ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯାତ୍ରା ପୁସ୍ତକ

ଯାତ୍ରା ପୁସ୍ତକ ଅଧ୍ୟାୟ 36

1 ଏନିମନ୍ତେ ସଦାପ୍ରଭୁଙ୍କର ସମସ୍ତ ଆଜ୍ଞାନୁସାରେ ପବିତ୍ର ସ୍ଥାନର କାର୍ଯ୍ୟସକଳ ରଚନା କରିବାକୁ ସଦାପ୍ରଭୁ ବତ୍ସଲେଲ ଓ ଅହଲୀୟାବ ପ୍ରଭୃତି ଯେଉଁମାନଙ୍କୁ ଜ୍ଞାନ ଓ ବୁଦ୍ଧି ଦେଇଅଛନ୍ତି, ସେହିସବୁ ବିଜ୍ଞମନା ଲୋକେ କର୍ମ କରିବେ । 2 ଅନନ୍ତର ମୋଶା ସେହି ବତ୍ସଲେଲ ଓ ଅହଲୀୟାବକୁ ଓ ସଦାପ୍ରଭୁଙ୍କଠାରୁ ମନରେ ଜ୍ଞାନପ୍ରାପ୍ତ ଅନ୍ୟସବୁ ବିଜ୍ଞମନା ଲୋକଙ୍କୁ ଓ ସେହି କର୍ମ କରିବା ପାଇଁ ମନରେ ପ୍ରବୃତ୍ତିପ୍ରାପ୍ତ ଲୋକମାନଙ୍କୁ ଡାକିଲେ । 3 ତହିଁରେ ସେମାନେ ପବିତ୍ର ସ୍ଥାନର କାର୍ଯ୍ୟ ରଚନା କରିବା ନିମନ୍ତେ ଇସ୍ରାଏଲ-ସନ୍ତାନଗଣର ଆନୀତ ଉପହାର ସବୁ ମୋଶାଙ୍କଠାରୁ ଗ୍ରହଣ କଲେ; ତଥାପି ଲୋକମାନେ ପ୍ରତି ପ୍ରଭାତରେ ତାଙ୍କ ନିକଟକୁ ସ୍ଵେଚ୍ଛାରେ ଆହୁରି ଉପହାର ଆଣିଲେ । 4 ତହୁଁ ପବିତ୍ର ସ୍ଥାନର ସମସ୍ତ କର୍ମକାରୀ ବିଜ୍ଞମନା ଲୋକମାନେ ଆପଣା ଆପଣା କର୍ମରୁ ଆସି ମୋଶାଙ୍କୁ କହିଲେ, 5 ସଦାପ୍ରଭୁ ଯାହା ଯାହା ରଚନା କରିବାକୁ ଆଜ୍ଞା ଦେଇ ଅଛନ୍ତି, ଲୋକମାନେ ସେହି କାର୍ଯ୍ୟ ନିମନ୍ତେ ପ୍ରୟୋଜନୀୟ ଦ୍ରବ୍ୟରୁ ଅତି ଅଧିକ ଆଣୁଅଛନ୍ତି । 6 ତହିଁରେ ମୋଶା ଆଜ୍ଞା ଦେଇ ଛାଉଣିର ସର୍ବତ୍ର ଏହା ଘୋଷଣା କରାଇଲେ, ପୁରୁଷ କି ସ୍ତ୍ରୀ ପବିତ୍ର ସ୍ଥାନ ନିମନ୍ତେ ଆଉ ଉପହାର ପ୍ରସ୍ତୁତ ନ କରନ୍ତୁ; ଏଣୁ ଲୋକମାନେ ଆଣିବାରୁ ନିବୃତ୍ତ ହେଲେ । 7 କାରଣ ସମସ୍ତ କର୍ମ କରିବାକୁ ସେମାନଙ୍କର ଦ୍ରବ୍ୟ ପ୍ରଚୁର ଓ ତତୋଧିକ ଥିଲା । 8 ଅନନ୍ତର କର୍ମକାରୀମାନଙ୍କ ମଧ୍ୟରେ ପ୍ରତ୍ୟେକ ବିଜ୍ଞମନା ଲୋକ ବଳା ଶୁଭ୍ର କ୍ଷୌମସୂତ୍ର ଓ ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ର ଦ୍ଵାରା ଆବାସର ଦଶ ଯବନିକା ପ୍ରସ୍ତୁତ କଲେ; ପୁଣି ତହିଁ ମଧ୍ୟରେ ଶିଳ୍ପ କର୍ମରେ କିରୂବର ଆକୃତି କଲେ । 9 ପ୍ରତ୍ୟେକ ଯବନିକା ଅଠାଇଶ୍ ହସ୍ତ ଦୀର୍ଘ, ପ୍ରତ୍ୟେକ ଯବନିକା ଚାରି ହସ୍ତ ପ୍ରସ୍ଥ ଓ ସମସ୍ତ ଯବନିକାର ସମାନ ପରିମାଣ ଥିଲା । 10 ପୁଣି ସେ ପାଞ୍ଚ ଯବନିକା ଏକତ୍ର ଯୋଗ କଲେ; ଅନ୍ୟ ପାଞ୍ଚ ଯବନିକା ଏକତ୍ର ଯୋଗ କଲେ । 11 ଆଉ, ସେ ଯୋଡ଼ସ୍ଥାନରେ ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ନୀଳ ସୂତ୍ରର ଘୁଣ୍ତିଘରା କଲେ; ଯୋଡ଼ସ୍ଥାନର ଦ୍ଵିତୀୟ ଅନ୍ତ୍ୟ ଯବନିକାର ଧଡ଼ିରେ ତଦ୍ରୂପ କଲେ । 12 ସେ ପ୍ରଥମ ଯବନିକାର ଧଡ଼ିରେ ପଚାଶ ଘୁଣ୍ତିଘରା ଓ ଯୋଡ଼ସ୍ଥାନର ଦ୍ଵିତୀୟ ଯବନିକାର ଧଡ଼ିରେ ପଚାଶ ଘୁଣ୍ତିଘରା କଲେ; ସେହି ଘୁଣ୍ତିଘରାସବୁ ପରସ୍ପର ସମ୍ମୁଖୀନ ରହିଲା । 13 ଆଉ ସେ ପଚାଶ ସ୍ଵର୍ଣ୍ଣଘୁଣ୍ତି କରି ଘୁଣ୍ତିରେ ଯବନିକାସକଳ ପରସ୍ପର ଯୋଡ଼ିଲେ; ତହିଁରେ ଆବାସ ଏକ ହିଁ ହେଲା । 14 ଏଉତ୍ତାରେ ସେ ଆବାସର ଆଚ୍ଛାଦନାର୍ଥକ ତମ୍ଵୁ ନିମନ୍ତେ ଛାଗ ଲୋମର ଏକାଦଶ ଯବନିକା ପ୍ରସ୍ତୁତ କଲେ । 15 ପ୍ରତ୍ୟେକ ଯବନିକାର ଦୈର୍ଘ୍ୟ ତିରିଶ ହସ୍ତ ଓ ପ୍ରସ୍ଥ ଚାରି ହସ୍ତ, ସେହି ଏକାଦଶ ଯବନିକାର ସମାନ ପରିମାଣ ଥିଲା । 16 ପୁଣି ସେ ପାଞ୍ଚ ଯବନିକା ପରସ୍ପର ଯୋଡ଼ି ପୃଥକ୍ ରଖିଲେ ଓ ଅନ୍ୟ ଛଅ ଯବନିକା ଯୋଡ଼ି ପୃଥକ୍ ରଖିଲେ । 17 ଯୋଡ଼ସ୍ଥାନର ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ପଚାଶ ଘୁଣ୍ତିଘରା କଲେ ଓ ଦ୍ଵିତୀୟ ଯବନିକାର ଯୋଡ଼ସ୍ଥାନ ଧଡ଼ିରେ ପଚାଶ ଘୁଣ୍ତିଘରା କଲେ । 18 ଆଉ ସେ ଯୋଡ଼ ଦେଇ ଏକ ତମ୍ଵୁ କରିବା ପାଇଁ ପିତ୍ତଳର ପଚାଶ ଘୁଣ୍ତି କଲେ । 19 ପୁଣି ସେ ରକ୍ତୀକୃତ ମେଷ ଚର୍ମରେ ତମ୍ଵୁର ଏକ ଛାତ ଓ ତହିଁ ଉପରେ ଶିଶୁକ ଚର୍ମର ଏକ ଛାତ ପ୍ରସ୍ତୁତ କଲେ। 20 ଅନନ୍ତର ସେ ଆବାସ ନିମିତ୍ତ ଶିଟୀମ୍ କାଷ୍ଠର ଠିଆପଟା ପ୍ରସ୍ତୁତ କଲେ । 21 ଏକ ଏକ ପଟା ଦଶ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଥିଲା । 22 ପ୍ରତ୍ୟେକ ପଟାର ପରସ୍ପର ଅନୁରୂପ ଦୁଇ ଦୁଇ ପଦ ଥିଲା; ଏହିରୂପେ ସେ ଆବାସର ସମସ୍ତ ପଟା ନିମନ୍ତେ ପ୍ରସ୍ତୁତ କଲେ । 23 ଆଉ ସେ ଆବାସର ଦକ୍ଷିଣ ଦିଗସ୍ଥ ଦକ୍ଷିଣ ପାର୍ଶ୍ଵ ନିମନ୍ତେ କୋଡ଼ିଏ ପଟା ପ୍ରସ୍ତୁତ କଲେ । 24 ପୁଣି ସେ ସେହି କୋଡ଼ିଏ ପଟା ତଳେ ଚାଳିଶଟି ରୂପାର ଚୁଙ୍ଗୀ କଲେ; ଏକ ପଟା ତଳେ ତହିଁର ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ସେମାନଙ୍କ ଦୁଇ ଦୁଇ ପଦ ନିମନ୍ତେ ଦୁଇ ଦୁଇ ଚୁଙ୍ଗୀ କଲେ । 25 ପୁଣି ଆବାସର ଅନ୍ୟ ପାର୍ଶ୍ଵ ନିମନ୍ତେ ଉତ୍ତର ଦିଗରେ କୋଡ଼ିଏ ପଟା କଲେ । 26 ଏକ ପଟା ତଳେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ଦୁଇ ଦୁଇ ଚୁଙ୍ଗୀ, ଏରୂପେ ରୂପାର ଚାଳିଶ ଚୁଙ୍ଗୀ କଲେ । 27 ସେ ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍ ପାର୍ଶ୍ଵ ନିମନ୍ତେ ଛଅ ଖଣ୍ତ ପଟା କଲେ । 28 ପୁଣି ଆବାସର ସେହି ପଶ୍ଚାଦ୍ ଭାଗର ଦୁଇ କୋଣ ନିମନ୍ତେ ଦୁଇ ଖଣ୍ତ ପଟା କଲେ । 29 ପୁଣି ତହିଁ ତଳେ ଯୋଡ଼ ରହିଲା ଓ ସେହିରୂପ ତହିଁର ମୁଣ୍ତରେ ପ୍ରଥମ କଡ଼ା ପାଖରେ ଯୋଡ଼ ରହିଲା; ଏହି ପ୍ରକାରେ ସେ ଦୁଇ କୋଣର ପଟା ଯୋଡ଼ିଲେ । 30 ତହିଁରେ ଆଠ ପଟା, ପୁଣି ଏକ ଏକ ପଟା ତଳେ ଦୁଇ ଦୁଇ ଚୁଙ୍ଗୀ, ଏରୂପେ ଷୋଳ ରୂପାଚୁଙ୍ଗୀ କଲେ । 31 ଆଉ ସେ ଶିଟୀମ୍ କାଷ୍ଠରେ ଅର୍ଗଳ ପ୍ରସ୍ତୁତ କରି ଆବାସର ଏକ ପାର୍ଶ୍ଵସ୍ଥ ପଟାରେ ପାଞ୍ଚ ଅର୍ଗଳ 32 ଓ ଅନ୍ୟ ପାର୍ଶ୍ଵସ୍ଥ ପଟାରେ ପାଞ୍ଚ ଅର୍ଗଳ, ପୁଣି ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍ ପାର୍ଶ୍ଵର ପଟାରେ ପାଞ୍ଚ ଅର୍ଗଳ ଦେଲେ । 33 ପୁଣି ମଧ୍ୟସ୍ଥିତ ଅର୍ଗଳ, ପଟାର ମଧ୍ୟଦେଶରେ ଏମୁଣ୍ତରୁ ସେମୁଣ୍ତ ଯାଏ ପାଇଲା । 34 ଆଉ, ସେ ସେହିସବୁ ପଟା ସୁବର୍ଣ୍ଣରେ ମଡ଼ାଇଲେ ଓ ଅର୍ଗଳର ଘରା ନିମନ୍ତେ ସୁବର୍ଣ୍ଣର କଡ଼ା କଲେ, ଅର୍ଗଳସକଳ ସୁବର୍ଣ୍ଣରେ ମଡ଼ାଇଲେ । 35 ଅନନ୍ତର ସେ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର-ନିର୍ମିତ ଓ କିରୂବାକୃତିରେ ଚିତ୍ରିତ ଏକ ବିଚ୍ଛେଦବସ୍ତ୍ର ପ୍ରସ୍ତୁତ କଲେ । 36 ପୁଣି ସେ ତହିଁ ନିମନ୍ତେ ଶିଟୀମ୍ କାଷ୍ଠର ଚାରି ସ୍ତମ୍ଭ କରି ସୁବର୍ଣ୍ଣରେ ମଡ଼ାଇଲେ ଓ ସେସବୁର ଆଙ୍କଡ଼ା ସୁବର୍ଣ୍ଣରେ କଲେ ଓ ତହିଁ ନିମନ୍ତେ ରୂପାର ଚାରି ଚୁଙ୍ଗୀ ଢାଳିଲେ । 37 ଆଉ, ସେ ତମ୍ଵୁଦ୍ଵାର ନିମନ୍ତେ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରନିର୍ମିତ ଚିତ୍ରବିଚିତ୍ର ଏକ ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କଲେ । 38 ତହିଁର ପାଞ୍ଚ ସ୍ତମ୍ଭ ଓ ସେସବୁର ଆଙ୍କଡ଼ା କଲେ; ପୁଣି ସେହିସବୁର ମୁଣ୍ତାଳି ଓ ଛୁଞ୍ଚିଆ ସୁବର୍ଣ୍ଣରେ ମଡ଼ାଇଲେ, ମାତ୍ର ସେମାନଙ୍କର ପାଞ୍ଚ ଚୁଙ୍ଗୀ ପିତ୍ତଳର ଥିଲା ।
1 ଏନିମନ୍ତେ ସଦାପ୍ରଭୁଙ୍କର ସମସ୍ତ ଆଜ୍ଞାନୁସାରେ ପବିତ୍ର ସ୍ଥାନର କାର୍ଯ୍ୟସକଳ ରଚନା କରିବାକୁ ସଦାପ୍ରଭୁ ବତ୍ସଲେଲ ଓ ଅହଲୀୟାବ ପ୍ରଭୃତି ଯେଉଁମାନଙ୍କୁ ଜ୍ଞାନ ଓ ବୁଦ୍ଧି ଦେଇଅଛନ୍ତି, ସେହିସବୁ ବିଜ୍ଞମନା ଲୋକେ କର୍ମ କରିବେ । .::. 2 ଅନନ୍ତର ମୋଶା ସେହି ବତ୍ସଲେଲ ଓ ଅହଲୀୟାବକୁ ଓ ସଦାପ୍ରଭୁଙ୍କଠାରୁ ମନରେ ଜ୍ଞାନପ୍ରାପ୍ତ ଅନ୍ୟସବୁ ବିଜ୍ଞମନା ଲୋକଙ୍କୁ ଓ ସେହି କର୍ମ କରିବା ପାଇଁ ମନରେ ପ୍ରବୃତ୍ତିପ୍ରାପ୍ତ ଲୋକମାନଙ୍କୁ ଡାକିଲେ । .::. 3 ତହିଁରେ ସେମାନେ ପବିତ୍ର ସ୍ଥାନର କାର୍ଯ୍ୟ ରଚନା କରିବା ନିମନ୍ତେ ଇସ୍ରାଏଲ-ସନ୍ତାନଗଣର ଆନୀତ ଉପହାର ସବୁ ମୋଶାଙ୍କଠାରୁ ଗ୍ରହଣ କଲେ; ତଥାପି ଲୋକମାନେ ପ୍ରତି ପ୍ରଭାତରେ ତାଙ୍କ ନିକଟକୁ ସ୍ଵେଚ୍ଛାରେ ଆହୁରି ଉପହାର ଆଣିଲେ । .::. 4 ତହୁଁ ପବିତ୍ର ସ୍ଥାନର ସମସ୍ତ କର୍ମକାରୀ ବିଜ୍ଞମନା ଲୋକମାନେ ଆପଣା ଆପଣା କର୍ମରୁ ଆସି ମୋଶାଙ୍କୁ କହିଲେ, .::. 5 ସଦାପ୍ରଭୁ ଯାହା ଯାହା ରଚନା କରିବାକୁ ଆଜ୍ଞା ଦେଇ ଅଛନ୍ତି, ଲୋକମାନେ ସେହି କାର୍ଯ୍ୟ ନିମନ୍ତେ ପ୍ରୟୋଜନୀୟ ଦ୍ରବ୍ୟରୁ ଅତି ଅଧିକ ଆଣୁଅଛନ୍ତି । .::. 6 ତହିଁରେ ମୋଶା ଆଜ୍ଞା ଦେଇ ଛାଉଣିର ସର୍ବତ୍ର ଏହା ଘୋଷଣା କରାଇଲେ, ପୁରୁଷ କି ସ୍ତ୍ରୀ ପବିତ୍ର ସ୍ଥାନ ନିମନ୍ତେ ଆଉ ଉପହାର ପ୍ରସ୍ତୁତ ନ କରନ୍ତୁ; ଏଣୁ ଲୋକମାନେ ଆଣିବାରୁ ନିବୃତ୍ତ ହେଲେ । .::. 7 କାରଣ ସମସ୍ତ କର୍ମ କରିବାକୁ ସେମାନଙ୍କର ଦ୍ରବ୍ୟ ପ୍ରଚୁର ଓ ତତୋଧିକ ଥିଲା । .::. 8 ଅନନ୍ତର କର୍ମକାରୀମାନଙ୍କ ମଧ୍ୟରେ ପ୍ରତ୍ୟେକ ବିଜ୍ଞମନା ଲୋକ ବଳା ଶୁଭ୍ର କ୍ଷୌମସୂତ୍ର ଓ ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ର ଦ୍ଵାରା ଆବାସର ଦଶ ଯବନିକା ପ୍ରସ୍ତୁତ କଲେ; ପୁଣି ତହିଁ ମଧ୍ୟରେ ଶିଳ୍ପ କର୍ମରେ କିରୂବର ଆକୃତି କଲେ । .::. 9 ପ୍ରତ୍ୟେକ ଯବନିକା ଅଠାଇଶ୍ ହସ୍ତ ଦୀର୍ଘ, ପ୍ରତ୍ୟେକ ଯବନିକା ଚାରି ହସ୍ତ ପ୍ରସ୍ଥ ଓ ସମସ୍ତ ଯବନିକାର ସମାନ ପରିମାଣ ଥିଲା । .::. 10 ପୁଣି ସେ ପାଞ୍ଚ ଯବନିକା ଏକତ୍ର ଯୋଗ କଲେ; ଅନ୍ୟ ପାଞ୍ଚ ଯବନିକା ଏକତ୍ର ଯୋଗ କଲେ । .::. 11 ଆଉ, ସେ ଯୋଡ଼ସ୍ଥାନରେ ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ନୀଳ ସୂତ୍ରର ଘୁଣ୍ତିଘରା କଲେ; ଯୋଡ଼ସ୍ଥାନର ଦ୍ଵିତୀୟ ଅନ୍ତ୍ୟ ଯବନିକାର ଧଡ଼ିରେ ତଦ୍ରୂପ କଲେ । .::. 12 ସେ ପ୍ରଥମ ଯବନିକାର ଧଡ଼ିରେ ପଚାଶ ଘୁଣ୍ତିଘରା ଓ ଯୋଡ଼ସ୍ଥାନର ଦ୍ଵିତୀୟ ଯବନିକାର ଧଡ଼ିରେ ପଚାଶ ଘୁଣ୍ତିଘରା କଲେ; ସେହି ଘୁଣ୍ତିଘରାସବୁ ପରସ୍ପର ସମ୍ମୁଖୀନ ରହିଲା । .::. 13 ଆଉ ସେ ପଚାଶ ସ୍ଵର୍ଣ୍ଣଘୁଣ୍ତି କରି ଘୁଣ୍ତିରେ ଯବନିକାସକଳ ପରସ୍ପର ଯୋଡ଼ିଲେ; ତହିଁରେ ଆବାସ ଏକ ହିଁ ହେଲା । .::. 14 ଏଉତ୍ତାରେ ସେ ଆବାସର ଆଚ୍ଛାଦନାର୍ଥକ ତମ୍ଵୁ ନିମନ୍ତେ ଛାଗ ଲୋମର ଏକାଦଶ ଯବନିକା ପ୍ରସ୍ତୁତ କଲେ । .::. 15 ପ୍ରତ୍ୟେକ ଯବନିକାର ଦୈର୍ଘ୍ୟ ତିରିଶ ହସ୍ତ ଓ ପ୍ରସ୍ଥ ଚାରି ହସ୍ତ, ସେହି ଏକାଦଶ ଯବନିକାର ସମାନ ପରିମାଣ ଥିଲା । .::. 16 ପୁଣି ସେ ପାଞ୍ଚ ଯବନିକା ପରସ୍ପର ଯୋଡ଼ି ପୃଥକ୍ ରଖିଲେ ଓ ଅନ୍ୟ ଛଅ ଯବନିକା ଯୋଡ଼ି ପୃଥକ୍ ରଖିଲେ । .::. 17 ଯୋଡ଼ସ୍ଥାନର ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ପଚାଶ ଘୁଣ୍ତିଘରା କଲେ ଓ ଦ୍ଵିତୀୟ ଯବନିକାର ଯୋଡ଼ସ୍ଥାନ ଧଡ଼ିରେ ପଚାଶ ଘୁଣ୍ତିଘରା କଲେ । .::. 18 ଆଉ ସେ ଯୋଡ଼ ଦେଇ ଏକ ତମ୍ଵୁ କରିବା ପାଇଁ ପିତ୍ତଳର ପଚାଶ ଘୁଣ୍ତି କଲେ । .::. 19 ପୁଣି ସେ ରକ୍ତୀକୃତ ମେଷ ଚର୍ମରେ ତମ୍ଵୁର ଏକ ଛାତ ଓ ତହିଁ ଉପରେ ଶିଶୁକ ଚର୍ମର ଏକ ଛାତ ପ୍ରସ୍ତୁତ କଲେ। .::. 20 ଅନନ୍ତର ସେ ଆବାସ ନିମିତ୍ତ ଶିଟୀମ୍ କାଷ୍ଠର ଠିଆପଟା ପ୍ରସ୍ତୁତ କଲେ । .::. 21 ଏକ ଏକ ପଟା ଦଶ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଥିଲା । .::. 22 ପ୍ରତ୍ୟେକ ପଟାର ପରସ୍ପର ଅନୁରୂପ ଦୁଇ ଦୁଇ ପଦ ଥିଲା; ଏହିରୂପେ ସେ ଆବାସର ସମସ୍ତ ପଟା ନିମନ୍ତେ ପ୍ରସ୍ତୁତ କଲେ । .::. 23 ଆଉ ସେ ଆବାସର ଦକ୍ଷିଣ ଦିଗସ୍ଥ ଦକ୍ଷିଣ ପାର୍ଶ୍ଵ ନିମନ୍ତେ କୋଡ଼ିଏ ପଟା ପ୍ରସ୍ତୁତ କଲେ । .::. 24 ପୁଣି ସେ ସେହି କୋଡ଼ିଏ ପଟା ତଳେ ଚାଳିଶଟି ରୂପାର ଚୁଙ୍ଗୀ କଲେ; ଏକ ପଟା ତଳେ ତହିଁର ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ସେମାନଙ୍କ ଦୁଇ ଦୁଇ ପଦ ନିମନ୍ତେ ଦୁଇ ଦୁଇ ଚୁଙ୍ଗୀ କଲେ । .::. 25 ପୁଣି ଆବାସର ଅନ୍ୟ ପାର୍ଶ୍ଵ ନିମନ୍ତେ ଉତ୍ତର ଦିଗରେ କୋଡ଼ିଏ ପଟା କଲେ । .::. 26 ଏକ ପଟା ତଳେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ଦୁଇ ଦୁଇ ଚୁଙ୍ଗୀ, ଏରୂପେ ରୂପାର ଚାଳିଶ ଚୁଙ୍ଗୀ କଲେ । .::. 27 ସେ ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍ ପାର୍ଶ୍ଵ ନିମନ୍ତେ ଛଅ ଖଣ୍ତ ପଟା କଲେ । .::. 28 ପୁଣି ଆବାସର ସେହି ପଶ୍ଚାଦ୍ ଭାଗର ଦୁଇ କୋଣ ନିମନ୍ତେ ଦୁଇ ଖଣ୍ତ ପଟା କଲେ । .::. 29 ପୁଣି ତହିଁ ତଳେ ଯୋଡ଼ ରହିଲା ଓ ସେହିରୂପ ତହିଁର ମୁଣ୍ତରେ ପ୍ରଥମ କଡ଼ା ପାଖରେ ଯୋଡ଼ ରହିଲା; ଏହି ପ୍ରକାରେ ସେ ଦୁଇ କୋଣର ପଟା ଯୋଡ଼ିଲେ । .::. 30 ତହିଁରେ ଆଠ ପଟା, ପୁଣି ଏକ ଏକ ପଟା ତଳେ ଦୁଇ ଦୁଇ ଚୁଙ୍ଗୀ, ଏରୂପେ ଷୋଳ ରୂପାଚୁଙ୍ଗୀ କଲେ । .::. 31 ଆଉ ସେ ଶିଟୀମ୍ କାଷ୍ଠରେ ଅର୍ଗଳ ପ୍ରସ୍ତୁତ କରି ଆବାସର ଏକ ପାର୍ଶ୍ଵସ୍ଥ ପଟାରେ ପାଞ୍ଚ ଅର୍ଗଳ .::. 32 ଓ ଅନ୍ୟ ପାର୍ଶ୍ଵସ୍ଥ ପଟାରେ ପାଞ୍ଚ ଅର୍ଗଳ, ପୁଣି ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍ ପାର୍ଶ୍ଵର ପଟାରେ ପାଞ୍ଚ ଅର୍ଗଳ ଦେଲେ । .::. 33 ପୁଣି ମଧ୍ୟସ୍ଥିତ ଅର୍ଗଳ, ପଟାର ମଧ୍ୟଦେଶରେ ଏମୁଣ୍ତରୁ ସେମୁଣ୍ତ ଯାଏ ପାଇଲା । .::. 34 ଆଉ, ସେ ସେହିସବୁ ପଟା ସୁବର୍ଣ୍ଣରେ ମଡ଼ାଇଲେ ଓ ଅର୍ଗଳର ଘରା ନିମନ୍ତେ ସୁବର୍ଣ୍ଣର କଡ଼ା କଲେ, ଅର୍ଗଳସକଳ ସୁବର୍ଣ୍ଣରେ ମଡ଼ାଇଲେ । .::. 35 ଅନନ୍ତର ସେ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର-ନିର୍ମିତ ଓ କିରୂବାକୃତିରେ ଚିତ୍ରିତ ଏକ ବିଚ୍ଛେଦବସ୍ତ୍ର ପ୍ରସ୍ତୁତ କଲେ । .::. 36 ପୁଣି ସେ ତହିଁ ନିମନ୍ତେ ଶିଟୀମ୍ କାଷ୍ଠର ଚାରି ସ୍ତମ୍ଭ କରି ସୁବର୍ଣ୍ଣରେ ମଡ଼ାଇଲେ ଓ ସେସବୁର ଆଙ୍କଡ଼ା ସୁବର୍ଣ୍ଣରେ କଲେ ଓ ତହିଁ ନିମନ୍ତେ ରୂପାର ଚାରି ଚୁଙ୍ଗୀ ଢାଳିଲେ । .::. 37 ଆଉ, ସେ ତମ୍ଵୁଦ୍ଵାର ନିମନ୍ତେ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରନିର୍ମିତ ଚିତ୍ରବିଚିତ୍ର ଏକ ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କଲେ । .::. 38 ତହିଁର ପାଞ୍ଚ ସ୍ତମ୍ଭ ଓ ସେସବୁର ଆଙ୍କଡ଼ା କଲେ; ପୁଣି ସେହିସବୁର ମୁଣ୍ତାଳି ଓ ଛୁଞ୍ଚିଆ ସୁବର୍ଣ୍ଣରେ ମଡ଼ାଇଲେ, ମାତ୍ର ସେମାନଙ୍କର ପାଞ୍ଚ ଚୁଙ୍ଗୀ ପିତ୍ତଳର ଥିଲା । .::.
  • ଯାତ୍ରା ପୁସ୍ତକ ଅଧ୍ୟାୟ 1  
  • ଯାତ୍ରା ପୁସ୍ତକ ଅଧ୍ୟାୟ 2  
  • ଯାତ୍ରା ପୁସ୍ତକ ଅଧ୍ୟାୟ 3  
  • ଯାତ୍ରା ପୁସ୍ତକ ଅଧ୍ୟାୟ 4  
  • ଯାତ୍ରା ପୁସ୍ତକ ଅଧ୍ୟାୟ 5  
  • ଯାତ୍ରା ପୁସ୍ତକ ଅଧ୍ୟାୟ 6  
  • ଯାତ୍ରା ପୁସ୍ତକ ଅଧ୍ୟାୟ 7  
  • ଯାତ୍ରା ପୁସ୍ତକ ଅଧ୍ୟାୟ 8  
  • ଯାତ୍ରା ପୁସ୍ତକ ଅଧ୍ୟାୟ 9  
  • ଯାତ୍ରା ପୁସ୍ତକ ଅଧ୍ୟାୟ 10  
  • ଯାତ୍ରା ପୁସ୍ତକ ଅଧ୍ୟାୟ 11  
  • ଯାତ୍ରା ପୁସ୍ତକ ଅଧ୍ୟାୟ 12  
  • ଯାତ୍ରା ପୁସ୍ତକ ଅଧ୍ୟାୟ 13  
  • ଯାତ୍ରା ପୁସ୍ତକ ଅଧ୍ୟାୟ 14  
  • ଯାତ୍ରା ପୁସ୍ତକ ଅଧ୍ୟାୟ 15  
  • ଯାତ୍ରା ପୁସ୍ତକ ଅଧ୍ୟାୟ 16  
  • ଯାତ୍ରା ପୁସ୍ତକ ଅଧ୍ୟାୟ 17  
  • ଯାତ୍ରା ପୁସ୍ତକ ଅଧ୍ୟାୟ 18  
  • ଯାତ୍ରା ପୁସ୍ତକ ଅଧ୍ୟାୟ 19  
  • ଯାତ୍ରା ପୁସ୍ତକ ଅଧ୍ୟାୟ 20  
  • ଯାତ୍ରା ପୁସ୍ତକ ଅଧ୍ୟାୟ 21  
  • ଯାତ୍ରା ପୁସ୍ତକ ଅଧ୍ୟାୟ 22  
  • ଯାତ୍ରା ପୁସ୍ତକ ଅଧ୍ୟାୟ 23  
  • ଯାତ୍ରା ପୁସ୍ତକ ଅଧ୍ୟାୟ 24  
  • ଯାତ୍ରା ପୁସ୍ତକ ଅଧ୍ୟାୟ 25  
  • ଯାତ୍ରା ପୁସ୍ତକ ଅଧ୍ୟାୟ 26  
  • ଯାତ୍ରା ପୁସ୍ତକ ଅଧ୍ୟାୟ 27  
  • ଯାତ୍ରା ପୁସ୍ତକ ଅଧ୍ୟାୟ 28  
  • ଯାତ୍ରା ପୁସ୍ତକ ଅଧ୍ୟାୟ 29  
  • ଯାତ୍ରା ପୁସ୍ତକ ଅଧ୍ୟାୟ 30  
  • ଯାତ୍ରା ପୁସ୍ତକ ଅଧ୍ୟାୟ 31  
  • ଯାତ୍ରା ପୁସ୍ତକ ଅଧ୍ୟାୟ 32  
  • ଯାତ୍ରା ପୁସ୍ତକ ଅଧ୍ୟାୟ 33  
  • ଯାତ୍ରା ପୁସ୍ତକ ଅଧ୍ୟାୟ 34  
  • ଯାତ୍ରା ପୁସ୍ତକ ଅଧ୍ୟାୟ 35  
  • ଯାତ୍ରା ପୁସ୍ତକ ଅଧ୍ୟାୟ 36  
  • ଯାତ୍ରା ପୁସ୍ତକ ଅଧ୍ୟାୟ 37  
  • ଯାତ୍ରା ପୁସ୍ତକ ଅଧ୍ୟାୟ 38  
  • ଯାତ୍ରା ପୁସ୍ତକ ଅଧ୍ୟାୟ 39  
  • ଯାତ୍ରା ପୁସ୍ତକ ଅଧ୍ୟାୟ 40  
×

Alert

×

Oriya Letters Keypad References