ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ହିତୋପଦେଶ

ହିତୋପଦେଶ ଅଧ୍ୟାୟ 22

1 ବହୁତ ଧନ ଅପେକ୍ଷା ସୁନାମ ମନୋନୀତ ହେବା ଯୋଗ୍ୟ, ପୁଣି ରୂପା ଓ ସୁନା ଅପେକ୍ଷା ସ୍ନେହସୂଚକ ଅନୁଗ୍ରହ ଉତ୍ତମ । 2 ଧନବାନ ଓ ଦରିଦ୍ର ଏକତ୍ର ମିଳନ୍ତି; ସଦାପ୍ରଭୁ ସେସମସ୍ତଙ୍କର ସୃଷ୍ଟିକର୍ତ୍ତା । 3 ଚତୁର ଲୋକ ବିପଦ ଦେଖି ଆପଣାକୁ ଲୁଚାଏ; ମାତ୍ର ଅବୋଧ ଲୋକମାନେ ଆଗ ବଢ଼ି ଶାସ୍ତି ପାଆନ୍ତି । 4 ନମ୍ରତାର ଓ ସଦାପ୍ରଭୁଙ୍କ ବିଷୟକ ଭୟର ପୁରସ୍କାର ଧନ ଓ ସମ୍ମାନ ଓ ଜୀବନ ଅଟେ । 5 କୁଟିଳ ଲୋକମାନଙ୍କ ପଥରେ କଣ୍ଟା ଓ ଫାନ୍ଦ ଥାଏ; ଯେ ଆପଣା ପ୍ରାଣ ରକ୍ଷା କରେ, ସେ ସେସବୁରୁ ଦୂରରେ ରହିବ । 6 ବାଳକର ଗନ୍ତବ୍ୟ ପଥରେ ତାହାକୁ ଶିକ୍ଷିତ କରାଅ; ତେଣୁ ସେ ବୃଦ୍ଧ ହେଲେ ହେଁ ତହିଁରୁ ବିମୁଖ ହେବ ନାହିଁ । 7 ଧନବାନ ଦରିଦ୍ର ଉପରେ କର୍ତ୍ତୃତ୍ଵ କରେ, ପୁଣି ଋଣୀ ମହାଜନର ଦାସ ହୁଏ । 8 ଯେ ଅଧର୍ମ (ବୀଜ) ବୁଣେ, ସେ ବିପଦରୂପ ଶସ୍ୟ କାଟିବ ଓ ତାହାର କୋପରୂପ ଦଣ୍ତ ଲୁପ୍ତ ହେବ । 9 ଯାହାର ଦୟାଳୁ ଦୃଷ୍ଟି, ସେ ଆଶିଷ ପାଇବ; ଯେହେତୁ ସେ ଆପଣା ଆହାରରୁ ଦୀନହୀନକୁ ବିତରଣ କରେ। 10 ନିନ୍ଦକକୁ ବାହାର କରି ଦିଅ, ତହିଁରେ କଳି ବାହାରି ଯିବ; ପୁଣି, ବିରୋଧ ଓ ଅପମାନ ନିବୃତ୍ତ ହେବ । 11 ଯେଉଁ ଲୋକ ହୃଦୟର ଶୁଚିତା ଭଲ ପାଏ, ଯାହାର ଓଷ୍ଠ ଅନୁଗ୍ରହଯୁକ୍ତ, ରାଜା ତାହାର ବନ୍ଧୁ ହେବ । 12 ସଦାପ୍ରଭୁଙ୍କ ଚକ୍ଷୁ ଜ୍ଞାନପ୍ରାପ୍ତ ଲୋକକୁ ରକ୍ଷା କରେ; ମାତ୍ର ବିଶ୍ଵାସଘାତକର କଥା ସେ ଓଲଟାଇ ପକାନ୍ତି । 13 ଅଳସ ଲୋକ କହେ, ବାହାରେ ସିଂହ ଅଛି; ମୁଁ ସଡ଼କରେ ହତ ହେବି । 14 ପର-ସ୍ତ୍ରୀର ମୁଖ ଗଭୀର ଖାତ, ସଦାପ୍ରଭୁଙ୍କ ଘୃଣିତ ଲୋକ ତହିଁରେ ପଡ଼ିବ । 15 ପିଲାର ମନରେ ଅଜ୍ଞାନତା ବନ୍ଦ ଥାଏ, ପୁଣି ଶାସନବାଡ଼ି ତାହା ବାହାର କରି ତାହାଠାରୁ ଦୂର କରି ଦିଏ । 16 ଯେଉଁ ଲୋକ ଆପଣା ଧନ ବଢ଼ାଇବା ପାଇଁ ଦରିଦ୍ର ପ୍ରତି ଉପଦ୍ରବ କରେ; ପୁଣି, ଯେ ଧନୀକି ଦାନ କରେ, ତାହାକୁ କେବଳ ଅଭାବ ଘଟିବ । 17 ତୁମ୍ଭେ ଆପଣା କର୍ଣ୍ଣ ଡେରି ଜ୍ଞାନବାନମାନଙ୍କ କଥା ଶୁଣ; ପୁଣି, ମୋʼ ବିଦ୍ୟାରେ ଆପଣା ମନ ଲଗାଅ । 18 ଯେହେତୁ ତୁମ୍ଭେ ତାହା ହୃଦୟରେ ରଖିଲେ ଓ ତୁମ୍ଭ ଓଷ୍ଠାଧର ସଙ୍ଗେ ତାହା ଏକତ୍ର ସଂଯୁକ୍ତ ହେଲେ, ଆହ୍ଲାଦଜନକ ହେବ । 19 ସଦାପ୍ରଭୁଙ୍କଠାରେ ଯେପରି ତୁମ୍ଭର ନିର୍ଭର ରହିବ, ଏଥିପାଇଁ ମୁଁ ଆଜି ତୁମ୍ଭକୁ, ବିଶେଷ ରୂପେ ତୁମ୍ଭକୁ ଏହିସବୁ କଥା ଜଣାଇଲି । 20 ତୁମ୍ଭକୁ ସତ୍ୟତାରୂପ ବାକ୍ୟର ନିଶ୍ଚୟତା ଜଣାଇବାକୁ, ପୁଣି ଯେଉଁମାନେ ତୁମ୍ଭକୁ ପଠାନ୍ତି, 21 ତୁମ୍ଭେ ଯେପରି ସେମାନଙ୍କୁ ସତ୍ୟ ଉତ୍ତର ଦେଇପାର, ଏଥିପାଇଁ ମୁଁ କʼଣ ତୁମ୍ଭ ପ୍ରତି ଯୁକ୍ତିରେ ଓ ବିଦ୍ୟାରେ ଉତ୍କୃଷ୍ଟ ବାକ୍ୟ ଲେଖି ନାହିଁ? 22 ଦୀନହୀନକୁ ଦୀନହୀନ ଜାଣି ତାହାର ଦ୍ରବ୍ୟ ହରଣ କର ନାହିଁ, ପୁଣି ନଗର-ଦ୍ଵାରରେ ଦୁଃଖୀ ପ୍ରତି ଉପଦ୍ରବ କର ନାହିଁ । 23 ଯେହେତୁ ସଦାପ୍ରଭୁ ସେମାନଙ୍କ ପକ୍ଷରେ ପ୍ରତିବାଦ କରିବେ, ପୁଣି ଯେଉଁମାନେ ସେମାନଙ୍କ ଦ୍ରବ୍ୟ ଅପହରଣ କରିବେ, ସେ ସେମାନଙ୍କର ପ୍ରାଣ ଅପହରଣ କରିବେ । 24 ରାଗଶୀଳ ଲୋକ ସଙ୍ଗରେ ମିତ୍ରତା କର ନାହିଁ, ପୁଣି କ୍ରୋଧୀ ଲୋକ ସହିତ ଗମନ କର ନାହିଁ; 25 କଲେ, ତୁମ୍ଭେ ଅବା ତାହାର ବାଟ ଶିକ୍ଷା କରି ଆପଣା ପ୍ରାଣ ପାଇଁ ଫାନ୍ଦ ପ୍ରସ୍ତୁତ କରିବ । 26 ଯେଉଁମାନେ ହାତରେ ତାଳି ଦିଅନ୍ତି ଅବା ଋଣୀର ଲଗା ହୁଅନ୍ତି, ସେମାନଙ୍କ ମଧ୍ୟରେ ତୁମ୍ଭେ ଜଣେ ହୁଅ ନାହିଁ । 27 ଯେବେ ପରିଶୋଧ କରିବାକୁ ତୁମ୍ଭର କିଛି ନ ଥାଏ, ତେବେ ସେ କାହିଁକି ତୁମ୍ଭ ତଳରୁ ତୁମ୍ଭର ଶଯ୍ୟା ନେଇଯିବ? 28 ତୁମ୍ଭର ପିତୃଲୋକମାନେ ଯେଉଁ ପୁରାତନ ସୀମା ସ୍ଥାପନ କରିଅଛନ୍ତି, ତାହା ଘୁଞ୍ଚାଅ ନାହିଁ । 29 ତୁମ୍ଭେ କି କୌଣସି ଲୋକକୁ ଆପଣା ବ୍ୟବସାୟରେ ତତ୍ପର ଦେଖୁଅଛ? ସେ ରାଜାମାନଙ୍କ ସମ୍ମୁଖରେ ଠିଆ ହେବ । ସେ ନୀଚ ଲୋକଙ୍କ ଆଗରେ ଠିଆ ହେବ ନାହିଁ ।
1 ବହୁତ ଧନ ଅପେକ୍ଷା ସୁନାମ ମନୋନୀତ ହେବା ଯୋଗ୍ୟ, ପୁଣି ରୂପା ଓ ସୁନା ଅପେକ୍ଷା ସ୍ନେହସୂଚକ ଅନୁଗ୍ରହ ଉତ୍ତମ । .::. 2 ଧନବାନ ଓ ଦରିଦ୍ର ଏକତ୍ର ମିଳନ୍ତି; ସଦାପ୍ରଭୁ ସେସମସ୍ତଙ୍କର ସୃଷ୍ଟିକର୍ତ୍ତା । .::. 3 ଚତୁର ଲୋକ ବିପଦ ଦେଖି ଆପଣାକୁ ଲୁଚାଏ; ମାତ୍ର ଅବୋଧ ଲୋକମାନେ ଆଗ ବଢ଼ି ଶାସ୍ତି ପାଆନ୍ତି । .::. 4 ନମ୍ରତାର ଓ ସଦାପ୍ରଭୁଙ୍କ ବିଷୟକ ଭୟର ପୁରସ୍କାର ଧନ ଓ ସମ୍ମାନ ଓ ଜୀବନ ଅଟେ । .::. 5 କୁଟିଳ ଲୋକମାନଙ୍କ ପଥରେ କଣ୍ଟା ଓ ଫାନ୍ଦ ଥାଏ; ଯେ ଆପଣା ପ୍ରାଣ ରକ୍ଷା କରେ, ସେ ସେସବୁରୁ ଦୂରରେ ରହିବ । .::. 6 ବାଳକର ଗନ୍ତବ୍ୟ ପଥରେ ତାହାକୁ ଶିକ୍ଷିତ କରାଅ; ତେଣୁ ସେ ବୃଦ୍ଧ ହେଲେ ହେଁ ତହିଁରୁ ବିମୁଖ ହେବ ନାହିଁ । .::. 7 ଧନବାନ ଦରିଦ୍ର ଉପରେ କର୍ତ୍ତୃତ୍ଵ କରେ, ପୁଣି ଋଣୀ ମହାଜନର ଦାସ ହୁଏ । .::. 8 ଯେ ଅଧର୍ମ (ବୀଜ) ବୁଣେ, ସେ ବିପଦରୂପ ଶସ୍ୟ କାଟିବ ଓ ତାହାର କୋପରୂପ ଦଣ୍ତ ଲୁପ୍ତ ହେବ । .::. 9 ଯାହାର ଦୟାଳୁ ଦୃଷ୍ଟି, ସେ ଆଶିଷ ପାଇବ; ଯେହେତୁ ସେ ଆପଣା ଆହାରରୁ ଦୀନହୀନକୁ ବିତରଣ କରେ। .::. 10 ନିନ୍ଦକକୁ ବାହାର କରି ଦିଅ, ତହିଁରେ କଳି ବାହାରି ଯିବ; ପୁଣି, ବିରୋଧ ଓ ଅପମାନ ନିବୃତ୍ତ ହେବ । .::. 11 ଯେଉଁ ଲୋକ ହୃଦୟର ଶୁଚିତା ଭଲ ପାଏ, ଯାହାର ଓଷ୍ଠ ଅନୁଗ୍ରହଯୁକ୍ତ, ରାଜା ତାହାର ବନ୍ଧୁ ହେବ । .::. 12 ସଦାପ୍ରଭୁଙ୍କ ଚକ୍ଷୁ ଜ୍ଞାନପ୍ରାପ୍ତ ଲୋକକୁ ରକ୍ଷା କରେ; ମାତ୍ର ବିଶ୍ଵାସଘାତକର କଥା ସେ ଓଲଟାଇ ପକାନ୍ତି । .::. 13 ଅଳସ ଲୋକ କହେ, ବାହାରେ ସିଂହ ଅଛି; ମୁଁ ସଡ଼କରେ ହତ ହେବି । .::. 14 ପର-ସ୍ତ୍ରୀର ମୁଖ ଗଭୀର ଖାତ, ସଦାପ୍ରଭୁଙ୍କ ଘୃଣିତ ଲୋକ ତହିଁରେ ପଡ଼ିବ । .::. 15 ପିଲାର ମନରେ ଅଜ୍ଞାନତା ବନ୍ଦ ଥାଏ, ପୁଣି ଶାସନବାଡ଼ି ତାହା ବାହାର କରି ତାହାଠାରୁ ଦୂର କରି ଦିଏ । .::. 16 ଯେଉଁ ଲୋକ ଆପଣା ଧନ ବଢ଼ାଇବା ପାଇଁ ଦରିଦ୍ର ପ୍ରତି ଉପଦ୍ରବ କରେ; ପୁଣି, ଯେ ଧନୀକି ଦାନ କରେ, ତାହାକୁ କେବଳ ଅଭାବ ଘଟିବ । .::. 17 ତୁମ୍ଭେ ଆପଣା କର୍ଣ୍ଣ ଡେରି ଜ୍ଞାନବାନମାନଙ୍କ କଥା ଶୁଣ; ପୁଣି, ମୋʼ ବିଦ୍ୟାରେ ଆପଣା ମନ ଲଗାଅ । .::. 18 ଯେହେତୁ ତୁମ୍ଭେ ତାହା ହୃଦୟରେ ରଖିଲେ ଓ ତୁମ୍ଭ ଓଷ୍ଠାଧର ସଙ୍ଗେ ତାହା ଏକତ୍ର ସଂଯୁକ୍ତ ହେଲେ, ଆହ୍ଲାଦଜନକ ହେବ । .::. 19 ସଦାପ୍ରଭୁଙ୍କଠାରେ ଯେପରି ତୁମ୍ଭର ନିର୍ଭର ରହିବ, ଏଥିପାଇଁ ମୁଁ ଆଜି ତୁମ୍ଭକୁ, ବିଶେଷ ରୂପେ ତୁମ୍ଭକୁ ଏହିସବୁ କଥା ଜଣାଇଲି । .::. 20 ତୁମ୍ଭକୁ ସତ୍ୟତାରୂପ ବାକ୍ୟର ନିଶ୍ଚୟତା ଜଣାଇବାକୁ, ପୁଣି ଯେଉଁମାନେ ତୁମ୍ଭକୁ ପଠାନ୍ତି, .::. 21 ତୁମ୍ଭେ ଯେପରି ସେମାନଙ୍କୁ ସତ୍ୟ ଉତ୍ତର ଦେଇପାର, ଏଥିପାଇଁ ମୁଁ କʼଣ ତୁମ୍ଭ ପ୍ରତି ଯୁକ୍ତିରେ ଓ ବିଦ୍ୟାରେ ଉତ୍କୃଷ୍ଟ ବାକ୍ୟ ଲେଖି ନାହିଁ? .::. 22 ଦୀନହୀନକୁ ଦୀନହୀନ ଜାଣି ତାହାର ଦ୍ରବ୍ୟ ହରଣ କର ନାହିଁ, ପୁଣି ନଗର-ଦ୍ଵାରରେ ଦୁଃଖୀ ପ୍ରତି ଉପଦ୍ରବ କର ନାହିଁ । .::. 23 ଯେହେତୁ ସଦାପ୍ରଭୁ ସେମାନଙ୍କ ପକ୍ଷରେ ପ୍ରତିବାଦ କରିବେ, ପୁଣି ଯେଉଁମାନେ ସେମାନଙ୍କ ଦ୍ରବ୍ୟ ଅପହରଣ କରିବେ, ସେ ସେମାନଙ୍କର ପ୍ରାଣ ଅପହରଣ କରିବେ । .::. 24 ରାଗଶୀଳ ଲୋକ ସଙ୍ଗରେ ମିତ୍ରତା କର ନାହିଁ, ପୁଣି କ୍ରୋଧୀ ଲୋକ ସହିତ ଗମନ କର ନାହିଁ; .::. 25 କଲେ, ତୁମ୍ଭେ ଅବା ତାହାର ବାଟ ଶିକ୍ଷା କରି ଆପଣା ପ୍ରାଣ ପାଇଁ ଫାନ୍ଦ ପ୍ରସ୍ତୁତ କରିବ । .::. 26 ଯେଉଁମାନେ ହାତରେ ତାଳି ଦିଅନ୍ତି ଅବା ଋଣୀର ଲଗା ହୁଅନ୍ତି, ସେମାନଙ୍କ ମଧ୍ୟରେ ତୁମ୍ଭେ ଜଣେ ହୁଅ ନାହିଁ । .::. 27 ଯେବେ ପରିଶୋଧ କରିବାକୁ ତୁମ୍ଭର କିଛି ନ ଥାଏ, ତେବେ ସେ କାହିଁକି ତୁମ୍ଭ ତଳରୁ ତୁମ୍ଭର ଶଯ୍ୟା ନେଇଯିବ? .::. 28 ତୁମ୍ଭର ପିତୃଲୋକମାନେ ଯେଉଁ ପୁରାତନ ସୀମା ସ୍ଥାପନ କରିଅଛନ୍ତି, ତାହା ଘୁଞ୍ଚାଅ ନାହିଁ । .::. 29 ତୁମ୍ଭେ କି କୌଣସି ଲୋକକୁ ଆପଣା ବ୍ୟବସାୟରେ ତତ୍ପର ଦେଖୁଅଛ? ସେ ରାଜାମାନଙ୍କ ସମ୍ମୁଖରେ ଠିଆ ହେବ । ସେ ନୀଚ ଲୋକଙ୍କ ଆଗରେ ଠିଆ ହେବ ନାହିଁ । .::.
  • ହିତୋପଦେଶ ଅଧ୍ୟାୟ 1  
  • ହିତୋପଦେଶ ଅଧ୍ୟାୟ 2  
  • ହିତୋପଦେଶ ଅଧ୍ୟାୟ 3  
  • ହିତୋପଦେଶ ଅଧ୍ୟାୟ 4  
  • ହିତୋପଦେଶ ଅଧ୍ୟାୟ 5  
  • ହିତୋପଦେଶ ଅଧ୍ୟାୟ 6  
  • ହିତୋପଦେଶ ଅଧ୍ୟାୟ 7  
  • ହିତୋପଦେଶ ଅଧ୍ୟାୟ 8  
  • ହିତୋପଦେଶ ଅଧ୍ୟାୟ 9  
  • ହିତୋପଦେଶ ଅଧ୍ୟାୟ 10  
  • ହିତୋପଦେଶ ଅଧ୍ୟାୟ 11  
  • ହିତୋପଦେଶ ଅଧ୍ୟାୟ 12  
  • ହିତୋପଦେଶ ଅଧ୍ୟାୟ 13  
  • ହିତୋପଦେଶ ଅଧ୍ୟାୟ 14  
  • ହିତୋପଦେଶ ଅଧ୍ୟାୟ 15  
  • ହିତୋପଦେଶ ଅଧ୍ୟାୟ 16  
  • ହିତୋପଦେଶ ଅଧ୍ୟାୟ 17  
  • ହିତୋପଦେଶ ଅଧ୍ୟାୟ 18  
  • ହିତୋପଦେଶ ଅଧ୍ୟାୟ 19  
  • ହିତୋପଦେଶ ଅଧ୍ୟାୟ 20  
  • ହିତୋପଦେଶ ଅଧ୍ୟାୟ 21  
  • ହିତୋପଦେଶ ଅଧ୍ୟାୟ 22  
  • ହିତୋପଦେଶ ଅଧ୍ୟାୟ 23  
  • ହିତୋପଦେଶ ଅଧ୍ୟାୟ 24  
  • ହିତୋପଦେଶ ଅଧ୍ୟାୟ 25  
  • ହିତୋପଦେଶ ଅଧ୍ୟାୟ 26  
  • ହିତୋପଦେଶ ଅଧ୍ୟାୟ 27  
  • ହିତୋପଦେଶ ଅଧ୍ୟାୟ 28  
  • ହିତୋପଦେଶ ଅଧ୍ୟାୟ 29  
  • ହିତୋପଦେଶ ଅଧ୍ୟାୟ 30  
  • ହିତୋପଦେଶ ଅଧ୍ୟାୟ 31  
×

Alert

×

Oriya Letters Keypad References