ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ହିତୋପଦେଶ

ହିତୋପଦେଶ ଅଧ୍ୟାୟ 9

1 ଜ୍ଞାନ ଆପଣା ଗୃହ ନିର୍ମାଣ କରିଅଛି, ସେ ତାହାର ସପ୍ତସ୍ତମ୍ଭ ଖୋଳିଅଛି; 2 ସେ ଆପଣା ପଶୁସବୁ ବଧ କରିଅଛି; ସେ ଆପଣା ଦ୍ରାକ୍ଷାରସ ମିଶ୍ରିତ କରିଅଛି; ସେ ଆପଣା ମେଜ ମଧ୍ୟ ସଜାଇଅଛି । 3 ସେ ଆପଣା ଦାସୀମାନଙ୍କୁ ପଠାଇଅଛି, ସେ ନଗରର ସର୍ବୋଚ୍ଚ ସ୍ଥାନରୁ ଡାକି କହେ, 4 ଯେଉଁ ଜଣ ଅବୋଧ, ସେ ଏଠାକୁ ଆସୁ; ପୁଣି, ଯେଉଁ ଜନ ନିର୍ବୋଧ, ତାହାକୁ ସେ କହେ, 5 ଆସ, ମୋହର ଭକ୍ଷ୍ୟ ଭୋଜନ କର ଓ ମୋହର ମିଶ୍ରିତ ଦ୍ରାକ୍ଷାରସ ପାନ କର । 6 ହେ ଅବୋଧ ଲୋକମାନେ, (ଅବୋଧମାନଙ୍କର ସଙ୍ଗ) ପରିତ୍ୟାଗ କରି ଜୀବନ ରକ୍ଷା କର; ପୁଣି, ସୁବିବେଚନାର ପଥରେ ଚାଲ । 7 ଯେ ନିନ୍ଦକକୁ ଶିକ୍ଷା ଦିଏ, ସେ ଆପେ ଲଜ୍ଜା ପାଏ; ପୁଣି, ଯେ ଦୁଷ୍ଟକୁ ଅନୁଯୋଗ କରେ, ସେ ନିଜେ କଳଙ୍କ ପାଏ । 8 ନିନ୍ଦକକୁ ଅନୁଯୋଗ କର ନାହିଁ, କଲେ, ସେ ତୁମ୍ଭକୁ ଘୃଣା କରିବ, ଜ୍ଞାନୀକି ଅନୁଯୋଗ କର, ତହିଁରେ ସେ ତୁମ୍ଭକୁ ପ୍ରେମ କରିବ। 9 ଜ୍ଞାନୀକି ଉପଦେଶ ଦେଲେ, ସେ ଆହୁରି ଜ୍ଞାନବାନ ହେବ, ପୁଣି ଧାର୍ମିକକୁ ଶିକ୍ଷା ଦେଲେ, ତାହାର ପାଣ୍ତିତ୍ୟ ବୃଦ୍ଧି ପାଇବ । 10 ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ, ପୁଣି ଧର୍ମସ୍ଵରୂପଙ୍କ ବିଷୟକ ଜ୍ଞାନ ସୁବିବେଚନା ଅଟେ । 11 ଯେହେତୁ ମୋʼ ଦ୍ଵାରା ତୁମ୍ଭର ଦିନ ବୃଦ୍ଧି ପାଇବ, ପୁଣି ତୁମ୍ଭ ଆୟୁର ବର୍ଷ ବଢ଼ିବ । 12 ତୁମ୍ଭେ ଜ୍ଞାନୀ ହେଲେ, ଆପଣା ନିମନ୍ତେ ଜ୍ଞାନୀ ହେବ; ଯେବେ ନିନ୍ଦା କର, ଆପେ ତାହା ବହିବ । 13 ଅଜ୍ଞାନା ସ୍ତ୍ରୀଲୋକ କଳିହୁଡ଼ୀ; ସେ ଅବୋଧ ଓ କିଛି ଜାଣେ ନାହିଁ । 14 ସେ ଆପଣା ଗୃହଦ୍ଵାର ନିକଟରେ ଓ ନଗରର ଉଚ୍ଚ ସ୍ଥାନରେ ଆସନ ପାରି ବସେ । 15 ସେ ନିକଟ ଦେଇ ନିଜ ନିଜ ପଥରେ ସଳଖେ ଯିବାର ପଥିକମାନଙ୍କୁ ଡାକି କହେ, 16 ଯେ ଅବୋଧ, ସେ ଏଠାକୁ ଆସୁ । ବୁଦ୍ଧିହୀନ ଲୋକକୁ ସେ ଏହି କଥା କହେ, 17 ଚୌର୍ଯ୍ୟଜଳ ମିଷ୍ଟ ଓ ଗୋପନ ଅନ୍ନ ସୁସ୍ଵାଦୁ । 18 ମାତ୍ର ସେହି ଲୋକ ଜାଣେ ନାହିଁ ଯେ, ମୃତ ଲୋକମାନେ ସେଠାରେ ଥାʼନ୍ତି, ପୁଣି ତାହାର ନିମନ୍ତ୍ରିତଗଣ ପାତାଳର ଗଭୀର ସ୍ଥାନରେ ଅଛନ୍ତି ।
1 ଜ୍ଞାନ ଆପଣା ଗୃହ ନିର୍ମାଣ କରିଅଛି, ସେ ତାହାର ସପ୍ତସ୍ତମ୍ଭ ଖୋଳିଅଛି; .::. 2 ସେ ଆପଣା ପଶୁସବୁ ବଧ କରିଅଛି; ସେ ଆପଣା ଦ୍ରାକ୍ଷାରସ ମିଶ୍ରିତ କରିଅଛି; ସେ ଆପଣା ମେଜ ମଧ୍ୟ ସଜାଇଅଛି । .::. 3 ସେ ଆପଣା ଦାସୀମାନଙ୍କୁ ପଠାଇଅଛି, ସେ ନଗରର ସର୍ବୋଚ୍ଚ ସ୍ଥାନରୁ ଡାକି କହେ, .::. 4 ଯେଉଁ ଜଣ ଅବୋଧ, ସେ ଏଠାକୁ ଆସୁ; ପୁଣି, ଯେଉଁ ଜନ ନିର୍ବୋଧ, ତାହାକୁ ସେ କହେ, .::. 5 ଆସ, ମୋହର ଭକ୍ଷ୍ୟ ଭୋଜନ କର ଓ ମୋହର ମିଶ୍ରିତ ଦ୍ରାକ୍ଷାରସ ପାନ କର । .::. 6 ହେ ଅବୋଧ ଲୋକମାନେ, (ଅବୋଧମାନଙ୍କର ସଙ୍ଗ) ପରିତ୍ୟାଗ କରି ଜୀବନ ରକ୍ଷା କର; ପୁଣି, ସୁବିବେଚନାର ପଥରେ ଚାଲ । .::. 7 ଯେ ନିନ୍ଦକକୁ ଶିକ୍ଷା ଦିଏ, ସେ ଆପେ ଲଜ୍ଜା ପାଏ; ପୁଣି, ଯେ ଦୁଷ୍ଟକୁ ଅନୁଯୋଗ କରେ, ସେ ନିଜେ କଳଙ୍କ ପାଏ । .::. 8 ନିନ୍ଦକକୁ ଅନୁଯୋଗ କର ନାହିଁ, କଲେ, ସେ ତୁମ୍ଭକୁ ଘୃଣା କରିବ, ଜ୍ଞାନୀକି ଅନୁଯୋଗ କର, ତହିଁରେ ସେ ତୁମ୍ଭକୁ ପ୍ରେମ କରିବ। .::. 9 ଜ୍ଞାନୀକି ଉପଦେଶ ଦେଲେ, ସେ ଆହୁରି ଜ୍ଞାନବାନ ହେବ, ପୁଣି ଧାର୍ମିକକୁ ଶିକ୍ଷା ଦେଲେ, ତାହାର ପାଣ୍ତିତ୍ୟ ବୃଦ୍ଧି ପାଇବ । .::. 10 ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ, ପୁଣି ଧର୍ମସ୍ଵରୂପଙ୍କ ବିଷୟକ ଜ୍ଞାନ ସୁବିବେଚନା ଅଟେ । .::. 11 ଯେହେତୁ ମୋʼ ଦ୍ଵାରା ତୁମ୍ଭର ଦିନ ବୃଦ୍ଧି ପାଇବ, ପୁଣି ତୁମ୍ଭ ଆୟୁର ବର୍ଷ ବଢ଼ିବ । .::. 12 ତୁମ୍ଭେ ଜ୍ଞାନୀ ହେଲେ, ଆପଣା ନିମନ୍ତେ ଜ୍ଞାନୀ ହେବ; ଯେବେ ନିନ୍ଦା କର, ଆପେ ତାହା ବହିବ । .::. 13 ଅଜ୍ଞାନା ସ୍ତ୍ରୀଲୋକ କଳିହୁଡ଼ୀ; ସେ ଅବୋଧ ଓ କିଛି ଜାଣେ ନାହିଁ । .::. 14 ସେ ଆପଣା ଗୃହଦ୍ଵାର ନିକଟରେ ଓ ନଗରର ଉଚ୍ଚ ସ୍ଥାନରେ ଆସନ ପାରି ବସେ । .::. 15 ସେ ନିକଟ ଦେଇ ନିଜ ନିଜ ପଥରେ ସଳଖେ ଯିବାର ପଥିକମାନଙ୍କୁ ଡାକି କହେ, .::. 16 ଯେ ଅବୋଧ, ସେ ଏଠାକୁ ଆସୁ । ବୁଦ୍ଧିହୀନ ଲୋକକୁ ସେ ଏହି କଥା କହେ, .::. 17 ଚୌର୍ଯ୍ୟଜଳ ମିଷ୍ଟ ଓ ଗୋପନ ଅନ୍ନ ସୁସ୍ଵାଦୁ । .::. 18 ମାତ୍ର ସେହି ଲୋକ ଜାଣେ ନାହିଁ ଯେ, ମୃତ ଲୋକମାନେ ସେଠାରେ ଥାʼନ୍ତି, ପୁଣି ତାହାର ନିମନ୍ତ୍ରିତଗଣ ପାତାଳର ଗଭୀର ସ୍ଥାନରେ ଅଛନ୍ତି । .::.
  • ହିତୋପଦେଶ ଅଧ୍ୟାୟ 1  
  • ହିତୋପଦେଶ ଅଧ୍ୟାୟ 2  
  • ହିତୋପଦେଶ ଅଧ୍ୟାୟ 3  
  • ହିତୋପଦେଶ ଅଧ୍ୟାୟ 4  
  • ହିତୋପଦେଶ ଅଧ୍ୟାୟ 5  
  • ହିତୋପଦେଶ ଅଧ୍ୟାୟ 6  
  • ହିତୋପଦେଶ ଅଧ୍ୟାୟ 7  
  • ହିତୋପଦେଶ ଅଧ୍ୟାୟ 8  
  • ହିତୋପଦେଶ ଅଧ୍ୟାୟ 9  
  • ହିତୋପଦେଶ ଅଧ୍ୟାୟ 10  
  • ହିତୋପଦେଶ ଅଧ୍ୟାୟ 11  
  • ହିତୋପଦେଶ ଅଧ୍ୟାୟ 12  
  • ହିତୋପଦେଶ ଅଧ୍ୟାୟ 13  
  • ହିତୋପଦେଶ ଅଧ୍ୟାୟ 14  
  • ହିତୋପଦେଶ ଅଧ୍ୟାୟ 15  
  • ହିତୋପଦେଶ ଅଧ୍ୟାୟ 16  
  • ହିତୋପଦେଶ ଅଧ୍ୟାୟ 17  
  • ହିତୋପଦେଶ ଅଧ୍ୟାୟ 18  
  • ହିତୋପଦେଶ ଅଧ୍ୟାୟ 19  
  • ହିତୋପଦେଶ ଅଧ୍ୟାୟ 20  
  • ହିତୋପଦେଶ ଅଧ୍ୟାୟ 21  
  • ହିତୋପଦେଶ ଅଧ୍ୟାୟ 22  
  • ହିତୋପଦେଶ ଅଧ୍ୟାୟ 23  
  • ହିତୋପଦେଶ ଅଧ୍ୟାୟ 24  
  • ହିତୋପଦେଶ ଅଧ୍ୟାୟ 25  
  • ହିତୋପଦେଶ ଅଧ୍ୟାୟ 26  
  • ହିତୋପଦେଶ ଅଧ୍ୟାୟ 27  
  • ହିତୋପଦେଶ ଅଧ୍ୟାୟ 28  
  • ହିତୋପଦେଶ ଅଧ୍ୟାୟ 29  
  • ହିତୋପଦେଶ ଅଧ୍ୟାୟ 30  
  • ହିତୋପଦେଶ ଅଧ୍ୟାୟ 31  
×

Alert

×

Oriya Letters Keypad References