ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଆଦି ପୁସ୍ତକ

ଆଦି ପୁସ୍ତକ ଅଧ୍ୟାୟ 29

1 ଅନନ୍ତର ଯାକୁବ ଯାତ୍ରାରେ ଅଗ୍ରସର ହୋଇ ପୂର୍ବଦିଗସ୍ଥ ଲୋକମାନଙ୍କ ଦେଶରେ ଉପସ୍ଥିତ ହେଲା । 2 ତହୁଁ ସେ ଅନାଇଲା, ଆଉ ଦେଖ, କ୍ଷେତ୍ର ମଧ୍ୟରେ ଗୋଟିଏ କୂପ, ପୁଣି ଦେଖ, ତହିଁ ନିକଟରେ ତିନି ପଲ ମେଷ ଶୋଇଛନ୍ତି; କାରଣ ଲୋକମାନେ ମେଷପଲକୁ ସେହି କୂପରୁ ଜଳ ପାନ କରାନ୍ତି; ସେହି କୂପ ମୁଖରେ ଖଣ୍ତିଏ ବଡ଼ ପଥର ଘୋଡ଼ା ହୋଇଥାଏ । 3 ସେହି କୂପ ନିକଟରେ ସବୁ ପଲ ଏକତ୍ର ହୁଅନ୍ତି; ଆଉ, ଲୋକମାନେ ତାʼ ମୁଖରୁ ପଥର ଘୁଞ୍ଚାଇ ମେଷଗଣକୁ ଜଳ ପାନ କରାନ୍ତି, ପୁନର୍ବାର କୂପ ମୁଖରେ ଯଥାସ୍ଥାନରେ ପଥରଟା ଢାଙ୍କି ଦିଅନ୍ତି । 4 ଯାକୁବ ସେମାନଙ୍କୁ ପଚାରିଲା, ହେ ଭାଇମାନେ, ତୁମ୍ଭେମାନେ କେଉଁ ଠାବର ଲୋକ? ସେମାନେ କହିଲେ, ଆମ୍ଭେମାନେ ହାରଣ ନଗରର ଲୋକ । 5 ତେବେ ଯାକୁବ ପଚାରିଲା, ତୁମ୍ଭେମାନେ ନାହୋରର ପୌତ୍ର ଲାବନଙ୍କୁ ଚିହ୍ନ କି? ସେମାନେ କହିଲେ, ଆମ୍ଭେମାନେ ତାକୁ ଚିହ୍ନୁ । 6 ଯାକୁବ ପଚାରିଲା, ସେ କୁଶଳରେ ଅଛନ୍ତି ତ? ସେମାନେ କହିଲେ, କୁଶଳରେ ଅଛି; ଏହି ଦେଖ, ତାହାର କନ୍ୟା ରାହେଲ ମେଷପଲ ଘେନି ଆସୁଅଛି । 7 ସେତେବେଳେ ଯାକୁବ କହିଲା, ଦେଖ, ଏବେ ବହୁତ ବେଳ ଅଛି; ମେଷପଲ ଏକତ୍ର କରିବାର ସମୟ ହୋଇ ନାହିଁ; ତୁମ୍ଭେମାନେ ମେଷଗଣକୁ ଜଳ ପାନ କରାଇ ପୁନର୍ବାର ଚରାଇବାକୁ ଘେନିଯାଅ । 8 ମାତ୍ର ସେମାନେ କହିଲେ, ତାହା ଆମ୍ଭେମାନେ କରି ନ ପାରୁ; ସମସ୍ତ ପଲ ଏକତ୍ର ହେବାର ଅପେକ୍ଷା କରିବାକୁ ହୁଏ; ତହିଁ ଉତ୍ତାରେ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଯାଏ, ତାହାହେଲେ, ଆମ୍ଭେମାନେ ମେଷଗଣକୁ ଜଳ ପାନ କରାଉ । 9 ଯାକୁବ ସେମାନଙ୍କ ସହିତ ଏପ୍ରକାର କଥାବାର୍ତ୍ତା କରୁଅଛି, ଏଥିମଧ୍ୟରେ ରାହେଲ ଆପଣା ପିତାର ମେଷପଲ ଘେନି ଉପସ୍ଥିତ ହେଲା, କାରଣ ସେ ମେଷପାଳିକା ଥିଲା । 10 ସେତେବେଳେ ଯାକୁବ ଆପଣା ମାତୁଳ ଲାବନର କନ୍ୟା ରାହେଲକୁ ଓ ମାତୁଳର ମେଷପଲକୁ ଦେଖି ନିକଟକୁ ଯାଇ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଇ ମାତୁଳ ଲାବନର ପଲକୁ ଜଳ ପାନ କରାଇଲା । 11 ଅନନ୍ତର ଯାକୁବ ରାହେଲକୁ ଚୁମ୍ଵନ କରି ଉଚ୍ଚ ସ୍ଵରରେ କ୍ରନ୍ଦନ କରିବାକୁ ଲାଗିଲା । 12 ପୁଣି ଆପେ ଯେ ତାହାର ପିତାର କୁଟୁମ୍ଵ ଓ ରିବିକାର ପୁତ୍ର, ଏହି ପରିଚୟ ଦେଲା; ତହୁଁ ରାହେଲ ଦୌଡ଼ିଯାଇ ଆପଣା ପିତାକୁ ସମାଚାର ଦେଲା । 13 ତହିଁରେ ଲାବନ ଆପଣା ଭଣଜା ଯାକୁବର ସମାଚାର ପାଇ ତାହା ସଙ୍ଗେ ସାକ୍ଷାତ କରିବାକୁ ଦୌଡ଼ିଗଲା, ପୁଣି ତାହାକୁ ଆଲିଙ୍ଗନ ଓ ଚୁମ୍ଵନ କରି ଆପଣା ଗୃହକୁ ନେଇଗଲା; ତହୁଁ ସେ ସମସ୍ତ ବିବରଣ ଲାବନକୁ ଜଣାଇଲା । 14 ତହିଁରେ ଲାବନ କହିଲା, ତୁମ୍ଭେ ନିତା; ଆମ୍ଭର ଅସ୍ଥି ଓ ମାଂସସ୍ଵରୂପ । ତେଣୁ ଯାକୁବ ତାହାର ଗୃହରେ ମାସେ କାଳ ବାସ କଲା । 15 ଅନନ୍ତର ଲାବନ ଯାକୁବକୁ କହିଲା, ତୁମ୍ଭେ ମୋହର କୁଟୁମ୍ଵ ବୋଲି କି ବିନା ବର୍ତ୍ତନରେ ମୋହର ଦାସ୍ୟକର୍ମ କରିବ? ଏଣୁ କି ବର୍ତ୍ତନ ନେବ? ତାହା କୁହ । 16 ସେହି ଲାବନର ଦୁଇ କନ୍ୟା ଥିଲେ; ଜ୍ୟେଷ୍ଠାର ନାମ ଲେୟା, କନିଷ୍ଠାର ନାମ ରାହେଲ । 17 ଲେୟା କ୍ଷୀଣାକ୍ଷୀ, ମାତ୍ର ରାହେଲ ସୁନ୍ଦରୀ ଓ ରୂପବତୀ ଥିଲା । 18 ଆଉ ଯାକୁବ ରାହେଲକୁ ପ୍ରେମ କଲା; ଏଥିନିମିତ୍ତ ସେ ଉତ୍ତର କଲା, ତୁମ୍ଭର କନିଷ୍ଠା କନ୍ୟା ରାହେଲ ନିମନ୍ତେ ମୁଁ ସାତ ବର୍ଷ ତୁମ୍ଭର ଦାସ୍ୟକର୍ମ କରିବି । 19 ତହିଁରେ ଲାବନ କହିଲା, ଅନ୍ୟ ପୁରୁଷକୁ ଦାନ କରିବା ଅପେକ୍ଷା ତୁମ୍ଭକୁ ଦାନ କରିବା ଅଧିକ ଉତ୍ତମ; ମୋʼ ନିକଟରେ ଥାଅ । 20 ଏହିରୂପେ ଯାକୁବ ରାହେଲ ନିମନ୍ତେ ସାତ ବର୍ଷ ଦାସ୍ୟକର୍ମ କଲା; ପୁଣି ରାହେଲ ପ୍ରତି ତାହାର ଏରୂପ ପ୍ରେମ ଥିଲା, ଯେ ସେହି ସାତ ବର୍ଷ ତାହା ପ୍ରତି କେବଳ ଅଳ୍ପ ଦିନ ପରି ବୋଧ ହେଲା । 21 ଅନନ୍ତର ଯାକୁବ ଲାବନକୁ କହିଲା, ମୋହର ନିୟମିତ କାଳ ସମ୍ପୂର୍ଣ୍ଣ ହେଲା, ଏବେ ମୋʼ ଭାର୍ଯ୍ୟା ମୋତେ ଦିଅ, ମୁଁ ତାହାର ସହବାସ କରିବି । 22 ତହିଁରେ ଲାବନ ସେହି ସ୍ଥାନର ସମସ୍ତ ଲୋକଙ୍କୁ ଏକତ୍ର କରି ଭୋଜ ପ୍ରସ୍ତୁତ କଲା । 23 ସନ୍ଧ୍ୟାକାଳରେ ସେ ଆପଣା କନ୍ୟା ଲେୟାକୁ ଘେନି ଯାକୁବ ନିକଟକୁ ଆଣିଲା; ପୁଣି ସେ ତାହାର ସହବାସ କଲା । 24 ଆଉ ଲାବନ ଆପଣା କନ୍ୟା ଲେୟାର ଦାସୀ ହେବା ନିମନ୍ତେ ସିଳ୍ପା ନାମ୍ନୀ ଆପଣା ଦାସୀକି ଦେଲା । 25 ମାତ୍ର ପ୍ରଭାତ ହୁଅନ୍ତେ, ଦେଖ, ସେ ତ ଲେୟା! ତହୁଁ ଯାକୁବ ଲାବନକୁ କହିଲା, ତୁମ୍ଭେ ମୋʼ ସହିତ ଏ କି ବ୍ୟବହାର କଲ? ମୁଁ କʼଣ ରାହେଲ ନିମନ୍ତେ ତୁମ୍ଭର ଦାସ୍ୟକର୍ମ କରି ନାହିଁ; ତେବେ କିହେତୁ ମୋତେ ପ୍ରବଞ୍ଚନା କଲ? 26 ତହିଁରେ ଲାବନ କହିଲା, ଜ୍ୟେଷ୍ଠା ଥାଉ ଥାଉ କନିଷ୍ଠାକୁ ଦାନ କରିବା ଆମ୍ଭମାନଙ୍କ ଦେଶାଚାର ନୁହେଁ । 27 ଏହାର ସପ୍ତାହ ପୂର୍ଣ୍ଣ କର, ତହିଁ ଉତ୍ତାରେ ଯେବେ ଆଉ ସାତ ବର୍ଷ ମୋହର ଦାସ୍ୟକର୍ମ କରିବ, ତେବେ ଅନ୍ୟ କନ୍ୟାକୁ ହିଁ ତୁମ୍ଭକୁ ଦାନ କରିବି । 28 ତହିଁରେ ଯାକୁବ ସେହି ପ୍ରକାରେ ତାହାର ସପ୍ତାହ ପୂର୍ଣ୍ଣ କଲା; ତହୁଁ ଲାବନ ତାହା ସହିତ ଆପଣା କନ୍ୟା ରାହେଲକୁ ବିବାହ କରି ଦେଲା । 29 ପୁଣି ରାହେଲର ଦାସୀ ହେବା ନିମନ୍ତେ ସେ ଆପଣାର ବିଲହା ନାମ୍ନୀ ଦାସୀକି ଦେଲା । 30 ତହୁଁ ସେ ରାହେଲର ମଧ୍ୟ ସହବାସ କଲା ଓ ଲେୟାଠାରୁ ରାହେଲକୁ ଅଧିକ ପ୍ରେମ କଲା; ପୁଣି ଆଉ ସାତ ବର୍ଷ ଲାବନର ଦାସ୍ୟକର୍ମ କଲା । 31 ଅନନ୍ତର ସଦାପ୍ରଭୁ ଲେୟାକୁ ଅପମାନିତା ଦେଖି ତାହାକୁ ଗର୍ଭଧାରଣର ଶକ୍ତି ଦେଲେ; ମାତ୍ର ରାହେଲ ବନ୍ଧ୍ୟା ହେଲା । 32 ଏଣୁକରି ଲେୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରନ୍ତେ, ତାହାର ନାମ ରୁବେନ୍ (ପୁତ୍ରକୁ ଦେଖ) ଦେଲା; ଯେହେତୁ ସେ କହିଲା, ସଦାପ୍ରଭୁ ମୋହର ଦୁଃଖ ଦେଖିଅଛନ୍ତି; ଏବେ ମୋʼ ସ୍ଵାମୀ ମୋତେ ଭଲ ପାଇବେ । 33 ଆଉ, ସେ ପୁନର୍ବାର ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, ମୁଁ ଅପମାନିତା ଅଟେ, ଏହା ସଦାପ୍ରଭୁ ଶ୍ରବଣ କରି ମୋତେ ଏହି ପୁତ୍ର ଦେଲେ; ଏଣୁ ସେ ତାହାର ନାମ ଶିମୀୟୋନ୍ (ଶ୍ରବଣ) ଦେଲା । 34 ପୁନର୍ବାର ସେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, ଏଥର ସ୍ଵାମୀ ମୋʼଠାରେ ଆସକ୍ତ ହେବେ, ଯେହେତୁ ମୁଁ ତାଙ୍କର ତିନି ପୁତ୍ର ପ୍ରସବ କରିଅଛି; ଏହେତୁ ତାହାର ନାମ ଲେବୀ (ଆସକ୍ତ) ଦେଲା । 35 ଅନନ୍ତର ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି କହିଲା, ଏବେ ମୁଁ ସଦାପ୍ରଭୁଙ୍କ ସ୍ତବଗାନ କରିବି; ତେଣୁ ସେ ତାହାର ନାମ ଯିହୁଦା (ସଦାପ୍ରଭୁଙ୍କ ସ୍ତବ) ଦେଲା । ଏଥିଉତ୍ତାରୁ ତାହାର ଗର୍ଭନିବୃତ୍ତି ହେଲା ।
1. ଅନନ୍ତର ଯାକୁବ ଯାତ୍ରାରେ ଅଗ୍ରସର ହୋଇ ପୂର୍ବଦିଗସ୍ଥ ଲୋକମାନଙ୍କ ଦେଶରେ ଉପସ୍ଥିତ ହେଲା । 2. ତହୁଁ ସେ ଅନାଇଲା, ଆଉ ଦେଖ, କ୍ଷେତ୍ର ମଧ୍ୟରେ ଗୋଟିଏ କୂପ, ପୁଣି ଦେଖ, ତହିଁ ନିକଟରେ ତିନି ପଲ ମେଷ ଶୋଇଛନ୍ତି; କାରଣ ଲୋକମାନେ ମେଷପଲକୁ ସେହି କୂପରୁ ଜଳ ପାନ କରାନ୍ତି; ସେହି କୂପ ମୁଖରେ ଖଣ୍ତିଏ ବଡ଼ ପଥର ଘୋଡ଼ା ହୋଇଥାଏ । 3. ସେହି କୂପ ନିକଟରେ ସବୁ ପଲ ଏକତ୍ର ହୁଅନ୍ତି; ଆଉ, ଲୋକମାନେ ତାʼ ମୁଖରୁ ପଥର ଘୁଞ୍ଚାଇ ମେଷଗଣକୁ ଜଳ ପାନ କରାନ୍ତି, ପୁନର୍ବାର କୂପ ମୁଖରେ ଯଥାସ୍ଥାନରେ ପଥରଟା ଢାଙ୍କି ଦିଅନ୍ତି । 4. ଯାକୁବ ସେମାନଙ୍କୁ ପଚାରିଲା, ହେ ଭାଇମାନେ, ତୁମ୍ଭେମାନେ କେଉଁ ଠାବର ଲୋକ? ସେମାନେ କହିଲେ, ଆମ୍ଭେମାନେ ହାରଣ ନଗରର ଲୋକ । 5. ତେବେ ଯାକୁବ ପଚାରିଲା, ତୁମ୍ଭେମାନେ ନାହୋରର ପୌତ୍ର ଲାବନଙ୍କୁ ଚିହ୍ନ କି? ସେମାନେ କହିଲେ, ଆମ୍ଭେମାନେ ତାକୁ ଚିହ୍ନୁ । 6. ଯାକୁବ ପଚାରିଲା, ସେ କୁଶଳରେ ଅଛନ୍ତି ତ? ସେମାନେ କହିଲେ, କୁଶଳରେ ଅଛି; ଏହି ଦେଖ, ତାହାର କନ୍ୟା ରାହେଲ ମେଷପଲ ଘେନି ଆସୁଅଛି । 7. ସେତେବେଳେ ଯାକୁବ କହିଲା, ଦେଖ, ଏବେ ବହୁତ ବେଳ ଅଛି; ମେଷପଲ ଏକତ୍ର କରିବାର ସମୟ ହୋଇ ନାହିଁ; ତୁମ୍ଭେମାନେ ମେଷଗଣକୁ ଜଳ ପାନ କରାଇ ପୁନର୍ବାର ଚରାଇବାକୁ ଘେନିଯାଅ । 8. ମାତ୍ର ସେମାନେ କହିଲେ, ତାହା ଆମ୍ଭେମାନେ କରି ନ ପାରୁ; ସମସ୍ତ ପଲ ଏକତ୍ର ହେବାର ଅପେକ୍ଷା କରିବାକୁ ହୁଏ; ତହିଁ ଉତ୍ତାରେ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଯାଏ, ତାହାହେଲେ, ଆମ୍ଭେମାନେ ମେଷଗଣକୁ ଜଳ ପାନ କରାଉ । 9. ଯାକୁବ ସେମାନଙ୍କ ସହିତ ଏପ୍ରକାର କଥାବାର୍ତ୍ତା କରୁଅଛି, ଏଥିମଧ୍ୟରେ ରାହେଲ ଆପଣା ପିତାର ମେଷପଲ ଘେନି ଉପସ୍ଥିତ ହେଲା, କାରଣ ସେ ମେଷପାଳିକା ଥିଲା । 10. ସେତେବେଳେ ଯାକୁବ ଆପଣା ମାତୁଳ ଲାବନର କନ୍ୟା ରାହେଲକୁ ଓ ମାତୁଳର ମେଷପଲକୁ ଦେଖି ନିକଟକୁ ଯାଇ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଇ ମାତୁଳ ଲାବନର ପଲକୁ ଜଳ ପାନ କରାଇଲା । 11. ଅନନ୍ତର ଯାକୁବ ରାହେଲକୁ ଚୁମ୍ଵନ କରି ଉଚ୍ଚ ସ୍ଵରରେ କ୍ରନ୍ଦନ କରିବାକୁ ଲାଗିଲା । 12. ପୁଣି ଆପେ ଯେ ତାହାର ପିତାର କୁଟୁମ୍ଵ ଓ ରିବିକାର ପୁତ୍ର, ଏହି ପରିଚୟ ଦେଲା; ତହୁଁ ରାହେଲ ଦୌଡ଼ିଯାଇ ଆପଣା ପିତାକୁ ସମାଚାର ଦେଲା । 13. ତହିଁରେ ଲାବନ ଆପଣା ଭଣଜା ଯାକୁବର ସମାଚାର ପାଇ ତାହା ସଙ୍ଗେ ସାକ୍ଷାତ କରିବାକୁ ଦୌଡ଼ିଗଲା, ପୁଣି ତାହାକୁ ଆଲିଙ୍ଗନ ଓ ଚୁମ୍ଵନ କରି ଆପଣା ଗୃହକୁ ନେଇଗଲା; ତହୁଁ ସେ ସମସ୍ତ ବିବରଣ ଲାବନକୁ ଜଣାଇଲା । 14. ତହିଁରେ ଲାବନ କହିଲା, ତୁମ୍ଭେ ନିତା; ଆମ୍ଭର ଅସ୍ଥି ଓ ମାଂସସ୍ଵରୂପ । ତେଣୁ ଯାକୁବ ତାହାର ଗୃହରେ ମାସେ କାଳ ବାସ କଲା । 15. ଅନନ୍ତର ଲାବନ ଯାକୁବକୁ କହିଲା, ତୁମ୍ଭେ ମୋହର କୁଟୁମ୍ଵ ବୋଲି କି ବିନା ବର୍ତ୍ତନରେ ମୋହର ଦାସ୍ୟକର୍ମ କରିବ? ଏଣୁ କି ବର୍ତ୍ତନ ନେବ? ତାହା କୁହ । 16. ସେହି ଲାବନର ଦୁଇ କନ୍ୟା ଥିଲେ; ଜ୍ୟେଷ୍ଠାର ନାମ ଲେୟା, କନିଷ୍ଠାର ନାମ ରାହେଲ । 17. ଲେୟା କ୍ଷୀଣାକ୍ଷୀ, ମାତ୍ର ରାହେଲ ସୁନ୍ଦରୀ ଓ ରୂପବତୀ ଥିଲା । 18. ଆଉ ଯାକୁବ ରାହେଲକୁ ପ୍ରେମ କଲା; ଏଥିନିମିତ୍ତ ସେ ଉତ୍ତର କଲା, ତୁମ୍ଭର କନିଷ୍ଠା କନ୍ୟା ରାହେଲ ନିମନ୍ତେ ମୁଁ ସାତ ବର୍ଷ ତୁମ୍ଭର ଦାସ୍ୟକର୍ମ କରିବି । 19. ତହିଁରେ ଲାବନ କହିଲା, ଅନ୍ୟ ପୁରୁଷକୁ ଦାନ କରିବା ଅପେକ୍ଷା ତୁମ୍ଭକୁ ଦାନ କରିବା ଅଧିକ ଉତ୍ତମ; ମୋʼ ନିକଟରେ ଥାଅ । 20. ଏହିରୂପେ ଯାକୁବ ରାହେଲ ନିମନ୍ତେ ସାତ ବର୍ଷ ଦାସ୍ୟକର୍ମ କଲା; ପୁଣି ରାହେଲ ପ୍ରତି ତାହାର ଏରୂପ ପ୍ରେମ ଥିଲା, ଯେ ସେହି ସାତ ବର୍ଷ ତାହା ପ୍ରତି କେବଳ ଅଳ୍ପ ଦିନ ପରି ବୋଧ ହେଲା । 21. ଅନନ୍ତର ଯାକୁବ ଲାବନକୁ କହିଲା, ମୋହର ନିୟମିତ କାଳ ସମ୍ପୂର୍ଣ୍ଣ ହେଲା, ଏବେ ମୋʼ ଭାର୍ଯ୍ୟା ମୋତେ ଦିଅ, ମୁଁ ତାହାର ସହବାସ କରିବି । 22. ତହିଁରେ ଲାବନ ସେହି ସ୍ଥାନର ସମସ୍ତ ଲୋକଙ୍କୁ ଏକତ୍ର କରି ଭୋଜ ପ୍ରସ୍ତୁତ କଲା । 23. ସନ୍ଧ୍ୟାକାଳରେ ସେ ଆପଣା କନ୍ୟା ଲେୟାକୁ ଘେନି ଯାକୁବ ନିକଟକୁ ଆଣିଲା; ପୁଣି ସେ ତାହାର ସହବାସ କଲା । 24. ଆଉ ଲାବନ ଆପଣା କନ୍ୟା ଲେୟାର ଦାସୀ ହେବା ନିମନ୍ତେ ସିଳ୍ପା ନାମ୍ନୀ ଆପଣା ଦାସୀକି ଦେଲା । 25. ମାତ୍ର ପ୍ରଭାତ ହୁଅନ୍ତେ, ଦେଖ, ସେ ତ ଲେୟା! ତହୁଁ ଯାକୁବ ଲାବନକୁ କହିଲା, ତୁମ୍ଭେ ମୋʼ ସହିତ ଏ କି ବ୍ୟବହାର କଲ? ମୁଁ କʼଣ ରାହେଲ ନିମନ୍ତେ ତୁମ୍ଭର ଦାସ୍ୟକର୍ମ କରି ନାହିଁ; ତେବେ କିହେତୁ ମୋତେ ପ୍ରବଞ୍ଚନା କଲ? 26. ତହିଁରେ ଲାବନ କହିଲା, ଜ୍ୟେଷ୍ଠା ଥାଉ ଥାଉ କନିଷ୍ଠାକୁ ଦାନ କରିବା ଆମ୍ଭମାନଙ୍କ ଦେଶାଚାର ନୁହେଁ । 27. ଏହାର ସପ୍ତାହ ପୂର୍ଣ୍ଣ କର, ତହିଁ ଉତ୍ତାରେ ଯେବେ ଆଉ ସାତ ବର୍ଷ ମୋହର ଦାସ୍ୟକର୍ମ କରିବ, ତେବେ ଅନ୍ୟ କନ୍ୟାକୁ ହିଁ ତୁମ୍ଭକୁ ଦାନ କରିବି । 28. ତହିଁରେ ଯାକୁବ ସେହି ପ୍ରକାରେ ତାହାର ସପ୍ତାହ ପୂର୍ଣ୍ଣ କଲା; ତହୁଁ ଲାବନ ତାହା ସହିତ ଆପଣା କନ୍ୟା ରାହେଲକୁ ବିବାହ କରି ଦେଲା । 29. ପୁଣି ରାହେଲର ଦାସୀ ହେବା ନିମନ୍ତେ ସେ ଆପଣାର ବିଲହା ନାମ୍ନୀ ଦାସୀକି ଦେଲା । 30. ତହୁଁ ସେ ରାହେଲର ମଧ୍ୟ ସହବାସ କଲା ଓ ଲେୟାଠାରୁ ରାହେଲକୁ ଅଧିକ ପ୍ରେମ କଲା; ପୁଣି ଆଉ ସାତ ବର୍ଷ ଲାବନର ଦାସ୍ୟକର୍ମ କଲା । 31. ଅନନ୍ତର ସଦାପ୍ରଭୁ ଲେୟାକୁ ଅପମାନିତା ଦେଖି ତାହାକୁ ଗର୍ଭଧାରଣର ଶକ୍ତି ଦେଲେ; ମାତ୍ର ରାହେଲ ବନ୍ଧ୍ୟା ହେଲା । 32. ଏଣୁକରି ଲେୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରନ୍ତେ, ତାହାର ନାମ ରୁବେନ୍ (ପୁତ୍ରକୁ ଦେଖ) ଦେଲା; ଯେହେତୁ ସେ କହିଲା, ସଦାପ୍ରଭୁ ମୋହର ଦୁଃଖ ଦେଖିଅଛନ୍ତି; ଏବେ ମୋʼ ସ୍ଵାମୀ ମୋତେ ଭଲ ପାଇବେ । 33. ଆଉ, ସେ ପୁନର୍ବାର ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, ମୁଁ ଅପମାନିତା ଅଟେ, ଏହା ସଦାପ୍ରଭୁ ଶ୍ରବଣ କରି ମୋତେ ଏହି ପୁତ୍ର ଦେଲେ; ଏଣୁ ସେ ତାହାର ନାମ ଶିମୀୟୋନ୍ (ଶ୍ରବଣ) ଦେଲା । 34. ପୁନର୍ବାର ସେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, ଏଥର ସ୍ଵାମୀ ମୋʼଠାରେ ଆସକ୍ତ ହେବେ, ଯେହେତୁ ମୁଁ ତାଙ୍କର ତିନି ପୁତ୍ର ପ୍ରସବ କରିଅଛି; ଏହେତୁ ତାହାର ନାମ ଲେବୀ (ଆସକ୍ତ) ଦେଲା । 35. ଅନନ୍ତର ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି କହିଲା, ଏବେ ମୁଁ ସଦାପ୍ରଭୁଙ୍କ ସ୍ତବଗାନ କରିବି; ତେଣୁ ସେ ତାହାର ନାମ ଯିହୁଦା (ସଦାପ୍ରଭୁଙ୍କ ସ୍ତବ) ଦେଲା । ଏଥିଉତ୍ତାରୁ ତାହାର ଗର୍ଭନିବୃତ୍ତି ହେଲା ।
  • ଆଦି ପୁସ୍ତକ ଅଧ୍ୟାୟ 1  
  • ଆଦି ପୁସ୍ତକ ଅଧ୍ୟାୟ 2  
  • ଆଦି ପୁସ୍ତକ ଅଧ୍ୟାୟ 3  
  • ଆଦି ପୁସ୍ତକ ଅଧ୍ୟାୟ 4  
  • ଆଦି ପୁସ୍ତକ ଅଧ୍ୟାୟ 5  
  • ଆଦି ପୁସ୍ତକ ଅଧ୍ୟାୟ 6  
  • ଆଦି ପୁସ୍ତକ ଅଧ୍ୟାୟ 7  
  • ଆଦି ପୁସ୍ତକ ଅଧ୍ୟାୟ 8  
  • ଆଦି ପୁସ୍ତକ ଅଧ୍ୟାୟ 9  
  • ଆଦି ପୁସ୍ତକ ଅଧ୍ୟାୟ 10  
  • ଆଦି ପୁସ୍ତକ ଅଧ୍ୟାୟ 11  
  • ଆଦି ପୁସ୍ତକ ଅଧ୍ୟାୟ 12  
  • ଆଦି ପୁସ୍ତକ ଅଧ୍ୟାୟ 13  
  • ଆଦି ପୁସ୍ତକ ଅଧ୍ୟାୟ 14  
  • ଆଦି ପୁସ୍ତକ ଅଧ୍ୟାୟ 15  
  • ଆଦି ପୁସ୍ତକ ଅଧ୍ୟାୟ 16  
  • ଆଦି ପୁସ୍ତକ ଅଧ୍ୟାୟ 17  
  • ଆଦି ପୁସ୍ତକ ଅଧ୍ୟାୟ 18  
  • ଆଦି ପୁସ୍ତକ ଅଧ୍ୟାୟ 19  
  • ଆଦି ପୁସ୍ତକ ଅଧ୍ୟାୟ 20  
  • ଆଦି ପୁସ୍ତକ ଅଧ୍ୟାୟ 21  
  • ଆଦି ପୁସ୍ତକ ଅଧ୍ୟାୟ 22  
  • ଆଦି ପୁସ୍ତକ ଅଧ୍ୟାୟ 23  
  • ଆଦି ପୁସ୍ତକ ଅଧ୍ୟାୟ 24  
  • ଆଦି ପୁସ୍ତକ ଅଧ୍ୟାୟ 25  
  • ଆଦି ପୁସ୍ତକ ଅଧ୍ୟାୟ 26  
  • ଆଦି ପୁସ୍ତକ ଅଧ୍ୟାୟ 27  
  • ଆଦି ପୁସ୍ତକ ଅଧ୍ୟାୟ 28  
  • ଆଦି ପୁସ୍ତକ ଅଧ୍ୟାୟ 29  
  • ଆଦି ପୁସ୍ତକ ଅଧ୍ୟାୟ 30  
  • ଆଦି ପୁସ୍ତକ ଅଧ୍ୟାୟ 31  
  • ଆଦି ପୁସ୍ତକ ଅଧ୍ୟାୟ 32  
  • ଆଦି ପୁସ୍ତକ ଅଧ୍ୟାୟ 33  
  • ଆଦି ପୁସ୍ତକ ଅଧ୍ୟାୟ 34  
  • ଆଦି ପୁସ୍ତକ ଅଧ୍ୟାୟ 35  
  • ଆଦି ପୁସ୍ତକ ଅଧ୍ୟାୟ 36  
  • ଆଦି ପୁସ୍ତକ ଅଧ୍ୟାୟ 37  
  • ଆଦି ପୁସ୍ତକ ଅଧ୍ୟାୟ 38  
  • ଆଦି ପୁସ୍ତକ ଅଧ୍ୟାୟ 39  
  • ଆଦି ପୁସ୍ତକ ଅଧ୍ୟାୟ 40  
  • ଆଦି ପୁସ୍ତକ ଅଧ୍ୟାୟ 41  
  • ଆଦି ପୁସ୍ତକ ଅଧ୍ୟାୟ 42  
  • ଆଦି ପୁସ୍ତକ ଅଧ୍ୟାୟ 43  
  • ଆଦି ପୁସ୍ତକ ଅଧ୍ୟାୟ 44  
  • ଆଦି ପୁସ୍ତକ ଅଧ୍ୟାୟ 45  
  • ଆଦି ପୁସ୍ତକ ଅଧ୍ୟାୟ 46  
  • ଆଦି ପୁସ୍ତକ ଅଧ୍ୟାୟ 47  
  • ଆଦି ପୁସ୍ତକ ଅଧ୍ୟାୟ 48  
  • ଆଦି ପୁସ୍ତକ ଅଧ୍ୟାୟ 49  
  • ଆଦି ପୁସ୍ତକ ଅଧ୍ୟାୟ 50  
×

Alert

×

Oriya Letters Keypad References