ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆଦି ପୁସ୍ତକ

ଆଦି ପୁସ୍ତକ ଅଧ୍ୟାୟ 50

1 ସେତେବେଳେ ଯୋଷେଫ ଆପଣା ପିତାଙ୍କର ମୁଖରେ ମୁଖ ଦେଇ ରୋଦନ କରି ଚୁମ୍ଵନ କଲେ । 2 ପୁଣି ଯୋଷେଫ ଆପଣା ପିତାଙ୍କର ଶବ ପୂତିଘ୍ନ ଦ୍ରବ୍ୟାକ୍ତ କରିବା ପାଇଁ ଆପଣା ଦାସ ବୈଦ୍ୟମାନଙ୍କୁ ଆଜ୍ଞା ଦେଲେ; ତହିଁରେ ବୈଦ୍ୟମାନେ ଇସ୍ରାଏଲଙ୍କର ଶବକୁ ପୂତିଘ୍ନ ଦ୍ରବ୍ୟାକ୍ତ କଲେ । 3 ତାହା ପାଇଁ ଚାଳିଶ ଦିନ ଲାଗିଲା; ଯେହେତୁ ପୂତିଘ୍ନ ଦ୍ରବ୍ୟାକ୍ତ କରିବାକୁ ଚାଳିଶ ଦିନ ଲାଗେ; ପୁଣି ମିସ୍ରୀୟ ଲୋକମାନେ ତାଙ୍କ ନିମନ୍ତେ ସତୁରି ଦିନ ଯାଏ ଶୋକ କଲେ । 4 ସେହି ଶୋକ ଦିନ ଗତ ହୁଅନ୍ତେ, ଯୋଷେଫ ଫାରୋଙ୍କର ପରିଜନଙ୍କୁ କହିଲେ, ଯେବେ ମୁଁ ତୁମ୍ଭମାନଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଥାଏ, ତେବେ ବିନୟ କରୁଅଛି, ଫାରୋଙ୍କ କର୍ଣ୍ଣଗୋଚରେ ଏହି କଥା କୁହ, 5 ମୋʼ ପିତା ମୋତେ ଶପଥ କରାଇ କହିଅଛନ୍ତି, ଦେଖ, ଆମ୍ଭେ ମଲେ, କିଣାନ ଦେଶରେ ଆପଣା ନିମନ୍ତେ ଯେଉଁ କବର ଖନନ କରିଅଛୁ, ତହିଁରେ ଆମ୍ଭକୁ କବର ଦେବ । ଏଣୁ ଏବେ ମୋତେ ଯିବାକୁ ଦିଅନ୍ତୁ, ମୁଁ ପିତାଙ୍କୁ କବର ଦେଇ ପୁନର୍ବାର ଆସିବି । 6 ତହିଁରେ ଫାରୋ କହିଲେ, ଯାଅ, ତୁମ୍ଭ ପିତା ତୁମ୍ଭକୁ ଯେଉଁ ଶପଥ କରାଇ ଅଛନ୍ତି, ତୁମ୍ଭେ ତଦନୁସାରେ ତାଙ୍କୁ କବର ଦିଅ । 7 ତହୁଁ ଯୋଷେଫ ଆପଣା ପିତାଙ୍କୁ କବର ଦେବାକୁ ଯାତ୍ରା କଲେ; ତହିଁରେ ଫାରୋଙ୍କର ଦାସମାନେ ଓ ତାଙ୍କ ଗୃହର ପ୍ରଧାନ ଲୋକମାନେ ଓ ମିସର ଦେଶର ପ୍ରଧାନ ଲୋକମାନେ, 8 ପୁଣି ଯୋଷେଫଙ୍କର ସମସ୍ତ ପରିବାର ଓ ତାଙ୍କର ଭ୍ରାତୃଗଣ ଓ ତାଙ୍କର ପିତୃପରିବାର ତାଙ୍କ ସଙ୍ଗେ ଗମନ କଲେ; ଗୋଶନ ପ୍ରଦେଶରେ ସେମାନେ କେବଳ ଆପଣାମାନଙ୍କ ବାଳକଗଣ ଓ ମେଷପଲ ଓ ଗୋପଲ ଛାଡ଼ି ଗଲେ । 9 ତାଙ୍କ ସଙ୍ଗରେ ରଥ ଓ ଅଶ୍ଵାରୋହୀଗଣ ଗମନ ଗଲେ; ତହିଁରେ ଅତିଶୟ ସମାରୋହ ହେଲା । 10 ଅନନ୍ତର ସେମାନେ ଯର୍ଦ୍ଦନ ପାରସ୍ଥ ଆଟଦର ଖଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ମହା ବିଳାପ କରି ରୋଦନ କଲେ; ଯୋଷେଫ ସେଠାରେ ଆପଣା ପିତାଙ୍କ ଲାଗି ସାତ ଦିନ ପର୍ଯ୍ୟନ୍ତ ଶୋକ କଲେ । 11 ପୁଣି ସେହି ଦେଶ ନିବାସୀ କିଣାନୀୟ ଲୋକମାନେ ଆଟଦର ଖଳାରେ ସେମାନଙ୍କର ଏରୂପ ଶୋକ ଦେଖି କହିଲେ, ମିସ୍ରୀୟମାନଙ୍କର ଏ ଅତି ଦାରୁଣ ଶୋକ; ତେଣୁକରି ଯର୍ଦ୍ଦନ ପାରସ୍ଥ ସେହି ସ୍ଥାନ ଆବେଲ ମିସର (ମିସ୍ରୀୟମାନଙ୍କ ଶୋକ) ନାମରେ ବିଖ୍ୟାତ ହେଲା । 12 ଅନନ୍ତର ଯାକୁବ ଆପଣା ପୁତ୍ରମାନଙ୍କୁ ଯେପରି ଆଜ୍ଞା ଦେଇଥିଲେ, ସେମାନେ ତାଙ୍କ ପ୍ରତି ତଦନୁସାରେ କଲେ; 13 ଅର୍ଥାତ୍, ତାଙ୍କର ପୁତ୍ରମାନେ ତାଙ୍କୁ କିଣାନ ଦେଶକୁ ନେଇ ମକ୍ପେଲା କ୍ଷେତ୍ରରେ ମଧ୍ୟବର୍ତ୍ତୀ ଗୁହାରେ କବର ଦେଲେ; ସେହି ଗୁହା ମମ୍ରିର ସମ୍ମୁଖସ୍ଥ କ୍ଷେତ୍ର ସହିତ କବର ସ୍ଥାନାଧିକାର ନିମିତ୍ତ ହେତୀୟ ଇଫ୍ରୋଣଠାରୁ ଅବ୍ରହାମଙ୍କ ଦ୍ଵାରା କ୍ରୀତ ହୋଇଥିଲା । 14 ଯୋଷେଫ ଆପଣା ପିତାଙ୍କୁ କବର ଦେଲା ଉତ୍ତାରେ ସେ ଓ ତାଙ୍କର ଭ୍ରାତୃଗଣ ପ୍ରଭୃତି ଯେତେ ଲୋକ ତାଙ୍କ ପିତାଙ୍କର କବର ଦେବାକୁ ତାଙ୍କ ସଙ୍ଗେ ଯାଇଥିଲେ, ସମସ୍ତେ ମିସରକୁ ପ୍ରତ୍ୟାଗମନ କଲେ । 15 ଆଉ ଆପଣାମାନଙ୍କର ପିତା ମରିଅଛନ୍ତି, ଏହା ଦେଖି ଯୋଷେଫଙ୍କର ଭାଇମାନେ କହିଲେ, କେଜାଣି ଯୋଷେଫ ଆମ୍ଭମାନଙ୍କୁ ଘୃଣା କରିବ, ପୁଣି ଆମ୍ଭେମାନେ ତାହାର ଯେ ସକଳ ମନ୍ଦ କରିଅଛୁ, ତହିଁର ସମ୍ପୂର୍ଣ୍ଣ ପ୍ରତିଫଳ ଆମ୍ଭମାନଙ୍କୁ ଦେବ । 16 ଏହେତୁ ସେମାନେ ଯୋଷେଫଙ୍କ ନିକଟକୁ ଏହି କଥା କହି ପଠାଇଲେ, ତୁମ୍ଭ ପିତା ମୃତ୍ୟୁ ପୂର୍ବରେ ଆମ୍ଭମାନଙ୍କୁ ଏହା କହିଥିଲେ, ତୁମ୍ଭେମାନେ ଯୋଷେଫକୁ ଏହି କଥା କହିବ, 17 ତୁମ୍ଭ ଭାଇମାନେ ତୁମ୍ଭର ମନ୍ଦ କରିଅଛନ୍ତି; ମାତ୍ର ତୁମ୍ଭେ ଅନୁଗ୍ରହ କରି ସେମାନଙ୍କର ସେହି ଅଧର୍ମ ଓ ପାପ ମାର୍ଜ୍ଜନା କରିବ; ଏଣୁକରି ଆମ୍ଭେମାନେ ବିନୟ କରୁଅଛୁ, ତୁମ୍ଭ ପୈତୃକ ପରମେଶ୍ଵରଙ୍କ ଦାସଗଣର ଅଧର୍ମ ମାର୍ଜ୍ଜନା କର । ସେମାନେ ଏହି କଥା କହିବା ବେଳେ ଯୋଷେଫ କାନ୍ଦିବାକୁ ଲାଗିଲେ । 18 ଅନନ୍ତର ତାଙ୍କର ଭାଇମାନେ ତାଙ୍କ ଆଗକୁ ଯାଇ ପ୍ରଣାମ କରି କହିଲେ, ଦେଖ, ଆମ୍ଭେମାନେ ତୁମ୍ଭର ଦାସ । 19 ତହିଁରେ ଯୋଷେଫ ସେମାନଙ୍କୁ କହିଲେ, ତୁମ୍ଭେମାନେ କିଛି ଭୟ କର ନାହିଁ, ମୁଁ କʼଣ ପରମେଶ୍ଵରଙ୍କର ପ୍ରତିନିଧି? 20 ତୁମ୍ଭେମାନେ ମୋʼ ବିରୁଦ୍ଧରେ ମନ୍ଦ କଳ୍ପନା କରିଥିଲ ପ୍ରମାଣ, ମାତ୍ର ପରମେଶ୍ଵର ତାହା ମଙ୍ଗଳର କଳ୍ପନା କଲେ; ଏବେ ଯେପରି ଦେଖୁଅଛ, ସେପରି ଅନେକ ଲୋକଙ୍କର ପ୍ରାଣରକ୍ଷା କରିବାକୁ ତାହାଙ୍କର ଅଭିପ୍ରାୟ ଥିଲା । 21 ଏଣୁକରି ତୁମ୍ଭେମାନେ ଏବେ ଭୀତ ହୁଅ ନାହିଁ, ମୁଁ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ବାଳକଗଣକୁ ପ୍ରତିପାଳନ କରିବି । ଏହି ପ୍ରକାରେ ଚିତ୍ତପ୍ରବୋଧକ କଥା କହି ସେ ସେମାନଙ୍କୁ ସାନ୍ତ୍ଵନା ଦେଲେ । 22 ଅନନ୍ତର ଯୋଷେଫ ଓ ତାଙ୍କର ପିତୃପରିବାର ମିସରରେ ବାସ କରି ରହିଲେ; ଯୋଷେଫ ଶହେ ଦଶ ବର୍ଷ ଜୀବିତ ରହିଲେ । 23 ଯୋଷେଫ ଇଫ୍ରୟିମର ତୃତୀୟ ପୁରୁଷ ପର୍ଯ୍ୟନ୍ତ ସନ୍ତାନସନ୍ତତି ଦେଖିଲେ; ପୁଣି ଯୋଷେଫ ମନଃଶିର ମାଖୀର ନାମକ ପୁତ୍ରର ଶିଶୁସନ୍ତାନମାନଙ୍କୁ କୋଳ କଲେ । 24 ଅନନ୍ତର ଯୋଷେଫ ଭାଇମାନଙ୍କୁ କହିଲେ, ମୁଁ ମରୁଅଛି, ମାତ୍ର ପରମେଶ୍ଵର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ଵାବଧାନ କରିବେ, ପୁଣି ଏହି ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଯେଉଁ ଦେଶ ଦେବା ପାଇଁ ଅବ୍ରହାମ, ଇସ୍‍ହାକ ଓ ଯାକୁବଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶକୁ ତୁମ୍ଭମାନଙ୍କୁ ନେଇ ଯିବେ । 25 ଆହୁରି ଯୋଷେଫ ଇସ୍ରାଏଲଙ୍କର ସନ୍ତାନମାନଙ୍କୁ ଏହି ଶପଥ କରାଇ କହିଲେ, ପରମେଶ୍ଵର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ଵାବଧାନ କରିବେ, ସେହି ସମୟରେ ତୁମ୍ଭେମାନେ ଏ ସ୍ଥାନରୁ ମୋହର ଅସ୍ଥି ନେଇଯିବ । 26 ଏହି ପ୍ରକାରେଯୋଷେଫ ଶହେ ଦଶ ବର୍ଷ ବୟସରେ ମଲେ; ତହିଁରେ ସେମାନେ ତାଙ୍କର ଶବକୁ ପୂତିଘ୍ନ ଦ୍ରବ୍ୟାକ୍ତ କରି ମିସର ଦେଶରେ ଏକ ସିନ୍ଦୁକ ମଧ୍ୟରେ ରଖିଲେ ।
1 ସେତେବେଳେ ଯୋଷେଫ ଆପଣା ପିତାଙ୍କର ମୁଖରେ ମୁଖ ଦେଇ ରୋଦନ କରି ଚୁମ୍ଵନ କଲେ । .::. 2 ପୁଣି ଯୋଷେଫ ଆପଣା ପିତାଙ୍କର ଶବ ପୂତିଘ୍ନ ଦ୍ରବ୍ୟାକ୍ତ କରିବା ପାଇଁ ଆପଣା ଦାସ ବୈଦ୍ୟମାନଙ୍କୁ ଆଜ୍ଞା ଦେଲେ; ତହିଁରେ ବୈଦ୍ୟମାନେ ଇସ୍ରାଏଲଙ୍କର ଶବକୁ ପୂତିଘ୍ନ ଦ୍ରବ୍ୟାକ୍ତ କଲେ । .::. 3 ତାହା ପାଇଁ ଚାଳିଶ ଦିନ ଲାଗିଲା; ଯେହେତୁ ପୂତିଘ୍ନ ଦ୍ରବ୍ୟାକ୍ତ କରିବାକୁ ଚାଳିଶ ଦିନ ଲାଗେ; ପୁଣି ମିସ୍ରୀୟ ଲୋକମାନେ ତାଙ୍କ ନିମନ୍ତେ ସତୁରି ଦିନ ଯାଏ ଶୋକ କଲେ । .::. 4 ସେହି ଶୋକ ଦିନ ଗତ ହୁଅନ୍ତେ, ଯୋଷେଫ ଫାରୋଙ୍କର ପରିଜନଙ୍କୁ କହିଲେ, ଯେବେ ମୁଁ ତୁମ୍ଭମାନଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଥାଏ, ତେବେ ବିନୟ କରୁଅଛି, ଫାରୋଙ୍କ କର୍ଣ୍ଣଗୋଚରେ ଏହି କଥା କୁହ, .::. 5 ମୋʼ ପିତା ମୋତେ ଶପଥ କରାଇ କହିଅଛନ୍ତି, ଦେଖ, ଆମ୍ଭେ ମଲେ, କିଣାନ ଦେଶରେ ଆପଣା ନିମନ୍ତେ ଯେଉଁ କବର ଖନନ କରିଅଛୁ, ତହିଁରେ ଆମ୍ଭକୁ କବର ଦେବ । ଏଣୁ ଏବେ ମୋତେ ଯିବାକୁ ଦିଅନ୍ତୁ, ମୁଁ ପିତାଙ୍କୁ କବର ଦେଇ ପୁନର୍ବାର ଆସିବି । .::. 6 ତହିଁରେ ଫାରୋ କହିଲେ, ଯାଅ, ତୁମ୍ଭ ପିତା ତୁମ୍ଭକୁ ଯେଉଁ ଶପଥ କରାଇ ଅଛନ୍ତି, ତୁମ୍ଭେ ତଦନୁସାରେ ତାଙ୍କୁ କବର ଦିଅ । .::. 7 ତହୁଁ ଯୋଷେଫ ଆପଣା ପିତାଙ୍କୁ କବର ଦେବାକୁ ଯାତ୍ରା କଲେ; ତହିଁରେ ଫାରୋଙ୍କର ଦାସମାନେ ଓ ତାଙ୍କ ଗୃହର ପ୍ରଧାନ ଲୋକମାନେ ଓ ମିସର ଦେଶର ପ୍ରଧାନ ଲୋକମାନେ, .::. 8 ପୁଣି ଯୋଷେଫଙ୍କର ସମସ୍ତ ପରିବାର ଓ ତାଙ୍କର ଭ୍ରାତୃଗଣ ଓ ତାଙ୍କର ପିତୃପରିବାର ତାଙ୍କ ସଙ୍ଗେ ଗମନ କଲେ; ଗୋଶନ ପ୍ରଦେଶରେ ସେମାନେ କେବଳ ଆପଣାମାନଙ୍କ ବାଳକଗଣ ଓ ମେଷପଲ ଓ ଗୋପଲ ଛାଡ଼ି ଗଲେ । .::. 9 ତାଙ୍କ ସଙ୍ଗରେ ରଥ ଓ ଅଶ୍ଵାରୋହୀଗଣ ଗମନ ଗଲେ; ତହିଁରେ ଅତିଶୟ ସମାରୋହ ହେଲା । .::. 10 ଅନନ୍ତର ସେମାନେ ଯର୍ଦ୍ଦନ ପାରସ୍ଥ ଆଟଦର ଖଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ମହା ବିଳାପ କରି ରୋଦନ କଲେ; ଯୋଷେଫ ସେଠାରେ ଆପଣା ପିତାଙ୍କ ଲାଗି ସାତ ଦିନ ପର୍ଯ୍ୟନ୍ତ ଶୋକ କଲେ । .::. 11 ପୁଣି ସେହି ଦେଶ ନିବାସୀ କିଣାନୀୟ ଲୋକମାନେ ଆଟଦର ଖଳାରେ ସେମାନଙ୍କର ଏରୂପ ଶୋକ ଦେଖି କହିଲେ, ମିସ୍ରୀୟମାନଙ୍କର ଏ ଅତି ଦାରୁଣ ଶୋକ; ତେଣୁକରି ଯର୍ଦ୍ଦନ ପାରସ୍ଥ ସେହି ସ୍ଥାନ ଆବେଲ ମିସର (ମିସ୍ରୀୟମାନଙ୍କ ଶୋକ) ନାମରେ ବିଖ୍ୟାତ ହେଲା । .::. 12 ଅନନ୍ତର ଯାକୁବ ଆପଣା ପୁତ୍ରମାନଙ୍କୁ ଯେପରି ଆଜ୍ଞା ଦେଇଥିଲେ, ସେମାନେ ତାଙ୍କ ପ୍ରତି ତଦନୁସାରେ କଲେ; .::. 13 ଅର୍ଥାତ୍, ତାଙ୍କର ପୁତ୍ରମାନେ ତାଙ୍କୁ କିଣାନ ଦେଶକୁ ନେଇ ମକ୍ପେଲା କ୍ଷେତ୍ରରେ ମଧ୍ୟବର୍ତ୍ତୀ ଗୁହାରେ କବର ଦେଲେ; ସେହି ଗୁହା ମମ୍ରିର ସମ୍ମୁଖସ୍ଥ କ୍ଷେତ୍ର ସହିତ କବର ସ୍ଥାନାଧିକାର ନିମିତ୍ତ ହେତୀୟ ଇଫ୍ରୋଣଠାରୁ ଅବ୍ରହାମଙ୍କ ଦ୍ଵାରା କ୍ରୀତ ହୋଇଥିଲା । .::. 14 ଯୋଷେଫ ଆପଣା ପିତାଙ୍କୁ କବର ଦେଲା ଉତ୍ତାରେ ସେ ଓ ତାଙ୍କର ଭ୍ରାତୃଗଣ ପ୍ରଭୃତି ଯେତେ ଲୋକ ତାଙ୍କ ପିତାଙ୍କର କବର ଦେବାକୁ ତାଙ୍କ ସଙ୍ଗେ ଯାଇଥିଲେ, ସମସ୍ତେ ମିସରକୁ ପ୍ରତ୍ୟାଗମନ କଲେ । .::. 15 ଆଉ ଆପଣାମାନଙ୍କର ପିତା ମରିଅଛନ୍ତି, ଏହା ଦେଖି ଯୋଷେଫଙ୍କର ଭାଇମାନେ କହିଲେ, କେଜାଣି ଯୋଷେଫ ଆମ୍ଭମାନଙ୍କୁ ଘୃଣା କରିବ, ପୁଣି ଆମ୍ଭେମାନେ ତାହାର ଯେ ସକଳ ମନ୍ଦ କରିଅଛୁ, ତହିଁର ସମ୍ପୂର୍ଣ୍ଣ ପ୍ରତିଫଳ ଆମ୍ଭମାନଙ୍କୁ ଦେବ । .::. 16 ଏହେତୁ ସେମାନେ ଯୋଷେଫଙ୍କ ନିକଟକୁ ଏହି କଥା କହି ପଠାଇଲେ, ତୁମ୍ଭ ପିତା ମୃତ୍ୟୁ ପୂର୍ବରେ ଆମ୍ଭମାନଙ୍କୁ ଏହା କହିଥିଲେ, ତୁମ୍ଭେମାନେ ଯୋଷେଫକୁ ଏହି କଥା କହିବ, .::. 17 ତୁମ୍ଭ ଭାଇମାନେ ତୁମ୍ଭର ମନ୍ଦ କରିଅଛନ୍ତି; ମାତ୍ର ତୁମ୍ଭେ ଅନୁଗ୍ରହ କରି ସେମାନଙ୍କର ସେହି ଅଧର୍ମ ଓ ପାପ ମାର୍ଜ୍ଜନା କରିବ; ଏଣୁକରି ଆମ୍ଭେମାନେ ବିନୟ କରୁଅଛୁ, ତୁମ୍ଭ ପୈତୃକ ପରମେଶ୍ଵରଙ୍କ ଦାସଗଣର ଅଧର୍ମ ମାର୍ଜ୍ଜନା କର । ସେମାନେ ଏହି କଥା କହିବା ବେଳେ ଯୋଷେଫ କାନ୍ଦିବାକୁ ଲାଗିଲେ । .::. 18 ଅନନ୍ତର ତାଙ୍କର ଭାଇମାନେ ତାଙ୍କ ଆଗକୁ ଯାଇ ପ୍ରଣାମ କରି କହିଲେ, ଦେଖ, ଆମ୍ଭେମାନେ ତୁମ୍ଭର ଦାସ । .::. 19 ତହିଁରେ ଯୋଷେଫ ସେମାନଙ୍କୁ କହିଲେ, ତୁମ୍ଭେମାନେ କିଛି ଭୟ କର ନାହିଁ, ମୁଁ କʼଣ ପରମେଶ୍ଵରଙ୍କର ପ୍ରତିନିଧି? .::. 20 ତୁମ୍ଭେମାନେ ମୋʼ ବିରୁଦ୍ଧରେ ମନ୍ଦ କଳ୍ପନା କରିଥିଲ ପ୍ରମାଣ, ମାତ୍ର ପରମେଶ୍ଵର ତାହା ମଙ୍ଗଳର କଳ୍ପନା କଲେ; ଏବେ ଯେପରି ଦେଖୁଅଛ, ସେପରି ଅନେକ ଲୋକଙ୍କର ପ୍ରାଣରକ୍ଷା କରିବାକୁ ତାହାଙ୍କର ଅଭିପ୍ରାୟ ଥିଲା । .::. 21 ଏଣୁକରି ତୁମ୍ଭେମାନେ ଏବେ ଭୀତ ହୁଅ ନାହିଁ, ମୁଁ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ବାଳକଗଣକୁ ପ୍ରତିପାଳନ କରିବି । ଏହି ପ୍ରକାରେ ଚିତ୍ତପ୍ରବୋଧକ କଥା କହି ସେ ସେମାନଙ୍କୁ ସାନ୍ତ୍ଵନା ଦେଲେ । .::. 22 ଅନନ୍ତର ଯୋଷେଫ ଓ ତାଙ୍କର ପିତୃପରିବାର ମିସରରେ ବାସ କରି ରହିଲେ; ଯୋଷେଫ ଶହେ ଦଶ ବର୍ଷ ଜୀବିତ ରହିଲେ । .::. 23 ଯୋଷେଫ ଇଫ୍ରୟିମର ତୃତୀୟ ପୁରୁଷ ପର୍ଯ୍ୟନ୍ତ ସନ୍ତାନସନ୍ତତି ଦେଖିଲେ; ପୁଣି ଯୋଷେଫ ମନଃଶିର ମାଖୀର ନାମକ ପୁତ୍ରର ଶିଶୁସନ୍ତାନମାନଙ୍କୁ କୋଳ କଲେ । .::. 24 ଅନନ୍ତର ଯୋଷେଫ ଭାଇମାନଙ୍କୁ କହିଲେ, ମୁଁ ମରୁଅଛି, ମାତ୍ର ପରମେଶ୍ଵର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ଵାବଧାନ କରିବେ, ପୁଣି ଏହି ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଯେଉଁ ଦେଶ ଦେବା ପାଇଁ ଅବ୍ରହାମ, ଇସ୍‍ହାକ ଓ ଯାକୁବଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶକୁ ତୁମ୍ଭମାନଙ୍କୁ ନେଇ ଯିବେ । .::. 25 ଆହୁରି ଯୋଷେଫ ଇସ୍ରାଏଲଙ୍କର ସନ୍ତାନମାନଙ୍କୁ ଏହି ଶପଥ କରାଇ କହିଲେ, ପରମେଶ୍ଵର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ଵାବଧାନ କରିବେ, ସେହି ସମୟରେ ତୁମ୍ଭେମାନେ ଏ ସ୍ଥାନରୁ ମୋହର ଅସ୍ଥି ନେଇଯିବ । .::. 26 ଏହି ପ୍ରକାରେଯୋଷେଫ ଶହେ ଦଶ ବର୍ଷ ବୟସରେ ମଲେ; ତହିଁରେ ସେମାନେ ତାଙ୍କର ଶବକୁ ପୂତିଘ୍ନ ଦ୍ରବ୍ୟାକ୍ତ କରି ମିସର ଦେଶରେ ଏକ ସିନ୍ଦୁକ ମଧ୍ୟରେ ରଖିଲେ । .::.
  • ଆଦି ପୁସ୍ତକ ଅଧ୍ୟାୟ 1  
  • ଆଦି ପୁସ୍ତକ ଅଧ୍ୟାୟ 2  
  • ଆଦି ପୁସ୍ତକ ଅଧ୍ୟାୟ 3  
  • ଆଦି ପୁସ୍ତକ ଅଧ୍ୟାୟ 4  
  • ଆଦି ପୁସ୍ତକ ଅଧ୍ୟାୟ 5  
  • ଆଦି ପୁସ୍ତକ ଅଧ୍ୟାୟ 6  
  • ଆଦି ପୁସ୍ତକ ଅଧ୍ୟାୟ 7  
  • ଆଦି ପୁସ୍ତକ ଅଧ୍ୟାୟ 8  
  • ଆଦି ପୁସ୍ତକ ଅଧ୍ୟାୟ 9  
  • ଆଦି ପୁସ୍ତକ ଅଧ୍ୟାୟ 10  
  • ଆଦି ପୁସ୍ତକ ଅଧ୍ୟାୟ 11  
  • ଆଦି ପୁସ୍ତକ ଅଧ୍ୟାୟ 12  
  • ଆଦି ପୁସ୍ତକ ଅଧ୍ୟାୟ 13  
  • ଆଦି ପୁସ୍ତକ ଅଧ୍ୟାୟ 14  
  • ଆଦି ପୁସ୍ତକ ଅଧ୍ୟାୟ 15  
  • ଆଦି ପୁସ୍ତକ ଅଧ୍ୟାୟ 16  
  • ଆଦି ପୁସ୍ତକ ଅଧ୍ୟାୟ 17  
  • ଆଦି ପୁସ୍ତକ ଅଧ୍ୟାୟ 18  
  • ଆଦି ପୁସ୍ତକ ଅଧ୍ୟାୟ 19  
  • ଆଦି ପୁସ୍ତକ ଅଧ୍ୟାୟ 20  
  • ଆଦି ପୁସ୍ତକ ଅଧ୍ୟାୟ 21  
  • ଆଦି ପୁସ୍ତକ ଅଧ୍ୟାୟ 22  
  • ଆଦି ପୁସ୍ତକ ଅଧ୍ୟାୟ 23  
  • ଆଦି ପୁସ୍ତକ ଅଧ୍ୟାୟ 24  
  • ଆଦି ପୁସ୍ତକ ଅଧ୍ୟାୟ 25  
  • ଆଦି ପୁସ୍ତକ ଅଧ୍ୟାୟ 26  
  • ଆଦି ପୁସ୍ତକ ଅଧ୍ୟାୟ 27  
  • ଆଦି ପୁସ୍ତକ ଅଧ୍ୟାୟ 28  
  • ଆଦି ପୁସ୍ତକ ଅଧ୍ୟାୟ 29  
  • ଆଦି ପୁସ୍ତକ ଅଧ୍ୟାୟ 30  
  • ଆଦି ପୁସ୍ତକ ଅଧ୍ୟାୟ 31  
  • ଆଦି ପୁସ୍ତକ ଅଧ୍ୟାୟ 32  
  • ଆଦି ପୁସ୍ତକ ଅଧ୍ୟାୟ 33  
  • ଆଦି ପୁସ୍ତକ ଅଧ୍ୟାୟ 34  
  • ଆଦି ପୁସ୍ତକ ଅଧ୍ୟାୟ 35  
  • ଆଦି ପୁସ୍ତକ ଅଧ୍ୟାୟ 36  
  • ଆଦି ପୁସ୍ତକ ଅଧ୍ୟାୟ 37  
  • ଆଦି ପୁସ୍ତକ ଅଧ୍ୟାୟ 38  
  • ଆଦି ପୁସ୍ତକ ଅଧ୍ୟାୟ 39  
  • ଆଦି ପୁସ୍ତକ ଅଧ୍ୟାୟ 40  
  • ଆଦି ପୁସ୍ତକ ଅଧ୍ୟାୟ 41  
  • ଆଦି ପୁସ୍ତକ ଅଧ୍ୟାୟ 42  
  • ଆଦି ପୁସ୍ତକ ଅଧ୍ୟାୟ 43  
  • ଆଦି ପୁସ୍ତକ ଅଧ୍ୟାୟ 44  
  • ଆଦି ପୁସ୍ତକ ଅଧ୍ୟାୟ 45  
  • ଆଦି ପୁସ୍ତକ ଅଧ୍ୟାୟ 46  
  • ଆଦି ପୁସ୍ତକ ଅଧ୍ୟାୟ 47  
  • ଆଦି ପୁସ୍ତକ ଅଧ୍ୟାୟ 48  
  • ଆଦି ପୁସ୍ତକ ଅଧ୍ୟାୟ 49  
  • ଆଦି ପୁସ୍ତକ ଅଧ୍ୟାୟ 50  
×

Alert

×

Oriya Letters Keypad References