ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିହିଜିକଲ

Notes

No Verse Added

ଯିହିଜିକଲ ଅଧ୍ୟାୟ 19

1. ଆହୁରି, ତୁମ୍ଭେ ଇସ୍ରାଏଲର ଅଧିପତିଗଣ ବିଷୟରେ ବିଳାପ କରି କୁହ, 2. ତୁମ୍ଭର ମାତା କଅଣ ଥିଲା? ସେ ତ ସିଂହୀ; ସେ ସିଂହଗଣ ମଧ୍ୟରେ ଶୟନ କଲା, ଯୁବା ସିଂହଗଣ ମଧ୍ୟରେ ଆପଣା ଛୁଆମାନଙ୍କୁ ପ୍ରତିପାଳନ କଲା । 3. ତାହାର ପ୍ରତିପାଳିତ ଛୁଆମାନଙ୍କ ମଧ୍ୟରୁ ଗୋଟିଏ ଛୁଆ ଯୁବା ସିଂହ ହେଲା; ସେ ମୃଗୟା କରିବାକୁ ଶିଖିଲା, ସେ ମନୁଷ୍ୟମାନଙ୍କୁ ଗ୍ରାସ କଲା । 4. ନାନା ଦେଶୀୟମାନେ ତାହାର ବିଷୟ ଶୁଣିଲେ, ସେମାନଙ୍କର ଗର୍ତ୍ତରେ ସେ ଧରା ପଡ଼ିଲା ଓ ସେମାନେ ଅଙ୍କୁଶ ଦ୍ଵାରା ତାହାକୁ ମିସର ଦେଶକୁ ଆଣିଲେ । 5. ଅପେକ୍ଷା କରି ଆପଣା ଆପଣା ଆଶା ବିଫଳ ହେବାର ଦେଖି ସେ ଆପଣା ଛୁଆମାନଙ୍କ ମଧ୍ୟରୁ ଆଉ ଗୋଟିଏ ନେଇ ତାକୁ ଯୁବା ସିଂହ କଲା । 6. ପୁଣି, ସେ ସିଂହମାନଙ୍କ ମଧ୍ୟରେ ଗତାୟାତ କରି ଯୁବା ସିଂହ ହୋଇ ଉଠିଲା; ଆହୁରି ସେ ମୃଗୟା କରିବାକୁ ଶିଖିଲା, ସେ ମନୁଷ୍ୟମାନଙ୍କୁ ଗ୍ରାସ କଲା । 7. ଆଉ, ସେ ସେମାନଙ୍କର ଅଟ୍ଟାଳିକାସବୁ ଜାଣିଲା ଓ ସେମାନଙ୍କର ନଗରସବୁ ଉଜାଡ଼ କଲା; ଆଉ, ତାହାର ଗର୍ଜନର ଶଦ୍ଦ ସକାଶୁ ଦେଶ ଓ ତହିଁର ପୂର୍ଣ୍ଣତାସକଳ ଶୂନ୍ୟ ହେଲା । 8. ତହିଁରେ ନାନା ପ୍ରଦେଶରୁ ଗୋଷ୍ଠୀୟମାନେ ଆସି ତାହାର ବିରୁଦ୍ଧରେ ଚାରିଆଡ଼େ ଉଠିଲେ; ଆଉ, ସେମାନେ ତାହାର ଉପରେ ଆପଣାମାନଙ୍କର ଜାଲ ପ୍ରସାରିଲେ; ସେ ସେମାନଙ୍କ ଗର୍ତ୍ତରେ ଧରା ପଡ଼ିଲା । 9. ଆଉ, ସେମାନେ ତାକୁ ଅଙ୍କୁଶ ଦ୍ଵାରା ପିଞ୍ଜରରେ ରଖି ବାବିଲ ରାଜା ନିକଟକୁ ନେଇଗଲେ; ଇସ୍ରାଏଲର ପର୍ବତସମୂହରେ ତାହାର ହୁଙ୍କାର ଶଦ୍ଦ ଯେପରି ଆଉ ଶୁଣା ନ ଯାଏ, ଏଥିପାଇଁ ସେମାନେ ତାହାକୁ ଦୃଢ଼ ଗଡ଼ ମଧ୍ୟକୁ ନେଇଗଲେ । 10. ତୁମ୍ଭର ରକ୍ତରେ ତୁମ୍ଭର ମାତା ଜଳରାଶି ନିକଟରେ ରୋପିତ ଦ୍ରାକ୍ଷାଲତା ସ୍ଵରୂପ ଥିଲା; ଅନେକ ଜଳ ସକାଶୁ ସେ ଫଳବତୀ ଓ ଶାଖାରେ ପରିପୂର୍ଣ୍ଣ ଥିଲା । 11. ପୁଣି, କର୍ତ୍ତୃତ୍ଵକାରୀମାନଙ୍କର ରାଜଦଣ୍ତ ହେବା ନିମନ୍ତେ ତାହାର ଶାଖାସବୁ ଦୃଢ଼ ହୋଇଥିଲା, ଗହଳ ଶାଖାମାନର ମଧ୍ୟରେ ସେସବୁ ଦୀର୍ଘତାରେ ଉଚ୍ଚୀକୃତ ହୋଇଥିଲା, ଆଉ ସେସବୁ ସ୍ଵ ଉଚ୍ଚତାରେ ଓ ଶାଖାର ବାହୁଲ୍ୟରେ ଦେଖାଗଲା । 12. ମାତ୍ର କୋପରେ ସେ ଉତ୍ପାଟିତ ହେଲା, ଭୂମିରେ ନିକ୍ଷିପ୍ତ ହେଲା ଓ ପୂର୍ବୀୟ ବାୟୁ ତାହାର ଫଳ ଶୁଷ୍କ କଲା; ତାହାର ଦୃଢ଼ ଶାଖାସବୁ ଭଗ୍ନ ଓ ଶୁଷ୍କ ହେଲା; ଅଗ୍ନି ସେସବୁକୁ ଗ୍ରାସ କଲା । 13. ପୁଣି, ଏବେ ସେ ପ୍ରାନ୍ତର ମଧ୍ୟରେ ନିର୍ଜଳ ଓ ଶୁଷ୍କ ଭୂମିରେ ରୋପିତ ହୋଇଅଛି । 14. ଆଉ, ତାହାର ଶାଖା ଦଣ୍ତସମୂହରୁ ଅଗ୍ନି ନିର୍ଗତ ହୋଇ ତାହାର ଫଳ ଗ୍ରାସ କରିଅଛି; ଏହେତୁ ରାଜଦଣ୍ତ ହେବା ପାଇଁ ତାହାର ଗୋଟିଏ ଦୃଢ଼ ଶାଖା ନାହିଁ । ଏହା ବିଳାପର ବିଷୟ ଅଟେ ଓ ବିଳାପଜନକ ହେବ ।
1. ଆହୁରି, ତୁମ୍ଭେ ଇସ୍ରାଏଲର ଅଧିପତିଗଣ ବିଷୟରେ ବିଳାପ କରି କୁହ, .::. 2. ତୁମ୍ଭର ମାତା କଅଣ ଥିଲା? ସେ ତ ସିଂହୀ; ସେ ସିଂହଗଣ ମଧ୍ୟରେ ଶୟନ କଲା, ଯୁବା ସିଂହଗଣ ମଧ୍ୟରେ ଆପଣା ଛୁଆମାନଙ୍କୁ ପ୍ରତିପାଳନ କଲା । .::. 3. ତାହାର ପ୍ରତିପାଳିତ ଛୁଆମାନଙ୍କ ମଧ୍ୟରୁ ଗୋଟିଏ ଛୁଆ ଯୁବା ସିଂହ ହେଲା; ସେ ମୃଗୟା କରିବାକୁ ଶିଖିଲା, ସେ ମନୁଷ୍ୟମାନଙ୍କୁ ଗ୍ରାସ କଲା । .::. 4. ନାନା ଦେଶୀୟମାନେ ତାହାର ବିଷୟ ଶୁଣିଲେ, ସେମାନଙ୍କର ଗର୍ତ୍ତରେ ସେ ଧରା ପଡ଼ିଲା ଓ ସେମାନେ ଅଙ୍କୁଶ ଦ୍ଵାରା ତାହାକୁ ମିସର ଦେଶକୁ ଆଣିଲେ । .::. 5. ଅପେକ୍ଷା କରି ଆପଣା ଆପଣା ଆଶା ବିଫଳ ହେବାର ଦେଖି ସେ ଆପଣା ଛୁଆମାନଙ୍କ ମଧ୍ୟରୁ ଆଉ ଗୋଟିଏ ନେଇ ତାକୁ ଯୁବା ସିଂହ କଲା । .::. 6. ପୁଣି, ସେ ସିଂହମାନଙ୍କ ମଧ୍ୟରେ ଗତାୟାତ କରି ଯୁବା ସିଂହ ହୋଇ ଉଠିଲା; ଆହୁରି ସେ ମୃଗୟା କରିବାକୁ ଶିଖିଲା, ସେ ମନୁଷ୍ୟମାନଙ୍କୁ ଗ୍ରାସ କଲା । .::. 7. ଆଉ, ସେ ସେମାନଙ୍କର ଅଟ୍ଟାଳିକାସବୁ ଜାଣିଲା ଓ ସେମାନଙ୍କର ନଗରସବୁ ଉଜାଡ଼ କଲା; ଆଉ, ତାହାର ଗର୍ଜନର ଶଦ୍ଦ ସକାଶୁ ଦେଶ ଓ ତହିଁର ପୂର୍ଣ୍ଣତାସକଳ ଶୂନ୍ୟ ହେଲା । .::. 8. ତହିଁରେ ନାନା ପ୍ରଦେଶରୁ ଗୋଷ୍ଠୀୟମାନେ ଆସି ତାହାର ବିରୁଦ୍ଧରେ ଚାରିଆଡ଼େ ଉଠିଲେ; ଆଉ, ସେମାନେ ତାହାର ଉପରେ ଆପଣାମାନଙ୍କର ଜାଲ ପ୍ରସାରିଲେ; ସେ ସେମାନଙ୍କ ଗର୍ତ୍ତରେ ଧରା ପଡ଼ିଲା । .::. 9. ଆଉ, ସେମାନେ ତାକୁ ଅଙ୍କୁଶ ଦ୍ଵାରା ପିଞ୍ଜରରେ ରଖି ବାବିଲ ରାଜା ନିକଟକୁ ନେଇଗଲେ; ଇସ୍ରାଏଲର ପର୍ବତସମୂହରେ ତାହାର ହୁଙ୍କାର ଶଦ୍ଦ ଯେପରି ଆଉ ଶୁଣା ନ ଯାଏ, ଏଥିପାଇଁ ସେମାନେ ତାହାକୁ ଦୃଢ଼ ଗଡ଼ ମଧ୍ୟକୁ ନେଇଗଲେ । .::. 10. ତୁମ୍ଭର ରକ୍ତରେ ତୁମ୍ଭର ମାତା ଜଳରାଶି ନିକଟରେ ରୋପିତ ଦ୍ରାକ୍ଷାଲତା ସ୍ଵରୂପ ଥିଲା; ଅନେକ ଜଳ ସକାଶୁ ସେ ଫଳବତୀ ଓ ଶାଖାରେ ପରିପୂର୍ଣ୍ଣ ଥିଲା । .::. 11. ପୁଣି, କର୍ତ୍ତୃତ୍ଵକାରୀମାନଙ୍କର ରାଜଦଣ୍ତ ହେବା ନିମନ୍ତେ ତାହାର ଶାଖାସବୁ ଦୃଢ଼ ହୋଇଥିଲା, ଗହଳ ଶାଖାମାନର ମଧ୍ୟରେ ସେସବୁ ଦୀର୍ଘତାରେ ଉଚ୍ଚୀକୃତ ହୋଇଥିଲା, ଆଉ ସେସବୁ ସ୍ଵ ଉଚ୍ଚତାରେ ଓ ଶାଖାର ବାହୁଲ୍ୟରେ ଦେଖାଗଲା । .::. 12. ମାତ୍ର କୋପରେ ସେ ଉତ୍ପାଟିତ ହେଲା, ଭୂମିରେ ନିକ୍ଷିପ୍ତ ହେଲା ଓ ପୂର୍ବୀୟ ବାୟୁ ତାହାର ଫଳ ଶୁଷ୍କ କଲା; ତାହାର ଦୃଢ଼ ଶାଖାସବୁ ଭଗ୍ନ ଓ ଶୁଷ୍କ ହେଲା; ଅଗ୍ନି ସେସବୁକୁ ଗ୍ରାସ କଲା । .::. 13. ପୁଣି, ଏବେ ସେ ପ୍ରାନ୍ତର ମଧ୍ୟରେ ନିର୍ଜଳ ଓ ଶୁଷ୍କ ଭୂମିରେ ରୋପିତ ହୋଇଅଛି । .::. 14. ଆଉ, ତାହାର ଶାଖା ଦଣ୍ତସମୂହରୁ ଅଗ୍ନି ନିର୍ଗତ ହୋଇ ତାହାର ଫଳ ଗ୍ରାସ କରିଅଛି; ଏହେତୁ ରାଜଦଣ୍ତ ହେବା ପାଇଁ ତାହାର ଗୋଟିଏ ଦୃଢ଼ ଶାଖା ନାହିଁ । ଏହା ବିଳାପର ବିଷୟ ଅଟେ ଓ ବିଳାପଜନକ ହେବ । .::.
  • ଯିହିଜିକଲ ଅଧ୍ୟାୟ 1  
  • ଯିହିଜିକଲ ଅଧ୍ୟାୟ 2  
  • ଯିହିଜିକଲ ଅଧ୍ୟାୟ 3  
  • ଯିହିଜିକଲ ଅଧ୍ୟାୟ 4  
  • ଯିହିଜିକଲ ଅଧ୍ୟାୟ 5  
  • ଯିହିଜିକଲ ଅଧ୍ୟାୟ 6  
  • ଯିହିଜିକଲ ଅଧ୍ୟାୟ 7  
  • ଯିହିଜିକଲ ଅଧ୍ୟାୟ 8  
  • ଯିହିଜିକଲ ଅଧ୍ୟାୟ 9  
  • ଯିହିଜିକଲ ଅଧ୍ୟାୟ 10  
  • ଯିହିଜିକଲ ଅଧ୍ୟାୟ 11  
  • ଯିହିଜିକଲ ଅଧ୍ୟାୟ 12  
  • ଯିହିଜିକଲ ଅଧ୍ୟାୟ 13  
  • ଯିହିଜିକଲ ଅଧ୍ୟାୟ 14  
  • ଯିହିଜିକଲ ଅଧ୍ୟାୟ 15  
  • ଯିହିଜିକଲ ଅଧ୍ୟାୟ 16  
  • ଯିହିଜିକଲ ଅଧ୍ୟାୟ 17  
  • ଯିହିଜିକଲ ଅଧ୍ୟାୟ 18  
  • ଯିହିଜିକଲ ଅଧ୍ୟାୟ 19  
  • ଯିହିଜିକଲ ଅଧ୍ୟାୟ 20  
  • ଯିହିଜିକଲ ଅଧ୍ୟାୟ 21  
  • ଯିହିଜିକଲ ଅଧ୍ୟାୟ 22  
  • ଯିହିଜିକଲ ଅଧ୍ୟାୟ 23  
  • ଯିହିଜିକଲ ଅଧ୍ୟାୟ 24  
  • ଯିହିଜିକଲ ଅଧ୍ୟାୟ 25  
  • ଯିହିଜିକଲ ଅଧ୍ୟାୟ 26  
  • ଯିହିଜିକଲ ଅଧ୍ୟାୟ 27  
  • ଯିହିଜିକଲ ଅଧ୍ୟାୟ 28  
  • ଯିହିଜିକଲ ଅଧ୍ୟାୟ 29  
  • ଯିହିଜିକଲ ଅଧ୍ୟାୟ 30  
  • ଯିହିଜିକଲ ଅଧ୍ୟାୟ 31  
  • ଯିହିଜିକଲ ଅଧ୍ୟାୟ 32  
  • ଯିହିଜିକଲ ଅଧ୍ୟାୟ 33  
  • ଯିହିଜିକଲ ଅଧ୍ୟାୟ 34  
  • ଯିହିଜିକଲ ଅଧ୍ୟାୟ 35  
  • ଯିହିଜିକଲ ଅଧ୍ୟାୟ 36  
  • ଯିହିଜିକଲ ଅଧ୍ୟାୟ 37  
  • ଯିହିଜିକଲ ଅଧ୍ୟାୟ 38  
  • ଯିହିଜିକଲ ଅଧ୍ୟାୟ 39  
  • ଯିହିଜିକଲ ଅଧ୍ୟାୟ 40  
  • ଯିହିଜିକଲ ଅଧ୍ୟାୟ 41  
  • ଯିହିଜିକଲ ଅଧ୍ୟାୟ 42  
  • ଯିହିଜିକଲ ଅଧ୍ୟାୟ 43  
  • ଯିହିଜିକଲ ଅଧ୍ୟାୟ 44  
  • ଯିହିଜିକଲ ଅଧ୍ୟାୟ 45  
  • ଯିହିଜିକଲ ଅଧ୍ୟାୟ 46  
  • ଯିହିଜିକଲ ଅଧ୍ୟାୟ 47  
  • ଯିହିଜିକଲ ଅଧ୍ୟାୟ 48  
Common Bible Languages
West Indian Languages
×

Alert

×

oriya Letters Keypad References