ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆଦି ପୁସ୍ତକ

Notes

No Verse Added

ଆଦି ପୁସ୍ତକ ଅଧ୍ୟାୟ 21

1. ଅନନ୍ତର ସଦାପ୍ରଭୁ ଆପଣା ବାକ୍ୟାନୁସାରେ ସାରାର ତତ୍ତ୍ଵାବଧାନ କଲେ; ପୁଣି ସଦାପ୍ରଭୁ ଯାହା କହିଥିଲେ, ସାରା ପ୍ରତି ତାହା କଲେ । 2. ତହିଁରେ ସାରା ଅବ୍ରହାମଙ୍କର ବୃଦ୍ଧାବସ୍ଥାରେ ଗର୍ଭବତୀ ହୋଇ ପରମେଶ୍ଵରଙ୍କ ଦ୍ଵାରା ନିରୂପିତ ସମୟରେ ପୁତ୍ର ପ୍ରସବ କଲେ । 3. ସେତେବେଳେ ଅବ୍ରହାମ ସାରାର ଗର୍ଭଜାତ ନିଜ ପୁତ୍ରର ନାମ ଇସ୍‍ହାକ (ହାସ୍ୟ) ରଖିଲେ । 4. ପୁଣି ଅବ୍ରହାମ ପରମେଶ୍ଵରଙ୍କ ଆଜ୍ଞାନୁସାରେ ଆପଣା ପୁତ୍ର ଇସ୍‍ହାକକୁ ଆଠ ଦିନ ବୟସରେ ସୁନ୍ନତ କଲେ । 5. ଅବ୍ରହାମଙ୍କର ଶହେ ବର୍ଷ ବୟସରେ ତାଙ୍କର ପୁତ୍ର ଇସ୍‍ହାକ ଜାତ ହେଲା । 6. ଆଉ ସାରା କହିଲେ, ପରମେଶ୍ଵର ମୋତେ ହସାଇଲେ, ଏହା ଶୁଣି ସମସ୍ତେ ମୋʼ ସହିତ ହସିବେ । 7. ସେ ଆହୁରି କହିଲେ, ସାରା ସନ୍ତାନମାନଙ୍କୁ ସ୍ତନପାନ କରାଇବ, ଏକଥା ଅବ୍ରହାମଙ୍କୁ କିଏ କହିପାରନ୍ତା? ଯେହେତୁ ମୁଁ ଏବେ ତାଙ୍କର ବୃଦ୍ଧାବସ୍ଥାରେ ପୁତ୍ର ପ୍ରସବ କଲି । 8. ଆଉ ବାଳକ ବଡ଼ ହୁଅନ୍ତେ, ସେମାନେ ତାକୁ ସ୍ତନପାନ ତ୍ୟାଗ କରାଇଲେ; ପୁଣି ଯେଉଁ ଦିନ ଇସ୍‍ହାକକୁ ସ୍ତନପାନ ତ୍ୟାଗ କରାଇଲେ, ସେହି ଦିନ ଅବ୍ରହାମ ମହାଭୋଜ ପ୍ରସ୍ତୁତ କଲେ । 9. ଅନନ୍ତର ମିସରୀୟା ହାଗାର ଅବ୍ରହାମଙ୍କ ନିମନ୍ତେ ଯେଉଁ ପୁତ୍ର ଜନ୍ମ କରିଥିଲା, ସାରା ଦେଖିଲା, ସେ ପରିହାସ କରୁଅଛି । 10. ଏହେତୁ ସେ ଅବ୍ରହାମଙ୍କୁ କହିଲା, ତୁମ୍ଭେ ଏହି ଦାସୀକି ଓ ଏହାର ପୁତ୍ରକୁ ଦୂର କରି ଦିଅ; କାରଣ ଏହି ଦାସୀପୁତ୍ର ମୋହର ପୁତ୍ର ଇସ୍‍ହାକ ସହିତ ଉତ୍ତରାଧିକାରୀ ହେବ ନାହିଁ । 11. ଏହି କଥା ଶୁଣି ଅବ୍ରହାମ ଆପଣା ପୁତ୍ର ସକାଶୁ ଅତି ଦୁଃଖିତ ହେଲେ । 12. ସେତେବେଳେ ପରମେଶ୍ଵର ଅବ୍ରହାମଙ୍କୁ କହିଲେ, ତୁମ୍ଭେ ଏହି ବାଳକ ଓ ତୁମ୍ଭ ଦାସୀ ନିମନ୍ତେ ଦୁଃଖିତ ହୁଅ ନାହିଁ; ସାରା ତୁମ୍ଭକୁ ଯାହା କହୁଅଛି, ତାହାର ସେହି କଥାରେ ମନୋଯୋଗ କର; ଯେହେତୁ ଇସ୍‍ହାକଠାରୁ ତୁମ୍ଭର ବଂଶ ବିଖ୍ୟାତ ହେବ । 13. ଆଉ ଏହି ଦାସୀପୁତ୍ର ତୁମ୍ଭର ବଂଶ, ଏଣୁ ଆମ୍ଭେ ତାହାଠାରୁ ଏକ ଗୋଷ୍ଠୀ ଉତ୍ପନ୍ନ କରିବା । 14. ଅନନ୍ତର ଅବ୍ରହାମ ପ୍ରଭାତରେ ଉଠି ରୋଟୀ ଓ ଜଳପୂର୍ଣ୍ଣ କୁମ୍ପା ଘେନି ହାଗାରର ସ୍କନ୍ଧରେ ଦେଇ ବାଳକକୁ ସମର୍ପଣ କରି ତାହାକୁ ବିଦାୟ କଲେ; ତହିଁରେ ସେ ପ୍ରସ୍ଥାନ କରି ବେର୍ଶେବା ନାମକ ପ୍ରାନ୍ତରରେ ପଥ ହରାଇଲା । 15. ପୁଣି କୁମ୍ପାର ଜଳ ଶେଷ ହୁଅନ୍ତେ, ହାଗାର ଗୋଟିଏ ବୁଦାର ମୂଳରେ ବାଳକକୁ ଛାଡ଼ି ଦେଲା । 16. ପୁଣି ସେ ତାହା ଆଗରୁ ଦୂରକୁ ତୀରେକ ପରିମାଣ ଯାଇ ବସିଲା; କାରଣ ସେ କହିଲା, ବାଳକର ମରଣ ମୁଁ ଦେଖିବି ନାହିଁ । ପୁଣି ସେ ତାହା ଆଗରେ ବସି ଉଚ୍ଚ ସ୍ଵରରେ ରୋଦନ କଲା । 17. ସେତେବେଳେ ପରମେଶ୍ଵର ବାଳକର ରବ ଶୁଣିଲେ; ପୁଣି ପରମେଶ୍ଵରଙ୍କ ଦୂତ ଆକାଶରୁ ଡାକି ହାଗାରକୁ କହିଲେ, ଆଗୋ ହାଗାର, ତୁମ୍ଭର କଅଣ ହେଲା? ଭୟ କର ନାହିଁ; କାରଣ ଯେଉଁ ସ୍ଥାନରେ ବାଳକ ଅଛି, ସେହି ସ୍ଥାନରେ ପରମେଶ୍ଵର ତାହାର ରବ ଶୁଣିଅଛନ୍ତି । 18. ତୁମ୍ଭେ ଠିଆ ହୋଇ ବାଳକକୁ ଉଠାଇ ହସ୍ତରେ ଧର; ଆମ୍ଭେ ତାହାଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା । 19. ସେତେବେଳେ ପରମେଶ୍ଵର ତାହାର ଚକ୍ଷୁ ପ୍ରସନ୍ନ କରନ୍ତେ, ସେ ସଜଳ କୂପ ଦେଖିବାକୁ ପାଇ ସେଠାକୁ ଯାଇ କୁମ୍ପାରେ ଜଳ ପୂରାଇ ବାଳକକୁ ପାନ କରାଇଲା । 20. ଅନନ୍ତର ପରମେଶ୍ଵର ବାଳକର ସହାୟ ହୁଅନ୍ତେ, ସେ ବଡ଼ ହେଲା, ପୁଣି ପ୍ରାନ୍ତରରେ ଥାଇ ଧନୁର୍ଦ୍ଧର ହେଲା । 21. ସେ ପାରଣ୍ ନାମକ ପ୍ରାନ୍ତରରେ ବସତି କଲା; ତହିଁ ଉତ୍ତାରେ ତାହାର ମାତା ଏକ ମିସର ଦେଶୀୟା କନ୍ୟା ସଙ୍ଗେ ତାହାର ବିବାହ ଦେଲା । 22. ଏହି ସମୟରେ ଅବିମେଲକ ଓ ଫୀଖୋଲ ନାମକ ତାଙ୍କର ସେନାପତି ଅବ୍ରହାମଙ୍କୁ କହିଲେ, ପରମେଶ୍ଵର ତୁମ୍ଭର ସବୁ କାର୍ଯ୍ୟରେ ସହାୟ ଅଟନ୍ତି । 23. ଏଣୁକରି ତୁମ୍ଭେ ଆମ୍ଭ ପ୍ରତି ଓ ଆମ୍ଭର ପୁତ୍ରପୌତ୍ର ପ୍ରତି ବିଶ୍ଵାସଘାତକତା କରିବ ନାହିଁ; ପୁଣି ଆମ୍ଭେ ତୁମ୍ଭ ପ୍ରତି ଯେପରି ଅନୁଗ୍ରହ କରିଅଛୁ, ତଦନୁସାରେ ତୁମ୍ଭେ ଆମ୍ଭ ପ୍ରତି ଓ ତୁମ୍ଭର ପ୍ରବାସ ସ୍ଥାନ ଏହି ଦେଶ ପ୍ରତି ଅନୁଗ୍ରହ କରିବ, ଆମ୍ଭ ଆଗରେ ପରମେଶ୍ଵରଙ୍କ ଶପଥ କରି ଏହି କଥା କୁହ । 24. ତହିଁରେ ଅବ୍ରହାମ କହିଲେ, ମୁଁ ଶପଥ କରିବି । 25. ଆଉ ଅବିମେଲକଙ୍କର ଦାସଗଣ ଅବ୍ରହାମଙ୍କର ଏକ ସଜଳ କୂପ ବଳରେ ଅଧିକାର କରିଥିଲେ, ତେଣୁକରି ଅବ୍ରହାମ ଅବିମେଲକଙ୍କୁ ଅନୁଯୋଗ କଲେ । 26. ତହିଁରେ ଅବିମେଲକ କହିଲେ, ଏ କର୍ମ କିଏ କଲା, ତାହା ଆମ୍ଭେ ଜାଣି ନାହୁଁ; ପୁଣି ତୁମ୍ଭେ ହିଁ ଆମ୍ଭକୁ ଜଣାଇ ନାହଁ; ଆମ୍ଭେ କେବଳ ଆଜି ଏ କଥା ଶୁଣିଲୁ । 27. ଅନନ୍ତର ଅବ୍ରହାମ ମେଷ ଓ ଗୋରୁ ଘେନି ଅବିମେଲକଙ୍କୁ ଦେଲେ, ପୁଣି ଦୁହେଁ ଗୋଟିଏ ନିୟମ ସ୍ଥିର କଲେ । 28. ଆଉ ଅବ୍ରହାମ ପଲରୁ ସାତଗୋଟା ମେଷବତ୍ସା ପୃଥକ କରି ରଖିଲେ । 29. ତହିଁରେ ଅବିମେଲକ ଅବ୍ରହାମଙ୍କୁ ପଚାରିଲେ, ତୁମ୍ଭେ କି ଅଭିପ୍ରାୟରେ ଏହି ସାତଗୋଟା ମେଷବତ୍ସା ପୃଥକ କରି ରଖିଲ? 30. ଅବ୍ରହାମ କହିଲେ, ମୁଁ ଯେ ଏହି କୂପ ଖୋଳିଅଛି, ତହିଁର ପ୍ରମାଣ ନିମନ୍ତେ ମୋʼଠାରୁ ଏହି ସାତଗୋଟା ମେଷବତ୍ସା ନେବାକୁ ହେବ । 31. ଏଣୁ ସେହି ସ୍ଥାନର ନାମ ବେର୍ଶେବା (ଶପଥ-କୂପ) ହେଲା, ଯେହେତୁ ସେହିଠାରେ ସେ ଦୁହେଁ ଶପଥ କଲେ । 32. ଏହିରୂପେ ସେମାନେ ବେର୍ଶେବା ନିକଟରେ ନିୟମ ସ୍ଥିର କରନ୍ତେ, ଅବିମେଲକ ଓ ଫୀଖୋଲ ନାମକ ତାଙ୍କର ସେନାପତି ଉଠି ପଲେଷ୍ଟୀୟମାନଙ୍କ ଦେଶକୁ ଫେରିଗଲେ । 33. ଅନନ୍ତର ଅବ୍ରହାମ ସେହି ବେର୍ଶେବା ନିକଟରେ ଏକ ଝାଉଁ ବୃକ୍ଷ ରୋପଣ କରି ସେହି ସ୍ଥାନରେ ଅନାଦି ଅନ; ପରମେଶ୍ଵର ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ । 34. ପୁଣି ଅବ୍ରହାମ ପଲେଷ୍ଟୀୟମାନଙ୍କ ଦେଶରେ ବହୁ କାଳ ପ୍ରବାସ କଲେ ।
1. ଅନନ୍ତର ସଦାପ୍ରଭୁ ଆପଣା ବାକ୍ୟାନୁସାରେ ସାରାର ତତ୍ତ୍ଵାବଧାନ କଲେ; ପୁଣି ସଦାପ୍ରଭୁ ଯାହା କହିଥିଲେ, ସାରା ପ୍ରତି ତାହା କଲେ । .::. 2. ତହିଁରେ ସାରା ଅବ୍ରହାମଙ୍କର ବୃଦ୍ଧାବସ୍ଥାରେ ଗର୍ଭବତୀ ହୋଇ ପରମେଶ୍ଵରଙ୍କ ଦ୍ଵାରା ନିରୂପିତ ସମୟରେ ପୁତ୍ର ପ୍ରସବ କଲେ । .::. 3. ସେତେବେଳେ ଅବ୍ରହାମ ସାରାର ଗର୍ଭଜାତ ନିଜ ପୁତ୍ରର ନାମ ଇସ୍‍ହାକ (ହାସ୍ୟ) ରଖିଲେ । .::. 4. ପୁଣି ଅବ୍ରହାମ ପରମେଶ୍ଵରଙ୍କ ଆଜ୍ଞାନୁସାରେ ଆପଣା ପୁତ୍ର ଇସ୍‍ହାକକୁ ଆଠ ଦିନ ବୟସରେ ସୁନ୍ନତ କଲେ । .::. 5. ଅବ୍ରହାମଙ୍କର ଶହେ ବର୍ଷ ବୟସରେ ତାଙ୍କର ପୁତ୍ର ଇସ୍‍ହାକ ଜାତ ହେଲା । .::. 6. ଆଉ ସାରା କହିଲେ, ପରମେଶ୍ଵର ମୋତେ ହସାଇଲେ, ଏହା ଶୁଣି ସମସ୍ତେ ମୋʼ ସହିତ ହସିବେ । .::. 7. ସେ ଆହୁରି କହିଲେ, ସାରା ସନ୍ତାନମାନଙ୍କୁ ସ୍ତନପାନ କରାଇବ, ଏକଥା ଅବ୍ରହାମଙ୍କୁ କିଏ କହିପାରନ୍ତା? ଯେହେତୁ ମୁଁ ଏବେ ତାଙ୍କର ବୃଦ୍ଧାବସ୍ଥାରେ ପୁତ୍ର ପ୍ରସବ କଲି । .::. 8. ଆଉ ବାଳକ ବଡ଼ ହୁଅନ୍ତେ, ସେମାନେ ତାକୁ ସ୍ତନପାନ ତ୍ୟାଗ କରାଇଲେ; ପୁଣି ଯେଉଁ ଦିନ ଇସ୍‍ହାକକୁ ସ୍ତନପାନ ତ୍ୟାଗ କରାଇଲେ, ସେହି ଦିନ ଅବ୍ରହାମ ମହାଭୋଜ ପ୍ରସ୍ତୁତ କଲେ । .::. 9. ଅନନ୍ତର ମିସରୀୟା ହାଗାର ଅବ୍ରହାମଙ୍କ ନିମନ୍ତେ ଯେଉଁ ପୁତ୍ର ଜନ୍ମ କରିଥିଲା, ସାରା ଦେଖିଲା, ସେ ପରିହାସ କରୁଅଛି । .::. 10. ଏହେତୁ ସେ ଅବ୍ରହାମଙ୍କୁ କହିଲା, ତୁମ୍ଭେ ଏହି ଦାସୀକି ଓ ଏହାର ପୁତ୍ରକୁ ଦୂର କରି ଦିଅ; କାରଣ ଏହି ଦାସୀପୁତ୍ର ମୋହର ପୁତ୍ର ଇସ୍‍ହାକ ସହିତ ଉତ୍ତରାଧିକାରୀ ହେବ ନାହିଁ । .::. 11. ଏହି କଥା ଶୁଣି ଅବ୍ରହାମ ଆପଣା ପୁତ୍ର ସକାଶୁ ଅତି ଦୁଃଖିତ ହେଲେ । .::. 12. ସେତେବେଳେ ପରମେଶ୍ଵର ଅବ୍ରହାମଙ୍କୁ କହିଲେ, ତୁମ୍ଭେ ଏହି ବାଳକ ଓ ତୁମ୍ଭ ଦାସୀ ନିମନ୍ତେ ଦୁଃଖିତ ହୁଅ ନାହିଁ; ସାରା ତୁମ୍ଭକୁ ଯାହା କହୁଅଛି, ତାହାର ସେହି କଥାରେ ମନୋଯୋଗ କର; ଯେହେତୁ ଇସ୍‍ହାକଠାରୁ ତୁମ୍ଭର ବଂଶ ବିଖ୍ୟାତ ହେବ । .::. 13. ଆଉ ଏହି ଦାସୀପୁତ୍ର ତୁମ୍ଭର ବଂଶ, ଏଣୁ ଆମ୍ଭେ ତାହାଠାରୁ ଏକ ଗୋଷ୍ଠୀ ଉତ୍ପନ୍ନ କରିବା । .::. 14. ଅନନ୍ତର ଅବ୍ରହାମ ପ୍ରଭାତରେ ଉଠି ରୋଟୀ ଓ ଜଳପୂର୍ଣ୍ଣ କୁମ୍ପା ଘେନି ହାଗାରର ସ୍କନ୍ଧରେ ଦେଇ ବାଳକକୁ ସମର୍ପଣ କରି ତାହାକୁ ବିଦାୟ କଲେ; ତହିଁରେ ସେ ପ୍ରସ୍ଥାନ କରି ବେର୍ଶେବା ନାମକ ପ୍ରାନ୍ତରରେ ପଥ ହରାଇଲା । .::. 15. ପୁଣି କୁମ୍ପାର ଜଳ ଶେଷ ହୁଅନ୍ତେ, ହାଗାର ଗୋଟିଏ ବୁଦାର ମୂଳରେ ବାଳକକୁ ଛାଡ଼ି ଦେଲା । .::. 16. ପୁଣି ସେ ତାହା ଆଗରୁ ଦୂରକୁ ତୀରେକ ପରିମାଣ ଯାଇ ବସିଲା; କାରଣ ସେ କହିଲା, ବାଳକର ମରଣ ମୁଁ ଦେଖିବି ନାହିଁ । ପୁଣି ସେ ତାହା ଆଗରେ ବସି ଉଚ୍ଚ ସ୍ଵରରେ ରୋଦନ କଲା । .::. 17. ସେତେବେଳେ ପରମେଶ୍ଵର ବାଳକର ରବ ଶୁଣିଲେ; ପୁଣି ପରମେଶ୍ଵରଙ୍କ ଦୂତ ଆକାଶରୁ ଡାକି ହାଗାରକୁ କହିଲେ, ଆଗୋ ହାଗାର, ତୁମ୍ଭର କଅଣ ହେଲା? ଭୟ କର ନାହିଁ; କାରଣ ଯେଉଁ ସ୍ଥାନରେ ବାଳକ ଅଛି, ସେହି ସ୍ଥାନରେ ପରମେଶ୍ଵର ତାହାର ରବ ଶୁଣିଅଛନ୍ତି । .::. 18. ତୁମ୍ଭେ ଠିଆ ହୋଇ ବାଳକକୁ ଉଠାଇ ହସ୍ତରେ ଧର; ଆମ୍ଭେ ତାହାଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା । .::. 19. ସେତେବେଳେ ପରମେଶ୍ଵର ତାହାର ଚକ୍ଷୁ ପ୍ରସନ୍ନ କରନ୍ତେ, ସେ ସଜଳ କୂପ ଦେଖିବାକୁ ପାଇ ସେଠାକୁ ଯାଇ କୁମ୍ପାରେ ଜଳ ପୂରାଇ ବାଳକକୁ ପାନ କରାଇଲା । .::. 20. ଅନନ୍ତର ପରମେଶ୍ଵର ବାଳକର ସହାୟ ହୁଅନ୍ତେ, ସେ ବଡ଼ ହେଲା, ପୁଣି ପ୍ରାନ୍ତରରେ ଥାଇ ଧନୁର୍ଦ୍ଧର ହେଲା । .::. 21. ସେ ପାରଣ୍ ନାମକ ପ୍ରାନ୍ତରରେ ବସତି କଲା; ତହିଁ ଉତ୍ତାରେ ତାହାର ମାତା ଏକ ମିସର ଦେଶୀୟା କନ୍ୟା ସଙ୍ଗେ ତାହାର ବିବାହ ଦେଲା । .::. 22. ଏହି ସମୟରେ ଅବିମେଲକ ଓ ଫୀଖୋଲ ନାମକ ତାଙ୍କର ସେନାପତି ଅବ୍ରହାମଙ୍କୁ କହିଲେ, ପରମେଶ୍ଵର ତୁମ୍ଭର ସବୁ କାର୍ଯ୍ୟରେ ସହାୟ ଅଟନ୍ତି । .::. 23. ଏଣୁକରି ତୁମ୍ଭେ ଆମ୍ଭ ପ୍ରତି ଓ ଆମ୍ଭର ପୁତ୍ରପୌତ୍ର ପ୍ରତି ବିଶ୍ଵାସଘାତକତା କରିବ ନାହିଁ; ପୁଣି ଆମ୍ଭେ ତୁମ୍ଭ ପ୍ରତି ଯେପରି ଅନୁଗ୍ରହ କରିଅଛୁ, ତଦନୁସାରେ ତୁମ୍ଭେ ଆମ୍ଭ ପ୍ରତି ଓ ତୁମ୍ଭର ପ୍ରବାସ ସ୍ଥାନ ଏହି ଦେଶ ପ୍ରତି ଅନୁଗ୍ରହ କରିବ, ଆମ୍ଭ ଆଗରେ ପରମେଶ୍ଵରଙ୍କ ଶପଥ କରି ଏହି କଥା କୁହ । .::. 24. ତହିଁରେ ଅବ୍ରହାମ କହିଲେ, ମୁଁ ଶପଥ କରିବି । .::. 25. ଆଉ ଅବିମେଲକଙ୍କର ଦାସଗଣ ଅବ୍ରହାମଙ୍କର ଏକ ସଜଳ କୂପ ବଳରେ ଅଧିକାର କରିଥିଲେ, ତେଣୁକରି ଅବ୍ରହାମ ଅବିମେଲକଙ୍କୁ ଅନୁଯୋଗ କଲେ । .::. 26. ତହିଁରେ ଅବିମେଲକ କହିଲେ, ଏ କର୍ମ କିଏ କଲା, ତାହା ଆମ୍ଭେ ଜାଣି ନାହୁଁ; ପୁଣି ତୁମ୍ଭେ ହିଁ ଆମ୍ଭକୁ ଜଣାଇ ନାହଁ; ଆମ୍ଭେ କେବଳ ଆଜି ଏ କଥା ଶୁଣିଲୁ । .::. 27. ଅନନ୍ତର ଅବ୍ରହାମ ମେଷ ଓ ଗୋରୁ ଘେନି ଅବିମେଲକଙ୍କୁ ଦେଲେ, ପୁଣି ଦୁହେଁ ଗୋଟିଏ ନିୟମ ସ୍ଥିର କଲେ । .::. 28. ଆଉ ଅବ୍ରହାମ ପଲରୁ ସାତଗୋଟା ମେଷବତ୍ସା ପୃଥକ କରି ରଖିଲେ । .::. 29. ତହିଁରେ ଅବିମେଲକ ଅବ୍ରହାମଙ୍କୁ ପଚାରିଲେ, ତୁମ୍ଭେ କି ଅଭିପ୍ରାୟରେ ଏହି ସାତଗୋଟା ମେଷବତ୍ସା ପୃଥକ କରି ରଖିଲ? .::. 30. ଅବ୍ରହାମ କହିଲେ, ମୁଁ ଯେ ଏହି କୂପ ଖୋଳିଅଛି, ତହିଁର ପ୍ରମାଣ ନିମନ୍ତେ ମୋʼଠାରୁ ଏହି ସାତଗୋଟା ମେଷବତ୍ସା ନେବାକୁ ହେବ । .::. 31. ଏଣୁ ସେହି ସ୍ଥାନର ନାମ ବେର୍ଶେବା (ଶପଥ-କୂପ) ହେଲା, ଯେହେତୁ ସେହିଠାରେ ସେ ଦୁହେଁ ଶପଥ କଲେ । .::. 32. ଏହିରୂପେ ସେମାନେ ବେର୍ଶେବା ନିକଟରେ ନିୟମ ସ୍ଥିର କରନ୍ତେ, ଅବିମେଲକ ଓ ଫୀଖୋଲ ନାମକ ତାଙ୍କର ସେନାପତି ଉଠି ପଲେଷ୍ଟୀୟମାନଙ୍କ ଦେଶକୁ ଫେରିଗଲେ । .::. 33. ଅନନ୍ତର ଅବ୍ରହାମ ସେହି ବେର୍ଶେବା ନିକଟରେ ଏକ ଝାଉଁ ବୃକ୍ଷ ରୋପଣ କରି ସେହି ସ୍ଥାନରେ ଅନାଦି ଅନ; ପରମେଶ୍ଵର ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ । .::. 34. ପୁଣି ଅବ୍ରହାମ ପଲେଷ୍ଟୀୟମାନଙ୍କ ଦେଶରେ ବହୁ କାଳ ପ୍ରବାସ କଲେ । .::.
  • ଆଦି ପୁସ୍ତକ ଅଧ୍ୟାୟ 1  
  • ଆଦି ପୁସ୍ତକ ଅଧ୍ୟାୟ 2  
  • ଆଦି ପୁସ୍ତକ ଅଧ୍ୟାୟ 3  
  • ଆଦି ପୁସ୍ତକ ଅଧ୍ୟାୟ 4  
  • ଆଦି ପୁସ୍ତକ ଅଧ୍ୟାୟ 5  
  • ଆଦି ପୁସ୍ତକ ଅଧ୍ୟାୟ 6  
  • ଆଦି ପୁସ୍ତକ ଅଧ୍ୟାୟ 7  
  • ଆଦି ପୁସ୍ତକ ଅଧ୍ୟାୟ 8  
  • ଆଦି ପୁସ୍ତକ ଅଧ୍ୟାୟ 9  
  • ଆଦି ପୁସ୍ତକ ଅଧ୍ୟାୟ 10  
  • ଆଦି ପୁସ୍ତକ ଅଧ୍ୟାୟ 11  
  • ଆଦି ପୁସ୍ତକ ଅଧ୍ୟାୟ 12  
  • ଆଦି ପୁସ୍ତକ ଅଧ୍ୟାୟ 13  
  • ଆଦି ପୁସ୍ତକ ଅଧ୍ୟାୟ 14  
  • ଆଦି ପୁସ୍ତକ ଅଧ୍ୟାୟ 15  
  • ଆଦି ପୁସ୍ତକ ଅଧ୍ୟାୟ 16  
  • ଆଦି ପୁସ୍ତକ ଅଧ୍ୟାୟ 17  
  • ଆଦି ପୁସ୍ତକ ଅଧ୍ୟାୟ 18  
  • ଆଦି ପୁସ୍ତକ ଅଧ୍ୟାୟ 19  
  • ଆଦି ପୁସ୍ତକ ଅଧ୍ୟାୟ 20  
  • ଆଦି ପୁସ୍ତକ ଅଧ୍ୟାୟ 21  
  • ଆଦି ପୁସ୍ତକ ଅଧ୍ୟାୟ 22  
  • ଆଦି ପୁସ୍ତକ ଅଧ୍ୟାୟ 23  
  • ଆଦି ପୁସ୍ତକ ଅଧ୍ୟାୟ 24  
  • ଆଦି ପୁସ୍ତକ ଅଧ୍ୟାୟ 25  
  • ଆଦି ପୁସ୍ତକ ଅଧ୍ୟାୟ 26  
  • ଆଦି ପୁସ୍ତକ ଅଧ୍ୟାୟ 27  
  • ଆଦି ପୁସ୍ତକ ଅଧ୍ୟାୟ 28  
  • ଆଦି ପୁସ୍ତକ ଅଧ୍ୟାୟ 29  
  • ଆଦି ପୁସ୍ତକ ଅଧ୍ୟାୟ 30  
  • ଆଦି ପୁସ୍ତକ ଅଧ୍ୟାୟ 31  
  • ଆଦି ପୁସ୍ତକ ଅଧ୍ୟାୟ 32  
  • ଆଦି ପୁସ୍ତକ ଅଧ୍ୟାୟ 33  
  • ଆଦି ପୁସ୍ତକ ଅଧ୍ୟାୟ 34  
  • ଆଦି ପୁସ୍ତକ ଅଧ୍ୟାୟ 35  
  • ଆଦି ପୁସ୍ତକ ଅଧ୍ୟାୟ 36  
  • ଆଦି ପୁସ୍ତକ ଅଧ୍ୟାୟ 37  
  • ଆଦି ପୁସ୍ତକ ଅଧ୍ୟାୟ 38  
  • ଆଦି ପୁସ୍ତକ ଅଧ୍ୟାୟ 39  
  • ଆଦି ପୁସ୍ତକ ଅଧ୍ୟାୟ 40  
  • ଆଦି ପୁସ୍ତକ ଅଧ୍ୟାୟ 41  
  • ଆଦି ପୁସ୍ତକ ଅଧ୍ୟାୟ 42  
  • ଆଦି ପୁସ୍ତକ ଅଧ୍ୟାୟ 43  
  • ଆଦି ପୁସ୍ତକ ଅଧ୍ୟାୟ 44  
  • ଆଦି ପୁସ୍ତକ ଅଧ୍ୟାୟ 45  
  • ଆଦି ପୁସ୍ତକ ଅଧ୍ୟାୟ 46  
  • ଆଦି ପୁସ୍ତକ ଅଧ୍ୟାୟ 47  
  • ଆଦି ପୁସ୍ତକ ଅଧ୍ୟାୟ 48  
  • ଆଦି ପୁସ୍ତକ ଅଧ୍ୟାୟ 49  
  • ଆଦି ପୁସ୍ତକ ଅଧ୍ୟାୟ 50  
Common Bible Languages
West Indian Languages
×

Alert

×

oriya Letters Keypad References