ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

ଗୀତସଂହିତା ଅଧ୍ୟାୟ 55

1 ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍ । ହେ ପରମେଶ୍ଵର, ମୋʼ ପ୍ରାର୍ଥନାରେ କର୍ଣ୍ଣପାତ କର; ମୋʼ ବିନତିରୁ ଆପଣାକୁ ଲୁଚାଅ ନାହିଁ । 2 ମୋʼ ପ୍ରତି ମନୋଯୋଗ କରି ମୋତେ ଉତ୍ତର ଦିଅ; ଶତ୍ରୁମାନଙ୍କ ରବ ସକାଶୁ, ଦୁଷ୍ଟମାନଙ୍କ ଦୌରାତ୍ମ୍ୟ ସକାଶୁ ମୁଁ ଭାବନାରେ ଅସ୍ଥିର ହୋଇ ରୋଦନ କରୁଥାଏ; 3 କାରଣ ସେମାନେ ମୋʼ ଉପରେ ଅଧର୍ମ ଆରୋପ କରନ୍ତି ଓ କ୍ରୋଧରେ ମୋତେ ନିଗ୍ରହ କରନ୍ତି । 4 ମୋʼ ଅନ୍ତରରେ ମୋʼ ହୃଦୟ ଅତ୍ୟ; ବ୍ୟଥିତ ହେଉଅଛି ଓ ମୋʼ ଉପରେ ମୃତ୍ୟୁର ତ୍ରାସ ପଡ଼ିଅଛି । 5 ମୋତେ ଭୟ ଓ କମ୍ପ ଆକ୍ରମଣ କରିଅଛି, ପୁଣି ମହାତ୍ରାସ ମୋତେ ଆଚ୍ଛନ୍ନ କରିଅଛି । 6 ଏଣୁ ମୁଁ କହିଲି, ଆଃ, ଯେବେ କପୋତ ପରି ମୋହର ପକ୍ଷ ଥାʼନ୍ତାଣ! ତେବେ ମୁଁ ଉଡ଼ିଯାଇ ବିଶ୍ରାମ ପାଆନ୍ତି । 7 ଦେଖ, ତେବେ ମୁଁ ଦୂରରେ ଭ୍ରମଣ କରନ୍ତି, ମୁଁ ପ୍ରାନ୍ତରରେ ବାସ କରନ୍ତି । [ସେଲା 8 ମୁଁ ପ୍ରବଳ ବାୟୁ ଓ ତୋଫାନରୁ ଆଶ୍ରୟ ନେବା ପାଇଁ ପଳାୟନ କରନ୍ତି । 9 ହେ ପ୍ରଭୋ, ବିନାଶ କର ଓ ସେମାନଙ୍କ ଜିହ୍ଵାର ଅନୈକ୍ୟ ଜନ୍ମାଅ; କାରଣ ମୁଁ ନଗର ମଧ୍ୟରେ ଦୌରାତ୍ମ୍ୟ ଓ କଳହ ଦେଖିଅଛି । 10 ସେମାନେ ଦିବାରାତ୍ର ତହିଁର ପ୍ରାଚୀର ଦେଇ ଭ୍ରମଣ କରନ୍ତି । ମଧ୍ୟ ଅଧର୍ମ ଓ ଉତ୍ପାତ ତହିଁ ମଧ୍ୟରେ ଅଛି । 11 ଦୁଷ୍ଟତା ତହିଁର ମଧ୍ୟବର୍ତ୍ତୀ, ଦୌରାତ୍ମ୍ୟ ଓ ଛଳନା ତହିଁର ଛକସ୍ଥାନସବୁ ଛାଡ଼େ ନାହିଁ । 12 କାରଣ କୌଣସି ଶତ୍ରୁ ମୋତେ ତିରସ୍କାର କଲା ନାହିଁ; କଲେ ତାହା ମୁଁ ସହ୍ୟ କରି ପାରନ୍ତି; କିଅବା ମୋହର ଘୃଣାକାରୀ ମୋʼ ବିରୁଦ୍ଧରେ ଦର୍ପ କଲା ନାହିଁ, କଲେ ତାହାଠାରୁ ମୁଁ ଆପଣାକୁ ଲୁଚାନ୍ତି; 13 ମାତ୍ର ମୋʼସମାନ ମନୁଷ୍ୟ, ମୋହର ସଙ୍ଗୀ ଓ ମୋହର ଆତ୍ମୀୟ ଯେ ତୁମ୍ଭେ, ତୁମ୍ଭେ ତାହା କଲ । 14 ଆମ୍ଭେମାନେ ଏକତ୍ର ମଧୁର ମନ୍ତ୍ରଣା କଲୁ, ଜନତା ସଙ୍ଗେ ପରମେଶ୍ଵରଙ୍କ ଗୃହରେ ଗମନାଗମନ କଲୁ । 15 ମୃତ୍ୟୁ ସେମାନଙ୍କୁ ହଠାତ୍ ଆକ୍ରମଣ କରୁ, ସେମାନେ ପାତାଳକୁ ଜୀଅନ୍ତା ଗମନ କରନ୍ତୁ, କାରଣ ସେମାନଙ୍କ ବାସସ୍ଥାନରେ, ସେମାନଙ୍କ ମଧ୍ୟରେ ଦୁଷ୍ଟତା ଅଛି । 16 ମାତ୍ର ମୁଁ ପରମେଶ୍ଵରଙ୍କଠାରେ ପ୍ରାର୍ଥନା କରିବି; ପୁଣି, ସଦାପ୍ରଭୁ ମୋତେ ପରିତ୍ରାଣ କରିବେ । 17 ସନ୍ଧ୍ୟା ଓ ପ୍ରଭାତ ଓ ମଧ୍ୟାହ୍ନ କାଳରେ ମୁଁ ଭାବନା କରି ରୋଦନ କରିବି; ଆଉ, ସେ ମୋʼ ରବ ଶୁଣିବେ । 18 ସେ ମୋʼ ପ୍ରତିକୂଳ ଯୁଦ୍ଧରୁ କୁଶଳରେ ମୋʼ ପ୍ରାଣ ମୁକ୍ତ କରିଅଛନ୍ତି; କାରଣ ମୋʼ ସଙ୍ଗେ ବିରୋଧକାରୀ ଅନେକ ଥିଲେ । 19 ପରମେଶ୍ଵର ଶୁଣିବେ ଓ ସେମାନଙ୍କୁ ଉତ୍ତର ଦେବେ, ସେ ଚିରକାଳ ବିଦ୍ୟମାନ, [ସେଲା ସେହି ଲୋକମାନଙ୍କ କୌଣସି ପରିବର୍ତ୍ତନ ଘଟି ନାହିଁ, ପୁଣି ସେମାନେ ପରମେଶ୍ଵରଙ୍କୁ ଭୟ କରନ୍ତି ନାହିଁ । 20 ସେ ଆପଣା ସଙ୍ଗେ ମିଳନରେ ଥିବା ଲୋକ ବିରୁଦ୍ଧରେ ହାତ ଉଠାଇଅଛି; ସେ ଆପଣା ନିୟମ ଲଙ୍ଘନ କରିଅଛି । 21 ତାହାର ମୁଖ ଲବଣୀ ତୁଲ୍ୟ ଚିକ୍କଣ, ମାତ୍ର ତାହାର ଅନ୍ତଃକରଣ ଯୁଦ୍ଧପୂର୍ଣ୍ଣ; ତାହାର କଥାସବୁ ତୈଳଠାରୁ କୋମଳ, ତଥାପି ତାହାସବୁ ନିଷ୍କୋଷ ଖଡ଼୍‍ଗ ତୁଲ୍ୟ । 22 ତୁମ୍ଭେ ସଦାପ୍ରଭୁଙ୍କ ଉପରେ ଆପଣା ଭାର ପକାଅ, ତହିଁରେ ସେ ତୁମ୍ଭକୁ ସମ୍ଭାଳିବେ; ସେ ଧାର୍ମିକକୁ କଦାପି ବିଚଳିତ ହେବାକୁ ଦେବେ ନାହିଁ । 23 ମାତ୍ର ହେ ପରମେଶ୍ଵର, ତୁମ୍ଭେ ସେମାନଙ୍କୁ ସର୍ବନାଶର ଗର୍ତ୍ତକୁ ଆଣିବ; ରକ୍ତପିପାସୁ ଓ ପ୍ରବଞ୍ଚକ ଲୋକମାନେ ଆପଣା ଆପଣା ଆୟୁଷର ଅର୍ଦ୍ଧେକ ବଞ୍ଚିବେ ନାହିଁ; ମାତ୍ର ମୁଁ ତୁମ୍ଭ ଉପରେ ନିର୍ଭର କରିବି ।
1 ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍ । ହେ ପରମେଶ୍ଵର, ମୋʼ ପ୍ରାର୍ଥନାରେ କର୍ଣ୍ଣପାତ କର; ମୋʼ ବିନତିରୁ ଆପଣାକୁ ଲୁଚାଅ ନାହିଁ । .::. 2 ମୋʼ ପ୍ରତି ମନୋଯୋଗ କରି ମୋତେ ଉତ୍ତର ଦିଅ; ଶତ୍ରୁମାନଙ୍କ ରବ ସକାଶୁ, ଦୁଷ୍ଟମାନଙ୍କ ଦୌରାତ୍ମ୍ୟ ସକାଶୁ ମୁଁ ଭାବନାରେ ଅସ୍ଥିର ହୋଇ ରୋଦନ କରୁଥାଏ; .::. 3 କାରଣ ସେମାନେ ମୋʼ ଉପରେ ଅଧର୍ମ ଆରୋପ କରନ୍ତି ଓ କ୍ରୋଧରେ ମୋତେ ନିଗ୍ରହ କରନ୍ତି । .::. 4 ମୋʼ ଅନ୍ତରରେ ମୋʼ ହୃଦୟ ଅତ୍ୟ; ବ୍ୟଥିତ ହେଉଅଛି ଓ ମୋʼ ଉପରେ ମୃତ୍ୟୁର ତ୍ରାସ ପଡ଼ିଅଛି । .::. 5 ମୋତେ ଭୟ ଓ କମ୍ପ ଆକ୍ରମଣ କରିଅଛି, ପୁଣି ମହାତ୍ରାସ ମୋତେ ଆଚ୍ଛନ୍ନ କରିଅଛି । .::. 6 ଏଣୁ ମୁଁ କହିଲି, ଆଃ, ଯେବେ କପୋତ ପରି ମୋହର ପକ୍ଷ ଥାʼନ୍ତାଣ! ତେବେ ମୁଁ ଉଡ଼ିଯାଇ ବିଶ୍ରାମ ପାଆନ୍ତି । .::. 7 ଦେଖ, ତେବେ ମୁଁ ଦୂରରେ ଭ୍ରମଣ କରନ୍ତି, ମୁଁ ପ୍ରାନ୍ତରରେ ବାସ କରନ୍ତି । [ସେଲା .::. 8 ମୁଁ ପ୍ରବଳ ବାୟୁ ଓ ତୋଫାନରୁ ଆଶ୍ରୟ ନେବା ପାଇଁ ପଳାୟନ କରନ୍ତି । .::. 9 ହେ ପ୍ରଭୋ, ବିନାଶ କର ଓ ସେମାନଙ୍କ ଜିହ୍ଵାର ଅନୈକ୍ୟ ଜନ୍ମାଅ; କାରଣ ମୁଁ ନଗର ମଧ୍ୟରେ ଦୌରାତ୍ମ୍ୟ ଓ କଳହ ଦେଖିଅଛି । .::. 10 ସେମାନେ ଦିବାରାତ୍ର ତହିଁର ପ୍ରାଚୀର ଦେଇ ଭ୍ରମଣ କରନ୍ତି । ମଧ୍ୟ ଅଧର୍ମ ଓ ଉତ୍ପାତ ତହିଁ ମଧ୍ୟରେ ଅଛି । .::. 11 ଦୁଷ୍ଟତା ତହିଁର ମଧ୍ୟବର୍ତ୍ତୀ, ଦୌରାତ୍ମ୍ୟ ଓ ଛଳନା ତହିଁର ଛକସ୍ଥାନସବୁ ଛାଡ଼େ ନାହିଁ । .::. 12 କାରଣ କୌଣସି ଶତ୍ରୁ ମୋତେ ତିରସ୍କାର କଲା ନାହିଁ; କଲେ ତାହା ମୁଁ ସହ୍ୟ କରି ପାରନ୍ତି; କିଅବା ମୋହର ଘୃଣାକାରୀ ମୋʼ ବିରୁଦ୍ଧରେ ଦର୍ପ କଲା ନାହିଁ, କଲେ ତାହାଠାରୁ ମୁଁ ଆପଣାକୁ ଲୁଚାନ୍ତି; .::. 13 ମାତ୍ର ମୋʼସମାନ ମନୁଷ୍ୟ, ମୋହର ସଙ୍ଗୀ ଓ ମୋହର ଆତ୍ମୀୟ ଯେ ତୁମ୍ଭେ, ତୁମ୍ଭେ ତାହା କଲ । .::. 14 ଆମ୍ଭେମାନେ ଏକତ୍ର ମଧୁର ମନ୍ତ୍ରଣା କଲୁ, ଜନତା ସଙ୍ଗେ ପରମେଶ୍ଵରଙ୍କ ଗୃହରେ ଗମନାଗମନ କଲୁ । .::. 15 ମୃତ୍ୟୁ ସେମାନଙ୍କୁ ହଠାତ୍ ଆକ୍ରମଣ କରୁ, ସେମାନେ ପାତାଳକୁ ଜୀଅନ୍ତା ଗମନ କରନ୍ତୁ, କାରଣ ସେମାନଙ୍କ ବାସସ୍ଥାନରେ, ସେମାନଙ୍କ ମଧ୍ୟରେ ଦୁଷ୍ଟତା ଅଛି । .::. 16 ମାତ୍ର ମୁଁ ପରମେଶ୍ଵରଙ୍କଠାରେ ପ୍ରାର୍ଥନା କରିବି; ପୁଣି, ସଦାପ୍ରଭୁ ମୋତେ ପରିତ୍ରାଣ କରିବେ । .::. 17 ସନ୍ଧ୍ୟା ଓ ପ୍ରଭାତ ଓ ମଧ୍ୟାହ୍ନ କାଳରେ ମୁଁ ଭାବନା କରି ରୋଦନ କରିବି; ଆଉ, ସେ ମୋʼ ରବ ଶୁଣିବେ । .::. 18 ସେ ମୋʼ ପ୍ରତିକୂଳ ଯୁଦ୍ଧରୁ କୁଶଳରେ ମୋʼ ପ୍ରାଣ ମୁକ୍ତ କରିଅଛନ୍ତି; କାରଣ ମୋʼ ସଙ୍ଗେ ବିରୋଧକାରୀ ଅନେକ ଥିଲେ । .::. 19 ପରମେଶ୍ଵର ଶୁଣିବେ ଓ ସେମାନଙ୍କୁ ଉତ୍ତର ଦେବେ, ସେ ଚିରକାଳ ବିଦ୍ୟମାନ, [ସେଲା ସେହି ଲୋକମାନଙ୍କ କୌଣସି ପରିବର୍ତ୍ତନ ଘଟି ନାହିଁ, ପୁଣି ସେମାନେ ପରମେଶ୍ଵରଙ୍କୁ ଭୟ କରନ୍ତି ନାହିଁ । .::. 20 ସେ ଆପଣା ସଙ୍ଗେ ମିଳନରେ ଥିବା ଲୋକ ବିରୁଦ୍ଧରେ ହାତ ଉଠାଇଅଛି; ସେ ଆପଣା ନିୟମ ଲଙ୍ଘନ କରିଅଛି । .::. 21 ତାହାର ମୁଖ ଲବଣୀ ତୁଲ୍ୟ ଚିକ୍କଣ, ମାତ୍ର ତାହାର ଅନ୍ତଃକରଣ ଯୁଦ୍ଧପୂର୍ଣ୍ଣ; ତାହାର କଥାସବୁ ତୈଳଠାରୁ କୋମଳ, ତଥାପି ତାହାସବୁ ନିଷ୍କୋଷ ଖଡ଼୍‍ଗ ତୁଲ୍ୟ । .::. 22 ତୁମ୍ଭେ ସଦାପ୍ରଭୁଙ୍କ ଉପରେ ଆପଣା ଭାର ପକାଅ, ତହିଁରେ ସେ ତୁମ୍ଭକୁ ସମ୍ଭାଳିବେ; ସେ ଧାର୍ମିକକୁ କଦାପି ବିଚଳିତ ହେବାକୁ ଦେବେ ନାହିଁ । .::. 23 ମାତ୍ର ହେ ପରମେଶ୍ଵର, ତୁମ୍ଭେ ସେମାନଙ୍କୁ ସର୍ବନାଶର ଗର୍ତ୍ତକୁ ଆଣିବ; ରକ୍ତପିପାସୁ ଓ ପ୍ରବଞ୍ଚକ ଲୋକମାନେ ଆପଣା ଆପଣା ଆୟୁଷର ଅର୍ଦ୍ଧେକ ବଞ୍ଚିବେ ନାହିଁ; ମାତ୍ର ମୁଁ ତୁମ୍ଭ ଉପରେ ନିର୍ଭର କରିବି । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References