ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

Notes

No Verse Added

ଗୀତସଂହିତା ଅଧ୍ୟାୟ 78

1. ଆସଫର ମସ୍କୀଲ୍ । ହେ ମୋହର ଲୋକମାନେ, ମୋହର ବ୍ୟବସ୍ଥା ଶୁଣ; ମୋʼ ମୁଖର ବାକ୍ୟରେ କର୍ଣ୍ଣପାତ କର । 2. ମୁଁ ଦୃଷ୍ଟାନ୍ତ-କଥାରେ ଆପଣା ମୁଖ ଫିଟାଇବି; ମୁଁ ପୂର୍ବକାଳର ଗୂଢ଼ ବାକ୍ୟସବୁ ପ୍ରକାଶ କରିବି; 3. ଆମ୍ଭେମାନେ ତାହାସବୁ ଶୁଣି ଜାଣିଅଛୁ ଓ ଆମ୍ଭମାନଙ୍କ ପିତୃଗଣ ଆମ୍ଭମାନଙ୍କୁ ଜଣାଇଅଛନ୍ତି । 4. ଆମ୍ଭେମାନେ ତାହାସବୁ ସେମାନଙ୍କ ସନ୍ତାନଗଣ-ଠାରୁ ଗୁପ୍ତ ରଖିବା ନାହିଁ, ଆସନ୍ତା ପୁରୁଷ ନିକଟରେ ସଦାପ୍ରଭୁଙ୍କର ପ୍ରଶଂସା ଓ ତାହାଙ୍କର ପରାକ୍ରମ ଓ ତାହାଙ୍କ କୃତ ଆଶ୍ଚର୍ଯ୍ୟ କର୍ମସକଳ ବର୍ଣ୍ଣନା କରିବା । 5. କାରଣ ସେ ଯାକୁବ ମଧ୍ୟରେ ଏକ ସାକ୍ଷ୍ୟ ସ୍ଥାପନ କଲେ ଓ ଇସ୍ରାଏଲର ମଧ୍ୟରେ ଏକ ବ୍ୟବସ୍ଥା ନିରୂପଣ କଲେ, ଆପଣା ସନ୍ତାନଗଣକୁ ତାହା ଜଣାଇବା ନିମନ୍ତେ ଆମ୍ଭମାନଙ୍କ ପିତୃଗଣକୁ ଆଜ୍ଞା କଲେ; 6. ଯେପରି ଆସନ୍ତା ପୁରୁଷ, ଅର୍ଥାତ୍, ଯେଉଁ ସନ୍ତାନଗଣ ଜାତ ହେବେ, ସେମାନେ ଜାଣିବେ ଓ ଉଠି ଆପଣା ଆପଣା ସନ୍ତାନଗଣକୁ ତାହା ଜଣାଇବେ; 7. ତହିଁରେ ସେମାନେ ଯେପରି ପରମେଶ୍ଵରଙ୍କଠାରେ ଭରସା ରଖି ପାରିବେ ଓ ପରମେଶ୍ଵରଙ୍କ କ୍ରିୟାସକଳ ପାସୋରି ନ ଯିବେ, ମାତ୍ର ତାହାଙ୍କ ଆଜ୍ଞାସବୁ ପାଳନ କରିବେ; 8. ପୁଣି, ଆପଣା ପିତୃଗଣ ତୁଲ୍ୟ ଅବାଧ୍ୟ ଓ ବିଦ୍ରୋହୀ ବଂଶ ହେବେ ନାହିଁ; ସେହି ବଂଶ ଆପଣା ଆପଣା ଅନ୍ତଃକରଣ ଯଥାର୍ଥ ରୂପେ ସୁସ୍ଥିର କଲେ ନାହିଁ ଓ ସେମାନଙ୍କ ଆତ୍ମା ପରମେଶ୍ଵରଙ୍କ ପ୍ରତି ବିଶ୍ଵସ୍ତ ନ ଥିଲା । 9. ଇଫ୍ରୟିମର ସନ୍ତାନଗଣ ସସଜ୍ଜ ଓ ଧନୁର୍ଦ୍ଧର ହୋଇ ସଂଗ୍ରାମ ଦିନରେ ହଟିଗଲେ । 10. ସେମାନେ ପରମେଶ୍ଵରଙ୍କ ନିୟମ ପାଳନ କଲେ ନାହିଁ ଓ ତାହାଙ୍କ ବ୍ୟବସ୍ଥାନୁସାରେ ଚଳିବା ପାଇଁ ଅସ୍ଵୀକାର କଲେ; 11. ସେମାନେ ତାହାଙ୍କ କାର୍ଯ୍ୟସକଳ, ସେମାନଙ୍କ ପ୍ରତି ପ୍ରକାଶିତ ତାହାଙ୍କ ଆଶ୍ଚର୍ଯ୍ୟ କ୍ରିୟାସକଳ ଭୁଲି ଗଲେ । 12. ସେ ସେମାନଙ୍କ ପିତୃଗଣ ସାକ୍ଷାତରେ ମିସର ଦେଶରେ, ସୋୟନ-ପଦାରେ ନାନା ଆଶ୍ଚର୍ଯ୍ୟ କର୍ମ କଲେ। 13. ସେ ସମୁଦ୍ରକୁ ବିଭକ୍ତ କରି ସେମାନଙ୍କୁ ପାର କରାଇଲେ; ପୁଣି, ସେ ଜଳସମୂହକୁ ରାଶୀ ରୂପେ ଠିଆ କରାଇଲେ । 14. ଦିବସରେ ସେ ମେଘ ଦ୍ଵାରା ଓ ରାତ୍ରିରେ ଅଗ୍ନିତେଜ ଦ୍ଵାରା ସେମାନଙ୍କୁ ପଥ କଢ଼ାଇ ନେଲେ । 15. ପ୍ରାନ୍ତରରେ ସେ ଶୈଳମାନଙ୍କୁ ବିଦୀର୍ଣ୍ଣ କଲେ, ପୁଣି ଯେପରି ଅଗାଧସ୍ଥଳରୁ, ସେପରି ସେମାନଙ୍କୁ ପ୍ରଚୁର ଜଳ ପାନ କରାଇଲେ । 16. ସେ ଶୈଳରୁ ସ୍ରୋତ ବାହାର କଲେ ଓ ନଦୀ ତୁଲ୍ୟ ଜଳ ବହାଇଲେ । 17. ତଥାପି ସେମାନେ ତାହାଙ୍କ ବିରୁଦ୍ଧରେ ପାପ କରିବାକୁ ଓ ମରୁଭୂମିରେ ସର୍ବୋପରିସ୍ଥଙ୍କ ପ୍ରତିକୂଳରେ ବିଦ୍ରୋହା-ଚରଣ କରିବାକୁ ନିରସ୍ତ ନୋହିଲେ । 18. ପୁଣି, ସେମାନେ ଆପଣାମାନଙ୍କ ଅଭିଳାଷ ପୂରଣାର୍ଥେ ଭକ୍ଷ୍ୟ ମାଗି ଆପଣା ଆପଣା ମନରେ ପରମେଶ୍ଵରଙ୍କର ପରୀକ୍ଷା କଲେ । 19. ହଁ, ସେମାନେ ପରମେଶ୍ଵରଙ୍କ ପ୍ରତିକୂଳରେ କଥା କହିଲେ; ସେମାନେ କହିଲେ, ପରମେଶ୍ଵର କି ପ୍ରାନ୍ତରରେ ମେଜ ସଜାଇ ପାରିବେ? 20. ଦେଖ, ସେ ଶୈଳକୁ ଆଘାତ କରନ୍ତେ, ଜଳ ନିର୍ଗତ ହେଲା ଓ ସ୍ରୋତ ପ୍ରବାହିତ ହେଲା; ସେ କି ଅନ୍ନ ହିଁ ଦେଇ ପାରନ୍ତି? ସେ କି ଆପଣା ଲୋକମାନଙ୍କ ନିମନ୍ତେ ମାଂସ ଯୋଗାଇବେ? 21. ଏହେତୁ ସଦାପ୍ରଭୁ ଶୁଣି କୋପାନ୍ଵିତ ହେଲେ ଓ ଯାକୁବ ବିରୁଦ୍ଧରେ ଅଗ୍ନି ପ୍ରଜ୍ଵଳିତ ହେଲା ଓ ଇସ୍ରାଏଲ ବିରୁଦ୍ଧରେ ହିଁ କ୍ରୋଧ ଉଠିଲା; 22. କାରଣ ସେମାନେ ପରମେଶ୍ଵରଙ୍କଠାରେ ବିଶ୍ଵାସ କଲେ ନାହିଁ ଓ ତାହାଙ୍କ ପରିତ୍ରାଣରେ ନିର୍ଭର ରଖିଲେ ନାହିଁ । 23. ତେବେ ହେଁ ସେ ଉପରିସ୍ଥ ମେଘମାଳକୁ ଆଜ୍ଞା କଲେ ଓ ଆକାଶର ଦ୍ଵାର ମୁକ୍ତ କଲେ । 24. ଆଉ, ସେ ଭୋଜନାର୍ଥେ ସେମାନଙ୍କ ଉପରେ ମାନ୍ନା ବର୍ଷାଇଲେ ଓ ସେମାନଙ୍କୁ ସ୍ଵର୍ଗର ଶସ୍ୟ ପ୍ରଦାନ କଲେ । 25. ପରାକ୍ରମୀଗଣର ଆହାର ମନୁଷ୍ୟ ଭୋଜନ କଲା; ସେ ସେମାନଙ୍କ ତୃପ୍ତି ପର୍ଯ୍ୟନ୍ତ ଭକ୍ଷ୍ୟ ପଠାଇଲେ । 26. ସେ ଆକାଶରେ ପୂର୍ବୀୟ ବାୟୁ ବହାଇଲେ ଓ ନିଜ ପରାକ୍ରମ ଦ୍ଵାରା ଦକ୍ଷିଣ ବାୟୁ ଚଳାଇଲେ । 27. ମଧ୍ୟ ସେ ଧୂଳି ପରି ସେମାନଙ୍କ ଉପରେ ମାଂସ ବର୍ଷାଇଲେ, ପୁଣି ସମୁଦ୍ରର ବାଲି ପରି ପକ୍ଷୀମାନଙ୍କୁ ବର୍ଷାଇଲେ; 28. ସେ ସେମାନଙ୍କ ଛାଉଣି ମଧ୍ୟରେ, ସେମାନଙ୍କ ଆବାସର ଚତୁର୍ଦ୍ଦିଗରେ ତାହା ବର୍ଷାଇଲେ । 29. ତହିଁରେ ସେମାନେ ଭୋଜନ କରି ପରିତୃପ୍ତ ହେଲେ ଓ ସେ ସେମାନଙ୍କ ଅଭିଳାଷିତ ବିଷୟ ସେମାନଙ୍କୁ ପ୍ରଦାନ କଲେ । 30. ଅଭିଳାଷିତ ବିଷୟରୁ ସେମାନଙ୍କ ସ୍ନେହ ଭଙ୍ଗ ନୋହୁଣୁ, ଖାଦ୍ୟ ସେମାନଙ୍କ ମୁଖରେ ଥାଉ ଥାଉ 31. ପରମେଶ୍ଵରଙ୍କ କ୍ରୋଧ ସେମାନଙ୍କ ପ୍ରତିକୂଳରେ ଉଠିଲା ଓ ସେମାନଙ୍କ ହୃଷ୍ଟପୁଷ୍ଟ ଲୋକଙ୍କ ମଧ୍ୟରୁ ବଧ କଲା, ପୁଣି ଇସ୍ରାଏଲର ଯୁବାଗଣକୁ ସଂହାର କଲା । 32. ଏସବୁ ହେଲେ ହେଁ ସେମାନେ ପୁନର୍ବାର ପାପ କଲେ ଓ ତାହାଙ୍କ ଆଶ୍ଚର୍ଯ୍ୟ କ୍ରିୟାରେ ବିଶ୍ଵାସ କଲେ ନାହିଁ । 33. ଏହେତୁ ସେ ଅସାରତାରେ ସେମାନଙ୍କ ଦିନ ଓ ବିହ୍ଵଳତାରେ ସେମାନଙ୍କ ବର୍ଷସବୁ କ୍ଷେପଣ କରାଇଲେ, 34. ସେ ସେମାନଙ୍କୁ ବଧ କଲା ବେଳେ ସେମାନେ ତାହାଙ୍କୁ ଖୋଜିଲେ; ଆଉ, ଫେରି ଶୀଘ୍ର ପରମେଶ୍ଵରଙ୍କ ଅନ୍ଵେଷଣ କଲେ । 35. ପରମେଶ୍ଵର ଯେ ସେମାନଙ୍କର ଶୈଳ ଓ ସର୍ବୋପରିସ୍ଥ ପରମେଶ୍ଵର ଯେ ସେମାନଙ୍କର ମୁକ୍ତିକର୍ତ୍ତା, ଏହା ସ୍ମରଣ କଲେ । 36. ମାତ୍ର ସେମାନେ ମୁଖରେ ତାହାଙ୍କର ଚାଟୁବାଦ କଲେ ଓ ଜିହ୍ଵାରେ ତାହାଙ୍କ ନିକଟରେ ମିଥ୍ୟା କହିଲେ । 37. କାରଣ ସେମାନଙ୍କ ଅନ୍ତଃକରଣ ତାହାଙ୍କ ପ୍ରତି ସ୍ଥିର ନ ଥିଲା, କିଅବା ସେମାନେ ତାହାଙ୍କ ନିୟମରେ ବିଶ୍ଵସ୍ତ ନ ଥିଲେ । 38. ମାତ୍ର ସେ ସ୍ନେହଶୀଳ ହେବାରୁ ସେମାନଙ୍କ ଅପରାଧ କ୍ଷମା କରି ସେମାନଙ୍କୁ ଧ୍ଵଂସ କଲେ ନାହିଁ; ପୁଣି, ସେ ଅନେକ ଥର ଆପଣା କ୍ରୋଧ ସମ୍ଵରଣ କରି ଆପଣା କୋପ ଉତ୍ତେଜ କଲେ ନାହିଁ । 39. ଆଉ, ସେମାନେ ଯେ ମାଂସମାତ୍ର ଓ ବହିଯାଇ ଫେରି ନ ଆସିବା ବାୟୁ ସ୍ଵରୂପ, ଏହା ସେ ସ୍ମରଣ କଲେ⇧। 40. ସେମାନେ ପ୍ରାନ୍ତର ମଧ୍ୟରେ କେତେ ଥର ତାହାଙ୍କର ବିଦ୍ରୋହୀ ହେଲେ ଓ ମରୁଭୂମିରେ ତାହାଙ୍କୁ ଅସନ୍ତୁଷ୍ଟ କଲେ । 41. ସେମାନେ ପୁନର୍ବାର ବିମୁଖ ହୋଇ ପରମେଶ୍ଵରଙ୍କୁ ପରୀକ୍ଷା କଲେ ଓ ଇସ୍ରାଏଲର ଧର୍ମ ସ୍ଵରୂପଙ୍କୁ ବିରକ୍ତ କଲେ । 42. ସେମାନେ ତାହାଙ୍କର ହସ୍ତ ଓ ଯେଉଁ ଦିନ ସେ ବିପକ୍ଷଠାରୁ ସେମାନଙ୍କୁ ମୁକ୍ତ କଲେ, ସେହି ଦିନ 43. ଆଉ, ସେ କିରୂପେ ମିସରରେ ଆପଣା ଚିହ୍ନ ଓ ସୋୟନ-ପଦାରେ ଆପଣାର ଅଦ୍ଭୁତ ଲକ୍ଷଣ ସ୍ଥାପନ କଲେ; 44. ପୁଣି, ସେମାନଙ୍କର ନଦୀ ଓ ସ୍ରୋତସବୁ ରକ୍ତମୟ କରିବାରୁ ସେମାନେ ପାନ କରି ପାରିଲେ ନାହିଁ, ଏହାସବୁ ସ୍ମରଣ କଲେ ନାହିଁ । 45. ସେ ସେମାନଙ୍କ ମଧ୍ୟକୁ ଦଂଶକଝାଙ୍କ ପଠାଇଲେ, ସେସବୁ ସେମାନଙ୍କୁ ଗ୍ରାସ କଲେ ଓ ବେଙ୍ଗ ପଠାଇଲେ, ସେସବୁ ସେମାନଙ୍କୁ ବିନାଶ କଲେ । 46. ମଧ୍ୟ ସେ କୀଟକୁ ସେମାନଙ୍କ ଭୂମିର ଫଳ ଓ ପଙ୍ଗପାଳକୁ ସେମାନଙ୍କ ପରିଶ୍ରମର ଫଳ ଦେଲେ । 47. ସେ ଶିଳା ଦ୍ଵାରା ସେମାନଙ୍କ ଦ୍ରାକ୍ଷାଲତା ଓ ହିମ ଦ୍ଵାରା ସେମାନଙ୍କ ଡିମିରି ବୃକ୍ଷ ମାରି ପକାଇଲେ । 48. ଆହୁରି, ସେ ସେମାନଙ୍କ ପଶୁଗଣକୁ ଶିଳାରେ ଓ ସେମାନଙ୍କ ପଲସବୁକୁ ପ୍ରଜ୍ଵଳିତ ବଜ୍ରାଘାତରେ ସମର୍ପଣ କଲେ । 49. ସେ ଆପଣା କ୍ରୋଧର ପ୍ରଚଣ୍ତତା, କୋପ ଓ ରୋଷ ଓ ସଙ୍କଟରୂପ ଅନିଷ୍ଟର ଦୂତଦଳ ସେମାନଙ୍କ ବିରୁଦ୍ଧରେ ପଠାଇଲେ । 50. ସେ ନିଜ କ୍ରୋଧ ପାଇଁ ପଥ ପ୍ରସ୍ତୁତ କଲେ, ସେ ମୃତ୍ୟୁରୁ ସେମାନଙ୍କ ପ୍ରାଣ ରକ୍ଷା କଲେ ନାହିଁ, ମାତ୍ର ମହାମାରୀରେ ସେମାନଙ୍କ ଜୀବନ ସମର୍ପଣ କଲେ; 51. ସେ ମିସରରେ ପ୍ରଥମଜାତ ସମସ୍ତଙ୍କୁ, ହାମ୍ର ତମ୍ଵୁରେ ସେମାନଙ୍କ ଶକ୍ତିର ପ୍ରଥମ ଫଳକୁ ଆଘାତ କଲେ; 52. ମାତ୍ର ସେ ଆପଣା ଲୋକମାନଙ୍କୁ ମେଷଗଣ ତୁଲ୍ୟ ଚଳାଇଲେ ଓ ପ୍ରାନ୍ତରରେ ସେମାନଙ୍କୁ ପଲ ପରି କଢ଼ାଇ ନେଲେ । 53. ପୁଣି, ସେ ସେମାନଙ୍କୁ ନିରାପଦରେ ଚଳାଇଲେ, ତେଣୁ ସେମାନେ ଉଦ୍ବିଗ୍ନ ନୋହିଲେ, ମାତ୍ର ସମୁଦ୍ର ସେମାନଙ୍କ ଶତ୍ରୁଗଣକୁ ମଗ୍ନ କଲା । 54. ଆଉ, ସେ ସେମାନଙ୍କୁ ଆପଣା ପବିତ୍ର ସୀମାକୁ ଓ ଆପଣା ଦକ୍ଷିଣ ହସ୍ତ ଦ୍ଵାରା ଲବ୍ଧ ଏହି ପର୍ବତକୁ ଆଣିଲେ । 55. ଆହୁରି, ସେ ସେମାନଙ୍କ ଆଗରୁ ଗୋଷ୍ଠୀୟବର୍ଗଙ୍କୁ ତଡ଼ି ଦେଲେ ଓ ଅଧିକାରାର୍ଥେ ପରିମାପକ ରଜ୍ଜୁ ଦ୍ଵାରା ସେମାନଙ୍କୁ ବିଭାଗ କରି ଦେଲେ ଓ ଇସ୍ରାଏଲ ଗୋଷ୍ଠୀବର୍ଗକୁ ସେମାନଙ୍କ ତମ୍ଵୁରେ ବାସ କରାଇଲେ । 56. ତଥାପି ସେମାନେ ସର୍ବୋପରିସ୍ଥ ପରମେଶ୍ଵରଙ୍କୁ ପରୀକ୍ଷା କରି ତାହାଙ୍କର ବିଦ୍ରୋହୀ ହେଲେ ଓ ତାହାଙ୍କର ପ୍ରମାଣ-ବାକ୍ୟସବୁ ପାଳନ କଲେ ନାହିଁ; 57. ମାତ୍ର ବିମୁଖ ହୋଇ ଆପଣା ପୂର୍ବପୁରୁଷଗଣ ତୁଲ୍ୟ ବିଶ୍ଵାସଘାତକତା କଲେ; ସେମାନେ ପ୍ରବଞ୍ଚକ ଧନୁ ତୁଲ୍ୟ ଲକ୍ଷ୍ୟ ହୁଡ଼ିଲେ । 58. କାରଣ ସେମାନେ ଆପଣାମାନଙ୍କ ଉଚ୍ଚସ୍ଥଳୀ ଦ୍ଵାରା ତାହାଙ୍କୁ ବିରକ୍ତ କଲେ । ଓ ଆପଣାମାନଙ୍କ ଖୋଦିତ ପ୍ରତିମା ଦ୍ଵାରା ତାହାଙ୍କର ଅନ୍ତର୍ଜ୍ଵାଳା ଜନ୍ମାଇଲେ । 59. ପରମେଶ୍ଵର ଏହା ଶୁଣି କୋପାନ୍ଵିତ ହେଲେ ଓ ଇସ୍ରାଏଲକୁ ଅତିଶୟ ଘୃଣା କଲେ; 60. ଏପରିକି, ସେ ଶୀଲୋସ୍ଥିତ ଆବାସ ଓ ମନୁଷ୍ୟମାନଙ୍କ ମଧ୍ୟରେ ଆପଣାର ସ୍ଥାପିତ ତମ୍ଵୁ ପରିତ୍ୟାଗ କଲେ । 61. ପୁଣି, ସେ ବନ୍ଦୀତ୍ଵରେ ଆପଣା ପରାକ୍ରମ ଓ ବିପକ୍ଷ ହସ୍ତରେ ଆପଣା ଗୌରବ ସମର୍ପଣ କଲେ । 62. ସେ ଆପଣା ଲୋକମାନଙ୍କୁ ମଧ୍ୟ ଖଡ଼୍‍ଗରେ ସମର୍ପି ଦେଲେ ଓ ଆପଣା ଅଧିକାର ପ୍ରତି କ୍ରୁଦ୍ଧ ହେଲେ । 63. ଅଗ୍ନି ସେମାନଙ୍କ ଯୁବାଗଣକୁ ଗ୍ରାସ କଲା ଓ ସେମାନଙ୍କ କନ୍ୟାଗଣର ବିବାହ-ଗୀତ ହେଲା ନାହିଁ । 64. ସେମାନଙ୍କ ଯାଜକଗଣ ଖଡ଼୍‍ଗରେ ପତିତ ହେଲେ ଓ ସେମାନଙ୍କ ବିଧବାଗଣ କିଛି ବିଳାପ କଲେ ନାହିଁ । 65. ସେତେବେଳେ ପ୍ରଭୁ ନିଦ୍ରାରୁ ଜାଗ୍ରତ ଲୋକ ପରି, ମଦିରା ହେତୁ ହର୍ଷନାଦକାରୀ ବୀର ପରି ଉଠିଲେ । 66. ଆଉ, ସେ ଆପଣା ବିପକ୍ଷଗଣକୁ ପ୍ରହାର କରି ହଟାଇ ଦେଲେ; ସେ ସେମାନଙ୍କୁ ଚିରକାଳ ନିନ୍ଦାପାତ୍ର କଲେ । 67. ଆହୁରି, ସେ ଯୋଷେଫର ତମ୍ଵୁ ଅଗ୍ରାହ୍ୟ କଲେ ଓ ଇଫ୍ରୟିମ ଗୋଷ୍ଠୀକି ମନୋନୀତ କଲେ ନାହିଁ । 68. ମାତ୍ର ଯିହୁଦା ଗୋଷ୍ଠୀକି, ଆପଣାର ପ୍ରିୟ ସିୟୋନ ପର୍ବତକୁ ମନୋନୀତ କଲେ । 69. ଆଉ, ସେ ଉଚ୍ଚ (ଗଗନ) ତୁଲ୍ୟ ଓ ଅନନ୍ତକାଳ ନିମନ୍ତେ ଆପଣା ସ୍ଥାପିତ ପୃଥିବୀ ତୁଲ୍ୟ ଆପଣା ଧର୍ମଧାମ ନିର୍ମାଣ କଲେ । 70. ଆହୁରି, ସେ ଆପଣା ଦାସ ଦାଉଦଙ୍କୁ ମନୋନୀତ କଲେ ଓ ମେଷଖୁଆଡ଼ରୁ ତାଙ୍କୁ ଗ୍ରହଣ କଲେ । 71. ସେ ଆପଣା ଲୋକ ଯାକୁବକୁ ଓ ଆପଣା ଅଧିକାର ଇସ୍ରାଏଲକୁ ପ୍ରତିପାଳନ କରିବା ନିମନ୍ତେ ସ୍ତନ୍ୟଦାୟିନୀ ମେଷୀଗଣ ପଛରୁତାଙ୍କୁ ଆଣିଲେ । 72. ତହିଁରେ ସେ ଆପଣା ଅନ୍ତଃକରଣର ସରଳତା-ନୁସାରେ ସେମାନଙ୍କୁ ପ୍ରତିପାଳନ କଲେ ଓ ଆପଣା ହସ୍ତର ନିପୁଣତାରେ ସେମାନଙ୍କୁ ଚଳାଇଲେ ।
1. ଆସଫର ମସ୍କୀଲ୍ । ହେ ମୋହର ଲୋକମାନେ, ମୋହର ବ୍ୟବସ୍ଥା ଶୁଣ; ମୋʼ ମୁଖର ବାକ୍ୟରେ କର୍ଣ୍ଣପାତ କର । .::. 2. ମୁଁ ଦୃଷ୍ଟାନ୍ତ-କଥାରେ ଆପଣା ମୁଖ ଫିଟାଇବି; ମୁଁ ପୂର୍ବକାଳର ଗୂଢ଼ ବାକ୍ୟସବୁ ପ୍ରକାଶ କରିବି; .::. 3. ଆମ୍ଭେମାନେ ତାହାସବୁ ଶୁଣି ଜାଣିଅଛୁ ଓ ଆମ୍ଭମାନଙ୍କ ପିତୃଗଣ ଆମ୍ଭମାନଙ୍କୁ ଜଣାଇଅଛନ୍ତି । .::. 4. ଆମ୍ଭେମାନେ ତାହାସବୁ ସେମାନଙ୍କ ସନ୍ତାନଗଣ-ଠାରୁ ଗୁପ୍ତ ରଖିବା ନାହିଁ, ଆସନ୍ତା ପୁରୁଷ ନିକଟରେ ସଦାପ୍ରଭୁଙ୍କର ପ୍ରଶଂସା ଓ ତାହାଙ୍କର ପରାକ୍ରମ ଓ ତାହାଙ୍କ କୃତ ଆଶ୍ଚର୍ଯ୍ୟ କର୍ମସକଳ ବର୍ଣ୍ଣନା କରିବା । .::. 5. କାରଣ ସେ ଯାକୁବ ମଧ୍ୟରେ ଏକ ସାକ୍ଷ୍ୟ ସ୍ଥାପନ କଲେ ଓ ଇସ୍ରାଏଲର ମଧ୍ୟରେ ଏକ ବ୍ୟବସ୍ଥା ନିରୂପଣ କଲେ, ଆପଣା ସନ୍ତାନଗଣକୁ ତାହା ଜଣାଇବା ନିମନ୍ତେ ଆମ୍ଭମାନଙ୍କ ପିତୃଗଣକୁ ଆଜ୍ଞା କଲେ; .::. 6. ଯେପରି ଆସନ୍ତା ପୁରୁଷ, ଅର୍ଥାତ୍, ଯେଉଁ ସନ୍ତାନଗଣ ଜାତ ହେବେ, ସେମାନେ ଜାଣିବେ ଓ ଉଠି ଆପଣା ଆପଣା ସନ୍ତାନଗଣକୁ ତାହା ଜଣାଇବେ; .::. 7. ତହିଁରେ ସେମାନେ ଯେପରି ପରମେଶ୍ଵରଙ୍କଠାରେ ଭରସା ରଖି ପାରିବେ ଓ ପରମେଶ୍ଵରଙ୍କ କ୍ରିୟାସକଳ ପାସୋରି ନ ଯିବେ, ମାତ୍ର ତାହାଙ୍କ ଆଜ୍ଞାସବୁ ପାଳନ କରିବେ; .::. 8. ପୁଣି, ଆପଣା ପିତୃଗଣ ତୁଲ୍ୟ ଅବାଧ୍ୟ ଓ ବିଦ୍ରୋହୀ ବଂଶ ହେବେ ନାହିଁ; ସେହି ବଂଶ ଆପଣା ଆପଣା ଅନ୍ତଃକରଣ ଯଥାର୍ଥ ରୂପେ ସୁସ୍ଥିର କଲେ ନାହିଁ ଓ ସେମାନଙ୍କ ଆତ୍ମା ପରମେଶ୍ଵରଙ୍କ ପ୍ରତି ବିଶ୍ଵସ୍ତ ନ ଥିଲା । .::. 9. ଇଫ୍ରୟିମର ସନ୍ତାନଗଣ ସସଜ୍ଜ ଓ ଧନୁର୍ଦ୍ଧର ହୋଇ ସଂଗ୍ରାମ ଦିନରେ ହଟିଗଲେ । .::. 10. ସେମାନେ ପରମେଶ୍ଵରଙ୍କ ନିୟମ ପାଳନ କଲେ ନାହିଁ ଓ ତାହାଙ୍କ ବ୍ୟବସ୍ଥାନୁସାରେ ଚଳିବା ପାଇଁ ଅସ୍ଵୀକାର କଲେ; .::. 11. ସେମାନେ ତାହାଙ୍କ କାର୍ଯ୍ୟସକଳ, ସେମାନଙ୍କ ପ୍ରତି ପ୍ରକାଶିତ ତାହାଙ୍କ ଆଶ୍ଚର୍ଯ୍ୟ କ୍ରିୟାସକଳ ଭୁଲି ଗଲେ । .::. 12. ସେ ସେମାନଙ୍କ ପିତୃଗଣ ସାକ୍ଷାତରେ ମିସର ଦେଶରେ, ସୋୟନ-ପଦାରେ ନାନା ଆଶ୍ଚର୍ଯ୍ୟ କର୍ମ କଲେ। .::. 13. ସେ ସମୁଦ୍ରକୁ ବିଭକ୍ତ କରି ସେମାନଙ୍କୁ ପାର କରାଇଲେ; ପୁଣି, ସେ ଜଳସମୂହକୁ ରାଶୀ ରୂପେ ଠିଆ କରାଇଲେ । .::. 14. ଦିବସରେ ସେ ମେଘ ଦ୍ଵାରା ଓ ରାତ୍ରିରେ ଅଗ୍ନିତେଜ ଦ୍ଵାରା ସେମାନଙ୍କୁ ପଥ କଢ଼ାଇ ନେଲେ । .::. 15. ପ୍ରାନ୍ତରରେ ସେ ଶୈଳମାନଙ୍କୁ ବିଦୀର୍ଣ୍ଣ କଲେ, ପୁଣି ଯେପରି ଅଗାଧସ୍ଥଳରୁ, ସେପରି ସେମାନଙ୍କୁ ପ୍ରଚୁର ଜଳ ପାନ କରାଇଲେ । .::. 16. ସେ ଶୈଳରୁ ସ୍ରୋତ ବାହାର କଲେ ଓ ନଦୀ ତୁଲ୍ୟ ଜଳ ବହାଇଲେ । .::. 17. ତଥାପି ସେମାନେ ତାହାଙ୍କ ବିରୁଦ୍ଧରେ ପାପ କରିବାକୁ ଓ ମରୁଭୂମିରେ ସର୍ବୋପରିସ୍ଥଙ୍କ ପ୍ରତିକୂଳରେ ବିଦ୍ରୋହା-ଚରଣ କରିବାକୁ ନିରସ୍ତ ନୋହିଲେ । .::. 18. ପୁଣି, ସେମାନେ ଆପଣାମାନଙ୍କ ଅଭିଳାଷ ପୂରଣାର୍ଥେ ଭକ୍ଷ୍ୟ ମାଗି ଆପଣା ଆପଣା ମନରେ ପରମେଶ୍ଵରଙ୍କର ପରୀକ୍ଷା କଲେ । .::. 19. ହଁ, ସେମାନେ ପରମେଶ୍ଵରଙ୍କ ପ୍ରତିକୂଳରେ କଥା କହିଲେ; ସେମାନେ କହିଲେ, ପରମେଶ୍ଵର କି ପ୍ରାନ୍ତରରେ ମେଜ ସଜାଇ ପାରିବେ? .::. 20. ଦେଖ, ସେ ଶୈଳକୁ ଆଘାତ କରନ୍ତେ, ଜଳ ନିର୍ଗତ ହେଲା ଓ ସ୍ରୋତ ପ୍ରବାହିତ ହେଲା; ସେ କି ଅନ୍ନ ହିଁ ଦେଇ ପାରନ୍ତି? ସେ କି ଆପଣା ଲୋକମାନଙ୍କ ନିମନ୍ତେ ମାଂସ ଯୋଗାଇବେ? .::. 21. ଏହେତୁ ସଦାପ୍ରଭୁ ଶୁଣି କୋପାନ୍ଵିତ ହେଲେ ଓ ଯାକୁବ ବିରୁଦ୍ଧରେ ଅଗ୍ନି ପ୍ରଜ୍ଵଳିତ ହେଲା ଓ ଇସ୍ରାଏଲ ବିରୁଦ୍ଧରେ ହିଁ କ୍ରୋଧ ଉଠିଲା; .::. 22. କାରଣ ସେମାନେ ପରମେଶ୍ଵରଙ୍କଠାରେ ବିଶ୍ଵାସ କଲେ ନାହିଁ ଓ ତାହାଙ୍କ ପରିତ୍ରାଣରେ ନିର୍ଭର ରଖିଲେ ନାହିଁ । .::. 23. ତେବେ ହେଁ ସେ ଉପରିସ୍ଥ ମେଘମାଳକୁ ଆଜ୍ଞା କଲେ ଓ ଆକାଶର ଦ୍ଵାର ମୁକ୍ତ କଲେ । .::. 24. ଆଉ, ସେ ଭୋଜନାର୍ଥେ ସେମାନଙ୍କ ଉପରେ ମାନ୍ନା ବର୍ଷାଇଲେ ଓ ସେମାନଙ୍କୁ ସ୍ଵର୍ଗର ଶସ୍ୟ ପ୍ରଦାନ କଲେ । .::. 25. ପରାକ୍ରମୀଗଣର ଆହାର ମନୁଷ୍ୟ ଭୋଜନ କଲା; ସେ ସେମାନଙ୍କ ତୃପ୍ତି ପର୍ଯ୍ୟନ୍ତ ଭକ୍ଷ୍ୟ ପଠାଇଲେ । .::. 26. ସେ ଆକାଶରେ ପୂର୍ବୀୟ ବାୟୁ ବହାଇଲେ ଓ ନିଜ ପରାକ୍ରମ ଦ୍ଵାରା ଦକ୍ଷିଣ ବାୟୁ ଚଳାଇଲେ । .::. 27. ମଧ୍ୟ ସେ ଧୂଳି ପରି ସେମାନଙ୍କ ଉପରେ ମାଂସ ବର୍ଷାଇଲେ, ପୁଣି ସମୁଦ୍ରର ବାଲି ପରି ପକ୍ଷୀମାନଙ୍କୁ ବର୍ଷାଇଲେ; .::. 28. ସେ ସେମାନଙ୍କ ଛାଉଣି ମଧ୍ୟରେ, ସେମାନଙ୍କ ଆବାସର ଚତୁର୍ଦ୍ଦିଗରେ ତାହା ବର୍ଷାଇଲେ । .::. 29. ତହିଁରେ ସେମାନେ ଭୋଜନ କରି ପରିତୃପ୍ତ ହେଲେ ଓ ସେ ସେମାନଙ୍କ ଅଭିଳାଷିତ ବିଷୟ ସେମାନଙ୍କୁ ପ୍ରଦାନ କଲେ । .::. 30. ଅଭିଳାଷିତ ବିଷୟରୁ ସେମାନଙ୍କ ସ୍ନେହ ଭଙ୍ଗ ନୋହୁଣୁ, ଖାଦ୍ୟ ସେମାନଙ୍କ ମୁଖରେ ଥାଉ ଥାଉ .::. 31. ପରମେଶ୍ଵରଙ୍କ କ୍ରୋଧ ସେମାନଙ୍କ ପ୍ରତିକୂଳରେ ଉଠିଲା ଓ ସେମାନଙ୍କ ହୃଷ୍ଟପୁଷ୍ଟ ଲୋକଙ୍କ ମଧ୍ୟରୁ ବଧ କଲା, ପୁଣି ଇସ୍ରାଏଲର ଯୁବାଗଣକୁ ସଂହାର କଲା । .::. 32. ଏସବୁ ହେଲେ ହେଁ ସେମାନେ ପୁନର୍ବାର ପାପ କଲେ ଓ ତାହାଙ୍କ ଆଶ୍ଚର୍ଯ୍ୟ କ୍ରିୟାରେ ବିଶ୍ଵାସ କଲେ ନାହିଁ । .::. 33. ଏହେତୁ ସେ ଅସାରତାରେ ସେମାନଙ୍କ ଦିନ ଓ ବିହ୍ଵଳତାରେ ସେମାନଙ୍କ ବର୍ଷସବୁ କ୍ଷେପଣ କରାଇଲେ, .::. 34. ସେ ସେମାନଙ୍କୁ ବଧ କଲା ବେଳେ ସେମାନେ ତାହାଙ୍କୁ ଖୋଜିଲେ; ଆଉ, ଫେରି ଶୀଘ୍ର ପରମେଶ୍ଵରଙ୍କ ଅନ୍ଵେଷଣ କଲେ । .::. 35. ପରମେଶ୍ଵର ଯେ ସେମାନଙ୍କର ଶୈଳ ଓ ସର୍ବୋପରିସ୍ଥ ପରମେଶ୍ଵର ଯେ ସେମାନଙ୍କର ମୁକ୍ତିକର୍ତ୍ତା, ଏହା ସ୍ମରଣ କଲେ । .::. 36. ମାତ୍ର ସେମାନେ ମୁଖରେ ତାହାଙ୍କର ଚାଟୁବାଦ କଲେ ଓ ଜିହ୍ଵାରେ ତାହାଙ୍କ ନିକଟରେ ମିଥ୍ୟା କହିଲେ । .::. 37. କାରଣ ସେମାନଙ୍କ ଅନ୍ତଃକରଣ ତାହାଙ୍କ ପ୍ରତି ସ୍ଥିର ନ ଥିଲା, କିଅବା ସେମାନେ ତାହାଙ୍କ ନିୟମରେ ବିଶ୍ଵସ୍ତ ନ ଥିଲେ । .::. 38. ମାତ୍ର ସେ ସ୍ନେହଶୀଳ ହେବାରୁ ସେମାନଙ୍କ ଅପରାଧ କ୍ଷମା କରି ସେମାନଙ୍କୁ ଧ୍ଵଂସ କଲେ ନାହିଁ; ପୁଣି, ସେ ଅନେକ ଥର ଆପଣା କ୍ରୋଧ ସମ୍ଵରଣ କରି ଆପଣା କୋପ ଉତ୍ତେଜ କଲେ ନାହିଁ । .::. 39. ଆଉ, ସେମାନେ ଯେ ମାଂସମାତ୍ର ଓ ବହିଯାଇ ଫେରି ନ ଆସିବା ବାୟୁ ସ୍ଵରୂପ, ଏହା ସେ ସ୍ମରଣ କଲେ⇧। .::. 40. ସେମାନେ ପ୍ରାନ୍ତର ମଧ୍ୟରେ କେତେ ଥର ତାହାଙ୍କର ବିଦ୍ରୋହୀ ହେଲେ ଓ ମରୁଭୂମିରେ ତାହାଙ୍କୁ ଅସନ୍ତୁଷ୍ଟ କଲେ । .::. 41. ସେମାନେ ପୁନର୍ବାର ବିମୁଖ ହୋଇ ପରମେଶ୍ଵରଙ୍କୁ ପରୀକ୍ଷା କଲେ ଓ ଇସ୍ରାଏଲର ଧର୍ମ ସ୍ଵରୂପଙ୍କୁ ବିରକ୍ତ କଲେ । .::. 42. ସେମାନେ ତାହାଙ୍କର ହସ୍ତ ଓ ଯେଉଁ ଦିନ ସେ ବିପକ୍ଷଠାରୁ ସେମାନଙ୍କୁ ମୁକ୍ତ କଲେ, ସେହି ଦିନ .::. 43. ଆଉ, ସେ କିରୂପେ ମିସରରେ ଆପଣା ଚିହ୍ନ ଓ ସୋୟନ-ପଦାରେ ଆପଣାର ଅଦ୍ଭୁତ ଲକ୍ଷଣ ସ୍ଥାପନ କଲେ; .::. 44. ପୁଣି, ସେମାନଙ୍କର ନଦୀ ଓ ସ୍ରୋତସବୁ ରକ୍ତମୟ କରିବାରୁ ସେମାନେ ପାନ କରି ପାରିଲେ ନାହିଁ, ଏହାସବୁ ସ୍ମରଣ କଲେ ନାହିଁ । .::. 45. ସେ ସେମାନଙ୍କ ମଧ୍ୟକୁ ଦଂଶକଝାଙ୍କ ପଠାଇଲେ, ସେସବୁ ସେମାନଙ୍କୁ ଗ୍ରାସ କଲେ ଓ ବେଙ୍ଗ ପଠାଇଲେ, ସେସବୁ ସେମାନଙ୍କୁ ବିନାଶ କଲେ । .::. 46. ମଧ୍ୟ ସେ କୀଟକୁ ସେମାନଙ୍କ ଭୂମିର ଫଳ ଓ ପଙ୍ଗପାଳକୁ ସେମାନଙ୍କ ପରିଶ୍ରମର ଫଳ ଦେଲେ । .::. 47. ସେ ଶିଳା ଦ୍ଵାରା ସେମାନଙ୍କ ଦ୍ରାକ୍ଷାଲତା ଓ ହିମ ଦ୍ଵାରା ସେମାନଙ୍କ ଡିମିରି ବୃକ୍ଷ ମାରି ପକାଇଲେ । .::. 48. ଆହୁରି, ସେ ସେମାନଙ୍କ ପଶୁଗଣକୁ ଶିଳାରେ ଓ ସେମାନଙ୍କ ପଲସବୁକୁ ପ୍ରଜ୍ଵଳିତ ବଜ୍ରାଘାତରେ ସମର୍ପଣ କଲେ । .::. 49. ସେ ଆପଣା କ୍ରୋଧର ପ୍ରଚଣ୍ତତା, କୋପ ଓ ରୋଷ ଓ ସଙ୍କଟରୂପ ଅନିଷ୍ଟର ଦୂତଦଳ ସେମାନଙ୍କ ବିରୁଦ୍ଧରେ ପଠାଇଲେ । .::. 50. ସେ ନିଜ କ୍ରୋଧ ପାଇଁ ପଥ ପ୍ରସ୍ତୁତ କଲେ, ସେ ମୃତ୍ୟୁରୁ ସେମାନଙ୍କ ପ୍ରାଣ ରକ୍ଷା କଲେ ନାହିଁ, ମାତ୍ର ମହାମାରୀରେ ସେମାନଙ୍କ ଜୀବନ ସମର୍ପଣ କଲେ; .::. 51. ସେ ମିସରରେ ପ୍ରଥମଜାତ ସମସ୍ତଙ୍କୁ, ହାମ୍ର ତମ୍ଵୁରେ ସେମାନଙ୍କ ଶକ୍ତିର ପ୍ରଥମ ଫଳକୁ ଆଘାତ କଲେ; .::. 52. ମାତ୍ର ସେ ଆପଣା ଲୋକମାନଙ୍କୁ ମେଷଗଣ ତୁଲ୍ୟ ଚଳାଇଲେ ଓ ପ୍ରାନ୍ତରରେ ସେମାନଙ୍କୁ ପଲ ପରି କଢ଼ାଇ ନେଲେ । .::. 53. ପୁଣି, ସେ ସେମାନଙ୍କୁ ନିରାପଦରେ ଚଳାଇଲେ, ତେଣୁ ସେମାନେ ଉଦ୍ବିଗ୍ନ ନୋହିଲେ, ମାତ୍ର ସମୁଦ୍ର ସେମାନଙ୍କ ଶତ୍ରୁଗଣକୁ ମଗ୍ନ କଲା । .::. 54. ଆଉ, ସେ ସେମାନଙ୍କୁ ଆପଣା ପବିତ୍ର ସୀମାକୁ ଓ ଆପଣା ଦକ୍ଷିଣ ହସ୍ତ ଦ୍ଵାରା ଲବ୍ଧ ଏହି ପର୍ବତକୁ ଆଣିଲେ । .::. 55. ଆହୁରି, ସେ ସେମାନଙ୍କ ଆଗରୁ ଗୋଷ୍ଠୀୟବର୍ଗଙ୍କୁ ତଡ଼ି ଦେଲେ ଓ ଅଧିକାରାର୍ଥେ ପରିମାପକ ରଜ୍ଜୁ ଦ୍ଵାରା ସେମାନଙ୍କୁ ବିଭାଗ କରି ଦେଲେ ଓ ଇସ୍ରାଏଲ ଗୋଷ୍ଠୀବର୍ଗକୁ ସେମାନଙ୍କ ତମ୍ଵୁରେ ବାସ କରାଇଲେ । .::. 56. ତଥାପି ସେମାନେ ସର୍ବୋପରିସ୍ଥ ପରମେଶ୍ଵରଙ୍କୁ ପରୀକ୍ଷା କରି ତାହାଙ୍କର ବିଦ୍ରୋହୀ ହେଲେ ଓ ତାହାଙ୍କର ପ୍ରମାଣ-ବାକ୍ୟସବୁ ପାଳନ କଲେ ନାହିଁ; .::. 57. ମାତ୍ର ବିମୁଖ ହୋଇ ଆପଣା ପୂର୍ବପୁରୁଷଗଣ ତୁଲ୍ୟ ବିଶ୍ଵାସଘାତକତା କଲେ; ସେମାନେ ପ୍ରବଞ୍ଚକ ଧନୁ ତୁଲ୍ୟ ଲକ୍ଷ୍ୟ ହୁଡ଼ିଲେ । .::. 58. କାରଣ ସେମାନେ ଆପଣାମାନଙ୍କ ଉଚ୍ଚସ୍ଥଳୀ ଦ୍ଵାରା ତାହାଙ୍କୁ ବିରକ୍ତ କଲେ । ଓ ଆପଣାମାନଙ୍କ ଖୋଦିତ ପ୍ରତିମା ଦ୍ଵାରା ତାହାଙ୍କର ଅନ୍ତର୍ଜ୍ଵାଳା ଜନ୍ମାଇଲେ । .::. 59. ପରମେଶ୍ଵର ଏହା ଶୁଣି କୋପାନ୍ଵିତ ହେଲେ ଓ ଇସ୍ରାଏଲକୁ ଅତିଶୟ ଘୃଣା କଲେ; .::. 60. ଏପରିକି, ସେ ଶୀଲୋସ୍ଥିତ ଆବାସ ଓ ମନୁଷ୍ୟମାନଙ୍କ ମଧ୍ୟରେ ଆପଣାର ସ୍ଥାପିତ ତମ୍ଵୁ ପରିତ୍ୟାଗ କଲେ । .::. 61. ପୁଣି, ସେ ବନ୍ଦୀତ୍ଵରେ ଆପଣା ପରାକ୍ରମ ଓ ବିପକ୍ଷ ହସ୍ତରେ ଆପଣା ଗୌରବ ସମର୍ପଣ କଲେ । .::. 62. ସେ ଆପଣା ଲୋକମାନଙ୍କୁ ମଧ୍ୟ ଖଡ଼୍‍ଗରେ ସମର୍ପି ଦେଲେ ଓ ଆପଣା ଅଧିକାର ପ୍ରତି କ୍ରୁଦ୍ଧ ହେଲେ । .::. 63. ଅଗ୍ନି ସେମାନଙ୍କ ଯୁବାଗଣକୁ ଗ୍ରାସ କଲା ଓ ସେମାନଙ୍କ କନ୍ୟାଗଣର ବିବାହ-ଗୀତ ହେଲା ନାହିଁ । .::. 64. ସେମାନଙ୍କ ଯାଜକଗଣ ଖଡ଼୍‍ଗରେ ପତିତ ହେଲେ ଓ ସେମାନଙ୍କ ବିଧବାଗଣ କିଛି ବିଳାପ କଲେ ନାହିଁ । .::. 65. ସେତେବେଳେ ପ୍ରଭୁ ନିଦ୍ରାରୁ ଜାଗ୍ରତ ଲୋକ ପରି, ମଦିରା ହେତୁ ହର୍ଷନାଦକାରୀ ବୀର ପରି ଉଠିଲେ । .::. 66. ଆଉ, ସେ ଆପଣା ବିପକ୍ଷଗଣକୁ ପ୍ରହାର କରି ହଟାଇ ଦେଲେ; ସେ ସେମାନଙ୍କୁ ଚିରକାଳ ନିନ୍ଦାପାତ୍ର କଲେ । .::. 67. ଆହୁରି, ସେ ଯୋଷେଫର ତମ୍ଵୁ ଅଗ୍ରାହ୍ୟ କଲେ ଓ ଇଫ୍ରୟିମ ଗୋଷ୍ଠୀକି ମନୋନୀତ କଲେ ନାହିଁ । .::. 68. ମାତ୍ର ଯିହୁଦା ଗୋଷ୍ଠୀକି, ଆପଣାର ପ୍ରିୟ ସିୟୋନ ପର୍ବତକୁ ମନୋନୀତ କଲେ । .::. 69. ଆଉ, ସେ ଉଚ୍ଚ (ଗଗନ) ତୁଲ୍ୟ ଓ ଅନନ୍ତକାଳ ନିମନ୍ତେ ଆପଣା ସ୍ଥାପିତ ପୃଥିବୀ ତୁଲ୍ୟ ଆପଣା ଧର୍ମଧାମ ନିର୍ମାଣ କଲେ । .::. 70. ଆହୁରି, ସେ ଆପଣା ଦାସ ଦାଉଦଙ୍କୁ ମନୋନୀତ କଲେ ଓ ମେଷଖୁଆଡ଼ରୁ ତାଙ୍କୁ ଗ୍ରହଣ କଲେ । .::. 71. ସେ ଆପଣା ଲୋକ ଯାକୁବକୁ ଓ ଆପଣା ଅଧିକାର ଇସ୍ରାଏଲକୁ ପ୍ରତିପାଳନ କରିବା ନିମନ୍ତେ ସ୍ତନ୍ୟଦାୟିନୀ ମେଷୀଗଣ ପଛରୁତାଙ୍କୁ ଆଣିଲେ । .::. 72. ତହିଁରେ ସେ ଆପଣା ଅନ୍ତଃକରଣର ସରଳତା-ନୁସାରେ ସେମାନଙ୍କୁ ପ୍ରତିପାଳନ କଲେ ଓ ଆପଣା ହସ୍ତର ନିପୁଣତାରେ ସେମାନଙ୍କୁ ଚଳାଇଲେ । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
Common Bible Languages
West Indian Languages
×

Alert

×

oriya Letters Keypad References