ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗୀତସଂହିତା

ଗୀତସଂହିତା ଅଧ୍ୟାୟ 104

1 ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର । ହେ ସଦାପ୍ରଭୋ, ମୋʼ ପରମେଶ୍ଵର, ତୁମ୍ଭେ ଅତି ମହାନ; ତୁମ୍ଭେ ସମ୍ଭ୍ରମ ଓ ଐଶ୍ଵର୍ଯ୍ୟରେ ବିଭୂଷିତ । 2 ତୁମ୍ଭେ ବସ୍ତ୍ର ପରି ଦୀପ୍ତି ପରିଧାନ କରିଅଛ; ତୁମ୍ଭେ ଚନ୍ଦ୍ରାତପ ପରି ଆକାଶମଣ୍ତଳ ବିସ୍ତାର କରିଅଛ । 3 ତୁମ୍ଭେ ଜଳରାଶି ଉପରେ ଆପଣା କୋଠରୀର କଡ଼ିକାଷ୍ଠ ପକାଇଅଛ; ତୁମ୍ଭେ ମେଘମାଳକୁ ଆପଣା ରଥ କରିଥାଅ; ତୁମ୍ଭେ ବାୟୁର ପକ୍ଷ ଉପରେ ଗମନାଗମନ କରୁଅଛ । 4 ତୁମ୍ଭେ ବାୟୁକୁ ଆପଣାର ଦୂତ କର; ଅଗ୍ନିଶିଖାକୁ ଆପଣାର ପରିଚାରକ କର । 5 ତୁମ୍ଭେ ପୃଥିବୀର ମୂଳ ଏପରି ସ୍ଥାପନ କରିଅଛ ଯେ, ତାହା କଦାପି ବିଚଳିତ ହେବ ନାହିଁ । 6 ତୁମ୍ଭେ ତାହାକୁ ବସ୍ତ୍ର ପରି ବାରିଧିରେ ଆଚ୍ଛାଦନ କଲ; ପର୍ବତଗଣ ଉପରେ ଜଳରାଶି ଠିଆ ହେଲା । 7 ତୁମ୍ଭ ଧମକରେ ସେସବୁ ପଳାଇଲେ; ତୁମ୍ଭ ବଜ୍ରଧ୍ଵନିରେ ସେସବୁ ଶୀଘ୍ର ଚାଲିଗଲେ; 8 ସେସବୁ ପର୍ବତଗଣ ଉପରେ ଉଠି ଓ ସମସ୍ଥଳରେ ଓହ୍ଲାଇ ସେମାନଙ୍କ ନିମନ୍ତେ ତୁମ୍ଭର ନିରୂପିତ ସ୍ଥାନକୁ ଚାଲିଗଲେ । 9 ସେମାନେ ଯେପରି ସୀମା ଲଙ୍ଘନ ନ କରିବେ ଓ ପୃଥିବୀକି ଆଚ୍ଛାଦନ କରିବା ପାଇଁ ପୁନର୍ବାର ଫେରି ନ ଆସିବେ, ଏଥିପାଇଁ ତୁମ୍ଭେ ଏକ ସୀମା ନିରୂପଣ କରିଅଛ । 10 ସେ ଉପତ୍ୟକାସମୂହରେ ନିର୍ଝର ବୁହାନ୍ତି; ତାହା ପର୍ବତଗଣ ମଧ୍ୟରେ ଧାଏଁ; 11 ତାହା କ୍ଷେତ୍ରସ୍ଥ ପଶୁଗଣକୁ ଜଳ ଯୋଗାଏ, ବନ୍ୟ ଗର୍ଦ୍ଦଭମାନେ ତହିଁରେ ଆପଣା ଆପଣା ତୃଷା ନିବାରଣ କରନ୍ତି । 12 ତହିଁ ନିକଟରେ ଖେଚର ପକ୍ଷୀଗଣ ବସା କରନ୍ତି, ସେମାନେ ଡାଳ ମଧ୍ୟରେ ଗାନ କରନ୍ତି । 13 ସେ ଆପଣା କୋଠରିରୁ ପର୍ବତଗଣକୁ ଜଳରେ ସେଚନ କରନ୍ତି; ପୃଥିବୀ ତାହାଙ୍କ କର୍ମର ଫଳରେ ତୃପ୍ତ ହୁଏ । 14 ସେ ପଶୁଗଣ ନିମନ୍ତେ ତୃଣ ଓ ମନୁଷ୍ୟର ସେବା ନିମନ୍ତେ ଶାକ ଅଙ୍କୁରିତ କରନ୍ତି; ଏହିରୂପେ ସେ ଭୂମିରୁ ଭକ୍ଷ୍ୟ ଉତ୍ପନ୍ନ କରନ୍ତି । 15 ପୁଣି, ମନୁଷ୍ୟର ଚିତ୍ତ-ଆନନ୍ଦକାରୀ ଦ୍ରାକ୍ଷାରସ, ମୁଖ-ଚିକ୍କଣକାରୀ ତୈଳ ଓ ମନୁଷ୍ୟର ହୃଦୟ ସବଳକାରୀ ଭକ୍ଷ୍ୟ ଉତ୍ପନ୍ନ କରନ୍ତି । 16 ସଦାପ୍ରଭୁଙ୍କ ବୃକ୍ଷଶ୍ରେଣୀ ପରିତୃପ୍ତ; ତାହାଙ୍କ ରୋପିତ ଏରସ ବୃକ୍ଷସକଳ ପରିତୃପ୍ତ; 17 ତହିଁ ମଧ୍ୟରେ ପକ୍ଷୀଗଣ ଆପଣା ଆପଣା ବସା ନିର୍ମାଣ କରନ୍ତି; ଦେବଦାରୁ ବୃକ୍ଷ ଚରଳର ଗୃହ । 18 ଉଚ୍ଚ ପର୍ବତଶ୍ରେଣୀ ବନ୍ୟ ଛାଗମାନଙ୍କ ନିମନ୍ତେ ଅଟେ, ଶୈଳସବୁ ଶାଫନ୍ର ଆଶ୍ରୟ । 19 ସେ ଋତୁ ନିମନ୍ତେ ଚନ୍ଦ୍ର ନିରୂପଣ କରିଅଛନ୍ତି; ସୂର୍ଯ୍ୟ ଆପଣା ଅସ୍ତଗମନ ଜାଣେ । 20 ତୁମ୍ଭେ ଅନ୍ଧକାର କଲେ ରାତ୍ରି ହୁଏ; ତହିଁରେ ସକଳ ବନପଶୁ ବାହାରି ଭ୍ରମଣ କରନ୍ତି । 21 ଯୁବା ସିଂହଗଣ ମୃଗୟା ଚେଷ୍ଟାରେ ଗର୍ଜ୍ଜନ କରନ୍ତି ଓ ପରମେଶ୍ଵରଙ୍କଠାରୁ ଆହାର ଚାହାନ୍ତି । 22 ସୂର୍ଯ୍ୟୋଦୟ ହେଲେ ସେମାନେ ଚାଲିଯାʼନ୍ତି ଓ ଆପଣା ଆପଣା ଗୁମ୍ପାରେ ଶୟନ କରନ୍ତି । 23 ମନୁଷ୍ୟ ଆପଣା କାର୍ଯ୍ୟକୁ ଓ ସାୟଂକାଳ ପର୍ଯ୍ୟନ୍ତ ଆପଣା ପରିଶ୍ରମକୁ ବାହାରେ । 24 ହେ ସଦାପ୍ରଭୋ, ତୁମ୍ଭର କାର୍ଯ୍ୟସକଳ କିପରି ବହୁବିଧଣ! ତୁମ୍ଭେ ଜ୍ଞାନରେ ସେସବୁ ନିର୍ମାଣ କରିଅଛ; ପୃଥିବୀ ତୁମ୍ଭ ସମ୍ପତ୍ତିରେ ପରିପୂର୍ଣ୍ଣ । 25 ସେହି ସମୁଦ୍ର ବୃହତ ଓ ପ୍ରଶସ୍ତ, ତହିଁ ମଧ୍ୟରେ ଜଳଚର, କ୍ଷୁଦ୍ର ଓ ବୃହତ ଅସଂଖ୍ୟ ଜନ୍ତୁ ଅଛନ୍ତି । 26 ତହିଁରେ ଜାହାଜ ଗତାୟାତ କରେ; ତହିଁରେ ଖେଳିବା ପାଇଁ ତୁମ୍ଭର ସୃଷ୍ଟ ଲିବିୟାଥନ୍ ଥାଏ । 27 ଏସମସ୍ତେ ଉପଯୁକ୍ତ ସମୟରେ ଆପଣା ଆପଣା ଭକ୍ଷ୍ୟ ପାଇବା ନିମନ୍ତେ ତୁମ୍ଭର ଅନୁସରଣ କରନ୍ତି । 28 ଯାହା ତୁମ୍ଭେ ସେମାନଙ୍କୁ ଦିଅ, ତାହା ସେମାନେ ସାଉଣ୍ଟନ୍ତି । ତୁମ୍ଭେ ଆପଣା ହସ୍ତ ମେଲାଇଲେ, ସେମାନେ ଉତ୍ତମ ଦ୍ରବ୍ୟରେ ପରିତୃପ୍ତ ହୁଅନ୍ତି । 29 ତୁମ୍ଭେ ଆପଣା ମୁଖ ଲୁଚାଇଲେ, ସେମାନେ ବ୍ୟାକୁଳ ହୁଅନ୍ତି; ତୁମ୍ଭେ ସେମାନଙ୍କ ନିଃଶ୍ଵାସ ହରଣ କଲେ, ସେମାନେ ମରନ୍ତି ଓ ପୁନର୍ବାର ଧୂଳିରେ ମିଶିଯାʼନ୍ତି । 30 ତୁମ୍ଭେ ଆପଣା ଆତ୍ମା ପଠାଇଲେ, ସେମାନେ ସୃଷ୍ଟ ହୁଅନ୍ତି; 31 ସଦାପ୍ରଭୁଙ୍କ ଗୌରବ ଅନନ୍ତକାଳ ଥାଉ; ସଦାପ୍ରଭୁ ଆପଣା କାର୍ଯ୍ୟସକଳରେ ଆନନ୍ଦ କରନ୍ତୁ । 32 ସେ ପୃଥିବୀକି ଅନାଇଲେ, ତାହା କମ୍ପିତ ହୁଏ, ସେ ପର୍ବତଗଣକୁ ଛୁଇଁଲେ, ସେମାନେ ଧୂମ ଉଦ୍ଗାର କରନ୍ତି । 33 ମୁଁ ବଞ୍ଚିଥିବାଯାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି; ମୋହର ଅସ୍ତିତ୍ଵ ଥିବାଯାଏ ମୁଁ ମୋହର ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି । 34 ତାହାଙ୍କ ପ୍ରତି ମୋʼ ଧ୍ୟାନ ସୁମିଷ୍ଟ ହେଉ; ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି । 35 ପାପୀଗଣ ପୃଥିବୀରୁ ଉଚ୍ଛିନ୍ନ ହେଉନ୍ତୁ ଓ ଦୁଷ୍ଟମାନେ ଆଉ ନ ଥାଉନ୍ତୁ । ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର । ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର ।
1. ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର । ହେ ସଦାପ୍ରଭୋ, ମୋʼ ପରମେଶ୍ଵର, ତୁମ୍ଭେ ଅତି ମହାନ; ତୁମ୍ଭେ ସମ୍ଭ୍ରମ ଓ ଐଶ୍ଵର୍ଯ୍ୟରେ ବିଭୂଷିତ । 2. ତୁମ୍ଭେ ବସ୍ତ୍ର ପରି ଦୀପ୍ତି ପରିଧାନ କରିଅଛ; ତୁମ୍ଭେ ଚନ୍ଦ୍ରାତପ ପରି ଆକାଶମଣ୍ତଳ ବିସ୍ତାର କରିଅଛ । 3. ତୁମ୍ଭେ ଜଳରାଶି ଉପରେ ଆପଣା କୋଠରୀର କଡ଼ିକାଷ୍ଠ ପକାଇଅଛ; ତୁମ୍ଭେ ମେଘମାଳକୁ ଆପଣା ରଥ କରିଥାଅ; ତୁମ୍ଭେ ବାୟୁର ପକ୍ଷ ଉପରେ ଗମନାଗମନ କରୁଅଛ । 4. ତୁମ୍ଭେ ବାୟୁକୁ ଆପଣାର ଦୂତ କର; ଅଗ୍ନିଶିଖାକୁ ଆପଣାର ପରିଚାରକ କର । 5. ତୁମ୍ଭେ ପୃଥିବୀର ମୂଳ ଏପରି ସ୍ଥାପନ କରିଅଛ ଯେ, ତାହା କଦାପି ବିଚଳିତ ହେବ ନାହିଁ । 6. ତୁମ୍ଭେ ତାହାକୁ ବସ୍ତ୍ର ପରି ବାରିଧିରେ ଆଚ୍ଛାଦନ କଲ; ପର୍ବତଗଣ ଉପରେ ଜଳରାଶି ଠିଆ ହେଲା । 7. ତୁମ୍ଭ ଧମକରେ ସେସବୁ ପଳାଇଲେ; ତୁମ୍ଭ ବଜ୍ରଧ୍ଵନିରେ ସେସବୁ ଶୀଘ୍ର ଚାଲିଗଲେ; 8. ସେସବୁ ପର୍ବତଗଣ ଉପରେ ଉଠି ଓ ସମସ୍ଥଳରେ ଓହ୍ଲାଇ ସେମାନଙ୍କ ନିମନ୍ତେ ତୁମ୍ଭର ନିରୂପିତ ସ୍ଥାନକୁ ଚାଲିଗଲେ । 9. ସେମାନେ ଯେପରି ସୀମା ଲଙ୍ଘନ ନ କରିବେ ଓ ପୃଥିବୀକି ଆଚ୍ଛାଦନ କରିବା ପାଇଁ ପୁନର୍ବାର ଫେରି ନ ଆସିବେ, ଏଥିପାଇଁ ତୁମ୍ଭେ ଏକ ସୀମା ନିରୂପଣ କରିଅଛ । 10. ସେ ଉପତ୍ୟକାସମୂହରେ ନିର୍ଝର ବୁହାନ୍ତି; ତାହା ପର୍ବତଗଣ ମଧ୍ୟରେ ଧାଏଁ; 11. ତାହା କ୍ଷେତ୍ରସ୍ଥ ପଶୁଗଣକୁ ଜଳ ଯୋଗାଏ, ବନ୍ୟ ଗର୍ଦ୍ଦଭମାନେ ତହିଁରେ ଆପଣା ଆପଣା ତୃଷା ନିବାରଣ କରନ୍ତି । 12. ତହିଁ ନିକଟରେ ଖେଚର ପକ୍ଷୀଗଣ ବସା କରନ୍ତି, ସେମାନେ ଡାଳ ମଧ୍ୟରେ ଗାନ କରନ୍ତି । 13. ସେ ଆପଣା କୋଠରିରୁ ପର୍ବତଗଣକୁ ଜଳରେ ସେଚନ କରନ୍ତି; ପୃଥିବୀ ତାହାଙ୍କ କର୍ମର ଫଳରେ ତୃପ୍ତ ହୁଏ । 14. ସେ ପଶୁଗଣ ନିମନ୍ତେ ତୃଣ ଓ ମନୁଷ୍ୟର ସେବା ନିମନ୍ତେ ଶାକ ଅଙ୍କୁରିତ କରନ୍ତି; ଏହିରୂପେ ସେ ଭୂମିରୁ ଭକ୍ଷ୍ୟ ଉତ୍ପନ୍ନ କରନ୍ତି । 15. ପୁଣି, ମନୁଷ୍ୟର ଚିତ୍ତ-ଆନନ୍ଦକାରୀ ଦ୍ରାକ୍ଷାରସ, ମୁଖ-ଚିକ୍କଣକାରୀ ତୈଳ ଓ ମନୁଷ୍ୟର ହୃଦୟ ସବଳକାରୀ ଭକ୍ଷ୍ୟ ଉତ୍ପନ୍ନ କରନ୍ତି । 16. ସଦାପ୍ରଭୁଙ୍କ ବୃକ୍ଷଶ୍ରେଣୀ ପରିତୃପ୍ତ; ତାହାଙ୍କ ରୋପିତ ଏରସ ବୃକ୍ଷସକଳ ପରିତୃପ୍ତ; 17. ତହିଁ ମଧ୍ୟରେ ପକ୍ଷୀଗଣ ଆପଣା ଆପଣା ବସା ନିର୍ମାଣ କରନ୍ତି; ଦେବଦାରୁ ବୃକ୍ଷ ଚରଳର ଗୃହ । 18. ଉଚ୍ଚ ପର୍ବତଶ୍ରେଣୀ ବନ୍ୟ ଛାଗମାନଙ୍କ ନିମନ୍ତେ ଅଟେ, ଶୈଳସବୁ ଶାଫନ୍ର ଆଶ୍ରୟ । 19. ସେ ଋତୁ ନିମନ୍ତେ ଚନ୍ଦ୍ର ନିରୂପଣ କରିଅଛନ୍ତି; ସୂର୍ଯ୍ୟ ଆପଣା ଅସ୍ତଗମନ ଜାଣେ । 20. ତୁମ୍ଭେ ଅନ୍ଧକାର କଲେ ରାତ୍ରି ହୁଏ; ତହିଁରେ ସକଳ ବନପଶୁ ବାହାରି ଭ୍ରମଣ କରନ୍ତି । 21. ଯୁବା ସିଂହଗଣ ମୃଗୟା ଚେଷ୍ଟାରେ ଗର୍ଜ୍ଜନ କରନ୍ତି ଓ ପରମେଶ୍ଵରଙ୍କଠାରୁ ଆହାର ଚାହାନ୍ତି । 22. ସୂର୍ଯ୍ୟୋଦୟ ହେଲେ ସେମାନେ ଚାଲିଯାʼନ୍ତି ଓ ଆପଣା ଆପଣା ଗୁମ୍ପାରେ ଶୟନ କରନ୍ତି । 23. ମନୁଷ୍ୟ ଆପଣା କାର୍ଯ୍ୟକୁ ଓ ସାୟଂକାଳ ପର୍ଯ୍ୟନ୍ତ ଆପଣା ପରିଶ୍ରମକୁ ବାହାରେ । 24. ହେ ସଦାପ୍ରଭୋ, ତୁମ୍ଭର କାର୍ଯ୍ୟସକଳ କିପରି ବହୁବିଧଣ! ତୁମ୍ଭେ ଜ୍ଞାନରେ ସେସବୁ ନିର୍ମାଣ କରିଅଛ; ପୃଥିବୀ ତୁମ୍ଭ ସମ୍ପତ୍ତିରେ ପରିପୂର୍ଣ୍ଣ । 25. ସେହି ସମୁଦ୍ର ବୃହତ ଓ ପ୍ରଶସ୍ତ, ତହିଁ ମଧ୍ୟରେ ଜଳଚର, କ୍ଷୁଦ୍ର ଓ ବୃହତ ଅସଂଖ୍ୟ ଜନ୍ତୁ ଅଛନ୍ତି । 26. ତହିଁରେ ଜାହାଜ ଗତାୟାତ କରେ; ତହିଁରେ ଖେଳିବା ପାଇଁ ତୁମ୍ଭର ସୃଷ୍ଟ ଲିବିୟାଥନ୍ ଥାଏ । 27. ଏସମସ୍ତେ ଉପଯୁକ୍ତ ସମୟରେ ଆପଣା ଆପଣା ଭକ୍ଷ୍ୟ ପାଇବା ନିମନ୍ତେ ତୁମ୍ଭର ଅନୁସରଣ କରନ୍ତି । 28. ଯାହା ତୁମ୍ଭେ ସେମାନଙ୍କୁ ଦିଅ, ତାହା ସେମାନେ ସାଉଣ୍ଟନ୍ତି । ତୁମ୍ଭେ ଆପଣା ହସ୍ତ ମେଲାଇଲେ, ସେମାନେ ଉତ୍ତମ ଦ୍ରବ୍ୟରେ ପରିତୃପ୍ତ ହୁଅନ୍ତି । 29. ତୁମ୍ଭେ ଆପଣା ମୁଖ ଲୁଚାଇଲେ, ସେମାନେ ବ୍ୟାକୁଳ ହୁଅନ୍ତି; ତୁମ୍ଭେ ସେମାନଙ୍କ ନିଃଶ୍ଵାସ ହରଣ କଲେ, ସେମାନେ ମରନ୍ତି ଓ ପୁନର୍ବାର ଧୂଳିରେ ମିଶିଯାʼନ୍ତି । 30. ତୁମ୍ଭେ ଆପଣା ଆତ୍ମା ପଠାଇଲେ, ସେମାନେ ସୃଷ୍ଟ ହୁଅନ୍ତି; 31. ସଦାପ୍ରଭୁଙ୍କ ଗୌରବ ଅନନ୍ତକାଳ ଥାଉ; ସଦାପ୍ରଭୁ ଆପଣା କାର୍ଯ୍ୟସକଳରେ ଆନନ୍ଦ କରନ୍ତୁ । 32. ସେ ପୃଥିବୀକି ଅନାଇଲେ, ତାହା କମ୍ପିତ ହୁଏ, ସେ ପର୍ବତଗଣକୁ ଛୁଇଁଲେ, ସେମାନେ ଧୂମ ଉଦ୍ଗାର କରନ୍ତି । 33. ମୁଁ ବଞ୍ଚିଥିବାଯାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି; ମୋହର ଅସ୍ତିତ୍ଵ ଥିବାଯାଏ ମୁଁ ମୋହର ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି । 34. ତାହାଙ୍କ ପ୍ରତି ମୋʼ ଧ୍ୟାନ ସୁମିଷ୍ଟ ହେଉ; ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି । 35. ପାପୀଗଣ ପୃଥିବୀରୁ ଉଚ୍ଛିନ୍ନ ହେଉନ୍ତୁ ଓ ଦୁଷ୍ଟମାନେ ଆଉ ନ ଥାଉନ୍ତୁ । ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର । ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର ।
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References