ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିଶାଇୟ

ଯିଶାଇୟ ଅଧ୍ୟାୟ 6

1 ଉଷୀୟ ରାଜା ମୃତ ହେବା ବର୍ଷ ମୁଁ ପ୍ରଭୁଙ୍କୁ ଏକ ଉଚ୍ଚ ଓ ଉନ୍ନତ ସିଂହାସନରେ ଉପବିଷ୍ଟ ଦେଖିଲି, ତାହାଙ୍କ ରାଜବସ୍ତ୍ରର ଅଞ୍ଚଳ ମନ୍ଦିରକୁ ପରିପୂର୍ଣ୍ଣ କଲା । 2 ତାହାଙ୍କ ନିକଟରେ ସରାଫଗଣ ଠିଆ ହେଲେ; ସେ ପ୍ରତ୍ୟେକର ଛଅ ଛଅ ପକ୍ଷ ଥିଲା; ପ୍ରତ୍ୟେକେ ଦୁଇ ପକ୍ଷରେ ଆପଣା ଆପଣା ମୁଖ ଆଚ୍ଛାଦନ କଲେ, ଦୁଇ ପକ୍ଷରେ ଚରଣ ଆଚ୍ଛାଦନ କଲେ ଓ ଦୁଇ ପକ୍ଷରେ ଉଡ଼ିଲେ । 3 ଆଉ, ସେମାନେ ପରସ୍ପର ଡାକି କହିଲେ, ସୈନ୍ୟାଧିପତି ସଦାପ୍ରଭୁ ଧର୍ମମୟ, ଧର୍ମମୟ, ଧର୍ମମୟ; ସମୁଦାୟ ପୃଥିବୀ ତାହାଙ୍କ ମହିମାରେ ପରିପୂର୍ଣ୍ଣ । 4 ସେତେବେଳେ ଘୋଷଣାକାରୀର ରବରେ ଦ୍ଵାର ସମ୍ମୁଖ ସ୍ଥାନର ମୂଳଦୁଆ କମ୍ପିତ ହେଲା ଓ ଗୃହ ଧୂମରେ ପରିପୂର୍ଣ୍ଣ ହେଲା । 5 ତେବେ ମୁଁ କହିଲି, ହାୟ ହାୟ! ମୁଁ ନଷ୍ଟ ହେଲି; କାରଣ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ମନୁଷ୍ୟ ଓ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ଗୋଷ୍ଠୀ ମଧ୍ୟରେ ବାସ କରୁଅଛି; ତଥାପି ମୋହର ଚକ୍ଷୁ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କୁ ଦେଖିଅଛି । 6 ଏଥି ଉତ୍ତାରେ ସେହି ସରାଫଗଣ ମଧ୍ୟରୁ ଏକଜଣ ମୋʼ ନିକଟକୁ ଉଡ଼ି ଆସିଲେ, ତାଙ୍କ ହସ୍ତରେ ଖଣ୍ତେ ଜ୍ଵଳ; ଅଙ୍ଗାର ଥିଲା, ସେ ଯଜ୍ଞବେଦିରୁ ଚିମୁଟା ଦ୍ଵାରା ତାହା ନେଇଥିଲେ; 7 ପୁଣି, ସେ ତଦ୍ଦ୍ଵାରା ମୋର ମୁଖ ସ୍ପର୍ଶ କରି କହିଲେ, ଦେଖ, ଏହା ତୁମ୍ଭ ଓଷ୍ଠାଧରକୁ ସ୍ପର୍ଶ କରିଅଛି; ଏଣୁ ତୁମ୍ଭର ଅପରାଧ ଦୂରୀକୃତ ହେଲା ଓ ତୁମ୍ଭର ପାପ ମୋଚନ ହେଲା । 8 ଏଥି ଉତ୍ତାରେ ମୁଁ କାହାକୁ ପଠାଇବି? ଓ କିଏ ଆମ୍ଭମାନଙ୍କ ପାଇଁ ଯିବ? ପ୍ରଭୁଙ୍କର ଏହି ରବ ମୁଁ ଶୁଣିଲି । ତେବେ ମୁଁ କହିଲି, ମୁଁ ଅଛି; ମୋତେ ପଠାଅ । 9 ତହିଁରେ ସେ କହିଲେ, ଯାଅ ଓ ଏହି ଗୋଷ୍ଠୀକି କୁହ, ତୁମ୍ଭେମାନେ ଶୁଣୁଛ ନିଶ୍ଚୟ, ମାତ୍ର ବୁଝୁ ନାହଁ ଓ ଦେଖୁଛ ନିଶ୍ଚୟ, ମାତ୍ର ଜାଣୁ ନାହଁ । 10 ଏହି ଲୋକମାନେ ଆପଣା ଆପଣା ଚକ୍ଷୁରେ ଦେଖି ଓ କର୍ଣ୍ଣରେ ଶୁଣି ଓ ଅନ୍ତଃକରଣରେ ବୁଝି ମନ ଫେରାଇ ଯେପରି ସୁସ୍ଥ ନ ହୁଅନ୍ତି, ଏଥିପାଇଁ ତୁମ୍ଭେ ସେମାନଙ୍କ ଅନ୍ତଃକରଣ ସ୍ଥୂଳ କର ଓ ସେମାନଙ୍କ କର୍ଣ୍ଣ ଭାରୀ କର ଓ ସେମାନଙ୍କ ଚକ୍ଷୁ ମୁଦି ଦିଅ । 11 ତେବେ ମୁଁ କହିଲି, ହେ ପ୍ରଭୋ, କେତେ କାଳ ଯାଏ? ତହିଁରେ ସେ ଉତ୍ତର କଲେ, ଯେଯାଏ ନଗରସବୁ ନିବାସୀବିହୀନ ଓ ଗୃହସବୁ ନରଶୂନ୍ୟ ହୋଇ ଉଜାଡ଼ ନ ହୁଏ ଓ ଭୂମି ସମ୍ପୂର୍ଣ୍ଣ ରୂପେ ଉଜାଡ଼ ନ ହୁଏ, 12 ପୁଣି ସଦାପ୍ରଭୁ ଲୋକମାନଙ୍କୁ ଅତି ଦୂର କରି ନ ଦିଅନ୍ତି ଓ ଦେଶ ମଧ୍ୟରେ ପରିତ୍ୟକ୍ତ ସ୍ଥାନ ଅନେକ ନ ହୁଏ, ସେଯାଏ । 13 ଆଉ, ଯଦିବା ତହିଁରେ ଦଶମାଂଶ ରହେ, ତଥାପି ତାହା ପୁନର୍ବାର ବିନଷ୍ଟ ହେବ; ଏଲା ଓ ଅଲୋନ ବୃକ୍ଷ ହଣା ଗଲେ ହେଁ ଯେପରି ତାହାର ଗଣ୍ତି ରହେ; ସେପରି ସେହି ପବିତ୍ର ବଂଶ ଏହି ଗୋଷ୍ଠୀର ଗଣ୍ତିସ୍ଵରୂପ ଅଟେ ।
1 ଉଷୀୟ ରାଜା ମୃତ ହେବା ବର୍ଷ ମୁଁ ପ୍ରଭୁଙ୍କୁ ଏକ ଉଚ୍ଚ ଓ ଉନ୍ନତ ସିଂହାସନରେ ଉପବିଷ୍ଟ ଦେଖିଲି, ତାହାଙ୍କ ରାଜବସ୍ତ୍ରର ଅଞ୍ଚଳ ମନ୍ଦିରକୁ ପରିପୂର୍ଣ୍ଣ କଲା । .::. 2 ତାହାଙ୍କ ନିକଟରେ ସରାଫଗଣ ଠିଆ ହେଲେ; ସେ ପ୍ରତ୍ୟେକର ଛଅ ଛଅ ପକ୍ଷ ଥିଲା; ପ୍ରତ୍ୟେକେ ଦୁଇ ପକ୍ଷରେ ଆପଣା ଆପଣା ମୁଖ ଆଚ୍ଛାଦନ କଲେ, ଦୁଇ ପକ୍ଷରେ ଚରଣ ଆଚ୍ଛାଦନ କଲେ ଓ ଦୁଇ ପକ୍ଷରେ ଉଡ଼ିଲେ । .::. 3 ଆଉ, ସେମାନେ ପରସ୍ପର ଡାକି କହିଲେ, ସୈନ୍ୟାଧିପତି ସଦାପ୍ରଭୁ ଧର୍ମମୟ, ଧର୍ମମୟ, ଧର୍ମମୟ; ସମୁଦାୟ ପୃଥିବୀ ତାହାଙ୍କ ମହିମାରେ ପରିପୂର୍ଣ୍ଣ । .::. 4 ସେତେବେଳେ ଘୋଷଣାକାରୀର ରବରେ ଦ୍ଵାର ସମ୍ମୁଖ ସ୍ଥାନର ମୂଳଦୁଆ କମ୍ପିତ ହେଲା ଓ ଗୃହ ଧୂମରେ ପରିପୂର୍ଣ୍ଣ ହେଲା । .::. 5 ତେବେ ମୁଁ କହିଲି, ହାୟ ହାୟ! ମୁଁ ନଷ୍ଟ ହେଲି; କାରଣ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ମନୁଷ୍ୟ ଓ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ଗୋଷ୍ଠୀ ମଧ୍ୟରେ ବାସ କରୁଅଛି; ତଥାପି ମୋହର ଚକ୍ଷୁ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କୁ ଦେଖିଅଛି । .::. 6 ଏଥି ଉତ୍ତାରେ ସେହି ସରାଫଗଣ ମଧ୍ୟରୁ ଏକଜଣ ମୋʼ ନିକଟକୁ ଉଡ଼ି ଆସିଲେ, ତାଙ୍କ ହସ୍ତରେ ଖଣ୍ତେ ଜ୍ଵଳ; ଅଙ୍ଗାର ଥିଲା, ସେ ଯଜ୍ଞବେଦିରୁ ଚିମୁଟା ଦ୍ଵାରା ତାହା ନେଇଥିଲେ; .::. 7 ପୁଣି, ସେ ତଦ୍ଦ୍ଵାରା ମୋର ମୁଖ ସ୍ପର୍ଶ କରି କହିଲେ, ଦେଖ, ଏହା ତୁମ୍ଭ ଓଷ୍ଠାଧରକୁ ସ୍ପର୍ଶ କରିଅଛି; ଏଣୁ ତୁମ୍ଭର ଅପରାଧ ଦୂରୀକୃତ ହେଲା ଓ ତୁମ୍ଭର ପାପ ମୋଚନ ହେଲା । .::. 8 ଏଥି ଉତ୍ତାରେ ମୁଁ କାହାକୁ ପଠାଇବି? ଓ କିଏ ଆମ୍ଭମାନଙ୍କ ପାଇଁ ଯିବ? ପ୍ରଭୁଙ୍କର ଏହି ରବ ମୁଁ ଶୁଣିଲି । ତେବେ ମୁଁ କହିଲି, ମୁଁ ଅଛି; ମୋତେ ପଠାଅ । .::. 9 ତହିଁରେ ସେ କହିଲେ, ଯାଅ ଓ ଏହି ଗୋଷ୍ଠୀକି କୁହ, ତୁମ୍ଭେମାନେ ଶୁଣୁଛ ନିଶ୍ଚୟ, ମାତ୍ର ବୁଝୁ ନାହଁ ଓ ଦେଖୁଛ ନିଶ୍ଚୟ, ମାତ୍ର ଜାଣୁ ନାହଁ । .::. 10 ଏହି ଲୋକମାନେ ଆପଣା ଆପଣା ଚକ୍ଷୁରେ ଦେଖି ଓ କର୍ଣ୍ଣରେ ଶୁଣି ଓ ଅନ୍ତଃକରଣରେ ବୁଝି ମନ ଫେରାଇ ଯେପରି ସୁସ୍ଥ ନ ହୁଅନ୍ତି, ଏଥିପାଇଁ ତୁମ୍ଭେ ସେମାନଙ୍କ ଅନ୍ତଃକରଣ ସ୍ଥୂଳ କର ଓ ସେମାନଙ୍କ କର୍ଣ୍ଣ ଭାରୀ କର ଓ ସେମାନଙ୍କ ଚକ୍ଷୁ ମୁଦି ଦିଅ । .::. 11 ତେବେ ମୁଁ କହିଲି, ହେ ପ୍ରଭୋ, କେତେ କାଳ ଯାଏ? ତହିଁରେ ସେ ଉତ୍ତର କଲେ, ଯେଯାଏ ନଗରସବୁ ନିବାସୀବିହୀନ ଓ ଗୃହସବୁ ନରଶୂନ୍ୟ ହୋଇ ଉଜାଡ଼ ନ ହୁଏ ଓ ଭୂମି ସମ୍ପୂର୍ଣ୍ଣ ରୂପେ ଉଜାଡ଼ ନ ହୁଏ, .::. 12 ପୁଣି ସଦାପ୍ରଭୁ ଲୋକମାନଙ୍କୁ ଅତି ଦୂର କରି ନ ଦିଅନ୍ତି ଓ ଦେଶ ମଧ୍ୟରେ ପରିତ୍ୟକ୍ତ ସ୍ଥାନ ଅନେକ ନ ହୁଏ, ସେଯାଏ । .::. 13 ଆଉ, ଯଦିବା ତହିଁରେ ଦଶମାଂଶ ରହେ, ତଥାପି ତାହା ପୁନର୍ବାର ବିନଷ୍ଟ ହେବ; ଏଲା ଓ ଅଲୋନ ବୃକ୍ଷ ହଣା ଗଲେ ହେଁ ଯେପରି ତାହାର ଗଣ୍ତି ରହେ; ସେପରି ସେହି ପବିତ୍ର ବଂଶ ଏହି ଗୋଷ୍ଠୀର ଗଣ୍ତିସ୍ଵରୂପ ଅଟେ । .::.
  • ଯିଶାଇୟ ଅଧ୍ୟାୟ 1  
  • ଯିଶାଇୟ ଅଧ୍ୟାୟ 2  
  • ଯିଶାଇୟ ଅଧ୍ୟାୟ 3  
  • ଯିଶାଇୟ ଅଧ୍ୟାୟ 4  
  • ଯିଶାଇୟ ଅଧ୍ୟାୟ 5  
  • ଯିଶାଇୟ ଅଧ୍ୟାୟ 6  
  • ଯିଶାଇୟ ଅଧ୍ୟାୟ 7  
  • ଯିଶାଇୟ ଅଧ୍ୟାୟ 8  
  • ଯିଶାଇୟ ଅଧ୍ୟାୟ 9  
  • ଯିଶାଇୟ ଅଧ୍ୟାୟ 10  
  • ଯିଶାଇୟ ଅଧ୍ୟାୟ 11  
  • ଯିଶାଇୟ ଅଧ୍ୟାୟ 12  
  • ଯିଶାଇୟ ଅଧ୍ୟାୟ 13  
  • ଯିଶାଇୟ ଅଧ୍ୟାୟ 14  
  • ଯିଶାଇୟ ଅଧ୍ୟାୟ 15  
  • ଯିଶାଇୟ ଅଧ୍ୟାୟ 16  
  • ଯିଶାଇୟ ଅଧ୍ୟାୟ 17  
  • ଯିଶାଇୟ ଅଧ୍ୟାୟ 18  
  • ଯିଶାଇୟ ଅଧ୍ୟାୟ 19  
  • ଯିଶାଇୟ ଅଧ୍ୟାୟ 20  
  • ଯିଶାଇୟ ଅଧ୍ୟାୟ 21  
  • ଯିଶାଇୟ ଅଧ୍ୟାୟ 22  
  • ଯିଶାଇୟ ଅଧ୍ୟାୟ 23  
  • ଯିଶାଇୟ ଅଧ୍ୟାୟ 24  
  • ଯିଶାଇୟ ଅଧ୍ୟାୟ 25  
  • ଯିଶାଇୟ ଅଧ୍ୟାୟ 26  
  • ଯିଶାଇୟ ଅଧ୍ୟାୟ 27  
  • ଯିଶାଇୟ ଅଧ୍ୟାୟ 28  
  • ଯିଶାଇୟ ଅଧ୍ୟାୟ 29  
  • ଯିଶାଇୟ ଅଧ୍ୟାୟ 30  
  • ଯିଶାଇୟ ଅଧ୍ୟାୟ 31  
  • ଯିଶାଇୟ ଅଧ୍ୟାୟ 32  
  • ଯିଶାଇୟ ଅଧ୍ୟାୟ 33  
  • ଯିଶାଇୟ ଅଧ୍ୟାୟ 34  
  • ଯିଶାଇୟ ଅଧ୍ୟାୟ 35  
  • ଯିଶାଇୟ ଅଧ୍ୟାୟ 36  
  • ଯିଶାଇୟ ଅଧ୍ୟାୟ 37  
  • ଯିଶାଇୟ ଅଧ୍ୟାୟ 38  
  • ଯିଶାଇୟ ଅଧ୍ୟାୟ 39  
  • ଯିଶାଇୟ ଅଧ୍ୟାୟ 40  
  • ଯିଶାଇୟ ଅଧ୍ୟାୟ 41  
  • ଯିଶାଇୟ ଅଧ୍ୟାୟ 42  
  • ଯିଶାଇୟ ଅଧ୍ୟାୟ 43  
  • ଯିଶାଇୟ ଅଧ୍ୟାୟ 44  
  • ଯିଶାଇୟ ଅଧ୍ୟାୟ 45  
  • ଯିଶାଇୟ ଅଧ୍ୟାୟ 46  
  • ଯିଶାଇୟ ଅଧ୍ୟାୟ 47  
  • ଯିଶାଇୟ ଅଧ୍ୟାୟ 48  
  • ଯିଶାଇୟ ଅଧ୍ୟାୟ 49  
  • ଯିଶାଇୟ ଅଧ୍ୟାୟ 50  
  • ଯିଶାଇୟ ଅଧ୍ୟାୟ 51  
  • ଯିଶାଇୟ ଅଧ୍ୟାୟ 52  
  • ଯିଶାଇୟ ଅଧ୍ୟାୟ 53  
  • ଯିଶାଇୟ ଅଧ୍ୟାୟ 54  
  • ଯିଶାଇୟ ଅଧ୍ୟାୟ 55  
  • ଯିଶାଇୟ ଅଧ୍ୟାୟ 56  
  • ଯିଶାଇୟ ଅଧ୍ୟାୟ 57  
  • ଯିଶାଇୟ ଅଧ୍ୟାୟ 58  
  • ଯିଶାଇୟ ଅଧ୍ୟାୟ 59  
  • ଯିଶାଇୟ ଅଧ୍ୟାୟ 60  
  • ଯିଶାଇୟ ଅଧ୍ୟାୟ 61  
  • ଯିଶାଇୟ ଅଧ୍ୟାୟ 62  
  • ଯିଶାଇୟ ଅଧ୍ୟାୟ 63  
  • ଯିଶାଇୟ ଅଧ୍ୟାୟ 64  
  • ଯିଶାଇୟ ଅଧ୍ୟାୟ 65  
  • ଯିଶାଇୟ ଅଧ୍ୟାୟ 66  
×

Alert

×

Oriya Letters Keypad References