ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ମୀଖା

ମୀଖା ଅଧ୍ୟାୟ 6

1 ସଦାପ୍ରଭୁ ଯାହା କହନ୍ତି, ତାହା ତୁମ୍ଭେମାନେ ଏବେ ଶୁଣ; ତୁମ୍ଭେ ଉଠ, ପର୍ବତଗଣର ସମ୍ମୁଖରେ ବିବାଦ କର ଓ ଉପପର୍ବତଗଣ ତୁମ୍ଭର ରବ ଶୁଣନ୍ତୁ । 2 ହେ ପର୍ବତଗଣ, ହେ ପୃଥିବୀର ଅଟଳ ଭିତ୍ତିମୂଳ-ସକଳ, ତୁମ୍ଭେମାନେ ସଦାପ୍ରଭୁଙ୍କର ବିବାଦବାକ୍ୟ ଶୁଣ; କାରଣ ଆପଣା ଲୋକମାନଙ୍କ ସହିତ ସଦାପ୍ରଭୁଙ୍କର ବିବାଦ ଅଛି ଓ ସେ ଇସ୍ରାଏଲ ସହିତ ବାଦାନୁବାଦ କରିବେ । 3 ହେ ଆମ୍ଭର ଲୋକ, ତୁମ୍ଭ ପ୍ରତି ଆମ୍ଭେ କʼଣ କରିଅଛୁ? ଓ କାହିଁରେ ଆମ୍ଭେ ତୁମ୍ଭକୁ କ୍ଳା; କରିଅଛୁ? ଆମ୍ଭ ପ୍ରତିକୂଳରେ ସାକ୍ଷ୍ୟ ଦିଅ । 4 ଆମ୍ଭେ ତ ମିସର ଦେଶରୁ ତୁମ୍ଭକୁ ବାହାର କରି ଆଣିଲୁ ଓ ଦାସଗୃହରୁ ତୁମ୍ଭକୁ ମୁକ୍ତ କଲୁ; ଆଉ, ତୁମ୍ଭର ଅଗ୍ରସର ହେବା ପାଇଁ ମୋଶା, ହାରୋଣ ଓ ମରୀୟମକୁ ପଠାଇଲୁ । 5 ହେ ଆମ୍ଭର ଲୋକେ, ମୋୟାବର ରାଜା ବାଲାକ୍ କି ମନ୍ତ୍ରଣା କରିଥିଲା ଓ ବୀୟୋରର ପୁତ୍ର ବିଲୀୟମ୍ ତାହାକୁ କି ଉତ୍ତର ଦେଇଥିଲା, ତାହା ଏବେ ସ୍ମରଣ କର; ଶିଟୀମଠାରୁ ଗିଲ୍ଗଲ୍ ପର୍ଯ୍ୟନ୍ତ ସ୍ମରଣ କର, ତହିଁରେ ତୁମ୍ଭେମାନେ ସଦାପ୍ରଭୁଙ୍କର ନ୍ୟାୟ କର୍ମସକଳ ଜ୍ଞାତ ହୋଇ ପାରିବ । 6 ଆମ୍ଭେ କଅଣ ଘେନି ସଦାପ୍ରଭୁଙ୍କ ସମ୍ମୁଖକୁ ଆସିବା ଓ ଊର୍ଦ୍ଧ୍ଵସ୍ଥ ପରମେଶ୍ଵରଙ୍କ ସମ୍ମୁଖରେ ପ୍ରଣାମ କରିବା? ଆମ୍ଭେ କି ହୋମବଳି ରୂପେ ଏକ ବର୍ଷୀୟ ଗୋବତ୍ସମାନ ନେଇ ତାହାଙ୍କ ସମ୍ମୁଖକୁ ଆସିବା? 7 ସହସ୍ର ସହସ୍ର ମେଷରେ ଅବା ଅୟୁତ ଅୟୁତ ତୈଳର ନଦୀରେ ସଦାପ୍ରଭୁ କି ପ୍ରସନ୍ନ ହେବେ? ଆମ୍ଭେ ଆପଣା ଆଜ୍ଞାଲଙ୍ଘନ ସକାଶେ କି ଆପଣା ପ୍ରଥମଜାତକୁ, ଆମ୍ଭ ପ୍ରାଣର ପାପ ସକାଶେ କି ଆପଣା ଶରୀରର ଫଳ ଦାନ କରିବା? 8 ହେ ମନୁଷ୍ୟ, ଯାହା ଉତ୍ତମ, ତାହା ସେ ତୁମ୍ଭକୁ ଜଣାଇଅଛନ୍ତି; ନ୍ୟାୟାଚରଣ, ଦୟା ଭଲ ପାଇବା ଓ ନମ୍ର ଭାବରେ ତୁମ୍ଭ ପରମେଶ୍ଵରଙ୍କ ସହିତ ଗମନାଗମନ କରିବାର, ଏହାଛଡ଼ା ସଦାପ୍ରଭୁ ତୁମ୍ଭଠାରୁ ଆଉ କଅଣ ଚାହାନ୍ତି? 9 ସଦାପ୍ରଭୁଙ୍କ ରବ ନଗର ପ୍ରତି ଘୋଷଣା କରୁଅଛି ଓ ଜ୍ଞାନବାନ ମନୁଷ୍ୟ ତୁମ୍ଭର ନାମ ଦେଖିବ । ତୁମ୍ଭେମାନେ ଦଣ୍ତ ଓ ତନ୍ନିରୂପଣକାରୀଙ୍କୁ ମାନ । 10 ଦୁଷ୍ଟର ଗୃହରେ କି ଏବେ ହେଁ ଦୁଷ୍ଟତାର ଭଣ୍ତାର ଓ ଘୃଣାଯୋଗ୍ୟ ସାନ ଐଫା ଅଛି? 11 ଆମ୍ଭେ କି ଦୁଷ୍ଟତାର ନିକ୍ତିରେ ଓ ଛଳନାରୂପ ବଟଖରାର ଥଳୀରେ ନିର୍ଦ୍ଦୋଷ ହେବା? 12 ସେସ୍ଥାନର ଧନୀ ଲୋକମାନେ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଅଛନ୍ତି ଓ ତହିଁର ନିବାସୀଗଣ ମିଥ୍ୟା କହିଅଛନ୍ତି, ପୁଣି ସେମାନଙ୍କ ମୁଖ ମଧ୍ୟରେ ସେମାନଙ୍କ ଜିହ୍ଵା ପ୍ରବଞ୍ଚକ । 13 ଏଥିପାଇଁ ଆମ୍ଭେ ମଧ୍ୟ ବେଦନାଯୁକ୍ତ କ୍ଷତରେ ତୁମ୍ଭକୁ ପ୍ରହାର କରିଅଛୁ; ଆମ୍ଭେ ତୁମ୍ଭର ସମସ୍ତ ପାପ ସକାଶୁ ତୁମ୍ଭକୁ ଉଚ୍ଛିନ୍ନ କରିଅଛୁ । 14 ତୁମ୍ଭେ ଭୋଜନ କରିବ, ମାତ୍ର ତୃପ୍ତ ନୋହିବ ଓ ତୁମ୍ଭ ମଧ୍ୟରେ ତୁମ୍ଭର କ୍ଷୀଣତା ରହିବ; ତୁମ୍ଭେ ସ୍ଥାନାନ୍ତର କରିବ, ମାତ୍ର ନିରାପଦରେ ବହି ନେଇ ପାରିବ ନାହିଁ ଓ ଯାହା ତୁମ୍ଭେ ବହି ନେବ, ତାହା ଆମ୍ଭେ ଖଡ଼୍‍ଗକୁ ଦେବା । 15 ତୁମ୍ଭେ ବୁଣିବ, ମାତ୍ର କାଟିବ ନାହିଁ; ତୁମ୍ଭେ ଜୀତ ଫଳ ପେଷିବ, ମାତ୍ର ଆପଣା ଦେହରେ ତୈଳ ମର୍ଦ୍ଦନ କରିବ ନାହିଁ; ଦ୍ରାକ୍ଷାଫଳ ପେଷିବ, ମାତ୍ର ଦ୍ରାକ୍ଷାରସ ପାନ କରିବ ନାହିଁ । 16 କାରଣ ଅମ୍ରିର ବିଧି ଓ ଆହାବ-ବଂଶର କ୍ରିୟାସକଳ ପାଳନ କରା ଯାଉଅଛି ଓ ତୁମ୍ଭେମାନେ ସେମାନଙ୍କ ପରାମର୍ଶରେ ଚାଲୁଅଛ; ତହିଁ ସକାଶୁ ଆମ୍ଭେ ତୁମ୍ଭକୁ ଉତ୍ସନ୍ନ (ସ୍ଥାନ) କରିବା ଓ ତହିଁର ନିବାସୀମାନଙ୍କୁ ଶୀସ୍ ଶଦ୍ଦର ବିଷୟ କରିବା; ଆଉ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ଅପମାନର ଭାର ବହିବ ।
1 ସଦାପ୍ରଭୁ ଯାହା କହନ୍ତି, ତାହା ତୁମ୍ଭେମାନେ ଏବେ ଶୁଣ; ତୁମ୍ଭେ ଉଠ, ପର୍ବତଗଣର ସମ୍ମୁଖରେ ବିବାଦ କର ଓ ଉପପର୍ବତଗଣ ତୁମ୍ଭର ରବ ଶୁଣନ୍ତୁ । .::. 2 ହେ ପର୍ବତଗଣ, ହେ ପୃଥିବୀର ଅଟଳ ଭିତ୍ତିମୂଳ-ସକଳ, ତୁମ୍ଭେମାନେ ସଦାପ୍ରଭୁଙ୍କର ବିବାଦବାକ୍ୟ ଶୁଣ; କାରଣ ଆପଣା ଲୋକମାନଙ୍କ ସହିତ ସଦାପ୍ରଭୁଙ୍କର ବିବାଦ ଅଛି ଓ ସେ ଇସ୍ରାଏଲ ସହିତ ବାଦାନୁବାଦ କରିବେ । .::. 3 ହେ ଆମ୍ଭର ଲୋକ, ତୁମ୍ଭ ପ୍ରତି ଆମ୍ଭେ କʼଣ କରିଅଛୁ? ଓ କାହିଁରେ ଆମ୍ଭେ ତୁମ୍ଭକୁ କ୍ଳା; କରିଅଛୁ? ଆମ୍ଭ ପ୍ରତିକୂଳରେ ସାକ୍ଷ୍ୟ ଦିଅ । .::. 4 ଆମ୍ଭେ ତ ମିସର ଦେଶରୁ ତୁମ୍ଭକୁ ବାହାର କରି ଆଣିଲୁ ଓ ଦାସଗୃହରୁ ତୁମ୍ଭକୁ ମୁକ୍ତ କଲୁ; ଆଉ, ତୁମ୍ଭର ଅଗ୍ରସର ହେବା ପାଇଁ ମୋଶା, ହାରୋଣ ଓ ମରୀୟମକୁ ପଠାଇଲୁ । .::. 5 ହେ ଆମ୍ଭର ଲୋକେ, ମୋୟାବର ରାଜା ବାଲାକ୍ କି ମନ୍ତ୍ରଣା କରିଥିଲା ଓ ବୀୟୋରର ପୁତ୍ର ବିଲୀୟମ୍ ତାହାକୁ କି ଉତ୍ତର ଦେଇଥିଲା, ତାହା ଏବେ ସ୍ମରଣ କର; ଶିଟୀମଠାରୁ ଗିଲ୍ଗଲ୍ ପର୍ଯ୍ୟନ୍ତ ସ୍ମରଣ କର, ତହିଁରେ ତୁମ୍ଭେମାନେ ସଦାପ୍ରଭୁଙ୍କର ନ୍ୟାୟ କର୍ମସକଳ ଜ୍ଞାତ ହୋଇ ପାରିବ । .::. 6 ଆମ୍ଭେ କଅଣ ଘେନି ସଦାପ୍ରଭୁଙ୍କ ସମ୍ମୁଖକୁ ଆସିବା ଓ ଊର୍ଦ୍ଧ୍ଵସ୍ଥ ପରମେଶ୍ଵରଙ୍କ ସମ୍ମୁଖରେ ପ୍ରଣାମ କରିବା? ଆମ୍ଭେ କି ହୋମବଳି ରୂପେ ଏକ ବର୍ଷୀୟ ଗୋବତ୍ସମାନ ନେଇ ତାହାଙ୍କ ସମ୍ମୁଖକୁ ଆସିବା? .::. 7 ସହସ୍ର ସହସ୍ର ମେଷରେ ଅବା ଅୟୁତ ଅୟୁତ ତୈଳର ନଦୀରେ ସଦାପ୍ରଭୁ କି ପ୍ରସନ୍ନ ହେବେ? ଆମ୍ଭେ ଆପଣା ଆଜ୍ଞାଲଙ୍ଘନ ସକାଶେ କି ଆପଣା ପ୍ରଥମଜାତକୁ, ଆମ୍ଭ ପ୍ରାଣର ପାପ ସକାଶେ କି ଆପଣା ଶରୀରର ଫଳ ଦାନ କରିବା? .::. 8 ହେ ମନୁଷ୍ୟ, ଯାହା ଉତ୍ତମ, ତାହା ସେ ତୁମ୍ଭକୁ ଜଣାଇଅଛନ୍ତି; ନ୍ୟାୟାଚରଣ, ଦୟା ଭଲ ପାଇବା ଓ ନମ୍ର ଭାବରେ ତୁମ୍ଭ ପରମେଶ୍ଵରଙ୍କ ସହିତ ଗମନାଗମନ କରିବାର, ଏହାଛଡ଼ା ସଦାପ୍ରଭୁ ତୁମ୍ଭଠାରୁ ଆଉ କଅଣ ଚାହାନ୍ତି? .::. 9 ସଦାପ୍ରଭୁଙ୍କ ରବ ନଗର ପ୍ରତି ଘୋଷଣା କରୁଅଛି ଓ ଜ୍ଞାନବାନ ମନୁଷ୍ୟ ତୁମ୍ଭର ନାମ ଦେଖିବ । ତୁମ୍ଭେମାନେ ଦଣ୍ତ ଓ ତନ୍ନିରୂପଣକାରୀଙ୍କୁ ମାନ । .::. 10 ଦୁଷ୍ଟର ଗୃହରେ କି ଏବେ ହେଁ ଦୁଷ୍ଟତାର ଭଣ୍ତାର ଓ ଘୃଣାଯୋଗ୍ୟ ସାନ ଐଫା ଅଛି? .::. 11 ଆମ୍ଭେ କି ଦୁଷ୍ଟତାର ନିକ୍ତିରେ ଓ ଛଳନାରୂପ ବଟଖରାର ଥଳୀରେ ନିର୍ଦ୍ଦୋଷ ହେବା? .::. 12 ସେସ୍ଥାନର ଧନୀ ଲୋକମାନେ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଅଛନ୍ତି ଓ ତହିଁର ନିବାସୀଗଣ ମିଥ୍ୟା କହିଅଛନ୍ତି, ପୁଣି ସେମାନଙ୍କ ମୁଖ ମଧ୍ୟରେ ସେମାନଙ୍କ ଜିହ୍ଵା ପ୍ରବଞ୍ଚକ । .::. 13 ଏଥିପାଇଁ ଆମ୍ଭେ ମଧ୍ୟ ବେଦନାଯୁକ୍ତ କ୍ଷତରେ ତୁମ୍ଭକୁ ପ୍ରହାର କରିଅଛୁ; ଆମ୍ଭେ ତୁମ୍ଭର ସମସ୍ତ ପାପ ସକାଶୁ ତୁମ୍ଭକୁ ଉଚ୍ଛିନ୍ନ କରିଅଛୁ । .::. 14 ତୁମ୍ଭେ ଭୋଜନ କରିବ, ମାତ୍ର ତୃପ୍ତ ନୋହିବ ଓ ତୁମ୍ଭ ମଧ୍ୟରେ ତୁମ୍ଭର କ୍ଷୀଣତା ରହିବ; ତୁମ୍ଭେ ସ୍ଥାନାନ୍ତର କରିବ, ମାତ୍ର ନିରାପଦରେ ବହି ନେଇ ପାରିବ ନାହିଁ ଓ ଯାହା ତୁମ୍ଭେ ବହି ନେବ, ତାହା ଆମ୍ଭେ ଖଡ଼୍‍ଗକୁ ଦେବା । .::. 15 ତୁମ୍ଭେ ବୁଣିବ, ମାତ୍ର କାଟିବ ନାହିଁ; ତୁମ୍ଭେ ଜୀତ ଫଳ ପେଷିବ, ମାତ୍ର ଆପଣା ଦେହରେ ତୈଳ ମର୍ଦ୍ଦନ କରିବ ନାହିଁ; ଦ୍ରାକ୍ଷାଫଳ ପେଷିବ, ମାତ୍ର ଦ୍ରାକ୍ଷାରସ ପାନ କରିବ ନାହିଁ । .::. 16 କାରଣ ଅମ୍ରିର ବିଧି ଓ ଆହାବ-ବଂଶର କ୍ରିୟାସକଳ ପାଳନ କରା ଯାଉଅଛି ଓ ତୁମ୍ଭେମାନେ ସେମାନଙ୍କ ପରାମର୍ଶରେ ଚାଲୁଅଛ; ତହିଁ ସକାଶୁ ଆମ୍ଭେ ତୁମ୍ଭକୁ ଉତ୍ସନ୍ନ (ସ୍ଥାନ) କରିବା ଓ ତହିଁର ନିବାସୀମାନଙ୍କୁ ଶୀସ୍ ଶଦ୍ଦର ବିଷୟ କରିବା; ଆଉ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ଅପମାନର ଭାର ବହିବ । .::.
  • ମୀଖା ଅଧ୍ୟାୟ 1  
  • ମୀଖା ଅଧ୍ୟାୟ 2  
  • ମୀଖା ଅଧ୍ୟାୟ 3  
  • ମୀଖା ଅଧ୍ୟାୟ 4  
  • ମୀଖା ଅଧ୍ୟାୟ 5  
  • ମୀଖା ଅଧ୍ୟାୟ 6  
  • ମୀଖା ଅଧ୍ୟାୟ 7  
×

Alert

×

Oriya Letters Keypad References