ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ହିତୋପଦେଶ

ରେକର୍ଡଗୁଡିକ

ହିତୋପଦେଶ ଅଧ୍ୟାୟ 28

1 କେହି ନ ଗୋଡ଼ାଇଲେ ହେଁ ଦୁଷ୍ଟ ପଳାଏ; ମାତ୍ର ଧାର୍ମିକମାନେ ସିଂହ ପରି ସାହସିକ । 2 ଦେଶର ଅଧର୍ମ ସକାଶୁ ତହିଁର ଅଧିପତି ଅନେକ ହୁଅନ୍ତି; ମାତ୍ର ବୁଦ୍ଧିମାନ ଓ ଜ୍ଞାନବାନ ଲୋକମାନଙ୍କ ଦ୍ଵାରା ତହିଁର ସ୍ଥିରତା ଦୀର୍ଘ ହୁଏ । 3 ଯେଉଁ ଦରିଦ୍ର ଲୋକ ଦୀନହୀନକୁ ଉପଦ୍ରବ କରେ, ସେ ପ୍ଳାବନକାରୀ ବୃଷ୍ଟି ପରି; ତହିଁରେ ଭକ୍ଷ୍ୟର ଅଭାବ ଘଟେ । 4 ବ୍ୟବସ୍ଥାତ୍ୟାଗକାରୀମାନେ ଦୁଷ୍ଟମାନଙ୍କୁ ପ୍ରଶଂସା କରନ୍ତି, ପୁଣି ଆଜ୍ଞା ପାଳିବା ଲୋକମାନେ ସେମାନଙ୍କ ସହିତ ବିରୋଧ କରନ୍ତି । 5 ମନ୍ଦ ଲୋକମାନେ ନ୍ୟାୟ ବୁଝନ୍ତି ନାହିଁ, ମାତ୍ର ସଦାପ୍ରଭୁଙ୍କ ଅନ୍ଵେଷଣକାରୀମାନେ ସବୁ ବିଷୟ ବୁଝନ୍ତି। 6 ଦ୍ଵିପଥଗାମୀ କୁଟିଳ ଲୋକ ଧନୀ ହେଲେ ହେଁ ତାହା ଅପେକ୍ଷା ଆପଣା ସିଦ୍ଧତାରେ ଗମନକାରୀ ଦରିଦ୍ର ଲୋକ ଭଲ । 7 ଯେ ବ୍ୟବସ୍ଥା ମାନେ, ସେ ବୁଦ୍ଧିମାନ ପୁତ୍ର; ପୁଣି, ଯେ ପେଟାର୍ଥୀ-ମାନଙ୍କର ସଙ୍ଗୀ ହୁଏ, ସେ ଆପଣା ପିତାକୁ ଲଜ୍ଜା ଦିଏ । 8 ଯେଉଁ ଲୋକ ସୁଧ ଓ ବୃଦ୍ଧି ଦ୍ଵାରା ଆପଣା ସମ୍ପତ୍ତି ବୃଦ୍ଧି କରେ, ସେ ଦୀନହୀନ ପ୍ରତି ଦୟାକାରୀ ପାଇଁ ତାହା ସଞ୍ଚୟ କରେ । 9 ଯେଉଁ ଲୋକ ବ୍ୟବସ୍ଥା ଶୁଣିବାରୁ ଆପଣା କର୍ଣ୍ଣ ଫେରାଏ, ତାହାର ପ୍ରାର୍ଥନା ହିଁ ଘୃଣାର ବିଷୟ ହୁଏ । 10 ଯେଉଁ ଲୋକ ସରଳ ଲୋକକୁ ମନ୍ଦ ପଥରେ ଯିବାକୁ ଭୁଲାଏ, ସେ ସ୍ଵକୃତ ଖାତରେ ଆପେ ପଡ଼ିବ; ମାତ୍ର ସିଦ୍ଧ ଲୋକେ ମଙ୍ଗଳ ଅଧିକାର କରିବେ। 11 ଧନବାନ ଆପଣା ଦୃଷ୍ଟିରେ ଜ୍ଞାନବାନ; ମାତ୍ର ବୁଦ୍ଧିମାନ ଦୀନହୀନ ଲୋକ ତାହାର ପରିଚୟ ନିଏ । 12 ଧାର୍ମିକମାନେ ଜୟ କଲେ ମହାଗୌରବ ହୁଏ; ମାତ୍ର ଦୁଷ୍ଟମାନଙ୍କର ଉନ୍ନତି ହେଲେ ଲୋକେ ଆପଣାକୁ ଲୁଚାନ୍ତି । 13 ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ; ମାତ୍ର ଯେଉଁ ଲୋକ ତାହା ସ୍ଵୀକାର କରି ଛାଡ଼େ, ସେ ଦୟା ପାଇବ । 14 ଯେଉଁ ଲୋକ ସବୁବେଳେ ଭୟ ରଖେ, ସେ ଧନ୍ୟ; ମାତ୍ର ଯେ ଆପଣା ମନକୁ କଠିନ କରେ, ସେ ଆପଦରେ ପଡ଼ିବ । 15 ଯେପରି ଗର୍ଜ୍ଜନକାରୀ ସିଂହ ଓ ଭ୍ରମଣକାରୀ ଭାଲୁ; ସେପରି ଦୀନହୀନ ପ୍ରଜାଙ୍କ ଉପରେ ଦୁଷ୍ଟ କର୍ତ୍ତା । 16 ଯେଉଁ ଅଧ୍ୟକ୍ଷ ବୁଦ୍ଧିହୀନ, ସେ ମଧ୍ୟ ଅତି ଉପଦ୍ରବୀ ହୁଏ, ମାତ୍ର ଯେ ଲୋଭକୁ ଘୃଣା କରେ, ସେ ଆପଣା ଦିନ ବଢ଼ାଇବ । 17 ଯେଉଁ ଲୋକ କୌଣସି ଲୋକର ରକ୍ତରେ ଭାରଗ୍ରସ୍ତ ହୁଏ, ସେ ଗର୍ତ୍ତ ପର୍ଯ୍ୟନ୍ତ ପଳାଇବ; କେହି ତାହାକୁ ନ ଅଟକାଉ । 18 ଯେଉଁ ଲୋକ ସିଦ୍ଧ ଭାବରେ ଚାଲେ, ସେ ରକ୍ଷା ପାଏ; ମାତ୍ର ଆପଣା ପଥରେ କୁଟିଳ ଲୋକ ଅକସ୍ମାତ୍ ପଡ଼ିବ । 19 ଆପଣା ଭୂମି ଯେ ଚଷେ, ସେ ଯଥେଷ୍ଟ ଆହାର ପାଇବ; ପୁଣି, ଯେ ଅସାର ଲୋକଙ୍କର ଅନୁଗାମୀ ହୁଏ, ତାହାର ଯଥେଷ୍ଟ ଦରିଦ୍ରତା ହେବ । 20 ବିଶ୍ଵସ୍ତ ଲୋକ ଆଶୀର୍ବାଦରେ ବର୍ଦ୍ଧିଷ୍ଣୁ ହେବ; ମାତ୍ର ଯେ ଧନବାନ ହେବାକୁ ଅତି ଉଦ୍ୟମ କରେ, ସେ ଅଦଣ୍ତିତ ନୋହିବ । 21 ମୁଖାପେକ୍ଷା କରିବା ଭଲ ନୁହେଁ । କିଅବା ଖଣ୍ତେ ରୋଟୀ ପାଇଁ ଅଧର୍ମ କରିବା ଭଲ ନୁହେଁ । 22 କୁଦୁଷ୍ଟି ଲୋକ ସମ୍ପତ୍ତି ପଛେ ଦୌଡ଼େ, ମାତ୍ର ତାହାକୁ ଅଭାବ ଆକ୍ରମଣ କରିବ ବୋଲି ସେ ଜାଣେ ନାହିଁ । 23 ଜିହ୍ଵାରେ ଚାଟୁବାଦ କରିବା ଲୋକ ଅପେକ୍ଷା ମନୁଷ୍ୟକୁ ଅନୁଯୋଗ କରିବା ଲୋକ ଶେଷରେ ଅଧିକ ଅନୁଗ୍ରହ ପାଏ । 24 ଯେ ଆପଣା ପିତା କି ମାତାର ଦ୍ରବ୍ୟ ଅପହରଣ କରି କହେ, ଏଥିରେ କିଛି ଅଧର୍ମ ନାହିଁ, ସେ ସଂହାରକର ସଙ୍ଗୀ । 25 ବହୁପ୍ରତ୍ୟାଶୀ ପ୍ରାଣ ବିବାଦ ଜନ୍ମାଏ, ମାତ୍ର ଯେ ସଦାପ୍ରଭୁଙ୍କ ଉପରେ ନିର୍ଭର ରଖେ, ସେ ହୃଷ୍ଟପୁଷ୍ଟ ହେବ। 26 ଯେ ଆପଣା ଅନ୍ତଃକରଣରେ ନିର୍ଭର ରଖେ, ସେ ମୂର୍ଖ; ମାତ୍ର ଯେ ଜ୍ଞାନରେ ଚାଲେ, ସେ ରକ୍ଷା ପାଇବ । ହିତୋ. ୩:୫ 27 ଯେ ଦରିଦ୍ରକୁ ଦାନ କରେ, ତାହାର ଅଭାବ ହେବ ନାହିଁ; ମାତ୍ର ଯେ ଆପଣା ଚକ୍ଷୁ ମୁଦେ, ସେ ଅନେକ ଅଭିଶାପ ପାଇବ । 28 ଦୁଷ୍ଟମାନେ ଉନ୍ନତ ହେଲେ, ଲୋକେ ଆପଣା-ମାନଙ୍କୁ ଲୁଚାନ୍ତି; ମାତ୍ର ସେମାନେ ବିନଷ୍ଟ ହେଲେ, ଧାର୍ମିକଗଣ ବର୍ଦ୍ଧିଷ୍ଣୁ ହୁଅନ୍ତି ।
1 କେହି ନ ଗୋଡ଼ାଇଲେ ହେଁ ଦୁଷ୍ଟ ପଳାଏ; ମାତ୍ର ଧାର୍ମିକମାନେ ସିଂହ ପରି ସାହସିକ । .::. 2 ଦେଶର ଅଧର୍ମ ସକାଶୁ ତହିଁର ଅଧିପତି ଅନେକ ହୁଅନ୍ତି; ମାତ୍ର ବୁଦ୍ଧିମାନ ଓ ଜ୍ଞାନବାନ ଲୋକମାନଙ୍କ ଦ୍ଵାରା ତହିଁର ସ୍ଥିରତା ଦୀର୍ଘ ହୁଏ । .::. 3 ଯେଉଁ ଦରିଦ୍ର ଲୋକ ଦୀନହୀନକୁ ଉପଦ୍ରବ କରେ, ସେ ପ୍ଳାବନକାରୀ ବୃଷ୍ଟି ପରି; ତହିଁରେ ଭକ୍ଷ୍ୟର ଅଭାବ ଘଟେ । .::. 4 ବ୍ୟବସ୍ଥାତ୍ୟାଗକାରୀମାନେ ଦୁଷ୍ଟମାନଙ୍କୁ ପ୍ରଶଂସା କରନ୍ତି, ପୁଣି ଆଜ୍ଞା ପାଳିବା ଲୋକମାନେ ସେମାନଙ୍କ ସହିତ ବିରୋଧ କରନ୍ତି । .::. 5 ମନ୍ଦ ଲୋକମାନେ ନ୍ୟାୟ ବୁଝନ୍ତି ନାହିଁ, ମାତ୍ର ସଦାପ୍ରଭୁଙ୍କ ଅନ୍ଵେଷଣକାରୀମାନେ ସବୁ ବିଷୟ ବୁଝନ୍ତି। .::. 6 ଦ୍ଵିପଥଗାମୀ କୁଟିଳ ଲୋକ ଧନୀ ହେଲେ ହେଁ ତାହା ଅପେକ୍ଷା ଆପଣା ସିଦ୍ଧତାରେ ଗମନକାରୀ ଦରିଦ୍ର ଲୋକ ଭଲ । .::. 7 ଯେ ବ୍ୟବସ୍ଥା ମାନେ, ସେ ବୁଦ୍ଧିମାନ ପୁତ୍ର; ପୁଣି, ଯେ ପେଟାର୍ଥୀ-ମାନଙ୍କର ସଙ୍ଗୀ ହୁଏ, ସେ ଆପଣା ପିତାକୁ ଲଜ୍ଜା ଦିଏ । .::. 8 ଯେଉଁ ଲୋକ ସୁଧ ଓ ବୃଦ୍ଧି ଦ୍ଵାରା ଆପଣା ସମ୍ପତ୍ତି ବୃଦ୍ଧି କରେ, ସେ ଦୀନହୀନ ପ୍ରତି ଦୟାକାରୀ ପାଇଁ ତାହା ସଞ୍ଚୟ କରେ । .::. 9 ଯେଉଁ ଲୋକ ବ୍ୟବସ୍ଥା ଶୁଣିବାରୁ ଆପଣା କର୍ଣ୍ଣ ଫେରାଏ, ତାହାର ପ୍ରାର୍ଥନା ହିଁ ଘୃଣାର ବିଷୟ ହୁଏ । .::. 10 ଯେଉଁ ଲୋକ ସରଳ ଲୋକକୁ ମନ୍ଦ ପଥରେ ଯିବାକୁ ଭୁଲାଏ, ସେ ସ୍ଵକୃତ ଖାତରେ ଆପେ ପଡ଼ିବ; ମାତ୍ର ସିଦ୍ଧ ଲୋକେ ମଙ୍ଗଳ ଅଧିକାର କରିବେ। .::. 11 ଧନବାନ ଆପଣା ଦୃଷ୍ଟିରେ ଜ୍ଞାନବାନ; ମାତ୍ର ବୁଦ୍ଧିମାନ ଦୀନହୀନ ଲୋକ ତାହାର ପରିଚୟ ନିଏ । .::. 12 ଧାର୍ମିକମାନେ ଜୟ କଲେ ମହାଗୌରବ ହୁଏ; ମାତ୍ର ଦୁଷ୍ଟମାନଙ୍କର ଉନ୍ନତି ହେଲେ ଲୋକେ ଆପଣାକୁ ଲୁଚାନ୍ତି । .::. 13 ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ; ମାତ୍ର ଯେଉଁ ଲୋକ ତାହା ସ୍ଵୀକାର କରି ଛାଡ଼େ, ସେ ଦୟା ପାଇବ । .::. 14 ଯେଉଁ ଲୋକ ସବୁବେଳେ ଭୟ ରଖେ, ସେ ଧନ୍ୟ; ମାତ୍ର ଯେ ଆପଣା ମନକୁ କଠିନ କରେ, ସେ ଆପଦରେ ପଡ଼ିବ । .::. 15 ଯେପରି ଗର୍ଜ୍ଜନକାରୀ ସିଂହ ଓ ଭ୍ରମଣକାରୀ ଭାଲୁ; ସେପରି ଦୀନହୀନ ପ୍ରଜାଙ୍କ ଉପରେ ଦୁଷ୍ଟ କର୍ତ୍ତା । .::. 16 ଯେଉଁ ଅଧ୍ୟକ୍ଷ ବୁଦ୍ଧିହୀନ, ସେ ମଧ୍ୟ ଅତି ଉପଦ୍ରବୀ ହୁଏ, ମାତ୍ର ଯେ ଲୋଭକୁ ଘୃଣା କରେ, ସେ ଆପଣା ଦିନ ବଢ଼ାଇବ । .::. 17 ଯେଉଁ ଲୋକ କୌଣସି ଲୋକର ରକ୍ତରେ ଭାରଗ୍ରସ୍ତ ହୁଏ, ସେ ଗର୍ତ୍ତ ପର୍ଯ୍ୟନ୍ତ ପଳାଇବ; କେହି ତାହାକୁ ନ ଅଟକାଉ । .::. 18 ଯେଉଁ ଲୋକ ସିଦ୍ଧ ଭାବରେ ଚାଲେ, ସେ ରକ୍ଷା ପାଏ; ମାତ୍ର ଆପଣା ପଥରେ କୁଟିଳ ଲୋକ ଅକସ୍ମାତ୍ ପଡ଼ିବ । .::. 19 ଆପଣା ଭୂମି ଯେ ଚଷେ, ସେ ଯଥେଷ୍ଟ ଆହାର ପାଇବ; ପୁଣି, ଯେ ଅସାର ଲୋକଙ୍କର ଅନୁଗାମୀ ହୁଏ, ତାହାର ଯଥେଷ୍ଟ ଦରିଦ୍ରତା ହେବ । .::. 20 ବିଶ୍ଵସ୍ତ ଲୋକ ଆଶୀର୍ବାଦରେ ବର୍ଦ୍ଧିଷ୍ଣୁ ହେବ; ମାତ୍ର ଯେ ଧନବାନ ହେବାକୁ ଅତି ଉଦ୍ୟମ କରେ, ସେ ଅଦଣ୍ତିତ ନୋହିବ । .::. 21 ମୁଖାପେକ୍ଷା କରିବା ଭଲ ନୁହେଁ । କିଅବା ଖଣ୍ତେ ରୋଟୀ ପାଇଁ ଅଧର୍ମ କରିବା ଭଲ ନୁହେଁ । .::. 22 କୁଦୁଷ୍ଟି ଲୋକ ସମ୍ପତ୍ତି ପଛେ ଦୌଡ଼େ, ମାତ୍ର ତାହାକୁ ଅଭାବ ଆକ୍ରମଣ କରିବ ବୋଲି ସେ ଜାଣେ ନାହିଁ । .::. 23 ଜିହ୍ଵାରେ ଚାଟୁବାଦ କରିବା ଲୋକ ଅପେକ୍ଷା ମନୁଷ୍ୟକୁ ଅନୁଯୋଗ କରିବା ଲୋକ ଶେଷରେ ଅଧିକ ଅନୁଗ୍ରହ ପାଏ । .::. 24 ଯେ ଆପଣା ପିତା କି ମାତାର ଦ୍ରବ୍ୟ ଅପହରଣ କରି କହେ, ଏଥିରେ କିଛି ଅଧର୍ମ ନାହିଁ, ସେ ସଂହାରକର ସଙ୍ଗୀ । .::. 25 ବହୁପ୍ରତ୍ୟାଶୀ ପ୍ରାଣ ବିବାଦ ଜନ୍ମାଏ, ମାତ୍ର ଯେ ସଦାପ୍ରଭୁଙ୍କ ଉପରେ ନିର୍ଭର ରଖେ, ସେ ହୃଷ୍ଟପୁଷ୍ଟ ହେବ। .::. 26 ଯେ ଆପଣା ଅନ୍ତଃକରଣରେ ନିର୍ଭର ରଖେ, ସେ ମୂର୍ଖ; ମାତ୍ର ଯେ ଜ୍ଞାନରେ ଚାଲେ, ସେ ରକ୍ଷା ପାଇବ । ହିତୋ. ୩:୫ .::. 27 ଯେ ଦରିଦ୍ରକୁ ଦାନ କରେ, ତାହାର ଅଭାବ ହେବ ନାହିଁ; ମାତ୍ର ଯେ ଆପଣା ଚକ୍ଷୁ ମୁଦେ, ସେ ଅନେକ ଅଭିଶାପ ପାଇବ । .::. 28 ଦୁଷ୍ଟମାନେ ଉନ୍ନତ ହେଲେ, ଲୋକେ ଆପଣା-ମାନଙ୍କୁ ଲୁଚାନ୍ତି; ମାତ୍ର ସେମାନେ ବିନଷ୍ଟ ହେଲେ, ଧାର୍ମିକଗଣ ବର୍ଦ୍ଧିଷ୍ଣୁ ହୁଅନ୍ତି । .::.
  • ହିତୋପଦେଶ ଅଧ୍ୟାୟ 1  
  • ହିତୋପଦେଶ ଅଧ୍ୟାୟ 2  
  • ହିତୋପଦେଶ ଅଧ୍ୟାୟ 3  
  • ହିତୋପଦେଶ ଅଧ୍ୟାୟ 4  
  • ହିତୋପଦେଶ ଅଧ୍ୟାୟ 5  
  • ହିତୋପଦେଶ ଅଧ୍ୟାୟ 6  
  • ହିତୋପଦେଶ ଅଧ୍ୟାୟ 7  
  • ହିତୋପଦେଶ ଅଧ୍ୟାୟ 8  
  • ହିତୋପଦେଶ ଅଧ୍ୟାୟ 9  
  • ହିତୋପଦେଶ ଅଧ୍ୟାୟ 10  
  • ହିତୋପଦେଶ ଅଧ୍ୟାୟ 11  
  • ହିତୋପଦେଶ ଅଧ୍ୟାୟ 12  
  • ହିତୋପଦେଶ ଅଧ୍ୟାୟ 13  
  • ହିତୋପଦେଶ ଅଧ୍ୟାୟ 14  
  • ହିତୋପଦେଶ ଅଧ୍ୟାୟ 15  
  • ହିତୋପଦେଶ ଅଧ୍ୟାୟ 16  
  • ହିତୋପଦେଶ ଅଧ୍ୟାୟ 17  
  • ହିତୋପଦେଶ ଅଧ୍ୟାୟ 18  
  • ହିତୋପଦେଶ ଅଧ୍ୟାୟ 19  
  • ହିତୋପଦେଶ ଅଧ୍ୟାୟ 20  
  • ହିତୋପଦେଶ ଅଧ୍ୟାୟ 21  
  • ହିତୋପଦେଶ ଅଧ୍ୟାୟ 22  
  • ହିତୋପଦେଶ ଅଧ୍ୟାୟ 23  
  • ହିତୋପଦେଶ ଅଧ୍ୟାୟ 24  
  • ହିତୋପଦେଶ ଅଧ୍ୟାୟ 25  
  • ହିତୋପଦେଶ ଅଧ୍ୟାୟ 26  
  • ହିତୋପଦେଶ ଅଧ୍ୟାୟ 27  
  • ହିତୋପଦେଶ ଅଧ୍ୟାୟ 28  
  • ହିତୋପଦେଶ ଅଧ୍ୟାୟ 29  
  • ହିତୋପଦେଶ ଅଧ୍ୟାୟ 30  
  • ହିତୋପଦେଶ ଅଧ୍ୟାୟ 31  
×

Alert

×

Oriya Letters Keypad References