କଲେ, କାରଣ ଯେଉଁମାନେ ତାହାଙ୍କୁ ପୁନରୁତ୍ଥିତ ଦେଖିଥିଲେ, ସେମାନଙ୍କ କଥା ସେମାନେ ବିଶ୍ଵାସ କରି ନ ଥିଲେ । .::. 15 ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ସମୁଦାୟ ଜଗତକୁ ଯାଇ ସମସ୍ତ ମାନବଜାତି ନିକଟରେ ସୁସମାଚାର ଘୋଷଣା କର । .::. 16 ଯେ ବିଶ୍ଵାସ କରି ବାପ୍ତିଜିତ ହୁଏ, ସେ ପରିତ୍ରାଣ ପାଇବ; କିନ୍ତୁ ଯେ ଅବିଶ୍ଵାସ କରେ, ସେ ଦଣ୍ତାଜ୍ଞା ପାଇବ । .::. 17 ଆଉ, ବିଶ୍ଵାସୀମାନଙ୍କର ଏହିସବୁ ଚିହ୍ନ ଅନୁବର୍ତ୍ତୀ ହେବ, ସେମାନେ ମୋʼ ନାମରେ ଭୂତ ଛଡ଼ାଇବେ, ନୂତନ ନୂତନ ଭାଷାରେ କଥା କହିବେ, .::. 18 ହସ୍ତରେ ସର୍ପ ଧରିବେ, ପୁଣି ପ୍ରାଣନାଶକ କୌଣସି ପଦାର୍ଥ ପାନ କଲେ ସେମାନଙ୍କର କିଛି କ୍ଷତି ହେବ ନାହିଁ; ସେମାନେ ପୀଡ଼ିତମାନଙ୍କ ଉପରେ ହସ୍ତ ଥୋଇଲେ ସେମାନେ ସୁସ୍ଥ ହେବେ । .::. 19 ଏହିରୂପେ ପ୍ରଭୁ ଯୀଶୁ ସେମାନଙ୍କୁ କଥା କହିବା ପରେ ସ୍ଵର୍ଗରେ ଗୃହୀତ ହୋଇ ଈଶ୍ଵରଙ୍କ ଦକ୍ଷିଣ ପାର୍ଶ୍ଵରେ ବସିଲେ । .::. 20 କିନ୍ତୁ ସେମାନେ ପ୍ରସ୍ଥାନ କରି ସର୍ବତ୍ର ପ୍ରଚାର କଲେ, ଆଉ ପ୍ରଭୁ ସେମାନଙ୍କର ସହକର୍ମୀ ହୋଇ ଅନୁବର୍ତ୍ତୀ ଚିହ୍ନଗୁଡ଼ିକ ଦ୍ଵାରା ସେହି ବାକ୍ୟ ପ୍ରମାଣସିଦ୍ଧ କଲେ । .::.
  • ମାର୍କଲିଖିତ ସୁସମାଚାର ଅଧ୍ୟାୟ 1  
  • ମାର୍କଲିଖିତ ସୁସମାଚାର ଅଧ୍ୟାୟ 2  
  • ମାର୍କଲିଖିତ ସୁସମାଚାର ଅଧ୍ୟାୟ 3  
  • ମାର୍କଲିଖିତ ସୁସମାଚାର ଅଧ୍ୟାୟ 4  
  • ମାର୍କଲିଖିତ ସୁସମାଚାର ଅଧ୍ୟାୟ 5  
  • ମାର୍କଲିଖିତ ସୁସମାଚାର ଅଧ୍ୟାୟ 6  
  • ମାର୍କଲିଖିତ ସୁସମାଚାର ଅଧ୍ୟାୟ 7  
  • ମାର୍କଲିଖିତ ସୁସମାଚାର ଅଧ୍ୟାୟ 8  
  • ମାର୍କଲିଖିତ ସୁସମାଚାର ଅଧ୍ୟାୟ 9  
  • ମାର୍କଲିଖିତ ସୁସମାଚାର ଅଧ୍ୟାୟ 10  
  • ମାର୍କଲିଖିତ ସୁସମାଚାର ଅଧ୍ୟାୟ 11  
  • ମାର୍କଲିଖିତ ସୁସମାଚାର ଅଧ୍ୟାୟ 12  
  • ମାର୍କଲିଖିତ ସୁସମାଚାର ଅଧ୍ୟାୟ 13  
  • ମାର୍କଲିଖିତ ସୁସମାଚାର ଅଧ୍ୟାୟ 14  
  • ମାର୍କଲିଖିତ ସୁସମାଚାର ଅଧ୍ୟାୟ 15  
  • ମାର୍କଲିଖିତ ସୁସମାଚାର ଅଧ୍ୟାୟ 16  
×

Alert

×

Oriya Letters Keypad References