ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିରିମିୟ

ଯିରିମିୟ ଅଧ୍ୟାୟ 8

1 ସଦାପ୍ରଭୁ କହନ୍ତି, ସେସମୟରେ ଲୋକମାନେ ଯିହୁଦାର ରାଜଗଣର ଅସ୍ଥି ଓ ତାହାର ଅଧିପତି- ଗଣର ଅସ୍ଥି, ଯାଜକଗଣର ଅସ୍ଥି, ଭବିଷ୍ୟଦ୍-ବକ୍ତାଗଣର ଅସ୍ଥି ଓ ଯିରୂଶାଲମ ନିବାସୀଗଣର ଅସ୍ଥି ସେମାନଙ୍କ କବରରୁ ବାହାର କରିବେ । 2 ଆଉ, ସେମାନେ ସୂର୍ଯ୍ୟ ଓ ଚନ୍ଦ୍ର ଓ ଆକାଶର ଯେଉଁ ସୈନ୍ୟସମୂହକୁ ଭଲ ପାଇଅଛନ୍ତି ଓ ଯେଉଁମାନଙ୍କର ସେବା କରିଅଛନ୍ତି ଓ ଯେଉଁମାନଙ୍କର ପଶ୍ଚାଦ୍ଗାମୀ ହୋଇଅଛନ୍ତି ଓ ଯେଉଁମାନଙ୍କର ଅନ୍ଵେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହାସବୁ ଛିନ୍ନଭିନ୍ନ କରି ପକାଇବେ; ସେହି ଅସ୍ଥିସବୁ ଏକତ୍ରୀକୃତ କିଅବା କବରରେ ପୋତା ନୋହିବ; ସେସବୁ ଭୂମିରେ ଖତ ତୁଲ୍ୟ ହେବ । 3 ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଏହି ଦୁଷ୍ଟ ବଂଶକୁ ଆମ୍ଭେ ଯେଉଁ ଯେଉଁ ସ୍ଥାନକୁ ତଡ଼ି ଦେଇଅଛୁ, ସେସବୁ ସ୍ଥାନରେ ସେମାନଙ୍କର ଅବଶିଷ୍ଟ ଥିବା ସମସ୍ତଙ୍କ ପ୍ରତି ଜୀବନ ଅପେକ୍ଷା ବରଞ୍ଚ ମୃତ୍ୟୁ ବାଞ୍ଛନୀୟ ହେବ । 4 ଆହୁରି, ତୁମ୍ଭେ ସେମାନଙ୍କୁ କହିବ, ସଦାପ୍ରଭୁ ଏହି କଥା କହନ୍ତି, ମନୁଷ୍ୟ ପଡ଼ିଲେ, କʼଣ ଆଉ ଉଠେ ନାହିଁ? ବିପଥରେ ଗଲେ, କʼଣ ଆଉ ଫେରେ ନାହିଁ? 5 ତେବେ ଯିରୂଶାଲମସ୍ଥ ଏହି ଲୋକମାନେ ଚିରକାଳ ବିପଥଗମନରେ କାହିଁକି ବିପଥଗାମୀ ହୋଇଅଛନ୍ତି? ସେମାନେ ପ୍ରବଞ୍ଚନା ଦୃଢ଼ ରୂପେ ଧରନ୍ତି, ସେମାନେ ଫେରିବାକୁ ଅସମ୍ମତ । 6 ଆମ୍ଭେ ମନୋଯୋଗ କରି ଶୁଣିଲୁ, ମାତ୍ର ସେମାନେ ଯଥାର୍ଥ କଥା କହିଲେ ନାହିଁ; ହାୟ ହାୟ, ମୁଁ କʼଣ କରିଅଛିଣ! ଏହା କହି କେହି ଆପଣା ଦୁଷ୍ଟତା ସକାଶେ ଅନୁତାପ କରେ ନାହିଁ; ଯେପରି ଊର୍ଦ୍ଧ୍ଵଶ୍ଵାସରେ ଅଶ୍ଵ ଯୁଦ୍ଧରେ ଦୌଡ଼େ, ସେପରି ପ୍ରତ୍ୟେକ ଲୋକ ଆପଣା ଆପଣା ପଥରେ ଦୌଡ଼େ । 7 ହଁ, ଆକାଶଗାମିନୀ ଚରଳ ଆପଣାର ନିରୂପିତ ସମୟ ଜାଣେ; ଆଉ, ଘୁଘୁ ଓ ତାଳଚୋଞ୍ଚ ଓ ସାରସ ଆପଣା ଆପଣାର ଆସିବାର କାଳ ରକ୍ଷା କରନ୍ତି; ମାତ୍ର ଆମ୍ଭର ଲୋକମାନେ ସଦାପ୍ରଭୁଙ୍କର ନିୟମ ଜାଣନ୍ତି ନାହିଁ । 8 ଆମ୍ଭେମାନେ ଜ୍ଞାନୀ ଓ ସଦାପ୍ରଭୁଙ୍କର ବ୍ୟବସ୍ଥା ଆମ୍ଭମାନଙ୍କଠାରେ ଅଛି, ଏହି କଥା ତୁମ୍ଭେମାନେ କିପରି କହୁଅଛ? ମାତ୍ର, ଦେଖ, ଅଧ୍ୟାପକମାନଙ୍କର ମିଥ୍ୟା ଲେଖନୀ ମିଥ୍ୟା ଗଢ଼ିଅଛି । 9 ଜ୍ଞାନୀମାନେ ଲଜ୍ଜିତ ହୋଇଅଛନ୍ତି, ସେମାନେ ଘାବରା ଓ ଧରା ହୋଇଅଛନ୍ତି; ଦେଖ, ସେମାନେ ସଦାପ୍ରଭୁଙ୍କର ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି; ଆଉ, ସେମାନଙ୍କର ଜ୍ଞାନ କିପ୍ରକାର? 10 ଏହେତୁ ଆମ୍ଭେ ଅନ୍ୟମାନଙ୍କୁ ସେମାନଙ୍କର ଭାର୍ଯ୍ୟାଗଣ ଓ ଅନ୍ୟ ଅନ୍ୟ ଅଧିକାରୀଙ୍କୁ ସେମାନଙ୍କର କ୍ଷେତ୍ରସବୁ ଦେବା; କାରଣ ସେମାନଙ୍କର କ୍ଷୁଦ୍ରଠାରୁ ଅତ୍ୟ; ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ଲୋଭାସକ୍ତ, ଭବିଷ୍ୟଦ୍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ମିଥ୍ୟାଚରଣ କରନ୍ତି । 11 ପୁଣି, ଶାନ୍ତି ନ ଥିଲେ ହେଁ ସେମାନେ ଶାନ୍ତି, ଶାନ୍ତି ବୋଲି କହି ଆମ୍ଭ ଲୋକମାନଙ୍କ କନ୍ୟାର କ୍ଷତ ଉପରେ ଉପରେ ସୁସ୍ଥ କରନ୍ତି । 12 ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କʼଣ ଲଜ୍ଜିତ ହେଲେ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, ସେମାନଙ୍କ ପ୍ରତିଫଳ-ପ୍ରାପ୍ତିର ସମୟରେ ସେମାନେ ନିପାତିତ ହେବେ । 13 ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ସଂହାର କରିବା; ଦ୍ରାକ୍ଷାଲତାରେ ଦ୍ରାକ୍ଷାଫଳ, କିଅବା ଡିମିରି ବୃକ୍ଷରେ ଡିମିରି ଫଳ ରହିବ ନାହିଁ ଓ ପତ୍ର ମ୍ଳାନ ହେବ; ଆଉ, ଆମ୍ଭେ ସେମାନଙ୍କୁ ଯାହା ଦେଇଅଛୁ, ସେସବୁ ସେମାନଙ୍କଠାରୁ ଛାଡ଼ିଯିବ । 14 ଆମ୍ଭେମାନେ କାହିଁକି ତୁନି ହୋଇ ବସୁଅଛୁ? ଏକତ୍ରିତ ହୁଅ, ଆସ, ଆମ୍ଭେମାନେ ପ୍ରାଚୀରବେଷ୍ଟିତ ନଗରମାନରେ ପ୍ରବେଶ କରୁ ଓ ସେଠାରେ ନୀରବ ହେଉ; କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ ବୋଲି ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ଵର ଆମ୍ଭମାନଙ୍କୁ ନୀରବ କରିଅଛନ୍ତି ଓ ବିଷ-ବୃକ୍ଷର ରସ ପାନ କରିବାକୁ ଦେଇଅଛନ୍ତି । 15 ଆମ୍ଭେମାନେ ଶାନ୍ତିର ଅପେକ୍ଷା କଲୁ, ମାତ୍ର କିଛି ମଙ୍ଗଳ ନୋହିଲା; ଆରୋଗ୍ୟ ସମୟର ଅପେକ୍ଷା କଲୁ, ଆଉ ଦେଖ, ଆଶଙ୍କା ଉପସ୍ଥିତ! 16 ଦାନ୍ ନଗରଠାରୁ ତାହାର ଅଶ୍ଵଗଣର ନାସା ଶଦ୍ଦ ଶୁଣା ଯାଉଅଛି; ତାହାର ବଳିଷ୍ଠ ଅଶ୍ଵଗଣର ହିଁ ହିଁ ଶଦ୍ଦରେ ସମୁଦାୟ ଦେଶ କମ୍ପୁଅଛି; କାରଣ ସେମାନେ ଆସିଅଛନ୍ତି, ଆଉ ଦେଶ ଓ ତନ୍ମଧ୍ୟସ୍ଥିତ ସକଳ ନଗର ଓ ତନ୍ନିବାସୀଗଣକୁ ଗ୍ରାସ କରିଅଛନ୍ତି; 17 ଦେଖ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ସର୍ପ, କାଳସର୍ପମାନଙ୍କୁ ପଠାଇବା, ସେମାନେ ତୁମ୍ଭମାନଙ୍କୁ ଦଂଶନ କରିବେ, ଏହା ସଦାପ୍ରଭୁ କହନ୍ତି । 18 ଆହା, ମୁଁ ଯେବେ ଦୁଃଖ ପ୍ରତିକୂଳରେ ଆପଣାକୁ ସାନ୍ତ୍ଵନା କରି ପାରନ୍ତି! ମୋର ମଧ୍ୟରେ ମୋʼ ହୃଦୟ ମୂର୍ଚ୍ଛିତ । 19 ଦେଖ, ଅତି ଦୂର ଦେଶରୁ ମୋʼ ଲୋକଙ୍କ କନ୍ୟାର ଆର୍ତ୍ତନାଦ; ସଦାପ୍ରଭୁ କʼଣ ସିୟୋନରେ ନାହାନ୍ତି? ତହିଁର ରାଜା କʼଣ ତହିଁ ମଧ୍ୟରେ ନାହାନ୍ତି? ସେମାନେ ଆପଣାମାନଙ୍କର ଖୋଦିତ ପ୍ରତିମା ଓ ବିଦେଶୀୟ ଅସାର ବସ୍ତୁସମୂହ ଦ୍ଵାରା କାହିଁକି ଆମ୍ଭଙ୍କୁ ବିରକ୍ତ କରିଅଛନ୍ତି? 20 ଶସ୍ୟ-ସଂଗ୍ରହର ସମୟ ଗତ ହେଲା, ଗ୍ରୀଷ୍ମକାଳ ଶେଷ ହେଲା, ମାତ୍ର ଆମ୍ଭମାନଙ୍କର ପରିତ୍ରାଣ ହୋଇ ନାହିଁ । 21 ମୁଁ ଆପଣା ଲୋକମାନଙ୍କ କନ୍ୟାର ଦୁଃଖ ସକାଶୁ ଦୁଃଖିତ; ମୁଁ ମଳିନ; ବିସ୍ମୟତା ମୋତେ ଆକ୍ରା; କରିଅଛି । 22 ଗିଲୀୟଦରେ କʼଣ ଔଷଧ ନାହିଁ? ସେଠାରେ କʼଣ ବୈଦ୍ୟ ନାହାନ୍ତି? ତେବେ ମୋʼ ଲୋକମାନଙ୍କ କନ୍ୟା କାହିଁକି ପୁନଃ ସ୍ଵାସ୍ଥ୍ୟଲାଭ କରୁ ନାହିଁ?
1 ସଦାପ୍ରଭୁ କହନ୍ତି, ସେସମୟରେ ଲୋକମାନେ ଯିହୁଦାର ରାଜଗଣର ଅସ୍ଥି ଓ ତାହାର ଅଧିପତି- ଗଣର ଅସ୍ଥି, ଯାଜକଗଣର ଅସ୍ଥି, ଭବିଷ୍ୟଦ୍-ବକ୍ତାଗଣର ଅସ୍ଥି ଓ ଯିରୂଶାଲମ ନିବାସୀଗଣର ଅସ୍ଥି ସେମାନଙ୍କ କବରରୁ ବାହାର କରିବେ । .::. 2 ଆଉ, ସେମାନେ ସୂର୍ଯ୍ୟ ଓ ଚନ୍ଦ୍ର ଓ ଆକାଶର ଯେଉଁ ସୈନ୍ୟସମୂହକୁ ଭଲ ପାଇଅଛନ୍ତି ଓ ଯେଉଁମାନଙ୍କର ସେବା କରିଅଛନ୍ତି ଓ ଯେଉଁମାନଙ୍କର ପଶ୍ଚାଦ୍ଗାମୀ ହୋଇଅଛନ୍ତି ଓ ଯେଉଁମାନଙ୍କର ଅନ୍ଵେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହାସବୁ ଛିନ୍ନଭିନ୍ନ କରି ପକାଇବେ; ସେହି ଅସ୍ଥିସବୁ ଏକତ୍ରୀକୃତ କିଅବା କବରରେ ପୋତା ନୋହିବ; ସେସବୁ ଭୂମିରେ ଖତ ତୁଲ୍ୟ ହେବ । .::. 3 ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଏହି ଦୁଷ୍ଟ ବଂଶକୁ ଆମ୍ଭେ ଯେଉଁ ଯେଉଁ ସ୍ଥାନକୁ ତଡ଼ି ଦେଇଅଛୁ, ସେସବୁ ସ୍ଥାନରେ ସେମାନଙ୍କର ଅବଶିଷ୍ଟ ଥିବା ସମସ୍ତଙ୍କ ପ୍ରତି ଜୀବନ ଅପେକ୍ଷା ବରଞ୍ଚ ମୃତ୍ୟୁ ବାଞ୍ଛନୀୟ ହେବ । .::. 4 ଆହୁରି, ତୁମ୍ଭେ ସେମାନଙ୍କୁ କହିବ, ସଦାପ୍ରଭୁ ଏହି କଥା କହନ୍ତି, ମନୁଷ୍ୟ ପଡ଼ିଲେ, କʼଣ ଆଉ ଉଠେ ନାହିଁ? ବିପଥରେ ଗଲେ, କʼଣ ଆଉ ଫେରେ ନାହିଁ? .::. 5 ତେବେ ଯିରୂଶାଲମସ୍ଥ ଏହି ଲୋକମାନେ ଚିରକାଳ ବିପଥଗମନରେ କାହିଁକି ବିପଥଗାମୀ ହୋଇଅଛନ୍ତି? ସେମାନେ ପ୍ରବଞ୍ଚନା ଦୃଢ଼ ରୂପେ ଧରନ୍ତି, ସେମାନେ ଫେରିବାକୁ ଅସମ୍ମତ । .::. 6 ଆମ୍ଭେ ମନୋଯୋଗ କରି ଶୁଣିଲୁ, ମାତ୍ର ସେମାନେ ଯଥାର୍ଥ କଥା କହିଲେ ନାହିଁ; ହାୟ ହାୟ, ମୁଁ କʼଣ କରିଅଛିଣ! ଏହା କହି କେହି ଆପଣା ଦୁଷ୍ଟତା ସକାଶେ ଅନୁତାପ କରେ ନାହିଁ; ଯେପରି ଊର୍ଦ୍ଧ୍ଵଶ୍ଵାସରେ ଅଶ୍ଵ ଯୁଦ୍ଧରେ ଦୌଡ଼େ, ସେପରି ପ୍ରତ୍ୟେକ ଲୋକ ଆପଣା ଆପଣା ପଥରେ ଦୌଡ଼େ । .::. 7 ହଁ, ଆକାଶଗାମିନୀ ଚରଳ ଆପଣାର ନିରୂପିତ ସମୟ ଜାଣେ; ଆଉ, ଘୁଘୁ ଓ ତାଳଚୋଞ୍ଚ ଓ ସାରସ ଆପଣା ଆପଣାର ଆସିବାର କାଳ ରକ୍ଷା କରନ୍ତି; ମାତ୍ର ଆମ୍ଭର ଲୋକମାନେ ସଦାପ୍ରଭୁଙ୍କର ନିୟମ ଜାଣନ୍ତି ନାହିଁ । .::. 8 ଆମ୍ଭେମାନେ ଜ୍ଞାନୀ ଓ ସଦାପ୍ରଭୁଙ୍କର ବ୍ୟବସ୍ଥା ଆମ୍ଭମାନଙ୍କଠାରେ ଅଛି, ଏହି କଥା ତୁମ୍ଭେମାନେ କିପରି କହୁଅଛ? ମାତ୍ର, ଦେଖ, ଅଧ୍ୟାପକମାନଙ୍କର ମିଥ୍ୟା ଲେଖନୀ ମିଥ୍ୟା ଗଢ଼ିଅଛି । .::. 9 ଜ୍ଞାନୀମାନେ ଲଜ୍ଜିତ ହୋଇଅଛନ୍ତି, ସେମାନେ ଘାବରା ଓ ଧରା ହୋଇଅଛନ୍ତି; ଦେଖ, ସେମାନେ ସଦାପ୍ରଭୁଙ୍କର ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି; ଆଉ, ସେମାନଙ୍କର ଜ୍ଞାନ କିପ୍ରକାର? .::. 10 ଏହେତୁ ଆମ୍ଭେ ଅନ୍ୟମାନଙ୍କୁ ସେମାନଙ୍କର ଭାର୍ଯ୍ୟାଗଣ ଓ ଅନ୍ୟ ଅନ୍ୟ ଅଧିକାରୀଙ୍କୁ ସେମାନଙ୍କର କ୍ଷେତ୍ରସବୁ ଦେବା; କାରଣ ସେମାନଙ୍କର କ୍ଷୁଦ୍ରଠାରୁ ଅତ୍ୟ; ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ଲୋଭାସକ୍ତ, ଭବିଷ୍ୟଦ୍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ମିଥ୍ୟାଚରଣ କରନ୍ତି । .::. 11 ପୁଣି, ଶାନ୍ତି ନ ଥିଲେ ହେଁ ସେମାନେ ଶାନ୍ତି, ଶାନ୍ତି ବୋଲି କହି ଆମ୍ଭ ଲୋକମାନଙ୍କ କନ୍ୟାର କ୍ଷତ ଉପରେ ଉପରେ ସୁସ୍ଥ କରନ୍ତି । .::. 12 ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କʼଣ ଲଜ୍ଜିତ ହେଲେ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, ସେମାନଙ୍କ ପ୍ରତିଫଳ-ପ୍ରାପ୍ତିର ସମୟରେ ସେମାନେ ନିପାତିତ ହେବେ । .::. 13 ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ସଂହାର କରିବା; ଦ୍ରାକ୍ଷାଲତାରେ ଦ୍ରାକ୍ଷାଫଳ, କିଅବା ଡିମିରି ବୃକ୍ଷରେ ଡିମିରି ଫଳ ରହିବ ନାହିଁ ଓ ପତ୍ର ମ୍ଳାନ ହେବ; ଆଉ, ଆମ୍ଭେ ସେମାନଙ୍କୁ ଯାହା ଦେଇଅଛୁ, ସେସବୁ ସେମାନଙ୍କଠାରୁ ଛାଡ଼ିଯିବ । .::. 14 ଆମ୍ଭେମାନେ କାହିଁକି ତୁନି ହୋଇ ବସୁଅଛୁ? ଏକତ୍ରିତ ହୁଅ, ଆସ, ଆମ୍ଭେମାନେ ପ୍ରାଚୀରବେଷ୍ଟିତ ନଗରମାନରେ ପ୍ରବେଶ କରୁ ଓ ସେଠାରେ ନୀରବ ହେଉ; କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ ବୋଲି ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ଵର ଆମ୍ଭମାନଙ୍କୁ ନୀରବ କରିଅଛନ୍ତି ଓ ବିଷ-ବୃକ୍ଷର ରସ ପାନ କରିବାକୁ ଦେଇଅଛନ୍ତି । .::. 15 ଆମ୍ଭେମାନେ ଶାନ୍ତିର ଅପେକ୍ଷା କଲୁ, ମାତ୍ର କିଛି ମଙ୍ଗଳ ନୋହିଲା; ଆରୋଗ୍ୟ ସମୟର ଅପେକ୍ଷା କଲୁ, ଆଉ ଦେଖ, ଆଶଙ୍କା ଉପସ୍ଥିତ! .::. 16 ଦାନ୍ ନଗରଠାରୁ ତାହାର ଅଶ୍ଵଗଣର ନାସା ଶଦ୍ଦ ଶୁଣା ଯାଉଅଛି; ତାହାର ବଳିଷ୍ଠ ଅଶ୍ଵଗଣର ହିଁ ହିଁ ଶଦ୍ଦରେ ସମୁଦାୟ ଦେଶ କମ୍ପୁଅଛି; କାରଣ ସେମାନେ ଆସିଅଛନ୍ତି, ଆଉ ଦେଶ ଓ ତନ୍ମଧ୍ୟସ୍ଥିତ ସକଳ ନଗର ଓ ତନ୍ନିବାସୀଗଣକୁ ଗ୍ରାସ କରିଅଛନ୍ତି; .::. 17 ଦେଖ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ସର୍ପ, କାଳସର୍ପମାନଙ୍କୁ ପଠାଇବା, ସେମାନେ ତୁମ୍ଭମାନଙ୍କୁ ଦଂଶନ କରିବେ, ଏହା ସଦାପ୍ରଭୁ କହନ୍ତି । .::. 18 ଆହା, ମୁଁ ଯେବେ ଦୁଃଖ ପ୍ରତିକୂଳରେ ଆପଣାକୁ ସାନ୍ତ୍ଵନା କରି ପାରନ୍ତି! ମୋର ମଧ୍ୟରେ ମୋʼ ହୃଦୟ ମୂର୍ଚ୍ଛିତ । .::. 19 ଦେଖ, ଅତି ଦୂର ଦେଶରୁ ମୋʼ ଲୋକଙ୍କ କନ୍ୟାର ଆର୍ତ୍ତନାଦ; ସଦାପ୍ରଭୁ କʼଣ ସିୟୋନରେ ନାହାନ୍ତି? ତହିଁର ରାଜା କʼଣ ତହିଁ ମଧ୍ୟରେ ନାହାନ୍ତି? ସେମାନେ ଆପଣାମାନଙ୍କର ଖୋଦିତ ପ୍ରତିମା ଓ ବିଦେଶୀୟ ଅସାର ବସ୍ତୁସମୂହ ଦ୍ଵାରା କାହିଁକି ଆମ୍ଭଙ୍କୁ ବିରକ୍ତ କରିଅଛନ୍ତି? .::. 20 ଶସ୍ୟ-ସଂଗ୍ରହର ସମୟ ଗତ ହେଲା, ଗ୍ରୀଷ୍ମକାଳ ଶେଷ ହେଲା, ମାତ୍ର ଆମ୍ଭମାନଙ୍କର ପରିତ୍ରାଣ ହୋଇ ନାହିଁ । .::. 21 ମୁଁ ଆପଣା ଲୋକମାନଙ୍କ କନ୍ୟାର ଦୁଃଖ ସକାଶୁ ଦୁଃଖିତ; ମୁଁ ମଳିନ; ବିସ୍ମୟତା ମୋତେ ଆକ୍ରା; କରିଅଛି । .::. 22 ଗିଲୀୟଦରେ କʼଣ ଔଷଧ ନାହିଁ? ସେଠାରେ କʼଣ ବୈଦ୍ୟ ନାହାନ୍ତି? ତେବେ ମୋʼ ଲୋକମାନଙ୍କ କନ୍ୟା କାହିଁକି ପୁନଃ ସ୍ଵାସ୍ଥ୍ୟଲାଭ କରୁ ନାହିଁ? .::.
  • ଯିରିମିୟ ଅଧ୍ୟାୟ 1  
  • ଯିରିମିୟ ଅଧ୍ୟାୟ 2  
  • ଯିରିମିୟ ଅଧ୍ୟାୟ 3  
  • ଯିରିମିୟ ଅଧ୍ୟାୟ 4  
  • ଯିରିମିୟ ଅଧ୍ୟାୟ 5  
  • ଯିରିମିୟ ଅଧ୍ୟାୟ 6  
  • ଯିରିମିୟ ଅଧ୍ୟାୟ 7  
  • ଯିରିମିୟ ଅଧ୍ୟାୟ 8  
  • ଯିରିମିୟ ଅଧ୍ୟାୟ 9  
  • ଯିରିମିୟ ଅଧ୍ୟାୟ 10  
  • ଯିରିମିୟ ଅଧ୍ୟାୟ 11  
  • ଯିରିମିୟ ଅଧ୍ୟାୟ 12  
  • ଯିରିମିୟ ଅଧ୍ୟାୟ 13  
  • ଯିରିମିୟ ଅଧ୍ୟାୟ 14  
  • ଯିରିମିୟ ଅଧ୍ୟାୟ 15  
  • ଯିରିମିୟ ଅଧ୍ୟାୟ 16  
  • ଯିରିମିୟ ଅଧ୍ୟାୟ 17  
  • ଯିରିମିୟ ଅଧ୍ୟାୟ 18  
  • ଯିରିମିୟ ଅଧ୍ୟାୟ 19  
  • ଯିରିମିୟ ଅଧ୍ୟାୟ 20  
  • ଯିରିମିୟ ଅଧ୍ୟାୟ 21  
  • ଯିରିମିୟ ଅଧ୍ୟାୟ 22  
  • ଯିରିମିୟ ଅଧ୍ୟାୟ 23  
  • ଯିରିମିୟ ଅଧ୍ୟାୟ 24  
  • ଯିରିମିୟ ଅଧ୍ୟାୟ 25  
  • ଯିରିମିୟ ଅଧ୍ୟାୟ 26  
  • ଯିରିମିୟ ଅଧ୍ୟାୟ 27  
  • ଯିରିମିୟ ଅଧ୍ୟାୟ 28  
  • ଯିରିମିୟ ଅଧ୍ୟାୟ 29  
  • ଯିରିମିୟ ଅଧ୍ୟାୟ 30  
  • ଯିରିମିୟ ଅଧ୍ୟାୟ 31  
  • ଯିରିମିୟ ଅଧ୍ୟାୟ 32  
  • ଯିରିମିୟ ଅଧ୍ୟାୟ 33  
  • ଯିରିମିୟ ଅଧ୍ୟାୟ 34  
  • ଯିରିମିୟ ଅଧ୍ୟାୟ 35  
  • ଯିରିମିୟ ଅଧ୍ୟାୟ 36  
  • ଯିରିମିୟ ଅଧ୍ୟାୟ 37  
  • ଯିରିମିୟ ଅଧ୍ୟାୟ 38  
  • ଯିରିମିୟ ଅଧ୍ୟାୟ 39  
  • ଯିରିମିୟ ଅଧ୍ୟାୟ 40  
  • ଯିରିମିୟ ଅଧ୍ୟାୟ 41  
  • ଯିରିମିୟ ଅଧ୍ୟାୟ 42  
  • ଯିରିମିୟ ଅଧ୍ୟାୟ 43  
  • ଯିରିମିୟ ଅଧ୍ୟାୟ 44  
  • ଯିରିମିୟ ଅଧ୍ୟାୟ 45  
  • ଯିରିମିୟ ଅଧ୍ୟାୟ 46  
  • ଯିରିମିୟ ଅଧ୍ୟାୟ 47  
  • ଯିରିମିୟ ଅଧ୍ୟାୟ 48  
  • ଯିରିମିୟ ଅଧ୍ୟାୟ 49  
  • ଯିରିମିୟ ଅଧ୍ୟାୟ 50  
  • ଯିରିମିୟ ଅଧ୍ୟାୟ 51  
  • ଯିରିମିୟ ଅଧ୍ୟାୟ 52  
×

Alert

×

Oriya Letters Keypad References