ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ପ୍ରଥମ ଶାମୁୟେଲ

ପ୍ରଥମ ଶାମୁୟେଲ ଅଧ୍ୟାୟ 3

1 ସେ ସମୟରେ ବାଳକ ଶାମୁୟେଲ ଏଲିଙ୍କ ସମ୍ମୁଖରେ ସଦାପ୍ରଭୁଙ୍କ ପରିଚର୍ଯ୍ୟା କଲେ। ସେ କାଳରେ ସଦାପ୍ରଭୁଙ୍କ ବାକ୍ୟ ଦୁର୍ଲଭ ଥିଲା; ପ୍ରକାଶ୍ୟ-ଦର୍ଶନ ନ ଥିଲା । 2 ଏହି ସମୟରେ ଏଲିଙ୍କର ଚକ୍ଷୁ ଧନ୍ଦଳା ହେବାକୁ ଲାଗିଲା, ଏଣୁ ସେ ଦେଖି ପାରିଲେ ନାହିଁ । ଏକ ଦିନ ସେ ଆପଣା ସ୍ଥାନରେ ଶୋଇଥିଲେ ପ୍ର.ଶା. ୪:୧୫ 3 ଓ ପରମେଶ୍ଵରଙ୍କ ସିନ୍ଦୁକ ଯେଉଁ ସ୍ଥାନରେ ଥାଏ, ଏପରି ସଦାପ୍ରଭୁଙ୍କ ମନ୍ଦିରରେ ପରମେଶ୍ଵରଙ୍କ ପ୍ରଦୀପ ଲିଭିବା ପୂର୍ବେ ଯେତେବେଳେ ଶାମୁୟେଲ ଶୋଇଥିଲେ, 4 ସେତେବେଳେ ସଦାପ୍ରଭୁ ଶାମୁୟେଲଙ୍କୁ ଡାକିଲେ; ସେ କହିଲେ, ମୁଁ ଏଠାରେ ଅଛି । 5 ପୁଣି ସେ ଏଲିଙ୍କ ନିକଟକୁ ଧାଇଁ ଯାଇ କହିଲେ, ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା? ସେ କହିଲେ, ମୁଁ ଡାକି ନାହିଁ; ଫେରିଯାଇ ଶୁଅ । ତହୁଁ ସେ ଯାଇ ଶୋଇଲେ; 6 ଏଉତ୍ତାରେ ସଦାପ୍ରଭୁ ଶାମୁୟେଲ ବୋଲି ପୁନର୍ବାର ଡାକିଲେ । ତହୁଁ ଶାମୁୟେଲ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା? ସେ ଉତ୍ତର ଦେଲେ, ହେ ପୁତ୍ର, ମୁଁ ଡାକି ନାହିଁ; ଫେରିଯାଇ ଶୁଅ । 7 ସେସମୟରେ ଶାମୁୟେଲ ସଦାପ୍ରଭୁଙ୍କର ପରିଚୟ ପାଇ ନ ଥିଲେ, କିଅବା ସଦାପ୍ରଭୁଙ୍କ ବାକ୍ୟ ତାଙ୍କ ପ୍ରତି ପ୍ରକାଶିତ ହୋଇ ନ ଥିଲା । 8 ଏଉତ୍ତାରେ ସଦାପ୍ରଭୁ ପୁନର୍ବାର ତୃତୀୟ ଥର ଶାମୁୟେଲଙ୍କୁ ଡାକିଲେ । ତହୁଁ ସେ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା? ଏଥିରେ ସଦାପ୍ରଭୁ ଯେ ବାଳକକୁ ଡାକୁଅଛନ୍ତି, ଏହା ଏଲି ବୁଝିଲେ । 9 ତେଣୁ ଏଲି ଶାମୁୟେଲଙ୍କୁ କହିଲେ, ଯାଇ ଶୁଅ; ଯେବେ ସେ ତୁମ୍ଭକୁ ଡାକନ୍ତି, ତେବେ ତୁମ୍ଭେ କହିବ, ହେ ସଦାପ୍ରଭୋ, କହନ୍ତୁ, ଆପଣଙ୍କ ଦାସ ଶୁଣୁଅଛି । ତହୁଁ ଶାମୁୟେଲ ଯାଇ ଆପଣା ସ୍ଥାନରେ ଶୋଇଲେ । 10 ଏଉତ୍ତାରେ ସଦାପ୍ରଭୁ ଆସିଲେ, ପୁଣି ଠିଆ ହୋଇ ଅନ୍ୟ ସମୟ ପରି ଶାମୁୟେଲ, ଶାମୁୟେଲ, ବୋଲି ଡାକିଲେ । ତେବେ ଶାମୁୟେଲ କହିଲେ, କହନ୍ତୁ; ଆପଣଙ୍କ ଦାସ ଶୁଣୁଅଛି । 11 ତହୁଁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଦେଖ, ଆମ୍ଭେ ଇସ୍ରାଏଲ ମଧ୍ୟରେ ଏକ କର୍ମ କରିବା, ଯେ ପ୍ରତ୍ୟେକ ଲୋକ ତାହା ଶୁଣିବ, ତାହାର ଦୁଇ କର୍ଣ୍ଣ ଝାଁ ଝାଁ ହେବ । 12 ଆମ୍ଭେ ଏଲି ବିରୁଦ୍ଧରେ ତାହାର ପରିବାର ବିଷୟରେ ଯାହା ଯାହା କହିଅଛୁ, ସେସମସ୍ତ ପ୍ରଥମାବଧି ଶେଷ ପର୍ଯ୍ୟନ୍ତ ସେହିଦିନ ସଫଳ କରିବା । 13 ଯେହେତୁ ଯେଉଁ ଅପରାଧ ବିଷୟ ସେ ଜ୍ଞାତ ହେଲା, ତହିଁ ନିମନ୍ତେ ଆମ୍ଭେ ତାହାର ବଂଶକୁ ସର୍ବଦା ଦଣ୍ତ ଦେବା ବୋଲି ତାହାକୁ କହିଅଛୁ, କାରଣ ତାହାର ପୁତ୍ରମାନେ ଆପଣାମାନଙ୍କୁ ଶାପଗ୍ରସ୍ତ କଲେ ହେଁ ସେ ସେମାନଙ୍କୁ ଦମନ କଲା ନାହିଁ । 14 ଏହେତୁ ଏଲି ବଂଶର ଅପରାଧ, ବଳିଦାନ କି ନୈବେଦ୍ୟ ଦ୍ଵାରା ସଦାକାଳ ପରିଷ୍କୃତ ନୋହିବ ବୋଲି ଏଲି-ବଂଶ ବିଷୟରେ ଆମ୍ଭେ ଶପଥ କରିଅଛୁ । 15 ତହୁଁ ଶାମୁୟେଲ ପ୍ରଭାତ ପର୍ଯ୍ୟନ୍ତ ଶୟନ କଲେ, ତହିଁ ଉତ୍ତାରେ ସଦାପ୍ରଭୁଙ୍କ ଗୃହଦ୍ଵାର ଫିଟାଇଲେ । ପୁଣି ଏଲିଙ୍କୁ ସେହି ଦର୍ଶନ ବିଷୟ ଜଣାଇବାକୁ ଶାମୁୟେଲ ଭୟ କଲେ । 16 ପୁଣି, ହେ ମୋହର ପୁତ୍ର ଶାମୁୟେଲ, ଏହା କହି ଏଲି ଶାମୁୟେଲଙ୍କୁ ଡାକିଲେ । ତହିଁରେ ସେ ଉତ୍ତର ଦେଲେ, ମୁଁ ଏଠାରେ ଅଛି । 17 ତେବେ ସେ ପଚାରିଲେ, ସଦାପ୍ରଭୁ ତୁମ୍ଭକୁ କି କଥା କହିଲେ? ବିନୟ କରୁଅଛି, ମୋʼଠାରୁ ତାହା ଗୁପ୍ତ ନ କର; ସେ ଯେସମସ୍ତ କଥା କହିଅଛନ୍ତି, ତହିଁରୁ କୌଣସି କଥା ତୁମ୍ଭେ ମୋʼଠାରୁ ଗୁପ୍ତ କଲେ, ପରମେଶ୍ଵର ସେହି ଦଣ୍ତ, ମଧ୍ୟ ତହିଁରୁ ଅଧିକ ତୁମ୍ଭକୁ ଦେଉନ୍ତୁ । 18 ତହିଁରେ ଶାମୁୟେଲ କିଛି ଗୁପ୍ତ ନ କରି ତାଙ୍କୁ ସବୁ କଥା ଜଣାଇଲେ । ତହୁଁ ସେ କହିଲେ, ସେ ତ ସଦାପ୍ରଭୁ; ଯାହା ତାହାଙ୍କ ଦୃଷ୍ଟିରେ ଭଲ, ତାହା ସେ କରନ୍ତୁ । 19 ଅନନ୍ତର ଶାମୁୟେଲ ବଢ଼ିଲେ ଓ ସଦାପ୍ରଭୁ ତାଙ୍କ ସଙ୍ଗେ ଥାଇ ତାଙ୍କର କୌଣସି କଥା ତଳେ ପଡ଼ିବାକୁ ଦେଲେ ନାହିଁ । 20 ତହିଁରେ ଶାମୁୟେଲ ଯେ ସଦାପ୍ରଭୁଙ୍କ ଭବିଷ୍ୟଦ୍ବକ୍ତା ହେବାକୁ ନିଯୁକ୍ତ ହୋଇଅଛନ୍ତି,ଏହା ଦାନ୍‍ଠାରୁ ବେର୍ଶେବା ପର୍ଯ୍ୟନ୍ତ ସମସ୍ତ ଇସ୍ରାଏଲ ଜ୍ଞାତ ହେଲେ । 21 ଆହୁରି ସଦାପ୍ରଭୁ ଶୀଲୋରେ ପୁନର୍ବାର ଦର୍ଶନ ଦେଲେନ୍ତକାରଣ ସଦାପ୍ରଭୁ ଶୀଲୋରେ ଶାମୁୟେଲଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଦ୍ଵାରା ଆପଣାକୁ ପ୍ରକାଶ କଲେ ।
1 ସେ ସମୟରେ ବାଳକ ଶାମୁୟେଲ ଏଲିଙ୍କ ସମ୍ମୁଖରେ ସଦାପ୍ରଭୁଙ୍କ ପରିଚର୍ଯ୍ୟା କଲେ। ସେ କାଳରେ ସଦାପ୍ରଭୁଙ୍କ ବାକ୍ୟ ଦୁର୍ଲଭ ଥିଲା; ପ୍ରକାଶ୍ୟ-ଦର୍ଶନ ନ ଥିଲା । .::. 2 ଏହି ସମୟରେ ଏଲିଙ୍କର ଚକ୍ଷୁ ଧନ୍ଦଳା ହେବାକୁ ଲାଗିଲା, ଏଣୁ ସେ ଦେଖି ପାରିଲେ ନାହିଁ । ଏକ ଦିନ ସେ ଆପଣା ସ୍ଥାନରେ ଶୋଇଥିଲେ ପ୍ର.ଶା. ୪:୧୫ .::. 3 ଓ ପରମେଶ୍ଵରଙ୍କ ସିନ୍ଦୁକ ଯେଉଁ ସ୍ଥାନରେ ଥାଏ, ଏପରି ସଦାପ୍ରଭୁଙ୍କ ମନ୍ଦିରରେ ପରମେଶ୍ଵରଙ୍କ ପ୍ରଦୀପ ଲିଭିବା ପୂର୍ବେ ଯେତେବେଳେ ଶାମୁୟେଲ ଶୋଇଥିଲେ, .::. 4 ସେତେବେଳେ ସଦାପ୍ରଭୁ ଶାମୁୟେଲଙ୍କୁ ଡାକିଲେ; ସେ କହିଲେ, ମୁଁ ଏଠାରେ ଅଛି । .::. 5 ପୁଣି ସେ ଏଲିଙ୍କ ନିକଟକୁ ଧାଇଁ ଯାଇ କହିଲେ, ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା? ସେ କହିଲେ, ମୁଁ ଡାକି ନାହିଁ; ଫେରିଯାଇ ଶୁଅ । ତହୁଁ ସେ ଯାଇ ଶୋଇଲେ; .::. 6 ଏଉତ୍ତାରେ ସଦାପ୍ରଭୁ ଶାମୁୟେଲ ବୋଲି ପୁନର୍ବାର ଡାକିଲେ । ତହୁଁ ଶାମୁୟେଲ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା? ସେ ଉତ୍ତର ଦେଲେ, ହେ ପୁତ୍ର, ମୁଁ ଡାକି ନାହିଁ; ଫେରିଯାଇ ଶୁଅ । .::. 7 ସେସମୟରେ ଶାମୁୟେଲ ସଦାପ୍ରଭୁଙ୍କର ପରିଚୟ ପାଇ ନ ଥିଲେ, କିଅବା ସଦାପ୍ରଭୁଙ୍କ ବାକ୍ୟ ତାଙ୍କ ପ୍ରତି ପ୍ରକାଶିତ ହୋଇ ନ ଥିଲା । .::. 8 ଏଉତ୍ତାରେ ସଦାପ୍ରଭୁ ପୁନର୍ବାର ତୃତୀୟ ଥର ଶାମୁୟେଲଙ୍କୁ ଡାକିଲେ । ତହୁଁ ସେ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା? ଏଥିରେ ସଦାପ୍ରଭୁ ଯେ ବାଳକକୁ ଡାକୁଅଛନ୍ତି, ଏହା ଏଲି ବୁଝିଲେ । .::. 9 ତେଣୁ ଏଲି ଶାମୁୟେଲଙ୍କୁ କହିଲେ, ଯାଇ ଶୁଅ; ଯେବେ ସେ ତୁମ୍ଭକୁ ଡାକନ୍ତି, ତେବେ ତୁମ୍ଭେ କହିବ, ହେ ସଦାପ୍ରଭୋ, କହନ୍ତୁ, ଆପଣଙ୍କ ଦାସ ଶୁଣୁଅଛି । ତହୁଁ ଶାମୁୟେଲ ଯାଇ ଆପଣା ସ୍ଥାନରେ ଶୋଇଲେ । .::. 10 ଏଉତ୍ତାରେ ସଦାପ୍ରଭୁ ଆସିଲେ, ପୁଣି ଠିଆ ହୋଇ ଅନ୍ୟ ସମୟ ପରି ଶାମୁୟେଲ, ଶାମୁୟେଲ, ବୋଲି ଡାକିଲେ । ତେବେ ଶାମୁୟେଲ କହିଲେ, କହନ୍ତୁ; ଆପଣଙ୍କ ଦାସ ଶୁଣୁଅଛି । .::. 11 ତହୁଁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଦେଖ, ଆମ୍ଭେ ଇସ୍ରାଏଲ ମଧ୍ୟରେ ଏକ କର୍ମ କରିବା, ଯେ ପ୍ରତ୍ୟେକ ଲୋକ ତାହା ଶୁଣିବ, ତାହାର ଦୁଇ କର୍ଣ୍ଣ ଝାଁ ଝାଁ ହେବ । .::. 12 ଆମ୍ଭେ ଏଲି ବିରୁଦ୍ଧରେ ତାହାର ପରିବାର ବିଷୟରେ ଯାହା ଯାହା କହିଅଛୁ, ସେସମସ୍ତ ପ୍ରଥମାବଧି ଶେଷ ପର୍ଯ୍ୟନ୍ତ ସେହିଦିନ ସଫଳ କରିବା । .::. 13 ଯେହେତୁ ଯେଉଁ ଅପରାଧ ବିଷୟ ସେ ଜ୍ଞାତ ହେଲା, ତହିଁ ନିମନ୍ତେ ଆମ୍ଭେ ତାହାର ବଂଶକୁ ସର୍ବଦା ଦଣ୍ତ ଦେବା ବୋଲି ତାହାକୁ କହିଅଛୁ, କାରଣ ତାହାର ପୁତ୍ରମାନେ ଆପଣାମାନଙ୍କୁ ଶାପଗ୍ରସ୍ତ କଲେ ହେଁ ସେ ସେମାନଙ୍କୁ ଦମନ କଲା ନାହିଁ । .::. 14 ଏହେତୁ ଏଲି ବଂଶର ଅପରାଧ, ବଳିଦାନ କି ନୈବେଦ୍ୟ ଦ୍ଵାରା ସଦାକାଳ ପରିଷ୍କୃତ ନୋହିବ ବୋଲି ଏଲି-ବଂଶ ବିଷୟରେ ଆମ୍ଭେ ଶପଥ କରିଅଛୁ । .::. 15 ତହୁଁ ଶାମୁୟେଲ ପ୍ରଭାତ ପର୍ଯ୍ୟନ୍ତ ଶୟନ କଲେ, ତହିଁ ଉତ୍ତାରେ ସଦାପ୍ରଭୁଙ୍କ ଗୃହଦ୍ଵାର ଫିଟାଇଲେ । ପୁଣି ଏଲିଙ୍କୁ ସେହି ଦର୍ଶନ ବିଷୟ ଜଣାଇବାକୁ ଶାମୁୟେଲ ଭୟ କଲେ । .::. 16 ପୁଣି, ହେ ମୋହର ପୁତ୍ର ଶାମୁୟେଲ, ଏହା କହି ଏଲି ଶାମୁୟେଲଙ୍କୁ ଡାକିଲେ । ତହିଁରେ ସେ ଉତ୍ତର ଦେଲେ, ମୁଁ ଏଠାରେ ଅଛି । .::. 17 ତେବେ ସେ ପଚାରିଲେ, ସଦାପ୍ରଭୁ ତୁମ୍ଭକୁ କି କଥା କହିଲେ? ବିନୟ କରୁଅଛି, ମୋʼଠାରୁ ତାହା ଗୁପ୍ତ ନ କର; ସେ ଯେସମସ୍ତ କଥା କହିଅଛନ୍ତି, ତହିଁରୁ କୌଣସି କଥା ତୁମ୍ଭେ ମୋʼଠାରୁ ଗୁପ୍ତ କଲେ, ପରମେଶ୍ଵର ସେହି ଦଣ୍ତ, ମଧ୍ୟ ତହିଁରୁ ଅଧିକ ତୁମ୍ଭକୁ ଦେଉନ୍ତୁ । .::. 18 ତହିଁରେ ଶାମୁୟେଲ କିଛି ଗୁପ୍ତ ନ କରି ତାଙ୍କୁ ସବୁ କଥା ଜଣାଇଲେ । ତହୁଁ ସେ କହିଲେ, ସେ ତ ସଦାପ୍ରଭୁ; ଯାହା ତାହାଙ୍କ ଦୃଷ୍ଟିରେ ଭଲ, ତାହା ସେ କରନ୍ତୁ । .::. 19 ଅନନ୍ତର ଶାମୁୟେଲ ବଢ଼ିଲେ ଓ ସଦାପ୍ରଭୁ ତାଙ୍କ ସଙ୍ଗେ ଥାଇ ତାଙ୍କର କୌଣସି କଥା ତଳେ ପଡ଼ିବାକୁ ଦେଲେ ନାହିଁ । .::. 20 ତହିଁରେ ଶାମୁୟେଲ ଯେ ସଦାପ୍ରଭୁଙ୍କ ଭବିଷ୍ୟଦ୍ବକ୍ତା ହେବାକୁ ନିଯୁକ୍ତ ହୋଇଅଛନ୍ତି,ଏହା ଦାନ୍‍ଠାରୁ ବେର୍ଶେବା ପର୍ଯ୍ୟନ୍ତ ସମସ୍ତ ଇସ୍ରାଏଲ ଜ୍ଞାତ ହେଲେ । .::. 21 ଆହୁରି ସଦାପ୍ରଭୁ ଶୀଲୋରେ ପୁନର୍ବାର ଦର୍ଶନ ଦେଲେନ୍ତକାରଣ ସଦାପ୍ରଭୁ ଶୀଲୋରେ ଶାମୁୟେଲଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଦ୍ଵାରା ଆପଣାକୁ ପ୍ରକାଶ କଲେ । .::.
  • ପ୍ରଥମ ଶାମୁୟେଲ ଅଧ୍ୟାୟ 1  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 2  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 3  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 4  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 5  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 6  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 7  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 8  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 9  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 10  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 11  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 12  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 13  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 14  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 15  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 16  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 17  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 18  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 19  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 20  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 21  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 22  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 23  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 24  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 25  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 26  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 27  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 28  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 29  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 30  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 31  
×

Alert

×

Oriya Letters Keypad References