ଓଡିଆ ବାଇବଲ |
ORV
IRVOR
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
7
1
2
3
4
5
6
7
8
9
10
11
12
13
:
ରେକର୍ଡଗୁଡିକ
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2:0 (06 12 am)
ରେରିତମାନଙ୍କ କାର୍ଯ୍ୟର ବିବରଣ 24:0 (06 12 am)
ଗୀତସଂହିତା 130:112 (06 12 am)
ଗୀତସଂହିତା 87:100 (06 13 am)
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 7:0 (06 13 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 7
1
ଅତଏବ, ହେ ପ୍ରିୟମାନେ, ଏହି ସମସ୍ତ ପ୍ରତିଜ୍ଞା ପ୍ରାପ୍ତ ହେବାରୁ ଆସ, ଶରୀର ଓ ଆତ୍ମାର ସମସ୍ତ ଅଶୁଚିତାରୁ ଆପଣା ଆପଣାକୁ ଶୁଚି କରୁ, ପୁଣି ଈଶ୍ଵରଙ୍କୁ ଭୟ କରି ପବିତ୍ରତାରେ ସିଦ୍ଧ ହେଉ ।
2
ତୁମ୍ଭମାନଙ୍କ ହୃଦୟରେ ଆମ୍ଭମାନଙ୍କୁ ସ୍ଥାନ ଦିଅ; ଆମ୍ଭେମାନେ କାହାରି ଅନ୍ୟାୟ କରି ନାହୁଁ, କାହାକୁ ନଷ୍ଟ କରି ନାହୁଁ, କାହାରି କ୍ଷତି କରି ନାହୁଁ ।
3
ମୁଁ ତୁମ୍ଭମାନଙ୍କୁ ଦୋଷ ଦେବା ନିମନ୍ତେ ଏହା କହୁ ନାହିଁ; କାରଣ ମୁଁ ପୂର୍ବରେ କହିଅଛି, ତୁମ୍ଭେମାନେ ଆମ୍ଭମାନଙ୍କ ହୃଦୟରେ ଏପରି ସ୍ଥାନ ପାଇଅଛ ଯେ, ମଲେ ଆମ୍ଭେମାନେ ଏକତ୍ର ମରିବା, ପୁଣି ବଞ୍ଚିଲେ ଏକତ୍ର ବଞ୍ଚିବା ।
4
ତୁମ୍ଭମାନଙ୍କଠାରେ ମୋହର ସମ୍ପୂର୍ଣ୍ଣ ବିଶ୍ଵାସ ଅଛି, ତୁମ୍ଭମାନଙ୍କ ବିଷୟରେ ମୋହର ଅତ୍ୟ; ଦର୍ପ; ମୁଁ ସାନ୍ତ୍ଵନାରେ ପରିପୂର୍ଣ୍ଣ, ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ମୋହର ଆନନ୍ଦ ଉଛୁଳି ପଡ଼ୁଅଛି ।
5
କାରଣ ମାକିଦନିଆରେ ଉପସ୍ଥିତ ହେଲା ଉତ୍ତାରେ ମଧ୍ୟ ବାହାରେ ଯୁଦ୍ଧ ଓ ଭିତରେ ଭୟ, ଏହିପରି ସର୍ବ-ପ୍ରକାରେ କ୍ଳେଶ ଭୋଗ କରିବାରୁ ଆମ୍ଭମାନଙ୍କ ଶରୀର ସୁଦ୍ଧା ବିଶ୍ରାମ ପାଇଲା ନାହିଁ ।
6
ତଥାପି ଭଗ୍ନୋତ୍ସାହମାନଙ୍କୁ ସାନ୍ତ୍ଵନା ଦିଅନ୍ତି ଯେ ଈଶ୍ଵର, ସେ ତୀତସଙ୍କ ଆଗମନ ଦ୍ଵାରା ଆମ୍ଭମାନଙ୍କୁ ସାନ୍ତ୍ଵନା ଦେଲେ,
7
ଆଉ, କେବଳ ତାଙ୍କ ଆଗମନ ଦ୍ଵାରା ନୁହେଁ, କିନ୍ତୁ ଯେଉଁ ସାନ୍ତ୍ଵନା ଦ୍ଵାରା ସେ ତୁମ୍ଭମାନଙ୍କ ବିଷୟରେ ସାନ୍ତ୍ଵନା ପ୍ରାପ୍ତ ହୋଇଥିଲେ, ତାହା ଦ୍ଵାରା ମଧ୍ୟ ସାନ୍ତ୍ଵନା ଦେଲେ, କାରଣ ସେ ତୁମ୍ଭମାନଙ୍କ ଆଗ୍ରହ, ତୁମ୍ଭମାନଙ୍କ ବିଳାପ, ମୋʼ ସପକ୍ଷରେ ତୁମ୍ଭମାନଙ୍କ ଉଦ୍ଯୋଗ ବିଷୟ ଆମ୍ଭମାନଙ୍କୁ ଜଣାଇଲେ; ସେଥିରେ ମୁଁ ଆହୁରି ଅଧିକ ଆନନ୍ଦିତ ହେଲି ।
8
ଯେଣୁ ମୋହର ପତ୍ର ଦ୍ଵାରା ଯଦ୍ୟପି ମୁଁ ତୁମ୍ଭମାନଙ୍କୁ ଦୁଃଖ ଦେଲି, ତଥାପି ମୁଁ ସେଥିସକାଶେ ଦୁଃଖିତ ନୁହେଁ; ସେହି ପତ୍ର ତୁମ୍ଭମାନଙ୍କୁ ଅଳ୍ପକାଳ ନିମନ୍ତେ ସୁଦ୍ଧା ଦୁଃଖ ଦେଇଥିବାର ଦେଖି ମୁଁ ଦୁଃଖିତ ହୋଇଥିଲେ ସୁଦ୍ଧା ଦ୍ଵି.କରି. ୨:୨,୪
9
ଏବେ ଆନନ୍ଦ କରୁଅଛି, ତୁମ୍ଭେମାନେ ଯେ ଦୁଃଖିତ ହେଲ, ସେଥିପାଇଁ ନୁହେଁ, ମାତ୍ର ତୁମ୍ଭମାନଙ୍କର ଦୁଃଖ ଯେ ତୁମ୍ଭମାନଙ୍କ ମନପରିବର୍ତ୍ତନର କାରଣ ହେଲା, ଏଥିପାଇଁ; ଯେଣୁ ଆମ୍ଭମାନଙ୍କର ଦ୍ଵାରା ତୁମ୍ଭମାନଙ୍କର ଯେପରି କୌଣସି କ୍ଷତି ନ ହୁଏ, ସେଥିପାଇଁ ତୁମ୍ଭେମାନେ ଈଶ୍ଵରଙ୍କ ଇଚ୍ଛାନୁସାରେ ଦୁଃଖପ୍ରାପ୍ତ ହେଲ ।
10
କାରଣ ଈଶ୍ଵରଙ୍କ ଇଚ୍ଛାନୁସାରେ ଯେଉଁ ଦୁଃଖ, ତାହା ପରିତ୍ରାଣ ନିମନ୍ତେ ଏପରି ମନପରିବର୍ତ୍ତନ ଜନ୍ମାଏ, ଯାହା ସକାଶେ ଅନୁତାପ କରିବାକୁ ପଡ଼େ ନାହିଁ; ମାତ୍ର ସାଂସାରିକ ଦୁଃଖ ମୃତ୍ୟୁ ଜନ୍ମାଏ ।
11
ଯେଣୁ ଦେଖ, ଈଶ୍ଵରଙ୍କ ଇଚ୍ଛାନୁସାରେ ତୁମ୍ଭେମାନେ ଏହି ଯେଉଁ ଦୁଃଖ ପାଇଲ, ତାହା ତୁମ୍ଭମାନଙ୍କଠାରେ କେତେ ଉତ୍ସାହ, ହଁ, କେତେ ଅଭିଯୋଗ ଖଣ୍ତନ, ହଁ, କେତେ ବିରକ୍ତି, ହଁ, କେତେ ଭୟ, ହଁ କେତେ ଆଗ୍ରହ, ହଁ, କେତେ ଉଦ୍ଯୋଗ, ହଁ, କେତେ ପ୍ରତିକାର ଜନ୍ମାଇଅଛି । ଏବିଷୟରେ ତୁମ୍ଭେମାନେ ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ବୋଲି ପ୍ରମାଣ ଦେଇଅଛ ।
12
ଏଣୁ ଯଦ୍ୟପି ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, ତଥାପି ଯେ ଅନ୍ୟାୟ କରିଅଛି, ବା ଯେ ଅନ୍ୟାୟ ସହିଅଛି, ତାହା ନିମନ୍ତେ ଯେ ଲେଖିଲି, ତାହା ନୁହେଁ, ମାତ୍ର ଆମ୍ଭମାନଙ୍କ ନିମନ୍ତେ ତୁମ୍ଭମାନଙ୍କ ଆଗ୍ରହ ଯେପରି ଈଶ୍ଵରଙ୍କ ଛାମୁରେ ତୁମ୍ଭମାନଙ୍କ ମଧ୍ୟରେ ପ୍ରକାଶିତ ହୁଏ, ସେଥିନିମନ୍ତେ ଲେଖିଲି । ଅତଏବ, ଆମ୍ଭେମାନେ ସାନ୍ତ୍ଵନା ପ୍ରାପ୍ତ ହୋଇଅଛୁ ।
13
ପୁଣି, ଆମ୍ଭମାନଙ୍କ ସାନ୍ତ୍ଵନାରେ ଆମ୍ଭେମାନେ ତୀତସଙ୍କ ଆନନ୍ଦ ହେତୁ ଆହୁରି ଅଧିକ ଆନନ୍ଦ କଲୁ, କାରଣ ତାଙ୍କ ଆତ୍ମା ତୁମ୍ଭ ସମସ୍ତଙ୍କ ଦ୍ଵାରା ସଞ୍ଜୀବିତ ହୋଇଅଛି ।
14
ଯେଣୁ ଯଦି କୌଣସି ବିଷୟରେ ତୀତସଙ୍କ ନିକଟରେ ତୁମ୍ଭମାନଙ୍କ ସମ୍ଵନ୍ଧରେ ମୁଁ ଦର୍ପ କରିଅଛି, ତେବେ ଲଜ୍ଜିତ ହୋଇ ନାହିଁ, ବରଂ ଯେପରି ଆମ୍ଭେମାନେ ସମସ୍ତ ବିଷୟରେ ତୁମ୍ଭମାନଙ୍କୁ ସତ୍ୟ କହିଥିଲୁ, ସେହିପରି ତୀତସଙ୍କ ସମ୍ମୁଖରେ ଆମ୍ଭମାନଙ୍କ ଦର୍ପ ମଧ୍ୟ ସତ୍ୟବୋଲି ଜଣାଯାଇଅଛି ।
15
ଆଉ, କିପରି ଭୟ ଓ କମ୍ପରେ ତୁମ୍ଭେମାନେ ତାଙ୍କୁ ଗ୍ରହଣ କରି ସମସ୍ତେ ତାଙ୍କର ବାଧ୍ୟ ହେଲ, ଏହା ସ୍ମରଣ କରି ତୁମ୍ଭମାନଙ୍କ ପ୍ରତି ତାଙ୍କ ଅନ୍ତରର ସ୍ନେହ ଅଧିକ ବୃଦ୍ଧି ପାଇଅଛି ।
16
ମୁଁ ଯେ ସର୍ବବିଷୟରେ ତୁମ୍ଭମାନଙ୍କଠାରେ ପୂର୍ଣ୍ଣ ବିଶ୍ଵାସ କରି ପାରେ, ଏଥିପାଇଁ ଆନନ୍ଦ କରୁଅଛି ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 7
1. ଅତଏବ, ହେ ପ୍ରିୟମାନେ, ଏହି ସମସ୍ତ ପ୍ରତିଜ୍ଞା ପ୍ରାପ୍ତ ହେବାରୁ ଆସ, ଶରୀର ଓ ଆତ୍ମାର ସମସ୍ତ ଅଶୁଚିତାରୁ ଆପଣା ଆପଣାକୁ ଶୁଚି କରୁ, ପୁଣି ଈଶ୍ଵରଙ୍କୁ ଭୟ କରି ପବିତ୍ରତାରେ ସିଦ୍ଧ ହେଉ । 2. ତୁମ୍ଭମାନଙ୍କ ହୃଦୟରେ ଆମ୍ଭମାନଙ୍କୁ ସ୍ଥାନ ଦିଅ; ଆମ୍ଭେମାନେ କାହାରି ଅନ୍ୟାୟ କରି ନାହୁଁ, କାହାକୁ ନଷ୍ଟ କରି ନାହୁଁ, କାହାରି କ୍ଷତି କରି ନାହୁଁ । 3. ମୁଁ ତୁମ୍ଭମାନଙ୍କୁ ଦୋଷ ଦେବା ନିମନ୍ତେ ଏହା କହୁ ନାହିଁ; କାରଣ ମୁଁ ପୂର୍ବରେ କହିଅଛି, ତୁମ୍ଭେମାନେ ଆମ୍ଭମାନଙ୍କ ହୃଦୟରେ ଏପରି ସ୍ଥାନ ପାଇଅଛ ଯେ, ମଲେ ଆମ୍ଭେମାନେ ଏକତ୍ର ମରିବା, ପୁଣି ବଞ୍ଚିଲେ ଏକତ୍ର ବଞ୍ଚିବା । 4. ତୁମ୍ଭମାନଙ୍କଠାରେ ମୋହର ସମ୍ପୂର୍ଣ୍ଣ ବିଶ୍ଵାସ ଅଛି, ତୁମ୍ଭମାନଙ୍କ ବିଷୟରେ ମୋହର ଅତ୍ୟ; ଦର୍ପ; ମୁଁ ସାନ୍ତ୍ଵନାରେ ପରିପୂର୍ଣ୍ଣ, ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ମୋହର ଆନନ୍ଦ ଉଛୁଳି ପଡ଼ୁଅଛି । 5. କାରଣ ମାକିଦନିଆରେ ଉପସ୍ଥିତ ହେଲା ଉତ୍ତାରେ ମଧ୍ୟ ବାହାରେ ଯୁଦ୍ଧ ଓ ଭିତରେ ଭୟ, ଏହିପରି ସର୍ବ-ପ୍ରକାରେ କ୍ଳେଶ ଭୋଗ କରିବାରୁ ଆମ୍ଭମାନଙ୍କ ଶରୀର ସୁଦ୍ଧା ବିଶ୍ରାମ ପାଇଲା ନାହିଁ । 6. ତଥାପି ଭଗ୍ନୋତ୍ସାହମାନଙ୍କୁ ସାନ୍ତ୍ଵନା ଦିଅନ୍ତି ଯେ ଈଶ୍ଵର, ସେ ତୀତସଙ୍କ ଆଗମନ ଦ୍ଵାରା ଆମ୍ଭମାନଙ୍କୁ ସାନ୍ତ୍ଵନା ଦେଲେ, 7. ଆଉ, କେବଳ ତାଙ୍କ ଆଗମନ ଦ୍ଵାରା ନୁହେଁ, କିନ୍ତୁ ଯେଉଁ ସାନ୍ତ୍ଵନା ଦ୍ଵାରା ସେ ତୁମ୍ଭମାନଙ୍କ ବିଷୟରେ ସାନ୍ତ୍ଵନା ପ୍ରାପ୍ତ ହୋଇଥିଲେ, ତାହା ଦ୍ଵାରା ମଧ୍ୟ ସାନ୍ତ୍ଵନା ଦେଲେ, କାରଣ ସେ ତୁମ୍ଭମାନଙ୍କ ଆଗ୍ରହ, ତୁମ୍ଭମାନଙ୍କ ବିଳାପ, ମୋʼ ସପକ୍ଷରେ ତୁମ୍ଭମାନଙ୍କ ଉଦ୍ଯୋଗ ବିଷୟ ଆମ୍ଭମାନଙ୍କୁ ଜଣାଇଲେ; ସେଥିରେ ମୁଁ ଆହୁରି ଅଧିକ ଆନନ୍ଦିତ ହେଲି । 8. ଯେଣୁ ମୋହର ପତ୍ର ଦ୍ଵାରା ଯଦ୍ୟପି ମୁଁ ତୁମ୍ଭମାନଙ୍କୁ ଦୁଃଖ ଦେଲି, ତଥାପି ମୁଁ ସେଥିସକାଶେ ଦୁଃଖିତ ନୁହେଁ; ସେହି ପତ୍ର ତୁମ୍ଭମାନଙ୍କୁ ଅଳ୍ପକାଳ ନିମନ୍ତେ ସୁଦ୍ଧା ଦୁଃଖ ଦେଇଥିବାର ଦେଖି ମୁଁ ଦୁଃଖିତ ହୋଇଥିଲେ ସୁଦ୍ଧା ଦ୍ଵି.କରି. ୨:୨,୪ 9. ଏବେ ଆନନ୍ଦ କରୁଅଛି, ତୁମ୍ଭେମାନେ ଯେ ଦୁଃଖିତ ହେଲ, ସେଥିପାଇଁ ନୁହେଁ, ମାତ୍ର ତୁମ୍ଭମାନଙ୍କର ଦୁଃଖ ଯେ ତୁମ୍ଭମାନଙ୍କ ମନପରିବର୍ତ୍ତନର କାରଣ ହେଲା, ଏଥିପାଇଁ; ଯେଣୁ ଆମ୍ଭମାନଙ୍କର ଦ୍ଵାରା ତୁମ୍ଭମାନଙ୍କର ଯେପରି କୌଣସି କ୍ଷତି ନ ହୁଏ, ସେଥିପାଇଁ ତୁମ୍ଭେମାନେ ଈଶ୍ଵରଙ୍କ ଇଚ୍ଛାନୁସାରେ ଦୁଃଖପ୍ରାପ୍ତ ହେଲ । 10. କାରଣ ଈଶ୍ଵରଙ୍କ ଇଚ୍ଛାନୁସାରେ ଯେଉଁ ଦୁଃଖ, ତାହା ପରିତ୍ରାଣ ନିମନ୍ତେ ଏପରି ମନପରିବର୍ତ୍ତନ ଜନ୍ମାଏ, ଯାହା ସକାଶେ ଅନୁତାପ କରିବାକୁ ପଡ଼େ ନାହିଁ; ମାତ୍ର ସାଂସାରିକ ଦୁଃଖ ମୃତ୍ୟୁ ଜନ୍ମାଏ । 11. ଯେଣୁ ଦେଖ, ଈଶ୍ଵରଙ୍କ ଇଚ୍ଛାନୁସାରେ ତୁମ୍ଭେମାନେ ଏହି ଯେଉଁ ଦୁଃଖ ପାଇଲ, ତାହା ତୁମ୍ଭମାନଙ୍କଠାରେ କେତେ ଉତ୍ସାହ, ହଁ, କେତେ ଅଭିଯୋଗ ଖଣ୍ତନ, ହଁ, କେତେ ବିରକ୍ତି, ହଁ, କେତେ ଭୟ, ହଁ କେତେ ଆଗ୍ରହ, ହଁ, କେତେ ଉଦ୍ଯୋଗ, ହଁ, କେତେ ପ୍ରତିକାର ଜନ୍ମାଇଅଛି । ଏବିଷୟରେ ତୁମ୍ଭେମାନେ ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ବୋଲି ପ୍ରମାଣ ଦେଇଅଛ । 12. ଏଣୁ ଯଦ୍ୟପି ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, ତଥାପି ଯେ ଅନ୍ୟାୟ କରିଅଛି, ବା ଯେ ଅନ୍ୟାୟ ସହିଅଛି, ତାହା ନିମନ୍ତେ ଯେ ଲେଖିଲି, ତାହା ନୁହେଁ, ମାତ୍ର ଆମ୍ଭମାନଙ୍କ ନିମନ୍ତେ ତୁମ୍ଭମାନଙ୍କ ଆଗ୍ରହ ଯେପରି ଈଶ୍ଵରଙ୍କ ଛାମୁରେ ତୁମ୍ଭମାନଙ୍କ ମଧ୍ୟରେ ପ୍ରକାଶିତ ହୁଏ, ସେଥିନିମନ୍ତେ ଲେଖିଲି । ଅତଏବ, ଆମ୍ଭେମାନେ ସାନ୍ତ୍ଵନା ପ୍ରାପ୍ତ ହୋଇଅଛୁ । 13. ପୁଣି, ଆମ୍ଭମାନଙ୍କ ସାନ୍ତ୍ଵନାରେ ଆମ୍ଭେମାନେ ତୀତସଙ୍କ ଆନନ୍ଦ ହେତୁ ଆହୁରି ଅଧିକ ଆନନ୍ଦ କଲୁ, କାରଣ ତାଙ୍କ ଆତ୍ମା ତୁମ୍ଭ ସମସ୍ତଙ୍କ ଦ୍ଵାରା ସଞ୍ଜୀବିତ ହୋଇଅଛି । 14. ଯେଣୁ ଯଦି କୌଣସି ବିଷୟରେ ତୀତସଙ୍କ ନିକଟରେ ତୁମ୍ଭମାନଙ୍କ ସମ୍ଵନ୍ଧରେ ମୁଁ ଦର୍ପ କରିଅଛି, ତେବେ ଲଜ୍ଜିତ ହୋଇ ନାହିଁ, ବରଂ ଯେପରି ଆମ୍ଭେମାନେ ସମସ୍ତ ବିଷୟରେ ତୁମ୍ଭମାନଙ୍କୁ ସତ୍ୟ କହିଥିଲୁ, ସେହିପରି ତୀତସଙ୍କ ସମ୍ମୁଖରେ ଆମ୍ଭମାନଙ୍କ ଦର୍ପ ମଧ୍ୟ ସତ୍ୟବୋଲି ଜଣାଯାଇଅଛି । 15. ଆଉ, କିପରି ଭୟ ଓ କମ୍ପରେ ତୁମ୍ଭେମାନେ ତାଙ୍କୁ ଗ୍ରହଣ କରି ସମସ୍ତେ ତାଙ୍କର ବାଧ୍ୟ ହେଲ, ଏହା ସ୍ମରଣ କରି ତୁମ୍ଭମାନଙ୍କ ପ୍ରତି ତାଙ୍କ ଅନ୍ତରର ସ୍ନେହ ଅଧିକ ବୃଦ୍ଧି ପାଇଅଛି । 16. ମୁଁ ଯେ ସର୍ବବିଷୟରେ ତୁମ୍ଭମାନଙ୍କଠାରେ ପୂର୍ଣ୍ଣ ବିଶ୍ଵାସ କରି ପାରେ, ଏଥିପାଇଁ ଆନନ୍ଦ କରୁଅଛି ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 1
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 2
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 3
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 4
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 5
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 6
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 7
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 8
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 9
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 10
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 11
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 12
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 13
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References