ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆମୋଷ

ଆମୋଷ ଅଧ୍ୟାୟ 6

1 ନାନା ପ୍ରଧାନ ଗୋଷ୍ଠୀ ମଧ୍ୟରେ ପ୍ରସିଦ୍ଧ, ଯେଉଁ-ମାନଙ୍କ ନିକଟକୁ ଇସ୍ରାଏଲ-ବଂଶ ଆସନ୍ତି, ଏପରି ଯେ ସିୟୋନସ୍ଥ ସୁଖରେ ଥିବା ଲୋକମାନେ ଓ ଶମରୀୟା ପର୍ବତସ୍ଥ ନିରାପଦରେ ଥିବା ଲୋକମାନେ, ସେମାନେ ସନ୍ତାପର ପାତ୍ର! 2 ତୁମ୍ଭେମାନେ କଲନୀକି ଯାଇ ଦେଖ ଓ ସେସ୍ଥାନରୁ ତୁମ୍ଭେମାନେ ବଡ଼ ହମାତକୁ ଯାଅ; ତହିଁ ଉତ୍ତାରେ ପଲେଷ୍ଟୀୟମାନଙ୍କର ଗାଥ୍ ନଗରକୁ ଯାଅ; ସେସବୁ କି ଏହି (ଦୁଇ) ରାଜ୍ୟ ଅପେକ୍ଷା ଉତ୍ତମ? ଅବା ସେମାନଙ୍କର ସୀମା କି ତୁମ୍ଭମାନଙ୍କର ସୀମା ଅପେକ୍ଷା ବଡ଼? 3 ଏହି ଲୋକମାନେ ଅମଙ୍ଗଳର ଦିନକୁ ଦୂରରେ ରଖୁଅଛନ୍ତି ଓ ଦୌରାତ୍ମ୍ୟର ଆସନକୁ ନିକଟବର୍ତ୍ତୀ କରାଉଅଛନ୍ତି; 4 ସେମାନେ ହସ୍ତୀଦ; ଶଯ୍ୟାରେ ଶୟନ କରନ୍ତି ଓ ଖଟ ଉପରେ ଆପଣା ଆପଣା ଗାତ୍ର ଲମ୍ଵାଉଅଛନ୍ତି, ଆଉ ପଲରୁ ମେଷଶାବକ ଓ ଗୋଠରୁ ଗୋବତ୍ସ ଆଣି ଭୋଜନ କରନ୍ତି; 5 ନେବଲ ଯନ୍ତ୍ରରେ ଅନର୍ଥକ ଗୀତ ଗାନ କରନ୍ତି, ଦାଉଦର ନ୍ୟାୟ ଆପଣାମାନଙ୍କ ନିମନ୍ତେ ନାନା ବାଦ୍ୟଯନ୍ତ୍ର ନିର୍ମାଣ କରନ୍ତି; 6 ବଡ଼ ବଡ଼ ପାତ୍ରରେ ଦ୍ରାକ୍ଷାରସ ପାନ କରନ୍ତି ଓ ଉତ୍କୃଷ୍ଟ ତୈଳରେ ଆପଣାମାନଙ୍କୁ ମର୍ଦ୍ଦନ କରନ୍ତି; ମାତ୍ର ଯୋଷେଫର କ୍ଳେଶରେ ସେମାନେ ଦୁଃଖିତ ହୁଅନ୍ତି ନାହିଁ । 7 ଏଥିପାଇଁ ସେମାନେ ଏବେ ପ୍ରଥମ ନିର୍ବାସିତ ଲୋକମାନଙ୍କ ସହିତ ନିର୍ବାସିତ ହେବେ ଓ ଗାତ୍ର ଲମ୍ଵକାରୀ-ମାନଙ୍କର ହର୍ଷନାଦ ଲୁପ୍ତ ହେବ । 8 ପ୍ରଭୁ ସଦାପ୍ରଭୁ ଆପଣା ନାମରେ ଶପଥ କରିଅଛନ୍ତି, ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ଵର ଏହି କଥା କହନ୍ତି; ଆମ୍ଭେ ଯାକୁବର ଗୌରବକୁ ଘୃଣା କରୁ ଓ ତାହାର ଅଟ୍ଟାଳିକାସବୁକୁ ତୁଚ୍ଛଜ୍ଞାନ କରୁ; ଏଥିପାଇଁ ଆମ୍ଭେ ନଗର ଓ ତନ୍ମଧ୍ୟସ୍ଥ ଯାବତୀୟକୁ ପର ହସ୍ତରେ ସମର୍ପଣ କରିବା । 9 ତହିଁରେ ଏକ ଗୃହରେ ଯେବେ ଦଶ ଜଣ ଅବଶିଷ୍ଟ ରହିବେ, ତେବେ ସମସ୍ତେ ମରିବେ । 10 ପୁଣି, ଗୃହ ମଧ୍ୟରୁ ଅସ୍ଥିସକଳ ବାହାର କରି ଆଣିବା ପାଇଁ କୌଣସି ଲୋକର ପିତୃବ୍ୟ, ଶବଦାହକାରୀ ତାହାକୁ ଉଠାଇଲା ଉତ୍ତାରେ ଗୃହର ଅନ୍ତରସ୍ଥ ଲୋକକୁ ପଚାରିବ, ଏବେ ହେଁ ତୁମ୍ଭର କି ଆଉ କିଏ ଅଛି? ତେବେ ସେ କହିବ, ନାହିଁ; ସେତେବେଳେ ସେ କହିବ, ତୁନି ହୁଅ; କାରଣ ସଦାପ୍ରଭୁଙ୍କର ନାମ ଆମ୍ଭମାନଙ୍କର ଉଚ୍ଚାରଣ କରିବାର ନୁହେଁ । 11 କାରଣ ଦେଖ, ସଦାପ୍ରଭୁ ଆଜ୍ଞା କରନ୍ତି ଓ ବଡ଼ ବଡ଼ ଗୃହ ଭଗ୍ନ ହେବ ଓ ସାନ ସାନ ଗୃହରେ ଫାଟ ହେବ। 12 ଅଶ୍ଵଗଣ କି ଶୈଳ ଉପରେ ଦୌଡ଼ିବେ? କେହି ବଳଦ ନେଇ କି ସେଠାରେ ଚାଷ କରିବ? ତୁମ୍ଭେମାନେ ନ୍ୟାୟ ବିଚାରକୁ ବିଷରେ ଓ ଧାର୍ମିକତାର ଫଳକୁ ନାଗ-ଦଅଣାରେ ପରିଣତ କରିଅଛନ୍ତ 13 ତୁମ୍ଭେମାନେ ଅବସ୍ତୁରେ ଆନନ୍ଦ କରୁଅଛ, ତୁମ୍ଭେମାନେ କହୁଅଛ, ଆମ୍ଭେମାନେ ଆପଣା ବଳରେ କି ଶୃଙ୍ଗ ଲାଭ କରି ନାହୁଁ? 14 ଏହେତୁ ଦେଖ, ହେ ଇସ୍ରାଏଲ-ବଂଶ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ଵର କହନ୍ତି, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଏକ ଗୋଷ୍ଠୀକି ଉଠାଇବା; ତହିଁରେ ସେମାନେ ହମାତ୍ର ପ୍ରବେଶ-ସ୍ଥାନଠାରୁ ଆରାବା ସ୍ରୋତ-ମାର୍ଗ ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ କ୍ଳେଶ ଦେବେ ।
1 ନାନା ପ୍ରଧାନ ଗୋଷ୍ଠୀ ମଧ୍ୟରେ ପ୍ରସିଦ୍ଧ, ଯେଉଁ-ମାନଙ୍କ ନିକଟକୁ ଇସ୍ରାଏଲ-ବଂଶ ଆସନ୍ତି, ଏପରି ଯେ ସିୟୋନସ୍ଥ ସୁଖରେ ଥିବା ଲୋକମାନେ ଓ ଶମରୀୟା ପର୍ବତସ୍ଥ ନିରାପଦରେ ଥିବା ଲୋକମାନେ, ସେମାନେ ସନ୍ତାପର ପାତ୍ର! .::. 2 ତୁମ୍ଭେମାନେ କଲନୀକି ଯାଇ ଦେଖ ଓ ସେସ୍ଥାନରୁ ତୁମ୍ଭେମାନେ ବଡ଼ ହମାତକୁ ଯାଅ; ତହିଁ ଉତ୍ତାରେ ପଲେଷ୍ଟୀୟମାନଙ୍କର ଗାଥ୍ ନଗରକୁ ଯାଅ; ସେସବୁ କି ଏହି (ଦୁଇ) ରାଜ୍ୟ ଅପେକ୍ଷା ଉତ୍ତମ? ଅବା ସେମାନଙ୍କର ସୀମା କି ତୁମ୍ଭମାନଙ୍କର ସୀମା ଅପେକ୍ଷା ବଡ଼? .::. 3 ଏହି ଲୋକମାନେ ଅମଙ୍ଗଳର ଦିନକୁ ଦୂରରେ ରଖୁଅଛନ୍ତି ଓ ଦୌରାତ୍ମ୍ୟର ଆସନକୁ ନିକଟବର୍ତ୍ତୀ କରାଉଅଛନ୍ତି; .::. 4 ସେମାନେ ହସ୍ତୀଦ; ଶଯ୍ୟାରେ ଶୟନ କରନ୍ତି ଓ ଖଟ ଉପରେ ଆପଣା ଆପଣା ଗାତ୍ର ଲମ୍ଵାଉଅଛନ୍ତି, ଆଉ ପଲରୁ ମେଷଶାବକ ଓ ଗୋଠରୁ ଗୋବତ୍ସ ଆଣି ଭୋଜନ କରନ୍ତି; .::. 5 ନେବଲ ଯନ୍ତ୍ରରେ ଅନର୍ଥକ ଗୀତ ଗାନ କରନ୍ତି, ଦାଉଦର ନ୍ୟାୟ ଆପଣାମାନଙ୍କ ନିମନ୍ତେ ନାନା ବାଦ୍ୟଯନ୍ତ୍ର ନିର୍ମାଣ କରନ୍ତି; .::. 6 ବଡ଼ ବଡ଼ ପାତ୍ରରେ ଦ୍ରାକ୍ଷାରସ ପାନ କରନ୍ତି ଓ ଉତ୍କୃଷ୍ଟ ତୈଳରେ ଆପଣାମାନଙ୍କୁ ମର୍ଦ୍ଦନ କରନ୍ତି; ମାତ୍ର ଯୋଷେଫର କ୍ଳେଶରେ ସେମାନେ ଦୁଃଖିତ ହୁଅନ୍ତି ନାହିଁ । .::. 7 ଏଥିପାଇଁ ସେମାନେ ଏବେ ପ୍ରଥମ ନିର୍ବାସିତ ଲୋକମାନଙ୍କ ସହିତ ନିର୍ବାସିତ ହେବେ ଓ ଗାତ୍ର ଲମ୍ଵକାରୀ-ମାନଙ୍କର ହର୍ଷନାଦ ଲୁପ୍ତ ହେବ । .::. 8 ପ୍ରଭୁ ସଦାପ୍ରଭୁ ଆପଣା ନାମରେ ଶପଥ କରିଅଛନ୍ତି, ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ଵର ଏହି କଥା କହନ୍ତି; ଆମ୍ଭେ ଯାକୁବର ଗୌରବକୁ ଘୃଣା କରୁ ଓ ତାହାର ଅଟ୍ଟାଳିକାସବୁକୁ ତୁଚ୍ଛଜ୍ଞାନ କରୁ; ଏଥିପାଇଁ ଆମ୍ଭେ ନଗର ଓ ତନ୍ମଧ୍ୟସ୍ଥ ଯାବତୀୟକୁ ପର ହସ୍ତରେ ସମର୍ପଣ କରିବା । .::. 9 ତହିଁରେ ଏକ ଗୃହରେ ଯେବେ ଦଶ ଜଣ ଅବଶିଷ୍ଟ ରହିବେ, ତେବେ ସମସ୍ତେ ମରିବେ । .::. 10 ପୁଣି, ଗୃହ ମଧ୍ୟରୁ ଅସ୍ଥିସକଳ ବାହାର କରି ଆଣିବା ପାଇଁ କୌଣସି ଲୋକର ପିତୃବ୍ୟ, ଶବଦାହକାରୀ ତାହାକୁ ଉଠାଇଲା ଉତ୍ତାରେ ଗୃହର ଅନ୍ତରସ୍ଥ ଲୋକକୁ ପଚାରିବ, ଏବେ ହେଁ ତୁମ୍ଭର କି ଆଉ କିଏ ଅଛି? ତେବେ ସେ କହିବ, ନାହିଁ; ସେତେବେଳେ ସେ କହିବ, ତୁନି ହୁଅ; କାରଣ ସଦାପ୍ରଭୁଙ୍କର ନାମ ଆମ୍ଭମାନଙ୍କର ଉଚ୍ଚାରଣ କରିବାର ନୁହେଁ । .::. 11 କାରଣ ଦେଖ, ସଦାପ୍ରଭୁ ଆଜ୍ଞା କରନ୍ତି ଓ ବଡ଼ ବଡ଼ ଗୃହ ଭଗ୍ନ ହେବ ଓ ସାନ ସାନ ଗୃହରେ ଫାଟ ହେବ। .::. 12 ଅଶ୍ଵଗଣ କି ଶୈଳ ଉପରେ ଦୌଡ଼ିବେ? କେହି ବଳଦ ନେଇ କି ସେଠାରେ ଚାଷ କରିବ? ତୁମ୍ଭେମାନେ ନ୍ୟାୟ ବିଚାରକୁ ବିଷରେ ଓ ଧାର୍ମିକତାର ଫଳକୁ ନାଗ-ଦଅଣାରେ ପରିଣତ କରିଅଛନ୍ତ .::. 13 ତୁମ୍ଭେମାନେ ଅବସ୍ତୁରେ ଆନନ୍ଦ କରୁଅଛ, ତୁମ୍ଭେମାନେ କହୁଅଛ, ଆମ୍ଭେମାନେ ଆପଣା ବଳରେ କି ଶୃଙ୍ଗ ଲାଭ କରି ନାହୁଁ? .::. 14 ଏହେତୁ ଦେଖ, ହେ ଇସ୍ରାଏଲ-ବଂଶ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ଵର କହନ୍ତି, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଏକ ଗୋଷ୍ଠୀକି ଉଠାଇବା; ତହିଁରେ ସେମାନେ ହମାତ୍ର ପ୍ରବେଶ-ସ୍ଥାନଠାରୁ ଆରାବା ସ୍ରୋତ-ମାର୍ଗ ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ କ୍ଳେଶ ଦେବେ । .::.
  • ଆମୋଷ ଅଧ୍ୟାୟ 1  
  • ଆମୋଷ ଅଧ୍ୟାୟ 2  
  • ଆମୋଷ ଅଧ୍ୟାୟ 3  
  • ଆମୋଷ ଅଧ୍ୟାୟ 4  
  • ଆମୋଷ ଅଧ୍ୟାୟ 5  
  • ଆମୋଷ ଅଧ୍ୟାୟ 6  
  • ଆମୋଷ ଅଧ୍ୟାୟ 7  
  • ଆମୋଷ ଅଧ୍ୟାୟ 8  
  • ଆମୋଷ ଅଧ୍ୟାୟ 9  
×

Alert

×

Oriya Letters Keypad References