ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ମାଥିଉଲିଖିତ ସୁସମାଚାର

ମାଥିଉଲିଖିତ ସୁସମାଚାର ଅଧ୍ୟାୟ 28

1 ବିଶ୍ରାମବାର ଶେଷ ହେଲା ଉତ୍ତାରେ ସପ୍ତାହର ପ୍ରଥମ ଦିବସର ପ୍ରତ୍ୟୁଷରେ ମଗ୍ଦଲିନୀ ମରୀୟମ ଓ ଅନ୍ୟ ମରୀୟମ ସମାଧି ଦେଖିବାକୁ ଆସିଲେ। 2 ଆଉ ଦେଖ, ମହା ଭୂମିକମ୍ପ ହେଲା, କାରଣ ପ୍ରଭୁଙ୍କର ଜଣେ ଦୂତ ସ୍ଵର୍ଗରୁ ଓହ୍ଲାଇ ଆସି ସେହି ପଥରଖଣ୍ତିକ ଗଡ଼ାଇଦେଇ ତାହା ଉପରେ ବସିଲେ । 3 ତାଙ୍କ ରୂପ ବିଜୁଳି ପରି ଓ ତାଙ୍କର ବସ୍ତ୍ର ହିମ ପରି ଶୁଭ୍ରବର୍ଣ୍ଣ ଥିଲା, 4 ପୁଣିତାଙ୍କ ଭୟରେ ପ୍ରହରୀମାନେ କମ୍ପମାନ ହୋଇ ମୃତବତ୍ ହେଲେ । 5 କିନ୍ତୁ ଦୂତ ସ୍ତ୍ରୀଲୋକମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଭୟ କର ନାହିଁ, କାରଣ ତୁମ୍ଭେମାନେ ଯେ କ୍ରୁଶରେ ହତ ଯୀଶୁଙ୍କର ଅନ୍ଵେଷଣ କରୁଅଛ, ତାହା ମୁଁ ଜାଣେ । 6 ସେ ଏଠାରେ ନାହାନ୍ତି, କାରଣ ସେ ଯେପରି କହିଥିଲେ, ସେହିପରି ଉଠିଅଛନ୍ତି। ଆସ, ସେ ଯେଉଁଠାରେ ଶୋଇଥିଲେ, ସେହି ସ୍ଥାନ ଦେଖ । 7 ଆଉ, ତୁମ୍ଭେମାନେ ଶୀଘ୍ର ଯାଇ ତାହାଙ୍କ ଶିଷ୍ୟମାନଙ୍କୁ କୁହ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ପୁଣି ଦେଖ, ସେ ତୁମ୍ଭମାନଙ୍କ ଆଗେ ଗାଲିଲୀକି ଯାଉଅଛନ୍ତି, ସେଠାରେ ତୁମ୍ଭେମାନେ ତାହାଙ୍କର ଦର୍ଶନ ପାଇବ; ଦେଖ, ମୁଁ ତୁମ୍ଭମାନଙ୍କୁ କହିଲି । 8 ଏଥିରେ ସେମାନେ ଭୟ ଓ ମହାନନ୍ଦରେ ସମାଧି ନିକଟରୁ ଶୀଘ୍ର ପ୍ରସ୍ଥାନ କରି ତାହାଙ୍କ ଶିଷ୍ୟମାନଙ୍କୁ ସମ୍ଵାଦ ଦେବା ନିମନ୍ତେ ଦୌଡ଼ିଲେ । 9 ଆଉ ଦେଖ, ଯୀଶୁ ସେମାନଙ୍କୁ ସାକ୍ଷାତ୍ କରି କହିଲେ, ତୁମ୍ଭମାନଙ୍କର ମଙ୍ଗଳ ହେଉ । ତହୁଁ ସେମାନେ ନିକଟକୁ ଆସି ତାହାଙ୍କ ପାଦ ଧରି ତାହାଙ୍କୁ ପ୍ରଣାମ କଲେ । 10 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଭୟ କର ନାହିଁ, ତୁମ୍ଭେମାନେ ଯାଇ ମୋହର ଭାଇମାନଙ୍କୁ ଜଣାଅ, ସେମାନେ ଗାଲିଲୀକି ଯାଆନ୍ତୁ; ସେଠାରେ ସେମାନେ ମୋହର ଦର୍ଶନ ପାଇବେ । 11 ସେମାନେ ଯାଉଥିବା ସମୟରେ, ଦେଖ, ପ୍ରହରୀଦଳ ମଧ୍ୟରୁ କେତେକ ଜଣ ନଗରକୁ ଯାଇ ସେହି ସମସ୍ତ ଘଟନାର ବିବରଣ ପ୍ରଧାନ ଯାଜକମାନଙ୍କୁ ଜଣାଇଲେ । 12 ସେମାନେ ପ୍ରାଚୀନବର୍ଗ ସହିତ ଏକତ୍ର ହୋଇ ମନ୍ତ୍ରଣା କଲା ଉତ୍ତାରେ ସେହି ସୈନ୍ୟମାନଙ୍କୁ ବହୁତ ଟଙ୍କା ଦେଇ କହିଲେ, 13 ତୁମ୍ଭେମାନେ କୁହ, ଆମ୍ଭେମାନେ ଶୋଇପଡ଼ିଥିବା ସମୟରେ ତାହାର ଶିଷ୍ୟମାନେ ରାତିରେ ଆସି ତାହାକୁ ଚୋରି କରି ନେଇଗଲେ । 14 ପୁଣି, ଏ କଥା ଯେବେ ଶାସନକର୍ତ୍ତାଙ୍କ କର୍ଣ୍ଣଗୋଚର ହୁଏ, ତାହାହେଲେ ଆମ୍ଭେମାନେ ତାଙ୍କୁ ବୁଝାଇ ତୁମ୍ଭମାନଙ୍କୁ ଚିନ୍ତାରୁ ମୁକ୍ତ କରିବା । 15 ସେଥିରେ ସେମାନେ ଟଙ୍କା ନେଇ ଯେପରି ଶିକ୍ଷା ପାଇଥିଲେ, ସେହିପରି କଲେ । ଏଣୁ ଏହି କଥା ଯିହୁଦୀମାନଙ୍କ ମଧ୍ୟରେ ବ୍ୟାପିଯାଇ ଆଜି ପର୍ଯ୍ୟନ୍ତ ପ୍ରଚଳିତ ଅଛି । 16 କିନ୍ତୁ ଏକାଦଶ ଶିଷ୍ୟ ଗାଲିଲୀକି ଯାଇ, ଯୀଶୁ ଯେଉଁ ପର୍ବତ ବିଷୟ ସେମାନଙ୍କୁ କହିଥିଲେ, ସେହି ପର୍ବତକୁ ଗଲେ । 17 ଆଉ, ସେମାନେ ତାହାଙ୍କୁ ଦେଖି ପ୍ରଣାମ କଲେ, ମାତ୍ର କେହି କେହି ସନ୍ଦେହ କଲେ । 18 ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, ସ୍ଵର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ପ୍ରଦତ୍ତ ହୋଇଅଛି । 19 ଅତଏବ, ତୁମ୍ଭେମାନେ ଯାଇ ସମସ୍ତ ଜାତିର ଲୋକଙ୍କୁ ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ବାପ୍ତିସ୍ମ ଦେଇ, 20 ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହିସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗା; ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି ।
1 ବିଶ୍ରାମବାର ଶେଷ ହେଲା ଉତ୍ତାରେ ସପ୍ତାହର ପ୍ରଥମ ଦିବସର ପ୍ରତ୍ୟୁଷରେ ମଗ୍ଦଲିନୀ ମରୀୟମ ଓ ଅନ୍ୟ ମରୀୟମ ସମାଧି ଦେଖିବାକୁ ଆସିଲେ। .::. 2 ଆଉ ଦେଖ, ମହା ଭୂମିକମ୍ପ ହେଲା, କାରଣ ପ୍ରଭୁଙ୍କର ଜଣେ ଦୂତ ସ୍ଵର୍ଗରୁ ଓହ୍ଲାଇ ଆସି ସେହି ପଥରଖଣ୍ତିକ ଗଡ଼ାଇଦେଇ ତାହା ଉପରେ ବସିଲେ । .::. 3 ତାଙ୍କ ରୂପ ବିଜୁଳି ପରି ଓ ତାଙ୍କର ବସ୍ତ୍ର ହିମ ପରି ଶୁଭ୍ରବର୍ଣ୍ଣ ଥିଲା, .::. 4 ପୁଣିତାଙ୍କ ଭୟରେ ପ୍ରହରୀମାନେ କମ୍ପମାନ ହୋଇ ମୃତବତ୍ ହେଲେ । .::. 5 କିନ୍ତୁ ଦୂତ ସ୍ତ୍ରୀଲୋକମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଭୟ କର ନାହିଁ, କାରଣ ତୁମ୍ଭେମାନେ ଯେ କ୍ରୁଶରେ ହତ ଯୀଶୁଙ୍କର ଅନ୍ଵେଷଣ କରୁଅଛ, ତାହା ମୁଁ ଜାଣେ । .::. 6 ସେ ଏଠାରେ ନାହାନ୍ତି, କାରଣ ସେ ଯେପରି କହିଥିଲେ, ସେହିପରି ଉଠିଅଛନ୍ତି। ଆସ, ସେ ଯେଉଁଠାରେ ଶୋଇଥିଲେ, ସେହି ସ୍ଥାନ ଦେଖ । .::. 7 ଆଉ, ତୁମ୍ଭେମାନେ ଶୀଘ୍ର ଯାଇ ତାହାଙ୍କ ଶିଷ୍ୟମାନଙ୍କୁ କୁହ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ପୁଣି ଦେଖ, ସେ ତୁମ୍ଭମାନଙ୍କ ଆଗେ ଗାଲିଲୀକି ଯାଉଅଛନ୍ତି, ସେଠାରେ ତୁମ୍ଭେମାନେ ତାହାଙ୍କର ଦର୍ଶନ ପାଇବ; ଦେଖ, ମୁଁ ତୁମ୍ଭମାନଙ୍କୁ କହିଲି । .::. 8 ଏଥିରେ ସେମାନେ ଭୟ ଓ ମହାନନ୍ଦରେ ସମାଧି ନିକଟରୁ ଶୀଘ୍ର ପ୍ରସ୍ଥାନ କରି ତାହାଙ୍କ ଶିଷ୍ୟମାନଙ୍କୁ ସମ୍ଵାଦ ଦେବା ନିମନ୍ତେ ଦୌଡ଼ିଲେ । .::. 9 ଆଉ ଦେଖ, ଯୀଶୁ ସେମାନଙ୍କୁ ସାକ୍ଷାତ୍ କରି କହିଲେ, ତୁମ୍ଭମାନଙ୍କର ମଙ୍ଗଳ ହେଉ । ତହୁଁ ସେମାନେ ନିକଟକୁ ଆସି ତାହାଙ୍କ ପାଦ ଧରି ତାହାଙ୍କୁ ପ୍ରଣାମ କଲେ । .::. 10 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଭୟ କର ନାହିଁ, ତୁମ୍ଭେମାନେ ଯାଇ ମୋହର ଭାଇମାନଙ୍କୁ ଜଣାଅ, ସେମାନେ ଗାଲିଲୀକି ଯାଆନ୍ତୁ; ସେଠାରେ ସେମାନେ ମୋହର ଦର୍ଶନ ପାଇବେ । .::. 11 ସେମାନେ ଯାଉଥିବା ସମୟରେ, ଦେଖ, ପ୍ରହରୀଦଳ ମଧ୍ୟରୁ କେତେକ ଜଣ ନଗରକୁ ଯାଇ ସେହି ସମସ୍ତ ଘଟନାର ବିବରଣ ପ୍ରଧାନ ଯାଜକମାନଙ୍କୁ ଜଣାଇଲେ । .::. 12 ସେମାନେ ପ୍ରାଚୀନବର୍ଗ ସହିତ ଏକତ୍ର ହୋଇ ମନ୍ତ୍ରଣା କଲା ଉତ୍ତାରେ ସେହି ସୈନ୍ୟମାନଙ୍କୁ ବହୁତ ଟଙ୍କା ଦେଇ କହିଲେ, .::. 13 ତୁମ୍ଭେମାନେ କୁହ, ଆମ୍ଭେମାନେ ଶୋଇପଡ଼ିଥିବା ସମୟରେ ତାହାର ଶିଷ୍ୟମାନେ ରାତିରେ ଆସି ତାହାକୁ ଚୋରି କରି ନେଇଗଲେ । .::. 14 ପୁଣି, ଏ କଥା ଯେବେ ଶାସନକର୍ତ୍ତାଙ୍କ କର୍ଣ୍ଣଗୋଚର ହୁଏ, ତାହାହେଲେ ଆମ୍ଭେମାନେ ତାଙ୍କୁ ବୁଝାଇ ତୁମ୍ଭମାନଙ୍କୁ ଚିନ୍ତାରୁ ମୁକ୍ତ କରିବା । .::. 15 ସେଥିରେ ସେମାନେ ଟଙ୍କା ନେଇ ଯେପରି ଶିକ୍ଷା ପାଇଥିଲେ, ସେହିପରି କଲେ । ଏଣୁ ଏହି କଥା ଯିହୁଦୀମାନଙ୍କ ମଧ୍ୟରେ ବ୍ୟାପିଯାଇ ଆଜି ପର୍ଯ୍ୟନ୍ତ ପ୍ରଚଳିତ ଅଛି । .::. 16 କିନ୍ତୁ ଏକାଦଶ ଶିଷ୍ୟ ଗାଲିଲୀକି ଯାଇ, ଯୀଶୁ ଯେଉଁ ପର୍ବତ ବିଷୟ ସେମାନଙ୍କୁ କହିଥିଲେ, ସେହି ପର୍ବତକୁ ଗଲେ । .::. 17 ଆଉ, ସେମାନେ ତାହାଙ୍କୁ ଦେଖି ପ୍ରଣାମ କଲେ, ମାତ୍ର କେହି କେହି ସନ୍ଦେହ କଲେ । .::. 18 ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, ସ୍ଵର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ପ୍ରଦତ୍ତ ହୋଇଅଛି । .::. 19 ଅତଏବ, ତୁମ୍ଭେମାନେ ଯାଇ ସମସ୍ତ ଜାତିର ଲୋକଙ୍କୁ ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ବାପ୍ତିସ୍ମ ଦେଇ, .::. 20 ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହିସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗା; ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି । .::.
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 1  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 2  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 3  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 4  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 5  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 6  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 7  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 8  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 9  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 10  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 11  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 12  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 13  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 14  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 15  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 16  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 17  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 18  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 19  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 20  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 21  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 22  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 23  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 24  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 25  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 26  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 27  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 28  
×

Alert

×

Oriya Letters Keypad References