ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆୟୁବ ପୁସ୍ତକ

ଆୟୁବ ପୁସ୍ତକ ଅଧ୍ୟାୟ 14

1 ସ୍ତ୍ରୀଜାତ ମନୁଷ୍ୟ ଅଳ୍ପାୟୁ ଓ ଦୁଃଖରେ ପରିପୂର୍ଣ୍ଣ । 2 ସେ ପୁଷ୍ପ ତୁଲ୍ୟ ପ୍ରସ୍ଫୁଟିତ ହୋଇ କଟାଯାଏ; ମଧ୍ୟ ସେ ଛାୟା ତୁଲ୍ୟ ବହିଯାଇ ସ୍ଥିର ନ ଥାଏ । 3 ଆଉ, ତୁମ୍ଭେ ଏପରି ଜଣକ ଉପରେ କʼଣ ଆପଣା ଦୃଷ୍ଟି ରଖୁଅଛ ଓ ଆପଣା ନିକଟକୁ ବିଚାରାର୍ଥେ କʼଣ ମୋତେ ଆଣୁଅଛ? 4 ଅଶୁଚି ବସ୍ତୁରୁ ଶୁଚି ବସ୍ତୁ କିଏ ଉତ୍ପନ୍ନ କରିପାରେଣ? ଜଣେ ନାହିଁ । 5 ତାହାର ଦିନସବୁ ନିର୍ଣ୍ଣୀତ, ତାହାର ମାସ-ସଂଖ୍ୟା ତୁମ୍ଭଠାରେ ଅଛି ଓ ତୁମ୍ଭେ ତାହାର ସୀମା ନିରୂପଣ କରିଅଛ, ଏଣୁ ସେ ତାହା ଲଙ୍ଘନ କରିପାରେ ନାହିଁ? 6 ଏହେତୁ ସେ ଯେପରି ବେତନଜୀବୀ ତୁଲ୍ୟ ଆପଣା ଦିନ ଭୋଗ କରିବା ପର୍ଯ୍ୟନ୍ତ ବିଶ୍ରାମ ପାଇ ପାରିବ, ଏଥିପାଇଁ ତାହାଠାରୁ ଦୃଷ୍ଟି ଫେରାଅ। 7 କାରଣ ବୃକ୍ଷ ବିଷୟରେ ଆଶା ଥାଏ, ତାହା କଟାଗଲେ ପୁନର୍ବାର ପଲ୍ଲବିତ ହେବ ଓ ତହିଁର କୋମଳ ଶାଖାର ଅଭାବ ହେବ ନାହିଁ । 8 ଯଦ୍ୟପି ତହିଁର ମୂଳ ମୃତ୍ତିକାରେ ପୁରୁଣା ହୋଇଯାଏ ଓ ତହିଁର ଗଣ୍ତି ଭୂମିରେ ମରିଯାଏ; 9 ତଥାପି ଜଳର ଗନ୍ଧ ପାଇଲେ, ତାହା ପଲ୍ଲବିତ ହେବ ଓ ରୋପିତ ବୃକ୍ଷ ତୁଲ୍ୟ ଶାଖାବିଶିଷ୍ଟ ହେବ । 10 ମାତ୍ର ମନୁଷ୍ୟ ମରେ ଓ କ୍ଷୟ ପାଏ; ହଁ, ମନୁଷ୍ୟ ପ୍ରାଣତ୍ୟାଗ କରେ, ପୁଣି ସେ କେଉଁଠାରେ ଥାଏ? 11 ଯେପରି ସମୁଦ୍ରରୁ ଜଳ ବାହାରି ଯାଏ ଓ ନଦୀ କ୍ଷୟପ୍ରାପ୍ତ ଓ ଶୁଷ୍କ ହୁଏ; 12 ସେପରି ମନୁଷ୍ୟ ଶୟନ କଲେ ଆଉ ଉଠେ ନାହିଁ; ଆକାଶମଣ୍ତଳ ଲୋପ ନ ପାଇବା ପର୍ଯ୍ୟନ୍ତ ସେମାନେ ଜାଗ୍ରତ ହେବେ ନାହିଁ, କିଅବା ନିଦ୍ରାରୁ ଉତ୍ଥାପିତ ହେବେ ନାହିଁ । 13 ଆଃ, ତୁମ୍ଭେ ଯେବେ ପାତାଳରେ ମୋତେ ଲୁଚାଇ ରଖନ୍ତ, ତୁମ୍ଭର କୋପ ଅତୀତ ହେବା ପର୍ଯ୍ୟନ୍ତ ଯେବେ ମୋତେ ଗୋପନରେ ରଖନ୍ତ, ଯେବେ ମୋʼ ପାଇଁ ସମୟ ନିରୂପଣ କରି ମୋତେ ସ୍ମରଣ କର;! 14 ମନୁଷ୍ୟ ମଲେ କʼଣ ପୁନର୍ବାର ବଞ୍ଚିବ? ମୋହର ମୁକ୍ତି ଉପସ୍ଥିତ ନୋହିବା ପର୍ଯ୍ୟନ୍ତ ମୁଁ ଆପଣା ଯୁଦ୍ଧର ସମସ୍ତ ଦିନ ଅପେକ୍ଷା କରିବି । 15 ତେବେ ତୁମ୍ଭେ ଡାକିବ ଓ ମୁଁ ତୁମ୍ଭକୁ ଉତ୍ତର ଦେବି; ତୁମ୍ଭେ ଆପଣା ହସ୍ତକୃତ କର୍ମ ପ୍ରତି କରୁଣା କରିବ । 16 ମାତ୍ର ଏବେ ତୁମ୍ଭେ ମୋʼ ପାଦଗତି ଗଣନା କରୁଅଛ; ତୁମ୍ଭେ କʼଣ ମୋʼ ପାପ ପ୍ରତି ନିରୀକ୍ଷଣ କରୁନାହଁ? 17 ମୋହର ଅପରାଧ ଥଳୀରେ ମୋହରାଙ୍କିତ ହୋଇଅଛି ଓ ତୁମ୍ଭେ ମୋʼ ଅଧର୍ମ ବାନ୍ଧି ରଖୁଅଛ । 18 ଆଉ, ପର୍ବତ ପଡ଼ିଲେ ନିଶ୍ଚୟ ଲୁପ୍ତ ହୁଏ ଓ ଶୈଳ ଆପଣା ସ୍ଥାନରୁ ଅନ୍ତରିତ ହୁଏ; 19 ଜଳ ପ୍ରସ୍ତରକୁ କ୍ଷୟ କରେ; ଜଳର ପ୍ଳାବନ ପୃଥିବୀର ଧୂଳି ଧୋଇନିଏ ଓ ତୁମ୍ଭେ ମନୁଷ୍ୟର ଆଶା ନାଶ କରୁଅଛ । 20 ତୁମ୍ଭେ ସଦାକାଳ ତାହା ଉପରେ ଜୟଯୁକ୍ତ ହେଉଅଛ, ତେଣୁ ସେ ଚାଲିଯାଏ; ତୁମ୍ଭେ ତାହାର ମୁଖ ପରିବର୍ତ୍ତନ କରି ତାହାକୁ ଦୂର କରି ଦେଉଅଛ । 21 ତାହାର ସନ୍ତାନଗଣ ସମ୍ଭ୍ରମପ୍ରାପ୍ତ ହେଲେ, ସେ ତାହା ଜାଣେ ନାହିଁ; ପୁଣି, ସେମାନେ ଅବନତ ହେଲେ, ସେ ସେମାନଙ୍କ ବିଷୟ ବୋଧ ପାଏ ନାହିଁ । 22 ମାତ୍ର ତାହାର ନିଜ ମାଂସ ବ୍ୟଥା ଭୋଗ କରେ ଓ ତାହାର ପ୍ରାଣ ଅନ୍ତରେ ବ୍ୟାକୁଳ ହୁଏ ।
1 ସ୍ତ୍ରୀଜାତ ମନୁଷ୍ୟ ଅଳ୍ପାୟୁ ଓ ଦୁଃଖରେ ପରିପୂର୍ଣ୍ଣ । .::. 2 ସେ ପୁଷ୍ପ ତୁଲ୍ୟ ପ୍ରସ୍ଫୁଟିତ ହୋଇ କଟାଯାଏ; ମଧ୍ୟ ସେ ଛାୟା ତୁଲ୍ୟ ବହିଯାଇ ସ୍ଥିର ନ ଥାଏ । .::. 3 ଆଉ, ତୁମ୍ଭେ ଏପରି ଜଣକ ଉପରେ କʼଣ ଆପଣା ଦୃଷ୍ଟି ରଖୁଅଛ ଓ ଆପଣା ନିକଟକୁ ବିଚାରାର୍ଥେ କʼଣ ମୋତେ ଆଣୁଅଛ? .::. 4 ଅଶୁଚି ବସ୍ତୁରୁ ଶୁଚି ବସ୍ତୁ କିଏ ଉତ୍ପନ୍ନ କରିପାରେଣ? ଜଣେ ନାହିଁ । .::. 5 ତାହାର ଦିନସବୁ ନିର୍ଣ୍ଣୀତ, ତାହାର ମାସ-ସଂଖ୍ୟା ତୁମ୍ଭଠାରେ ଅଛି ଓ ତୁମ୍ଭେ ତାହାର ସୀମା ନିରୂପଣ କରିଅଛ, ଏଣୁ ସେ ତାହା ଲଙ୍ଘନ କରିପାରେ ନାହିଁ? .::. 6 ଏହେତୁ ସେ ଯେପରି ବେତନଜୀବୀ ତୁଲ୍ୟ ଆପଣା ଦିନ ଭୋଗ କରିବା ପର୍ଯ୍ୟନ୍ତ ବିଶ୍ରାମ ପାଇ ପାରିବ, ଏଥିପାଇଁ ତାହାଠାରୁ ଦୃଷ୍ଟି ଫେରାଅ। .::. 7 କାରଣ ବୃକ୍ଷ ବିଷୟରେ ଆଶା ଥାଏ, ତାହା କଟାଗଲେ ପୁନର୍ବାର ପଲ୍ଲବିତ ହେବ ଓ ତହିଁର କୋମଳ ଶାଖାର ଅଭାବ ହେବ ନାହିଁ । .::. 8 ଯଦ୍ୟପି ତହିଁର ମୂଳ ମୃତ୍ତିକାରେ ପୁରୁଣା ହୋଇଯାଏ ଓ ତହିଁର ଗଣ୍ତି ଭୂମିରେ ମରିଯାଏ; .::. 9 ତଥାପି ଜଳର ଗନ୍ଧ ପାଇଲେ, ତାହା ପଲ୍ଲବିତ ହେବ ଓ ରୋପିତ ବୃକ୍ଷ ତୁଲ୍ୟ ଶାଖାବିଶିଷ୍ଟ ହେବ । .::. 10 ମାତ୍ର ମନୁଷ୍ୟ ମରେ ଓ କ୍ଷୟ ପାଏ; ହଁ, ମନୁଷ୍ୟ ପ୍ରାଣତ୍ୟାଗ କରେ, ପୁଣି ସେ କେଉଁଠାରେ ଥାଏ? .::. 11 ଯେପରି ସମୁଦ୍ରରୁ ଜଳ ବାହାରି ଯାଏ ଓ ନଦୀ କ୍ଷୟପ୍ରାପ୍ତ ଓ ଶୁଷ୍କ ହୁଏ; .::. 12 ସେପରି ମନୁଷ୍ୟ ଶୟନ କଲେ ଆଉ ଉଠେ ନାହିଁ; ଆକାଶମଣ୍ତଳ ଲୋପ ନ ପାଇବା ପର୍ଯ୍ୟନ୍ତ ସେମାନେ ଜାଗ୍ରତ ହେବେ ନାହିଁ, କିଅବା ନିଦ୍ରାରୁ ଉତ୍ଥାପିତ ହେବେ ନାହିଁ । .::. 13 ଆଃ, ତୁମ୍ଭେ ଯେବେ ପାତାଳରେ ମୋତେ ଲୁଚାଇ ରଖନ୍ତ, ତୁମ୍ଭର କୋପ ଅତୀତ ହେବା ପର୍ଯ୍ୟନ୍ତ ଯେବେ ମୋତେ ଗୋପନରେ ରଖନ୍ତ, ଯେବେ ମୋʼ ପାଇଁ ସମୟ ନିରୂପଣ କରି ମୋତେ ସ୍ମରଣ କର;! .::. 14 ମନୁଷ୍ୟ ମଲେ କʼଣ ପୁନର୍ବାର ବଞ୍ଚିବ? ମୋହର ମୁକ୍ତି ଉପସ୍ଥିତ ନୋହିବା ପର୍ଯ୍ୟନ୍ତ ମୁଁ ଆପଣା ଯୁଦ୍ଧର ସମସ୍ତ ଦିନ ଅପେକ୍ଷା କରିବି । .::. 15 ତେବେ ତୁମ୍ଭେ ଡାକିବ ଓ ମୁଁ ତୁମ୍ଭକୁ ଉତ୍ତର ଦେବି; ତୁମ୍ଭେ ଆପଣା ହସ୍ତକୃତ କର୍ମ ପ୍ରତି କରୁଣା କରିବ । .::. 16 ମାତ୍ର ଏବେ ତୁମ୍ଭେ ମୋʼ ପାଦଗତି ଗଣନା କରୁଅଛ; ତୁମ୍ଭେ କʼଣ ମୋʼ ପାପ ପ୍ରତି ନିରୀକ୍ଷଣ କରୁନାହଁ? .::. 17 ମୋହର ଅପରାଧ ଥଳୀରେ ମୋହରାଙ୍କିତ ହୋଇଅଛି ଓ ତୁମ୍ଭେ ମୋʼ ଅଧର୍ମ ବାନ୍ଧି ରଖୁଅଛ । .::. 18 ଆଉ, ପର୍ବତ ପଡ଼ିଲେ ନିଶ୍ଚୟ ଲୁପ୍ତ ହୁଏ ଓ ଶୈଳ ଆପଣା ସ୍ଥାନରୁ ଅନ୍ତରିତ ହୁଏ; .::. 19 ଜଳ ପ୍ରସ୍ତରକୁ କ୍ଷୟ କରେ; ଜଳର ପ୍ଳାବନ ପୃଥିବୀର ଧୂଳି ଧୋଇନିଏ ଓ ତୁମ୍ଭେ ମନୁଷ୍ୟର ଆଶା ନାଶ କରୁଅଛ । .::. 20 ତୁମ୍ଭେ ସଦାକାଳ ତାହା ଉପରେ ଜୟଯୁକ୍ତ ହେଉଅଛ, ତେଣୁ ସେ ଚାଲିଯାଏ; ତୁମ୍ଭେ ତାହାର ମୁଖ ପରିବର୍ତ୍ତନ କରି ତାହାକୁ ଦୂର କରି ଦେଉଅଛ । .::. 21 ତାହାର ସନ୍ତାନଗଣ ସମ୍ଭ୍ରମପ୍ରାପ୍ତ ହେଲେ, ସେ ତାହା ଜାଣେ ନାହିଁ; ପୁଣି, ସେମାନେ ଅବନତ ହେଲେ, ସେ ସେମାନଙ୍କ ବିଷୟ ବୋଧ ପାଏ ନାହିଁ । .::. 22 ମାତ୍ର ତାହାର ନିଜ ମାଂସ ବ୍ୟଥା ଭୋଗ କରେ ଓ ତାହାର ପ୍ରାଣ ଅନ୍ତରେ ବ୍ୟାକୁଳ ହୁଏ । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
×

Alert

×

Oriya Letters Keypad References