ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ହିତୋପଦେଶ

ହିତୋପଦେଶ ଅଧ୍ୟାୟ 27

1 ତୁମ୍ଭେ କାଲିର ବିଷୟରେ ଦର୍ପ କଥା କୁହ ନାହିଁ; ଯେହେତୁ ଏକ ଦିନ କଅଣ ଉତ୍ପାଦନ କରିବ, ତାହା ତୁମ୍ଭକୁ ଜଣା ନାହିଁ । 2 ଅନ୍ୟ ଲୋକ ତୁମ୍ଭର ପ୍ରଶଂସା କରୁ, ମାତ୍ର ତୁମ୍ଭର ନିଜ ମୁଖ ତାହା ନ କରୁ; ଅପର ଲୋକ କରୁ, ମାତ୍ର ତୁମ୍ଭ ନିଜ ଓଷ୍ଠ ତାହା ନ କରୁ । 3 ପଥର ଭାରୀ ଓ ବାଲି ଗୁରୁ; ମାତ୍ର ଅଜ୍ଞାନର ବିରକ୍ତି, ସେ ଦୁଇରୁ ଭାରୀ । 4 କୋପ ଦୁର; ଓ କ୍ରୋଧ ପ୍ରଳୟକାରୀ; ମାତ୍ର ଅନ୍ତର୍ଜ୍ଵାଳା ଆଗରେ କିଏ ଠିଆ ହୋଇ ପାରେ? 5 ଗୁପ୍ତ ପ୍ରେମଠାରୁ ପ୍ରକାଶିତ ଅନୁଯୋଗ ଭଲ । 6 ପ୍ରେମକାରୀର କ୍ଷତ ବିଶ୍ଵାସ୍ୟ; ମାତ୍ର ଶତ୍ରୁର ଚୁମ୍ଵନ ବହୁଳ । 7 ତୃପ୍ତ ପ୍ରାଣୀ ମହୁଚାକକୁ ଘୃଣା କରେ; ମାତ୍ର କ୍ଷୁଧାର୍ତ୍ତ ପ୍ରାଣୀକି ତିକ୍ତ ଦ୍ରବ୍ୟସବୁ ମିଷ୍ଟ । 8 ଯେଉଁ ଲୋକ ଆପଣା ସ୍ଥାନ ଛାଡ଼ି ଭ୍ରମଣ କରେ, ସେ ବସାରୁ ଭ୍ରମଣକାରୀ ପକ୍ଷୀର ତୁଲ୍ୟ । 9 ତୈଳ ଓ ସୁଗନ୍ଧି ଧୂପ ମନକୁ ଆହ୍ଲାଦିତ କରେ, ମନର ମନ୍ତ୍ରଣାରୁ ଜାତ ମିତ୍ରର ମିଷ୍ଟତା ତଦ୍ରୂପ କରେ । 10 ନିଜର ବନ୍ଧୁକୁ ଓ ପିତାର ବନ୍ଧୁକୁ ତ୍ୟାଗ କର ନାହିଁ; ପୁଣି, ତୁମ୍ଭର ବିପଦ ଦିନରେ ଆପଣା ଭାଇର ଗୃହକୁ ଯାଅ ନାହିଁ; ଦୂରସ୍ଥ ଭାଇଠାରୁ ନିକଟସ୍ଥ ପ୍ରତିବାସୀ ଭଲ । 11 ହେ ମୋହର ପୁତ୍ର, ଜ୍ଞାନବାନ ହୁଅ ଓ ମୋʼ ମନକୁ ଆହ୍ଲାଦିତ କର; ତହିଁରେ ମୁଁ ଆପଣା ନିନ୍ଦକକୁ ଉତ୍ତର ଦେଇ ପାରିବି । 12 ଚତୁର ଲୋକ ବିପଦ ଦେଖି ଆପଣାକୁ ଲୁଚାଏ; ମାତ୍ର ଅସତର୍କ ଲୋକ ଆଗ ବଢ଼ି ଶାସ୍ତି ପାଏ । 13 ଅପରିଚିତ ଲୋକ ପାଇଁ ଯେ ଲଗା ହୁଏ, ତାହାର ବସ୍ତ୍ର ନିଅ; ପୁଣି, ଯେ ପରସ୍ତ୍ରୀ ପାଇଁ ଜାମିନ ହୁଏ, ତାହାକୁ ବନ୍ଧକ ରଖ । 14 ଯେଉଁ ଲୋକ ଅତି ପ୍ରଭାତରେ ଉଠି ଆପଣା ମିତ୍ରକୁ ଉଚ୍ଚ ରବରେ ଆଶୀର୍ବାଦ କରେ, ତାହାର ସେହି କର୍ମ ତାହା ପ୍ରତି ଅଭିଶାପ ରୂପେ ଗଣିତ ହେବ । 15 ଭାରୀ ବୃଷ୍ଟିଦିନରେ ଅବିରତ ବିନ୍ଦୁପାତ ଓ କଳିହୁଡ଼ୀ ସ୍ତ୍ରୀ, ଏ ଦୁଇ ଏକ ସମାନ ଅଟନ୍ତି । 16 ଯେ ତାକୁ ଅଟକାଏ, ସେ ବାୟୁକୁ ଅଟକାଏ ଓ ତାହାର ଦକ୍ଷିଣ ହସ୍ତ ତୈଳ ଉପରେ ପଡ଼େ । 17 ଯେପରି ଲୁହା ଲୁହାକୁ ସତେଜ କରେ, ସେପରି ମନୁଷ୍ୟ ଆପଣା ବନ୍ଧୁର ମୁଖ ସତେଜ କରେ । 18 ଯେକେହି ଡିମିରି ବୃକ୍ଷ ରକ୍ଷା କରେ, ସେ ତହିଁର ଫଳ ଖାଏ; ପୁଣି, ଯେ ଆପଣା ପ୍ରଭୁ ପ୍ରତି ମନୋଯୋଗୀ ଥାଏ, ସେ ସମ୍ମାନ ପାଏ । 19 ଯେପରି ଜଳ ମୁଖକୁ ମୁଖ ଦେଖାଏ, ସେପରି ହୃଦୟ ମନୁଷ୍ୟକୁ ମନୁଷ୍ୟ ଦେଖାଏ । 20 ଯେପରି ପାତାଳ ଓ ବିନାଶ-ସ୍ଥାନ କେତେବେଳେ ତୃପ୍ତ ନୁହେଁ, ସେପରି ମନୁଷ୍ୟର ଚକ୍ଷୁ କେତେବେଳେ ତୃପ୍ତ ନୁହେଁ । 21 କୋୟିରେ ରୂପା, ଉହ୍ମାଇରେ ସୁନା, ପ୍ରଶଂସାରେ ମନୁଷ୍ୟ ପରୀକ୍ଷିତ ହୁଏ । 22 ତୁମ୍ଭେ ଗହମ ସହିତ ଅଜ୍ଞାନକୁ ଢିଙ୍କିରେ କୁଟିଲେ ହେଁ ତାହାର ଅଜ୍ଞାନତା ଛାଡ଼ିଯିବ ନାହିଁ । 23 ତୁମ୍ଭେ ଆପଣା ମେଷପଲର ଅବସ୍ଥା ଜାଣିବା ପାଇଁ ଯନିବାନ ହୁଅ, ପୁଣି ଆପଣା ପଶୁପଲ ବିଷୟରେ ଉତ୍ତମ ରୂପେ ମନୋଯୋଗ କର । 24 କାରଣ ସମ୍ପତ୍ତି ଅନନ୍ତକାଳସ୍ଥାୟୀ ନୁହେଁ ଓ ମୁକୁଟ କʼଣ ପୁରୁଷାନୁକ୍ରମରେ ଥାଏ? 25 ଘାସ କଟା ହେଲେ କଅଁଳ ଘାସ ପ୍ରକାଶ ପାଏ, ଆଉ ପର୍ବତମାନର ତୃଣ ସଂଗୃହୀତ ହୁଏ । 26 ମେଷଛୁଆମାନେ ତୁମ୍ଭକୁ ବସ୍ତ୍ର ଦେବେ; ପୁଣି, ଛେଳି ତୁମ୍ଭ କ୍ଷେତ୍ରର ମୂଲ୍ୟ ସ୍ଵରୂପ ଅଟେ । 27 ପୁଣି, ଛେଳିଦୁଧ ତୁମ୍ଭର ଓ ତୁମ୍ଭ ପରିବାରର ଭକ୍ଷ୍ୟ ପାଇଁ ଯଥେଷ୍ଟ ହେବ; ଆଉ, ତୁମ୍ଭ ଦାସୀମାନଙ୍କ ପାଇଁ ଉପଜୀବିକା ହେବ ।
1. ତୁମ୍ଭେ କାଲିର ବିଷୟରେ ଦର୍ପ କଥା କୁହ ନାହିଁ; ଯେହେତୁ ଏକ ଦିନ କଅଣ ଉତ୍ପାଦନ କରିବ, ତାହା ତୁମ୍ଭକୁ ଜଣା ନାହିଁ । 2. ଅନ୍ୟ ଲୋକ ତୁମ୍ଭର ପ୍ରଶଂସା କରୁ, ମାତ୍ର ତୁମ୍ଭର ନିଜ ମୁଖ ତାହା ନ କରୁ; ଅପର ଲୋକ କରୁ, ମାତ୍ର ତୁମ୍ଭ ନିଜ ଓଷ୍ଠ ତାହା ନ କରୁ । 3. ପଥର ଭାରୀ ଓ ବାଲି ଗୁରୁ; ମାତ୍ର ଅଜ୍ଞାନର ବିରକ୍ତି, ସେ ଦୁଇରୁ ଭାରୀ । 4. କୋପ ଦୁର; ଓ କ୍ରୋଧ ପ୍ରଳୟକାରୀ; ମାତ୍ର ଅନ୍ତର୍ଜ୍ଵାଳା ଆଗରେ କିଏ ଠିଆ ହୋଇ ପାରେ? 5. ଗୁପ୍ତ ପ୍ରେମଠାରୁ ପ୍ରକାଶିତ ଅନୁଯୋଗ ଭଲ । 6. ପ୍ରେମକାରୀର କ୍ଷତ ବିଶ୍ଵାସ୍ୟ; ମାତ୍ର ଶତ୍ରୁର ଚୁମ୍ଵନ ବହୁଳ । 7. ତୃପ୍ତ ପ୍ରାଣୀ ମହୁଚାକକୁ ଘୃଣା କରେ; ମାତ୍ର କ୍ଷୁଧାର୍ତ୍ତ ପ୍ରାଣୀକି ତିକ୍ତ ଦ୍ରବ୍ୟସବୁ ମିଷ୍ଟ । 8. ଯେଉଁ ଲୋକ ଆପଣା ସ୍ଥାନ ଛାଡ଼ି ଭ୍ରମଣ କରେ, ସେ ବସାରୁ ଭ୍ରମଣକାରୀ ପକ୍ଷୀର ତୁଲ୍ୟ । 9. ତୈଳ ଓ ସୁଗନ୍ଧି ଧୂପ ମନକୁ ଆହ୍ଲାଦିତ କରେ, ମନର ମନ୍ତ୍ରଣାରୁ ଜାତ ମିତ୍ରର ମିଷ୍ଟତା ତଦ୍ରୂପ କରେ । 10. ନିଜର ବନ୍ଧୁକୁ ଓ ପିତାର ବନ୍ଧୁକୁ ତ୍ୟାଗ କର ନାହିଁ; ପୁଣି, ତୁମ୍ଭର ବିପଦ ଦିନରେ ଆପଣା ଭାଇର ଗୃହକୁ ଯାଅ ନାହିଁ; ଦୂରସ୍ଥ ଭାଇଠାରୁ ନିକଟସ୍ଥ ପ୍ରତିବାସୀ ଭଲ । 11. ହେ ମୋହର ପୁତ୍ର, ଜ୍ଞାନବାନ ହୁଅ ଓ ମୋʼ ମନକୁ ଆହ୍ଲାଦିତ କର; ତହିଁରେ ମୁଁ ଆପଣା ନିନ୍ଦକକୁ ଉତ୍ତର ଦେଇ ପାରିବି । 12. ଚତୁର ଲୋକ ବିପଦ ଦେଖି ଆପଣାକୁ ଲୁଚାଏ; ମାତ୍ର ଅସତର୍କ ଲୋକ ଆଗ ବଢ଼ି ଶାସ୍ତି ପାଏ । 13. ଅପରିଚିତ ଲୋକ ପାଇଁ ଯେ ଲଗା ହୁଏ, ତାହାର ବସ୍ତ୍ର ନିଅ; ପୁଣି, ଯେ ପରସ୍ତ୍ରୀ ପାଇଁ ଜାମିନ ହୁଏ, ତାହାକୁ ବନ୍ଧକ ରଖ । 14. ଯେଉଁ ଲୋକ ଅତି ପ୍ରଭାତରେ ଉଠି ଆପଣା ମିତ୍ରକୁ ଉଚ୍ଚ ରବରେ ଆଶୀର୍ବାଦ କରେ, ତାହାର ସେହି କର୍ମ ତାହା ପ୍ରତି ଅଭିଶାପ ରୂପେ ଗଣିତ ହେବ । 15. ଭାରୀ ବୃଷ୍ଟିଦିନରେ ଅବିରତ ବିନ୍ଦୁପାତ ଓ କଳିହୁଡ଼ୀ ସ୍ତ୍ରୀ, ଏ ଦୁଇ ଏକ ସମାନ ଅଟନ୍ତି । 16. ଯେ ତାକୁ ଅଟକାଏ, ସେ ବାୟୁକୁ ଅଟକାଏ ଓ ତାହାର ଦକ୍ଷିଣ ହସ୍ତ ତୈଳ ଉପରେ ପଡ଼େ । 17. ଯେପରି ଲୁହା ଲୁହାକୁ ସତେଜ କରେ, ସେପରି ମନୁଷ୍ୟ ଆପଣା ବନ୍ଧୁର ମୁଖ ସତେଜ କରେ । 18. ଯେକେହି ଡିମିରି ବୃକ୍ଷ ରକ୍ଷା କରେ, ସେ ତହିଁର ଫଳ ଖାଏ; ପୁଣି, ଯେ ଆପଣା ପ୍ରଭୁ ପ୍ରତି ମନୋଯୋଗୀ ଥାଏ, ସେ ସମ୍ମାନ ପାଏ । 19. ଯେପରି ଜଳ ମୁଖକୁ ମୁଖ ଦେଖାଏ, ସେପରି ହୃଦୟ ମନୁଷ୍ୟକୁ ମନୁଷ୍ୟ ଦେଖାଏ । 20. ଯେପରି ପାତାଳ ଓ ବିନାଶ-ସ୍ଥାନ କେତେବେଳେ ତୃପ୍ତ ନୁହେଁ, ସେପରି ମନୁଷ୍ୟର ଚକ୍ଷୁ କେତେବେଳେ ତୃପ୍ତ ନୁହେଁ । 21. କୋୟିରେ ରୂପା, ଉହ୍ମାଇରେ ସୁନା, ପ୍ରଶଂସାରେ ମନୁଷ୍ୟ ପରୀକ୍ଷିତ ହୁଏ । 22. ତୁମ୍ଭେ ଗହମ ସହିତ ଅଜ୍ଞାନକୁ ଢିଙ୍କିରେ କୁଟିଲେ ହେଁ ତାହାର ଅଜ୍ଞାନତା ଛାଡ଼ିଯିବ ନାହିଁ । 23. ତୁମ୍ଭେ ଆପଣା ମେଷପଲର ଅବସ୍ଥା ଜାଣିବା ପାଇଁ ଯନିବାନ ହୁଅ, ପୁଣି ଆପଣା ପଶୁପଲ ବିଷୟରେ ଉତ୍ତମ ରୂପେ ମନୋଯୋଗ କର । 24. କାରଣ ସମ୍ପତ୍ତି ଅନନ୍ତକାଳସ୍ଥାୟୀ ନୁହେଁ ଓ ମୁକୁଟ କʼଣ ପୁରୁଷାନୁକ୍ରମରେ ଥାଏ? 25. ଘାସ କଟା ହେଲେ କଅଁଳ ଘାସ ପ୍ରକାଶ ପାଏ, ଆଉ ପର୍ବତମାନର ତୃଣ ସଂଗୃହୀତ ହୁଏ । 26. ମେଷଛୁଆମାନେ ତୁମ୍ଭକୁ ବସ୍ତ୍ର ଦେବେ; ପୁଣି, ଛେଳି ତୁମ୍ଭ କ୍ଷେତ୍ରର ମୂଲ୍ୟ ସ୍ଵରୂପ ଅଟେ । 27. ପୁଣି, ଛେଳିଦୁଧ ତୁମ୍ଭର ଓ ତୁମ୍ଭ ପରିବାରର ଭକ୍ଷ୍ୟ ପାଇଁ ଯଥେଷ୍ଟ ହେବ; ଆଉ, ତୁମ୍ଭ ଦାସୀମାନଙ୍କ ପାଇଁ ଉପଜୀବିକା ହେବ ।
  • ହିତୋପଦେଶ ଅଧ୍ୟାୟ 1  
  • ହିତୋପଦେଶ ଅଧ୍ୟାୟ 2  
  • ହିତୋପଦେଶ ଅଧ୍ୟାୟ 3  
  • ହିତୋପଦେଶ ଅଧ୍ୟାୟ 4  
  • ହିତୋପଦେଶ ଅଧ୍ୟାୟ 5  
  • ହିତୋପଦେଶ ଅଧ୍ୟାୟ 6  
  • ହିତୋପଦେଶ ଅଧ୍ୟାୟ 7  
  • ହିତୋପଦେଶ ଅଧ୍ୟାୟ 8  
  • ହିତୋପଦେଶ ଅଧ୍ୟାୟ 9  
  • ହିତୋପଦେଶ ଅଧ୍ୟାୟ 10  
  • ହିତୋପଦେଶ ଅଧ୍ୟାୟ 11  
  • ହିତୋପଦେଶ ଅଧ୍ୟାୟ 12  
  • ହିତୋପଦେଶ ଅଧ୍ୟାୟ 13  
  • ହିତୋପଦେଶ ଅଧ୍ୟାୟ 14  
  • ହିତୋପଦେଶ ଅଧ୍ୟାୟ 15  
  • ହିତୋପଦେଶ ଅଧ୍ୟାୟ 16  
  • ହିତୋପଦେଶ ଅଧ୍ୟାୟ 17  
  • ହିତୋପଦେଶ ଅଧ୍ୟାୟ 18  
  • ହିତୋପଦେଶ ଅଧ୍ୟାୟ 19  
  • ହିତୋପଦେଶ ଅଧ୍ୟାୟ 20  
  • ହିତୋପଦେଶ ଅଧ୍ୟାୟ 21  
  • ହିତୋପଦେଶ ଅଧ୍ୟାୟ 22  
  • ହିତୋପଦେଶ ଅଧ୍ୟାୟ 23  
  • ହିତୋପଦେଶ ଅଧ୍ୟାୟ 24  
  • ହିତୋପଦେଶ ଅଧ୍ୟାୟ 25  
  • ହିତୋପଦେଶ ଅଧ୍ୟାୟ 26  
  • ହିତୋପଦେଶ ଅଧ୍ୟାୟ 27  
  • ହିତୋପଦେଶ ଅଧ୍ୟାୟ 28  
  • ହିତୋପଦେଶ ଅଧ୍ୟାୟ 29  
  • ହିତୋପଦେଶ ଅଧ୍ୟାୟ 30  
  • ହିତୋପଦେଶ ଅଧ୍ୟାୟ 31  
×

Alert

×

Oriya Letters Keypad References