ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଦିତୀୟ ଶାମୁୟେଲ

ଦିତୀୟ ଶାମୁୟେଲ ଅଧ୍ୟାୟ 17

1 ଆହୁରି ଅହୀଥୋଫଲ ଅବଶାଲୋମକୁ କହିଲା, ମୁଁ ବାର ହଜାର ଲୋକ ବାଛି ଆଜି ରାତ୍ରି ଉଠି ଦାଉଦଙ୍କର ପଛେ ଗୋଡ଼ାଏ । 2 ପୁଣି ସେ କ୍ଳା; ଓ ଶିଥିଳହସ୍ତ ଥିବା ବେଳେ ମୁଁ ତାଙ୍କୁ ଆକ୍ରମଣ କରି ଭୟ ଦେଖାଏ; ତହିଁରେ ତାଙ୍କର ସମସ୍ତ ସଙ୍ଗୀ ଲୋକ ପଳାଇବେ; ପୁଣି ମୁଁ କେବଳ ରାଜାଙ୍କୁ ଆଘାତ କରିବି । 3 ଆଉ ମୁଁ ସମସ୍ତ ଲୋକଙ୍କୁ ତୁମ୍ଭ କତିକି ଫେରାଇ ଆଣିବି; ଯାହାକୁ ତୁମ୍ଭେ ଖୋଜୁଅଛ, ସେହି ମନୁଷ୍ୟ ସମସ୍ତଙ୍କ ଫେରି ଆସିବା ତୁଲ୍ୟ; ତହିଁରେ ସମସ୍ତ ଲୋକ ଶାନ୍ତିରେ ରହିବେ । 4 ସେତେବେଳେ ଏହି କଥା ଅବଶାଲୋମର ଓ ଇସ୍ରାଏଲୀୟ ସମସ୍ତ ପ୍ରାଚୀନବର୍ଗର ଦୃଷ୍ଟିରେ ପସନ୍ଦ ହେଲା । 5 ତେବେ ଅବଶାଲୋମ କହିଲା, ଅର୍କୀୟ ହୂଶୟକୁ ମଧ୍ୟ ଡାକ, ଆଉ ସେ କʼଣ କହେ, ତାହା ମଧ୍ୟ ଶୁଣିବା । 6 ତହୁଁ ହୂଶୟ ଅବଶାଲୋମ ନିକଟକୁ ଆସନ୍ତେ, ଅବଶାଲୋମ ତାହାକୁ କହିଲା, ଅହୀଥୋଫଲ ଏପରି ଏପରି କହୁଅଛି; ଆମ୍ଭେମାନେ ତାହା କଥାନୁସାରେ କରିବା କି? ଯେବେ ନ କରିବା, ତେବେ ତୁମ୍ଭେ କୁହ । 7 ତହିଁରେ ହୂଶୟ ଅବଶାଲୋମକୁ କହିଲା, ଅହୀଥୋଫଲ ଯେଉଁ ମନ୍ତ୍ରଣା ଦେଇଅଛି, ତାହା ଭଲ ନୁହେଁ । 8 ହୂଶୟ ଆହୁରି କହିଲା, ଆପଣ ଆପଣା ପିତାଙ୍କୁ ଓ ତାଙ୍କ ଲୋକମାନଙ୍କୁ ଜାଣନ୍ତି, ସେମାନେ ତ ବୀର ଓ କ୍ଷେତ୍ରରେ ଛୁଆହରା ଭଲ୍ଲୁକୀ ପରି ସେମାନେ ଉଗ୍ର ହୋଇଥିବେ, ପୁଣି ଆପଣଙ୍କ ପିତା ଯୋଦ୍ଧା ଓ ସେ ରାତ୍ରିରେ ଲୋକମାନଙ୍କ ସଙ୍ଗରେ ରହିବେ ନାହିଁ । 9 ଦେଖନ୍ତୁ, ସେ ଏବେ କୌଣସି ଗର୍ତ୍ତରେ କି ଅନ୍ୟ କୌଣସି ସ୍ଥାନରେ ଲୁଚି କରି ଅଛନ୍ତି; ଆଉ ପ୍ରଥମେ ଏମାନଙ୍କ ମଧ୍ୟରୁ କେତେକ ପତିତ ହେଲେ ବୋଲି କେହି ଶୁଣିଲେ କହିବ ଯେ, ଅବଶାଲୋମର ଅନୁଗାମୀ ଲୋକମାନଙ୍କ ମଧ୍ୟରେ ସଂହାର ହେଉଅଛି । 10 ତାହାହେଲେ, ଯେଉଁ ବିକ୍ରମଶାଳୀର ହୃଦୟ ସିଂହର ହୃଦୟ ତୁଲ୍ୟ, ସେ ମଧ୍ୟ ନିତା; ତରଳି ଯିବ; କାରଣ ଆପଣଙ୍କ ପିତା ଯେ ବୀର ଓ ତାଙ୍କ ସଙ୍ଗୀମାନେ ଯେ ବିକ୍ରମଶାଳୀ ଲୋକ, ଏହା ସମୁଦାୟ ଇସ୍ରାଏଲ ଜାଣନ୍ତି । 11 ମାତ୍ର ମୋହର ମନ୍ତ୍ରଣା ଏହି ଯେ, ଦାନ୍‍ଠାରୁ ବେରଶେବା ପର୍ଯ୍ୟନ୍ତ ସମୁଦାୟ ଇସ୍ରାଏଲ ସମୁଦ୍ରତୀରସ୍ଥ ବାଲୁକା ତୁଲ୍ୟ ଅସଂଖ୍ୟ ହୋଇ ଆପଣଙ୍କ ନିକଟରେ ସଂଗୃହୀତ ହେଉନ୍ତୁ; ପୁଣି ଆପଣ ସ୍ଵୟଂ ଯୁଦ୍ଧକୁ ଯାଉନ୍ତୁ । 12 ତହିଁରେ ଯେଉଁ ସ୍ଥାନରେ ତାଙ୍କର ସନ୍ଧାନ ମିଳିବ, ସେସ୍ଥାନରେ ଆମ୍ଭେମାନେ ତାଙ୍କ ନିକଟରେ ଉପସ୍ଥିତ ହେବୁ ଓ ଭୂମିରେ ଶିଶିର ପଡ଼ିବା ପରି ତାଙ୍କ ଉପରେ ପଡ଼ିବୁ; ପୁଣି ତାଙ୍କର ଓ ତାଙ୍କ ସଙ୍ଗୀମାନଙ୍କ ମଧ୍ୟରୁ ଜଣକୁ ହିଁ ଅବଶିଷ୍ଟ ରଖିବୁ ନାହିଁ । 13 ଆହୁରି ଯେବେ ସେ କୌଣସି ନଗରକୁ ଯାଇଥିବେ, ତେବେ ସମସ୍ତ ଇସ୍ରାଏଲ ସେହି ନଗରକୁ ଦଉଡ଼ି ଆଣିବେ ଓ ତହିଁରେ ଗୋଟିଏ ଗୋଡ଼ି ନ ରହିବା ପର୍ଯ୍ୟନ୍ତ ଆମ୍ଭେମାନେ ତାହା ନଦୀକି ଟାଣି ନେବୁ । 14 ତହିଁରେ ଅବଶାଲୋମ ଓ ସମୁଦାୟ ଇସ୍ରାଏଲ ଲୋକ କହିଲେ, ଅହୀଥୋଫଲର ମନ୍ତ୍ରଣା ଅପେକ୍ଷା ଅର୍କୀୟ ହୂଶୟର ମନ୍ତ୍ରଣା ଉତ୍ତମ । ଯେହେତୁ ସଦାପ୍ରଭୁ ଅବଶାଲୋମ ପ୍ରତି ଅମଙ୍ଗଳ ଘଟାଇବା ଅଭିପ୍ରାୟରେ ଅହୀଥୋଫଲର ଉତ୍ତମ ମନ୍ତ୍ରଣା ବ୍ୟର୍ଥ କରିବା ପାଇଁ ସ୍ଥିର କରିଥିଲେ । 15 ଅନନ୍ତର ସାଦୋକ ଓ ଅବୀୟାଥର ଯାଜକମାନଙ୍କୁ ହୂଶୟ କହିଲା, ଅବଶାଲୋମକୁ ଓ ଇସ୍ରାଏଲର ପ୍ରାଚୀନଗଣକୁ ଅହୀଥୋଫଲ ଏପରି ଏପରି ମନ୍ତ୍ରଣା ଦେଇଥିଲା, ମାତ୍ର ମୁଁ ଏପରି ଏପରି ମନ୍ତ୍ରଣା ଦେଲି । 16 ଏହେତୁ ଏବେ ଶୀଘ୍ର ଲୋକ ପଠାଇ ଦାଉଦଙ୍କୁ ଜଣାଇ କୁହ, ପ୍ରାନ୍ତରସ୍ଥ ଘାଟୀ ନିକଟରେ ଆଜି ରାତ୍ରି ଯାପନ କର ନାହିଁ, ମାତ୍ର କୌଣସି-ମତେ ପାର ହୋଇ ଚାଲିଯାଅ; ନୋହିଲେ ମହାରାଜା ଓ ତାଙ୍କ ସଙ୍ଗୀ ଲୋକ ସମସ୍ତେ ସଂହାରିତ ହେବେ । 17 ସେସମୟରେ ଯୋନାଥନ ଓ ଅହୀମାସ୍ ଐନ୍-ରୋଗେଲରେ ରହିଥିଲେ; ଆଉ ସେମାନେ ଯେପରି ନଗରକୁ ଆସିବାର ଦେଖା ନ ଯିବେ, ଏଥିପାଇଁ ଏକ ଦାସୀ ଯାଇ ସେମାନଙ୍କୁ ସମ୍ଵାଦ ଦେଉଥାଏ; ଆଉ ସେମାନେ ଯାଇ ଦାଉଦ ରାଜାଙ୍କୁ ସମ୍ଵାଦ ଦେଉଥାʼନ୍ତି । 18 ମାତ୍ର ଏକ ଯୁବା ସେମାନଙ୍କୁ ଦେଖି ଅବଶାଲୋମକୁ ଜଣାଇଲା; ତହୁଁ ସେ ଦୁହେଁ ଶୀଘ୍ର ଯାଇ ବହୁରୀମରେ ଜଣକର ଗୃହରେ ପ୍ରବେଶ କଲେ ଓ ତାହାର ପ୍ରାଙ୍ଗଣ ମଧ୍ୟରେ ଏକ କୂପ ଥିବାରୁ, ସେମାନେ ତହିଁ ଭିତରକୁ ଗଲେ । 19 ତହିଁରେ ଗୃହିଣୀ ଗୋଟିଏ ଢାଙ୍କୁଣୀ ନେଇ କୂପ ମୁଖରେ ଦେଇ ତହିଁ ଉପରେ ମର୍ଦ୍ଦିତ ଶସ୍ୟ ବିଛାଇ ଦେଲା; ଏଣୁ କିଛି ଜଣା ପଡ଼ିଲା ନାହିଁ । 20 ଏଉତ୍ତାରେ ଅବଶାଲୋମର ଦାସମାନେ ସେହି ସ୍ତ୍ରୀର ଗୃହକୁ ଆସି ପଚାରିଲେ, ଅହୀମାସ୍ ଓ ଯୋନାଥନ କାହାନ୍ତି? ତହିଁରେ ସେ ସ୍ତ୍ରୀ ସେମାନଙ୍କୁ କହିଲା, ସେମାନେ ନଦୀ ପାର ହୋଇ ଗଲେଣି । ତହୁଁ ସେମାନେ ଖୋଜି ନ ପାଇବାରୁ ଯିରୂଶାଲମକୁ ଫେରି ଗଲେ । 21 ଏଣୁ ସେମାନେ ଗଲା ଉତ୍ତାରେ ସେ ଦୁଇ ଜଣ କୂପରୁ ବାହାରି ଦାଉଦ ରାଜାଙ୍କ ନିକଟକୁ ଯାଇ ଜଣାଇଲେ; ଆଉ ସେମାନେ ଦାଉଦଙ୍କୁ କହିଲେ, ତୁମ୍ଭେମାନେ ଉଠ, ଶୀଘ୍ର ଜଳ ପାର ହୋଇ ଯାଅ, କାରଣ ଅହୀଥୋଫଲ ତୁମ୍ଭମାନଙ୍କ ବିରୁଦ୍ଧରେ ଏପରି ଏପରି ମନ୍ତ୍ରଣା ଦେଇଅଛି । 22 ଏଥିରେ ଦାଉଦ ଓ ତାଙ୍କ ସଙ୍ଗୀ ସମସ୍ତ ଲୋକ ଉଠି ଯର୍ଦ୍ଦନ ପାର ହୋଇଗଲେ; ପ୍ରଭାତ ଆଲୁଅ ସମୟକୁ ଯେ ଯର୍ଦ୍ଦନ ପାର ହୋଇ ଯାଇ ନ ଥିଲା, ଏପରି ଜଣେ ଅବଶିଷ୍ଟ ରହିଲା ନାହିଁ । 23 ଏଉତ୍ତାରେ ଅହୀଥୋଫଲ ଆପଣା ମନ୍ତ୍ରଣାନୁସାରେ କର୍ମ କରା ନ ଯିବାର ଦେଖି ଆପଣା ଗର୍ଦ୍ଦଭ ସଜାଇ ଉଠି ନିଜ ଗୃହ ଓ ନିଜ ନଗରକୁ ଗଲା ଓ ଆପଣା ଗୃହ ବିଷୟ ସଜାଡ଼ି ଆପଣାକୁ ଫାଶୀ ଦେଲା; ଏରୂପେ ସେ ମଲା, ପୁଣି ଆପଣା ପିତାର କବରରେ କବର ପାଇଲା । 24 ଏଥି ମଧ୍ୟରେ ଦାଉଦ ମହନୟିମରେ ଉପସ୍ଥିତ ହେଲେ । ପୁଣି ଅବଶାଲୋମ ଓ ତାହାର ସଙ୍ଗୀ ସମସ୍ତ ଇସ୍ରାଏଲ ଲୋକ ଯର୍ଦ୍ଦନ ପାର ହେଲେ । 25 ଆଉ ଅବଶାଲୋମ ଯୋୟାବ ପଦରେ ଅମାସାକୁ ସୈନ୍ୟ ଉପରେ ନିଯୁକ୍ତ କଲା । ଏହି ଅମାସା ଇସ୍ରାଏଲୀୟ ଯେଥର ନାମକ ଏକ ବ୍ୟକ୍ତିର ପୁତ୍ର, ସେ ବ୍ୟକ୍ତି ଯୋୟାବର ମାତା ସରୁୟାର ଭଗିନୀ, ନାହଶର କନ୍ୟା ଅବୀଗଲର ସହବାସ କରିଥିଲା । 26 ପୁଣି ଇସ୍ରାଏଲ ଓ ଅବଶାଲୋମ ଗିଲୀୟଦ ଦେଶରେ ଛାଉଣି ସ୍ଥାପନ କଲେ । 27 ଅନନ୍ତର ଦାଉଦ ମହନୟିମରେ ଉପସ୍ଥିତ ହୁଅନ୍ତେ, ଅମ୍ମୋନ୍-ସନ୍ତାନଗଣର ରବ୍ବା ନିବାସୀ ନାହଶର ପୁତ୍ର ଶୋବି ଓ ଲୋ-ଦବାର ନିବାସୀ ଅମ୍ମୀୟେଲର ପୁତ୍ର ମାଖୀର, ଆଉ ରୋଗଲୀମ ନିବାସୀ ଗିଲୀୟଦୀୟ ବର୍ସିଲ୍ଲୟ ଦାଉଦ ଓ ତାଙ୍କର ସଙ୍ଗୀ ଲୋକମାନଙ୍କ ନିମନ୍ତେ 28 ଶଯ୍ୟା ଓ ପାନପାତ୍ର ଓ ମୃତ୍ତିକା ପାତ୍ର, ପୁଣି ଆହାରାର୍ଥେ ଗହମ ଓ ଯବ ଓ ମଇଦା ଓ ଭଜାଶସ୍ୟ ଓ ଶିମ ଓ ମସୁର ଓ ଭଜା ବିରି 29 ଓ ମଧୁ ଓ ଦଧି ଓ ମେଷ ଓ ଗୋ-ଛେନା ଆଣିଲେ; କାରଣ ସେମାନେ କହିଲେ, ଲୋକମାନେ ପ୍ରାନ୍ତରରେ କ୍ଷୁଧିତ ଓ କ୍ଳା; ଓ ତୃଷିତ ହୋଇଥିବେ ।
1 ଆହୁରି ଅହୀଥୋଫଲ ଅବଶାଲୋମକୁ କହିଲା, ମୁଁ ବାର ହଜାର ଲୋକ ବାଛି ଆଜି ରାତ୍ରି ଉଠି ଦାଉଦଙ୍କର ପଛେ ଗୋଡ଼ାଏ । .::. 2 ପୁଣି ସେ କ୍ଳା; ଓ ଶିଥିଳହସ୍ତ ଥିବା ବେଳେ ମୁଁ ତାଙ୍କୁ ଆକ୍ରମଣ କରି ଭୟ ଦେଖାଏ; ତହିଁରେ ତାଙ୍କର ସମସ୍ତ ସଙ୍ଗୀ ଲୋକ ପଳାଇବେ; ପୁଣି ମୁଁ କେବଳ ରାଜାଙ୍କୁ ଆଘାତ କରିବି । .::. 3 ଆଉ ମୁଁ ସମସ୍ତ ଲୋକଙ୍କୁ ତୁମ୍ଭ କତିକି ଫେରାଇ ଆଣିବି; ଯାହାକୁ ତୁମ୍ଭେ ଖୋଜୁଅଛ, ସେହି ମନୁଷ୍ୟ ସମସ୍ତଙ୍କ ଫେରି ଆସିବା ତୁଲ୍ୟ; ତହିଁରେ ସମସ୍ତ ଲୋକ ଶାନ୍ତିରେ ରହିବେ । .::. 4 ସେତେବେଳେ ଏହି କଥା ଅବଶାଲୋମର ଓ ଇସ୍ରାଏଲୀୟ ସମସ୍ତ ପ୍ରାଚୀନବର୍ଗର ଦୃଷ୍ଟିରେ ପସନ୍ଦ ହେଲା । .::. 5 ତେବେ ଅବଶାଲୋମ କହିଲା, ଅର୍କୀୟ ହୂଶୟକୁ ମଧ୍ୟ ଡାକ, ଆଉ ସେ କʼଣ କହେ, ତାହା ମଧ୍ୟ ଶୁଣିବା । .::. 6 ତହୁଁ ହୂଶୟ ଅବଶାଲୋମ ନିକଟକୁ ଆସନ୍ତେ, ଅବଶାଲୋମ ତାହାକୁ କହିଲା, ଅହୀଥୋଫଲ ଏପରି ଏପରି କହୁଅଛି; ଆମ୍ଭେମାନେ ତାହା କଥାନୁସାରେ କରିବା କି? ଯେବେ ନ କରିବା, ତେବେ ତୁମ୍ଭେ କୁହ । .::. 7 ତହିଁରେ ହୂଶୟ ଅବଶାଲୋମକୁ କହିଲା, ଅହୀଥୋଫଲ ଯେଉଁ ମନ୍ତ୍ରଣା ଦେଇଅଛି, ତାହା ଭଲ ନୁହେଁ । .::. 8 ହୂଶୟ ଆହୁରି କହିଲା, ଆପଣ ଆପଣା ପିତାଙ୍କୁ ଓ ତାଙ୍କ ଲୋକମାନଙ୍କୁ ଜାଣନ୍ତି, ସେମାନେ ତ ବୀର ଓ କ୍ଷେତ୍ରରେ ଛୁଆହରା ଭଲ୍ଲୁକୀ ପରି ସେମାନେ ଉଗ୍ର ହୋଇଥିବେ, ପୁଣି ଆପଣଙ୍କ ପିତା ଯୋଦ୍ଧା ଓ ସେ ରାତ୍ରିରେ ଲୋକମାନଙ୍କ ସଙ୍ଗରେ ରହିବେ ନାହିଁ । .::. 9 ଦେଖନ୍ତୁ, ସେ ଏବେ କୌଣସି ଗର୍ତ୍ତରେ କି ଅନ୍ୟ କୌଣସି ସ୍ଥାନରେ ଲୁଚି କରି ଅଛନ୍ତି; ଆଉ ପ୍ରଥମେ ଏମାନଙ୍କ ମଧ୍ୟରୁ କେତେକ ପତିତ ହେଲେ ବୋଲି କେହି ଶୁଣିଲେ କହିବ ଯେ, ଅବଶାଲୋମର ଅନୁଗାମୀ ଲୋକମାନଙ୍କ ମଧ୍ୟରେ ସଂହାର ହେଉଅଛି । .::. 10 ତାହାହେଲେ, ଯେଉଁ ବିକ୍ରମଶାଳୀର ହୃଦୟ ସିଂହର ହୃଦୟ ତୁଲ୍ୟ, ସେ ମଧ୍ୟ ନିତା; ତରଳି ଯିବ; କାରଣ ଆପଣଙ୍କ ପିତା ଯେ ବୀର ଓ ତାଙ୍କ ସଙ୍ଗୀମାନେ ଯେ ବିକ୍ରମଶାଳୀ ଲୋକ, ଏହା ସମୁଦାୟ ଇସ୍ରାଏଲ ଜାଣନ୍ତି । .::. 11 ମାତ୍ର ମୋହର ମନ୍ତ୍ରଣା ଏହି ଯେ, ଦାନ୍‍ଠାରୁ ବେରଶେବା ପର୍ଯ୍ୟନ୍ତ ସମୁଦାୟ ଇସ୍ରାଏଲ ସମୁଦ୍ରତୀରସ୍ଥ ବାଲୁକା ତୁଲ୍ୟ ଅସଂଖ୍ୟ ହୋଇ ଆପଣଙ୍କ ନିକଟରେ ସଂଗୃହୀତ ହେଉନ୍ତୁ; ପୁଣି ଆପଣ ସ୍ଵୟଂ ଯୁଦ୍ଧକୁ ଯାଉନ୍ତୁ । .::. 12 ତହିଁରେ ଯେଉଁ ସ୍ଥାନରେ ତାଙ୍କର ସନ୍ଧାନ ମିଳିବ, ସେସ୍ଥାନରେ ଆମ୍ଭେମାନେ ତାଙ୍କ ନିକଟରେ ଉପସ୍ଥିତ ହେବୁ ଓ ଭୂମିରେ ଶିଶିର ପଡ଼ିବା ପରି ତାଙ୍କ ଉପରେ ପଡ଼ିବୁ; ପୁଣି ତାଙ୍କର ଓ ତାଙ୍କ ସଙ୍ଗୀମାନଙ୍କ ମଧ୍ୟରୁ ଜଣକୁ ହିଁ ଅବଶିଷ୍ଟ ରଖିବୁ ନାହିଁ । .::. 13 ଆହୁରି ଯେବେ ସେ କୌଣସି ନଗରକୁ ଯାଇଥିବେ, ତେବେ ସମସ୍ତ ଇସ୍ରାଏଲ ସେହି ନଗରକୁ ଦଉଡ଼ି ଆଣିବେ ଓ ତହିଁରେ ଗୋଟିଏ ଗୋଡ଼ି ନ ରହିବା ପର୍ଯ୍ୟନ୍ତ ଆମ୍ଭେମାନେ ତାହା ନଦୀକି ଟାଣି ନେବୁ । .::. 14 ତହିଁରେ ଅବଶାଲୋମ ଓ ସମୁଦାୟ ଇସ୍ରାଏଲ ଲୋକ କହିଲେ, ଅହୀଥୋଫଲର ମନ୍ତ୍ରଣା ଅପେକ୍ଷା ଅର୍କୀୟ ହୂଶୟର ମନ୍ତ୍ରଣା ଉତ୍ତମ । ଯେହେତୁ ସଦାପ୍ରଭୁ ଅବଶାଲୋମ ପ୍ରତି ଅମଙ୍ଗଳ ଘଟାଇବା ଅଭିପ୍ରାୟରେ ଅହୀଥୋଫଲର ଉତ୍ତମ ମନ୍ତ୍ରଣା ବ୍ୟର୍ଥ କରିବା ପାଇଁ ସ୍ଥିର କରିଥିଲେ । .::. 15 ଅନନ୍ତର ସାଦୋକ ଓ ଅବୀୟାଥର ଯାଜକମାନଙ୍କୁ ହୂଶୟ କହିଲା, ଅବଶାଲୋମକୁ ଓ ଇସ୍ରାଏଲର ପ୍ରାଚୀନଗଣକୁ ଅହୀଥୋଫଲ ଏପରି ଏପରି ମନ୍ତ୍ରଣା ଦେଇଥିଲା, ମାତ୍ର ମୁଁ ଏପରି ଏପରି ମନ୍ତ୍ରଣା ଦେଲି । .::. 16 ଏହେତୁ ଏବେ ଶୀଘ୍ର ଲୋକ ପଠାଇ ଦାଉଦଙ୍କୁ ଜଣାଇ କୁହ, ପ୍ରାନ୍ତରସ୍ଥ ଘାଟୀ ନିକଟରେ ଆଜି ରାତ୍ରି ଯାପନ କର ନାହିଁ, ମାତ୍ର କୌଣସି-ମତେ ପାର ହୋଇ ଚାଲିଯାଅ; ନୋହିଲେ ମହାରାଜା ଓ ତାଙ୍କ ସଙ୍ଗୀ ଲୋକ ସମସ୍ତେ ସଂହାରିତ ହେବେ । .::. 17 ସେସମୟରେ ଯୋନାଥନ ଓ ଅହୀମାସ୍ ଐନ୍-ରୋଗେଲରେ ରହିଥିଲେ; ଆଉ ସେମାନେ ଯେପରି ନଗରକୁ ଆସିବାର ଦେଖା ନ ଯିବେ, ଏଥିପାଇଁ ଏକ ଦାସୀ ଯାଇ ସେମାନଙ୍କୁ ସମ୍ଵାଦ ଦେଉଥାଏ; ଆଉ ସେମାନେ ଯାଇ ଦାଉଦ ରାଜାଙ୍କୁ ସମ୍ଵାଦ ଦେଉଥାʼନ୍ତି । .::. 18 ମାତ୍ର ଏକ ଯୁବା ସେମାନଙ୍କୁ ଦେଖି ଅବଶାଲୋମକୁ ଜଣାଇଲା; ତହୁଁ ସେ ଦୁହେଁ ଶୀଘ୍ର ଯାଇ ବହୁରୀମରେ ଜଣକର ଗୃହରେ ପ୍ରବେଶ କଲେ ଓ ତାହାର ପ୍ରାଙ୍ଗଣ ମଧ୍ୟରେ ଏକ କୂପ ଥିବାରୁ, ସେମାନେ ତହିଁ ଭିତରକୁ ଗଲେ । .::. 19 ତହିଁରେ ଗୃହିଣୀ ଗୋଟିଏ ଢାଙ୍କୁଣୀ ନେଇ କୂପ ମୁଖରେ ଦେଇ ତହିଁ ଉପରେ ମର୍ଦ୍ଦିତ ଶସ୍ୟ ବିଛାଇ ଦେଲା; ଏଣୁ କିଛି ଜଣା ପଡ଼ିଲା ନାହିଁ । .::. 20 ଏଉତ୍ତାରେ ଅବଶାଲୋମର ଦାସମାନେ ସେହି ସ୍ତ୍ରୀର ଗୃହକୁ ଆସି ପଚାରିଲେ, ଅହୀମାସ୍ ଓ ଯୋନାଥନ କାହାନ୍ତି? ତହିଁରେ ସେ ସ୍ତ୍ରୀ ସେମାନଙ୍କୁ କହିଲା, ସେମାନେ ନଦୀ ପାର ହୋଇ ଗଲେଣି । ତହୁଁ ସେମାନେ ଖୋଜି ନ ପାଇବାରୁ ଯିରୂଶାଲମକୁ ଫେରି ଗଲେ । .::. 21 ଏଣୁ ସେମାନେ ଗଲା ଉତ୍ତାରେ ସେ ଦୁଇ ଜଣ କୂପରୁ ବାହାରି ଦାଉଦ ରାଜାଙ୍କ ନିକଟକୁ ଯାଇ ଜଣାଇଲେ; ଆଉ ସେମାନେ ଦାଉଦଙ୍କୁ କହିଲେ, ତୁମ୍ଭେମାନେ ଉଠ, ଶୀଘ୍ର ଜଳ ପାର ହୋଇ ଯାଅ, କାରଣ ଅହୀଥୋଫଲ ତୁମ୍ଭମାନଙ୍କ ବିରୁଦ୍ଧରେ ଏପରି ଏପରି ମନ୍ତ୍ରଣା ଦେଇଅଛି । .::. 22 ଏଥିରେ ଦାଉଦ ଓ ତାଙ୍କ ସଙ୍ଗୀ ସମସ୍ତ ଲୋକ ଉଠି ଯର୍ଦ୍ଦନ ପାର ହୋଇଗଲେ; ପ୍ରଭାତ ଆଲୁଅ ସମୟକୁ ଯେ ଯର୍ଦ୍ଦନ ପାର ହୋଇ ଯାଇ ନ ଥିଲା, ଏପରି ଜଣେ ଅବଶିଷ୍ଟ ରହିଲା ନାହିଁ । .::. 23 ଏଉତ୍ତାରେ ଅହୀଥୋଫଲ ଆପଣା ମନ୍ତ୍ରଣାନୁସାରେ କର୍ମ କରା ନ ଯିବାର ଦେଖି ଆପଣା ଗର୍ଦ୍ଦଭ ସଜାଇ ଉଠି ନିଜ ଗୃହ ଓ ନିଜ ନଗରକୁ ଗଲା ଓ ଆପଣା ଗୃହ ବିଷୟ ସଜାଡ଼ି ଆପଣାକୁ ଫାଶୀ ଦେଲା; ଏରୂପେ ସେ ମଲା, ପୁଣି ଆପଣା ପିତାର କବରରେ କବର ପାଇଲା । .::. 24 ଏଥି ମଧ୍ୟରେ ଦାଉଦ ମହନୟିମରେ ଉପସ୍ଥିତ ହେଲେ । ପୁଣି ଅବଶାଲୋମ ଓ ତାହାର ସଙ୍ଗୀ ସମସ୍ତ ଇସ୍ରାଏଲ ଲୋକ ଯର୍ଦ୍ଦନ ପାର ହେଲେ । .::. 25 ଆଉ ଅବଶାଲୋମ ଯୋୟାବ ପଦରେ ଅମାସାକୁ ସୈନ୍ୟ ଉପରେ ନିଯୁକ୍ତ କଲା । ଏହି ଅମାସା ଇସ୍ରାଏଲୀୟ ଯେଥର ନାମକ ଏକ ବ୍ୟକ୍ତିର ପୁତ୍ର, ସେ ବ୍ୟକ୍ତି ଯୋୟାବର ମାତା ସରୁୟାର ଭଗିନୀ, ନାହଶର କନ୍ୟା ଅବୀଗଲର ସହବାସ କରିଥିଲା । .::. 26 ପୁଣି ଇସ୍ରାଏଲ ଓ ଅବଶାଲୋମ ଗିଲୀୟଦ ଦେଶରେ ଛାଉଣି ସ୍ଥାପନ କଲେ । .::. 27 ଅନନ୍ତର ଦାଉଦ ମହନୟିମରେ ଉପସ୍ଥିତ ହୁଅନ୍ତେ, ଅମ୍ମୋନ୍-ସନ୍ତାନଗଣର ରବ୍ବା ନିବାସୀ ନାହଶର ପୁତ୍ର ଶୋବି ଓ ଲୋ-ଦବାର ନିବାସୀ ଅମ୍ମୀୟେଲର ପୁତ୍ର ମାଖୀର, ଆଉ ରୋଗଲୀମ ନିବାସୀ ଗିଲୀୟଦୀୟ ବର୍ସିଲ୍ଲୟ ଦାଉଦ ଓ ତାଙ୍କର ସଙ୍ଗୀ ଲୋକମାନଙ୍କ ନିମନ୍ତେ .::. 28 ଶଯ୍ୟା ଓ ପାନପାତ୍ର ଓ ମୃତ୍ତିକା ପାତ୍ର, ପୁଣି ଆହାରାର୍ଥେ ଗହମ ଓ ଯବ ଓ ମଇଦା ଓ ଭଜାଶସ୍ୟ ଓ ଶିମ ଓ ମସୁର ଓ ଭଜା ବିରି .::. 29 ଓ ମଧୁ ଓ ଦଧି ଓ ମେଷ ଓ ଗୋ-ଛେନା ଆଣିଲେ; କାରଣ ସେମାନେ କହିଲେ, ଲୋକମାନେ ପ୍ରାନ୍ତରରେ କ୍ଷୁଧିତ ଓ କ୍ଳା; ଓ ତୃଷିତ ହୋଇଥିବେ । .::.
  • ଦିତୀୟ ଶାମୁୟେଲ ଅଧ୍ୟାୟ 1  
  • ଦିତୀୟ ଶାମୁୟେଲ ଅଧ୍ୟାୟ 2  
  • ଦିତୀୟ ଶାମୁୟେଲ ଅଧ୍ୟାୟ 3  
  • ଦିତୀୟ ଶାମୁୟେଲ ଅଧ୍ୟାୟ 4  
  • ଦିତୀୟ ଶାମୁୟେଲ ଅଧ୍ୟାୟ 5  
  • ଦିତୀୟ ଶାମୁୟେଲ ଅଧ୍ୟାୟ 6  
  • ଦିତୀୟ ଶାମୁୟେଲ ଅଧ୍ୟାୟ 7  
  • ଦିତୀୟ ଶାମୁୟେଲ ଅଧ୍ୟାୟ 8  
  • ଦିତୀୟ ଶାମୁୟେଲ ଅଧ୍ୟାୟ 9  
  • ଦିତୀୟ ଶାମୁୟେଲ ଅଧ୍ୟାୟ 10  
  • ଦିତୀୟ ଶାମୁୟେଲ ଅଧ୍ୟାୟ 11  
  • ଦିତୀୟ ଶାମୁୟେଲ ଅଧ୍ୟାୟ 12  
  • ଦିତୀୟ ଶାମୁୟେଲ ଅଧ୍ୟାୟ 13  
  • ଦିତୀୟ ଶାମୁୟେଲ ଅଧ୍ୟାୟ 14  
  • ଦିତୀୟ ଶାମୁୟେଲ ଅଧ୍ୟାୟ 15  
  • ଦିତୀୟ ଶାମୁୟେଲ ଅଧ୍ୟାୟ 16  
  • ଦିତୀୟ ଶାମୁୟେଲ ଅଧ୍ୟାୟ 17  
  • ଦିତୀୟ ଶାମୁୟେଲ ଅଧ୍ୟାୟ 18  
  • ଦିତୀୟ ଶାମୁୟେଲ ଅଧ୍ୟାୟ 19  
  • ଦିତୀୟ ଶାମୁୟେଲ ଅଧ୍ୟାୟ 20  
  • ଦିତୀୟ ଶାମୁୟେଲ ଅଧ୍ୟାୟ 21  
  • ଦିତୀୟ ଶାମୁୟେଲ ଅଧ୍ୟାୟ 22  
  • ଦିତୀୟ ଶାମୁୟେଲ ଅଧ୍ୟାୟ 23  
  • ଦିତୀୟ ଶାମୁୟେଲ ଅଧ୍ୟାୟ 24  
×

Alert

×

Oriya Letters Keypad References