ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆୟୁବ ପୁସ୍ତକ

ଆୟୁବ ପୁସ୍ତକ ଅଧ୍ୟାୟ 27

1 ଅନନ୍ତର ଆୟୁବ ପୁନର୍ବାର ଆପଣା ପ୍ରସଙ୍ଗ ଧରି କହିଲା, 2 ପରମେଶ୍ଵର, ଯେ ମୋହର ସ୍ଵତ୍ଵ ହରଣ କରିଅଛନ୍ତି; ସର୍ବଶକ୍ତିମାନ, ଯେ ମୋହର ପ୍ରାଣକୁ ତିକ୍ତ କରିଅଛନ୍ତି; 3 (କାରଣ ଏବେ ହେଁ ମୋର ଜୀବନ ମୋʼ ମଧ୍ୟରେ ସୁସ୍ଥ ଅଛି ଓ ମୋʼ ନାସିକାରେ ପରମେଶ୍ଵର ଦତ୍ତ ନିଶ୍ଵାସ ଅଛିନ୍ତ) ସେ ଜୀବିତ ଥିବା ପ୍ରମାଣେ, 4 ନିଶ୍ଚୟ ମୋʼ ଓଷ୍ଠାଧର ଅଧର୍ମର କଥା କହିବ ନାହିଁ ଓ ମୋହର ଜିହ୍ଵା ପ୍ରତାରଣାର କଥା ଉଚ୍ଚାରଣ କରିବ ନାହିଁ । 5 ମୁଁ ଯେ ତୁମ୍ଭମାନଙ୍କୁ ନିର୍ଦ୍ଦୋଷ କରିବି, ଏହା କଦାପି ନ ହେଉ; ମୁଁ ମରଣ ପର୍ଯ୍ୟନ୍ତ ମୋହର ସରଳତା ଆପଣାଠାରୁ ଦୂର କରିବି ନାହିଁ । 6 ମୁଁ ଆପଣା ଧାର୍ମିକତା ଦୃଢ଼ କରି ଧରୁଅଛି, ଆଉ ତାହା ଛାଡ଼ିବି ନାହିଁ; ମୁଁ ବଞ୍ଚିଥିବାଯାଏ ମୋʼ ଅନ୍ତଃକରଣ ମୋତେ ନିନ୍ଦା କରିବ ନାହିଁ । 7 ମୋହର ଶତ୍ରୁ ଦୁଷ୍ଟର ପରି ହେଉ ଓ ମୋʼ ପ୍ରତିକୂଳରେ ଉଠିବା ଲୋକ ଅଧାର୍ମିକ ତୁଲ୍ୟ ହେଉ । 8 କାରଣ ଅଧାର୍ମିକ ଲାଭ ପ୍ରାପ୍ତ ହେଲେ ହେଁ, ପରମେଶ୍ଵର ତାହାର ପ୍ରାଣ ହରଣ କଲେ, ତାହାର ପ୍ରତ୍ୟାଶା କଅଣ? 9 ତାହା ଉପରେ ଦୁଃଖ ଉପସ୍ଥିତ ହେଲେ କି ପରମେଶ୍ଵର ତାହାର କ୍ରନ୍ଦନ ଶୁଣିବେ? 10 ସେ କି ସର୍ବଶକ୍ତିମାନଙ୍କଠାରେ ଆନନ୍ଦ କରିବ? ଓ ସବୁ ସମୟରେ ପରମେଶ୍ଵରଙ୍କୁ ଡାକିବ? 11 ମୁଁ ପରମେଶ୍ଵରଙ୍କ ହସ୍ତ ବିଷୟରେ ତୁମ୍ଭମାନଙ୍କୁ ଶିକ୍ଷା ଦେବି; ଯାହା ସର୍ବଶକ୍ତିମାନଙ୍କଠାରେ ଅଛି, ତାହା ମୁଁ ଗୋପନ କରିବି ନାହିଁ । 12 ଦେଖ, ତୁମ୍ଭେ ସମସ୍ତେ ନିଜେ ତାହା ଦେଖିଅଛ; ତେବେ କିହେତୁ ତୁମ୍ଭେମାନେ ସମ୍ପୂର୍ଣ୍ଣ ଅସାର ହୋଇଅଛ? 13 ପରମେଶ୍ଵରଙ୍କ ନିକଟରେ ଦୁଷ୍ଟଲୋକର ଏହି ବାଣ୍ଟ ଓ ଉପଦ୍ରବୀମାନେ ସର୍ବଶକ୍ତିମାନଙ୍କଠାରୁ ଏହି ଅଧିକାର ପ୍ରାପ୍ତ ହୁଅନ୍ତି । 14 ଯେବେ ତାହାର ସନ୍ତାନଗଣ ବୃଦ୍ଧି ପାଆନ୍ତି, ତେବେ ଖଡ଼୍‍ଗ ନିମନ୍ତେ ଓ ତାହାର ସନ୍ତାନସନ୍ତତି ଭକ୍ଷ୍ୟରେ ତୃପ୍ତ ହେବେ ନାହିଁ । 15 ତାହାର ଅବଶିଷ୍ଟ ଲୋକମାନେ ମୃତ୍ୟୁରେ କବରସ୍ଥ ହେବେ ଓ ତାହାର ବିଧବାମାନେ କିଛି ବିଳାପ କରିବେ ନାହିଁ । 16 ଯଦ୍ୟପି ସେ ଧୂଳି ପରି ରୂପା ଗଦା କରେ ଓ କର୍ଦ୍ଦମ ପରି ବସ୍ତ୍ର ପ୍ରସ୍ତୁତ କରେ, 17 ସେ ତାହା କରିପାରେ, ତଥାପି ଧାର୍ମିକ ଲୋକେ ତାହା ପରିଧାନ କରିବେ ଓ ନିର୍ଦ୍ଦୋଷ ଲୋକେ ରୂପା ବିଭାଗ କରି ନେବେ । 18 ସେ କୀଟ ପରି ଓ ଜଗୁଆଳିର କୃତ କୁଟୀର ପରି ଆପଣା ଗୃହ ନିର୍ମାଣ କରେ । 19 ସେ ଧନୀ ହୋଇ ଶୟନ କରେ, ମାତ୍ର ସେ ସଂଗୃହୀତ ହେବ ନାହିଁ; ସେ ଆପଣା ଚକ୍ଷୁ ଫିଟାଏ, ଆଉ ସେ ନ ଥାଏ । 20 ଜଳରାଶି ପରି ତାହାକୁ ଭୟ ଆକ୍ରମଣ କରେ; ରାତ୍ରିରେ ତୋଫାନ ତାହାକୁ ଅପହରଣ କରି ନିଏ । 21 ପୂର୍ବୀୟ ବାୟୁ ତାହାକୁ ଉଡ଼ାଇ ନିଏ ଓ ସେ ଚାଲିଯାଏ ଓ ସେ ତାହାକୁ ସ୍ଵସ୍ଥାନରୁ ଝାଡ଼ି ନିଏ । 22 କାରଣ ପରମେଶ୍ଵର ଦୟା ନ କରି ତାହା ପ୍ରତି (ତୀର) ନିକ୍ଷେପ କରିବେ; ସେ ତାହାଙ୍କ ହସ୍ତରୁ ପଳାଇବାକୁ ଇଚ୍ଛା କରିବ । 23 ଲୋକମାନେ ତାହା ପ୍ରତି ହାତତାଳି ମାରିବେ ଓ ଶୀଶ୍ ମାରି ତାହାକୁ ସ୍ଵସ୍ଥାନରୁ ଦୂର କରିବେ ।
1 ଅନନ୍ତର ଆୟୁବ ପୁନର୍ବାର ଆପଣା ପ୍ରସଙ୍ଗ ଧରି କହିଲା, .::. 2 ପରମେଶ୍ଵର, ଯେ ମୋହର ସ୍ଵତ୍ଵ ହରଣ କରିଅଛନ୍ତି; ସର୍ବଶକ୍ତିମାନ, ଯେ ମୋହର ପ୍ରାଣକୁ ତିକ୍ତ କରିଅଛନ୍ତି; .::. 3 (କାରଣ ଏବେ ହେଁ ମୋର ଜୀବନ ମୋʼ ମଧ୍ୟରେ ସୁସ୍ଥ ଅଛି ଓ ମୋʼ ନାସିକାରେ ପରମେଶ୍ଵର ଦତ୍ତ ନିଶ୍ଵାସ ଅଛିନ୍ତ) ସେ ଜୀବିତ ଥିବା ପ୍ରମାଣେ, .::. 4 ନିଶ୍ଚୟ ମୋʼ ଓଷ୍ଠାଧର ଅଧର୍ମର କଥା କହିବ ନାହିଁ ଓ ମୋହର ଜିହ୍ଵା ପ୍ରତାରଣାର କଥା ଉଚ୍ଚାରଣ କରିବ ନାହିଁ । .::. 5 ମୁଁ ଯେ ତୁମ୍ଭମାନଙ୍କୁ ନିର୍ଦ୍ଦୋଷ କରିବି, ଏହା କଦାପି ନ ହେଉ; ମୁଁ ମରଣ ପର୍ଯ୍ୟନ୍ତ ମୋହର ସରଳତା ଆପଣାଠାରୁ ଦୂର କରିବି ନାହିଁ । .::. 6 ମୁଁ ଆପଣା ଧାର୍ମିକତା ଦୃଢ଼ କରି ଧରୁଅଛି, ଆଉ ତାହା ଛାଡ଼ିବି ନାହିଁ; ମୁଁ ବଞ୍ଚିଥିବାଯାଏ ମୋʼ ଅନ୍ତଃକରଣ ମୋତେ ନିନ୍ଦା କରିବ ନାହିଁ । .::. 7 ମୋହର ଶତ୍ରୁ ଦୁଷ୍ଟର ପରି ହେଉ ଓ ମୋʼ ପ୍ରତିକୂଳରେ ଉଠିବା ଲୋକ ଅଧାର୍ମିକ ତୁଲ୍ୟ ହେଉ । .::. 8 କାରଣ ଅଧାର୍ମିକ ଲାଭ ପ୍ରାପ୍ତ ହେଲେ ହେଁ, ପରମେଶ୍ଵର ତାହାର ପ୍ରାଣ ହରଣ କଲେ, ତାହାର ପ୍ରତ୍ୟାଶା କଅଣ? .::. 9 ତାହା ଉପରେ ଦୁଃଖ ଉପସ୍ଥିତ ହେଲେ କି ପରମେଶ୍ଵର ତାହାର କ୍ରନ୍ଦନ ଶୁଣିବେ? .::. 10 ସେ କି ସର୍ବଶକ୍ତିମାନଙ୍କଠାରେ ଆନନ୍ଦ କରିବ? ଓ ସବୁ ସମୟରେ ପରମେଶ୍ଵରଙ୍କୁ ଡାକିବ? .::. 11 ମୁଁ ପରମେଶ୍ଵରଙ୍କ ହସ୍ତ ବିଷୟରେ ତୁମ୍ଭମାନଙ୍କୁ ଶିକ୍ଷା ଦେବି; ଯାହା ସର୍ବଶକ୍ତିମାନଙ୍କଠାରେ ଅଛି, ତାହା ମୁଁ ଗୋପନ କରିବି ନାହିଁ । .::. 12 ଦେଖ, ତୁମ୍ଭେ ସମସ୍ତେ ନିଜେ ତାହା ଦେଖିଅଛ; ତେବେ କିହେତୁ ତୁମ୍ଭେମାନେ ସମ୍ପୂର୍ଣ୍ଣ ଅସାର ହୋଇଅଛ? .::. 13 ପରମେଶ୍ଵରଙ୍କ ନିକଟରେ ଦୁଷ୍ଟଲୋକର ଏହି ବାଣ୍ଟ ଓ ଉପଦ୍ରବୀମାନେ ସର୍ବଶକ୍ତିମାନଙ୍କଠାରୁ ଏହି ଅଧିକାର ପ୍ରାପ୍ତ ହୁଅନ୍ତି । .::. 14 ଯେବେ ତାହାର ସନ୍ତାନଗଣ ବୃଦ୍ଧି ପାଆନ୍ତି, ତେବେ ଖଡ଼୍‍ଗ ନିମନ୍ତେ ଓ ତାହାର ସନ୍ତାନସନ୍ତତି ଭକ୍ଷ୍ୟରେ ତୃପ୍ତ ହେବେ ନାହିଁ । .::. 15 ତାହାର ଅବଶିଷ୍ଟ ଲୋକମାନେ ମୃତ୍ୟୁରେ କବରସ୍ଥ ହେବେ ଓ ତାହାର ବିଧବାମାନେ କିଛି ବିଳାପ କରିବେ ନାହିଁ । .::. 16 ଯଦ୍ୟପି ସେ ଧୂଳି ପରି ରୂପା ଗଦା କରେ ଓ କର୍ଦ୍ଦମ ପରି ବସ୍ତ୍ର ପ୍ରସ୍ତୁତ କରେ, .::. 17 ସେ ତାହା କରିପାରେ, ତଥାପି ଧାର୍ମିକ ଲୋକେ ତାହା ପରିଧାନ କରିବେ ଓ ନିର୍ଦ୍ଦୋଷ ଲୋକେ ରୂପା ବିଭାଗ କରି ନେବେ । .::. 18 ସେ କୀଟ ପରି ଓ ଜଗୁଆଳିର କୃତ କୁଟୀର ପରି ଆପଣା ଗୃହ ନିର୍ମାଣ କରେ । .::. 19 ସେ ଧନୀ ହୋଇ ଶୟନ କରେ, ମାତ୍ର ସେ ସଂଗୃହୀତ ହେବ ନାହିଁ; ସେ ଆପଣା ଚକ୍ଷୁ ଫିଟାଏ, ଆଉ ସେ ନ ଥାଏ । .::. 20 ଜଳରାଶି ପରି ତାହାକୁ ଭୟ ଆକ୍ରମଣ କରେ; ରାତ୍ରିରେ ତୋଫାନ ତାହାକୁ ଅପହରଣ କରି ନିଏ । .::. 21 ପୂର୍ବୀୟ ବାୟୁ ତାହାକୁ ଉଡ଼ାଇ ନିଏ ଓ ସେ ଚାଲିଯାଏ ଓ ସେ ତାହାକୁ ସ୍ଵସ୍ଥାନରୁ ଝାଡ଼ି ନିଏ । .::. 22 କାରଣ ପରମେଶ୍ଵର ଦୟା ନ କରି ତାହା ପ୍ରତି (ତୀର) ନିକ୍ଷେପ କରିବେ; ସେ ତାହାଙ୍କ ହସ୍ତରୁ ପଳାଇବାକୁ ଇଚ୍ଛା କରିବ । .::. 23 ଲୋକମାନେ ତାହା ପ୍ରତି ହାତତାଳି ମାରିବେ ଓ ଶୀଶ୍ ମାରି ତାହାକୁ ସ୍ଵସ୍ଥାନରୁ ଦୂର କରିବେ । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
×

Alert

×

Oriya Letters Keypad References