ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ପ୍ରଥମ ଶାମୁୟେଲ

ପ୍ରଥମ ଶାମୁୟେଲ ଅଧ୍ୟାୟ 6

1 ସଦାପ୍ରଭୁଙ୍କ ସିନ୍ଦୁକ ପଲେଷ୍ଟୀୟମାନଙ୍କ ଦେଶରେ ସାତ ମାସ ରହିଲା । 2 ଏଥିରେ ପଲେଷ୍ଟୀୟମାନେ ଯାଜକମାନଙ୍କୁ ଓ ମନ୍ତ୍ରଜ୍ଞ-ମାନଙ୍କୁ ଡକାଇ କହିଲେ, ସଦାପ୍ରଭୁଙ୍କ ସିନ୍ଦୁକ ବିଷୟରେ ଆମ୍ଭେମାନେ କଅଣ କରିବା, କି ଦେଇ ଆମ୍ଭେମାନେ ତାହା ସ୍ଵସ୍ଥାନକୁ ପଠାଇବା? ଏହା ଆମ୍ଭମାନଙ୍କୁ ଜଣାଅ । 3 ତହିଁରେ ସେମାନେ କହିଲେ, ଯେବେ ତୁମ୍ଭେମାନେ ଇସ୍ରାଏଲର ପରମେଶ୍ଵରଙ୍କ ସିନ୍ଦୁକ ପଠାଇ ଦେବ, ତେବେ ତାହା ରିକ୍ତ ପଠାଅ ନାହିଁ; ମାତ୍ର କୌଣସିମତେ ହେଲେ ଗୋଟିଏ ଦୋଷାର୍ଥକ ଉପହାର ତାହାଙ୍କ ନିକଟକୁ ଫେରି ପଠାଅ; ତେବେ ତୁମ୍ଭେମାନେ ସୁସ୍ଥ ହେବ ଓ ତୁମ୍ଭମାନଙ୍କଠାରୁ ତାହାଙ୍କ ହସ୍ତ କାହିଁକି ଘୁଞ୍ଚା ଯାଉ ନାହିଁ, ଏହା ତୁମ୍ଭମାନଙ୍କୁ ଜଣାଯିବ । 4 ତହୁଁ ସେମାନେ ପଚାରିଲେ, ଆମ୍ଭେମାନେ କି ପ୍ରକାର ଦୋଷାର୍ଥକ ଉପହାର ତାହାଙ୍କ ନିକଟକୁ ଫେରି ପଠାଇବା? ଏଥିରେ ସେମାନେ କହିଲେ, ପଲେଷ୍ଟୀୟମାନଙ୍କ ଅଧିପତିଗଣର ସଂଖ୍ୟାନୁସାରେ ସ୍ଵର୍ଣ୍ଣମୟ ପାଞ୍ଚ ଅର୍ଶ ଓ ସ୍ଵର୍ଣ୍ଣମୟ ପାଞ୍ଚ ମୂଷିକ, କାରଣ ତୁମ୍ଭ ସମସ୍ତଙ୍କୁ ଓ ତୁମ୍ଭମାନଙ୍କ ଅଧିପତିଗଣଙ୍କୁ ଏକରୂପ ମହାମାରୀ ଘଟିଥିଲା । 5 ଏନିମନ୍ତେ ତୁମ୍ଭେମାନେ ଆପଣାମାନଙ୍କ ଅର୍ଶ-ପ୍ରତିମା ଓ ତୁମ୍ଭମାନଙ୍କ ଦେଶନାଶକାରୀ ମୂଷିକ-ପ୍ରତିମା ନିର୍ମାଣ କର ଓ ଇସ୍ରାଏଲର ପରମେଶ୍ଵରଙ୍କୁ ଗୌରବ ଦିଅ, ହୋଇପାରେ ସେ ତୁମ୍ଭମାନଙ୍କ ଉପରୁ ଓ ତୁମ୍ଭମାନଙ୍କ ଦେବତାମାନଙ୍କ ଉପରୁ ଓ ତୁମ୍ଭମାନଙ୍କ ଦେଶ ଉପରୁ ଆପଣା ହସ୍ତ ହାଲୁକା କରିବେ । 6 ଯେପରି ମିସ୍ରୀୟମାନେ ଓ ଫାରୋ ଆପଣାମାନଙ୍କ ହୃଦୟ ଭାରୀ କରିଥିଲେ, ସେପରି ତୁମ୍ଭେମାନେ କାହିଁକି ଆପଣମାନଙ୍କ ହୃଦୟ ଭାରୀ କରୁଅଛ? ସେ ସେମାନଙ୍କ ମଧ୍ୟରେ ଆପଣା ମହାଶକ୍ତି ପ୍ରକାଶ କରନ୍ତେ, ସେମାନେ କି ଲୋକମାନଙ୍କୁ ଛାଡ଼ି ଦେଲେ ନାହିଁ ଓ ଲୋକମାନେ କି ପ୍ରସ୍ଥାନ କଲେ ନାହିଁ? 7 ଏହେତୁ ଏବେ ଗୋଟିଏ ନୂଆ ଶଗଡ଼ ପ୍ରସ୍ତୁତ କର ଓ ଯେଉଁ ଦୁଗ୍ଧବତୀ ଗାଭୀମାନଙ୍କ ଉପରେ ଯୁଆଳି ଲାଗି ନାହିଁ, ଏପରି ଦୁଇ ଗାଭୀ ଶଗଡ଼ରେ ଯୋଚ ଓ ସେମାନଙ୍କ-ଠାରୁ ସେମାନଙ୍କ ବାଛୁରିକି ଘରକୁ ଆଣ; 8 ପୁଣି ସଦାପ୍ରଭୁଙ୍କ ସିନ୍ଦୁକ ନେଇ ସେହି ଶଗଡ଼ ଉପରେ ରଖ ଓ ଯେଉଁ ସ୍ଵର୍ଣ୍ଣମୟ ପଦାର୍ଥ ଦୋଷାର୍ଥକ ଉପହାର ରୂପେ ତାହାଙ୍କ ନିକଟକୁ ଫେରି ପଠାଇବ, ତାହା ତହିଁ ପାର୍ଶ୍ଵରେ ଏକ ସିନ୍ଦୁକରେ ରଖ; ତହୁଁ ଯିବା ପାଇଁ ତାହା ପଠାଇ ଦିଅ । 9 ଆଉ ଦେଖ, ଯେବେ ତାହା ଆପଣା ସୀମାସ୍ଥ ପଥ ଦେଇ ବୈଥ୍-ଶେମଶକୁ ଯାଏ, ତେବେ ସେ ଆମ୍ଭମାନଙ୍କ ପ୍ରତି ଏହି ମହା ଅମଙ୍ଗଳ ଘଟାଇଅଛନ୍ତି, ମାତ୍ର ଯେବେ ନ ଯାଏ, ତେବେ ଆମ୍ଭେମାନେ ଜାଣିବୁ ଯେ, ତାହାଙ୍କ ହସ୍ତ ଆମ୍ଭମାନଙ୍କୁ ଆଘାତ କରି ନାହିଁ; ତାହା ଘଟନାକ୍ରମେ ଆମ୍ଭମାନଙ୍କୁ ଘଟିଅଛି । 10 ତହିଁରେ ଲୋକମାନେ ସେପରି କଲେ; ପୁଣି ଦୁଇ ଦୁଗ୍ଧବତୀ ଗାଭୀ ନେଇ ଶଗଡ଼ରେ ଯୋଚିଲେ ଓ ସେମାନଙ୍କ ବାଛୁରିକି ଘରେ ବନ୍ଦ କଲେ । 11 ଆଉ ସେମାନେ ଶଗଡ଼ ଉପରେ ସଦାପ୍ରଭୁଙ୍କ ସିନ୍ଦୁକ ଓ ସ୍ଵର୍ଣ୍ଣ ମୂଷିକ ଓ ସେମାନଙ୍କ ଅର୍ଶ-ପ୍ରତିମାର ସିନ୍ଦୁକ ରଖିଲେ । 12 ତହୁଁ ସେହି ଗାଭୀମାନେ ସଳଖ ପଥ ଧରି ବୈଥ୍-ଶେମଶକୁ ଯିବା ବାଟରେ ଗଲେ; ସେମାନେ ଯାଉ ଯାଉ ହମ୍ଵାରବ ପକାଇ ସଡ଼କରେ ଗଲେ, ଦକ୍ଷିଣକୁ କି ବାମକୁ ଫେରିଲେ ନାହିଁ; ଆଉ ସେମାନଙ୍କ ପଛେ ପଛେ ପଲେଷ୍ଟୀୟ ଅଧିପତିମାନେ ବୈଥ୍-ଶେମଶ ସୀମା ପର୍ଯ୍ୟନ୍ତ ଗଲେ । 13 ସେହି ସମୟରେ ବୈଥ୍-ଶେମଶର ଲୋକମାନେ ତଳଭୂମିରେ ଆପଣାମାନଙ୍କ ଗହମ କାଟୁଥିଲେ; ପୁଣି ସେମାନେ ଅନାଇ ସିନ୍ଦୁକ ଦେଖିଲେ ଓ ତାହା ଦେଖି ଆନନ୍ଦିତ ହେଲେ । 14 ଏଉତ୍ତାରେ ସେହି ଶଗଡ଼ ବୈଥ୍-ଶେମଶୀୟ ଯିହୋଶୂୟର କ୍ଷେତ୍ରକୁ ଆସି ଏକ ବଡ଼ ପଥର ଥିବା ସ୍ଥାନରେ ଛିଡ଼ା ହୋଇ ରହିଲା; ତହିଁରେ ସେମାନେ ସେ ଶଗଡ଼ର କାଠ ଚିରି ସେହି ଗାଭୀମାନଙ୍କୁ ହୋମବଳି ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ । 15 ପୁଣି ଲେବୀୟମାନେ ସଦାପ୍ରଭୁଙ୍କ ସିନ୍ଦୁକ ଓ ତହିଁ ସହିତ ଥିବା ସ୍ଵର୍ଣ୍ଣ ପଦାର୍ଥର ସିନ୍ଦୁକ ଓହ୍ଲାଇ ସେହି ବଡ଼ ପଥର ଉପରେ ଥୋଇଲେ; ଆଉ ବୈଥ୍-ଶେମଶର ଲୋକମାନେ ସେହିଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥକ ଉପହାର ଦେଲେ ଓ ବଳି ଉତ୍ସର୍ଗ କଲେ । 16 ତହୁଁ ପଲେଷ୍ଟୀୟମାନଙ୍କ ପାଞ୍ଚ ଅଧିପତି ତାହା ଦେଖି ସେହି ଦିନ ଇକ୍ରୋଣକୁ ଫେରି ଆସିଲେ । 17 ପଲେଷ୍ଟୀୟମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦୋଷାର୍ଥକ ଉପହାର ରୂପେ ଏହିସବୁ ସ୍ଵର୍ଣ୍ଣମୟ ଅର୍ଶ ପଠାଇଥିଲେ; ଯଥା, ଅସ୍ଦୋଦ୍ ପାଇଁ ଏକ, ଘସା ପାଇଁ ଏକ, ଅସ୍କିଲୋନ ପାଇଁ ଏକ, ଗାଥ୍ ପାଇଁ ଏକ, ଇକ୍ରୋଣ ପାଇଁ ଏକ; 18 ପୁଣି ବୈଥ୍-ଶେମଶୀୟ ଯିହୋଶୂୟର କ୍ଷେତ୍ରସ୍ଥିତ ଯେଉଁ ବଡ଼ ପଥର ଆଜି ପର୍ଯ୍ୟନ୍ତ ଅଛି, ଯହିଁ ଉପରେ ସେମାନେ ସଦାପ୍ରଭୁଙ୍କ ସିନ୍ଦୁକ ରଖିଥିଲେ, ସେପର୍ଯ୍ୟନ୍ତ ପାଞ୍ଚ ଅଧିପତିଙ୍କ ଅଧୀନସ୍ଥ ପ୍ରାଚୀରବେଷ୍ଟିତ ନଗର ହେଉ କି ଦେଶୀୟ ଗ୍ରାମମାନ ହେଉ, ପଲେଷ୍ଟୀୟମାନଙ୍କ ନଗର-ସକଳର ସଂଖ୍ୟାନୁସାରେ ସ୍ଵର୍ଣ୍ଣମୟ ମୂଷିକ ପଠାଇଲେ । 19 ପୁଣି ବୈଥ୍-ଶେମଶୀୟ ଲୋକମାନେ ସଦାପ୍ରଭୁଙ୍କ ସିନ୍ଦୁକକୁ ଅନାଇବାରୁ ସେ ସେମାନଙ୍କୁ ବଧ କଲେ । ଲୋକମାନଙ୍କ ମଧ୍ୟରୁ ସତୁରି ଜଣ, ଅର୍ଥାତ୍, ହଜାରକେ ପଚାଶ ଜଣ ବଧ କଲେ; ପୁଣି ସଦାପ୍ରଭୁ ମହାସଂହାରରେ ଲୋକମାନଙ୍କର ସଂହାର କରିବାରୁ ସେମାନେ ବିଳାପ କଲେ । 20 ଆହୁରି ବୈଥ୍-ଶେମଶୀୟ ଲୋକମାନେ କହିଲେ, ଏହି ପବିତ୍ର ପରମେଶ୍ଵର ସଦାପ୍ରଭୁଙ୍କ ସମ୍ମୁଖରେ କିଏ ଛିଡ଼ା ହୋଇପାରେ? ଏବେ ଆମ୍ଭମାନଙ୍କଠାରୁ ସେ କାହା ନିକଟକୁ ଯିବେ? 21 ତହୁଁ ସେମାନେ କିରୀୟଥ୍-ଯିୟାରୀମୀୟ ଲୋକ-ମାନଙ୍କ ନିକଟକୁ ଦୂତ ପଠାଇ କହିଲେ, ପଲେଷ୍ଟୀୟମାନେ ସଦାପ୍ରଭୁଙ୍କ ସିନ୍ଦୁକ ଫେରାଇ ଆଣିଅଛନ୍ତି; ତୁମ୍ଭେମାନେ ଆସି ଆପଣାମାନଙ୍କ ନିକଟକୁ ତାହା ନେଇଯାଅ ।
1 ସଦାପ୍ରଭୁଙ୍କ ସିନ୍ଦୁକ ପଲେଷ୍ଟୀୟମାନଙ୍କ ଦେଶରେ ସାତ ମାସ ରହିଲା । .::. 2 ଏଥିରେ ପଲେଷ୍ଟୀୟମାନେ ଯାଜକମାନଙ୍କୁ ଓ ମନ୍ତ୍ରଜ୍ଞ-ମାନଙ୍କୁ ଡକାଇ କହିଲେ, ସଦାପ୍ରଭୁଙ୍କ ସିନ୍ଦୁକ ବିଷୟରେ ଆମ୍ଭେମାନେ କଅଣ କରିବା, କି ଦେଇ ଆମ୍ଭେମାନେ ତାହା ସ୍ଵସ୍ଥାନକୁ ପଠାଇବା? ଏହା ଆମ୍ଭମାନଙ୍କୁ ଜଣାଅ । .::. 3 ତହିଁରେ ସେମାନେ କହିଲେ, ଯେବେ ତୁମ୍ଭେମାନେ ଇସ୍ରାଏଲର ପରମେଶ୍ଵରଙ୍କ ସିନ୍ଦୁକ ପଠାଇ ଦେବ, ତେବେ ତାହା ରିକ୍ତ ପଠାଅ ନାହିଁ; ମାତ୍ର କୌଣସିମତେ ହେଲେ ଗୋଟିଏ ଦୋଷାର୍ଥକ ଉପହାର ତାହାଙ୍କ ନିକଟକୁ ଫେରି ପଠାଅ; ତେବେ ତୁମ୍ଭେମାନେ ସୁସ୍ଥ ହେବ ଓ ତୁମ୍ଭମାନଙ୍କଠାରୁ ତାହାଙ୍କ ହସ୍ତ କାହିଁକି ଘୁଞ୍ଚା ଯାଉ ନାହିଁ, ଏହା ତୁମ୍ଭମାନଙ୍କୁ ଜଣାଯିବ । .::. 4 ତହୁଁ ସେମାନେ ପଚାରିଲେ, ଆମ୍ଭେମାନେ କି ପ୍ରକାର ଦୋଷାର୍ଥକ ଉପହାର ତାହାଙ୍କ ନିକଟକୁ ଫେରି ପଠାଇବା? ଏଥିରେ ସେମାନେ କହିଲେ, ପଲେଷ୍ଟୀୟମାନଙ୍କ ଅଧିପତିଗଣର ସଂଖ୍ୟାନୁସାରେ ସ୍ଵର୍ଣ୍ଣମୟ ପାଞ୍ଚ ଅର୍ଶ ଓ ସ୍ଵର୍ଣ୍ଣମୟ ପାଞ୍ଚ ମୂଷିକ, କାରଣ ତୁମ୍ଭ ସମସ୍ତଙ୍କୁ ଓ ତୁମ୍ଭମାନଙ୍କ ଅଧିପତିଗଣଙ୍କୁ ଏକରୂପ ମହାମାରୀ ଘଟିଥିଲା । .::. 5 ଏନିମନ୍ତେ ତୁମ୍ଭେମାନେ ଆପଣାମାନଙ୍କ ଅର୍ଶ-ପ୍ରତିମା ଓ ତୁମ୍ଭମାନଙ୍କ ଦେଶନାଶକାରୀ ମୂଷିକ-ପ୍ରତିମା ନିର୍ମାଣ କର ଓ ଇସ୍ରାଏଲର ପରମେଶ୍ଵରଙ୍କୁ ଗୌରବ ଦିଅ, ହୋଇପାରେ ସେ ତୁମ୍ଭମାନଙ୍କ ଉପରୁ ଓ ତୁମ୍ଭମାନଙ୍କ ଦେବତାମାନଙ୍କ ଉପରୁ ଓ ତୁମ୍ଭମାନଙ୍କ ଦେଶ ଉପରୁ ଆପଣା ହସ୍ତ ହାଲୁକା କରିବେ । .::. 6 ଯେପରି ମିସ୍ରୀୟମାନେ ଓ ଫାରୋ ଆପଣାମାନଙ୍କ ହୃଦୟ ଭାରୀ କରିଥିଲେ, ସେପରି ତୁମ୍ଭେମାନେ କାହିଁକି ଆପଣମାନଙ୍କ ହୃଦୟ ଭାରୀ କରୁଅଛ? ସେ ସେମାନଙ୍କ ମଧ୍ୟରେ ଆପଣା ମହାଶକ୍ତି ପ୍ରକାଶ କରନ୍ତେ, ସେମାନେ କି ଲୋକମାନଙ୍କୁ ଛାଡ଼ି ଦେଲେ ନାହିଁ ଓ ଲୋକମାନେ କି ପ୍ରସ୍ଥାନ କଲେ ନାହିଁ? .::. 7 ଏହେତୁ ଏବେ ଗୋଟିଏ ନୂଆ ଶଗଡ଼ ପ୍ରସ୍ତୁତ କର ଓ ଯେଉଁ ଦୁଗ୍ଧବତୀ ଗାଭୀମାନଙ୍କ ଉପରେ ଯୁଆଳି ଲାଗି ନାହିଁ, ଏପରି ଦୁଇ ଗାଭୀ ଶଗଡ଼ରେ ଯୋଚ ଓ ସେମାନଙ୍କ-ଠାରୁ ସେମାନଙ୍କ ବାଛୁରିକି ଘରକୁ ଆଣ; .::. 8 ପୁଣି ସଦାପ୍ରଭୁଙ୍କ ସିନ୍ଦୁକ ନେଇ ସେହି ଶଗଡ଼ ଉପରେ ରଖ ଓ ଯେଉଁ ସ୍ଵର୍ଣ୍ଣମୟ ପଦାର୍ଥ ଦୋଷାର୍ଥକ ଉପହାର ରୂପେ ତାହାଙ୍କ ନିକଟକୁ ଫେରି ପଠାଇବ, ତାହା ତହିଁ ପାର୍ଶ୍ଵରେ ଏକ ସିନ୍ଦୁକରେ ରଖ; ତହୁଁ ଯିବା ପାଇଁ ତାହା ପଠାଇ ଦିଅ । .::. 9 ଆଉ ଦେଖ, ଯେବେ ତାହା ଆପଣା ସୀମାସ୍ଥ ପଥ ଦେଇ ବୈଥ୍-ଶେମଶକୁ ଯାଏ, ତେବେ ସେ ଆମ୍ଭମାନଙ୍କ ପ୍ରତି ଏହି ମହା ଅମଙ୍ଗଳ ଘଟାଇଅଛନ୍ତି, ମାତ୍ର ଯେବେ ନ ଯାଏ, ତେବେ ଆମ୍ଭେମାନେ ଜାଣିବୁ ଯେ, ତାହାଙ୍କ ହସ୍ତ ଆମ୍ଭମାନଙ୍କୁ ଆଘାତ କରି ନାହିଁ; ତାହା ଘଟନାକ୍ରମେ ଆମ୍ଭମାନଙ୍କୁ ଘଟିଅଛି । .::. 10 ତହିଁରେ ଲୋକମାନେ ସେପରି କଲେ; ପୁଣି ଦୁଇ ଦୁଗ୍ଧବତୀ ଗାଭୀ ନେଇ ଶଗଡ଼ରେ ଯୋଚିଲେ ଓ ସେମାନଙ୍କ ବାଛୁରିକି ଘରେ ବନ୍ଦ କଲେ । .::. 11 ଆଉ ସେମାନେ ଶଗଡ଼ ଉପରେ ସଦାପ୍ରଭୁଙ୍କ ସିନ୍ଦୁକ ଓ ସ୍ଵର୍ଣ୍ଣ ମୂଷିକ ଓ ସେମାନଙ୍କ ଅର୍ଶ-ପ୍ରତିମାର ସିନ୍ଦୁକ ରଖିଲେ । .::. 12 ତହୁଁ ସେହି ଗାଭୀମାନେ ସଳଖ ପଥ ଧରି ବୈଥ୍-ଶେମଶକୁ ଯିବା ବାଟରେ ଗଲେ; ସେମାନେ ଯାଉ ଯାଉ ହମ୍ଵାରବ ପକାଇ ସଡ଼କରେ ଗଲେ, ଦକ୍ଷିଣକୁ କି ବାମକୁ ଫେରିଲେ ନାହିଁ; ଆଉ ସେମାନଙ୍କ ପଛେ ପଛେ ପଲେଷ୍ଟୀୟ ଅଧିପତିମାନେ ବୈଥ୍-ଶେମଶ ସୀମା ପର୍ଯ୍ୟନ୍ତ ଗଲେ । .::. 13 ସେହି ସମୟରେ ବୈଥ୍-ଶେମଶର ଲୋକମାନେ ତଳଭୂମିରେ ଆପଣାମାନଙ୍କ ଗହମ କାଟୁଥିଲେ; ପୁଣି ସେମାନେ ଅନାଇ ସିନ୍ଦୁକ ଦେଖିଲେ ଓ ତାହା ଦେଖି ଆନନ୍ଦିତ ହେଲେ । .::. 14 ଏଉତ୍ତାରେ ସେହି ଶଗଡ଼ ବୈଥ୍-ଶେମଶୀୟ ଯିହୋଶୂୟର କ୍ଷେତ୍ରକୁ ଆସି ଏକ ବଡ଼ ପଥର ଥିବା ସ୍ଥାନରେ ଛିଡ଼ା ହୋଇ ରହିଲା; ତହିଁରେ ସେମାନେ ସେ ଶଗଡ଼ର କାଠ ଚିରି ସେହି ଗାଭୀମାନଙ୍କୁ ହୋମବଳି ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ । .::. 15 ପୁଣି ଲେବୀୟମାନେ ସଦାପ୍ରଭୁଙ୍କ ସିନ୍ଦୁକ ଓ ତହିଁ ସହିତ ଥିବା ସ୍ଵର୍ଣ୍ଣ ପଦାର୍ଥର ସିନ୍ଦୁକ ଓହ୍ଲାଇ ସେହି ବଡ଼ ପଥର ଉପରେ ଥୋଇଲେ; ଆଉ ବୈଥ୍-ଶେମଶର ଲୋକମାନେ ସେହିଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥକ ଉପହାର ଦେଲେ ଓ ବଳି ଉତ୍ସର୍ଗ କଲେ । .::. 16 ତହୁଁ ପଲେଷ୍ଟୀୟମାନଙ୍କ ପାଞ୍ଚ ଅଧିପତି ତାହା ଦେଖି ସେହି ଦିନ ଇକ୍ରୋଣକୁ ଫେରି ଆସିଲେ । .::. 17 ପଲେଷ୍ଟୀୟମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦୋଷାର୍ଥକ ଉପହାର ରୂପେ ଏହିସବୁ ସ୍ଵର୍ଣ୍ଣମୟ ଅର୍ଶ ପଠାଇଥିଲେ; ଯଥା, ଅସ୍ଦୋଦ୍ ପାଇଁ ଏକ, ଘସା ପାଇଁ ଏକ, ଅସ୍କିଲୋନ ପାଇଁ ଏକ, ଗାଥ୍ ପାଇଁ ଏକ, ଇକ୍ରୋଣ ପାଇଁ ଏକ; .::. 18 ପୁଣି ବୈଥ୍-ଶେମଶୀୟ ଯିହୋଶୂୟର କ୍ଷେତ୍ରସ୍ଥିତ ଯେଉଁ ବଡ଼ ପଥର ଆଜି ପର୍ଯ୍ୟନ୍ତ ଅଛି, ଯହିଁ ଉପରେ ସେମାନେ ସଦାପ୍ରଭୁଙ୍କ ସିନ୍ଦୁକ ରଖିଥିଲେ, ସେପର୍ଯ୍ୟନ୍ତ ପାଞ୍ଚ ଅଧିପତିଙ୍କ ଅଧୀନସ୍ଥ ପ୍ରାଚୀରବେଷ୍ଟିତ ନଗର ହେଉ କି ଦେଶୀୟ ଗ୍ରାମମାନ ହେଉ, ପଲେଷ୍ଟୀୟମାନଙ୍କ ନଗର-ସକଳର ସଂଖ୍ୟାନୁସାରେ ସ୍ଵର୍ଣ୍ଣମୟ ମୂଷିକ ପଠାଇଲେ । .::. 19 ପୁଣି ବୈଥ୍-ଶେମଶୀୟ ଲୋକମାନେ ସଦାପ୍ରଭୁଙ୍କ ସିନ୍ଦୁକକୁ ଅନାଇବାରୁ ସେ ସେମାନଙ୍କୁ ବଧ କଲେ । ଲୋକମାନଙ୍କ ମଧ୍ୟରୁ ସତୁରି ଜଣ, ଅର୍ଥାତ୍, ହଜାରକେ ପଚାଶ ଜଣ ବଧ କଲେ; ପୁଣି ସଦାପ୍ରଭୁ ମହାସଂହାରରେ ଲୋକମାନଙ୍କର ସଂହାର କରିବାରୁ ସେମାନେ ବିଳାପ କଲେ । .::. 20 ଆହୁରି ବୈଥ୍-ଶେମଶୀୟ ଲୋକମାନେ କହିଲେ, ଏହି ପବିତ୍ର ପରମେଶ୍ଵର ସଦାପ୍ରଭୁଙ୍କ ସମ୍ମୁଖରେ କିଏ ଛିଡ଼ା ହୋଇପାରେ? ଏବେ ଆମ୍ଭମାନଙ୍କଠାରୁ ସେ କାହା ନିକଟକୁ ଯିବେ? .::. 21 ତହୁଁ ସେମାନେ କିରୀୟଥ୍-ଯିୟାରୀମୀୟ ଲୋକ-ମାନଙ୍କ ନିକଟକୁ ଦୂତ ପଠାଇ କହିଲେ, ପଲେଷ୍ଟୀୟମାନେ ସଦାପ୍ରଭୁଙ୍କ ସିନ୍ଦୁକ ଫେରାଇ ଆଣିଅଛନ୍ତି; ତୁମ୍ଭେମାନେ ଆସି ଆପଣାମାନଙ୍କ ନିକଟକୁ ତାହା ନେଇଯାଅ । .::.
  • ପ୍ରଥମ ଶାମୁୟେଲ ଅଧ୍ୟାୟ 1  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 2  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 3  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 4  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 5  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 6  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 7  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 8  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 9  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 10  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 11  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 12  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 13  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 14  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 15  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 16  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 17  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 18  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 19  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 20  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 21  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 22  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 23  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 24  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 25  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 26  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 27  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 28  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 29  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 30  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 31  
×

Alert

×

Oriya Letters Keypad References