ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ହିତୋପଦେଶ

ରେକର୍ଡଗୁଡିକ

ହିତୋପଦେଶ ଅଧ୍ୟାୟ 7

1 ହେ ମୋହର ପୁତ୍ର, ମୋହର କଥାସବୁ ପାଳନ କର ଓ ମୋହର ଆଜ୍ଞାସବୁ ଆପଣା ନିକଟରେ ସଞ୍ଚୟ କରି ରଖ । 2 ମୋହର ଆଜ୍ଞାସବୁ ପାଳନ କର, ବଞ୍ଚିବ ଓ ଆପଣା ଚକ୍ଷୁର ତାରା ପରି ମୋହର ବ୍ୟବସ୍ଥା ରକ୍ଷା କର । 3 ତୁମ୍ଭର ସମସ୍ତ ଅଙ୍ଗୁଳିରେ ତାହା ବାନ୍ଧ; ତୁମ୍ଭର ହୃଦୟ-ପଟାରେ ତାହାସବୁ ଲେଖି ରଖ । 4 ଜ୍ଞାନକୁ କୁହ, ତୁମ୍ଭେ ମୋହର ଭଗିନୀ, ଆଉ ସୁବିବେଚନାକୁ ତୁମ୍ଭର ଜ୍ଞାତି ବୋଲି କୁହ । 5 ତହିଁରେ ସେମାନେ ପରସ୍ତ୍ରୀଠାରୁ, ଅର୍ଥାତ୍, ଚାଟୁବାଦିନୀ ପରକୀୟାଠାରୁ ତୁମ୍ଭକୁ ରକ୍ଷା କରିବେ । 6 ମୁଁ ଆପଣା ଗୃହର ଝରକାର ଜାଲି ପରଦା ଦେଇ ନିରୀକ୍ଷଣ କରୁଥିଲି; 7 ତହିଁରେ ମୁଁ ଦେଖିଲି, ଅଜ୍ଞାନମାନଙ୍କ ମଧ୍ୟରେ ଓ ଚିହ୍ନିଲି ଯୁବାମାନଙ୍କ ମଧ୍ୟରେ ଜଣେ ବୁଦ୍ଧିବିହୀନ ଯୁବାଲୋକ 8 (ବ୍ୟଭିଚାରିଣୀର) ଗୃହକୋଣ ନିକଟସ୍ଥ ଗଳି ଦେଇ ଯାଉ ଯାଉ ତାହାର ଗୃହକୁ ଯିବା ପଥରେ ଚାଲିଲା । 9 ସେତେବେଳେ ଗୋଧୂଳି ସମୟ, ଦିନାବସାନ ହେଉଥିଲା, ରାତ୍ରିର କାଳିମା ଓ ଅନ୍ଧକାର ସମୟ । 10 ତହିଁରେ ଦେଖ, ଜଣେ ସ୍ତ୍ରୀ ତାହା ସଙ୍ଗେ ଭେଟିଲା, ସେ ବେଶ୍ୟାବେଶଧାରିଣୀ ଓ ଅନ୍ତଃକରଣରେ ଚତୁରୀ । 11 ସେ ବଡ଼ ତୁଣ୍ତେଈ ଓ ଅବାଧ୍ୟା, ତାହାର ପାଦ ନିଜ ଗୃହରେ ରହେ ନାହିଁ । 12 ସେ କେବେ କେବେ ସଡ଼କରେ, କେବେ କେବେ ଛକରେ ଥାଏ ଓ ପ୍ରତ୍ୟେକ କୋଣରେ ଅପେକ୍ଷାରେ ବସି ଥାଏ । 13 ସେହି ସ୍ତ୍ରୀ ତାହାକୁ ଧରି ଚୁମ୍ଵନ କଲା, ଆଉ ନିର୍ଲଜ୍ଜ ମୁଖରେ ତାହାକୁ କହିଲା: 14 “ମଙ୍ଗଳାର୍ଥକ ବଳି ମୋʼ ନିକଟରେ ଅଛି; ମୁଁ ଆଜି ଆପଣାର ମାନତ ପୂର୍ଣ୍ଣ କରିଅଛି । 15 ଏଣୁ ତୁମ୍ଭ ସଙ୍ଗେ ଦେଖା କରିବାକୁ ବାହାରକୁ ଆସିଲି ଓ ଯନିରେ ତୁମ୍ଭ ମୁଖ ଅନ୍ଵେଷଣ କରିବାକୁ ଆସିଅଛି, ଆଉ ତୁମ୍ଭକୁ ପାଇଲି । 16 ମୁଁ ସୁଜନୀ ଓ ମିସ୍ରୀୟ ସୂକ୍ଷ୍ମ ସୂତ୍ରର ଡୋରିଆବସ୍ତ୍ର ଆପଣା ପଲଙ୍କରେ ବିଛାଇ ଅଛି । 17 ପୁଣି, ଗନ୍ଧରସ ଓ ଅଗୁରୁ ଓ ଦାରୁଚିନିରେ ମୋହର ଶଯ୍ୟା ସୁବାସିତ କରିଅଛି । 18 ଆସ, ଆମ୍ଭେମାନେ ପ୍ରଭାତ ଯାଏ କାମରସରେ ମତ୍ତ ଓ ପ୍ରେମରେ ଭୋଳ ହେଉ । 19 ଯେହେତୁ କର୍ତ୍ତା ଘରେ ନାହାନ୍ତି, ସେ ଦୂରଯାତ୍ରା କରିଅଛନ୍ତି । 20 ସେ ତୋଡ଼ାଏ ଟଙ୍କା ସଙ୍ଗରେ ନେଇ ଯାଇଅଛନ୍ତି, ସେ ପୂର୍ଣ୍ଣିମା ସମୟରେ ଫେରି ଆସିବେ ।” 21 ଏହିରୂପେ ଅନେକ ମଧୁର ଭାଷା କହି ସେ ତାହାର ମନ ହରଣ କଲା, ଓଷ୍ଠାଧରର ଚାଟୁବାଦରେ ତାହାକୁ ଓଟାରି ନେଲା । 22 ଯେପରି ଗୋରୁ ହତ ହେବାକୁ ଯାଏ ଓ ଯେପରି ବେଡ଼ି ପିନ୍ଧିବା ଲୋକ ନିର୍ବୋଧର ଦଣ୍ତ ପାଇବାକୁ ଯାଏ, ସେପରି ସେ ସେହିକ୍ଷଣି ତାହାର ପଛେ ପଛେ ଗଲା । 23 ଆଉ, ଯେପରି ପକ୍ଷୀ ଫାନ୍ଦକୁ ପ୍ରାଣନାଶକ ନ ଜାଣି ତହିଁରେ ପଡ଼ିବାକୁ ବେଗେ ଉଡ଼େ, ଶେଷରେ ତାହାର ଯକୃତ ସେହିପରି ତୀର ଦ୍ଵାରା ବିଦ୍ଧ ହେଲା । 24 ଏଣୁ ହେ ମୋହର ପୁତ୍ରମାନେ, ମୋହର କଥା ଶୁଣ ଓ ମୋʼ ମୁଖର ବାକ୍ୟରେ ମନୋନିବେଶ କର । 25 ତୁମ୍ଭର ଚିତ୍ତ ତାହାର ମାର୍ଗରେ ନ ଯାଉ, ତୁମ୍ଭେ ତାହାର ପଥରେ ବିପଥଗାମୀ ହୁଅ ନାହିଁ । 26 ଯେହେତୁ ସେ ଅନେକଙ୍କୁ କ୍ଷତବିକ୍ଷତ କରି ପକାଇ ଅଛି, ହଁ, ତାହାର ହତ ଲୋକସକଳ ଅପାର । 27 ତାହାର ଗୃହ ପାତାଳକୁ ଯିବାର ବାଟ, ଯାହା ମୃତ୍ୟୁର ଆଳୟକୁ ଯାଏ ।
1. ହେ ମୋହର ପୁତ୍ର, ମୋହର କଥାସବୁ ପାଳନ କର ଓ ମୋହର ଆଜ୍ଞାସବୁ ଆପଣା ନିକଟରେ ସଞ୍ଚୟ କରି ରଖ । 2. ମୋହର ଆଜ୍ଞାସବୁ ପାଳନ କର, ବଞ୍ଚିବ ଓ ଆପଣା ଚକ୍ଷୁର ତାରା ପରି ମୋହର ବ୍ୟବସ୍ଥା ରକ୍ଷା କର । 3. ତୁମ୍ଭର ସମସ୍ତ ଅଙ୍ଗୁଳିରେ ତାହା ବାନ୍ଧ; ତୁମ୍ଭର ହୃଦୟ-ପଟାରେ ତାହାସବୁ ଲେଖି ରଖ । 4. ଜ୍ଞାନକୁ କୁହ, ତୁମ୍ଭେ ମୋହର ଭଗିନୀ, ଆଉ ସୁବିବେଚନାକୁ ତୁମ୍ଭର ଜ୍ଞାତି ବୋଲି କୁହ । 5. ତହିଁରେ ସେମାନେ ପରସ୍ତ୍ରୀଠାରୁ, ଅର୍ଥାତ୍, ଚାଟୁବାଦିନୀ ପରକୀୟାଠାରୁ ତୁମ୍ଭକୁ ରକ୍ଷା କରିବେ । 6. ମୁଁ ଆପଣା ଗୃହର ଝରକାର ଜାଲି ପରଦା ଦେଇ ନିରୀକ୍ଷଣ କରୁଥିଲି; 7. ତହିଁରେ ମୁଁ ଦେଖିଲି, ଅଜ୍ଞାନମାନଙ୍କ ମଧ୍ୟରେ ଓ ଚିହ୍ନିଲି ଯୁବାମାନଙ୍କ ମଧ୍ୟରେ ଜଣେ ବୁଦ୍ଧିବିହୀନ ଯୁବାଲୋକ 8. (ବ୍ୟଭିଚାରିଣୀର) ଗୃହକୋଣ ନିକଟସ୍ଥ ଗଳି ଦେଇ ଯାଉ ଯାଉ ତାହାର ଗୃହକୁ ଯିବା ପଥରେ ଚାଲିଲା । 9. ସେତେବେଳେ ଗୋଧୂଳି ସମୟ, ଦିନାବସାନ ହେଉଥିଲା, ରାତ୍ରିର କାଳିମା ଓ ଅନ୍ଧକାର ସମୟ । 10. ତହିଁରେ ଦେଖ, ଜଣେ ସ୍ତ୍ରୀ ତାହା ସଙ୍ଗେ ଭେଟିଲା, ସେ ବେଶ୍ୟାବେଶଧାରିଣୀ ଓ ଅନ୍ତଃକରଣରେ ଚତୁରୀ । 11. ସେ ବଡ଼ ତୁଣ୍ତେଈ ଓ ଅବାଧ୍ୟା, ତାହାର ପାଦ ନିଜ ଗୃହରେ ରହେ ନାହିଁ । 12. ସେ କେବେ କେବେ ସଡ଼କରେ, କେବେ କେବେ ଛକରେ ଥାଏ ଓ ପ୍ରତ୍ୟେକ କୋଣରେ ଅପେକ୍ଷାରେ ବସି ଥାଏ । 13. ସେହି ସ୍ତ୍ରୀ ତାହାକୁ ଧରି ଚୁମ୍ଵନ କଲା, ଆଉ ନିର୍ଲଜ୍ଜ ମୁଖରେ ତାହାକୁ କହିଲା: 14. “ମଙ୍ଗଳାର୍ଥକ ବଳି ମୋʼ ନିକଟରେ ଅଛି; ମୁଁ ଆଜି ଆପଣାର ମାନତ ପୂର୍ଣ୍ଣ କରିଅଛି । 15. ଏଣୁ ତୁମ୍ଭ ସଙ୍ଗେ ଦେଖା କରିବାକୁ ବାହାରକୁ ଆସିଲି ଓ ଯନିରେ ତୁମ୍ଭ ମୁଖ ଅନ୍ଵେଷଣ କରିବାକୁ ଆସିଅଛି, ଆଉ ତୁମ୍ଭକୁ ପାଇଲି । 16. ମୁଁ ସୁଜନୀ ଓ ମିସ୍ରୀୟ ସୂକ୍ଷ୍ମ ସୂତ୍ରର ଡୋରିଆବସ୍ତ୍ର ଆପଣା ପଲଙ୍କରେ ବିଛାଇ ଅଛି । 17. ପୁଣି, ଗନ୍ଧରସ ଓ ଅଗୁରୁ ଓ ଦାରୁଚିନିରେ ମୋହର ଶଯ୍ୟା ସୁବାସିତ କରିଅଛି । 18. ଆସ, ଆମ୍ଭେମାନେ ପ୍ରଭାତ ଯାଏ କାମରସରେ ମତ୍ତ ଓ ପ୍ରେମରେ ଭୋଳ ହେଉ । 19. ଯେହେତୁ କର୍ତ୍ତା ଘରେ ନାହାନ୍ତି, ସେ ଦୂରଯାତ୍ରା କରିଅଛନ୍ତି । 20. ସେ ତୋଡ଼ାଏ ଟଙ୍କା ସଙ୍ଗରେ ନେଇ ଯାଇଅଛନ୍ତି, ସେ ପୂର୍ଣ୍ଣିମା ସମୟରେ ଫେରି ଆସିବେ ।” 21. ଏହିରୂପେ ଅନେକ ମଧୁର ଭାଷା କହି ସେ ତାହାର ମନ ହରଣ କଲା, ଓଷ୍ଠାଧରର ଚାଟୁବାଦରେ ତାହାକୁ ଓଟାରି ନେଲା । 22. ଯେପରି ଗୋରୁ ହତ ହେବାକୁ ଯାଏ ଓ ଯେପରି ବେଡ଼ି ପିନ୍ଧିବା ଲୋକ ନିର୍ବୋଧର ଦଣ୍ତ ପାଇବାକୁ ଯାଏ, ସେପରି ସେ ସେହିକ୍ଷଣି ତାହାର ପଛେ ପଛେ ଗଲା । 23. ଆଉ, ଯେପରି ପକ୍ଷୀ ଫାନ୍ଦକୁ ପ୍ରାଣନାଶକ ନ ଜାଣି ତହିଁରେ ପଡ଼ିବାକୁ ବେଗେ ଉଡ଼େ, ଶେଷରେ ତାହାର ଯକୃତ ସେହିପରି ତୀର ଦ୍ଵାରା ବିଦ୍ଧ ହେଲା । 24. ଏଣୁ ହେ ମୋହର ପୁତ୍ରମାନେ, ମୋହର କଥା ଶୁଣ ଓ ମୋʼ ମୁଖର ବାକ୍ୟରେ ମନୋନିବେଶ କର । 25. ତୁମ୍ଭର ଚିତ୍ତ ତାହାର ମାର୍ଗରେ ନ ଯାଉ, ତୁମ୍ଭେ ତାହାର ପଥରେ ବିପଥଗାମୀ ହୁଅ ନାହିଁ । 26. ଯେହେତୁ ସେ ଅନେକଙ୍କୁ କ୍ଷତବିକ୍ଷତ କରି ପକାଇ ଅଛି, ହଁ, ତାହାର ହତ ଲୋକସକଳ ଅପାର । 27. ତାହାର ଗୃହ ପାତାଳକୁ ଯିବାର ବାଟ, ଯାହା ମୃତ୍ୟୁର ଆଳୟକୁ ଯାଏ ।
  • ହିତୋପଦେଶ ଅଧ୍ୟାୟ 1  
  • ହିତୋପଦେଶ ଅଧ୍ୟାୟ 2  
  • ହିତୋପଦେଶ ଅଧ୍ୟାୟ 3  
  • ହିତୋପଦେଶ ଅଧ୍ୟାୟ 4  
  • ହିତୋପଦେଶ ଅଧ୍ୟାୟ 5  
  • ହିତୋପଦେଶ ଅଧ୍ୟାୟ 6  
  • ହିତୋପଦେଶ ଅଧ୍ୟାୟ 7  
  • ହିତୋପଦେଶ ଅଧ୍ୟାୟ 8  
  • ହିତୋପଦେଶ ଅଧ୍ୟାୟ 9  
  • ହିତୋପଦେଶ ଅଧ୍ୟାୟ 10  
  • ହିତୋପଦେଶ ଅଧ୍ୟାୟ 11  
  • ହିତୋପଦେଶ ଅଧ୍ୟାୟ 12  
  • ହିତୋପଦେଶ ଅଧ୍ୟାୟ 13  
  • ହିତୋପଦେଶ ଅଧ୍ୟାୟ 14  
  • ହିତୋପଦେଶ ଅଧ୍ୟାୟ 15  
  • ହିତୋପଦେଶ ଅଧ୍ୟାୟ 16  
  • ହିତୋପଦେଶ ଅଧ୍ୟାୟ 17  
  • ହିତୋପଦେଶ ଅଧ୍ୟାୟ 18  
  • ହିତୋପଦେଶ ଅଧ୍ୟାୟ 19  
  • ହିତୋପଦେଶ ଅଧ୍ୟାୟ 20  
  • ହିତୋପଦେଶ ଅଧ୍ୟାୟ 21  
  • ହିତୋପଦେଶ ଅଧ୍ୟାୟ 22  
  • ହିତୋପଦେଶ ଅଧ୍ୟାୟ 23  
  • ହିତୋପଦେଶ ଅଧ୍ୟାୟ 24  
  • ହିତୋପଦେଶ ଅଧ୍ୟାୟ 25  
  • ହିତୋପଦେଶ ଅଧ୍ୟାୟ 26  
  • ହିତୋପଦେଶ ଅଧ୍ୟାୟ 27  
  • ହିତୋପଦେଶ ଅଧ୍ୟାୟ 28  
  • ହିତୋପଦେଶ ଅଧ୍ୟାୟ 29  
  • ହିତୋପଦେଶ ଅଧ୍ୟାୟ 30  
  • ହିତୋପଦେଶ ଅଧ୍ୟାୟ 31  
×

Alert

×

Oriya Letters Keypad References