ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିଶାଇୟ

Notes

No Verse Added

ଯିଶାଇୟ ଅଧ୍ୟାୟ 33

1. ଆପେ ଲୁଟିତ ନୋହିଲେ ହେଁ ଲୁଟୁଅଛ ଯେ ତୁମ୍ଭେ; ପୁଣି, ଲୋକମାନେ ତୁମ୍ଭ ପ୍ରତି ବିଶ୍ଵାସ-ଘାତକତା ନ କଲେ ହେଁ ବିଶ୍ଵାସଘାତକତା କରୁଅଛ ଯେ ତୁମ୍ଭେ, ତୁମ୍ଭେ ସନ୍ତାପର ପାତ୍ର! ତୁମ୍ଭେ ଲୁଟିବାର ସମାପ୍ତ କଲା ଉତ୍ତାରେ ଲୁଟିତ ହେବ⇧ ଓ ବିଶ୍ଵାସଘାତକତା କରିବାର ସମାପ୍ତ କଲା ଉତ୍ତାରେ ଲୋକମାନେ ତୁମ୍ଭ ପ୍ରତି ବିଶ୍ଵାସ-ଘାତକତା କରିବେ । 2. ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି କୃପା କର; ଆମ୍ଭେମାନେ ତୁମ୍ଭର ଅପେକ୍ଷା କରିଅଛୁ; ତୁମ୍ଭେ ପ୍ରତି ପ୍ରଭାତ ସେମାନଙ୍କର ବାହୁ ସ୍ଵରୂପ ହୁଅ, ସଙ୍କଟ ସମୟରେ ମଧ୍ୟ ଆମ୍ଭମାନଙ୍କର ତ୍ରାଣ ସ୍ଵରୂପ ହୁଅ । 3. କୋଳାହଳର ଶଦ୍ଦରେ ଗୋଷ୍ଠୀୟମାନେ ପଳାୟନ କଲେ, ତୁମ୍ଭେ ଉଠନ୍ତେ, ଅନ୍ୟ ଦେଶୀୟମାନେ ଛିନ୍ନଭିନ୍ନ ହେଲେ । 4. ପୁଣି, ଯେପରି ପତଙ୍ଗ ସଂଗ୍ରହ କରେ, ସେପରି ତୁମ୍ଭମାନଙ୍କର ଲୁଟ ସଂଗୃହୀତ ହେବ; ଯେପରି ଫଡ଼ିଙ୍ଗମାନେ ଡିଆଁ ମାରନ୍ତି, ସେପରି ଲୋକମାନେ ତହିଁ ଉପରେ ଡିଆଁ ମାରିବେ । 5. ସଦାପ୍ରଭୁ ଉନ୍ନତ; କାରଣ ସେ ଊର୍ଦ୍ଧ୍ଵଲୋକରେ ବାସ କରନ୍ତି; ସେ ସିୟୋନକୁ ନ୍ୟାୟ ବିଚାର ଓ ଧାର୍ମିକତାରେ ପୂର୍ଣ୍ଣ କରିଅଛନ୍ତି । 6. ପୁଣି, ତୁମ୍ଭ ସମୟରେ ସୁସ୍ଥିରତା ହେବ; ପରିତ୍ରାଣର, ଜ୍ଞାନର ଓ ବୁଦ୍ଧିର ବାହୁଲ୍ୟ ହେବ; ସଦାପ୍ରଭୁ ବିଷୟକ ଭୟ ତାହାର ଭଣ୍ତାର । 7. ଦେଖ, ସେମାନଙ୍କର ବିକ୍ରମଶାଳୀମାନେ ବାହାରେ କ୍ରନ୍ଦନ କରୁଅଛନ୍ତି; ସନ୍ଧି-ଅନ୍ଵେଷଣକାରୀ ଦୂତମାନେ ଅତିଶୟ ରୋଦନ କରୁଅଛନ୍ତି । 8. ରାଜପଥସବୁ ନରଶୂନ୍ୟ, ପଥିକ କେହି ନାହିଁ; ସେ ନିୟମ ଭାଙ୍ଗିଅଛି, ସେ ନଗରସବୁକୁ ତୁଚ୍ଛ କରିଅଛି, ସେ ମନୁଷ୍ୟକୁ ଗଣେ ନାହିଁ । 9. ଦେଶ ବିଳାପ କରି ମଳିନ ହେଉଅଛି; ଲିବାନୋନ ଲଜ୍ଜିତ ହୋଇ ଶୁଷ୍କ ହେଉଅଛି; ଶାରୋଣ ଅରଣ୍ୟ ତୁଲ୍ୟ ହୋଇଅଛି; ପୁଣି ବାଶନ୍ ଓ କର୍ମିଲ୍ ପତ୍ର ଛାଡ଼ି ଦେଉଅଛନ୍ତି । 10. ସଦାପ୍ରଭୁ କହନ୍ତି, ଆମ୍ଭେ ଏବେ ଉଠିବା; ଆମ୍ଭେ ଏବେ ଆପଣାକୁ ଉଠାଇବା; ଆମ୍ଭେ ଏବେ ଉନ୍ନତ ହେବା । 11. ତୁମ୍ଭେମାନେ ତୁଷରୂପ ଗର୍ଭଧାରଣ କରି ନଡ଼ା ପ୍ରସବ କରିବ; ତୁମ୍ଭମାନଙ୍କର ଅଗ୍ନିବତ୍ ଶ୍ଵାସବାୟୁ ତୁମ୍ଭମାନଙ୍କୁ ଗ୍ରାସ କରିବ । 12. ପୁଣି, ଗୋଷ୍ଠୀୟମାନେ ଭସ୍ମୀକୃତ ଚୂନ ପରି ଓ ଅଗ୍ନିରେ ଦଗ୍ଧ କଟା କଣ୍ଟକ ତୁଲ୍ୟ ହେବେ । 13. ହେ ଦୂରବର୍ତ୍ତୀ ଲୋକସମସ୍ତେ, ତୁମ୍ଭେମାନେ ଆମ୍ଭ କୃତ କର୍ମର କଥା ଶୁଣ; ପୁଣି, ହେ ନିକଟବର୍ତ୍ତୀ ଲୋକ-ସମସ୍ତେ, ତୁମ୍ଭେମାନେ ଆମ୍ଭର ପରାକ୍ରମ ସ୍ଵୀକାର କର । 14. ସିୟୋନରେ ପାପୀମାନେ ଭୀତ ଅଟନ୍ତି; ଅଧାର୍ମିକମାନଙ୍କୁ କମ୍ପ ହଠାତ୍ ଆକ୍ରମଣ କରିଅଛି । ଆମ୍ଭମାନଙ୍କ ମଧ୍ୟରୁ କିଏ ସର୍ବଗ୍ରାସକ ଅଗ୍ନିରେ ବାସ କରିପାରେ? ଆମ୍ଭମାନଙ୍କ ମଧ୍ୟରୁ କିଏ ଅନ; କାଳସ୍ଥାୟୀ ଜ୍ଵଳନରେ ବାସ କରିପାରେ? 15. ଯେଉଁ ଲୋକ ଧର୍ମରୂପ ପଥରେ ଚାଲେ ଓ ଯେ ସରଳ କଥା କହେ; ଯେଉଁ ଲୋକ ଉପଦ୍ରବଜାତ ଲାଭ ତୁଚ୍ଛ କରେ ଓ ଲାଞ୍ଚ ଧରିବା ବିଷୟରୁ ଆପଣା ହାତ ଝାଡ଼ି ଦିଏ, ଯେ ରକ୍ତପାତ କଥାର ଶ୍ରବଣରୁ ଆପଣା କର୍ଣ୍ଣ ରୋଧ କରେ, ପୁଣି ଦୁଷ୍କର୍ମର ଦର୍ଶନରୁ ଆପଣା ଚକ୍ଷୁ ମୁଦ୍ରିତ କରେ; 16. ସେ ଉଚ୍ଚ ସ୍ଥାନରେ ବାସ କରିବ; ଶୈଳଗଣର ଦୁରାକ୍ରମ ସ୍ଥାନ ତାହାର ଦୁର୍ଗ ସ୍ଵରୂପ ହେବ; ତାହାର ଭକ୍ଷ୍ୟ ତାହାକୁ ଦିଆଯିବ; ତାହାର ଜଳର ଅଭାବ ହେବ ନାହିଁ । 17. ତୁମ୍ଭର ଚକ୍ଷୁ ରାଜାଙ୍କୁ ତାହାଙ୍କ ସୌନ୍ଦର୍ଯ୍ୟରେ ଦର୍ଶନ କରିବ; ଏକ ଦୂରବ୍ୟାପୀ ଦେଶ ଦେଖିବ । 18. ତୁମ୍ଭର ଚିତ୍ତ ଭୟ ବିଷୟ ଆନ୍ଦୋଳନ କରିବ; ସେ ଗଣନାକାରୀ କାହିଁ? ମୁଦ୍ରା ତୌଲକାରୀ କାହିଁ? ଦୁର୍ଗ ଗଣନାକାରୀ କାହିଁ? 19. ତୁମ୍ଭେ ସେହି ଦୁର; ଗୋଷ୍ଠୀକି, ଅର୍ଥାତ୍, ଯେଉଁମାନଙ୍କର ଗଭୀର ଭାଷା ତୁମ୍ଭେ ଜାଣି ପାରିଲ ନାହିଁ, ଯେଉଁମାନଙ୍କର ବିଦେଶୀୟ ଭାଷା ତୁମ୍ଭେ ବୁଝି ପାରିଲ ନାହିଁ, ସେହି ଗୋଷ୍ଠୀକି ଆଉ ଦେଖିବ ନାହିଁ। 20. ଆମ୍ଭମାନଙ୍କର ପବିତ୍ର ସଭାସ୍ଥାନ ସିୟୋନ ନଗର ପ୍ରତି ଦୃଷ୍ଟି କର; ତୁମ୍ଭର ଚକ୍ଷୁ ଶାନ୍ତିମୟ ବସତି-ସ୍ଥାନ ଯିରୂଶାଲମକୁ ଦେଖିବ, ତାହା ଅଟଳ ତମ୍ଵୁ ସ୍ଵରୂପ, ତହିଁର କୀଳାସବୁ⇧ କେବେ ଉପୁଡ଼ା ଯିବ ନାହିଁ, କିଅବା ତହିଁର କୌଣସି ରଜ୍ଜୁ ଛିଣ୍ତିବ ନାହିଁ । 21. ମାତ୍ର ସେଠାରେ ସଦାପ୍ରଭୁ ପ୍ରତାପରେ ଆମ୍ଭମାନଙ୍କର ସହବର୍ତ୍ତୀ ହେବେ, ପ୍ରଶସ୍ତ ନଦନଦୀ ଓ ସ୍ରୋତସମୂହର ସ୍ଥାନ ସ୍ଵରୂପ ହେବେ; ସେସ୍ଥାନରେ ଆହୁଲାଯୁକ୍ତ କୌଣସି ପୋତ ଗମନ କରିବ ନାହିଁ, କିଅବା ଭୟଙ୍କର ଜାହାଜ ତାହା ପାର ହେବ ନାହିଁ । 22. କାରଣ ସଦାପ୍ରଭୁ ଆମ୍ଭମାନଙ୍କର ବିଚାରକର୍ତ୍ତା, ସଦାପ୍ରଭୁ ଆମ୍ଭମାନଙ୍କର ବ୍ୟବସ୍ଥାଦାତା, ସଦାପ୍ରଭୁ ଆମ୍ଭମାନଙ୍କର ରାଜା,, ସେ ଆମ୍ଭମାନଙ୍କର ପରିତ୍ରାଣ କରିବେ । 23. ତୁମ୍ଭର ପାଲ-ଦଉଡ଼ିସବୁ ହୁଗୁଳା ହୋଇଅଛି, ସେସବୁ ଆପଣା ମାସ୍ତୁଲକୁ ଦୃଢ଼ ଓ ପାଲକୁ ବିସ୍ତାର କରି ପାରିଲା ନାହିଁ; ସେତେବେଳେ ବସ୍ତର ଲୁଟଦ୍ରବ୍ୟ ବିଭାଗ କରାଗଲା; ଛୋଟା ଲୋକ ଲୁଟ ଦ୍ରବ୍ୟ ଧରିଲା । 24. ପୁଣି, ମୁଁ ପୀଡ଼ିତ ଅଛି ବୋଲି ନିବାସୀ-ଲୋକ କହିବ ନାହିଁ; ତନ୍ନିବାସୀ-ଲୋକମାନଙ୍କର ଅପରାଧ କ୍ଷମା କରାଯିବ ।
1. ଆପେ ଲୁଟିତ ନୋହିଲେ ହେଁ ଲୁଟୁଅଛ ଯେ ତୁମ୍ଭେ; ପୁଣି, ଲୋକମାନେ ତୁମ୍ଭ ପ୍ରତି ବିଶ୍ଵାସ-ଘାତକତା ନ କଲେ ହେଁ ବିଶ୍ଵାସଘାତକତା କରୁଅଛ ଯେ ତୁମ୍ଭେ, ତୁମ୍ଭେ ସନ୍ତାପର ପାତ୍ର! ତୁମ୍ଭେ ଲୁଟିବାର ସମାପ୍ତ କଲା ଉତ୍ତାରେ ଲୁଟିତ ହେବ⇧ ଓ ବିଶ୍ଵାସଘାତକତା କରିବାର ସମାପ୍ତ କଲା ଉତ୍ତାରେ ଲୋକମାନେ ତୁମ୍ଭ ପ୍ରତି ବିଶ୍ଵାସ-ଘାତକତା କରିବେ । .::. 2. ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି କୃପା କର; ଆମ୍ଭେମାନେ ତୁମ୍ଭର ଅପେକ୍ଷା କରିଅଛୁ; ତୁମ୍ଭେ ପ୍ରତି ପ୍ରଭାତ ସେମାନଙ୍କର ବାହୁ ସ୍ଵରୂପ ହୁଅ, ସଙ୍କଟ ସମୟରେ ମଧ୍ୟ ଆମ୍ଭମାନଙ୍କର ତ୍ରାଣ ସ୍ଵରୂପ ହୁଅ । .::. 3. କୋଳାହଳର ଶଦ୍ଦରେ ଗୋଷ୍ଠୀୟମାନେ ପଳାୟନ କଲେ, ତୁମ୍ଭେ ଉଠନ୍ତେ, ଅନ୍ୟ ଦେଶୀୟମାନେ ଛିନ୍ନଭିନ୍ନ ହେଲେ । .::. 4. ପୁଣି, ଯେପରି ପତଙ୍ଗ ସଂଗ୍ରହ କରେ, ସେପରି ତୁମ୍ଭମାନଙ୍କର ଲୁଟ ସଂଗୃହୀତ ହେବ; ଯେପରି ଫଡ଼ିଙ୍ଗମାନେ ଡିଆଁ ମାରନ୍ତି, ସେପରି ଲୋକମାନେ ତହିଁ ଉପରେ ଡିଆଁ ମାରିବେ । .::. 5. ସଦାପ୍ରଭୁ ଉନ୍ନତ; କାରଣ ସେ ଊର୍ଦ୍ଧ୍ଵଲୋକରେ ବାସ କରନ୍ତି; ସେ ସିୟୋନକୁ ନ୍ୟାୟ ବିଚାର ଓ ଧାର୍ମିକତାରେ ପୂର୍ଣ୍ଣ କରିଅଛନ୍ତି । .::. 6. ପୁଣି, ତୁମ୍ଭ ସମୟରେ ସୁସ୍ଥିରତା ହେବ; ପରିତ୍ରାଣର, ଜ୍ଞାନର ଓ ବୁଦ୍ଧିର ବାହୁଲ୍ୟ ହେବ; ସଦାପ୍ରଭୁ ବିଷୟକ ଭୟ ତାହାର ଭଣ୍ତାର । .::. 7. ଦେଖ, ସେମାନଙ୍କର ବିକ୍ରମଶାଳୀମାନେ ବାହାରେ କ୍ରନ୍ଦନ କରୁଅଛନ୍ତି; ସନ୍ଧି-ଅନ୍ଵେଷଣକାରୀ ଦୂତମାନେ ଅତିଶୟ ରୋଦନ କରୁଅଛନ୍ତି । .::. 8. ରାଜପଥସବୁ ନରଶୂନ୍ୟ, ପଥିକ କେହି ନାହିଁ; ସେ ନିୟମ ଭାଙ୍ଗିଅଛି, ସେ ନଗରସବୁକୁ ତୁଚ୍ଛ କରିଅଛି, ସେ ମନୁଷ୍ୟକୁ ଗଣେ ନାହିଁ । .::. 9. ଦେଶ ବିଳାପ କରି ମଳିନ ହେଉଅଛି; ଲିବାନୋନ ଲଜ୍ଜିତ ହୋଇ ଶୁଷ୍କ ହେଉଅଛି; ଶାରୋଣ ଅରଣ୍ୟ ତୁଲ୍ୟ ହୋଇଅଛି; ପୁଣି ବାଶନ୍ ଓ କର୍ମିଲ୍ ପତ୍ର ଛାଡ଼ି ଦେଉଅଛନ୍ତି । .::. 10. ସଦାପ୍ରଭୁ କହନ୍ତି, ଆମ୍ଭେ ଏବେ ଉଠିବା; ଆମ୍ଭେ ଏବେ ଆପଣାକୁ ଉଠାଇବା; ଆମ୍ଭେ ଏବେ ଉନ୍ନତ ହେବା । .::. 11. ତୁମ୍ଭେମାନେ ତୁଷରୂପ ଗର୍ଭଧାରଣ କରି ନଡ଼ା ପ୍ରସବ କରିବ; ତୁମ୍ଭମାନଙ୍କର ଅଗ୍ନିବତ୍ ଶ୍ଵାସବାୟୁ ତୁମ୍ଭମାନଙ୍କୁ ଗ୍ରାସ କରିବ । .::. 12. ପୁଣି, ଗୋଷ୍ଠୀୟମାନେ ଭସ୍ମୀକୃତ ଚୂନ ପରି ଓ ଅଗ୍ନିରେ ଦଗ୍ଧ କଟା କଣ୍ଟକ ତୁଲ୍ୟ ହେବେ । .::. 13. ହେ ଦୂରବର୍ତ୍ତୀ ଲୋକସମସ୍ତେ, ତୁମ୍ଭେମାନେ ଆମ୍ଭ କୃତ କର୍ମର କଥା ଶୁଣ; ପୁଣି, ହେ ନିକଟବର୍ତ୍ତୀ ଲୋକ-ସମସ୍ତେ, ତୁମ୍ଭେମାନେ ଆମ୍ଭର ପରାକ୍ରମ ସ୍ଵୀକାର କର । .::. 14. ସିୟୋନରେ ପାପୀମାନେ ଭୀତ ଅଟନ୍ତି; ଅଧାର୍ମିକମାନଙ୍କୁ କମ୍ପ ହଠାତ୍ ଆକ୍ରମଣ କରିଅଛି । ଆମ୍ଭମାନଙ୍କ ମଧ୍ୟରୁ କିଏ ସର୍ବଗ୍ରାସକ ଅଗ୍ନିରେ ବାସ କରିପାରେ? ଆମ୍ଭମାନଙ୍କ ମଧ୍ୟରୁ କିଏ ଅନ; କାଳସ୍ଥାୟୀ ଜ୍ଵଳନରେ ବାସ କରିପାରେ? .::. 15. ଯେଉଁ ଲୋକ ଧର୍ମରୂପ ପଥରେ ଚାଲେ ଓ ଯେ ସରଳ କଥା କହେ; ଯେଉଁ ଲୋକ ଉପଦ୍ରବଜାତ ଲାଭ ତୁଚ୍ଛ କରେ ଓ ଲାଞ୍ଚ ଧରିବା ବିଷୟରୁ ଆପଣା ହାତ ଝାଡ଼ି ଦିଏ, ଯେ ରକ୍ତପାତ କଥାର ଶ୍ରବଣରୁ ଆପଣା କର୍ଣ୍ଣ ରୋଧ କରେ, ପୁଣି ଦୁଷ୍କର୍ମର ଦର୍ଶନରୁ ଆପଣା ଚକ୍ଷୁ ମୁଦ୍ରିତ କରେ; .::. 16. ସେ ଉଚ୍ଚ ସ୍ଥାନରେ ବାସ କରିବ; ଶୈଳଗଣର ଦୁରାକ୍ରମ ସ୍ଥାନ ତାହାର ଦୁର୍ଗ ସ୍ଵରୂପ ହେବ; ତାହାର ଭକ୍ଷ୍ୟ ତାହାକୁ ଦିଆଯିବ; ତାହାର ଜଳର ଅଭାବ ହେବ ନାହିଁ । .::. 17. ତୁମ୍ଭର ଚକ୍ଷୁ ରାଜାଙ୍କୁ ତାହାଙ୍କ ସୌନ୍ଦର୍ଯ୍ୟରେ ଦର୍ଶନ କରିବ; ଏକ ଦୂରବ୍ୟାପୀ ଦେଶ ଦେଖିବ । .::. 18. ତୁମ୍ଭର ଚିତ୍ତ ଭୟ ବିଷୟ ଆନ୍ଦୋଳନ କରିବ; ସେ ଗଣନାକାରୀ କାହିଁ? ମୁଦ୍ରା ତୌଲକାରୀ କାହିଁ? ଦୁର୍ଗ ଗଣନାକାରୀ କାହିଁ? .::. 19. ତୁମ୍ଭେ ସେହି ଦୁର; ଗୋଷ୍ଠୀକି, ଅର୍ଥାତ୍, ଯେଉଁମାନଙ୍କର ଗଭୀର ଭାଷା ତୁମ୍ଭେ ଜାଣି ପାରିଲ ନାହିଁ, ଯେଉଁମାନଙ୍କର ବିଦେଶୀୟ ଭାଷା ତୁମ୍ଭେ ବୁଝି ପାରିଲ ନାହିଁ, ସେହି ଗୋଷ୍ଠୀକି ଆଉ ଦେଖିବ ନାହିଁ। .::. 20. ଆମ୍ଭମାନଙ୍କର ପବିତ୍ର ସଭାସ୍ଥାନ ସିୟୋନ ନଗର ପ୍ରତି ଦୃଷ୍ଟି କର; ତୁମ୍ଭର ଚକ୍ଷୁ ଶାନ୍ତିମୟ ବସତି-ସ୍ଥାନ ଯିରୂଶାଲମକୁ ଦେଖିବ, ତାହା ଅଟଳ ତମ୍ଵୁ ସ୍ଵରୂପ, ତହିଁର କୀଳାସବୁ⇧ କେବେ ଉପୁଡ଼ା ଯିବ ନାହିଁ, କିଅବା ତହିଁର କୌଣସି ରଜ୍ଜୁ ଛିଣ୍ତିବ ନାହିଁ । .::. 21. ମାତ୍ର ସେଠାରେ ସଦାପ୍ରଭୁ ପ୍ରତାପରେ ଆମ୍ଭମାନଙ୍କର ସହବର୍ତ୍ତୀ ହେବେ, ପ୍ରଶସ୍ତ ନଦନଦୀ ଓ ସ୍ରୋତସମୂହର ସ୍ଥାନ ସ୍ଵରୂପ ହେବେ; ସେସ୍ଥାନରେ ଆହୁଲାଯୁକ୍ତ କୌଣସି ପୋତ ଗମନ କରିବ ନାହିଁ, କିଅବା ଭୟଙ୍କର ଜାହାଜ ତାହା ପାର ହେବ ନାହିଁ । .::. 22. କାରଣ ସଦାପ୍ରଭୁ ଆମ୍ଭମାନଙ୍କର ବିଚାରକର୍ତ୍ତା, ସଦାପ୍ରଭୁ ଆମ୍ଭମାନଙ୍କର ବ୍ୟବସ୍ଥାଦାତା, ସଦାପ୍ରଭୁ ଆମ୍ଭମାନଙ୍କର ରାଜା,, ସେ ଆମ୍ଭମାନଙ୍କର ପରିତ୍ରାଣ କରିବେ । .::. 23. ତୁମ୍ଭର ପାଲ-ଦଉଡ଼ିସବୁ ହୁଗୁଳା ହୋଇଅଛି, ସେସବୁ ଆପଣା ମାସ୍ତୁଲକୁ ଦୃଢ଼ ଓ ପାଲକୁ ବିସ୍ତାର କରି ପାରିଲା ନାହିଁ; ସେତେବେଳେ ବସ୍ତର ଲୁଟଦ୍ରବ୍ୟ ବିଭାଗ କରାଗଲା; ଛୋଟା ଲୋକ ଲୁଟ ଦ୍ରବ୍ୟ ଧରିଲା । .::. 24. ପୁଣି, ମୁଁ ପୀଡ଼ିତ ଅଛି ବୋଲି ନିବାସୀ-ଲୋକ କହିବ ନାହିଁ; ତନ୍ନିବାସୀ-ଲୋକମାନଙ୍କର ଅପରାଧ କ୍ଷମା କରାଯିବ । .::.
  • ଯିଶାଇୟ ଅଧ୍ୟାୟ 1  
  • ଯିଶାଇୟ ଅଧ୍ୟାୟ 2  
  • ଯିଶାଇୟ ଅଧ୍ୟାୟ 3  
  • ଯିଶାଇୟ ଅଧ୍ୟାୟ 4  
  • ଯିଶାଇୟ ଅଧ୍ୟାୟ 5  
  • ଯିଶାଇୟ ଅଧ୍ୟାୟ 6  
  • ଯିଶାଇୟ ଅଧ୍ୟାୟ 7  
  • ଯିଶାଇୟ ଅଧ୍ୟାୟ 8  
  • ଯିଶାଇୟ ଅଧ୍ୟାୟ 9  
  • ଯିଶାଇୟ ଅଧ୍ୟାୟ 10  
  • ଯିଶାଇୟ ଅଧ୍ୟାୟ 11  
  • ଯିଶାଇୟ ଅଧ୍ୟାୟ 12  
  • ଯିଶାଇୟ ଅଧ୍ୟାୟ 13  
  • ଯିଶାଇୟ ଅଧ୍ୟାୟ 14  
  • ଯିଶାଇୟ ଅଧ୍ୟାୟ 15  
  • ଯିଶାଇୟ ଅଧ୍ୟାୟ 16  
  • ଯିଶାଇୟ ଅଧ୍ୟାୟ 17  
  • ଯିଶାଇୟ ଅଧ୍ୟାୟ 18  
  • ଯିଶାଇୟ ଅଧ୍ୟାୟ 19  
  • ଯିଶାଇୟ ଅଧ୍ୟାୟ 20  
  • ଯିଶାଇୟ ଅଧ୍ୟାୟ 21  
  • ଯିଶାଇୟ ଅଧ୍ୟାୟ 22  
  • ଯିଶାଇୟ ଅଧ୍ୟାୟ 23  
  • ଯିଶାଇୟ ଅଧ୍ୟାୟ 24  
  • ଯିଶାଇୟ ଅଧ୍ୟାୟ 25  
  • ଯିଶାଇୟ ଅଧ୍ୟାୟ 26  
  • ଯିଶାଇୟ ଅଧ୍ୟାୟ 27  
  • ଯିଶାଇୟ ଅଧ୍ୟାୟ 28  
  • ଯିଶାଇୟ ଅଧ୍ୟାୟ 29  
  • ଯିଶାଇୟ ଅଧ୍ୟାୟ 30  
  • ଯିଶାଇୟ ଅଧ୍ୟାୟ 31  
  • ଯିଶାଇୟ ଅଧ୍ୟାୟ 32  
  • ଯିଶାଇୟ ଅଧ୍ୟାୟ 33  
  • ଯିଶାଇୟ ଅଧ୍ୟାୟ 34  
  • ଯିଶାଇୟ ଅଧ୍ୟାୟ 35  
  • ଯିଶାଇୟ ଅଧ୍ୟାୟ 36  
  • ଯିଶାଇୟ ଅଧ୍ୟାୟ 37  
  • ଯିଶାଇୟ ଅଧ୍ୟାୟ 38  
  • ଯିଶାଇୟ ଅଧ୍ୟାୟ 39  
  • ଯିଶାଇୟ ଅଧ୍ୟାୟ 40  
  • ଯିଶାଇୟ ଅଧ୍ୟାୟ 41  
  • ଯିଶାଇୟ ଅଧ୍ୟାୟ 42  
  • ଯିଶାଇୟ ଅଧ୍ୟାୟ 43  
  • ଯିଶାଇୟ ଅଧ୍ୟାୟ 44  
  • ଯିଶାଇୟ ଅଧ୍ୟାୟ 45  
  • ଯିଶାଇୟ ଅଧ୍ୟାୟ 46  
  • ଯିଶାଇୟ ଅଧ୍ୟାୟ 47  
  • ଯିଶାଇୟ ଅଧ୍ୟାୟ 48  
  • ଯିଶାଇୟ ଅଧ୍ୟାୟ 49  
  • ଯିଶାଇୟ ଅଧ୍ୟାୟ 50  
  • ଯିଶାଇୟ ଅଧ୍ୟାୟ 51  
  • ଯିଶାଇୟ ଅଧ୍ୟାୟ 52  
  • ଯିଶାଇୟ ଅଧ୍ୟାୟ 53  
  • ଯିଶାଇୟ ଅଧ୍ୟାୟ 54  
  • ଯିଶାଇୟ ଅଧ୍ୟାୟ 55  
  • ଯିଶାଇୟ ଅଧ୍ୟାୟ 56  
  • ଯିଶାଇୟ ଅଧ୍ୟାୟ 57  
  • ଯିଶାଇୟ ଅଧ୍ୟାୟ 58  
  • ଯିଶାଇୟ ଅଧ୍ୟାୟ 59  
  • ଯିଶାଇୟ ଅଧ୍ୟାୟ 60  
  • ଯିଶାଇୟ ଅଧ୍ୟାୟ 61  
  • ଯିଶାଇୟ ଅଧ୍ୟାୟ 62  
  • ଯିଶାଇୟ ଅଧ୍ୟାୟ 63  
  • ଯିଶାଇୟ ଅଧ୍ୟାୟ 64  
  • ଯିଶାଇୟ ଅଧ୍ୟାୟ 65  
  • ଯିଶାଇୟ ଅଧ୍ୟାୟ 66  
Common Bible Languages
West Indian Languages
×

Alert

×

oriya Letters Keypad References