ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ରେରିତମାନଙ୍କ କାର୍ଯ୍ୟର ବିବରଣ

Notes

No Verse Added

ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 8

1. ଶାଉଲ ତାଙ୍କ ପ୍ରାଣନାଶରେ ସମ୍ମତଥିଲେ । ସେହିଦିନ ଯିରୂଶାଲମରେ ଥିବା ମଣ୍ତଳୀ ପ୍ରତି ଅତିଶୟ ତାଡ଼ନା ଘଟିଲା; ସେଥିରେ ପ୍ରେରିତମାନଙ୍କ ଛଡ଼ା ଅନ୍ୟ ସମସ୍ତେ ଯିହୁଦା ପ୍ରଦେଶ ଓ ଶମିରୋଣ ଅଞ୍ଚଳସମୂହର ଚାରିଆଡ଼େ ଛିନ୍ନଭିନ୍ନ ହୋଇଗଲେ । 2. ତଥାପି କେତେକ ଜଣ ଭକ୍ତ ଲୋକ ସ୍ତିଫାନଙ୍କୁ ସମାଧି ଦେଇ ତାଙ୍କ ନିମନ୍ତେ ବହୁତ ବିଳାପ କଲେ । 3. କିନ୍ତୁ ଶାଉଲ ଘରେ ଘରେ ପଶି ପୁରୁଷ ଓ ସ୍ତ୍ରୀଲୋକ-ମାନଙ୍କୁ ଟାଣିଆଣି କାରାଗାରରେ ସମର୍ପଣ କରି ମଣ୍ତଳୀକୁ ଉଚ୍ଛିନ୍ନ କରିବାକୁ ଲାଗିଲେ । 4. ସେଥିରେ ଯେଉଁମାନେ ଛିନ୍ନଭିନ୍ନ ହୋଇଥିଲେ, ସେମାନେ ଚତୁର୍ଦ୍ଦିଗରେ ଭ୍ରମଣ କରୁ କରୁ ସୁସମାଚାରର ବାକ୍ୟ ପ୍ରଚାର କଲେ । 5. ପୁଣି, ଫିଲିପ୍ପ ଶମିରୋଣର ପ୍ରଧାନ ନଗରକୁ ଯାଇ ଲୋକମାନଙ୍କ ନିକଟରେ ଖ୍ରୀଷ୍ଟଙ୍କୁ ଘୋଷଣା କରିବାକୁ ଲାଗିଲେ । 6. ଆଉ, ଲୋକସମୂହ ଫିଲିପ୍ପଙ୍କ କଥା ଶୁଣି ଓ ତାଙ୍କ କୃତ ଆଶ୍ଚର୍ଯ୍ୟକର୍ମସବୁ ଦେଖି ଏକଚିତ୍ତରେ ତାଙ୍କ କଥାରେ ମନୋଯୋଗ କରୁଥିଲେ । 7. କାରଣ ଅଶୁଚି ଆତ୍ମାବିଷ୍ଟ ଅନେକ ଲୋକଙ୍କଠାରୁ ସେହି ଆତ୍ମାଗୁଡ଼ାକ ଉଚ୍ଚ ସ୍ଵରରେ ଚିତ୍କାର କରି ବାହାରି ଆସିବାକୁ ଲାଗିଲେ, ପୁଣି ଅନେକ ପକ୍ଷାଘାତରୋଗୀ ଓ ଖଞ୍ଜ ସୁସ୍ଥ ହେଲେ । 8. ସେଥିରେ ସେହି ନଗରରେ ମହା ଆନନ୍ଦ ହେଲା । 9. କିନ୍ତୁ ଶିମୋନ ନାମକ ଜଣେ ଲୋକ ଏଥିପୂର୍ବେ ସେହି ନଗରରେ କୁହୁକକର୍ମ କରି ନିଜକୁ ଜଣେ ମହାପୁରୁଷ ବୋଲି କହି ଶମିରୋଣୀୟ ଜାତିକି ଆଚମ୍ଵିତ କରୁଥିଲା; 10. ଈଶ୍ଵରଙ୍କର ଯେଉଁ ଶକ୍ତିକୁ ମହାନ ବୋଲି କୁହାଯାଏ, ସାନଠାରୁ ବଡ଼ ପର୍ଯ୍ୟନ୍ତ ସମସ୍ତେ ଏ ସେହି ବୋଲି କହି ତାହାକୁ ମାନ୍ୟ କରୁଥିଲେ । 11. ସେମାନେ ତାହାଙ୍କୁ ମାନ୍ୟ କରୁଥିବାର କାରଣ ଏହି ଯେ, ସେ ବହୁକାଳ ହେଲା ନିଜ କୁହୁକକର୍ମ ଦ୍ଵାରା ସେମାନଙ୍କୁ ଆଚମ୍ଵିତ କରିଥିଲା । 12. କିନ୍ତୁ ଫିଲିପ୍ପ ଈଶ୍ଵରଙ୍କ ରାଜ୍ୟ ଓ ଯୀଶୁ ଖ୍ରୀଷ୍ଟଙ୍କ ନାମ ବିଷୟକ ସୁସମାଚାର ପ୍ରଚାର କରିବାରୁ ସେମାନେ ଯେତେବେଳେ ତାଙ୍କ କଥାରେ ବିଶ୍ଵାସ କଲେ, ସେତେବେଳେ ପୁରୁଷ ଓ ସ୍ତ୍ରୀ ଉଭୟ ବାପ୍ତିଜିତ ହେବାକୁ ଲାଗିଲେ । 13. ଆଉ, ଶିମୋନ ନିଜେ ମଧ୍ୟ ବିଶ୍ଵାସ କରି ବାପ୍ତିଜିତ ହେଲା ଓ ଫିଲିପ୍ପଙ୍କ ସାଙ୍ଗେ ସାଙ୍ଗେ ରହିଲା, ଆଉ ନାନା ଲକ୍ଷଣ ଓ ମହା ମହା ଶକ୍ତିର କର୍ମ ଦେଖି ଆଚମ୍ଵିତ ହେବାକୁ ଲାଗିଲା । 14. ଶମିରୋଣର ଲୋକମାନେ ଯେ ଈଶ୍ଵରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି, ଏହା ଯେତେବେଳେ ଯିରୂଶାଲମରେ ଥିବା ପ୍ରେରିତମାନେ ଶୁଣିଲେ, ସେତେବେଳେ ସେମାନେ ପିତର ଓ ଯୋହନଙ୍କୁ ସେମାନଙ୍କ ନିକଟକୁ ପଠାଇଲେ । 15. ସେମାନେ ଯାଇ, ସେହି ଲୋକମାନେ ଯେପରି ପବିତ୍ର ଆତ୍ମା ପ୍ରାପ୍ତ ହୁଅନ୍ତି, ଏଥିନିମନ୍ତେ ସେମାନଙ୍କ ପାଇଁ ପ୍ରାର୍ଥନା କଲେ, 16. କାରଣ ଏପର୍ଯ୍ୟନ୍ତ ସେ ସେମାନଙ୍କ ମଧ୍ୟରୁ କାହାରି ଉପରେ ଅବତୀର୍ଣ୍ଣ ହୋଇ ନ ଥିଲେ, କେବଳ ସେମାନେ ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହୋଇଥିଲେ । 17. ସେତେବେଳେ ସେମାନେ ସେମାନଙ୍କ ଉପରେ ହସ୍ତାର୍ପଣ କଲେ, ଆଉ ସେମାନେ ପବିତ୍ର ଆତ୍ମା ପ୍ରାପ୍ତ ହେଲେ । 18. ପ୍ରେରିତମାନଙ୍କର ହସ୍ତାର୍ପଣ ଦ୍ଵାରା ଆତ୍ମା ଦତ୍ତ ହେଉଅଛନ୍ତି, ଏହା ଦେଖି ଶିମୋନ ସେମାନଙ୍କୁ ଟଙ୍କା ଯାଚି କହିଲା, 19. ମୋତେ ମଧ୍ୟ ଏହି ଶକ୍ତି ଦିଅନ୍ତୁ, ଯେପରି ମୁଁ ଯେକୌଣସି ଲୋକ ଉପରେ ହସ୍ତାର୍ପଣ କରିବି, ସେ ପବିତ୍ର ଆତ୍ମା ପାଇବ । 20. କିନ୍ତୁ ପିତର ତାକୁ କହିଲେ, ତୁମ୍ଭର ଟଙ୍କା ତୁମ୍ଭ ସହିତ ବିନଷ୍ଟ ହେଉ, କାରଣ ତୁମ୍ଭେ ଟଙ୍କା ଦ୍ଵାରା ଈଶ୍ଵରଙ୍କ ଦାନ କିଣିବାକୁ ଭାବିଲ । 21. ଏ ବିଷୟରେ ତୁମ୍ଭର ଅଂଶ ନାହିଁ କି ଅଧିକାର ନାହିଁ, କାରଣ ଈଶ୍ଵରଙ୍କ ସାକ୍ଷାତରେ ତୁମ୍ଭର ହୃଦୟ ସରଳ ନୁହେଁ । 22. ଅତଏବ, ତୁମ୍ଭର ଏହି ଦୁଷ୍ଟପଣରୁ ମନ ପରିବର୍ତ୍ତନ କରି ପ୍ରଭୁଙ୍କଠାରେ ପ୍ରାର୍ଥନା କର, କେଜାଣି ଅବା ତୁମ୍ଭ ହୃଦୟର କଳ୍ପନା କ୍ଷମା ହୋଇ ପାରେ; 23. କାରଣ ତୁମ୍ଭେ ତିକ୍ତ ବିଷରେ ପରିପୂର୍ଣ୍ଣ ହୋଇ ଅଧର୍ମରୂପ ବନ୍ଧନରେ ଆବଦ୍ଧ ଅଛ ବୋଲି ମୁଁ ଦେଖୁଅଛି । 24. ସେଥିରେ ଶିମୋନ ଉତ୍ତର କଲା, ଆପଣମାନେ ଯାହା ଯାହା କହିଲେ, ସେଥିରୁ କୌଣସି ବିଷୟ ଯେପରି ମୋʼ ପ୍ରତି ନ ବର୍ତ୍ତେ, ଏଥିପାଇଁ ଆପଣମାନେ ମୋʼ ନିମନ୍ତେ ପ୍ରଭୁଙ୍କ ଛାମୁରେ ପ୍ରାର୍ଥନା କରନ୍ତୁ । 25. ଏହିପ୍ରକାରେ ସେମାନେ ସାକ୍ଷ୍ୟ ଦେଇ ଓ ପ୍ରଭୁଙ୍କ ବାକ୍ୟ କହି ଶମିରୋଣୀୟମାନଙ୍କ ଅନେକ ଗ୍ରାମରେ ସୁସମାଚାର ପ୍ରଚାର କରୁ କରୁ ଯିରୂଶାଲମକୁ ବାହୁଡ଼ିଗଲେ । 26. ପରେ ପ୍ରଭୁଙ୍କ ଜଣେ ଦୂତ ଫିଲିପ୍ପଙ୍କୁ କହିଲେ, ଉଠ, ଦକ୍ଷିଣ ଦିଗରେ ଯେଉଁ ପଥ ଯିରୂଶାଲମରୁ ଗଜ୍ଜା ଆଡ଼କୁ ପଡ଼ିଅଛି, ସେହି ପଥକୁ ଯାଅ । ତାହା ମରୁଭୂମି । 27. ସେଥିରେ ସେ ଉଠି ଗମନ କଲେ । ଆଉ ଦେଖ, ଇଥିଓପିଆ ଦେଶୀୟମାନଙ୍କ କାଣ୍ତାକୀ ନାମ୍ନୀ ରାଣୀଙ୍କର ଅଧୀନସ୍ଥ ଜଣେ ଉଚ୍ଚ ପଦ ପ୍ରାପ୍ତ ଇଥିଓପିଆର।। ନପୁଂସକ, ଯେ ତାଙ୍କ ସମସ୍ତ ଧନଭଣ୍ତାରର ବେବର୍ତ୍ତା ଥିଲେ, ସେ ପୂଜା କରିବା ନିମନ୍ତେ ଯିରୂଶାଲମକୁ ଆସିଥିଲେ; 28. ସେ ବାହୁଡ଼ି ଯାଉ ଯାଉ ଆପଣା ରଥରେ ବସି ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ର ପାଠ କରୁଥିଲେ । 29. ସେତେବେଳେ ଆତ୍ମା ଫିଲିପ୍ପଙ୍କୁ କହିଲେ, ନିକଟକୁ ଯାଇ ଏହି ରଥର ସାଙ୍ଗ ଧର । 30. ସେଥିରେ ଫିଲିପ୍ପ ଦୌଡ଼ିଯାଇ ସେ ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ର ପାଠ କରୁଥିବା ଶୁଣି ପଚାରିଲେ, ଆପଣ ଯାହା ପାଠ କରୁଅଛନ୍ତି, ତାହା କʼଣ ବୁଝୁଅଛନ୍ତି? 31. ସେ କହିଲେ, କେହି ମୋତେ ବୁଝାଇ ନ ଦେଲେ, ମୁଁ କିପରି ବୁଝି ପାରିବି? ଆଉ, ସେ ଫିଲିପ୍ପଙ୍କୁ ଚଢ଼ି ଆସି ଆପଣା ନିକଟରେ ବସିବାକୁ ବିନତି କଲେ । 32. ଶାସ୍ତ୍ରର ଯେଉଁ ଅଂଶ ସେ ପାଠ କରୁଥିଲେ, ତାହା ଏହି, ସେ ମେଷ ତୁଲ୍ୟ ହତ ହେବା ନିମନ୍ତେ ନୀତ ହେଲେ, ପୁଣି ଲୋମଚ୍ଛେଦକ ସମ୍ମୁଖରେ ମେଷଶାବକ ଯେପରି ନୀରବ ରୁହେ, ସେହିପରି ସେ ଆପଣା ମୁଖ ଫିଟାଇଲେ ନାହିଁ । 33. ତାହାଙ୍କ ଅବନତ ହେବାରେ ତାହାଙ୍କ ଦଣ୍ତ ଅପସାରିତ ହେଲା; ତାହାଙ୍କ ବଂଶ କିଏ ବର୍ଣ୍ଣନା କରି ପାରିବ? କାରଣ ତାହାଙ୍କ ପ୍ରାଣ ପୃଥିବୀରୁ ଅପସାରିତ ହେଲା । 34. ନପୁଂସକ ଉତ୍ତର ଦେଇ ଫିଲିପ୍ପଙ୍କୁ କହିଲେ, ମୁଁ ଆପଣଙ୍କୁ ନିବେଦନ କରେ, ଭାବବାଦୀ କାହା ବିଷୟରେ ଏ କଥା କହନ୍ତି? ଆପଣା ବିଷୟରେ ବା ଆଉ କାହା ବିଷୟରେ? 35. ସେଥିରେ ଫିଲିପ୍ପ ମୁଖ ଫିଟାଇ ଶାସ୍ତ୍ରର ଏହି ବାକ୍ୟରୁ ଆରମ୍ଭ କରି ତାଙ୍କ ନିକଟରେ ଯୀଶୁଙ୍କ ସୁସମାଚାର ପ୍ରଚାର କଲେ । 36. ଆଉ, ସେମାନେ ପଥରେ ଯାଉ ଯାଉ କୌଣସି ଗୋଟିଏ ଜଳାଶୟ ନିକଟରେ ଉପସ୍ଥିତ ହେଲେ; ସେଥିରେ ନପୁଂସକ କହିଲେ, ଏଠାରେ ତ ଜଳ ଅଛି, ମୋହର ବାପ୍ତିଜିତ ହେବା ନିମନ୍ତେ କʼଣ ବାଧା ଅଛି? 37. [ଫିଲିପ୍ପ କହିଲେ, ଆପଣ ସମସ୍ତ ଅନ୍ତଃକରଣ ସହିତ ଯଦି ବିଶ୍ଵାସ କରନ୍ତି, ତାହାହେଲେ ହୋଇ ପାରେ । ସେଥିରେ ସେ ଉତ୍ତର ଦେଲେ, ଯୀଶୁ ଖ୍ରୀଷ୍ଟ ଯେ ଈଶ୍ଵରଙ୍କ ପୁତ୍ର, ଏହା ମୁଁ ବିଶ୍ଵାସ କରୁଅଛିଣାିଁ 38. ପୁଣି, ସେ ରଥ ଠିଆ କରିବାକୁ ଆଜ୍ଞା ଦେଲେ, ଆଉ ଫିଲିପ୍ପ ଓ ନପୁଂସକ ଉଭୟ ଜଳ ଭିତରକୁ ଓହ୍ଲାଇଗଲେ, ଆଉ ଫିଲିପ୍ପ ତାଙ୍କୁ ବାପ୍ତିସ୍ମ।। ଦେଲେ । 39. ସେମାନେ ଜଳ ମଧ୍ୟରୁ ଉଠି ଆସନ୍ତେ, ପ୍ରଭୁଙ୍କର ଆତ୍ମା ଫିଲିପ୍ପଙ୍କୁ ଘେନିଗଲେ, ପୁଣି ନପୁଂସକ ତାଙ୍କୁ ଆଉ ଦେଖିଲେ ନାହିଁ; ତଥାପି ସେ ଆନନ୍ଦ କରୁ କରୁ ଆପଣା ପଥରେ ଚାଲିଗଲେ । 40. କିନ୍ତୁ ଫିଲିପ୍ପ ଅଷ୍ଦୋଦ୍ରେ ଦେଖାଗଲେ, ଆଉ ସେ ଯାଉ ଯାଉ ନଗରେ ନଗରେ ସୁସମାଚାର ପ୍ରଚାର କରି କାଇସରିଆରେ ଯାଇ ପହଞ୍ଚିଲେ ।
1. ଶାଉଲ ତାଙ୍କ ପ୍ରାଣନାଶରେ ସମ୍ମତଥିଲେ । ସେହିଦିନ ଯିରୂଶାଲମରେ ଥିବା ମଣ୍ତଳୀ ପ୍ରତି ଅତିଶୟ ତାଡ଼ନା ଘଟିଲା; ସେଥିରେ ପ୍ରେରିତମାନଙ୍କ ଛଡ଼ା ଅନ୍ୟ ସମସ୍ତେ ଯିହୁଦା ପ୍ରଦେଶ ଓ ଶମିରୋଣ ଅଞ୍ଚଳସମୂହର ଚାରିଆଡ଼େ ଛିନ୍ନଭିନ୍ନ ହୋଇଗଲେ । .::. 2. ତଥାପି କେତେକ ଜଣ ଭକ୍ତ ଲୋକ ସ୍ତିଫାନଙ୍କୁ ସମାଧି ଦେଇ ତାଙ୍କ ନିମନ୍ତେ ବହୁତ ବିଳାପ କଲେ । .::. 3. କିନ୍ତୁ ଶାଉଲ ଘରେ ଘରେ ପଶି ପୁରୁଷ ଓ ସ୍ତ୍ରୀଲୋକ-ମାନଙ୍କୁ ଟାଣିଆଣି କାରାଗାରରେ ସମର୍ପଣ କରି ମଣ୍ତଳୀକୁ ଉଚ୍ଛିନ୍ନ କରିବାକୁ ଲାଗିଲେ । .::. 4. ସେଥିରେ ଯେଉଁମାନେ ଛିନ୍ନଭିନ୍ନ ହୋଇଥିଲେ, ସେମାନେ ଚତୁର୍ଦ୍ଦିଗରେ ଭ୍ରମଣ କରୁ କରୁ ସୁସମାଚାରର ବାକ୍ୟ ପ୍ରଚାର କଲେ । .::. 5. ପୁଣି, ଫିଲିପ୍ପ ଶମିରୋଣର ପ୍ରଧାନ ନଗରକୁ ଯାଇ ଲୋକମାନଙ୍କ ନିକଟରେ ଖ୍ରୀଷ୍ଟଙ୍କୁ ଘୋଷଣା କରିବାକୁ ଲାଗିଲେ । .::. 6. ଆଉ, ଲୋକସମୂହ ଫିଲିପ୍ପଙ୍କ କଥା ଶୁଣି ଓ ତାଙ୍କ କୃତ ଆଶ୍ଚର୍ଯ୍ୟକର୍ମସବୁ ଦେଖି ଏକଚିତ୍ତରେ ତାଙ୍କ କଥାରେ ମନୋଯୋଗ କରୁଥିଲେ । .::. 7. କାରଣ ଅଶୁଚି ଆତ୍ମାବିଷ୍ଟ ଅନେକ ଲୋକଙ୍କଠାରୁ ସେହି ଆତ୍ମାଗୁଡ଼ାକ ଉଚ୍ଚ ସ୍ଵରରେ ଚିତ୍କାର କରି ବାହାରି ଆସିବାକୁ ଲାଗିଲେ, ପୁଣି ଅନେକ ପକ୍ଷାଘାତରୋଗୀ ଓ ଖଞ୍ଜ ସୁସ୍ଥ ହେଲେ । .::. 8. ସେଥିରେ ସେହି ନଗରରେ ମହା ଆନନ୍ଦ ହେଲା । .::. 9. କିନ୍ତୁ ଶିମୋନ ନାମକ ଜଣେ ଲୋକ ଏଥିପୂର୍ବେ ସେହି ନଗରରେ କୁହୁକକର୍ମ କରି ନିଜକୁ ଜଣେ ମହାପୁରୁଷ ବୋଲି କହି ଶମିରୋଣୀୟ ଜାତିକି ଆଚମ୍ଵିତ କରୁଥିଲା; .::. 10. ଈଶ୍ଵରଙ୍କର ଯେଉଁ ଶକ୍ତିକୁ ମହାନ ବୋଲି କୁହାଯାଏ, ସାନଠାରୁ ବଡ଼ ପର୍ଯ୍ୟନ୍ତ ସମସ୍ତେ ଏ ସେହି ବୋଲି କହି ତାହାକୁ ମାନ୍ୟ କରୁଥିଲେ । .::. 11. ସେମାନେ ତାହାଙ୍କୁ ମାନ୍ୟ କରୁଥିବାର କାରଣ ଏହି ଯେ, ସେ ବହୁକାଳ ହେଲା ନିଜ କୁହୁକକର୍ମ ଦ୍ଵାରା ସେମାନଙ୍କୁ ଆଚମ୍ଵିତ କରିଥିଲା । .::. 12. କିନ୍ତୁ ଫିଲିପ୍ପ ଈଶ୍ଵରଙ୍କ ରାଜ୍ୟ ଓ ଯୀଶୁ ଖ୍ରୀଷ୍ଟଙ୍କ ନାମ ବିଷୟକ ସୁସମାଚାର ପ୍ରଚାର କରିବାରୁ ସେମାନେ ଯେତେବେଳେ ତାଙ୍କ କଥାରେ ବିଶ୍ଵାସ କଲେ, ସେତେବେଳେ ପୁରୁଷ ଓ ସ୍ତ୍ରୀ ଉଭୟ ବାପ୍ତିଜିତ ହେବାକୁ ଲାଗିଲେ । .::. 13. ଆଉ, ଶିମୋନ ନିଜେ ମଧ୍ୟ ବିଶ୍ଵାସ କରି ବାପ୍ତିଜିତ ହେଲା ଓ ଫିଲିପ୍ପଙ୍କ ସାଙ୍ଗେ ସାଙ୍ଗେ ରହିଲା, ଆଉ ନାନା ଲକ୍ଷଣ ଓ ମହା ମହା ଶକ୍ତିର କର୍ମ ଦେଖି ଆଚମ୍ଵିତ ହେବାକୁ ଲାଗିଲା । .::. 14. ଶମିରୋଣର ଲୋକମାନେ ଯେ ଈଶ୍ଵରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି, ଏହା ଯେତେବେଳେ ଯିରୂଶାଲମରେ ଥିବା ପ୍ରେରିତମାନେ ଶୁଣିଲେ, ସେତେବେଳେ ସେମାନେ ପିତର ଓ ଯୋହନଙ୍କୁ ସେମାନଙ୍କ ନିକଟକୁ ପଠାଇଲେ । .::. 15. ସେମାନେ ଯାଇ, ସେହି ଲୋକମାନେ ଯେପରି ପବିତ୍ର ଆତ୍ମା ପ୍ରାପ୍ତ ହୁଅନ୍ତି, ଏଥିନିମନ୍ତେ ସେମାନଙ୍କ ପାଇଁ ପ୍ରାର୍ଥନା କଲେ, .::. 16. କାରଣ ଏପର୍ଯ୍ୟନ୍ତ ସେ ସେମାନଙ୍କ ମଧ୍ୟରୁ କାହାରି ଉପରେ ଅବତୀର୍ଣ୍ଣ ହୋଇ ନ ଥିଲେ, କେବଳ ସେମାନେ ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହୋଇଥିଲେ । .::. 17. ସେତେବେଳେ ସେମାନେ ସେମାନଙ୍କ ଉପରେ ହସ୍ତାର୍ପଣ କଲେ, ଆଉ ସେମାନେ ପବିତ୍ର ଆତ୍ମା ପ୍ରାପ୍ତ ହେଲେ । .::. 18. ପ୍ରେରିତମାନଙ୍କର ହସ୍ତାର୍ପଣ ଦ୍ଵାରା ଆତ୍ମା ଦତ୍ତ ହେଉଅଛନ୍ତି, ଏହା ଦେଖି ଶିମୋନ ସେମାନଙ୍କୁ ଟଙ୍କା ଯାଚି କହିଲା, .::. 19. ମୋତେ ମଧ୍ୟ ଏହି ଶକ୍ତି ଦିଅନ୍ତୁ, ଯେପରି ମୁଁ ଯେକୌଣସି ଲୋକ ଉପରେ ହସ୍ତାର୍ପଣ କରିବି, ସେ ପବିତ୍ର ଆତ୍ମା ପାଇବ । .::. 20. କିନ୍ତୁ ପିତର ତାକୁ କହିଲେ, ତୁମ୍ଭର ଟଙ୍କା ତୁମ୍ଭ ସହିତ ବିନଷ୍ଟ ହେଉ, କାରଣ ତୁମ୍ଭେ ଟଙ୍କା ଦ୍ଵାରା ଈଶ୍ଵରଙ୍କ ଦାନ କିଣିବାକୁ ଭାବିଲ । .::. 21. ଏ ବିଷୟରେ ତୁମ୍ଭର ଅଂଶ ନାହିଁ କି ଅଧିକାର ନାହିଁ, କାରଣ ଈଶ୍ଵରଙ୍କ ସାକ୍ଷାତରେ ତୁମ୍ଭର ହୃଦୟ ସରଳ ନୁହେଁ । .::. 22. ଅତଏବ, ତୁମ୍ଭର ଏହି ଦୁଷ୍ଟପଣରୁ ମନ ପରିବର୍ତ୍ତନ କରି ପ୍ରଭୁଙ୍କଠାରେ ପ୍ରାର୍ଥନା କର, କେଜାଣି ଅବା ତୁମ୍ଭ ହୃଦୟର କଳ୍ପନା କ୍ଷମା ହୋଇ ପାରେ; .::. 23. କାରଣ ତୁମ୍ଭେ ତିକ୍ତ ବିଷରେ ପରିପୂର୍ଣ୍ଣ ହୋଇ ଅଧର୍ମରୂପ ବନ୍ଧନରେ ଆବଦ୍ଧ ଅଛ ବୋଲି ମୁଁ ଦେଖୁଅଛି । .::. 24. ସେଥିରେ ଶିମୋନ ଉତ୍ତର କଲା, ଆପଣମାନେ ଯାହା ଯାହା କହିଲେ, ସେଥିରୁ କୌଣସି ବିଷୟ ଯେପରି ମୋʼ ପ୍ରତି ନ ବର୍ତ୍ତେ, ଏଥିପାଇଁ ଆପଣମାନେ ମୋʼ ନିମନ୍ତେ ପ୍ରଭୁଙ୍କ ଛାମୁରେ ପ୍ରାର୍ଥନା କରନ୍ତୁ । .::. 25. ଏହିପ୍ରକାରେ ସେମାନେ ସାକ୍ଷ୍ୟ ଦେଇ ଓ ପ୍ରଭୁଙ୍କ ବାକ୍ୟ କହି ଶମିରୋଣୀୟମାନଙ୍କ ଅନେକ ଗ୍ରାମରେ ସୁସମାଚାର ପ୍ରଚାର କରୁ କରୁ ଯିରୂଶାଲମକୁ ବାହୁଡ଼ିଗଲେ । .::. 26. ପରେ ପ୍ରଭୁଙ୍କ ଜଣେ ଦୂତ ଫିଲିପ୍ପଙ୍କୁ କହିଲେ, ଉଠ, ଦକ୍ଷିଣ ଦିଗରେ ଯେଉଁ ପଥ ଯିରୂଶାଲମରୁ ଗଜ୍ଜା ଆଡ଼କୁ ପଡ଼ିଅଛି, ସେହି ପଥକୁ ଯାଅ । ତାହା ମରୁଭୂମି । .::. 27. ସେଥିରେ ସେ ଉଠି ଗମନ କଲେ । ଆଉ ଦେଖ, ଇଥିଓପିଆ ଦେଶୀୟମାନଙ୍କ କାଣ୍ତାକୀ ନାମ୍ନୀ ରାଣୀଙ୍କର ଅଧୀନସ୍ଥ ଜଣେ ଉଚ୍ଚ ପଦ ପ୍ରାପ୍ତ ଇଥିଓପିଆର।। ନପୁଂସକ, ଯେ ତାଙ୍କ ସମସ୍ତ ଧନଭଣ୍ତାରର ବେବର୍ତ୍ତା ଥିଲେ, ସେ ପୂଜା କରିବା ନିମନ୍ତେ ଯିରୂଶାଲମକୁ ଆସିଥିଲେ; .::. 28. ସେ ବାହୁଡ଼ି ଯାଉ ଯାଉ ଆପଣା ରଥରେ ବସି ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ର ପାଠ କରୁଥିଲେ । .::. 29. ସେତେବେଳେ ଆତ୍ମା ଫିଲିପ୍ପଙ୍କୁ କହିଲେ, ନିକଟକୁ ଯାଇ ଏହି ରଥର ସାଙ୍ଗ ଧର । .::. 30. ସେଥିରେ ଫିଲିପ୍ପ ଦୌଡ଼ିଯାଇ ସେ ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ର ପାଠ କରୁଥିବା ଶୁଣି ପଚାରିଲେ, ଆପଣ ଯାହା ପାଠ କରୁଅଛନ୍ତି, ତାହା କʼଣ ବୁଝୁଅଛନ୍ତି? .::. 31. ସେ କହିଲେ, କେହି ମୋତେ ବୁଝାଇ ନ ଦେଲେ, ମୁଁ କିପରି ବୁଝି ପାରିବି? ଆଉ, ସେ ଫିଲିପ୍ପଙ୍କୁ ଚଢ଼ି ଆସି ଆପଣା ନିକଟରେ ବସିବାକୁ ବିନତି କଲେ । .::. 32. ଶାସ୍ତ୍ରର ଯେଉଁ ଅଂଶ ସେ ପାଠ କରୁଥିଲେ, ତାହା ଏହି, ସେ ମେଷ ତୁଲ୍ୟ ହତ ହେବା ନିମନ୍ତେ ନୀତ ହେଲେ, ପୁଣି ଲୋମଚ୍ଛେଦକ ସମ୍ମୁଖରେ ମେଷଶାବକ ଯେପରି ନୀରବ ରୁହେ, ସେହିପରି ସେ ଆପଣା ମୁଖ ଫିଟାଇଲେ ନାହିଁ । .::. 33. ତାହାଙ୍କ ଅବନତ ହେବାରେ ତାହାଙ୍କ ଦଣ୍ତ ଅପସାରିତ ହେଲା; ତାହାଙ୍କ ବଂଶ କିଏ ବର୍ଣ୍ଣନା କରି ପାରିବ? କାରଣ ତାହାଙ୍କ ପ୍ରାଣ ପୃଥିବୀରୁ ଅପସାରିତ ହେଲା । .::. 34. ନପୁଂସକ ଉତ୍ତର ଦେଇ ଫିଲିପ୍ପଙ୍କୁ କହିଲେ, ମୁଁ ଆପଣଙ୍କୁ ନିବେଦନ କରେ, ଭାବବାଦୀ କାହା ବିଷୟରେ ଏ କଥା କହନ୍ତି? ଆପଣା ବିଷୟରେ ବା ଆଉ କାହା ବିଷୟରେ? .::. 35. ସେଥିରେ ଫିଲିପ୍ପ ମୁଖ ଫିଟାଇ ଶାସ୍ତ୍ରର ଏହି ବାକ୍ୟରୁ ଆରମ୍ଭ କରି ତାଙ୍କ ନିକଟରେ ଯୀଶୁଙ୍କ ସୁସମାଚାର ପ୍ରଚାର କଲେ । .::. 36. ଆଉ, ସେମାନେ ପଥରେ ଯାଉ ଯାଉ କୌଣସି ଗୋଟିଏ ଜଳାଶୟ ନିକଟରେ ଉପସ୍ଥିତ ହେଲେ; ସେଥିରେ ନପୁଂସକ କହିଲେ, ଏଠାରେ ତ ଜଳ ଅଛି, ମୋହର ବାପ୍ତିଜିତ ହେବା ନିମନ୍ତେ କʼଣ ବାଧା ଅଛି? .::. 37. [ଫିଲିପ୍ପ କହିଲେ, ଆପଣ ସମସ୍ତ ଅନ୍ତଃକରଣ ସହିତ ଯଦି ବିଶ୍ଵାସ କରନ୍ତି, ତାହାହେଲେ ହୋଇ ପାରେ । ସେଥିରେ ସେ ଉତ୍ତର ଦେଲେ, ଯୀଶୁ ଖ୍ରୀଷ୍ଟ ଯେ ଈଶ୍ଵରଙ୍କ ପୁତ୍ର, ଏହା ମୁଁ ବିଶ୍ଵାସ କରୁଅଛିଣାିଁ .::. 38. ପୁଣି, ସେ ରଥ ଠିଆ କରିବାକୁ ଆଜ୍ଞା ଦେଲେ, ଆଉ ଫିଲିପ୍ପ ଓ ନପୁଂସକ ଉଭୟ ଜଳ ଭିତରକୁ ଓହ୍ଲାଇଗଲେ, ଆଉ ଫିଲିପ୍ପ ତାଙ୍କୁ ବାପ୍ତିସ୍ମ।। ଦେଲେ । .::. 39. ସେମାନେ ଜଳ ମଧ୍ୟରୁ ଉଠି ଆସନ୍ତେ, ପ୍ରଭୁଙ୍କର ଆତ୍ମା ଫିଲିପ୍ପଙ୍କୁ ଘେନିଗଲେ, ପୁଣି ନପୁଂସକ ତାଙ୍କୁ ଆଉ ଦେଖିଲେ ନାହିଁ; ତଥାପି ସେ ଆନନ୍ଦ କରୁ କରୁ ଆପଣା ପଥରେ ଚାଲିଗଲେ । .::. 40. କିନ୍ତୁ ଫିଲିପ୍ପ ଅଷ୍ଦୋଦ୍ରେ ଦେଖାଗଲେ, ଆଉ ସେ ଯାଉ ଯାଉ ନଗରେ ନଗରେ ସୁସମାଚାର ପ୍ରଚାର କରି କାଇସରିଆରେ ଯାଇ ପହଞ୍ଚିଲେ । .::.
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 1  
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 2  
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 3  
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 4  
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 5  
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 6  
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 7  
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 8  
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 9  
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 10  
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 11  
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 12  
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 13  
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 14  
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 15  
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 16  
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 17  
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 18  
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 19  
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 20  
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 21  
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 22  
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 23  
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 24  
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 25  
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 26  
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 27  
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 28  
Common Bible Languages
West Indian Languages
×

Alert

×

oriya Letters Keypad References