ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆୟୁବ ପୁସ୍ତକ

ଆୟୁବ ପୁସ୍ତକ ଅଧ୍ୟାୟ 29

1 ଅନନ୍ତର ଆୟୁବ ପୁନର୍ବାର ଆପଣା ପ୍ରସଙ୍ଗ ଧରି କହିଲା, 2 ଆହା, ମୁଁ ପୂର୍ବବର୍ତ୍ତୀ ମାସସବୁରେ, ପରମେଶ୍ଵର ମୋତେ ଜଗି ରଖିଥିବା ଦିନସମୂହରେ ଯେପରି ଥିଲି, ସେପରି ଯେବେ ଥାʼନ୍ତି; 3 ସେତେବେଳେ ତାହାଙ୍କ ପ୍ରଦୀପ ମୋʼ ମସ୍ତକ ଉପରେ ଆଲୁଅ ଦେଲା ଓ ମୁଁ ତାହାଙ୍କ ଦୀପ୍ତିରେ ଅନ୍ଧକାର ଦେଇ ଗମନ କଲି; 4 ମୁଁ ଉତ୍ତମ ଅବସ୍ଥାରେ ଥିଲି, ସେତେବେଳେ ମୋʼ ତମ୍ଵୁ ଉପରେ ପରମେଶ୍ଵରଙ୍କର ଗୁପ୍ତ ବିଷୟ ଥିଲା; 5 ସେତେବେଳେ ସର୍ବଶକ୍ତିମାନ ମୋʼ ସଙ୍ଗରେ ଥିଲେ ଓ ମୋହର ସନ୍ତାନଗଣ ମୋʼ ଚତୁଃପାର୍ଶ୍ଵରେ ଥିଲେ; 6 ସେତେବେଳେ ମୋହର ଚରଣ ଦୁଗ୍ଧରେ ଧୌତ ହେଲା ଓ ଶୈଳ ମୋʼ ପାଇଁ ତୈଳ-ନଦୀ ବହାଇଲା । 7 ମୁଁ ନଗର-ଦ୍ଵାରକୁ ଯାଇ ଛକ-ସ୍ଥାନରେ ଆପଣା ଆସନ ପ୍ରସ୍ତୁତ କଲେ, 8 ଯୁବା ଲୋକମାନେ ମୋତେ ଦେଖି ଲୁଚିଲେ ଓ ବୃଦ୍ଧ ଲୋକମାନେ ଉଠି ଠିଆ ହେଲେ । 9 ଅଧିପତିମାନେ କଥାବାର୍ତ୍ତା କରିବାରୁ ନିବୃତ୍ତ ହେଲେ ଓ ଆପଣା ଆପଣା ମୁଖରେ ହାତ ଦେଲେ; 10 କୁଳୀନମାନଙ୍କ ରବ ନିରସ୍ତ ହେଲା ଓ ସେମାନଙ୍କ ଜିହ୍ଵା ସେମାନଙ୍କ ମୁଖର ତାଳୁକାରେ ଲାଗି ରହିଲା । 11 କାରଣ କର୍ଣ୍ଣ ମୋʼ କଥା ଶୁଣନ୍ତେ, ମୋତେ କଲ୍ୟାଣ କଲା ଓ ଚକ୍ଷୁ ମୋତେ ଦେଖନ୍ତେ, ମୋʼ ପକ୍ଷରେ ସାକ୍ଷ୍ୟ ଦେଲା; 12 ଯେହେତୁ ମୁଁ ଆର୍ତ୍ତନାଦକାରୀ ଦରିଦ୍ରକୁ, ମଧ୍ୟ ଅସହାୟ ପିତୃ ହୀନକୁ ଉଦ୍ଧାର କଲି । 13 ନଷ୍ଟକଳ୍ପ ଲୋକର କଲ୍ୟାଣ ମୋʼ ଉପରେ ବର୍ତ୍ତିଲା ଓ ମୁଁ ବିଧବାର ହୃଦୟକୁ ଆନନ୍ଦରେ ଗାନ କରାଇଲି । 14 ମୁଁ ଧର୍ମ ପରିଧାନ କଲି ଓ ତାହା ମୋତେ ପରିଧାନ କଲା; ମୋହର ଯାଥାର୍ଥିକତା ଆବରଣ-ବସ୍ତ୍ର ଓ ମୁକୁଟ ସ୍ଵରୂପ ଥିଲା । 15 ମୁଁ ଅନ୍ଧ ପ୍ରତି ଚକ୍ଷୁ ସ୍ଵରୂପ ଓ ଛୋଟା ପ୍ରତି ଚରଣ ସ୍ଵରୂପ ଥିଲି । 16 ମୁଁ ଦୀନହୀନ ପ୍ରତି ପିତା ସ୍ଵରୂପ ଥିଲି ଓ ମୋʼ ଅଜ୍ଞାତ ଲୋକର ଗୁହାରି ମୁଁ ତଦ; କଲି । 17 ଆଉ, ମୁଁ ଅଧାର୍ମିକର କଳପାଟି ଭାଙ୍ଗି ପକାଇଲି ଓ ତାହାର ଦନ୍ତରୁ ଶିକାର ଛଡ଼ାଇ ନେଲି । 18 ସେସମୟରେ ମୁଁ କହିଲି, ମୁଁ ଆପଣା ବସାରେ ମରିବି ଓ ମୁଁ ବାଲୁକା ପରି ଆପଣା ଦିନ ବୃଦ୍ଧି କରିବି; 19 ମୋହର ଚେର ଜଳ ପର୍ଯ୍ୟନ୍ତ ପ୍ରସାରିତ ହୋଇଅଛି ଓ ମୋହର ଶାଖା ଉପରେ ରାତ୍ରିଯାକ କାକର ଥାଏ; 20 ମୋହର ଗୌରବ ମୋʼଠାରେ ସତେଜ ଥାଏ ଓ ମୋʼ ଧନୁ ମୋʼ ହସ୍ତରେ ନୂତନୀକୃତ ହୁଏ । 21 ଲୋକମାନେ ମୋʼ ଆଡ଼େ କର୍ଣ୍ଣ ଦେଇ ଅପେକ୍ଷା କଲେ ଓ ମୋହର ପରାମର୍ଶ ପାଇଁ ନୀରବ ରହିଲେ । 22 ମୋʼ କଥା ଉତ୍ତାରେ ସେମାନେ ଆଉ କଥା କହିଲେ ନାହିଁ; ପୁଣି, ମୋʼ କଥା ସେମାନଙ୍କ ଉପରେ ଟୋପା ଟୋପା ହୋଇ ପଡ଼ିଲା । 23 ଆଉ, ଯେପରି ବୃଷ୍ଟି ପାଇଁ, ସେପରି ସେମାନେ ମୋʼ ପାଇଁ ଅପେକ୍ଷା କଲେ ଓ ଯେପରି ଶେଷବୃଷ୍ଟି ପାଇଁ, ସେପରି ସେମାନେ ଆପଣା ଆପଣା ମୁଖ ପ୍ରଶସ୍ତ କରି ମେଲା କଲେ । 24 ମୁଁ ସେମାନଙ୍କ ପ୍ରତି ହସିଲେ ସେମାନେ ବିଶ୍ଵାସ କଲେ ନାହିଁ ଓ ମୋʼ ମୁଖର ତେଜ ନିସ୍ତେଜ କଲେ ନାହିଁ । 25 ମୁଁ ସେମାନଙ୍କ ପଥ ମନୋନୀତ କରି ପ୍ରଧାନ ହୋଇ ବସିଲି ଓ ସୈନ୍ୟଦଳ ମଧ୍ୟରେ ରାଜା ପରି ଓ ଶୋକାର୍ତ୍ତମାନଙ୍କର ସାନ୍ତ୍ଵନାକାରୀ ପରି ବାସ କଲି ।
1 ଅନନ୍ତର ଆୟୁବ ପୁନର୍ବାର ଆପଣା ପ୍ରସଙ୍ଗ ଧରି କହିଲା, .::. 2 ଆହା, ମୁଁ ପୂର୍ବବର୍ତ୍ତୀ ମାସସବୁରେ, ପରମେଶ୍ଵର ମୋତେ ଜଗି ରଖିଥିବା ଦିନସମୂହରେ ଯେପରି ଥିଲି, ସେପରି ଯେବେ ଥାʼନ୍ତି; .::. 3 ସେତେବେଳେ ତାହାଙ୍କ ପ୍ରଦୀପ ମୋʼ ମସ୍ତକ ଉପରେ ଆଲୁଅ ଦେଲା ଓ ମୁଁ ତାହାଙ୍କ ଦୀପ୍ତିରେ ଅନ୍ଧକାର ଦେଇ ଗମନ କଲି; .::. 4 ମୁଁ ଉତ୍ତମ ଅବସ୍ଥାରେ ଥିଲି, ସେତେବେଳେ ମୋʼ ତମ୍ଵୁ ଉପରେ ପରମେଶ୍ଵରଙ୍କର ଗୁପ୍ତ ବିଷୟ ଥିଲା; .::. 5 ସେତେବେଳେ ସର୍ବଶକ୍ତିମାନ ମୋʼ ସଙ୍ଗରେ ଥିଲେ ଓ ମୋହର ସନ୍ତାନଗଣ ମୋʼ ଚତୁଃପାର୍ଶ୍ଵରେ ଥିଲେ; .::. 6 ସେତେବେଳେ ମୋହର ଚରଣ ଦୁଗ୍ଧରେ ଧୌତ ହେଲା ଓ ଶୈଳ ମୋʼ ପାଇଁ ତୈଳ-ନଦୀ ବହାଇଲା । .::. 7 ମୁଁ ନଗର-ଦ୍ଵାରକୁ ଯାଇ ଛକ-ସ୍ଥାନରେ ଆପଣା ଆସନ ପ୍ରସ୍ତୁତ କଲେ, .::. 8 ଯୁବା ଲୋକମାନେ ମୋତେ ଦେଖି ଲୁଚିଲେ ଓ ବୃଦ୍ଧ ଲୋକମାନେ ଉଠି ଠିଆ ହେଲେ । .::. 9 ଅଧିପତିମାନେ କଥାବାର୍ତ୍ତା କରିବାରୁ ନିବୃତ୍ତ ହେଲେ ଓ ଆପଣା ଆପଣା ମୁଖରେ ହାତ ଦେଲେ; .::. 10 କୁଳୀନମାନଙ୍କ ରବ ନିରସ୍ତ ହେଲା ଓ ସେମାନଙ୍କ ଜିହ୍ଵା ସେମାନଙ୍କ ମୁଖର ତାଳୁକାରେ ଲାଗି ରହିଲା । .::. 11 କାରଣ କର୍ଣ୍ଣ ମୋʼ କଥା ଶୁଣନ୍ତେ, ମୋତେ କଲ୍ୟାଣ କଲା ଓ ଚକ୍ଷୁ ମୋତେ ଦେଖନ୍ତେ, ମୋʼ ପକ୍ଷରେ ସାକ୍ଷ୍ୟ ଦେଲା; .::. 12 ଯେହେତୁ ମୁଁ ଆର୍ତ୍ତନାଦକାରୀ ଦରିଦ୍ରକୁ, ମଧ୍ୟ ଅସହାୟ ପିତୃ ହୀନକୁ ଉଦ୍ଧାର କଲି । .::. 13 ନଷ୍ଟକଳ୍ପ ଲୋକର କଲ୍ୟାଣ ମୋʼ ଉପରେ ବର୍ତ୍ତିଲା ଓ ମୁଁ ବିଧବାର ହୃଦୟକୁ ଆନନ୍ଦରେ ଗାନ କରାଇଲି । .::. 14 ମୁଁ ଧର୍ମ ପରିଧାନ କଲି ଓ ତାହା ମୋତେ ପରିଧାନ କଲା; ମୋହର ଯାଥାର୍ଥିକତା ଆବରଣ-ବସ୍ତ୍ର ଓ ମୁକୁଟ ସ୍ଵରୂପ ଥିଲା । .::. 15 ମୁଁ ଅନ୍ଧ ପ୍ରତି ଚକ୍ଷୁ ସ୍ଵରୂପ ଓ ଛୋଟା ପ୍ରତି ଚରଣ ସ୍ଵରୂପ ଥିଲି । .::. 16 ମୁଁ ଦୀନହୀନ ପ୍ରତି ପିତା ସ୍ଵରୂପ ଥିଲି ଓ ମୋʼ ଅଜ୍ଞାତ ଲୋକର ଗୁହାରି ମୁଁ ତଦ; କଲି । .::. 17 ଆଉ, ମୁଁ ଅଧାର୍ମିକର କଳପାଟି ଭାଙ୍ଗି ପକାଇଲି ଓ ତାହାର ଦନ୍ତରୁ ଶିକାର ଛଡ଼ାଇ ନେଲି । .::. 18 ସେସମୟରେ ମୁଁ କହିଲି, ମୁଁ ଆପଣା ବସାରେ ମରିବି ଓ ମୁଁ ବାଲୁକା ପରି ଆପଣା ଦିନ ବୃଦ୍ଧି କରିବି; .::. 19 ମୋହର ଚେର ଜଳ ପର୍ଯ୍ୟନ୍ତ ପ୍ରସାରିତ ହୋଇଅଛି ଓ ମୋହର ଶାଖା ଉପରେ ରାତ୍ରିଯାକ କାକର ଥାଏ; .::. 20 ମୋହର ଗୌରବ ମୋʼଠାରେ ସତେଜ ଥାଏ ଓ ମୋʼ ଧନୁ ମୋʼ ହସ୍ତରେ ନୂତନୀକୃତ ହୁଏ । .::. 21 ଲୋକମାନେ ମୋʼ ଆଡ଼େ କର୍ଣ୍ଣ ଦେଇ ଅପେକ୍ଷା କଲେ ଓ ମୋହର ପରାମର୍ଶ ପାଇଁ ନୀରବ ରହିଲେ । .::. 22 ମୋʼ କଥା ଉତ୍ତାରେ ସେମାନେ ଆଉ କଥା କହିଲେ ନାହିଁ; ପୁଣି, ମୋʼ କଥା ସେମାନଙ୍କ ଉପରେ ଟୋପା ଟୋପା ହୋଇ ପଡ଼ିଲା । .::. 23 ଆଉ, ଯେପରି ବୃଷ୍ଟି ପାଇଁ, ସେପରି ସେମାନେ ମୋʼ ପାଇଁ ଅପେକ୍ଷା କଲେ ଓ ଯେପରି ଶେଷବୃଷ୍ଟି ପାଇଁ, ସେପରି ସେମାନେ ଆପଣା ଆପଣା ମୁଖ ପ୍ରଶସ୍ତ କରି ମେଲା କଲେ । .::. 24 ମୁଁ ସେମାନଙ୍କ ପ୍ରତି ହସିଲେ ସେମାନେ ବିଶ୍ଵାସ କଲେ ନାହିଁ ଓ ମୋʼ ମୁଖର ତେଜ ନିସ୍ତେଜ କଲେ ନାହିଁ । .::. 25 ମୁଁ ସେମାନଙ୍କ ପଥ ମନୋନୀତ କରି ପ୍ରଧାନ ହୋଇ ବସିଲି ଓ ସୈନ୍ୟଦଳ ମଧ୍ୟରେ ରାଜା ପରି ଓ ଶୋକାର୍ତ୍ତମାନଙ୍କର ସାନ୍ତ୍ଵନାକାରୀ ପରି ବାସ କଲି । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
×

Alert

×

Oriya Letters Keypad References