ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯାତ୍ରା ପୁସ୍ତକ

ଯାତ୍ରା ପୁସ୍ତକ ଅଧ୍ୟାୟ 27

1 ଆଉ ତୁମ୍ଭେ ଶିଟୀମ୍ କାଷ୍ଠରେ ପାଞ୍ଚ ହସ୍ତ ଦୀର୍ଘ ଓ ପାଞ୍ଚ ହସ୍ତ ପ୍ରସ୍ଥର ବେଦି ନିର୍ମାଣ କରିବ, ସେହି ବେଦି ଚତୁଷ୍କୋଣ ହେବ; ତହିଁର ଉଚ୍ଚତା ତିନି ହସ୍ତ ହେବ । 2 ପୁଣି ତହିଁର ଚାରି କୋଣ ଉପରେ ଶୃଙ୍ଗ କରିବ, ଆଉ ସେହି ଶୃଙ୍ଗ ବେଦିର ଏକାଂଶ ହେବ ଓ ତାହା ପିତ୍ତଳରେ ମଡ଼ାଯିବ । 3 ଆଉ ତହିଁରୁ ଭସ୍ମ କାଢ଼ି ନେବା ପାଇଁ ଭସ୍ମଧାନୀ କରିବ ଓ ତହିଁର କରଚୁଲି ଓ କୁଣ୍ତ ଓ ତ୍ରିଶୂଳ ଓ ଅଙ୍ଗାରଧାନୀ କରିବ; ତହିଁର ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କରିବ । 4 ପୁଣି ପିତ୍ତଳରେ ଏକ ଜାଲି ଝାଞ୍ଜିରୀ କରିବ ଓ ତହିଁ ଉପରେ ଚାରି କୋଣରେ ପିତ୍ତଳର ଚାରି କଡ଼ା ପ୍ରସ୍ତୁତ କରିବ । 5 ଏହି ଝାଞ୍ଜିରୀ ବେଦି-ବେଢ଼ ତଳେ ନିମ୍ନ ଭାଗରେ ରଖିବ ଓ ଝାଞ୍ଜିରୀ ବେଦିର ମଧ୍ୟ ପର୍ଯ୍ୟନ୍ତ ପାଇବ । 6 ଆଉ ବେଦି ନିମନ୍ତେ ଶିଟୀମ୍ କାଷ୍ଠର ସାଙ୍ଗୀ କରିବ ଓ ତାହା ପିତ୍ତଳରେ ମଡ଼ାଇବ । 7 ପୁଣି ବେଦି ବହିବା ବେଳେ ତହିଁର ଦୁଇ ପାର୍ଶ୍ଵ ଉପରେ କଡ଼ା ମଧ୍ୟରେ ସେହି ସାଙ୍ଗୀ ରହିବ । 8 ତୁମ୍ଭେ ଫମ୍ପା ରଖି ପଟାରେ ତାହା କରିବ, ପର୍ବତରେ ତୁମ୍ଭକୁ ଯେରୂପ ପ୍ରଦର୍ଶିତ ହେଲା, ସେରୂପେ ଲୋକମାନେ କରିବେ। 9 ଅନନ୍ତର ତୁମ୍ଭେ ଆବାସର ପ୍ରାଙ୍ଗଣ କରିବ; ସେହି ପ୍ରାଙ୍ଗଣର ଦକ୍ଷିଣ ଦିଗରେ ବଳା ଶୁଭ୍ର କ୍ଷୌମସୂତ୍ରନିର୍ମିତ ପରଦା କରିବ; ତହିଁର ଏକ ପାର୍ଶ୍ଵର ଦୈର୍ଘ୍ୟ ଏକଶତ ହସ୍ତ ହେବ । 10 ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର ହେବ, ପୁଣି ସ୍ତମ୍ଭର ଆଙ୍କଡ଼ା ଓ ଛୁଞ୍ଚିଆ ରୂପାର ହେବ । 11 ତଦ୍ରୂପ ଉତ୍ତର ପାର୍ଶ୍ଵରେ ଏକଶତ ହସ୍ତ ଦୀର୍ଘ ପରଦା ହେବ ଓ ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର ହେବ; ପୁଣି ସ୍ତମ୍ଭର ଆଙ୍କଡ଼ା ଓ ଛୁଞ୍ଚିଆ ରୂପାର ହେବ । 12 ଆଉ ପଶ୍ଚିମ ଦିଗରେ ପ୍ରାଙ୍ଗଣର ପ୍ରସ୍ଥ ନିମନ୍ତେ ପଚାଶ ହସ୍ତ ପରଦା ଓ ତହିଁର ଦଶ ସ୍ତମ୍ଭ ଓ ଦଶ ଚୁଙ୍ଗୀ କରିବ । 13 ପୁଣି ପୂର୍ବ ଦିଗରେ ପ୍ରାଙ୍ଗଣର ପ୍ରସ୍ଥ ପଚାଶ ହସ୍ତ ହେବ । 14 (ଦ୍ଵାରର) ଏକ ପାର୍ଶ୍ଵରେ ପନ୍ଦର ହସ୍ତ ପରଦା ଓ ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ହେବ । 15 ଆଉ ଅନ୍ୟ ପାର୍ଶ୍ଵରେ ପନ୍ଦର ହସ୍ତ ପରଦା ଓ ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ହେବ । 16 ପୁଣି ପ୍ରାଙ୍ଗଣର ଦ୍ଵାର ନିମନ୍ତେ ନୀଳ ଓ ଧୂମ୍ର ଓ ସିନ୍ଦୂରବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମସୂତ୍ରରେ ଶିଳ୍ପକର୍ମବିଶିଷ୍ଟ କୋଡ଼ିଏ ହସ୍ତ ଏକ ଆଚ୍ଛାଦନବସ୍ତ୍ର ଓ ତହିଁର ଚାରି ସ୍ତମ୍ଭ ଓ ଚାରୀ ଚୁଙ୍ଗୀ ହେବ । 17 ପୁଣି ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥ ସ୍ତମ୍ଭସକଳ ରୂପା ଛୁଞ୍ଚିଆରେ ବନ୍ଦ ହେବ ଓ ତହିଁର ଆଙ୍କଡ଼ା ରୂପାର ଓ ଚୁଙ୍ଗୀ ପିତ୍ତଳର ହେବ । 18 ପ୍ରାଙ୍ଗଣ ଏକଶତ ହସ୍ତ ଦୀର୍ଘ ଓ ସର୍ବତ୍ର ପଚାଶ ହସ୍ତ ପ୍ରସ୍ଥ ଓ ପାଞ୍ଚ ହସ୍ତ ଉଚ୍ଚ, ପୁଣି ସବୁ ବଳା ଶୁଭ୍ର କ୍ଷୌମସୂତ୍ରରେ ପ୍ରସ୍ତୁତ ଓ ତହିଁର ପିତ୍ତଳର ଚୁଙ୍ଗୀ ହେବ । 19 ଆଉ ଆବାସର ସମୁଦାୟ କାର୍ଯ୍ୟ ସମ୍ଵନ୍ଧୀୟ ପାତ୍ର ଓ ମେଖ ଓ ପ୍ରାଙ୍ଗଣର ସମସ୍ତ ମେଖ ପିତ୍ତଳର ହେବ । 20 ଆଉ ନିତ୍ୟ ନିତ୍ୟ ପ୍ରଦୀପ ଜାଳି ଆଲୁଅ କରିବା ନିମନ୍ତେ ନିର୍ମଳ ପେଷା ଜୀତ ତୈଳ ତୁମ୍ଭ ନିକଟକୁ ଆଣିବା ପାଇଁ ଇସ୍ରାଏଲ-ସନ୍ତାନମାନଙ୍କୁ ଆଜ୍ଞା ଦେବ। 21 ଆଉ ସମାଗମ-ତମ୍ଵୁରେ ସାକ୍ଷ୍ୟସିନ୍ଦୁକ ସମ୍ମୁଖସ୍ଥ ବିଚ୍ଛେଦବସ୍ତ୍ରର ବାହାରେ ହାରୋଣଓ ତାହାର ପୁତ୍ରଗଣ ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସାକ୍ଷାତରେ ତାହା ସଜାଇ ରଖିବେନ୍ତଏହା ଇସ୍ରାଏଲ-ସନ୍ତାନମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ ।
1 ଆଉ ତୁମ୍ଭେ ଶିଟୀମ୍ କାଷ୍ଠରେ ପାଞ୍ଚ ହସ୍ତ ଦୀର୍ଘ ଓ ପାଞ୍ଚ ହସ୍ତ ପ୍ରସ୍ଥର ବେଦି ନିର୍ମାଣ କରିବ, ସେହି ବେଦି ଚତୁଷ୍କୋଣ ହେବ; ତହିଁର ଉଚ୍ଚତା ତିନି ହସ୍ତ ହେବ । .::. 2 ପୁଣି ତହିଁର ଚାରି କୋଣ ଉପରେ ଶୃଙ୍ଗ କରିବ, ଆଉ ସେହି ଶୃଙ୍ଗ ବେଦିର ଏକାଂଶ ହେବ ଓ ତାହା ପିତ୍ତଳରେ ମଡ଼ାଯିବ । .::. 3 ଆଉ ତହିଁରୁ ଭସ୍ମ କାଢ଼ି ନେବା ପାଇଁ ଭସ୍ମଧାନୀ କରିବ ଓ ତହିଁର କରଚୁଲି ଓ କୁଣ୍ତ ଓ ତ୍ରିଶୂଳ ଓ ଅଙ୍ଗାରଧାନୀ କରିବ; ତହିଁର ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କରିବ । .::. 4 ପୁଣି ପିତ୍ତଳରେ ଏକ ଜାଲି ଝାଞ୍ଜିରୀ କରିବ ଓ ତହିଁ ଉପରେ ଚାରି କୋଣରେ ପିତ୍ତଳର ଚାରି କଡ଼ା ପ୍ରସ୍ତୁତ କରିବ । .::. 5 ଏହି ଝାଞ୍ଜିରୀ ବେଦି-ବେଢ଼ ତଳେ ନିମ୍ନ ଭାଗରେ ରଖିବ ଓ ଝାଞ୍ଜିରୀ ବେଦିର ମଧ୍ୟ ପର୍ଯ୍ୟନ୍ତ ପାଇବ । .::. 6 ଆଉ ବେଦି ନିମନ୍ତେ ଶିଟୀମ୍ କାଷ୍ଠର ସାଙ୍ଗୀ କରିବ ଓ ତାହା ପିତ୍ତଳରେ ମଡ଼ାଇବ । .::. 7 ପୁଣି ବେଦି ବହିବା ବେଳେ ତହିଁର ଦୁଇ ପାର୍ଶ୍ଵ ଉପରେ କଡ଼ା ମଧ୍ୟରେ ସେହି ସାଙ୍ଗୀ ରହିବ । .::. 8 ତୁମ୍ଭେ ଫମ୍ପା ରଖି ପଟାରେ ତାହା କରିବ, ପର୍ବତରେ ତୁମ୍ଭକୁ ଯେରୂପ ପ୍ରଦର୍ଶିତ ହେଲା, ସେରୂପେ ଲୋକମାନେ କରିବେ। .::. 9 ଅନନ୍ତର ତୁମ୍ଭେ ଆବାସର ପ୍ରାଙ୍ଗଣ କରିବ; ସେହି ପ୍ରାଙ୍ଗଣର ଦକ୍ଷିଣ ଦିଗରେ ବଳା ଶୁଭ୍ର କ୍ଷୌମସୂତ୍ରନିର୍ମିତ ପରଦା କରିବ; ତହିଁର ଏକ ପାର୍ଶ୍ଵର ଦୈର୍ଘ୍ୟ ଏକଶତ ହସ୍ତ ହେବ । .::. 10 ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର ହେବ, ପୁଣି ସ୍ତମ୍ଭର ଆଙ୍କଡ଼ା ଓ ଛୁଞ୍ଚିଆ ରୂପାର ହେବ । .::. 11 ତଦ୍ରୂପ ଉତ୍ତର ପାର୍ଶ୍ଵରେ ଏକଶତ ହସ୍ତ ଦୀର୍ଘ ପରଦା ହେବ ଓ ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର ହେବ; ପୁଣି ସ୍ତମ୍ଭର ଆଙ୍କଡ଼ା ଓ ଛୁଞ୍ଚିଆ ରୂପାର ହେବ । .::. 12 ଆଉ ପଶ୍ଚିମ ଦିଗରେ ପ୍ରାଙ୍ଗଣର ପ୍ରସ୍ଥ ନିମନ୍ତେ ପଚାଶ ହସ୍ତ ପରଦା ଓ ତହିଁର ଦଶ ସ୍ତମ୍ଭ ଓ ଦଶ ଚୁଙ୍ଗୀ କରିବ । .::. 13 ପୁଣି ପୂର୍ବ ଦିଗରେ ପ୍ରାଙ୍ଗଣର ପ୍ରସ୍ଥ ପଚାଶ ହସ୍ତ ହେବ । .::. 14 (ଦ୍ଵାରର) ଏକ ପାର୍ଶ୍ଵରେ ପନ୍ଦର ହସ୍ତ ପରଦା ଓ ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ହେବ । .::. 15 ଆଉ ଅନ୍ୟ ପାର୍ଶ୍ଵରେ ପନ୍ଦର ହସ୍ତ ପରଦା ଓ ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ହେବ । .::. 16 ପୁଣି ପ୍ରାଙ୍ଗଣର ଦ୍ଵାର ନିମନ୍ତେ ନୀଳ ଓ ଧୂମ୍ର ଓ ସିନ୍ଦୂରବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମସୂତ୍ରରେ ଶିଳ୍ପକର୍ମବିଶିଷ୍ଟ କୋଡ଼ିଏ ହସ୍ତ ଏକ ଆଚ୍ଛାଦନବସ୍ତ୍ର ଓ ତହିଁର ଚାରି ସ୍ତମ୍ଭ ଓ ଚାରୀ ଚୁଙ୍ଗୀ ହେବ । .::. 17 ପୁଣି ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥ ସ୍ତମ୍ଭସକଳ ରୂପା ଛୁଞ୍ଚିଆରେ ବନ୍ଦ ହେବ ଓ ତହିଁର ଆଙ୍କଡ଼ା ରୂପାର ଓ ଚୁଙ୍ଗୀ ପିତ୍ତଳର ହେବ । .::. 18 ପ୍ରାଙ୍ଗଣ ଏକଶତ ହସ୍ତ ଦୀର୍ଘ ଓ ସର୍ବତ୍ର ପଚାଶ ହସ୍ତ ପ୍ରସ୍ଥ ଓ ପାଞ୍ଚ ହସ୍ତ ଉଚ୍ଚ, ପୁଣି ସବୁ ବଳା ଶୁଭ୍ର କ୍ଷୌମସୂତ୍ରରେ ପ୍ରସ୍ତୁତ ଓ ତହିଁର ପିତ୍ତଳର ଚୁଙ୍ଗୀ ହେବ । .::. 19 ଆଉ ଆବାସର ସମୁଦାୟ କାର୍ଯ୍ୟ ସମ୍ଵନ୍ଧୀୟ ପାତ୍ର ଓ ମେଖ ଓ ପ୍ରାଙ୍ଗଣର ସମସ୍ତ ମେଖ ପିତ୍ତଳର ହେବ । .::. 20 ଆଉ ନିତ୍ୟ ନିତ୍ୟ ପ୍ରଦୀପ ଜାଳି ଆଲୁଅ କରିବା ନିମନ୍ତେ ନିର୍ମଳ ପେଷା ଜୀତ ତୈଳ ତୁମ୍ଭ ନିକଟକୁ ଆଣିବା ପାଇଁ ଇସ୍ରାଏଲ-ସନ୍ତାନମାନଙ୍କୁ ଆଜ୍ଞା ଦେବ। .::. 21 ଆଉ ସମାଗମ-ତମ୍ଵୁରେ ସାକ୍ଷ୍ୟସିନ୍ଦୁକ ସମ୍ମୁଖସ୍ଥ ବିଚ୍ଛେଦବସ୍ତ୍ରର ବାହାରେ ହାରୋଣଓ ତାହାର ପୁତ୍ରଗଣ ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସାକ୍ଷାତରେ ତାହା ସଜାଇ ରଖିବେନ୍ତଏହା ଇସ୍ରାଏଲ-ସନ୍ତାନମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ । .::.
  • ଯାତ୍ରା ପୁସ୍ତକ ଅଧ୍ୟାୟ 1  
  • ଯାତ୍ରା ପୁସ୍ତକ ଅଧ୍ୟାୟ 2  
  • ଯାତ୍ରା ପୁସ୍ତକ ଅଧ୍ୟାୟ 3  
  • ଯାତ୍ରା ପୁସ୍ତକ ଅଧ୍ୟାୟ 4  
  • ଯାତ୍ରା ପୁସ୍ତକ ଅଧ୍ୟାୟ 5  
  • ଯାତ୍ରା ପୁସ୍ତକ ଅଧ୍ୟାୟ 6  
  • ଯାତ୍ରା ପୁସ୍ତକ ଅଧ୍ୟାୟ 7  
  • ଯାତ୍ରା ପୁସ୍ତକ ଅଧ୍ୟାୟ 8  
  • ଯାତ୍ରା ପୁସ୍ତକ ଅଧ୍ୟାୟ 9  
  • ଯାତ୍ରା ପୁସ୍ତକ ଅଧ୍ୟାୟ 10  
  • ଯାତ୍ରା ପୁସ୍ତକ ଅଧ୍ୟାୟ 11  
  • ଯାତ୍ରା ପୁସ୍ତକ ଅଧ୍ୟାୟ 12  
  • ଯାତ୍ରା ପୁସ୍ତକ ଅଧ୍ୟାୟ 13  
  • ଯାତ୍ରା ପୁସ୍ତକ ଅଧ୍ୟାୟ 14  
  • ଯାତ୍ରା ପୁସ୍ତକ ଅଧ୍ୟାୟ 15  
  • ଯାତ୍ରା ପୁସ୍ତକ ଅଧ୍ୟାୟ 16  
  • ଯାତ୍ରା ପୁସ୍ତକ ଅଧ୍ୟାୟ 17  
  • ଯାତ୍ରା ପୁସ୍ତକ ଅଧ୍ୟାୟ 18  
  • ଯାତ୍ରା ପୁସ୍ତକ ଅଧ୍ୟାୟ 19  
  • ଯାତ୍ରା ପୁସ୍ତକ ଅଧ୍ୟାୟ 20  
  • ଯାତ୍ରା ପୁସ୍ତକ ଅଧ୍ୟାୟ 21  
  • ଯାତ୍ରା ପୁସ୍ତକ ଅଧ୍ୟାୟ 22  
  • ଯାତ୍ରା ପୁସ୍ତକ ଅଧ୍ୟାୟ 23  
  • ଯାତ୍ରା ପୁସ୍ତକ ଅଧ୍ୟାୟ 24  
  • ଯାତ୍ରା ପୁସ୍ତକ ଅଧ୍ୟାୟ 25  
  • ଯାତ୍ରା ପୁସ୍ତକ ଅଧ୍ୟାୟ 26  
  • ଯାତ୍ରା ପୁସ୍ତକ ଅଧ୍ୟାୟ 27  
  • ଯାତ୍ରା ପୁସ୍ତକ ଅଧ୍ୟାୟ 28  
  • ଯାତ୍ରା ପୁସ୍ତକ ଅଧ୍ୟାୟ 29  
  • ଯାତ୍ରା ପୁସ୍ତକ ଅଧ୍ୟାୟ 30  
  • ଯାତ୍ରା ପୁସ୍ତକ ଅଧ୍ୟାୟ 31  
  • ଯାତ୍ରା ପୁସ୍ତକ ଅଧ୍ୟାୟ 32  
  • ଯାତ୍ରା ପୁସ୍ତକ ଅଧ୍ୟାୟ 33  
  • ଯାତ୍ରା ପୁସ୍ତକ ଅଧ୍ୟାୟ 34  
  • ଯାତ୍ରା ପୁସ୍ତକ ଅଧ୍ୟାୟ 35  
  • ଯାତ୍ରା ପୁସ୍ତକ ଅଧ୍ୟାୟ 36  
  • ଯାତ୍ରା ପୁସ୍ତକ ଅଧ୍ୟାୟ 37  
  • ଯାତ୍ରା ପୁସ୍ତକ ଅଧ୍ୟାୟ 38  
  • ଯାତ୍ରା ପୁସ୍ତକ ଅଧ୍ୟାୟ 39  
  • ଯାତ୍ରା ପୁସ୍ତକ ଅଧ୍ୟାୟ 40  
×

Alert

×

Oriya Letters Keypad References