ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆୟୁବ ପୁସ୍ତକ

ଆୟୁବ ପୁସ୍ତକ ଅଧ୍ୟାୟ 12

1 ତହୁଁ ଆୟୁବ ଉତ୍ତର କରି କହିଲା, 2 ତୁମ୍ଭେମାନେ ତ ଲୋକ, ସନ୍ଦେହ ନାହିଁ, ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଜ୍ଞାନ ମରିଯିବ । 3 ମାତ୍ର ତୁମ୍ଭମାନଙ୍କ ପରି ଆମ୍ଭର ବୁଦ୍ଧି ଅଛି; ମୁଁ ତୁମ୍ଭମାନଙ୍କଠାରୁ ଊଣା ନୁହେଁ; ହଁ, ଏପରି କଥାସବୁ କିଏ ନ ଜାଣେ? 4 ମୁଁ ପ୍ରତିବାସୀର ହାସ୍ୟାସ୍ପଦ ଲୋକ ତୁଲ୍ୟ ହୋଇଅଛି, ସେ ପରମେଶ୍ଵରଙ୍କୁ ଡାକନ୍ତେ, ସେ ତାହାକୁ ଉତ୍ତର ଦେଲେ; ଧାର୍ମିକ, ସିଦ୍ଧ ଲୋକ ହାସ୍ୟାସ୍ପଦ ହୋଇଅଛି । 5 ସୁଖରେ ଥିବା ଲୋକର ବୋଧରେ ବିପଦ ତୁଚ୍ଛନୀୟ; ଯେଉଁମାନଙ୍କର ପାଦ ଖସିଯାଏ, ସେମାନଙ୍କ ନିମନ୍ତେ ତାହା ପ୍ରସ୍ତୁତ । 6 ଡକାଇତମାନଙ୍କର ତମ୍ଵୁ ନିରାପଦ ହୁଏ ଓ ପରମେଶ୍ଵରଙ୍କୁ ବିରକ୍ତ କରିବା ଲୋକେ ନିର୍ବିଘ୍ନରେ ରହନ୍ତି; ପରମେଶ୍ଵର ସେମାନଙ୍କ ହସ୍ତରେ ବହୁତ ଦିଅନ୍ତି । 7 ମାତ୍ର ଏବେ ପଶୁମାନଙ୍କୁ ପଚାର, ସେମାନେ ତୁମ୍ଭକୁ ଶିକ୍ଷା ଦେବେ ଓ ଆକାଶର ପକ୍ଷୀମାନଙ୍କୁ ପଚାର, ସେମାନେ ତୁମ୍ଭକୁ ଜଣାଇବେ; 8 ଅବା ପୃଥିବୀକି ବୋଲ, ସେ ତୁମ୍ଭକୁ ଶିକ୍ଷା ଦେବ ଓ ସମୁଦ୍ରର ମତ୍ସ୍ୟମାନେ ତୁମ୍ଭ ପ୍ରତି ପ୍ରକାଶ କରିବେ । 9 ସଦାପ୍ରଭୁଙ୍କ ହସ୍ତ ଯେ ଏହା କରିଅଛି, ଏସକଳ ଦ୍ଵାରା କିଏ ନ ଜାଣେ? 10 ତାହାଙ୍କ ହସ୍ତରେ ପ୍ରତ୍ୟେକ ଜୀବର ପ୍ରାଣ ଓ ସମୁଦାୟ ନରବଂଶର ଶ୍ଵାସବାୟୁ ଅଛି । 11 ଯେପରି ରସନା ଖାଦ୍ୟର ଆସ୍ଵାଦ ପାଏ, ସେପରି କର୍ଣ୍ଣ କʼଣ କଥାର ପରୀକ୍ଷା ନ କରେ? 12 ପ୍ରାଚୀନମାନଙ୍କଠାରେ ଜ୍ଞାନ ଅଛି ଓ ଦୀର୍ଘାୟୁରେ ବୁଦ୍ଧି ଥାଏ । 13 ତାହାଙ୍କଠାରେ ଜ୍ଞାନ ଓ ପରାକ୍ରମ ଥାଏ; ତାହାଙ୍କର ମନ୍ତ୍ରଣା ଓ ବୁଦ୍ଧି ଅଛି । 14 ଦେଖ, ସେ ଭାଙ୍ଗି ପକାନ୍ତି, ଆଉ ତାହା ପୁନର୍ନିର୍ମିତ ହୋଇ ନ ପାରେ; ସେ ମନୁଷ୍ୟକୁ ରୁଦ୍ଧ କଲେ, ଆଉ ମୁକୁଳା ହୋଇ ନ ପାରେ । 15 ଦେଖ, ସେ ଜଳରାଶିକି ଅଟକାଇଲେ, ତାହାସବୁ ଶୁଷ୍କ ହୋଇଯାଏ; ପୁନର୍ବାର ସେ ତାହା ପଠାଇ ଦେଲେ, ତାହା ପୃଥିବୀକି ଓଲଟପାଲଟ କରି ପକାଏ । 16 ତାହାଙ୍କଠାରେ ବଳ ଓ ଫଳଦାୟକ କର୍ମଣ୍ୟତା ଥାଏ; ଭ୍ରାନ୍ତ ଓ ଭ୍ରାମକ ତାହାଙ୍କର । 17 ସେ ମନ୍ତ୍ରୀମାନଙ୍କୁ ଲୁଟିତ କରି ନେଇଯାʼନ୍ତି ଓ ବିଚାରକର୍ତ୍ତୃଗଣକୁ ସେ ନିର୍ବୋଧ କରନ୍ତି । 18 ସେ ରାଜାମାନଙ୍କର ବନ୍ଧନ ମୁକ୍ତ କରନ୍ତି ଓ କଟିବନ୍ଧନୀରେ ସେମାନଙ୍କ କଟି ବାନ୍ଧନ୍ତି । 19 ସେ ଯାଜକମାନଙ୍କୁ ଲୁଟିତ କରି ନେଇଯାʼନ୍ତି ଓ ବିକ୍ରମୀମାନଙ୍କୁ ପରାସ୍ତ କରନ୍ତି । 20 ସେ ବିଶ୍ଵସ୍ତମାନଙ୍କ ବଚନ ଅନ୍ୟଥା କରନ୍ତି ଓ ପ୍ରାଚୀନମାନଙ୍କ ବୁଦ୍ଧିକି ହରଣ କରି ନିଅନ୍ତି । 21 ସେ ଅଧିପତିମାନଙ୍କ ଉପରେ ତୁଚ୍ଛତା ଢାଳନ୍ତି; ଓ ବଳବାନର ପଟୁକା ଫିଟାଇ ପକାନ୍ତି । 22 ସେ ଅନ୍ଧକାରରୁ ନିଗୂଢ଼ ବିଷୟ ପ୍ରକାଶ କରନ୍ତି ଓ ମୃତ୍ୟୁଚ୍ଛାୟାକୁ ଆଲୁଅକୁ ଆଣନ୍ତି । 23 ସେ ଗୋଷ୍ଠୀୟମାନଙ୍କୁ ବୃଦ୍ଧି କରନ୍ତି ଓ ସେମାନଙ୍କୁ ବିନାଶ କରନ୍ତି; ସେ ଗୋଷ୍ଠୀୟମାନଙ୍କୁ ବାହାରେ ବିସ୍ତୀର୍ଣ୍ଣ କରନ୍ତି ଓ ସେମାନଙ୍କୁ ଭିତରେ ଆଣନ୍ତି । 24 ସେ ପୃଥିବୀସ୍ଥ ଲୋକମାନଙ୍କ ପ୍ରଧାନବର୍ଗର ହୃଦୟ ହରଣ କରନ୍ତି ଓ ସେ ସେମାନଙ୍କୁ ପଥହୀନ ମରୁଭୂମିରେ ଭ୍ରମଣ କରାନ୍ତି । 25 ସେମାନେ ଆଲୁଅରହିତ ହୋଇ ଅନ୍ଧକାରରେ ଦରାଣ୍ତି ହୁଅନ୍ତି, ସେ ସେମାନଙ୍କୁ ମତ୍ତ ଲୋକ ପରି ଟଳମଳ କରାନ୍ତି ।
1 ତହୁଁ ଆୟୁବ ଉତ୍ତର କରି କହିଲା, .::. 2 ତୁମ୍ଭେମାନେ ତ ଲୋକ, ସନ୍ଦେହ ନାହିଁ, ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଜ୍ଞାନ ମରିଯିବ । .::. 3 ମାତ୍ର ତୁମ୍ଭମାନଙ୍କ ପରି ଆମ୍ଭର ବୁଦ୍ଧି ଅଛି; ମୁଁ ତୁମ୍ଭମାନଙ୍କଠାରୁ ଊଣା ନୁହେଁ; ହଁ, ଏପରି କଥାସବୁ କିଏ ନ ଜାଣେ? .::. 4 ମୁଁ ପ୍ରତିବାସୀର ହାସ୍ୟାସ୍ପଦ ଲୋକ ତୁଲ୍ୟ ହୋଇଅଛି, ସେ ପରମେଶ୍ଵରଙ୍କୁ ଡାକନ୍ତେ, ସେ ତାହାକୁ ଉତ୍ତର ଦେଲେ; ଧାର୍ମିକ, ସିଦ୍ଧ ଲୋକ ହାସ୍ୟାସ୍ପଦ ହୋଇଅଛି । .::. 5 ସୁଖରେ ଥିବା ଲୋକର ବୋଧରେ ବିପଦ ତୁଚ୍ଛନୀୟ; ଯେଉଁମାନଙ୍କର ପାଦ ଖସିଯାଏ, ସେମାନଙ୍କ ନିମନ୍ତେ ତାହା ପ୍ରସ୍ତୁତ । .::. 6 ଡକାଇତମାନଙ୍କର ତମ୍ଵୁ ନିରାପଦ ହୁଏ ଓ ପରମେଶ୍ଵରଙ୍କୁ ବିରକ୍ତ କରିବା ଲୋକେ ନିର୍ବିଘ୍ନରେ ରହନ୍ତି; ପରମେଶ୍ଵର ସେମାନଙ୍କ ହସ୍ତରେ ବହୁତ ଦିଅନ୍ତି । .::. 7 ମାତ୍ର ଏବେ ପଶୁମାନଙ୍କୁ ପଚାର, ସେମାନେ ତୁମ୍ଭକୁ ଶିକ୍ଷା ଦେବେ ଓ ଆକାଶର ପକ୍ଷୀମାନଙ୍କୁ ପଚାର, ସେମାନେ ତୁମ୍ଭକୁ ଜଣାଇବେ; .::. 8 ଅବା ପୃଥିବୀକି ବୋଲ, ସେ ତୁମ୍ଭକୁ ଶିକ୍ଷା ଦେବ ଓ ସମୁଦ୍ରର ମତ୍ସ୍ୟମାନେ ତୁମ୍ଭ ପ୍ରତି ପ୍ରକାଶ କରିବେ । .::. 9 ସଦାପ୍ରଭୁଙ୍କ ହସ୍ତ ଯେ ଏହା କରିଅଛି, ଏସକଳ ଦ୍ଵାରା କିଏ ନ ଜାଣେ? .::. 10 ତାହାଙ୍କ ହସ୍ତରେ ପ୍ରତ୍ୟେକ ଜୀବର ପ୍ରାଣ ଓ ସମୁଦାୟ ନରବଂଶର ଶ୍ଵାସବାୟୁ ଅଛି । .::. 11 ଯେପରି ରସନା ଖାଦ୍ୟର ଆସ୍ଵାଦ ପାଏ, ସେପରି କର୍ଣ୍ଣ କʼଣ କଥାର ପରୀକ୍ଷା ନ କରେ? .::. 12 ପ୍ରାଚୀନମାନଙ୍କଠାରେ ଜ୍ଞାନ ଅଛି ଓ ଦୀର୍ଘାୟୁରେ ବୁଦ୍ଧି ଥାଏ । .::. 13 ତାହାଙ୍କଠାରେ ଜ୍ଞାନ ଓ ପରାକ୍ରମ ଥାଏ; ତାହାଙ୍କର ମନ୍ତ୍ରଣା ଓ ବୁଦ୍ଧି ଅଛି । .::. 14 ଦେଖ, ସେ ଭାଙ୍ଗି ପକାନ୍ତି, ଆଉ ତାହା ପୁନର୍ନିର୍ମିତ ହୋଇ ନ ପାରେ; ସେ ମନୁଷ୍ୟକୁ ରୁଦ୍ଧ କଲେ, ଆଉ ମୁକୁଳା ହୋଇ ନ ପାରେ । .::. 15 ଦେଖ, ସେ ଜଳରାଶିକି ଅଟକାଇଲେ, ତାହାସବୁ ଶୁଷ୍କ ହୋଇଯାଏ; ପୁନର୍ବାର ସେ ତାହା ପଠାଇ ଦେଲେ, ତାହା ପୃଥିବୀକି ଓଲଟପାଲଟ କରି ପକାଏ । .::. 16 ତାହାଙ୍କଠାରେ ବଳ ଓ ଫଳଦାୟକ କର୍ମଣ୍ୟତା ଥାଏ; ଭ୍ରାନ୍ତ ଓ ଭ୍ରାମକ ତାହାଙ୍କର । .::. 17 ସେ ମନ୍ତ୍ରୀମାନଙ୍କୁ ଲୁଟିତ କରି ନେଇଯାʼନ୍ତି ଓ ବିଚାରକର୍ତ୍ତୃଗଣକୁ ସେ ନିର୍ବୋଧ କରନ୍ତି । .::. 18 ସେ ରାଜାମାନଙ୍କର ବନ୍ଧନ ମୁକ୍ତ କରନ୍ତି ଓ କଟିବନ୍ଧନୀରେ ସେମାନଙ୍କ କଟି ବାନ୍ଧନ୍ତି । .::. 19 ସେ ଯାଜକମାନଙ୍କୁ ଲୁଟିତ କରି ନେଇଯାʼନ୍ତି ଓ ବିକ୍ରମୀମାନଙ୍କୁ ପରାସ୍ତ କରନ୍ତି । .::. 20 ସେ ବିଶ୍ଵସ୍ତମାନଙ୍କ ବଚନ ଅନ୍ୟଥା କରନ୍ତି ଓ ପ୍ରାଚୀନମାନଙ୍କ ବୁଦ୍ଧିକି ହରଣ କରି ନିଅନ୍ତି । .::. 21 ସେ ଅଧିପତିମାନଙ୍କ ଉପରେ ତୁଚ୍ଛତା ଢାଳନ୍ତି; ଓ ବଳବାନର ପଟୁକା ଫିଟାଇ ପକାନ୍ତି । .::. 22 ସେ ଅନ୍ଧକାରରୁ ନିଗୂଢ଼ ବିଷୟ ପ୍ରକାଶ କରନ୍ତି ଓ ମୃତ୍ୟୁଚ୍ଛାୟାକୁ ଆଲୁଅକୁ ଆଣନ୍ତି । .::. 23 ସେ ଗୋଷ୍ଠୀୟମାନଙ୍କୁ ବୃଦ୍ଧି କରନ୍ତି ଓ ସେମାନଙ୍କୁ ବିନାଶ କରନ୍ତି; ସେ ଗୋଷ୍ଠୀୟମାନଙ୍କୁ ବାହାରେ ବିସ୍ତୀର୍ଣ୍ଣ କରନ୍ତି ଓ ସେମାନଙ୍କୁ ଭିତରେ ଆଣନ୍ତି । .::. 24 ସେ ପୃଥିବୀସ୍ଥ ଲୋକମାନଙ୍କ ପ୍ରଧାନବର୍ଗର ହୃଦୟ ହରଣ କରନ୍ତି ଓ ସେ ସେମାନଙ୍କୁ ପଥହୀନ ମରୁଭୂମିରେ ଭ୍ରମଣ କରାନ୍ତି । .::. 25 ସେମାନେ ଆଲୁଅରହିତ ହୋଇ ଅନ୍ଧକାରରେ ଦରାଣ୍ତି ହୁଅନ୍ତି, ସେ ସେମାନଙ୍କୁ ମତ୍ତ ଲୋକ ପରି ଟଳମଳ କରାନ୍ତି । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
×

Alert

×

Oriya Letters Keypad References