ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଆଦି ପୁସ୍ତକ

ଆଦି ପୁସ୍ତକ ଅଧ୍ୟାୟ 23

1 ସାରାର ଆୟୁର ପରିମାଣ ଶହେ ସତାଇଶ ବର୍ଷ ଥିଲା; ସାରାର ଆୟୁ ଏତେ ବର୍ଷ ପରିମିତ । 2 ଅନନ୍ତର ସାରା କିଣାନ ଦେଶସ୍ଥ କିରୀୟଥ୍-ଅର୍ବରେ, ଅର୍ଥାତ୍, ହିବ୍ରୋଣରେ ମଲା । ଏଣୁ ଅବ୍ରହାମ ସାରା ନିମନ୍ତେ ଶୋକ ଓ କ୍ରନ୍ଦନ କରିବାକୁ ଭିତରକୁ ଗଲେ । 3 ଅନନ୍ତର ଅବ୍ରହାମ ଆପଣା ମୃତା (ଭାର୍ଯ୍ୟା) ନିକଟରୁ ଉଠି ଯାଇ ହେତର ସନ୍ତାନମାନଙ୍କୁ କହିଲେ, 4 ମୁଁ ତୁମ୍ଭମାନଙ୍କ ମଧ୍ୟରେ ବିଦେଶୀ ଓ ପ୍ରବାସୀ ଅଟେ; ତୁମ୍ଭମାନଙ୍କ ମଧ୍ୟରେ ମୋତେ କବର ସ୍ଥାନର ଅଧିକାର ଦିଅ, ତହିଁରେ ମୁଁ ମୋʼ ଦୃଷ୍ଟିର ଅଗୋଚରରେ ମୋʼ ମୃତକୁ କବର ଦେବି । 5 ତହୁଁ ହେତର ସନ୍ତାନମାନେ ଅବ୍ରହାମଙ୍କୁ ଉତ୍ତର କଲେ, ହେ ପ୍ରଭୁ, ଆମ୍ଭମାନଙ୍କ କଥା ଶୁଣନ୍ତୁ; 6 ଆପଣ ଆମ୍ଭମାନଙ୍କ ମଧ୍ୟରେ ପରାକ୍ରାନ୍ତ ରାଜା ଅଟନ୍ତି; ଏବେ ଆମ୍ଭମାନଙ୍କ ଉତ୍ତମ କବର ସ୍ଥାନ ମଧ୍ୟରେ ଆପଣା ମୃତା ଭାର୍ଯ୍ୟାକୁ କବର ଦେଉନ୍ତୁ; ଆମ୍ଭମାନଙ୍କ ମଧ୍ୟରୁ କେହି ନିଜ କବରରେ ଆପଣଙ୍କ ମୃତା ଭାର୍ଯ୍ୟାକୁ ରଖିବା ପାଇଁ ନିଷେଧ କରିବ ନାହିଁ । 7 ସେତେବେଳେ ଅବ୍ରହାମ ଉଠି ତଦ୍ଦେଶୀୟ ଲୋକମାନଙ୍କୁ, ଅର୍ଥାତ୍, ହେତର ସନ୍ତାନମାନଙ୍କୁ ପ୍ରଣାମ କଲେ । 8 ପୁଣି କଥୋପକଥନ କରି କହିଲେ, ମୋʼ ଦୃଷ୍ଟିର ବାହାରେ ମୋʼ ମୃତା ଭାର୍ଯ୍ୟାକୁ କବରରେ ରଖିବାକୁ ଯେବେ ଆପଣମାନଙ୍କର ସମ୍ମତି ହୁଏ, ତେବେ ମୋʼ କଥା ଶୁଣନ୍ତୁ; ଆପଣମାନେ ମୋʼ ନିମନ୍ତେ ସୋହରର ପୁତ୍ର ଇଫ୍ରୋଣ ନିକଟରେ ନିବେଦନ କରନ୍ତୁ । 9 ସେ ଆପଣମାନଙ୍କ ମଧ୍ୟରେ ମୋହର କବର ସ୍ଥାନ ଅଧିକାର ନିମନ୍ତେ ମକ୍ପେଲାରେ ତାଙ୍କ କ୍ଷେତ୍ରପ୍ରାନ୍ତରେ ଥିବା ଗୁହା ମୋତେ ଦିଅନ୍ତୁ; ତହିଁରେ ଯେତେ ମୂଲ୍ୟ ହୁଏ, ତାହା ନେଇ ଦିଅନ୍ତୁ । 10 ସେତେବେଳେ ଇଫ୍ରୋଣ ହେତର ସନ୍ତାନମାନଙ୍କ ମଧ୍ୟରେ ବସିଥିଲା; ତେଣୁ ହେତୀୟ ଇଫ୍ରୋଣ ଆପଣା ନଗର-ଦ୍ଵାରରେ ପ୍ରବେଶକାରୀ ହେତର ସନ୍ତାନ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କୁ ଉତ୍ତର ଦେଲା, 11 ପ୍ରଭୋ, ସେପରି ହେବ ନାହିଁ, ମୋʼ କଥା ଶୁଣନ୍ତୁ; ମୁଁ ଆପଣଙ୍କୁ ସେହି ସ୍ଥାନ ଓ ତନ୍ମଧ୍ୟସ୍ଥିତ ଗୁହା ଦେଲି; ମୁଁ ସ୍ଵବଂଶୀୟ ସନ୍ତାନମାନଙ୍କ ସାକ୍ଷାତରେ ତାହା ଆପଣଙ୍କୁ ଦେଲି, ଆପଣ ନିଜ ମୃତକୁ କବର ଦେଉନ୍ତୁ । 12 ତହିଁରେ ଅବ୍ରହାମ ସେହି ଦେଶୀୟ ଲୋକମାନଙ୍କ ଅଗ୍ରତେ ପ୍ରଣାମ କଲେ । 13 ପୁଣି ସେହି ଦେଶୀୟ ଲୋକମାନଙ୍କ କର୍ଣ୍ଣଗୋଚରରେ ଇଫ୍ରୋଣକୁ କହିଲେ, ଆପଣ ଯେବେ ମୋତେ ତାହା ଦେବେ, ତେବେ ନିବେଦନ କରୁଅଛି, ମୋʼ କଥା ଶୁଣନ୍ତୁ; ମୁଁ ସେହି କ୍ଷେତ୍ରର ମୂଲ୍ୟ ଦେଉଅଛି, ଆପଣ ତାହା ଗ୍ରହଣ କରନ୍ତୁ; ତହିଁ ଉତ୍ତାରେ ମୁଁ ସେହି ସ୍ଥାନରେ ମୋର ମୃତକୁ କବର ଦେବି । 14 ତହିଁରେ ଇଫ୍ରୋଣ ଅବ୍ରହାମଙ୍କୁ ଉତ୍ତର ଦେଇ କହିଲା, 15 ପ୍ରଭୋ, ମୋʼ କଥା ଶୁଣନ୍ତୁ; ଭୂମି ଖଣ୍ତକର ମୂଲ୍ୟ ତ ଚାରିଶହ ଶେକଲ ରୂପା, ଆପଣଙ୍କ ଓ ଆମ୍ଭ ମଧ୍ୟରେ ତାହା କେତେ ମାତ୍ର? ଏଣୁକରି ଆପଣ ନିଜ ମୃତକୁ କବର ଦେଉନ୍ତୁ । 16 ଇଫ୍ରୋଣର ଏହି କଥା ଶୁଣି ଅବ୍ରହାମ ହେତୀୟ ସନ୍ତାନମାନଙ୍କ କର୍ଣ୍ଣଗୋଚରରେ ଇଫ୍ରୋଣ ଦ୍ଵାରା ଉକ୍ତ ସଂଖ୍ୟାନୁସାରେ ତତ୍କାଳୀନ ବଣିକମାନଙ୍କ ମଧ୍ୟରେ ପ୍ରଚଳିତ ଚାରିଶହ ଶେକଲ ରୂପା ତୌଲି ଇଫ୍ରୋଣକୁ ଦେଲେ । 17 ଏହେତୁ ମମ୍ରିର ପୂର୍ବବର୍ତ୍ତୀ ମକ୍ପେଲାରେ ଇଫ୍ରୋଣର ଯେଉଁ କ୍ଷେତ୍ର ଥିଲା, ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହା ଓ ତହିଁର ଚତୁଃସୀମାନ୍ତର୍ଗତ ବୃକ୍ଷସମୂହ, 18 ଏହି ସବୁରେ ହେତର ସନ୍ତାନମାନଙ୍କ ସାକ୍ଷାତରେ, ଅର୍ଥାତ୍, ତାହାର ନଗର-ଦ୍ଵାରରେ ପ୍ରବେଶକାରୀ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କର ସ୍ଵତ୍ଵାଧିକାର ସ୍ଥିର କରାଗଲା । 19 ଅନନ୍ତର ଅବ୍ରହାମ ମମ୍ରିର ପୂର୍ବବର୍ତ୍ତୀ ମକ୍ପେଲା କ୍ଷେତ୍ରସ୍ଥିତ ଗୁହାରେ ଆପଣା ଭାର୍ଯ୍ୟା ସାରାକୁ କବର ଦେଲେ । ସେହି ସ୍ଥାନ କିଣାନ ଦେଶସ୍ଥ ହିବ୍ରୋଣ୍ । 20 ଏହିରୂପେ କବର ସ୍ଥାନର ଅଧିକାର ନିମନ୍ତେ ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହାରେ ଅବ୍ରହାମଙ୍କର ଅଧିକାର ହେତର ସନ୍ତାନମାନଙ୍କ ଦ୍ଵାରା ସ୍ଥିରୀକୃତ ହେଲା ।
1. ସାରାର ଆୟୁର ପରିମାଣ ଶହେ ସତାଇଶ ବର୍ଷ ଥିଲା; ସାରାର ଆୟୁ ଏତେ ବର୍ଷ ପରିମିତ । 2. ଅନନ୍ତର ସାରା କିଣାନ ଦେଶସ୍ଥ କିରୀୟଥ୍-ଅର୍ବରେ, ଅର୍ଥାତ୍, ହିବ୍ରୋଣରେ ମଲା । ଏଣୁ ଅବ୍ରହାମ ସାରା ନିମନ୍ତେ ଶୋକ ଓ କ୍ରନ୍ଦନ କରିବାକୁ ଭିତରକୁ ଗଲେ । 3. ଅନନ୍ତର ଅବ୍ରହାମ ଆପଣା ମୃତା (ଭାର୍ଯ୍ୟା) ନିକଟରୁ ଉଠି ଯାଇ ହେତର ସନ୍ତାନମାନଙ୍କୁ କହିଲେ, 4. ମୁଁ ତୁମ୍ଭମାନଙ୍କ ମଧ୍ୟରେ ବିଦେଶୀ ଓ ପ୍ରବାସୀ ଅଟେ; ତୁମ୍ଭମାନଙ୍କ ମଧ୍ୟରେ ମୋତେ କବର ସ୍ଥାନର ଅଧିକାର ଦିଅ, ତହିଁରେ ମୁଁ ମୋʼ ଦୃଷ୍ଟିର ଅଗୋଚରରେ ମୋʼ ମୃତକୁ କବର ଦେବି । 5. ତହୁଁ ହେତର ସନ୍ତାନମାନେ ଅବ୍ରହାମଙ୍କୁ ଉତ୍ତର କଲେ, ହେ ପ୍ରଭୁ, ଆମ୍ଭମାନଙ୍କ କଥା ଶୁଣନ୍ତୁ; 6. ଆପଣ ଆମ୍ଭମାନଙ୍କ ମଧ୍ୟରେ ପରାକ୍ରାନ୍ତ ରାଜା ଅଟନ୍ତି; ଏବେ ଆମ୍ଭମାନଙ୍କ ଉତ୍ତମ କବର ସ୍ଥାନ ମଧ୍ୟରେ ଆପଣା ମୃତା ଭାର୍ଯ୍ୟାକୁ କବର ଦେଉନ୍ତୁ; ଆମ୍ଭମାନଙ୍କ ମଧ୍ୟରୁ କେହି ନିଜ କବରରେ ଆପଣଙ୍କ ମୃତା ଭାର୍ଯ୍ୟାକୁ ରଖିବା ପାଇଁ ନିଷେଧ କରିବ ନାହିଁ । 7. ସେତେବେଳେ ଅବ୍ରହାମ ଉଠି ତଦ୍ଦେଶୀୟ ଲୋକମାନଙ୍କୁ, ଅର୍ଥାତ୍, ହେତର ସନ୍ତାନମାନଙ୍କୁ ପ୍ରଣାମ କଲେ । 8. ପୁଣି କଥୋପକଥନ କରି କହିଲେ, ମୋʼ ଦୃଷ୍ଟିର ବାହାରେ ମୋʼ ମୃତା ଭାର୍ଯ୍ୟାକୁ କବରରେ ରଖିବାକୁ ଯେବେ ଆପଣମାନଙ୍କର ସମ୍ମତି ହୁଏ, ତେବେ ମୋʼ କଥା ଶୁଣନ୍ତୁ; ଆପଣମାନେ ମୋʼ ନିମନ୍ତେ ସୋହରର ପୁତ୍ର ଇଫ୍ରୋଣ ନିକଟରେ ନିବେଦନ କରନ୍ତୁ । 9. ସେ ଆପଣମାନଙ୍କ ମଧ୍ୟରେ ମୋହର କବର ସ୍ଥାନ ଅଧିକାର ନିମନ୍ତେ ମକ୍ପେଲାରେ ତାଙ୍କ କ୍ଷେତ୍ରପ୍ରାନ୍ତରେ ଥିବା ଗୁହା ମୋତେ ଦିଅନ୍ତୁ; ତହିଁରେ ଯେତେ ମୂଲ୍ୟ ହୁଏ, ତାହା ନେଇ ଦିଅନ୍ତୁ । 10. ସେତେବେଳେ ଇଫ୍ରୋଣ ହେତର ସନ୍ତାନମାନଙ୍କ ମଧ୍ୟରେ ବସିଥିଲା; ତେଣୁ ହେତୀୟ ଇଫ୍ରୋଣ ଆପଣା ନଗର-ଦ୍ଵାରରେ ପ୍ରବେଶକାରୀ ହେତର ସନ୍ତାନ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କୁ ଉତ୍ତର ଦେଲା, 11. ପ୍ରଭୋ, ସେପରି ହେବ ନାହିଁ, ମୋʼ କଥା ଶୁଣନ୍ତୁ; ମୁଁ ଆପଣଙ୍କୁ ସେହି ସ୍ଥାନ ଓ ତନ୍ମଧ୍ୟସ୍ଥିତ ଗୁହା ଦେଲି; ମୁଁ ସ୍ଵବଂଶୀୟ ସନ୍ତାନମାନଙ୍କ ସାକ୍ଷାତରେ ତାହା ଆପଣଙ୍କୁ ଦେଲି, ଆପଣ ନିଜ ମୃତକୁ କବର ଦେଉନ୍ତୁ । 12. ତହିଁରେ ଅବ୍ରହାମ ସେହି ଦେଶୀୟ ଲୋକମାନଙ୍କ ଅଗ୍ରତେ ପ୍ରଣାମ କଲେ । 13. ପୁଣି ସେହି ଦେଶୀୟ ଲୋକମାନଙ୍କ କର୍ଣ୍ଣଗୋଚରରେ ଇଫ୍ରୋଣକୁ କହିଲେ, ଆପଣ ଯେବେ ମୋତେ ତାହା ଦେବେ, ତେବେ ନିବେଦନ କରୁଅଛି, ମୋʼ କଥା ଶୁଣନ୍ତୁ; ମୁଁ ସେହି କ୍ଷେତ୍ରର ମୂଲ୍ୟ ଦେଉଅଛି, ଆପଣ ତାହା ଗ୍ରହଣ କରନ୍ତୁ; ତହିଁ ଉତ୍ତାରେ ମୁଁ ସେହି ସ୍ଥାନରେ ମୋର ମୃତକୁ କବର ଦେବି । 14. ତହିଁରେ ଇଫ୍ରୋଣ ଅବ୍ରହାମଙ୍କୁ ଉତ୍ତର ଦେଇ କହିଲା, 15. ପ୍ରଭୋ, ମୋʼ କଥା ଶୁଣନ୍ତୁ; ଭୂମି ଖଣ୍ତକର ମୂଲ୍ୟ ତ ଚାରିଶହ ଶେକଲ ରୂପା, ଆପଣଙ୍କ ଓ ଆମ୍ଭ ମଧ୍ୟରେ ତାହା କେତେ ମାତ୍ର? ଏଣୁକରି ଆପଣ ନିଜ ମୃତକୁ କବର ଦେଉନ୍ତୁ । 16. ଇଫ୍ରୋଣର ଏହି କଥା ଶୁଣି ଅବ୍ରହାମ ହେତୀୟ ସନ୍ତାନମାନଙ୍କ କର୍ଣ୍ଣଗୋଚରରେ ଇଫ୍ରୋଣ ଦ୍ଵାରା ଉକ୍ତ ସଂଖ୍ୟାନୁସାରେ ତତ୍କାଳୀନ ବଣିକମାନଙ୍କ ମଧ୍ୟରେ ପ୍ରଚଳିତ ଚାରିଶହ ଶେକଲ ରୂପା ତୌଲି ଇଫ୍ରୋଣକୁ ଦେଲେ । 17. ଏହେତୁ ମମ୍ରିର ପୂର୍ବବର୍ତ୍ତୀ ମକ୍ପେଲାରେ ଇଫ୍ରୋଣର ଯେଉଁ କ୍ଷେତ୍ର ଥିଲା, ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହା ଓ ତହିଁର ଚତୁଃସୀମାନ୍ତର୍ଗତ ବୃକ୍ଷସମୂହ, 18. ଏହି ସବୁରେ ହେତର ସନ୍ତାନମାନଙ୍କ ସାକ୍ଷାତରେ, ଅର୍ଥାତ୍, ତାହାର ନଗର-ଦ୍ଵାରରେ ପ୍ରବେଶକାରୀ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କର ସ୍ଵତ୍ଵାଧିକାର ସ୍ଥିର କରାଗଲା । 19. ଅନନ୍ତର ଅବ୍ରହାମ ମମ୍ରିର ପୂର୍ବବର୍ତ୍ତୀ ମକ୍ପେଲା କ୍ଷେତ୍ରସ୍ଥିତ ଗୁହାରେ ଆପଣା ଭାର୍ଯ୍ୟା ସାରାକୁ କବର ଦେଲେ । ସେହି ସ୍ଥାନ କିଣାନ ଦେଶସ୍ଥ ହିବ୍ରୋଣ୍ । 20. ଏହିରୂପେ କବର ସ୍ଥାନର ଅଧିକାର ନିମନ୍ତେ ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହାରେ ଅବ୍ରହାମଙ୍କର ଅଧିକାର ହେତର ସନ୍ତାନମାନଙ୍କ ଦ୍ଵାରା ସ୍ଥିରୀକୃତ ହେଲା ।
  • ଆଦି ପୁସ୍ତକ ଅଧ୍ୟାୟ 1  
  • ଆଦି ପୁସ୍ତକ ଅଧ୍ୟାୟ 2  
  • ଆଦି ପୁସ୍ତକ ଅଧ୍ୟାୟ 3  
  • ଆଦି ପୁସ୍ତକ ଅଧ୍ୟାୟ 4  
  • ଆଦି ପୁସ୍ତକ ଅଧ୍ୟାୟ 5  
  • ଆଦି ପୁସ୍ତକ ଅଧ୍ୟାୟ 6  
  • ଆଦି ପୁସ୍ତକ ଅଧ୍ୟାୟ 7  
  • ଆଦି ପୁସ୍ତକ ଅଧ୍ୟାୟ 8  
  • ଆଦି ପୁସ୍ତକ ଅଧ୍ୟାୟ 9  
  • ଆଦି ପୁସ୍ତକ ଅଧ୍ୟାୟ 10  
  • ଆଦି ପୁସ୍ତକ ଅଧ୍ୟାୟ 11  
  • ଆଦି ପୁସ୍ତକ ଅଧ୍ୟାୟ 12  
  • ଆଦି ପୁସ୍ତକ ଅଧ୍ୟାୟ 13  
  • ଆଦି ପୁସ୍ତକ ଅଧ୍ୟାୟ 14  
  • ଆଦି ପୁସ୍ତକ ଅଧ୍ୟାୟ 15  
  • ଆଦି ପୁସ୍ତକ ଅଧ୍ୟାୟ 16  
  • ଆଦି ପୁସ୍ତକ ଅଧ୍ୟାୟ 17  
  • ଆଦି ପୁସ୍ତକ ଅଧ୍ୟାୟ 18  
  • ଆଦି ପୁସ୍ତକ ଅଧ୍ୟାୟ 19  
  • ଆଦି ପୁସ୍ତକ ଅଧ୍ୟାୟ 20  
  • ଆଦି ପୁସ୍ତକ ଅଧ୍ୟାୟ 21  
  • ଆଦି ପୁସ୍ତକ ଅଧ୍ୟାୟ 22  
  • ଆଦି ପୁସ୍ତକ ଅଧ୍ୟାୟ 23  
  • ଆଦି ପୁସ୍ତକ ଅଧ୍ୟାୟ 24  
  • ଆଦି ପୁସ୍ତକ ଅଧ୍ୟାୟ 25  
  • ଆଦି ପୁସ୍ତକ ଅଧ୍ୟାୟ 26  
  • ଆଦି ପୁସ୍ତକ ଅଧ୍ୟାୟ 27  
  • ଆଦି ପୁସ୍ତକ ଅଧ୍ୟାୟ 28  
  • ଆଦି ପୁସ୍ତକ ଅଧ୍ୟାୟ 29  
  • ଆଦି ପୁସ୍ତକ ଅଧ୍ୟାୟ 30  
  • ଆଦି ପୁସ୍ତକ ଅଧ୍ୟାୟ 31  
  • ଆଦି ପୁସ୍ତକ ଅଧ୍ୟାୟ 32  
  • ଆଦି ପୁସ୍ତକ ଅଧ୍ୟାୟ 33  
  • ଆଦି ପୁସ୍ତକ ଅଧ୍ୟାୟ 34  
  • ଆଦି ପୁସ୍ତକ ଅଧ୍ୟାୟ 35  
  • ଆଦି ପୁସ୍ତକ ଅଧ୍ୟାୟ 36  
  • ଆଦି ପୁସ୍ତକ ଅଧ୍ୟାୟ 37  
  • ଆଦି ପୁସ୍ତକ ଅଧ୍ୟାୟ 38  
  • ଆଦି ପୁସ୍ତକ ଅଧ୍ୟାୟ 39  
  • ଆଦି ପୁସ୍ତକ ଅଧ୍ୟାୟ 40  
  • ଆଦି ପୁସ୍ତକ ଅଧ୍ୟାୟ 41  
  • ଆଦି ପୁସ୍ତକ ଅଧ୍ୟାୟ 42  
  • ଆଦି ପୁସ୍ତକ ଅଧ୍ୟାୟ 43  
  • ଆଦି ପୁସ୍ତକ ଅଧ୍ୟାୟ 44  
  • ଆଦି ପୁସ୍ତକ ଅଧ୍ୟାୟ 45  
  • ଆଦି ପୁସ୍ତକ ଅଧ୍ୟାୟ 46  
  • ଆଦି ପୁସ୍ତକ ଅଧ୍ୟାୟ 47  
  • ଆଦି ପୁସ୍ତକ ଅଧ୍ୟାୟ 48  
  • ଆଦି ପୁସ୍ତକ ଅଧ୍ୟାୟ 49  
  • ଆଦି ପୁସ୍ତକ ଅଧ୍ୟାୟ 50  
×

Alert

×

Oriya Letters Keypad References