ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିହିଜିକଲ

Notes

No Verse Added

ଯିହିଜିକଲ ଅଧ୍ୟାୟ 48

1. ଗୋଷ୍ଠୀବର୍ଗଙ୍କର ଏହି ଏହି ନାମ: ହମାତ୍ର ପ୍ରବେଶ-ସ୍ଥାନକୁ ଯିବାର ହତ୍ଲୋନର ପଥ ନିକଟସ୍ଥ ଉତ୍ତର ପ୍ରା; ସୀମାଠାରୁ ଦାମାସ୍କସ୍ର ସୀମା ନିକଟସ୍ଥ ହତ୍ସର-ଐନନ୍, ହମାତ୍ ପାର୍ଶ୍ଵସ୍ଥ ଉତ୍ତର ଦିଗ ପର୍ଯ୍ୟନ୍ତ; ଆଉ, ତହିଁର ପୂର୍ବ ଓ ପଶ୍ଚିମ ସୀମା ହେବ; ଦାନ, ଏକ ଅଂଶ । 2. ଆଉ, ଦାନର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଆଶେର, ଏକ ଅଂଶ । 3. ପୁଣି, ଆଶେରର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ନପ୍ତାଲି, ଏକ ଅଂଶ 4. ଓ ନପ୍ତାଲିର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ମନଃଶି, ଏକ ଅଂଶ । 5. ଆଉ, ମନଃଶିର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଇଫ୍ରୟିମ, ଏକ ଅଂଶ । 6. ଇଫ୍ରୟିମର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ରୁବେନ, ଏକ ଅଂଶ । 7. ଆଉ, ରୁବେନର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଯିହୁଦା, ଏକ ଅଂଶ । 8. ପୁଣି, ଯିହୁଦାର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ ତୁମ୍ଭମାନଙ୍କର ଦତ୍ତ ଉପହାର ଭୂମି ରହିବ, ତାହା ପ୍ରସ୍ଥରେ ପଚିଶ ହଜାର ନଳ ଓ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ ଦୀର୍ଘତାରେ ଅନ୍ୟାନ୍ୟ ଅଂଶର ସମାନ ହେବ; ପୁଣି, ତହିଁର ମଧ୍ୟସ୍ଥାନରେ ଧର୍ମଧାମ ହେବ । 9. ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଭୂମି ନିବେଦନ କରିବ, ତାହା ଦୀର୍ଘରେ ପଚିଶ ହଜାର ଓ ପ୍ରସ୍ଥରେ ଦଶ ହଜାର ନଳ ହେବ । 10. ସେହି ପବିତ୍ର ଉପହାର ଭୂମି ଏମାନଙ୍କ ପାଇଁ, ଅର୍ଥାତ୍, ଯାଜକମାନଙ୍କ ପାଇଁ ହେବ; ତାହା ଉତ୍ତର ଆଡ଼େ ପଚିଶ ହଜାର ନଳ ଦୀର୍ଘ ଓ ପଶ୍ଚିମ ଆଡ଼େ ଦଶ ହଜାର ନଳ ପ୍ରସ୍ଥ, ପୂର୍ବ ଆଡ଼େ ଦଶ ହଜାର ନଳ ପ୍ରସ୍ଥ ଓ ଦକ୍ଷିଣ ଆଡ଼େ ପଚିଶ ହଜାର ନଳ ଦୀର୍ଘ ହେବ; ତହିଁର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କର ଧର୍ମଧାମ ହେବ । 11. ତାହା ସାଦୋକର ସନ୍ତାନଗଣ ମଧ୍ୟରୁ ପବିତ୍ରୀକୃତ ଯାଜକମାନଙ୍କ ନିମନ୍ତେ ହେବ, ସେମାନେ ଆମ୍ଭର ରକ୍ଷଣୀୟ ରକ୍ଷା କରିଅଛନ୍ତି; ଇସ୍ରାଏଲର ସନ୍ତାନଗଣ ବିପଥଗାମୀ ହେବା ସମୟରେ ଲେବୀୟମାନେ ଯେପରି ବିପଥଗାମୀ ହେଲେ, ସେମାନେ ସେପରି ବିପଥଗାମୀ ହେଲେ ନାହିଁ । 12. ଲେବୀୟମାନଙ୍କ ସୀମା ନିକଟସ୍ଥ ଦେଶର ଉପହାର ଭୂମିରୁ ସେମାନେ ଉପହାର ଭୂମି ପାଇବେ, ତାହା ମହାପବିତ୍ର ହେବ । 13. ଆଉ, ଯାଜକମାନଙ୍କର ସୀମାନୁସାରେ, ଲେବୀୟମାନେ ପଚିଶ ହଜାର ନଳ ଦୀର୍ଘ ଓ ଦଶ ହଜାର ନଳ ପ୍ରସ୍ଥ ଭୂମି ପାଇବେ; ସମୁଦାୟ ଭୂମିର ଦୀର୍ଘତା ପଚିଶ ହଜାର ଓ ପ୍ରସ୍ଥ ଦଶ ହଜାର ନଳ ହେବ । 14. ପୁଣି, ସେମାନେ ସେହି ଭୂମିରୁ କିଛି ବିକ୍ରୟ କରିବେ ନାହିଁ; କିଅବା ତାହା ପରିବର୍ତ୍ତନ କରିବେ ନାହିଁ, ଅଥବା ଦେଶର ପ୍ରଥମଜାତ ଫଳ ହସ୍ତାନ୍ତରିତ ହେବ ନାହିଁ; କାରଣ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ । 15. ଆଉ, ପଚିଶ ହଜାର ନଳ ଭୂମିର ସମ୍ମୁଖରେ ପ୍ରସ୍ଥ ପରିମାଣରେ ଯେଉଁ ପାଞ୍ଚ ହଜାର ନଳ ଅବଶିଷ୍ଟ ରହେ, ତାହା ସାଧାରଣ ବ୍ୟବହାର, ନଗର, ବସତି-ସ୍ଥାନ ଓ ତଳଭୂମି ନିମନ୍ତେ ରହିବ ଓ ନଗର ତହିଁ ମଧ୍ୟସ୍ଥାନରେ ହେବ । 16. ପୁଣି, ତହିଁର ପରିମାଣ ଏହିରୂପ ହେବ; ଉତ୍ତର ସୀମା ଚାରି ହଜାର ପାଞ୍ଚଶହ ନଳ, ଦକ୍ଷିଣ ସୀମା ଚାରି ହଜାର ପାଞ୍ଚଶହ, ପୂର୍ବ ସୀମା ଚାରି ହଜାର ପାଞ୍ଚଶହ ଓ ପଶ୍ଚିମ ସୀମା ଚାରି ହଜାର ପାଞ୍ଚଶହ ନଳ ହେବ । 17. ଆଉ, ନଗରର ତଳଭୂମି ରହିବ; ଉତ୍ତର ଆଡ଼େ ଦୁଇଶହ ପଚାଶ ନଳ, ଦକ୍ଷିଣ ଆଡ଼େ ଦୁଇଶହ ପଚାଶ, ପୂର୍ବ ଆଡ଼େ ଦୁଇଶହ ପଚାଶ ଓ ପଶ୍ଚିମ ଆଡ଼େ ଦୁଇଶହ ପଚାଶ ନଳ ଭୂମି ରହିବ । 18. ପୁଣି, ପବିତ୍ର ଉପହାର ଭୂମି ଦୀର୍ଘତାନୁସାରେ ଯେଉଁ ଅବଶିଷ୍ଟ ଭୂମି, ତାହା ପୂର୍ବ ଆଡ଼େ ଦଶ ହଜାର ଓ ପଶ୍ଚିମ ଆଡ଼େ ଦଶ ହଜାର ନଳ ହେବ ଓ ତାହା ପବିତ୍ର ଉପହାର ଭୂମିର ସମ୍ମୁଖବର୍ତ୍ତୀ ହେବ ଓ ତଦ୍ୟୁତ୍ପନ୍ନ ଦ୍ରବ୍ୟ ନଗରର ପରିଶ୍ରମକାରୀମାନଙ୍କ ଭକ୍ଷ୍ୟ ନିମନ୍ତେ ହେବ । 19. ଆଉ, ଇସ୍ରାଏଲର ଯାବତୀୟ ଗୋଷ୍ଠୀ ମଧ୍ୟରୁ ନଗରରେ ଶ୍ରମକାରୀମାନେ ତାହା କୃଷି କରିବେ । 20. ସମୁଦାୟ ଉପହାର ଭୂମି ପଚିଶ ହଜାର ନଳ ଦୀର୍ଘ ଓ ପଚିଶ ହଜାର ନଳ ପ୍ରସ୍ଥ ହେବ; ତୁମ୍ଭେମାନେ ନଗର ଅଧିକାର ସହିତ ଚତୁଃଷ୍କୋଣ ପବିତ୍ର ଉପହାର ଭୂମି ନିବେଦନ କରିବ । 21. ପୁଣି, ପବିତ୍ର ଉପହାର ଭୂମିର ଓ ନଗର ଅଧିକାରର ଏପାଖରେ ଓ ସେପାଖରେ ଅବଶିଷ୍ଟ ଭୂମି ଅଧିପତିଙ୍କର ହେବ; ଅର୍ଥାତ୍, ଅନ୍ୟାନ୍ୟ ଅଂଶର ଅନୁସାରେ ପୂର୍ବ ସୀମା ଆଡ଼େ ପଚିଶ ହଜାର ନଳ ପରିମିତ ଉପହାର ଭୂମିର ସମ୍ମୁଖସ୍ଥ ଭୂମି ଓ ପଶ୍ଚିମ ଦିଗରେ ପଶ୍ଚିମ ଆଡ଼େ ପଚିଶ ହଜାର ନଳ ପରିମିତ ଭୂମିର ସମ୍ମୁଖସ୍ଥ ଭୂମି ଅଧିପତିଙ୍କର ହେବ; ଆଉ, ପବିତ୍ର ଉପହାର ଭୂମି ଓ ଗୃହର ପବିତ୍ର ସ୍ଥାନ ତହିଁର ମଧ୍ୟସ୍ଥିତ ହେବ । 22. ଆହୁରି, ଅଧିପତିଙ୍କ ଅଂଶ ମଧ୍ୟସ୍ଥିତ ଲେବୀୟମାନଙ୍କ ଅଧିକାରର ସୀମା ଓ ନଗର ଅଧିକାରର ସୀମାଠାରୁ (ଯେଉଁ ଭୂମି) ଯିହୁଦା ଓ ବିନ୍ୟାମୀନର ସୀମାର ମଧ୍ୟବର୍ତ୍ତୀ ଅଛି, ତାହା ଅଧିପତିଙ୍କ ପାଇଁ ହେବ । 23. ଅବଶିଷ୍ଟ ଗୋଷ୍ଠୀମାନଙ୍କ ବିଷୟ: ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ବିନ୍ୟାମୀନର ଏକ ଅଂଶ । 24. ବିନ୍ୟାମୀନର ସୀମା ନିକଟସ୍ଥ ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଶିମୀୟୋନର ଏକ ଅଂଶ ଯିହୋ. ୧୯:୧-୯ 25. ପୁଣି, ଶିମୀୟୋନର ସୀମା ନିକଟସ୍ଥ ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଇଷାଖରର ଏକ ଅଂଶ । 26. ଆଉ, ଇଷାଖରର ସୀମା ନିକଟସ୍ଥ ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ସବୂଲୂନର ଏକ ଅଂଶ । 27. ସବୂଲୂନର ସୀମା ନିକଟସ୍ଥ ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଗାଦର ଏକ ଅଂଶ । 28. ପୁଣି, ଗାଦର ସୀମା ନିକଟସ୍ଥ ଦକ୍ଷିଣ ଆଡ଼େ ଦକ୍ଷିଣ ସୀମା ନିକଟରେ ତାମରଠାରୁ ମରୀବତ୍-କାଦେଶସ୍ଥ ଜଳ ପର୍ଯ୍ୟନ୍ତ, ଅର୍ଥାତ୍, ମିସରର ନଦୀ ଓ ମହାସମୁଦ୍ର ପର୍ଯ୍ୟନ୍ତ (ଦେଶର) ସୀମା ହେବ । 29. ତୁମ୍ଭେମାନେ ଇସ୍ରାଏଲ ଗୋଷ୍ଠୀଗଣର ଉତ୍ତରାଧିକାର ନିମନ୍ତେ ଯେଉଁ ଦେଶ ଗୁଲିବାଣ୍ଟ ଦ୍ଵାରା ବିଭାଗ କରିବ, ତାହା ଏହି ଓ ଏହିସବୁ ସେମାନଙ୍କର ଭିନ୍ନ ଭିନ୍ନ ଅଂଶ ହେବ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି । 30. ଆଉ, ଏହିସବୁ ନଗରର ନିର୍ଗମନ ସ୍ଥାନ ହେବ; ଉତ୍ତର ଆଡ଼େ ଚାରି ହଜାର ପାଞ୍ଚଶହ ନଳ ପରିମିତ ଭୂମି 31. ଓ ନଗରର ଦ୍ଵାରସକଳ ଇସ୍ରାଏଲ ଗୋଷ୍ଠୀଗଣର ନାମାନୁସାରେ ହେବ; ଉତ୍ତର ଆଡ଼େ ତିନି ଦ୍ଵାର ହେବ; ଅର୍ଥାତ୍, ରୁବେନର ଏକ ଦ୍ଵାର; ଯିହୁଦାର ଏକ ଦ୍ଵାର; ଲେବୀର ଏକ ଦ୍ଵାର; 32. ପୁଣି, ପୂର୍ବ ଆଡ଼େ ଚାରି ହଜାର ପାଞ୍ଚଶହ ନଳ ଭୂମି ଓ ତିନି ଦ୍ଵାର ହେବ; ଅର୍ଥାତ୍, ଯୋଷେଫର ଏକ ଦ୍ଵାର, ବିନ୍ୟାମୀନର ଏକ ଦ୍ଵାର, ଦାନର ଏକ ଦ୍ଵାର; 33. ଆଉ, ଦକ୍ଷିଣ ଆଡ଼େ ଚାରି ହଜାର ପାଞ୍ଚଶହ ନଳ ପରିମିତ ଭୂମି ଓ ତିନି ଦ୍ଵାର ହେବ; ଶିମୀୟୋନର ଏକ ଦ୍ଵାର; ଇଷାଖରର ଏକ ଦ୍ଵାର; ସବୂଲୂନର ଏକ ଦ୍ଵାର; 34. ପଶ୍ଚିମ ଆଡ଼େ ଚାରି ହଜାର ପାଞ୍ଚଶହ ନଳ ଭୂମି ଓ ତିନି ଦ୍ଵାର ହେବ; ଗାଦର ଏକ ଦ୍ଵାର; ଆଶେରର ଏକ ଦ୍ଵାର; ନପ୍ତାଲିର ଏକ ଦ୍ଵାର ହେବ । 35. ଚତୁର୍ଦ୍ଦିଗ ଅଠର ହଜାର ନଳ ପରିମିତ ହେବ, ଆଉ ‘ସଦାପ୍ରଭୁ ତହିଁ ବିଦ୍ୟମାନʼ, ସେହି ଦିନଠାରୁ ନଗରର ଏହି ନାମ ହେବ ।
1. ଗୋଷ୍ଠୀବର୍ଗଙ୍କର ଏହି ଏହି ନାମ: ହମାତ୍ର ପ୍ରବେଶ-ସ୍ଥାନକୁ ଯିବାର ହତ୍ଲୋନର ପଥ ନିକଟସ୍ଥ ଉତ୍ତର ପ୍ରା; ସୀମାଠାରୁ ଦାମାସ୍କସ୍ର ସୀମା ନିକଟସ୍ଥ ହତ୍ସର-ଐନନ୍, ହମାତ୍ ପାର୍ଶ୍ଵସ୍ଥ ଉତ୍ତର ଦିଗ ପର୍ଯ୍ୟନ୍ତ; ଆଉ, ତହିଁର ପୂର୍ବ ଓ ପଶ୍ଚିମ ସୀମା ହେବ; ଦାନ, ଏକ ଅଂଶ । .::. 2. ଆଉ, ଦାନର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଆଶେର, ଏକ ଅଂଶ । .::. 3. ପୁଣି, ଆଶେରର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ନପ୍ତାଲି, ଏକ ଅଂଶ .::. 4. ଓ ନପ୍ତାଲିର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ମନଃଶି, ଏକ ଅଂଶ । .::. 5. ଆଉ, ମନଃଶିର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଇଫ୍ରୟିମ, ଏକ ଅଂଶ । .::. 6. ଇଫ୍ରୟିମର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ରୁବେନ, ଏକ ଅଂଶ । .::. 7. ଆଉ, ରୁବେନର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଯିହୁଦା, ଏକ ଅଂଶ । .::. 8. ପୁଣି, ଯିହୁଦାର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ ତୁମ୍ଭମାନଙ୍କର ଦତ୍ତ ଉପହାର ଭୂମି ରହିବ, ତାହା ପ୍ରସ୍ଥରେ ପଚିଶ ହଜାର ନଳ ଓ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ ଦୀର୍ଘତାରେ ଅନ୍ୟାନ୍ୟ ଅଂଶର ସମାନ ହେବ; ପୁଣି, ତହିଁର ମଧ୍ୟସ୍ଥାନରେ ଧର୍ମଧାମ ହେବ । .::. 9. ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଭୂମି ନିବେଦନ କରିବ, ତାହା ଦୀର୍ଘରେ ପଚିଶ ହଜାର ଓ ପ୍ରସ୍ଥରେ ଦଶ ହଜାର ନଳ ହେବ । .::. 10. ସେହି ପବିତ୍ର ଉପହାର ଭୂମି ଏମାନଙ୍କ ପାଇଁ, ଅର୍ଥାତ୍, ଯାଜକମାନଙ୍କ ପାଇଁ ହେବ; ତାହା ଉତ୍ତର ଆଡ଼େ ପଚିଶ ହଜାର ନଳ ଦୀର୍ଘ ଓ ପଶ୍ଚିମ ଆଡ଼େ ଦଶ ହଜାର ନଳ ପ୍ରସ୍ଥ, ପୂର୍ବ ଆଡ଼େ ଦଶ ହଜାର ନଳ ପ୍ରସ୍ଥ ଓ ଦକ୍ଷିଣ ଆଡ଼େ ପଚିଶ ହଜାର ନଳ ଦୀର୍ଘ ହେବ; ତହିଁର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କର ଧର୍ମଧାମ ହେବ । .::. 11. ତାହା ସାଦୋକର ସନ୍ତାନଗଣ ମଧ୍ୟରୁ ପବିତ୍ରୀକୃତ ଯାଜକମାନଙ୍କ ନିମନ୍ତେ ହେବ, ସେମାନେ ଆମ୍ଭର ରକ୍ଷଣୀୟ ରକ୍ଷା କରିଅଛନ୍ତି; ଇସ୍ରାଏଲର ସନ୍ତାନଗଣ ବିପଥଗାମୀ ହେବା ସମୟରେ ଲେବୀୟମାନେ ଯେପରି ବିପଥଗାମୀ ହେଲେ, ସେମାନେ ସେପରି ବିପଥଗାମୀ ହେଲେ ନାହିଁ । .::. 12. ଲେବୀୟମାନଙ୍କ ସୀମା ନିକଟସ୍ଥ ଦେଶର ଉପହାର ଭୂମିରୁ ସେମାନେ ଉପହାର ଭୂମି ପାଇବେ, ତାହା ମହାପବିତ୍ର ହେବ । .::. 13. ଆଉ, ଯାଜକମାନଙ୍କର ସୀମାନୁସାରେ, ଲେବୀୟମାନେ ପଚିଶ ହଜାର ନଳ ଦୀର୍ଘ ଓ ଦଶ ହଜାର ନଳ ପ୍ରସ୍ଥ ଭୂମି ପାଇବେ; ସମୁଦାୟ ଭୂମିର ଦୀର୍ଘତା ପଚିଶ ହଜାର ଓ ପ୍ରସ୍ଥ ଦଶ ହଜାର ନଳ ହେବ । .::. 14. ପୁଣି, ସେମାନେ ସେହି ଭୂମିରୁ କିଛି ବିକ୍ରୟ କରିବେ ନାହିଁ; କିଅବା ତାହା ପରିବର୍ତ୍ତନ କରିବେ ନାହିଁ, ଅଥବା ଦେଶର ପ୍ରଥମଜାତ ଫଳ ହସ୍ତାନ୍ତରିତ ହେବ ନାହିଁ; କାରଣ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ । .::. 15. ଆଉ, ପଚିଶ ହଜାର ନଳ ଭୂମିର ସମ୍ମୁଖରେ ପ୍ରସ୍ଥ ପରିମାଣରେ ଯେଉଁ ପାଞ୍ଚ ହଜାର ନଳ ଅବଶିଷ୍ଟ ରହେ, ତାହା ସାଧାରଣ ବ୍ୟବହାର, ନଗର, ବସତି-ସ୍ଥାନ ଓ ତଳଭୂମି ନିମନ୍ତେ ରହିବ ଓ ନଗର ତହିଁ ମଧ୍ୟସ୍ଥାନରେ ହେବ । .::. 16. ପୁଣି, ତହିଁର ପରିମାଣ ଏହିରୂପ ହେବ; ଉତ୍ତର ସୀମା ଚାରି ହଜାର ପାଞ୍ଚଶହ ନଳ, ଦକ୍ଷିଣ ସୀମା ଚାରି ହଜାର ପାଞ୍ଚଶହ, ପୂର୍ବ ସୀମା ଚାରି ହଜାର ପାଞ୍ଚଶହ ଓ ପଶ୍ଚିମ ସୀମା ଚାରି ହଜାର ପାଞ୍ଚଶହ ନଳ ହେବ । .::. 17. ଆଉ, ନଗରର ତଳଭୂମି ରହିବ; ଉତ୍ତର ଆଡ଼େ ଦୁଇଶହ ପଚାଶ ନଳ, ଦକ୍ଷିଣ ଆଡ଼େ ଦୁଇଶହ ପଚାଶ, ପୂର୍ବ ଆଡ଼େ ଦୁଇଶହ ପଚାଶ ଓ ପଶ୍ଚିମ ଆଡ଼େ ଦୁଇଶହ ପଚାଶ ନଳ ଭୂମି ରହିବ । .::. 18. ପୁଣି, ପବିତ୍ର ଉପହାର ଭୂମି ଦୀର୍ଘତାନୁସାରେ ଯେଉଁ ଅବଶିଷ୍ଟ ଭୂମି, ତାହା ପୂର୍ବ ଆଡ଼େ ଦଶ ହଜାର ଓ ପଶ୍ଚିମ ଆଡ଼େ ଦଶ ହଜାର ନଳ ହେବ ଓ ତାହା ପବିତ୍ର ଉପହାର ଭୂମିର ସମ୍ମୁଖବର୍ତ୍ତୀ ହେବ ଓ ତଦ୍ୟୁତ୍ପନ୍ନ ଦ୍ରବ୍ୟ ନଗରର ପରିଶ୍ରମକାରୀମାନଙ୍କ ଭକ୍ଷ୍ୟ ନିମନ୍ତେ ହେବ । .::. 19. ଆଉ, ଇସ୍ରାଏଲର ଯାବତୀୟ ଗୋଷ୍ଠୀ ମଧ୍ୟରୁ ନଗରରେ ଶ୍ରମକାରୀମାନେ ତାହା କୃଷି କରିବେ । .::. 20. ସମୁଦାୟ ଉପହାର ଭୂମି ପଚିଶ ହଜାର ନଳ ଦୀର୍ଘ ଓ ପଚିଶ ହଜାର ନଳ ପ୍ରସ୍ଥ ହେବ; ତୁମ୍ଭେମାନେ ନଗର ଅଧିକାର ସହିତ ଚତୁଃଷ୍କୋଣ ପବିତ୍ର ଉପହାର ଭୂମି ନିବେଦନ କରିବ । .::. 21. ପୁଣି, ପବିତ୍ର ଉପହାର ଭୂମିର ଓ ନଗର ଅଧିକାରର ଏପାଖରେ ଓ ସେପାଖରେ ଅବଶିଷ୍ଟ ଭୂମି ଅଧିପତିଙ୍କର ହେବ; ଅର୍ଥାତ୍, ଅନ୍ୟାନ୍ୟ ଅଂଶର ଅନୁସାରେ ପୂର୍ବ ସୀମା ଆଡ଼େ ପଚିଶ ହଜାର ନଳ ପରିମିତ ଉପହାର ଭୂମିର ସମ୍ମୁଖସ୍ଥ ଭୂମି ଓ ପଶ୍ଚିମ ଦିଗରେ ପଶ୍ଚିମ ଆଡ଼େ ପଚିଶ ହଜାର ନଳ ପରିମିତ ଭୂମିର ସମ୍ମୁଖସ୍ଥ ଭୂମି ଅଧିପତିଙ୍କର ହେବ; ଆଉ, ପବିତ୍ର ଉପହାର ଭୂମି ଓ ଗୃହର ପବିତ୍ର ସ୍ଥାନ ତହିଁର ମଧ୍ୟସ୍ଥିତ ହେବ । .::. 22. ଆହୁରି, ଅଧିପତିଙ୍କ ଅଂଶ ମଧ୍ୟସ୍ଥିତ ଲେବୀୟମାନଙ୍କ ଅଧିକାରର ସୀମା ଓ ନଗର ଅଧିକାରର ସୀମାଠାରୁ (ଯେଉଁ ଭୂମି) ଯିହୁଦା ଓ ବିନ୍ୟାମୀନର ସୀମାର ମଧ୍ୟବର୍ତ୍ତୀ ଅଛି, ତାହା ଅଧିପତିଙ୍କ ପାଇଁ ହେବ । .::. 23. ଅବଶିଷ୍ଟ ଗୋଷ୍ଠୀମାନଙ୍କ ବିଷୟ: ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ବିନ୍ୟାମୀନର ଏକ ଅଂଶ । .::. 24. ବିନ୍ୟାମୀନର ସୀମା ନିକଟସ୍ଥ ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଶିମୀୟୋନର ଏକ ଅଂଶ ଯିହୋ. ୧୯:୧-୯ .::. 25. ପୁଣି, ଶିମୀୟୋନର ସୀମା ନିକଟସ୍ଥ ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଇଷାଖରର ଏକ ଅଂଶ । .::. 26. ଆଉ, ଇଷାଖରର ସୀମା ନିକଟସ୍ଥ ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ସବୂଲୂନର ଏକ ଅଂଶ । .::. 27. ସବୂଲୂନର ସୀମା ନିକଟସ୍ଥ ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଗାଦର ଏକ ଅଂଶ । .::. 28. ପୁଣି, ଗାଦର ସୀମା ନିକଟସ୍ଥ ଦକ୍ଷିଣ ଆଡ଼େ ଦକ୍ଷିଣ ସୀମା ନିକଟରେ ତାମରଠାରୁ ମରୀବତ୍-କାଦେଶସ୍ଥ ଜଳ ପର୍ଯ୍ୟନ୍ତ, ଅର୍ଥାତ୍, ମିସରର ନଦୀ ଓ ମହାସମୁଦ୍ର ପର୍ଯ୍ୟନ୍ତ (ଦେଶର) ସୀମା ହେବ । .::. 29. ତୁମ୍ଭେମାନେ ଇସ୍ରାଏଲ ଗୋଷ୍ଠୀଗଣର ଉତ୍ତରାଧିକାର ନିମନ୍ତେ ଯେଉଁ ଦେଶ ଗୁଲିବାଣ୍ଟ ଦ୍ଵାରା ବିଭାଗ କରିବ, ତାହା ଏହି ଓ ଏହିସବୁ ସେମାନଙ୍କର ଭିନ୍ନ ଭିନ୍ନ ଅଂଶ ହେବ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି । .::. 30. ଆଉ, ଏହିସବୁ ନଗରର ନିର୍ଗମନ ସ୍ଥାନ ହେବ; ଉତ୍ତର ଆଡ଼େ ଚାରି ହଜାର ପାଞ୍ଚଶହ ନଳ ପରିମିତ ଭୂମି .::. 31. ଓ ନଗରର ଦ୍ଵାରସକଳ ଇସ୍ରାଏଲ ଗୋଷ୍ଠୀଗଣର ନାମାନୁସାରେ ହେବ; ଉତ୍ତର ଆଡ଼େ ତିନି ଦ୍ଵାର ହେବ; ଅର୍ଥାତ୍, ରୁବେନର ଏକ ଦ୍ଵାର; ଯିହୁଦାର ଏକ ଦ୍ଵାର; ଲେବୀର ଏକ ଦ୍ଵାର; .::. 32. ପୁଣି, ପୂର୍ବ ଆଡ଼େ ଚାରି ହଜାର ପାଞ୍ଚଶହ ନଳ ଭୂମି ଓ ତିନି ଦ୍ଵାର ହେବ; ଅର୍ଥାତ୍, ଯୋଷେଫର ଏକ ଦ୍ଵାର, ବିନ୍ୟାମୀନର ଏକ ଦ୍ଵାର, ଦାନର ଏକ ଦ୍ଵାର; .::. 33. ଆଉ, ଦକ୍ଷିଣ ଆଡ଼େ ଚାରି ହଜାର ପାଞ୍ଚଶହ ନଳ ପରିମିତ ଭୂମି ଓ ତିନି ଦ୍ଵାର ହେବ; ଶିମୀୟୋନର ଏକ ଦ୍ଵାର; ଇଷାଖରର ଏକ ଦ୍ଵାର; ସବୂଲୂନର ଏକ ଦ୍ଵାର; .::. 34. ପଶ୍ଚିମ ଆଡ଼େ ଚାରି ହଜାର ପାଞ୍ଚଶହ ନଳ ଭୂମି ଓ ତିନି ଦ୍ଵାର ହେବ; ଗାଦର ଏକ ଦ୍ଵାର; ଆଶେରର ଏକ ଦ୍ଵାର; ନପ୍ତାଲିର ଏକ ଦ୍ଵାର ହେବ । .::. 35. ଚତୁର୍ଦ୍ଦିଗ ଅଠର ହଜାର ନଳ ପରିମିତ ହେବ, ଆଉ ‘ସଦାପ୍ରଭୁ ତହିଁ ବିଦ୍ୟମାନʼ, ସେହି ଦିନଠାରୁ ନଗରର ଏହି ନାମ ହେବ । .::.
  • ଯିହିଜିକଲ ଅଧ୍ୟାୟ 1  
  • ଯିହିଜିକଲ ଅଧ୍ୟାୟ 2  
  • ଯିହିଜିକଲ ଅଧ୍ୟାୟ 3  
  • ଯିହିଜିକଲ ଅଧ୍ୟାୟ 4  
  • ଯିହିଜିକଲ ଅଧ୍ୟାୟ 5  
  • ଯିହିଜିକଲ ଅଧ୍ୟାୟ 6  
  • ଯିହିଜିକଲ ଅଧ୍ୟାୟ 7  
  • ଯିହିଜିକଲ ଅଧ୍ୟାୟ 8  
  • ଯିହିଜିକଲ ଅଧ୍ୟାୟ 9  
  • ଯିହିଜିକଲ ଅଧ୍ୟାୟ 10  
  • ଯିହିଜିକଲ ଅଧ୍ୟାୟ 11  
  • ଯିହିଜିକଲ ଅଧ୍ୟାୟ 12  
  • ଯିହିଜିକଲ ଅଧ୍ୟାୟ 13  
  • ଯିହିଜିକଲ ଅଧ୍ୟାୟ 14  
  • ଯିହିଜିକଲ ଅଧ୍ୟାୟ 15  
  • ଯିହିଜିକଲ ଅଧ୍ୟାୟ 16  
  • ଯିହିଜିକଲ ଅଧ୍ୟାୟ 17  
  • ଯିହିଜିକଲ ଅଧ୍ୟାୟ 18  
  • ଯିହିଜିକଲ ଅଧ୍ୟାୟ 19  
  • ଯିହିଜିକଲ ଅଧ୍ୟାୟ 20  
  • ଯିହିଜିକଲ ଅଧ୍ୟାୟ 21  
  • ଯିହିଜିକଲ ଅଧ୍ୟାୟ 22  
  • ଯିହିଜିକଲ ଅଧ୍ୟାୟ 23  
  • ଯିହିଜିକଲ ଅଧ୍ୟାୟ 24  
  • ଯିହିଜିକଲ ଅଧ୍ୟାୟ 25  
  • ଯିହିଜିକଲ ଅଧ୍ୟାୟ 26  
  • ଯିହିଜିକଲ ଅଧ୍ୟାୟ 27  
  • ଯିହିଜିକଲ ଅଧ୍ୟାୟ 28  
  • ଯିହିଜିକଲ ଅଧ୍ୟାୟ 29  
  • ଯିହିଜିକଲ ଅଧ୍ୟାୟ 30  
  • ଯିହିଜିକଲ ଅଧ୍ୟାୟ 31  
  • ଯିହିଜିକଲ ଅଧ୍ୟାୟ 32  
  • ଯିହିଜିକଲ ଅଧ୍ୟାୟ 33  
  • ଯିହିଜିକଲ ଅଧ୍ୟାୟ 34  
  • ଯିହିଜିକଲ ଅଧ୍ୟାୟ 35  
  • ଯିହିଜିକଲ ଅଧ୍ୟାୟ 36  
  • ଯିହିଜିକଲ ଅଧ୍ୟାୟ 37  
  • ଯିହିଜିକଲ ଅଧ୍ୟାୟ 38  
  • ଯିହିଜିକଲ ଅଧ୍ୟାୟ 39  
  • ଯିହିଜିକଲ ଅଧ୍ୟାୟ 40  
  • ଯିହିଜିକଲ ଅଧ୍ୟାୟ 41  
  • ଯିହିଜିକଲ ଅଧ୍ୟାୟ 42  
  • ଯିହିଜିକଲ ଅଧ୍ୟାୟ 43  
  • ଯିହିଜିକଲ ଅଧ୍ୟାୟ 44  
  • ଯିହିଜିକଲ ଅଧ୍ୟାୟ 45  
  • ଯିହିଜିକଲ ଅଧ୍ୟାୟ 46  
  • ଯିହିଜିକଲ ଅଧ୍ୟାୟ 47  
  • ଯିହିଜିକଲ ଅଧ୍ୟାୟ 48  
Common Bible Languages
West Indian Languages
×

Alert

×

oriya Letters Keypad References