ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିଶାଇୟ

ଯିଶାଇୟ ଅଧ୍ୟାୟ 39

1 ସେସମୟରେ ବଲଦନର ପୁତ୍ର ବାବିଲରାଜ ମରୋଦକ୍-ବଲ୍ଦନ୍ ହିଜକୀୟ ନିକଟକୁ ପତ୍ରମାନ ଓ ଦର୍ଶନୀ ପଠାଇଲା; କାରଣ ତାହାର ପୀଡ଼ିତ ହେବାର ଓ ସୁସ୍ଥ ହେବାର ସମ୍ଵାଦ ସେ ଶୁଣିଥିଲା । 2 ତହିଁରେ ହିଜକୀୟ ସେମାନଙ୍କ ପ୍ରତି ସନ୍ତୁଷ୍ଟ ହୋଇ ଆପଣାର ବହୁମୂଲ୍ୟ ପଦାର୍ଥର ଗୃହ, ରୂପା ଓ ସୁନା ଓ ସୁଗନ୍ଧିଦ୍ରବ୍ୟ ଓ ବହୁମୂଲ୍ୟ ତୈଳ ଓ ଆପଣା ଅସ୍ତ୍ରାଗାର ଓ ଆପଣା ଭଣ୍ତାରସ୍ଥିତ ସମସ୍ତ ଦ୍ରବ୍ୟ ସେମାନଙ୍କୁ ଦେଖାଇଲା; ହିଜକୀୟ ଯାହା ସେମାନଙ୍କୁ ନ ଦେଖାଇଲା, ଏପରି କୌଣସି ଦ୍ରବ୍ୟ ତାହାର ଗୃହରେ କି ତାହାର ସମୁଦାୟ ରାଜ୍ୟରେ ନ ଥିଲା । 3 ସେତେବେଳେ ଯିଶାଇୟ ଭବିଷ୍ୟଦ୍ବକ୍ତା ହିଜକୀୟ ରାଜା ନିକଟକୁ ଆସି ତାହାକୁ କହିଲେ, ଏହି ଲୋକମାନେ କଅଣ କହିଲେ? ସେମାନେ କେଉଁଠାରୁ ତୁମ୍ଭ ନିକଟକୁ ଆସିଲେ? ତହିଁରେ ହିଜକୀୟ କହିଲା, ସେମାନେ ଦୂର ଦେଶ ବାବିଲରୁ ମୋʼ ନିକଟକୁ ଆସିଅଛନ୍ତି । 4 ଏଥିରେ ସେ ପଚାରିଲେ, ସେମାନେ ତୁମ୍ଭ ଗୃହରେ କଅଣ ଦେଖିଅଛନ୍ତି? ତହୁଁ ହିଜକୀୟ ଉତ୍ତର କଲା, ମୋʼ ଗୃହରେ ଯାହା ଯାହା ଅଛି, ସବୁ ସେମାନେ ଦେଖିଅଛନ୍ତି; ଯାହା ମୁଁ ସେମାନଙ୍କୁ ଦେଖାଇଲି ନାହିଁ, ଏପରି କୌଣସି ପଦାର୍ଥ ମୋʼ ଭଣ୍ତାରସମୂହରେ ନାହିଁ । 5 ଏଥିରେ ଯିଶାଇୟ ହିଜକୀୟକୁ କହିଲେ, ସୈନ୍ୟାଧିପତି ସଦାପ୍ରଭୁଙ୍କର ବାକ୍ୟ ଶୁଣ । 6 ଦେଖ, ତୁମ୍ଭ ଗୃହସ୍ଥିତ ସମସ୍ତ ଦ୍ରବ୍ୟ ଓ ଆଜି ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷମାନଙ୍କ ସଞ୍ଚିତ ସମସ୍ତ ଦ୍ରବ୍ୟ ବାବିଲକୁ ନିଆଯିବାର ସମୟ ଆସୁଅଛି; ସଦାପ୍ରଭୁ କହନ୍ତି, କିଛି ଛଡ଼ା ଯିବ ନାହିଁ । 7 ଆଉ, ତୁମ୍ଭ ପୁତ୍ରମାନଙ୍କ ମଧ୍ୟରେ ଯେଉଁମାନେ ତୁମ୍ଭ ଔରସରେ ଜାତ ଓ ତୁମ୍ଭଠାରୁ ଉତ୍ପନ୍ନ ହେବେ, ସେମାନଙ୍କୁ ସେମାନେ ନେଇଯିବେ ଓ ସେମାନେ ବାବିଲ ରାଜାର ଅଟ୍ଟାଳିକାରେ ନପୁଂସକ ହୋଇ ରହିବେ । 8 ସେତେବେଳେ ହିଜକୀୟ ଯିଶାଇୟଙ୍କୁ କହିଲା, ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ କହିଅଛ, ତାହା ଉତ୍ତମ । ସେ ଆହୁରି କହିଲା, କାରଣ ମୋʼ ସମୟରେ ଶାନ୍ତି ଓ ସତ୍ୟତା ବିରାଜିତ ହେବ ।
1 ସେସମୟରେ ବଲଦନର ପୁତ୍ର ବାବିଲରାଜ ମରୋଦକ୍-ବଲ୍ଦନ୍ ହିଜକୀୟ ନିକଟକୁ ପତ୍ରମାନ ଓ ଦର୍ଶନୀ ପଠାଇଲା; କାରଣ ତାହାର ପୀଡ଼ିତ ହେବାର ଓ ସୁସ୍ଥ ହେବାର ସମ୍ଵାଦ ସେ ଶୁଣିଥିଲା । .::. 2 ତହିଁରେ ହିଜକୀୟ ସେମାନଙ୍କ ପ୍ରତି ସନ୍ତୁଷ୍ଟ ହୋଇ ଆପଣାର ବହୁମୂଲ୍ୟ ପଦାର୍ଥର ଗୃହ, ରୂପା ଓ ସୁନା ଓ ସୁଗନ୍ଧିଦ୍ରବ୍ୟ ଓ ବହୁମୂଲ୍ୟ ତୈଳ ଓ ଆପଣା ଅସ୍ତ୍ରାଗାର ଓ ଆପଣା ଭଣ୍ତାରସ୍ଥିତ ସମସ୍ତ ଦ୍ରବ୍ୟ ସେମାନଙ୍କୁ ଦେଖାଇଲା; ହିଜକୀୟ ଯାହା ସେମାନଙ୍କୁ ନ ଦେଖାଇଲା, ଏପରି କୌଣସି ଦ୍ରବ୍ୟ ତାହାର ଗୃହରେ କି ତାହାର ସମୁଦାୟ ରାଜ୍ୟରେ ନ ଥିଲା । .::. 3 ସେତେବେଳେ ଯିଶାଇୟ ଭବିଷ୍ୟଦ୍ବକ୍ତା ହିଜକୀୟ ରାଜା ନିକଟକୁ ଆସି ତାହାକୁ କହିଲେ, ଏହି ଲୋକମାନେ କଅଣ କହିଲେ? ସେମାନେ କେଉଁଠାରୁ ତୁମ୍ଭ ନିକଟକୁ ଆସିଲେ? ତହିଁରେ ହିଜକୀୟ କହିଲା, ସେମାନେ ଦୂର ଦେଶ ବାବିଲରୁ ମୋʼ ନିକଟକୁ ଆସିଅଛନ୍ତି । .::. 4 ଏଥିରେ ସେ ପଚାରିଲେ, ସେମାନେ ତୁମ୍ଭ ଗୃହରେ କଅଣ ଦେଖିଅଛନ୍ତି? ତହୁଁ ହିଜକୀୟ ଉତ୍ତର କଲା, ମୋʼ ଗୃହରେ ଯାହା ଯାହା ଅଛି, ସବୁ ସେମାନେ ଦେଖିଅଛନ୍ତି; ଯାହା ମୁଁ ସେମାନଙ୍କୁ ଦେଖାଇଲି ନାହିଁ, ଏପରି କୌଣସି ପଦାର୍ଥ ମୋʼ ଭଣ୍ତାରସମୂହରେ ନାହିଁ । .::. 5 ଏଥିରେ ଯିଶାଇୟ ହିଜକୀୟକୁ କହିଲେ, ସୈନ୍ୟାଧିପତି ସଦାପ୍ରଭୁଙ୍କର ବାକ୍ୟ ଶୁଣ । .::. 6 ଦେଖ, ତୁମ୍ଭ ଗୃହସ୍ଥିତ ସମସ୍ତ ଦ୍ରବ୍ୟ ଓ ଆଜି ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷମାନଙ୍କ ସଞ୍ଚିତ ସମସ୍ତ ଦ୍ରବ୍ୟ ବାବିଲକୁ ନିଆଯିବାର ସମୟ ଆସୁଅଛି; ସଦାପ୍ରଭୁ କହନ୍ତି, କିଛି ଛଡ଼ା ଯିବ ନାହିଁ । .::. 7 ଆଉ, ତୁମ୍ଭ ପୁତ୍ରମାନଙ୍କ ମଧ୍ୟରେ ଯେଉଁମାନେ ତୁମ୍ଭ ଔରସରେ ଜାତ ଓ ତୁମ୍ଭଠାରୁ ଉତ୍ପନ୍ନ ହେବେ, ସେମାନଙ୍କୁ ସେମାନେ ନେଇଯିବେ ଓ ସେମାନେ ବାବିଲ ରାଜାର ଅଟ୍ଟାଳିକାରେ ନପୁଂସକ ହୋଇ ରହିବେ । .::. 8 ସେତେବେଳେ ହିଜକୀୟ ଯିଶାଇୟଙ୍କୁ କହିଲା, ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ କହିଅଛ, ତାହା ଉତ୍ତମ । ସେ ଆହୁରି କହିଲା, କାରଣ ମୋʼ ସମୟରେ ଶାନ୍ତି ଓ ସତ୍ୟତା ବିରାଜିତ ହେବ । .::.
  • ଯିଶାଇୟ ଅଧ୍ୟାୟ 1  
  • ଯିଶାଇୟ ଅଧ୍ୟାୟ 2  
  • ଯିଶାଇୟ ଅଧ୍ୟାୟ 3  
  • ଯିଶାଇୟ ଅଧ୍ୟାୟ 4  
  • ଯିଶାଇୟ ଅଧ୍ୟାୟ 5  
  • ଯିଶାଇୟ ଅଧ୍ୟାୟ 6  
  • ଯିଶାଇୟ ଅଧ୍ୟାୟ 7  
  • ଯିଶାଇୟ ଅଧ୍ୟାୟ 8  
  • ଯିଶାଇୟ ଅଧ୍ୟାୟ 9  
  • ଯିଶାଇୟ ଅଧ୍ୟାୟ 10  
  • ଯିଶାଇୟ ଅଧ୍ୟାୟ 11  
  • ଯିଶାଇୟ ଅଧ୍ୟାୟ 12  
  • ଯିଶାଇୟ ଅଧ୍ୟାୟ 13  
  • ଯିଶାଇୟ ଅଧ୍ୟାୟ 14  
  • ଯିଶାଇୟ ଅଧ୍ୟାୟ 15  
  • ଯିଶାଇୟ ଅଧ୍ୟାୟ 16  
  • ଯିଶାଇୟ ଅଧ୍ୟାୟ 17  
  • ଯିଶାଇୟ ଅଧ୍ୟାୟ 18  
  • ଯିଶାଇୟ ଅଧ୍ୟାୟ 19  
  • ଯିଶାଇୟ ଅଧ୍ୟାୟ 20  
  • ଯିଶାଇୟ ଅଧ୍ୟାୟ 21  
  • ଯିଶାଇୟ ଅଧ୍ୟାୟ 22  
  • ଯିଶାଇୟ ଅଧ୍ୟାୟ 23  
  • ଯିଶାଇୟ ଅଧ୍ୟାୟ 24  
  • ଯିଶାଇୟ ଅଧ୍ୟାୟ 25  
  • ଯିଶାଇୟ ଅଧ୍ୟାୟ 26  
  • ଯିଶାଇୟ ଅଧ୍ୟାୟ 27  
  • ଯିଶାଇୟ ଅଧ୍ୟାୟ 28  
  • ଯିଶାଇୟ ଅଧ୍ୟାୟ 29  
  • ଯିଶାଇୟ ଅଧ୍ୟାୟ 30  
  • ଯିଶାଇୟ ଅଧ୍ୟାୟ 31  
  • ଯିଶାଇୟ ଅଧ୍ୟାୟ 32  
  • ଯିଶାଇୟ ଅଧ୍ୟାୟ 33  
  • ଯିଶାଇୟ ଅଧ୍ୟାୟ 34  
  • ଯିଶାଇୟ ଅଧ୍ୟାୟ 35  
  • ଯିଶାଇୟ ଅଧ୍ୟାୟ 36  
  • ଯିଶାଇୟ ଅଧ୍ୟାୟ 37  
  • ଯିଶାଇୟ ଅଧ୍ୟାୟ 38  
  • ଯିଶାଇୟ ଅଧ୍ୟାୟ 39  
  • ଯିଶାଇୟ ଅଧ୍ୟାୟ 40  
  • ଯିଶାଇୟ ଅଧ୍ୟାୟ 41  
  • ଯିଶାଇୟ ଅଧ୍ୟାୟ 42  
  • ଯିଶାଇୟ ଅଧ୍ୟାୟ 43  
  • ଯିଶାଇୟ ଅଧ୍ୟାୟ 44  
  • ଯିଶାଇୟ ଅଧ୍ୟାୟ 45  
  • ଯିଶାଇୟ ଅଧ୍ୟାୟ 46  
  • ଯିଶାଇୟ ଅଧ୍ୟାୟ 47  
  • ଯିଶାଇୟ ଅଧ୍ୟାୟ 48  
  • ଯିଶାଇୟ ଅଧ୍ୟାୟ 49  
  • ଯିଶାଇୟ ଅଧ୍ୟାୟ 50  
  • ଯିଶାଇୟ ଅଧ୍ୟାୟ 51  
  • ଯିଶାଇୟ ଅଧ୍ୟାୟ 52  
  • ଯିଶାଇୟ ଅଧ୍ୟାୟ 53  
  • ଯିଶାଇୟ ଅଧ୍ୟାୟ 54  
  • ଯିଶାଇୟ ଅଧ୍ୟାୟ 55  
  • ଯିଶାଇୟ ଅଧ୍ୟାୟ 56  
  • ଯିଶାଇୟ ଅଧ୍ୟାୟ 57  
  • ଯିଶାଇୟ ଅଧ୍ୟାୟ 58  
  • ଯିଶାଇୟ ଅଧ୍ୟାୟ 59  
  • ଯିଶାଇୟ ଅଧ୍ୟାୟ 60  
  • ଯିଶାଇୟ ଅଧ୍ୟାୟ 61  
  • ଯିଶାଇୟ ଅଧ୍ୟାୟ 62  
  • ଯିଶାଇୟ ଅଧ୍ୟାୟ 63  
  • ଯିଶାଇୟ ଅଧ୍ୟାୟ 64  
  • ଯିଶାଇୟ ଅଧ୍ୟାୟ 65  
  • ଯିଶାଇୟ ଅଧ୍ୟାୟ 66  
×

Alert

×

Oriya Letters Keypad References