ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିହିଜିକଲ

ଯିହିଜିକଲ ଅଧ୍ୟାୟ 25

1 ଅନନ୍ତର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, 2 ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଅମ୍ମୋନ-ସନ୍ତାନଗଣର ଆଡ଼େ ଆପଣା ମୁଖ ରଖି ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର; 3 ଆଉ, ଅମ୍ମୋନ-ସନ୍ତାନଗଣକୁ କୁହ, ତୁମ୍ଭେମାନେ ପ୍ରଭୁ ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭର ଧର୍ମଧାମ ଅପବିତ୍ରୀକୃତ ହେବା ବେଳେ ତାହା ବିରୁଦ୍ଧରେ ଓ ଇସ୍ରାଏଲ ଦେଶ ଧ୍ଵଂସିତ ହେବା ବେଳେ ତାହା ବିରୁଦ୍ଧରେ; ଆଉ, ଯିହୁଦା-ବଂଶ ବନ୍ଦୀ ହୋଇ ଯିବା ବେଳେ ସେମାନଙ୍କ ବିରୁଦ୍ଧରେ, ଭଲ ହେଲା, ଭଲ ହେଲା, ବୋଲି ତୁମ୍ଭେ କହିଅଛ; 4 ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭକୁ ଅଧିକାର ରୂପେ ପୂର୍ବଦେଶୀୟ ସନ୍ତାନଗଣର ହସ୍ତରେ ସମର୍ପଣ କରିବା, ଆଉ ସେମାନେ ତୁମ୍ଭ ମଧ୍ୟରେ ଆପଣା ଆପଣା ଛାଉଣି ସ୍ଥାପନ କରିବେ ଓ ତୁମ୍ଭ ମଧ୍ୟରେ ଆପଣା ଆପଣା ବାସ ନିର୍ମାଣ କରିବେ; ସେମାନେ ତୁମ୍ଭର ଫଳ ଭୋଜନ କରିବେ ଓ ତୁମ୍ଭର ଦୁଗ୍ଧ ପାନ କରିବେ । 5 ଆଉ, ଆମ୍ଭେ ରବ୍ବାକୁ ଉଷ୍ଟ୍ରଶାଳା କରିବା ଓ ଅମ୍ମୋନ-ସନ୍ତାନଗଣର (ଦେଶକୁ) ମେଷାଦି ପଲର ଶୟନ ସ୍ଥାନ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ । 6 କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଇସ୍ରାଏଲ ଦେଶ ବିରୁଦ୍ଧରେ କରତାଳି ଦେଇଅଛ, ପଦାଘାତ କରିଅଛ, ପୁଣି ଆପଣା ପ୍ରାଣର ସମ୍ପୂର୍ଣ୍ଣ ଘୃଣା ଭାବରେ ଆନନ୍ଦ କରିଅଛ । 7 ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିଅଛୁ ଓ ଲୁଟଦ୍ରବ୍ୟ ରୂପେ ଗୋଷ୍ଠୀବର୍ଗଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା; ପୁଣି, ଆମ୍ଭେ ଗୋଷ୍ଠୀବର୍ଗଙ୍କ ମଧ୍ୟରୁ ତୁମ୍ଭକୁ କାଟି ପକାଇବା ଓ ଦେଶସମୂହ ମଧ୍ୟରୁ ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ କରିବା, ଆମ୍ଭେ ତୁମ୍ଭକୁ ସଂହାର କରିବା; ଆଉ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜାଣିବ । 8 ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ମୋୟାବ ଓ ସେୟୀର କହୁଅଛନ୍ତି, ଦେଖ, ଯିହୁଦା-ବଂଶ ଅନ୍ୟ ସକଳ ଗୋଷ୍ଠୀର ସମାନ; 9 ଏଥିପାଇଁ ଦେଖ, ଆମ୍ଭେ ନଗରସମୂହଠାରୁ ମୋୟାବର ପାର୍ଶ୍ଵ ମୁକ୍ତ କରିବା, ଅର୍ଥାତ୍, ତାହାର ସୀମାନ୍ତବର୍ତ୍ତୀ ଓ ଦେଶର ଗୌରବ ସ୍ଵରୂପ ବୈତ୍-ଯିଶୀମୋତ୍ ବାଲ୍-ମୀୟୋନ୍ ଓ କିରୀୟାଥୟିମ୍ ଆଡ଼େ, 10 ପୂର୍ବଦେଶୀୟ ସନ୍ତାନଗଣର ପାଇଁ (ମୁକ୍ତ କରିବା), ସେମାନେ ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ଯାତ୍ରା କରିବେ, ପୁଣି ଆମ୍ଭେ ସେମାନଙ୍କ ହସ୍ତରେ ଅମ୍ମୋନ-ସନ୍ତାନଗଣକୁ ଅଧିକାର ରୂପେ ସମର୍ପଣ କରିବା, ତହିଁରେ ଗୋଷ୍ଠୀଗଣ ମଧ୍ୟରେ ସେମାନେ ଆଉ ସ୍ମରଣ କରାଯିବେ ନାହିଁ; 11 ଆମ୍ଭେ ମୋୟାବ ଉପରେ ଦଣ୍ତାଜ୍ଞା ସଫଳ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ । 12 ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଇଦୋମ ପ୍ରତିଶୋଧ ନେବା ଦ୍ଵାରା ଯିହୁଦା-ବଂଶ ବିରୁଦ୍ଧରେ ଦୁର୍ବ୍ୟବହାର କରିଅଛି ଓ ସେମାନଙ୍କ ଉପରେ ପ୍ରତିହିଂସା ସାଧି ଅତ୍ୟ; ଅପରାଧ କରିଅଛି, 13 ଏଥିପାଇଁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଇଦୋମ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରିବା; ଆଉ, ଆମ୍ଭେ ତୈମନ୍‍ଠାରୁ ତାହା ଧ୍ଵଂସସ୍ଥାନ କରିବା; ଦଦାନ ପର୍ଯ୍ୟନ୍ତ ହିଁ ଲୋକମାନେ ଖଡ଼୍‍ଗରେ ପତିତ ହେବେ । 14 ପୁଣି, ଆମ୍ଭେ ଆପଣାର ଲୋକ ଇସ୍ରାଏଲର ହସ୍ତ ଦ୍ଵାରା ଆମ୍ଭର ପ୍ରତିଶୋଧରୂପ ଭାର ଇଦୋମର ଉପରେ ଥୋଇବା; ତହିଁରେ ସେମାନେ ଆମ୍ଭର କ୍ରୋଧ ଓ ଆମ୍ଭର କୋପ ଅନୁସାରେ ଇଦୋମ ମଧ୍ୟରେ କାର୍ଯ୍ୟ କରିବେ; ପୁଣି, ସେମାନେ ଆମ୍ଭର ଦତ୍ତ ପରିଶୋଧ ଜ୍ଞାତ ହେବେ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି । 15 ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ପଲେଷ୍ଟୀୟ ଲୋକମାନେ ପ୍ରତିହିଂସା ସାଧିବାର ବ୍ୟବହାର କରିଅଛନ୍ତି; ପୁଣି, ଚିର ଶତ୍ରୁତାରେ ବିନାଶ କରିବା ପାଇଁ ପ୍ରାଣର ଘୃଣାରେ ପ୍ରତିଶୋଧ ନେଇଅଛନ୍ତି; 16 ଏଥିପାଇଁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା, ଆଉ ଆମ୍ଭେ କରେଥୀୟ ଲୋକମାନଙ୍କୁ ଉଚ୍ଛିନ୍ନ କରିବା ଓ ସମୁଦ୍ର ତୀରସ୍ଥ ଅବଶିଷ୍ଟ ସକଳକୁ ନଷ୍ଟ କରିବା । 17 ପୁଣି, ଆମ୍ଭେ ପ୍ରଚଣ୍ତ ଭର୍ତ୍ସନା ସହିତ ସେମାନଙ୍କଠାରୁ ଭାରୀ ପ୍ରତିଶୋଧ ନେବା; ଆଉ, ଯେଉଁ ସମୟରେ ଆମ୍ଭେ ଆପଣା ଦତ୍ତ ପ୍ରତିଶୋଧର ଭାର ସେମାନଙ୍କ ଉପରେ ଥୋଇବା, ସେସମୟରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
1 ଅନନ୍ତର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, .::. 2 ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଅମ୍ମୋନ-ସନ୍ତାନଗଣର ଆଡ଼େ ଆପଣା ମୁଖ ରଖି ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର; .::. 3 ଆଉ, ଅମ୍ମୋନ-ସନ୍ତାନଗଣକୁ କୁହ, ତୁମ୍ଭେମାନେ ପ୍ରଭୁ ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭର ଧର୍ମଧାମ ଅପବିତ୍ରୀକୃତ ହେବା ବେଳେ ତାହା ବିରୁଦ୍ଧରେ ଓ ଇସ୍ରାଏଲ ଦେଶ ଧ୍ଵଂସିତ ହେବା ବେଳେ ତାହା ବିରୁଦ୍ଧରେ; ଆଉ, ଯିହୁଦା-ବଂଶ ବନ୍ଦୀ ହୋଇ ଯିବା ବେଳେ ସେମାନଙ୍କ ବିରୁଦ୍ଧରେ, ଭଲ ହେଲା, ଭଲ ହେଲା, ବୋଲି ତୁମ୍ଭେ କହିଅଛ; .::. 4 ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭକୁ ଅଧିକାର ରୂପେ ପୂର୍ବଦେଶୀୟ ସନ୍ତାନଗଣର ହସ୍ତରେ ସମର୍ପଣ କରିବା, ଆଉ ସେମାନେ ତୁମ୍ଭ ମଧ୍ୟରେ ଆପଣା ଆପଣା ଛାଉଣି ସ୍ଥାପନ କରିବେ ଓ ତୁମ୍ଭ ମଧ୍ୟରେ ଆପଣା ଆପଣା ବାସ ନିର୍ମାଣ କରିବେ; ସେମାନେ ତୁମ୍ଭର ଫଳ ଭୋଜନ କରିବେ ଓ ତୁମ୍ଭର ଦୁଗ୍ଧ ପାନ କରିବେ । .::. 5 ଆଉ, ଆମ୍ଭେ ରବ୍ବାକୁ ଉଷ୍ଟ୍ରଶାଳା କରିବା ଓ ଅମ୍ମୋନ-ସନ୍ତାନଗଣର (ଦେଶକୁ) ମେଷାଦି ପଲର ଶୟନ ସ୍ଥାନ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ । .::. 6 କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଇସ୍ରାଏଲ ଦେଶ ବିରୁଦ୍ଧରେ କରତାଳି ଦେଇଅଛ, ପଦାଘାତ କରିଅଛ, ପୁଣି ଆପଣା ପ୍ରାଣର ସମ୍ପୂର୍ଣ୍ଣ ଘୃଣା ଭାବରେ ଆନନ୍ଦ କରିଅଛ । .::. 7 ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିଅଛୁ ଓ ଲୁଟଦ୍ରବ୍ୟ ରୂପେ ଗୋଷ୍ଠୀବର୍ଗଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା; ପୁଣି, ଆମ୍ଭେ ଗୋଷ୍ଠୀବର୍ଗଙ୍କ ମଧ୍ୟରୁ ତୁମ୍ଭକୁ କାଟି ପକାଇବା ଓ ଦେଶସମୂହ ମଧ୍ୟରୁ ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ କରିବା, ଆମ୍ଭେ ତୁମ୍ଭକୁ ସଂହାର କରିବା; ଆଉ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜାଣିବ । .::. 8 ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ମୋୟାବ ଓ ସେୟୀର କହୁଅଛନ୍ତି, ଦେଖ, ଯିହୁଦା-ବଂଶ ଅନ୍ୟ ସକଳ ଗୋଷ୍ଠୀର ସମାନ; .::. 9 ଏଥିପାଇଁ ଦେଖ, ଆମ୍ଭେ ନଗରସମୂହଠାରୁ ମୋୟାବର ପାର୍ଶ୍ଵ ମୁକ୍ତ କରିବା, ଅର୍ଥାତ୍, ତାହାର ସୀମାନ୍ତବର୍ତ୍ତୀ ଓ ଦେଶର ଗୌରବ ସ୍ଵରୂପ ବୈତ୍-ଯିଶୀମୋତ୍ ବାଲ୍-ମୀୟୋନ୍ ଓ କିରୀୟାଥୟିମ୍ ଆଡ଼େ, .::. 10 ପୂର୍ବଦେଶୀୟ ସନ୍ତାନଗଣର ପାଇଁ (ମୁକ୍ତ କରିବା), ସେମାନେ ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ଯାତ୍ରା କରିବେ, ପୁଣି ଆମ୍ଭେ ସେମାନଙ୍କ ହସ୍ତରେ ଅମ୍ମୋନ-ସନ୍ତାନଗଣକୁ ଅଧିକାର ରୂପେ ସମର୍ପଣ କରିବା, ତହିଁରେ ଗୋଷ୍ଠୀଗଣ ମଧ୍ୟରେ ସେମାନେ ଆଉ ସ୍ମରଣ କରାଯିବେ ନାହିଁ; .::. 11 ଆମ୍ଭେ ମୋୟାବ ଉପରେ ଦଣ୍ତାଜ୍ଞା ସଫଳ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ । .::. 12 ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଇଦୋମ ପ୍ରତିଶୋଧ ନେବା ଦ୍ଵାରା ଯିହୁଦା-ବଂଶ ବିରୁଦ୍ଧରେ ଦୁର୍ବ୍ୟବହାର କରିଅଛି ଓ ସେମାନଙ୍କ ଉପରେ ପ୍ରତିହିଂସା ସାଧି ଅତ୍ୟ; ଅପରାଧ କରିଅଛି, .::. 13 ଏଥିପାଇଁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଇଦୋମ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରିବା; ଆଉ, ଆମ୍ଭେ ତୈମନ୍‍ଠାରୁ ତାହା ଧ୍ଵଂସସ୍ଥାନ କରିବା; ଦଦାନ ପର୍ଯ୍ୟନ୍ତ ହିଁ ଲୋକମାନେ ଖଡ଼୍‍ଗରେ ପତିତ ହେବେ । .::. 14 ପୁଣି, ଆମ୍ଭେ ଆପଣାର ଲୋକ ଇସ୍ରାଏଲର ହସ୍ତ ଦ୍ଵାରା ଆମ୍ଭର ପ୍ରତିଶୋଧରୂପ ଭାର ଇଦୋମର ଉପରେ ଥୋଇବା; ତହିଁରେ ସେମାନେ ଆମ୍ଭର କ୍ରୋଧ ଓ ଆମ୍ଭର କୋପ ଅନୁସାରେ ଇଦୋମ ମଧ୍ୟରେ କାର୍ଯ୍ୟ କରିବେ; ପୁଣି, ସେମାନେ ଆମ୍ଭର ଦତ୍ତ ପରିଶୋଧ ଜ୍ଞାତ ହେବେ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି । .::. 15 ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ପଲେଷ୍ଟୀୟ ଲୋକମାନେ ପ୍ରତିହିଂସା ସାଧିବାର ବ୍ୟବହାର କରିଅଛନ୍ତି; ପୁଣି, ଚିର ଶତ୍ରୁତାରେ ବିନାଶ କରିବା ପାଇଁ ପ୍ରାଣର ଘୃଣାରେ ପ୍ରତିଶୋଧ ନେଇଅଛନ୍ତି; .::. 16 ଏଥିପାଇଁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା, ଆଉ ଆମ୍ଭେ କରେଥୀୟ ଲୋକମାନଙ୍କୁ ଉଚ୍ଛିନ୍ନ କରିବା ଓ ସମୁଦ୍ର ତୀରସ୍ଥ ଅବଶିଷ୍ଟ ସକଳକୁ ନଷ୍ଟ କରିବା । .::. 17 ପୁଣି, ଆମ୍ଭେ ପ୍ରଚଣ୍ତ ଭର୍ତ୍ସନା ସହିତ ସେମାନଙ୍କଠାରୁ ଭାରୀ ପ୍ରତିଶୋଧ ନେବା; ଆଉ, ଯେଉଁ ସମୟରେ ଆମ୍ଭେ ଆପଣା ଦତ୍ତ ପ୍ରତିଶୋଧର ଭାର ସେମାନଙ୍କ ଉପରେ ଥୋଇବା, ସେସମୟରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ । .::.
  • ଯିହିଜିକଲ ଅଧ୍ୟାୟ 1  
  • ଯିହିଜିକଲ ଅଧ୍ୟାୟ 2  
  • ଯିହିଜିକଲ ଅଧ୍ୟାୟ 3  
  • ଯିହିଜିକଲ ଅଧ୍ୟାୟ 4  
  • ଯିହିଜିକଲ ଅଧ୍ୟାୟ 5  
  • ଯିହିଜିକଲ ଅଧ୍ୟାୟ 6  
  • ଯିହିଜିକଲ ଅଧ୍ୟାୟ 7  
  • ଯିହିଜିକଲ ଅଧ୍ୟାୟ 8  
  • ଯିହିଜିକଲ ଅଧ୍ୟାୟ 9  
  • ଯିହିଜିକଲ ଅଧ୍ୟାୟ 10  
  • ଯିହିଜିକଲ ଅଧ୍ୟାୟ 11  
  • ଯିହିଜିକଲ ଅଧ୍ୟାୟ 12  
  • ଯିହିଜିକଲ ଅଧ୍ୟାୟ 13  
  • ଯିହିଜିକଲ ଅଧ୍ୟାୟ 14  
  • ଯିହିଜିକଲ ଅଧ୍ୟାୟ 15  
  • ଯିହିଜିକଲ ଅଧ୍ୟାୟ 16  
  • ଯିହିଜିକଲ ଅଧ୍ୟାୟ 17  
  • ଯିହିଜିକଲ ଅଧ୍ୟାୟ 18  
  • ଯିହିଜିକଲ ଅଧ୍ୟାୟ 19  
  • ଯିହିଜିକଲ ଅଧ୍ୟାୟ 20  
  • ଯିହିଜିକଲ ଅଧ୍ୟାୟ 21  
  • ଯିହିଜିକଲ ଅଧ୍ୟାୟ 22  
  • ଯିହିଜିକଲ ଅଧ୍ୟାୟ 23  
  • ଯିହିଜିକଲ ଅଧ୍ୟାୟ 24  
  • ଯିହିଜିକଲ ଅଧ୍ୟାୟ 25  
  • ଯିହିଜିକଲ ଅଧ୍ୟାୟ 26  
  • ଯିହିଜିକଲ ଅଧ୍ୟାୟ 27  
  • ଯିହିଜିକଲ ଅଧ୍ୟାୟ 28  
  • ଯିହିଜିକଲ ଅଧ୍ୟାୟ 29  
  • ଯିହିଜିକଲ ଅଧ୍ୟାୟ 30  
  • ଯିହିଜିକଲ ଅଧ୍ୟାୟ 31  
  • ଯିହିଜିକଲ ଅଧ୍ୟାୟ 32  
  • ଯିହିଜିକଲ ଅଧ୍ୟାୟ 33  
  • ଯିହିଜିକଲ ଅଧ୍ୟାୟ 34  
  • ଯିହିଜିକଲ ଅଧ୍ୟାୟ 35  
  • ଯିହିଜିକଲ ଅଧ୍ୟାୟ 36  
  • ଯିହିଜିକଲ ଅଧ୍ୟାୟ 37  
  • ଯିହିଜିକଲ ଅଧ୍ୟାୟ 38  
  • ଯିହିଜିକଲ ଅଧ୍ୟାୟ 39  
  • ଯିହିଜିକଲ ଅଧ୍ୟାୟ 40  
  • ଯିହିଜିକଲ ଅଧ୍ୟାୟ 41  
  • ଯିହିଜିକଲ ଅଧ୍ୟାୟ 42  
  • ଯିହିଜିକଲ ଅଧ୍ୟାୟ 43  
  • ଯିହିଜିକଲ ଅଧ୍ୟାୟ 44  
  • ଯିହିଜିକଲ ଅଧ୍ୟାୟ 45  
  • ଯିହିଜିକଲ ଅଧ୍ୟାୟ 46  
  • ଯିହିଜିକଲ ଅଧ୍ୟାୟ 47  
  • ଯିହିଜିକଲ ଅଧ୍ୟାୟ 48  
×

Alert

×

Oriya Letters Keypad References