ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆୟୁବ ପୁସ୍ତକ

ଆୟୁବ ପୁସ୍ତକ ଅଧ୍ୟାୟ 2

1 ପୁନର୍ବାର ଦିନକରେ ପରମେଶ୍ଵରଙ୍କ ସନ୍ତାନଗଣ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବାକୁ ଆସନ୍ତେ, ଶୟତାନ ହିଁ ସେମାନଙ୍କ ମଧ୍ୟରେ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ଆସିଲା । 2 ଏଥିରେ ସଦାପ୍ରଭୁ ଶୟତାନକୁ କହିଲେ, ତୁମ୍ଭେ କେଉଁଠାରୁ ଆସିଲ? ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, ପୃଥିବୀରେ ଏଣେତେଣେ ଭ୍ରମଣ ଓ ତହିଁ ମଧ୍ୟରେ ଗମନାଗମନ କରି କରି ଆସିଲି । 3 ତହୁଁ ସଦାପ୍ରଭୁ ଶୟତାନଙ୍କୁ କହିଲେ, ତୁମ୍ଭେ କି ଆମ୍ଭ ଦାସ ଆୟୁବ ପ୍ରତି ମନ ଦେଇଅଛ? କାରଣ ତାହାର ସମାନ ସିଦ୍ଧ ଓ ସରଳ, ପରମେଶ୍ଵର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଲୋକ ପୃଥିବୀରେ କେହି ନାହିଁ; ପୁଣି, ଅକାରଣରେ ତାହାକୁ ନାଶ କରିବା ପାଇଁ ତୁମ୍ଭେ ତାହା ବିରୁଦ୍ଧରେ ଆମ୍ଭକୁ ପ୍ରବର୍ତ୍ତାଇଲେ ହେଁ ସେ ଏଯାଏ ଆପଣା ସରଳତା ଦୃଢ଼ କରି ଧରିଅଛି । 4 ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, ଚର୍ମ ନିମନ୍ତେ ଚର୍ମ, ଆପଣା ପ୍ରାଣ ନିମନ୍ତେ ମନୁଷ୍ୟ ସର୍ବସ୍ଵ ଦେବ । 5 ମାତ୍ର ତୁମ୍ଭେ ଏବେ ହସ୍ତ ବଢ଼ାଇ ତାହାର ଅସ୍ଥି ଓ ମାଂସ ସ୍ପର୍ଶ କର, ତହିଁରେ ସେ ତୁମ୍ଭ ମୁଖ ଆଗରେ ତୁମ୍ଭକୁ ପରିତ୍ୟାଗ କରିବ । 6 ତହିଁରେ ସଦାପ୍ରଭୁ ଶୟତାନଙ୍କୁ କହିଲେ, ଦେଖ, ସେ ତୁମ୍ଭର ହସ୍ତଗତ, କେବଳ ତାହାର ପ୍ରାଣ ରକ୍ଷା କର । 7 ଏଉତ୍ତାରେ ଶୟତାନ ସଦାପ୍ରଭୁଙ୍କ ଛାମୁରୁ ବାହାରି ଯାଇ ଆୟୁବର ତଳିପାରୁ ମସ୍ତକ ପର୍ଯ୍ୟନ୍ତ ମହାଜ୍ଵାଳାଜନକ ବିସ୍ଫୋଟକରେ ତାହାକୁ ଆଘାତ କଲା । 8 ଏଣୁ ସେ ସର୍ବାଙ୍ଗ କୁଣ୍ତାଇବା ପାଇଁ ଖଣ୍ତେ ଖପରା ନେଲା ଓ ସେ ଭସ୍ମ ମଧ୍ୟରେ ବସିଲା । 9 ତହିଁରେ ତାହାର ଭାର୍ଯ୍ୟା ତାହାକୁ କହିଲା, ତୁମ୍ଭେ କି ଏଯାଏ ଆପଣାର ସରଳତା ଦୃଢ଼ କରି ଧରୁଅଛ? ପରମେଶ୍ଵରଙ୍କୁ ପରିତ୍ୟାଗ କରି ମର । 10 ସେ ତାହାକୁ କହିଲା, ତୁମ୍ଭେ ଏକ ମୂଢ଼ା ସ୍ତ୍ରୀ ପରି କଥା କହୁଅଛଣ! କଅଣ? ଆମ୍ଭେମାନେ କି ପରମେଶ୍ଵରଙ୍କ ହସ୍ତରୁ ମଙ୍ଗଳ ଗ୍ରହଣ କରିବା? ଆଉ, ଅମଙ୍ଗଳ କʼଣ ଗ୍ରହଣ କରିବା ନାହିଁ? ଏହିସବୁରେ ଆୟୁବ ଆପଣା ଓଷ୍ଠରେ ପାପ କଲା ନାହିଁ । 11 ଆୟୁବ ପ୍ରତି ଘଟିତ ଏହିସବୁ ବିପଦର କଥା ତୈମନୀୟ ଇଲୀଫସ୍ ଓ ଶୂହୀୟ ବିଲ୍ଦଦ୍ ଓ ନାମାଥୀୟ ସୋଫର ନାମରେ ତାହାର ଏହି ତିନି ମିତ୍ର ଶୁଣି ସ୍ଵ ସ୍ଵ ସ୍ଥାନରୁ ଆସିଲେ; ପୁଣି, ସେମାନେ ତାହା ସଙ୍ଗେ ଶୋକ କରିବା ପାଇଁ ଓ ତାହାକୁ ସାନ୍ତ୍ଵନା କରିବା ପାଇଁ ଆସିବାକୁ ଏକତ୍ର ସ୍ଥିର କଲେ । 12 ଏଉତ୍ତାରେ ସେମାନେ ଦୂରରୁ ଅନାଇ ତାହାକୁ ଚିହ୍ନି ନ ପାରି ଉଚ୍ଚୈଃସ୍ଵରରେ ରୋଦନ କଲେ; ଆଉ, ସେମାନେ ପ୍ରତ୍ୟେକେ ଆପଣା ଆପଣା ବସ୍ତ୍ର ଚିରି ଆକାଶ ଆଡ଼େ ଆପଣା ଆପଣା ମସ୍ତକ ଉପରେ ଧୂଳି ବିଞ୍ଚିଲେ । 13 ତହୁଁ ସେମାନେ ସାତ ଦିନ ଓ ସାତ ରାତ୍ରି ତାହା ସଙ୍ଗେ ଭୂମିରେ ବସିଲେ, କେହି ତାହାକୁ କିଛି କହିଲେ ନାହିଁ; କାରଣ ସେମାନେ ତାହାର ଯାତନା ଅତି ବଡ଼ ବୋଲି ଦେଖିଲେ ।
1 ପୁନର୍ବାର ଦିନକରେ ପରମେଶ୍ଵରଙ୍କ ସନ୍ତାନଗଣ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବାକୁ ଆସନ୍ତେ, ଶୟତାନ ହିଁ ସେମାନଙ୍କ ମଧ୍ୟରେ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ଆସିଲା । .::. 2 ଏଥିରେ ସଦାପ୍ରଭୁ ଶୟତାନକୁ କହିଲେ, ତୁମ୍ଭେ କେଉଁଠାରୁ ଆସିଲ? ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, ପୃଥିବୀରେ ଏଣେତେଣେ ଭ୍ରମଣ ଓ ତହିଁ ମଧ୍ୟରେ ଗମନାଗମନ କରି କରି ଆସିଲି । .::. 3 ତହୁଁ ସଦାପ୍ରଭୁ ଶୟତାନଙ୍କୁ କହିଲେ, ତୁମ୍ଭେ କି ଆମ୍ଭ ଦାସ ଆୟୁବ ପ୍ରତି ମନ ଦେଇଅଛ? କାରଣ ତାହାର ସମାନ ସିଦ୍ଧ ଓ ସରଳ, ପରମେଶ୍ଵର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଲୋକ ପୃଥିବୀରେ କେହି ନାହିଁ; ପୁଣି, ଅକାରଣରେ ତାହାକୁ ନାଶ କରିବା ପାଇଁ ତୁମ୍ଭେ ତାହା ବିରୁଦ୍ଧରେ ଆମ୍ଭକୁ ପ୍ରବର୍ତ୍ତାଇଲେ ହେଁ ସେ ଏଯାଏ ଆପଣା ସରଳତା ଦୃଢ଼ କରି ଧରିଅଛି । .::. 4 ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, ଚର୍ମ ନିମନ୍ତେ ଚର୍ମ, ଆପଣା ପ୍ରାଣ ନିମନ୍ତେ ମନୁଷ୍ୟ ସର୍ବସ୍ଵ ଦେବ । .::. 5 ମାତ୍ର ତୁମ୍ଭେ ଏବେ ହସ୍ତ ବଢ଼ାଇ ତାହାର ଅସ୍ଥି ଓ ମାଂସ ସ୍ପର୍ଶ କର, ତହିଁରେ ସେ ତୁମ୍ଭ ମୁଖ ଆଗରେ ତୁମ୍ଭକୁ ପରିତ୍ୟାଗ କରିବ । .::. 6 ତହିଁରେ ସଦାପ୍ରଭୁ ଶୟତାନଙ୍କୁ କହିଲେ, ଦେଖ, ସେ ତୁମ୍ଭର ହସ୍ତଗତ, କେବଳ ତାହାର ପ୍ରାଣ ରକ୍ଷା କର । .::. 7 ଏଉତ୍ତାରେ ଶୟତାନ ସଦାପ୍ରଭୁଙ୍କ ଛାମୁରୁ ବାହାରି ଯାଇ ଆୟୁବର ତଳିପାରୁ ମସ୍ତକ ପର୍ଯ୍ୟନ୍ତ ମହାଜ୍ଵାଳାଜନକ ବିସ୍ଫୋଟକରେ ତାହାକୁ ଆଘାତ କଲା । .::. 8 ଏଣୁ ସେ ସର୍ବାଙ୍ଗ କୁଣ୍ତାଇବା ପାଇଁ ଖଣ୍ତେ ଖପରା ନେଲା ଓ ସେ ଭସ୍ମ ମଧ୍ୟରେ ବସିଲା । .::. 9 ତହିଁରେ ତାହାର ଭାର୍ଯ୍ୟା ତାହାକୁ କହିଲା, ତୁମ୍ଭେ କି ଏଯାଏ ଆପଣାର ସରଳତା ଦୃଢ଼ କରି ଧରୁଅଛ? ପରମେଶ୍ଵରଙ୍କୁ ପରିତ୍ୟାଗ କରି ମର । .::. 10 ସେ ତାହାକୁ କହିଲା, ତୁମ୍ଭେ ଏକ ମୂଢ଼ା ସ୍ତ୍ରୀ ପରି କଥା କହୁଅଛଣ! କଅଣ? ଆମ୍ଭେମାନେ କି ପରମେଶ୍ଵରଙ୍କ ହସ୍ତରୁ ମଙ୍ଗଳ ଗ୍ରହଣ କରିବା? ଆଉ, ଅମଙ୍ଗଳ କʼଣ ଗ୍ରହଣ କରିବା ନାହିଁ? ଏହିସବୁରେ ଆୟୁବ ଆପଣା ଓଷ୍ଠରେ ପାପ କଲା ନାହିଁ । .::. 11 ଆୟୁବ ପ୍ରତି ଘଟିତ ଏହିସବୁ ବିପଦର କଥା ତୈମନୀୟ ଇଲୀଫସ୍ ଓ ଶୂହୀୟ ବିଲ୍ଦଦ୍ ଓ ନାମାଥୀୟ ସୋଫର ନାମରେ ତାହାର ଏହି ତିନି ମିତ୍ର ଶୁଣି ସ୍ଵ ସ୍ଵ ସ୍ଥାନରୁ ଆସିଲେ; ପୁଣି, ସେମାନେ ତାହା ସଙ୍ଗେ ଶୋକ କରିବା ପାଇଁ ଓ ତାହାକୁ ସାନ୍ତ୍ଵନା କରିବା ପାଇଁ ଆସିବାକୁ ଏକତ୍ର ସ୍ଥିର କଲେ । .::. 12 ଏଉତ୍ତାରେ ସେମାନେ ଦୂରରୁ ଅନାଇ ତାହାକୁ ଚିହ୍ନି ନ ପାରି ଉଚ୍ଚୈଃସ୍ଵରରେ ରୋଦନ କଲେ; ଆଉ, ସେମାନେ ପ୍ରତ୍ୟେକେ ଆପଣା ଆପଣା ବସ୍ତ୍ର ଚିରି ଆକାଶ ଆଡ଼େ ଆପଣା ଆପଣା ମସ୍ତକ ଉପରେ ଧୂଳି ବିଞ୍ଚିଲେ । .::. 13 ତହୁଁ ସେମାନେ ସାତ ଦିନ ଓ ସାତ ରାତ୍ରି ତାହା ସଙ୍ଗେ ଭୂମିରେ ବସିଲେ, କେହି ତାହାକୁ କିଛି କହିଲେ ନାହିଁ; କାରଣ ସେମାନେ ତାହାର ଯାତନା ଅତି ବଡ଼ ବୋଲି ଦେଖିଲେ । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
×

Alert

×

Oriya Letters Keypad References