ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ପିତରଙ୍କ ପ୍ରଥମ ପତ୍

ପିତରଙ୍କ ପ୍ରଥମ ପତ୍ ଅଧ୍ୟାୟ 5

1 ଅତଏବ, ଜଣେ ସହପ୍ରାଚୀନ ପୁଣି ଖ୍ରୀଷ୍ଟଙ୍କ ଦୁଃଖଭୋଗର ସାକ୍ଷୀ ଏବଂ ଆଗାମୀ ଗୌରବର ଅଂଶାଧିକାରୀ ଯେ ମୁଁ, ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରାଚୀନମାନଙ୍କୁ ଅନୁରୋଧ କରୁଅଛି, 2 ତୁମ୍ଭମାନଙ୍କ ତତ୍ତ୍ଵାବଧାନରେ ଥିବା ଈଶ୍ଵରଙ୍କ ପଲକୁ ପ୍ରତିପାଳନ କର, ବାଧ୍ୟ ହୋଇ ନୁହେଁ, ମାତ୍ର ଈଶ୍ଵରଙ୍କ ଇଚ୍ଛାନୁଯାୟୀ ସ୍ଵଚ୍ଛନ୍ଦ ମନରେ, କୁତ୍ସିତ ଲାଭ ନିମନ୍ତେ ନୁହେଁ,, କିନ୍ତୁ ଆଗ୍ରହ ସହକାରେ ତାହା କର; 3 ପୁଣି ଯେଉଁମାନଙ୍କର ଦାୟିତ୍ଵଭାର ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଛି, ସେମାନଙ୍କ ଉପରେ କର୍ତ୍ତାପଣ ନ କରି ପଲର ଆଦର୍ଶ ସ୍ଵରୂପ ହୋଇ ତାହା କର । 4 ସେଥିରେ ପ୍ରଧାନ ପାଳକ ପ୍ରକାଶିତ ହେବା ସମୟରେ ତୁମ୍ଭେମାନେ ଗୌରବର ଅମ୍ଳାନ ମୁକୁଟ ପାଇବ । 5 ସେହିପରି, ହେ ଯୁବକମାନେ, ତୁମ୍ଭେମାନେ ପ୍ରାଚୀନ-ମାନଙ୍କର ବଶୀଭୂତ ହୁଅ । ସମସ୍ତେ ପରସ୍ପର ପ୍ରତି ନମ୍ରତାରୂପ ବସ୍ତ୍ର ପରିଧାନ କର, କାରଣ ଈଶ୍ଵର ଅହଂକାରୀମାନଙ୍କ ପ୍ରତିରୋଧ କରି ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି । 6 ଅତଏବ, ଈଶ୍ଵରଙ୍କ ବଳବ; ହସ୍ତ ତଳେ ଆପଣା ଆପଣାକୁ ନତ କର, ଯେପରି ସେ ତୁମ୍ଭମାନଙ୍କୁ ଯଥା-ସମୟରେ ଉନ୍ନତ କରିବେ; 7 ତୁମ୍ଭମାନଙ୍କ ସମସ୍ତ ଚିନ୍ତାର ଭାର ତାହାଙ୍କ ଉପରେ ପକାଅ, କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ଚିନ୍ତା କରନ୍ତି । 8 ସଚେତନ ହୋଇ ଜାଗ୍ରତ ରୁହ । ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି; 9 ବିଶ୍ଵାସରେ ସ୍ଥିର ରହି ତାହାର ପ୍ରତିରୋଧ କର, ପୁଣି ଏହା ଜାଣ ଯେ, ଜଗତରେ ଥିବା ତୁମ୍ଭମାନଙ୍କ ଭାଇମାନଙ୍କ ପ୍ରତି ଏହିପ୍ରକାର ଦୁଃଖଭୋଗ ଘଟୁଅଛି । 10 ସମସ୍ତ ଅନୁଗ୍ରହର ଆକର ଯେଉଁ ଈଶ୍ଵର ଆପଣା ଅନ; ଗୌରବର ସହଭାଗୀ ହେବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ଵାରା ତୁମ୍ଭମାନଙ୍କୁ ଆହ୍ଵାନ କରିଅଛନ୍ତି, ସେ ତୁମ୍ଭମାନଙ୍କ କ୍ଷଣିକ ଦୁଃଖଭୋଗ ଉତ୍ତାରେ ତୁମ୍ଭମାନଙ୍କୁ ସିଦ୍ଧ, ସୁସ୍ଥିର, ସବଳ ଓ ସଂସ୍ଥାପିତ କରିବେ । 11 ପରାକ୍ରମ ଯୁଗେ ଯୁଗେ ତାହାଙ୍କର । ଆମେନ୍ । 12 ଈଶ୍ଵରଙ୍କ ସତ୍ୟ ଅନୁଗ୍ରହ ଯେ ଏହିପ୍ରକାର, ଏ ବିଷୟରେ ସାକ୍ଷ୍ୟ ଦେଇ ତୁମ୍ଭମାନଙ୍କୁ ଉତ୍ସାହ ଦେବା ନିମନ୍ତେ ସିଲ୍ଵାନଙ୍କ ଦ୍ଵାରା ମୁଁ ସଂକ୍ଷେପରେ ପତ୍ର ଲେଖିଲି; ମୋʼ ବୋଧରେ ସେ ଜଣେ ବିଶ୍ଵସ୍ତ ଭ୍ରାତା । ତୁମ୍ଭେମାନେ ଏହି ଅନୁଗ୍ରହରେ ସୁସ୍ଥିର ହୋଇଥାଅ । 13 ତୁମ୍ଭମାନଙ୍କ ସହିତ ମନୋନୀତ ବାବିଲୋନସ୍ଥ ମଣ୍ତଳୀ ଓ ମୋହର ପୁତ୍ର ମାର୍କ ତୁମ୍ଭମାନଙ୍କୁ ନମସ୍କାର ଜଣାଉ ଅଛନ୍ତି । 14 ପ୍ରେମ ଚୁମ୍ଵନ ଦେଇ ପରସ୍ପରକୁ ନମସ୍କାର କର । ଖ୍ରୀଷ୍ଟଙ୍କଠାରେ ଥିବା ତୁମ୍ଭମାନଙ୍କ ପ୍ରତି ଶାନ୍ତି ହେଉ ।
1. ଅତଏବ, ଜଣେ ସହପ୍ରାଚୀନ ପୁଣି ଖ୍ରୀଷ୍ଟଙ୍କ ଦୁଃଖଭୋଗର ସାକ୍ଷୀ ଏବଂ ଆଗାମୀ ଗୌରବର ଅଂଶାଧିକାରୀ ଯେ ମୁଁ, ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରାଚୀନମାନଙ୍କୁ ଅନୁରୋଧ କରୁଅଛି, 2. ତୁମ୍ଭମାନଙ୍କ ତତ୍ତ୍ଵାବଧାନରେ ଥିବା ଈଶ୍ଵରଙ୍କ ପଲକୁ ପ୍ରତିପାଳନ କର, ବାଧ୍ୟ ହୋଇ ନୁହେଁ, ମାତ୍ର ଈଶ୍ଵରଙ୍କ ଇଚ୍ଛାନୁଯାୟୀ ସ୍ଵଚ୍ଛନ୍ଦ ମନରେ, କୁତ୍ସିତ ଲାଭ ନିମନ୍ତେ ନୁହେଁ,, କିନ୍ତୁ ଆଗ୍ରହ ସହକାରେ ତାହା କର; 3. ପୁଣି ଯେଉଁମାନଙ୍କର ଦାୟିତ୍ଵଭାର ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଛି, ସେମାନଙ୍କ ଉପରେ କର୍ତ୍ତାପଣ ନ କରି ପଲର ଆଦର୍ଶ ସ୍ଵରୂପ ହୋଇ ତାହା କର । 4. ସେଥିରେ ପ୍ରଧାନ ପାଳକ ପ୍ରକାଶିତ ହେବା ସମୟରେ ତୁମ୍ଭେମାନେ ଗୌରବର ଅମ୍ଳାନ ମୁକୁଟ ପାଇବ । 5. ସେହିପରି, ହେ ଯୁବକମାନେ, ତୁମ୍ଭେମାନେ ପ୍ରାଚୀନ-ମାନଙ୍କର ବଶୀଭୂତ ହୁଅ । ସମସ୍ତେ ପରସ୍ପର ପ୍ରତି ନମ୍ରତାରୂପ ବସ୍ତ୍ର ପରିଧାନ କର, କାରଣ ଈଶ୍ଵର ଅହଂକାରୀମାନଙ୍କ ପ୍ରତିରୋଧ କରି ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି । 6. ଅତଏବ, ଈଶ୍ଵରଙ୍କ ବଳବ; ହସ୍ତ ତଳେ ଆପଣା ଆପଣାକୁ ନତ କର, ଯେପରି ସେ ତୁମ୍ଭମାନଙ୍କୁ ଯଥା-ସମୟରେ ଉନ୍ନତ କରିବେ; 7. ତୁମ୍ଭମାନଙ୍କ ସମସ୍ତ ଚିନ୍ତାର ଭାର ତାହାଙ୍କ ଉପରେ ପକାଅ, କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ଚିନ୍ତା କରନ୍ତି । 8. ସଚେତନ ହୋଇ ଜାଗ୍ରତ ରୁହ । ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି; 9. ବିଶ୍ଵାସରେ ସ୍ଥିର ରହି ତାହାର ପ୍ରତିରୋଧ କର, ପୁଣି ଏହା ଜାଣ ଯେ, ଜଗତରେ ଥିବା ତୁମ୍ଭମାନଙ୍କ ଭାଇମାନଙ୍କ ପ୍ରତି ଏହିପ୍ରକାର ଦୁଃଖଭୋଗ ଘଟୁଅଛି । 10. ସମସ୍ତ ଅନୁଗ୍ରହର ଆକର ଯେଉଁ ଈଶ୍ଵର ଆପଣା ଅନ; ଗୌରବର ସହଭାଗୀ ହେବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ଵାରା ତୁମ୍ଭମାନଙ୍କୁ ଆହ୍ଵାନ କରିଅଛନ୍ତି, ସେ ତୁମ୍ଭମାନଙ୍କ କ୍ଷଣିକ ଦୁଃଖଭୋଗ ଉତ୍ତାରେ ତୁମ୍ଭମାନଙ୍କୁ ସିଦ୍ଧ, ସୁସ୍ଥିର, ସବଳ ଓ ସଂସ୍ଥାପିତ କରିବେ । 11. ପରାକ୍ରମ ଯୁଗେ ଯୁଗେ ତାହାଙ୍କର । ଆମେନ୍ । 12. ଈଶ୍ଵରଙ୍କ ସତ୍ୟ ଅନୁଗ୍ରହ ଯେ ଏହିପ୍ରକାର, ଏ ବିଷୟରେ ସାକ୍ଷ୍ୟ ଦେଇ ତୁମ୍ଭମାନଙ୍କୁ ଉତ୍ସାହ ଦେବା ନିମନ୍ତେ ସିଲ୍ଵାନଙ୍କ ଦ୍ଵାରା ମୁଁ ସଂକ୍ଷେପରେ ପତ୍ର ଲେଖିଲି; ମୋʼ ବୋଧରେ ସେ ଜଣେ ବିଶ୍ଵସ୍ତ ଭ୍ରାତା । ତୁମ୍ଭେମାନେ ଏହି ଅନୁଗ୍ରହରେ ସୁସ୍ଥିର ହୋଇଥାଅ । 13. ତୁମ୍ଭମାନଙ୍କ ସହିତ ମନୋନୀତ ବାବିଲୋନସ୍ଥ ମଣ୍ତଳୀ ଓ ମୋହର ପୁତ୍ର ମାର୍କ ତୁମ୍ଭମାନଙ୍କୁ ନମସ୍କାର ଜଣାଉ ଅଛନ୍ତି । 14. ପ୍ରେମ ଚୁମ୍ଵନ ଦେଇ ପରସ୍ପରକୁ ନମସ୍କାର କର । ଖ୍ରୀଷ୍ଟଙ୍କଠାରେ ଥିବା ତୁମ୍ଭମାନଙ୍କ ପ୍ରତି ଶାନ୍ତି ହେଉ ।
  • ପିତରଙ୍କ ପ୍ରଥମ ପତ୍ ଅଧ୍ୟାୟ 1  
  • ପିତରଙ୍କ ପ୍ରଥମ ପତ୍ ଅଧ୍ୟାୟ 2  
  • ପିତରଙ୍କ ପ୍ରଥମ ପତ୍ ଅଧ୍ୟାୟ 3  
  • ପିତରଙ୍କ ପ୍ରଥମ ପତ୍ ଅଧ୍ୟାୟ 4  
  • ପିତରଙ୍କ ପ୍ରଥମ ପତ୍ ଅଧ୍ୟାୟ 5  
×

Alert

×

Oriya Letters Keypad References