ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଯିହିଜିକଲ

ଯିହିଜିକଲ ଅଧ୍ୟାୟ 1

1 ତିରିଶ ବର୍ଷର ଚତୁର୍ଥ ମାସର ପଞ୍ଚମ ଦିନରେ କବାର ନଦୀ କୂଳରେ ବନ୍ଦୀମାନଙ୍କ ମଧ୍ୟରେ ମୁଁ ଥିବା ସମୟରେ ସ୍ଵର୍ଗ ମୁକ୍ତ ହେଲା, ତହିଁରେ ମୁଁ ଈଶ୍ଵରୀୟ ଦର୍ଶନମାନ ପାଇଲି । 2 ରାଜା ଯିହୋୟାଖୀନ୍ର ବନ୍ଦୀ ହେବାର ପଞ୍ଚମ ବର୍ଷର, ସେହି ମାସର ପଞ୍ଚମ ଦିନରେ, 3 କଲ୍ଦୀୟମାନଙ୍କ ଦେଶରେ କବାର ନଦୀ କୂଳରେ ବୂଷିର ପୁତ୍ର ଯିହିଜିକଲ ଯାଜକଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା; ପୁଣି, ସେହିଠାରେ ସଦାପ୍ରଭୁଙ୍କ ହସ୍ତ ତାଙ୍କ ଉପରେ ଥିଲା । 4 ଅନନ୍ତର ମୁଁ ଦୃଷ୍ଟି କଲି, ଆଉ ଦେଖ, ଉତ୍ତର ଦିଗରୁ ଘୂର୍ଣ୍ଣି ବାୟୁ ବୃହତ ମେଘ ଓ ଜାଜ୍ଵଲ୍ୟମାନ ଅଗ୍ନି ଆସିଲା, ଆଉ ତାହାର ଚତୁର୍ଦ୍ଦିଗରେ ତେଜ ଓ ତହିଁରେ ମଧ୍ୟସ୍ଥାନରେ ଅଗ୍ନିର ମଧ୍ୟବର୍ତ୍ତୀ ଉତ୍ତପ୍ତ ଧାତୁର ନ୍ୟାୟ ପ୍ରଭା ଥିଲା । 5 ପୁଣି, ତହିଁ ମଧ୍ୟରୁ ଜୀବିତ ଚାରି ପ୍ରାଣୀର ମୂର୍ତ୍ତି ପ୍ରକାଶ ପାଇଲା । ସେମାନଙ୍କର ଆକୃତି ଏହି ପ୍ରକାର, ଯଥା, ସେମାନଙ୍କ ରୂପ ମନୁଷ୍ୟ ପରି । 6 ଆଉ, ପ୍ରତ୍ୟେକର ଚାରି ଚାରି ମୁଖ ଓ ପ୍ରତ୍ୟେକର ଚାରି ଚାରି ପକ୍ଷ ଥିଲା । 7 ସେମାନଙ୍କର ପାଦ ସଳଖ, ଆଉ ସେମାନଙ୍କ ପାଦର ତଳିପା ଗୋବତ୍ସର ତଳିପାର ତୁଲ୍ୟ; ଆଉ, ସେମାନେ ପରିଷ୍କୃତ ପିତ୍ତଳ ପରି ଝଟକିଲେ । 8 ଆଉ, ସେମାନଙ୍କ ଚତୁର୍ଦ୍ଦିଗସ୍ଥ ପକ୍ଷ ତଳେ ମନୁଷ୍ୟର ହସ୍ତ ତୁଲ୍ୟ ହସ୍ତ ଥିଲା; ପୁଣି, ସେହି ଚାରି ପ୍ରାଣୀର ମୁଖ ଓ ସେମାନଙ୍କର ପକ୍ଷ ଏହି ପ୍ରକାର ଥିଲା, ଯଥା; 9 ସେମାନଙ୍କର ପକ୍ଷ ଏକଆରେକର ସଂଯୁକ୍ତ; ସେମାନେ ଗମନ କରିବା ବେଳେ ଫେରିଲେ ନାହିଁ; ପ୍ରତ୍ୟେକେ ସମ୍ମୁଖ ଆଡ଼େ ଗମନ କଲେ । 10 ସେମାନଙ୍କ ମୁଖର ଆକୃତି ଏହିରୂପ, ଯଥା ସେମାନଙ୍କର ଗୋଟିଏ ମନୁଷ୍ୟର ମୁଖ ଥିଲା; ଆଉ, ଦକ୍ଷିଣ ଦିଗରେ ଚାରି ପ୍ରାଣୀର ସିଂହ ମୁଖ ଓ ବାମ ଦିଗରେ ଚାରି ପ୍ରାଣୀର ଗୋରୁର ମୁଖ ଥିଲା; ସେହି ଚାରି ପ୍ରାଣୀର ମଧ୍ୟ ଉତ୍କ୍ରୋଶ ପକ୍ଷୀର ମୁଖ ଥିଲା । 11 ପୁଣି, ଉପର ଭାଗରେ ସେମାନଙ୍କର ମୁଖ ଓ ପକ୍ଷ ବିଭିନ୍ନ ଥିଲା; ପ୍ରତ୍ୟେକର ଦୁଇ ଦୁଇ ପକ୍ଷ ଏକଆରେକର ସଂଯୁକ୍ତ ଥିଲା ଓ ଦୁଇ ଦୁଇ ପକ୍ଷ ସେମାନଙ୍କର ଶରୀର ଆଚ୍ଛାଦନ କଲା । 12 ପୁଣି, ସେମାନେ ପ୍ରତ୍ୟେକେ ସମ୍ମୁଖଆଡ଼େ ଗମନ କଲେ; ଯେଉଁଆଡ଼େ ଯିବାକୁ ଆତ୍ମାର ଇଚ୍ଛା ହେଲା, ସେହିଆଡ଼େ ସେମାନେ ଗମନ କଲେ; ଗମନ କାଳରେ ସେମାନେ ଫେରିଲେ ନାହିଁ । 13 ଏହି ଜୀବିତ ପ୍ରାଣୀମାନଙ୍କ ଆକୃତି ପ୍ରଜ୍ଵଳିତ ଅଙ୍ଗାର ଓ ମଶାଲ ସଦୃଶ ଥିଲା; ତାହା ଜୀବିତ ପ୍ରାଣୀ-ମାନଙ୍କ ମଧ୍ୟରେ ଗମନାଗମନ କଲା ଓ ସେହି ଅଗ୍ନି ତେଜୋମୟ ଓ ସେହି ଅଗ୍ନିରୁ ବିଦ୍ୟୁତ୍ ନିର୍ଗତ ହେଲା । 14 ପୁଣି, ସେହି ଜୀବିତ ପ୍ରାଣୀଗଣ ବିଦ୍ୟୁତ୍ର ଆଭା ସଦୃଶ ଦୌଡ଼ିଲେ ଓ ଫେରିଲେ । 15 ମୁଁ ସେହି ଜୀବିତ ପ୍ରାଣୀମାନଙ୍କୁ ଦର୍ଶନ କଲା ବେଳେ, ଦେଖ, ସେହି ଜୀବିତ ପ୍ରାଣୀମାନଙ୍କ ପାର୍ଶ୍ଵରେ ସେମାନଙ୍କ ଚାରି ମୁଖର ପ୍ରତ୍ୟେକର ପାଇଁ ଭୂମି ଉପରେ ଗୋଟିଏ ଗୋଟିଏ ଚକ୍ର ଥିଲା । 16 ସେହି ଚାରି ଚକ୍ରର ଆକୃତି ଓ ରଚନା ବୈଦୁର୍ଯ୍ୟମଣିର ଆଭା ତୁଲ୍ୟ ଓ ଚାରିର ରୂପ ଏକ ପ୍ରକାର; ପୁଣି, ସେମାନଙ୍କର ଆକୃତି ଓ ରଚନା ଚକ୍ର ମଧ୍ୟରେ ଚକ୍ର ପରି ଥିଲା । 17 ଗମନ କଲା ବେଳେ ସେହି ଚାରି ଚକ୍ର ଆପଣା ଆପଣାର ଚାରି ପାର୍ଶ୍ଵରେ ଗମନ କଲେ, ଗମନ କଲା ବେଳେ ସେମାନେ ଫେରିଲେ ନାହିଁ । 18 ସେମାନଙ୍କର ଘେର ଉଚ୍ଚ ଓ ଭୟଙ୍କର; ପୁଣି, ସେମାନଙ୍କର ସେହି ଚାରି ଘେରର ଚତୁର୍ଦ୍ଦିଗ ଚକ୍ଷୁରେ ପରିପୂର୍ଣ୍ଣ ଥିଲା । 19 ଆଉ, ସେହି ଜୀବିତ ପ୍ରାଣୀମାନେ ଗମନ କରିବା ବେଳେ ସେହି ଚକ୍ରସବୁ ସେମାନଙ୍କ ପାର୍ଶ୍ଵରେ ଚଳିଲେ; ପୁଣି, ଜୀବିତ ପ୍ରାଣୀମାନେ ଭୂମିରୁ ଉତ୍ଥାପିତ ହେବା ବେଳେ ଚକ୍ରସବୁ ହିଁ ଉତ୍ଥାପିତ ହେଲେ । 20 ଯେକୌଣସି ସ୍ଥାନକୁ ଯିବାର ଆତ୍ମାର ଇଚ୍ଛା, ସେସ୍ଥାନକୁ ସେମାନେ ଗଲେ; ଗମନ କରିବାକୁ ଆତ୍ମାର ଇଚ୍ଛା ହେଲେ ସେମାନଙ୍କ ପାର୍ଶ୍ଵରେ ଚକ୍ରସବୁ ଉଠିଲେ; କାରଣ ଜୀବିତ ପ୍ରାଣୀର ଆତ୍ମା ଚକ୍ରରେ ଥିଲା । 21 ସେମାନେ ଗମନ କଲା ବେଳେ ଏମାନେ ଗମନ କଲେ ଓ ସେମାନେ ଠିଆ ହେବା ବେଳେ ଏମାନେ ଠିଆ ହେଲେ; ଆଉ, ସେମାନେ ଭୂମିରୁ ଉତ୍ଥାପିତ ହେବା ବେଳେ ସେମାନଙ୍କ ପାର୍ଶ୍ଵରେ ଚକ୍ରସବୁ ଉତ୍ଥାପିତ ହେଲେ; କାରଣ ଜୀବିତ ପ୍ରାଣୀର ଆତ୍ମା ଚକ୍ରରେ ଥିଲା । 22 ପୁଣି, ସେହି ଜୀବିତ ପ୍ରାଣୀର ମସ୍ତକ ଉପରେ ଶୂନ୍ୟର ଏକ ଆକୃତି ଥିଲା, ତାହା ଭୟଙ୍କର ସ୍ପଟିକ ତୁଲ୍ୟ ଆଭାବିଶିଷ୍ଟ ହୋଇ ସେମାନଙ୍କ ମସ୍ତକର ଊର୍ଦ୍ଧ୍ଵରେ ବିସ୍ତାରିତ ଥିଲା । 23 ଆଉ, ସେହି ଶୂନ୍ୟର ତଳେ ସେମାନଙ୍କର ପକ୍ଷସବୁ ଏକଆରେକର ଆଡ଼େ ପ୍ରସାରିତ ହୋଇ ସମାନ ଥିଲା; ପ୍ରତ୍ୟେକର ଗାତ୍ର ଆଚ୍ଛାଦନ କରିବା ପାଇଁ ଏପାଖରେ ଦୁଇ ଓ ପ୍ରତ୍ୟେକର ଗାତ୍ର ଆଚ୍ଛାଦନ କରିବା ପାଇଁ ସେପାଖରେ ଦୁଇ ପକ୍ଷ ଥିଲା । 24 ଆଉ, ସେମାନେ ଗମନ କରିବା ବେଳେ ମୁଁ ସେମାନଙ୍କ ପକ୍ଷର ଶଦ୍ଦ ଶୁଣିଲି, ତାହା ମହା ଜଳରାଶିର କଲ୍ଲୋଳ ତୁଲ୍ୟ, ସର୍ବଶକ୍ତିମାନଙ୍କର ରବ ତୁଲ୍ୟ, ସୈନ୍ୟଦଳର ଶଦ୍ଦ ତୁଲ୍ୟ କୋଳାହଳ ଶଦ୍ଦ; ସେମାନେ ଠିଆ ହେବା ବେଳେ ଆପଣା ଆପଣା ପକ୍ଷ ସଙ୍କୋଚ କଲେ । 25 ପୁଣି, ସେମାନଙ୍କର ମସ୍ତକର ଉପରିସ୍ଥ ଶୂନ୍ୟର ଉପରେ ଏକ ରବ ହେଲା; ସେମାନେ ଠିଆ ହେବା ବେଳେ ଆପଣା ଆପଣା ପକ୍ଷ ସଙ୍କୋଚ କଲେ । 26 ପୁଣି, ସେମାନଙ୍କ ମସ୍ତକର ଉପରିସ୍ଥ ଶୂନ୍ୟର ଊର୍ଦ୍ଧ୍ଵରେ ନୀଳକା; ମଣି ସଦୃଶ ଏକ ସିଂହାସନର ଆକୃତି ଥିଲା; ଆଉ, ସେହି ସିଂହାସନର ଆକୃତି ଉପରେ ମନୁଷ୍ୟ ସଦୃଶ୍ୟ ଏକ ଆକୃତି ତହିଁର ଊର୍ଦ୍ଧ୍ଵ ଭାଗରେ ଥିଲା । 27 ଆଉ, ମୁଁ ତାହାଙ୍କ କଟିଦେଶର ଆକୃତି ଓ ତହିଁର ଊର୍ଦ୍ଧ୍ଵରୁ, ତହିଁର ଭିତରେ ଓ ଚତୁର୍ଦ୍ଦିଗରେ ଅଗ୍ନି ସଦୃଶ ଉତ୍ତପ୍ତ ଧାତୁର ଆଭା ତୁଲ୍ୟ ଆଭା ଦେଖିଲି ଓ ତାହାଙ୍କ କଟିଦେଶର ଆକୃତିଠାରୁ ତଳ ପର୍ଯ୍ୟନ୍ତ ଅଗ୍ନି ସଦୃଶ ଆଭା ଦେଖିଲି ଓ ତାହାଙ୍କ ଚତୁର୍ଦ୍ଦିଗରେ ତେଜ ଥିଲା । 28 ବୃଷ୍ଟି ଦିନରେ ମେଘରେ ଧନୁର ଯେପରି ଆଭା, ସେପରି ସେହି ଚତୁର୍ଦ୍ଦିଗସ୍ଥ ତେଜ ଥିଲା । ଏହା ସଦାପ୍ରଭୁଙ୍କ ପ୍ରତାପର ମୂର୍ତ୍ତିର ଆଭା । ପୁଣି, ମୁଁ ତାହା ଦେଖି ମୁହଁ ମାଡ଼ି ପଡ଼ିଲି, ତହିଁରେ ମୁଁ ବାକ୍ୟବାଦୀ ଏକ ବ୍ୟକ୍ତିଙ୍କର ରବ ଶୁଣିଲି ।
1. ତିରିଶ ବର୍ଷର ଚତୁର୍ଥ ମାସର ପଞ୍ଚମ ଦିନରେ କବାର ନଦୀ କୂଳରେ ବନ୍ଦୀମାନଙ୍କ ମଧ୍ୟରେ ମୁଁ ଥିବା ସମୟରେ ସ୍ଵର୍ଗ ମୁକ୍ତ ହେଲା, ତହିଁରେ ମୁଁ ଈଶ୍ଵରୀୟ ଦର୍ଶନମାନ ପାଇଲି । 2. ରାଜା ଯିହୋୟାଖୀନ୍ର ବନ୍ଦୀ ହେବାର ପଞ୍ଚମ ବର୍ଷର, ସେହି ମାସର ପଞ୍ଚମ ଦିନରେ, 3. କଲ୍ଦୀୟମାନଙ୍କ ଦେଶରେ କବାର ନଦୀ କୂଳରେ ବୂଷିର ପୁତ୍ର ଯିହିଜିକଲ ଯାଜକଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା; ପୁଣି, ସେହିଠାରେ ସଦାପ୍ରଭୁଙ୍କ ହସ୍ତ ତାଙ୍କ ଉପରେ ଥିଲା । 4. ଅନନ୍ତର ମୁଁ ଦୃଷ୍ଟି କଲି, ଆଉ ଦେଖ, ଉତ୍ତର ଦିଗରୁ ଘୂର୍ଣ୍ଣି ବାୟୁ ବୃହତ ମେଘ ଓ ଜାଜ୍ଵଲ୍ୟମାନ ଅଗ୍ନି ଆସିଲା, ଆଉ ତାହାର ଚତୁର୍ଦ୍ଦିଗରେ ତେଜ ଓ ତହିଁରେ ମଧ୍ୟସ୍ଥାନରେ ଅଗ୍ନିର ମଧ୍ୟବର୍ତ୍ତୀ ଉତ୍ତପ୍ତ ଧାତୁର ନ୍ୟାୟ ପ୍ରଭା ଥିଲା । 5. ପୁଣି, ତହିଁ ମଧ୍ୟରୁ ଜୀବିତ ଚାରି ପ୍ରାଣୀର ମୂର୍ତ୍ତି ପ୍ରକାଶ ପାଇଲା । ସେମାନଙ୍କର ଆକୃତି ଏହି ପ୍ରକାର, ଯଥା, ସେମାନଙ୍କ ରୂପ ମନୁଷ୍ୟ ପରି । 6. ଆଉ, ପ୍ରତ୍ୟେକର ଚାରି ଚାରି ମୁଖ ଓ ପ୍ରତ୍ୟେକର ଚାରି ଚାରି ପକ୍ଷ ଥିଲା । 7. ସେମାନଙ୍କର ପାଦ ସଳଖ, ଆଉ ସେମାନଙ୍କ ପାଦର ତଳିପା ଗୋବତ୍ସର ତଳିପାର ତୁଲ୍ୟ; ଆଉ, ସେମାନେ ପରିଷ୍କୃତ ପିତ୍ତଳ ପରି ଝଟକିଲେ । 8. ଆଉ, ସେମାନଙ୍କ ଚତୁର୍ଦ୍ଦିଗସ୍ଥ ପକ୍ଷ ତଳେ ମନୁଷ୍ୟର ହସ୍ତ ତୁଲ୍ୟ ହସ୍ତ ଥିଲା; ପୁଣି, ସେହି ଚାରି ପ୍ରାଣୀର ମୁଖ ଓ ସେମାନଙ୍କର ପକ୍ଷ ଏହି ପ୍ରକାର ଥିଲା, ଯଥା; 9. ସେମାନଙ୍କର ପକ୍ଷ ଏକଆରେକର ସଂଯୁକ୍ତ; ସେମାନେ ଗମନ କରିବା ବେଳେ ଫେରିଲେ ନାହିଁ; ପ୍ରତ୍ୟେକେ ସମ୍ମୁଖ ଆଡ଼େ ଗମନ କଲେ । 10. ସେମାନଙ୍କ ମୁଖର ଆକୃତି ଏହିରୂପ, ଯଥା ସେମାନଙ୍କର ଗୋଟିଏ ମନୁଷ୍ୟର ମୁଖ ଥିଲା; ଆଉ, ଦକ୍ଷିଣ ଦିଗରେ ଚାରି ପ୍ରାଣୀର ସିଂହ ମୁଖ ଓ ବାମ ଦିଗରେ ଚାରି ପ୍ରାଣୀର ଗୋରୁର ମୁଖ ଥିଲା; ସେହି ଚାରି ପ୍ରାଣୀର ମଧ୍ୟ ଉତ୍କ୍ରୋଶ ପକ୍ଷୀର ମୁଖ ଥିଲା । 11. ପୁଣି, ଉପର ଭାଗରେ ସେମାନଙ୍କର ମୁଖ ଓ ପକ୍ଷ ବିଭିନ୍ନ ଥିଲା; ପ୍ରତ୍ୟେକର ଦୁଇ ଦୁଇ ପକ୍ଷ ଏକଆରେକର ସଂଯୁକ୍ତ ଥିଲା ଓ ଦୁଇ ଦୁଇ ପକ୍ଷ ସେମାନଙ୍କର ଶରୀର ଆଚ୍ଛାଦନ କଲା । 12. ପୁଣି, ସେମାନେ ପ୍ରତ୍ୟେକେ ସମ୍ମୁଖଆଡ଼େ ଗମନ କଲେ; ଯେଉଁଆଡ଼େ ଯିବାକୁ ଆତ୍ମାର ଇଚ୍ଛା ହେଲା, ସେହିଆଡ଼େ ସେମାନେ ଗମନ କଲେ; ଗମନ କାଳରେ ସେମାନେ ଫେରିଲେ ନାହିଁ । 13. ଏହି ଜୀବିତ ପ୍ରାଣୀମାନଙ୍କ ଆକୃତି ପ୍ରଜ୍ଵଳିତ ଅଙ୍ଗାର ଓ ମଶାଲ ସଦୃଶ ଥିଲା; ତାହା ଜୀବିତ ପ୍ରାଣୀ-ମାନଙ୍କ ମଧ୍ୟରେ ଗମନାଗମନ କଲା ଓ ସେହି ଅଗ୍ନି ତେଜୋମୟ ଓ ସେହି ଅଗ୍ନିରୁ ବିଦ୍ୟୁତ୍ ନିର୍ଗତ ହେଲା । 14. ପୁଣି, ସେହି ଜୀବିତ ପ୍ରାଣୀଗଣ ବିଦ୍ୟୁତ୍ର ଆଭା ସଦୃଶ ଦୌଡ଼ିଲେ ଓ ଫେରିଲେ । 15. ମୁଁ ସେହି ଜୀବିତ ପ୍ରାଣୀମାନଙ୍କୁ ଦର୍ଶନ କଲା ବେଳେ, ଦେଖ, ସେହି ଜୀବିତ ପ୍ରାଣୀମାନଙ୍କ ପାର୍ଶ୍ଵରେ ସେମାନଙ୍କ ଚାରି ମୁଖର ପ୍ରତ୍ୟେକର ପାଇଁ ଭୂମି ଉପରେ ଗୋଟିଏ ଗୋଟିଏ ଚକ୍ର ଥିଲା । 16. ସେହି ଚାରି ଚକ୍ରର ଆକୃତି ଓ ରଚନା ବୈଦୁର୍ଯ୍ୟମଣିର ଆଭା ତୁଲ୍ୟ ଓ ଚାରିର ରୂପ ଏକ ପ୍ରକାର; ପୁଣି, ସେମାନଙ୍କର ଆକୃତି ଓ ରଚନା ଚକ୍ର ମଧ୍ୟରେ ଚକ୍ର ପରି ଥିଲା । 17. ଗମନ କଲା ବେଳେ ସେହି ଚାରି ଚକ୍ର ଆପଣା ଆପଣାର ଚାରି ପାର୍ଶ୍ଵରେ ଗମନ କଲେ, ଗମନ କଲା ବେଳେ ସେମାନେ ଫେରିଲେ ନାହିଁ । 18. ସେମାନଙ୍କର ଘେର ଉଚ୍ଚ ଓ ଭୟଙ୍କର; ପୁଣି, ସେମାନଙ୍କର ସେହି ଚାରି ଘେରର ଚତୁର୍ଦ୍ଦିଗ ଚକ୍ଷୁରେ ପରିପୂର୍ଣ୍ଣ ଥିଲା । 19. ଆଉ, ସେହି ଜୀବିତ ପ୍ରାଣୀମାନେ ଗମନ କରିବା ବେଳେ ସେହି ଚକ୍ରସବୁ ସେମାନଙ୍କ ପାର୍ଶ୍ଵରେ ଚଳିଲେ; ପୁଣି, ଜୀବିତ ପ୍ରାଣୀମାନେ ଭୂମିରୁ ଉତ୍ଥାପିତ ହେବା ବେଳେ ଚକ୍ରସବୁ ହିଁ ଉତ୍ଥାପିତ ହେଲେ । 20. ଯେକୌଣସି ସ୍ଥାନକୁ ଯିବାର ଆତ୍ମାର ଇଚ୍ଛା, ସେସ୍ଥାନକୁ ସେମାନେ ଗଲେ; ଗମନ କରିବାକୁ ଆତ୍ମାର ଇଚ୍ଛା ହେଲେ ସେମାନଙ୍କ ପାର୍ଶ୍ଵରେ ଚକ୍ରସବୁ ଉଠିଲେ; କାରଣ ଜୀବିତ ପ୍ରାଣୀର ଆତ୍ମା ଚକ୍ରରେ ଥିଲା । 21. ସେମାନେ ଗମନ କଲା ବେଳେ ଏମାନେ ଗମନ କଲେ ଓ ସେମାନେ ଠିଆ ହେବା ବେଳେ ଏମାନେ ଠିଆ ହେଲେ; ଆଉ, ସେମାନେ ଭୂମିରୁ ଉତ୍ଥାପିତ ହେବା ବେଳେ ସେମାନଙ୍କ ପାର୍ଶ୍ଵରେ ଚକ୍ରସବୁ ଉତ୍ଥାପିତ ହେଲେ; କାରଣ ଜୀବିତ ପ୍ରାଣୀର ଆତ୍ମା ଚକ୍ରରେ ଥିଲା । 22. ପୁଣି, ସେହି ଜୀବିତ ପ୍ରାଣୀର ମସ୍ତକ ଉପରେ ଶୂନ୍ୟର ଏକ ଆକୃତି ଥିଲା, ତାହା ଭୟଙ୍କର ସ୍ପଟିକ ତୁଲ୍ୟ ଆଭାବିଶିଷ୍ଟ ହୋଇ ସେମାନଙ୍କ ମସ୍ତକର ଊର୍ଦ୍ଧ୍ଵରେ ବିସ୍ତାରିତ ଥିଲା । 23. ଆଉ, ସେହି ଶୂନ୍ୟର ତଳେ ସେମାନଙ୍କର ପକ୍ଷସବୁ ଏକଆରେକର ଆଡ଼େ ପ୍ରସାରିତ ହୋଇ ସମାନ ଥିଲା; ପ୍ରତ୍ୟେକର ଗାତ୍ର ଆଚ୍ଛାଦନ କରିବା ପାଇଁ ଏପାଖରେ ଦୁଇ ଓ ପ୍ରତ୍ୟେକର ଗାତ୍ର ଆଚ୍ଛାଦନ କରିବା ପାଇଁ ସେପାଖରେ ଦୁଇ ପକ୍ଷ ଥିଲା । 24. ଆଉ, ସେମାନେ ଗମନ କରିବା ବେଳେ ମୁଁ ସେମାନଙ୍କ ପକ୍ଷର ଶଦ୍ଦ ଶୁଣିଲି, ତାହା ମହା ଜଳରାଶିର କଲ୍ଲୋଳ ତୁଲ୍ୟ, ସର୍ବଶକ୍ତିମାନଙ୍କର ରବ ତୁଲ୍ୟ, ସୈନ୍ୟଦଳର ଶଦ୍ଦ ତୁଲ୍ୟ କୋଳାହଳ ଶଦ୍ଦ; ସେମାନେ ଠିଆ ହେବା ବେଳେ ଆପଣା ଆପଣା ପକ୍ଷ ସଙ୍କୋଚ କଲେ । 25. ପୁଣି, ସେମାନଙ୍କର ମସ୍ତକର ଉପରିସ୍ଥ ଶୂନ୍ୟର ଉପରେ ଏକ ରବ ହେଲା; ସେମାନେ ଠିଆ ହେବା ବେଳେ ଆପଣା ଆପଣା ପକ୍ଷ ସଙ୍କୋଚ କଲେ । 26. ପୁଣି, ସେମାନଙ୍କ ମସ୍ତକର ଉପରିସ୍ଥ ଶୂନ୍ୟର ଊର୍ଦ୍ଧ୍ଵରେ ନୀଳକା; ମଣି ସଦୃଶ ଏକ ସିଂହାସନର ଆକୃତି ଥିଲା; ଆଉ, ସେହି ସିଂହାସନର ଆକୃତି ଉପରେ ମନୁଷ୍ୟ ସଦୃଶ୍ୟ ଏକ ଆକୃତି ତହିଁର ଊର୍ଦ୍ଧ୍ଵ ଭାଗରେ ଥିଲା । 27. ଆଉ, ମୁଁ ତାହାଙ୍କ କଟିଦେଶର ଆକୃତି ଓ ତହିଁର ଊର୍ଦ୍ଧ୍ଵରୁ, ତହିଁର ଭିତରେ ଓ ଚତୁର୍ଦ୍ଦିଗରେ ଅଗ୍ନି ସଦୃଶ ଉତ୍ତପ୍ତ ଧାତୁର ଆଭା ତୁଲ୍ୟ ଆଭା ଦେଖିଲି ଓ ତାହାଙ୍କ କଟିଦେଶର ଆକୃତିଠାରୁ ତଳ ପର୍ଯ୍ୟନ୍ତ ଅଗ୍ନି ସଦୃଶ ଆଭା ଦେଖିଲି ଓ ତାହାଙ୍କ ଚତୁର୍ଦ୍ଦିଗରେ ତେଜ ଥିଲା । 28. ବୃଷ୍ଟି ଦିନରେ ମେଘରେ ଧନୁର ଯେପରି ଆଭା, ସେପରି ସେହି ଚତୁର୍ଦ୍ଦିଗସ୍ଥ ତେଜ ଥିଲା । ଏହା ସଦାପ୍ରଭୁଙ୍କ ପ୍ରତାପର ମୂର୍ତ୍ତିର ଆଭା । ପୁଣି, ମୁଁ ତାହା ଦେଖି ମୁହଁ ମାଡ଼ି ପଡ଼ିଲି, ତହିଁରେ ମୁଁ ବାକ୍ୟବାଦୀ ଏକ ବ୍ୟକ୍ତିଙ୍କର ରବ ଶୁଣିଲି ।
  • ଯିହିଜିକଲ ଅଧ୍ୟାୟ 1  
  • ଯିହିଜିକଲ ଅଧ୍ୟାୟ 2  
  • ଯିହିଜିକଲ ଅଧ୍ୟାୟ 3  
  • ଯିହିଜିକଲ ଅଧ୍ୟାୟ 4  
  • ଯିହିଜିକଲ ଅଧ୍ୟାୟ 5  
  • ଯିହିଜିକଲ ଅଧ୍ୟାୟ 6  
  • ଯିହିଜିକଲ ଅଧ୍ୟାୟ 7  
  • ଯିହିଜିକଲ ଅଧ୍ୟାୟ 8  
  • ଯିହିଜିକଲ ଅଧ୍ୟାୟ 9  
  • ଯିହିଜିକଲ ଅଧ୍ୟାୟ 10  
  • ଯିହିଜିକଲ ଅଧ୍ୟାୟ 11  
  • ଯିହିଜିକଲ ଅଧ୍ୟାୟ 12  
  • ଯିହିଜିକଲ ଅଧ୍ୟାୟ 13  
  • ଯିହିଜିକଲ ଅଧ୍ୟାୟ 14  
  • ଯିହିଜିକଲ ଅଧ୍ୟାୟ 15  
  • ଯିହିଜିକଲ ଅଧ୍ୟାୟ 16  
  • ଯିହିଜିକଲ ଅଧ୍ୟାୟ 17  
  • ଯିହିଜିକଲ ଅଧ୍ୟାୟ 18  
  • ଯିହିଜିକଲ ଅଧ୍ୟାୟ 19  
  • ଯିହିଜିକଲ ଅଧ୍ୟାୟ 20  
  • ଯିହିଜିକଲ ଅଧ୍ୟାୟ 21  
  • ଯିହିଜିକଲ ଅଧ୍ୟାୟ 22  
  • ଯିହିଜିକଲ ଅଧ୍ୟାୟ 23  
  • ଯିହିଜିକଲ ଅଧ୍ୟାୟ 24  
  • ଯିହିଜିକଲ ଅଧ୍ୟାୟ 25  
  • ଯିହିଜିକଲ ଅଧ୍ୟାୟ 26  
  • ଯିହିଜିକଲ ଅଧ୍ୟାୟ 27  
  • ଯିହିଜିକଲ ଅଧ୍ୟାୟ 28  
  • ଯିହିଜିକଲ ଅଧ୍ୟାୟ 29  
  • ଯିହିଜିକଲ ଅଧ୍ୟାୟ 30  
  • ଯିହିଜିକଲ ଅଧ୍ୟାୟ 31  
  • ଯିହିଜିକଲ ଅଧ୍ୟାୟ 32  
  • ଯିହିଜିକଲ ଅଧ୍ୟାୟ 33  
  • ଯିହିଜିକଲ ଅଧ୍ୟାୟ 34  
  • ଯିହିଜିକଲ ଅଧ୍ୟାୟ 35  
  • ଯିହିଜିକଲ ଅଧ୍ୟାୟ 36  
  • ଯିହିଜିକଲ ଅଧ୍ୟାୟ 37  
  • ଯିହିଜିକଲ ଅଧ୍ୟାୟ 38  
  • ଯିହିଜିକଲ ଅଧ୍ୟାୟ 39  
  • ଯିହିଜିକଲ ଅଧ୍ୟାୟ 40  
  • ଯିହିଜିକଲ ଅଧ୍ୟାୟ 41  
  • ଯିହିଜିକଲ ଅଧ୍ୟାୟ 42  
  • ଯିହିଜିକଲ ଅଧ୍ୟାୟ 43  
  • ଯିହିଜିକଲ ଅଧ୍ୟାୟ 44  
  • ଯିହିଜିକଲ ଅଧ୍ୟାୟ 45  
  • ଯିହିଜିକଲ ଅଧ୍ୟାୟ 46  
  • ଯିହିଜିକଲ ଅଧ୍ୟାୟ 47  
  • ଯିହିଜିକଲ ଅଧ୍ୟାୟ 48  
×

Alert

×

Oriya Letters Keypad References