ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆୟୁବ ପୁସ୍ତକ

ଆୟୁବ ପୁସ୍ତକ ଅଧ୍ୟାୟ 41

1 ତୁମ୍ଭେ କି ବଡ଼ଶୀ ଦ୍ଵାରା ଲିବିୟାଥନକୁ ଓଟାରି ପାର? ଅବା ରଜ୍ଜୁରେ ତାହାର ଜିହ୍ଵା ତଳକୁ ଚାପିପାର? 2 ତୁମ୍ଭେ କି ତାହାର ନାସାରେ ଦଉଡ଼ି ଦେଇପାର? ଅବା ବଡ଼ଶୀରେ ତାହାର ଥୋମଣୀ ଫୋଡ଼ିପାର? 3 ସେ କି ତୁମ୍ଭ ନିକଟରେ ଅନେକ ବିନତି କରିବ? ଅବା ସେ କି ତୁମ୍ଭକୁ କୋମଳ କଥା କହିବ? 4 ତୁମ୍ଭେ ତାହାକୁ ଚିରକାଳ ଦାସ କରି ରଖିବା ପାଇଁ ସେ କି ତୁମ୍ଭ ସଙ୍ଗେ ନିୟମ କରିବ? 5 ପକ୍ଷୀ ସଙ୍ଗେ ଖେଳିଲା ପରି ତୁମ୍ଭେ କି ତାହା ସଙ୍ଗେ ଖେଳିବ? ଅବା ତୁମ୍ଭେ କି ଆପଣା ବାଳିକାମାନଙ୍କ ନିମନ୍ତେ ତାହାକୁ ବାନ୍ଧି ରଖିବ? 6 ମତ୍ସ୍ୟଧାରୀଦଳ କି ତାହାକୁ ବାଣିଜ୍ୟଦ୍ରବ୍ୟ କରିବେ? ସେମାନେ କି ବଣିକମାନଙ୍କ ମଧ୍ୟରେ ତାହାକୁ ଭାଗବିଭାଗ କରିବେ? 7 ତୁମ୍ଭେ କି ଲୌହ ଅଙ୍କୁଶରେ ତାହାର ଚର୍ମ, ଅବା ତେଣ୍ଟାରେ ତାହାର ମସ୍ତକ ବିନ୍ଧିପାର? 8 ତାହା ଉପରେ ତୁମ୍ଭେ ହସ୍ତକ୍ଷେପ କର; ଯୁଦ୍ଧ ସ୍ମରଣ କର, ପୁଣି ସେପରି ଆଉ କର ନାହିଁ । 9 ଦେଖ, ତାହା ବିଷୟକ ପ୍ରତ୍ୟାଶା ବୃଥା; କେହି ତାହାକୁ ଦେଖିବାମାତ୍ର କି ତଳେ ପଡ଼ିଯିବ ନାହିଁ? 10 ତାହାକୁ ଯେ ଜଗାଇବ,ଏପରି ସାହସିକ କେହି ନାହିଁ; ତେବେ ଆମ୍ଭ ସମ୍ମୁଖରେ କିଏ ଛିଡ଼ା ହୋଇପାରେ? 11 କିଏ ଆଗେ ଆମ୍ଭକୁ ଦେଇଅଛି ଯେ, ଆମ୍ଭେ ତାହାକୁ ପରିଶୋଧ କରିବା? ସମୁଦାୟ ଆକାଶମଣ୍ତଳ ତଳେ ଯାହା କିଛି ଅଛି, ସବୁ ହିଁ ଆମ୍ଭର । 12 ତାହାର ଅଙ୍ଗପ୍ରତ୍ୟଙ୍ଗ, ଅବା ମହାପରାକ୍ରମ, ଅବା ତାହାର ସୁନ୍ଦର ଗଠନ ବିଷୟରେ ଆମ୍ଭେ ନୀରବ ରହିବା ନାହିଁ । 13 ତାହାର ବାହାର ବସ୍ତ୍ର କିଏ କାଢ଼ିପାରେ? କିଏ ତାହାର ଦନ୍ତଶ୍ରେଣୀଦ୍ଵୟ ମଧ୍ୟକୁ ଆସିବ? 14 କିଏ ତାହାର ମୁଖରୁ କବାଟ ଫିଟାଇପାରେ? ତାହାର ଦନ୍ତର ଚତୁର୍ଦ୍ଦିଗରେ ତ୍ରାସ ଥାଏ । 15 ତାହାର ଶକ୍ତ କାତିସବୁ ତାହାର ଦର୍ପର ବିଷୟ, ତାହା ଦୃଢ଼ ରୂପେ ମୋହରାଙ୍କିତ ହେଲା ପରି ଏକତ୍ର ବନ୍ଦ ହୋଇଅଛି । 16 ଏକ ଆରେକର ଏତେ ନିକଟ ଯେ, ବାୟୁ ତହିଁରେ ପ୍ରବେଶ କରି ପାରେ ନାହିଁ । 17 ତାହାସବୁ ପରସ୍ପର ସଂଯୁକ୍ତ; ତାହାସବୁ ଏପରି ଏକତ୍ର ଲାଗି ରହିଅଛି ଯେ, ଭିନ୍ନ କରାଯାଇ ପାରେ ନାହିଁ । 18 ତାହାର ଛିଙ୍କରୁ ଆଲୁଅ ଝଟକେ ଓ ତାହାର ଚକ୍ଷୁ ଅରୁଣର ଚକ୍ଷୁପତା ସଦୃଶ । 19 ତାହାର ମୁଖରୁ ଜ୍ଵଳ; ମଶାଲ ନିର୍ଗତ ହୁଏ ଓ ଅଗ୍ନିକଣା ଉଡ଼େ । 20 ଯେପରି ରନ୍ଧାହାଣ୍ତିରୁ ଓ ଜ୍ଵଳ; ତୃଣରୁ, ସେପରି ତାହାର ନାସାରନ୍ଧ୍ରରୁ ଧୂମ ନିର୍ଗତ ହୁଏ । 21 ତାହାର ନିଶ୍ଵାସ ଅଙ୍ଗାର ଜ୍ଵଳାଏ ଓ ତାହାର ମୁଖରୁ ଅଗ୍ନିଶିଖା ନିର୍ଗତ ହୁଏ । 22 ତାହାର ଗ୍ରୀବାରେ ଶକ୍ତି ଅବସ୍ଥିତି କରେ ଓ ତାହା ସମ୍ମୁଖରେ ତ୍ରାସ ନୃତ୍ୟ କରେ । 23 ତାହାର ମାଂସର ପରସ୍ତ ଏକତ୍ର ସଂଯୁକ୍ତ ଥାଏ; ତାହାସବୁ ତାହା ଉପରେ ଦୃଢ଼ବଦ୍ଧ ଥାଏ; ତାହାସବୁ ଘୁଞ୍ଚାଯାଇ ପାରେ ନାହିଁ । 24 ତାହାର ହୃଦୟ ପ୍ରସ୍ତର ପରି ଦୃଢ଼ ଓ ଚକିର ତଳପଟ ପରି ଦୃଢ଼ । 25 ସେ ଉଠିଲେ, ବିକ୍ରମୀମାନେ ଭୟଗ୍ରସ୍ତ ହୁଅନ୍ତି; ଭୟ ସକାଶୁ ସେମାନେ ହତବୁଦ୍ଧି ହୁଅନ୍ତି । 26 କେହି ତାହା ଉପରେ ଖଡ଼୍‍ଗ ଲଗାଇଲେ, କିଛି ହୁଏ ନାହିଁ; ବର୍ଚ୍ଛା, ଶୂଳ କି ତୀକ୍ଷ୍ଣ ତୀର ବିଫଳ ହୁଏ । 27 ସେ ଲୁହାକୁ କୁଟା ପରି ଓ ପିତ୍ତଳକୁ ସଢ଼ା କାଠ କରି ଗଣେ । 28 ତୀର ତାହାକୁ ତଡ଼ାଇ ପାରେ ନାହିଁ ଓ ଛାଟିଣୀ-ପଥର ତାହା ପ୍ରତି ନଡ଼ା ପରି ହୁଏ । 29 ଗଦା ତୃଣ ତୁଲ୍ୟ ଗଣିତ ହୁଏ; ବର୍ଚ୍ଛା ବଳରେ ଆସିବା ବେଳେ ସେ ହସେ । 30 ତାହାର ନିମ୍ନଭାଗ ତୀକ୍ଷ୍ଣ ଖପରା ପରି; ସେ କାଦୁଅ ଉପରେ କଣ୍ଟାର ମଇ ଚଳାଏ । 31 ସେ ଗଭୀର ଜଳକୁ ହାଣ୍ତି ଜଳ ପରି ଫୁଟାଏ; ସେ ସମୁଦ୍ରକୁ ଲେପ ପରି କରେ । 32 ସେ ଆପଣା ପଛେ ପଛେ ପଥ ଉଜ୍ଜ୍ଵଳ କରେ; କେହି ମନେ କରିପାରେ, ଜଳଧି ପକ୍ଵକେଶ ହେଲା; 33 ପୃଥିବୀରେ ତାହା ପରି ଭୟରହିତ ହୋଇ କେହି ସୃଷ୍ଟ ହୋଇ ନାହିଁ । 34 ସେ ସକଳ ଉଚ୍ଚ ବିଷୟ ଦେଖେ, ସେ ଯାବତୀୟ ଗର୍ବର ସନ୍ତାନଗଣ ଉପରେ ରାଜା ଅଟେ ।
1 ତୁମ୍ଭେ କି ବଡ଼ଶୀ ଦ୍ଵାରା ଲିବିୟାଥନକୁ ଓଟାରି ପାର? ଅବା ରଜ୍ଜୁରେ ତାହାର ଜିହ୍ଵା ତଳକୁ ଚାପିପାର? .::. 2 ତୁମ୍ଭେ କି ତାହାର ନାସାରେ ଦଉଡ଼ି ଦେଇପାର? ଅବା ବଡ଼ଶୀରେ ତାହାର ଥୋମଣୀ ଫୋଡ଼ିପାର? .::. 3 ସେ କି ତୁମ୍ଭ ନିକଟରେ ଅନେକ ବିନତି କରିବ? ଅବା ସେ କି ତୁମ୍ଭକୁ କୋମଳ କଥା କହିବ? .::. 4 ତୁମ୍ଭେ ତାହାକୁ ଚିରକାଳ ଦାସ କରି ରଖିବା ପାଇଁ ସେ କି ତୁମ୍ଭ ସଙ୍ଗେ ନିୟମ କରିବ? .::. 5 ପକ୍ଷୀ ସଙ୍ଗେ ଖେଳିଲା ପରି ତୁମ୍ଭେ କି ତାହା ସଙ୍ଗେ ଖେଳିବ? ଅବା ତୁମ୍ଭେ କି ଆପଣା ବାଳିକାମାନଙ୍କ ନିମନ୍ତେ ତାହାକୁ ବାନ୍ଧି ରଖିବ? .::. 6 ମତ୍ସ୍ୟଧାରୀଦଳ କି ତାହାକୁ ବାଣିଜ୍ୟଦ୍ରବ୍ୟ କରିବେ? ସେମାନେ କି ବଣିକମାନଙ୍କ ମଧ୍ୟରେ ତାହାକୁ ଭାଗବିଭାଗ କରିବେ? .::. 7 ତୁମ୍ଭେ କି ଲୌହ ଅଙ୍କୁଶରେ ତାହାର ଚର୍ମ, ଅବା ତେଣ୍ଟାରେ ତାହାର ମସ୍ତକ ବିନ୍ଧିପାର? .::. 8 ତାହା ଉପରେ ତୁମ୍ଭେ ହସ୍ତକ୍ଷେପ କର; ଯୁଦ୍ଧ ସ୍ମରଣ କର, ପୁଣି ସେପରି ଆଉ କର ନାହିଁ । .::. 9 ଦେଖ, ତାହା ବିଷୟକ ପ୍ରତ୍ୟାଶା ବୃଥା; କେହି ତାହାକୁ ଦେଖିବାମାତ୍ର କି ତଳେ ପଡ଼ିଯିବ ନାହିଁ? .::. 10 ତାହାକୁ ଯେ ଜଗାଇବ,ଏପରି ସାହସିକ କେହି ନାହିଁ; ତେବେ ଆମ୍ଭ ସମ୍ମୁଖରେ କିଏ ଛିଡ଼ା ହୋଇପାରେ? .::. 11 କିଏ ଆଗେ ଆମ୍ଭକୁ ଦେଇଅଛି ଯେ, ଆମ୍ଭେ ତାହାକୁ ପରିଶୋଧ କରିବା? ସମୁଦାୟ ଆକାଶମଣ୍ତଳ ତଳେ ଯାହା କିଛି ଅଛି, ସବୁ ହିଁ ଆମ୍ଭର । .::. 12 ତାହାର ଅଙ୍ଗପ୍ରତ୍ୟଙ୍ଗ, ଅବା ମହାପରାକ୍ରମ, ଅବା ତାହାର ସୁନ୍ଦର ଗଠନ ବିଷୟରେ ଆମ୍ଭେ ନୀରବ ରହିବା ନାହିଁ । .::. 13 ତାହାର ବାହାର ବସ୍ତ୍ର କିଏ କାଢ଼ିପାରେ? କିଏ ତାହାର ଦନ୍ତଶ୍ରେଣୀଦ୍ଵୟ ମଧ୍ୟକୁ ଆସିବ? .::. 14 କିଏ ତାହାର ମୁଖରୁ କବାଟ ଫିଟାଇପାରେ? ତାହାର ଦନ୍ତର ଚତୁର୍ଦ୍ଦିଗରେ ତ୍ରାସ ଥାଏ । .::. 15 ତାହାର ଶକ୍ତ କାତିସବୁ ତାହାର ଦର୍ପର ବିଷୟ, ତାହା ଦୃଢ଼ ରୂପେ ମୋହରାଙ୍କିତ ହେଲା ପରି ଏକତ୍ର ବନ୍ଦ ହୋଇଅଛି । .::. 16 ଏକ ଆରେକର ଏତେ ନିକଟ ଯେ, ବାୟୁ ତହିଁରେ ପ୍ରବେଶ କରି ପାରେ ନାହିଁ । .::. 17 ତାହାସବୁ ପରସ୍ପର ସଂଯୁକ୍ତ; ତାହାସବୁ ଏପରି ଏକତ୍ର ଲାଗି ରହିଅଛି ଯେ, ଭିନ୍ନ କରାଯାଇ ପାରେ ନାହିଁ । .::. 18 ତାହାର ଛିଙ୍କରୁ ଆଲୁଅ ଝଟକେ ଓ ତାହାର ଚକ୍ଷୁ ଅରୁଣର ଚକ୍ଷୁପତା ସଦୃଶ । .::. 19 ତାହାର ମୁଖରୁ ଜ୍ଵଳ; ମଶାଲ ନିର୍ଗତ ହୁଏ ଓ ଅଗ୍ନିକଣା ଉଡ଼େ । .::. 20 ଯେପରି ରନ୍ଧାହାଣ୍ତିରୁ ଓ ଜ୍ଵଳ; ତୃଣରୁ, ସେପରି ତାହାର ନାସାରନ୍ଧ୍ରରୁ ଧୂମ ନିର୍ଗତ ହୁଏ । .::. 21 ତାହାର ନିଶ୍ଵାସ ଅଙ୍ଗାର ଜ୍ଵଳାଏ ଓ ତାହାର ମୁଖରୁ ଅଗ୍ନିଶିଖା ନିର୍ଗତ ହୁଏ । .::. 22 ତାହାର ଗ୍ରୀବାରେ ଶକ୍ତି ଅବସ୍ଥିତି କରେ ଓ ତାହା ସମ୍ମୁଖରେ ତ୍ରାସ ନୃତ୍ୟ କରେ । .::. 23 ତାହାର ମାଂସର ପରସ୍ତ ଏକତ୍ର ସଂଯୁକ୍ତ ଥାଏ; ତାହାସବୁ ତାହା ଉପରେ ଦୃଢ଼ବଦ୍ଧ ଥାଏ; ତାହାସବୁ ଘୁଞ୍ଚାଯାଇ ପାରେ ନାହିଁ । .::. 24 ତାହାର ହୃଦୟ ପ୍ରସ୍ତର ପରି ଦୃଢ଼ ଓ ଚକିର ତଳପଟ ପରି ଦୃଢ଼ । .::. 25 ସେ ଉଠିଲେ, ବିକ୍ରମୀମାନେ ଭୟଗ୍ରସ୍ତ ହୁଅନ୍ତି; ଭୟ ସକାଶୁ ସେମାନେ ହତବୁଦ୍ଧି ହୁଅନ୍ତି । .::. 26 କେହି ତାହା ଉପରେ ଖଡ଼୍‍ଗ ଲଗାଇଲେ, କିଛି ହୁଏ ନାହିଁ; ବର୍ଚ୍ଛା, ଶୂଳ କି ତୀକ୍ଷ୍ଣ ତୀର ବିଫଳ ହୁଏ । .::. 27 ସେ ଲୁହାକୁ କୁଟା ପରି ଓ ପିତ୍ତଳକୁ ସଢ଼ା କାଠ କରି ଗଣେ । .::. 28 ତୀର ତାହାକୁ ତଡ଼ାଇ ପାରେ ନାହିଁ ଓ ଛାଟିଣୀ-ପଥର ତାହା ପ୍ରତି ନଡ଼ା ପରି ହୁଏ । .::. 29 ଗଦା ତୃଣ ତୁଲ୍ୟ ଗଣିତ ହୁଏ; ବର୍ଚ୍ଛା ବଳରେ ଆସିବା ବେଳେ ସେ ହସେ । .::. 30 ତାହାର ନିମ୍ନଭାଗ ତୀକ୍ଷ୍ଣ ଖପରା ପରି; ସେ କାଦୁଅ ଉପରେ କଣ୍ଟାର ମଇ ଚଳାଏ । .::. 31 ସେ ଗଭୀର ଜଳକୁ ହାଣ୍ତି ଜଳ ପରି ଫୁଟାଏ; ସେ ସମୁଦ୍ରକୁ ଲେପ ପରି କରେ । .::. 32 ସେ ଆପଣା ପଛେ ପଛେ ପଥ ଉଜ୍ଜ୍ଵଳ କରେ; କେହି ମନେ କରିପାରେ, ଜଳଧି ପକ୍ଵକେଶ ହେଲା; .::. 33 ପୃଥିବୀରେ ତାହା ପରି ଭୟରହିତ ହୋଇ କେହି ସୃଷ୍ଟ ହୋଇ ନାହିଁ । .::. 34 ସେ ସକଳ ଉଚ୍ଚ ବିଷୟ ଦେଖେ, ସେ ଯାବତୀୟ ଗର୍ବର ସନ୍ତାନଗଣ ଉପରେ ରାଜା ଅଟେ । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
×

Alert

×

Oriya Letters Keypad References